bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
John 5
John 5
Odia Bible ERV 2004 (ପବିତ୍ର ବାଇବଲ)
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 6 →
1
ପୋଖରୀ ପାଖରେ ଯୀଶୁ ଜଣେ ଲୋକକୁ ସୁସ୍ଥ କଲେ ଏହା ପରେ ଯୀଶୁ ଯିହୂଦୀମାନଙ୍କର ଗୋଟିଏ ବିଶେଷ ପର୍ବ ଥିବାରୁ ସେ ଯିରୁଶାଲମକୁ ଗଲେ।
2
ଯିରୁଶାଲମରେ ପାଞ୍ଚୋଟି ମଣ୍ଡପ ଥିବା ଗୋଟିଏ ପୋଖରୀ ଥିଲା। ଯିହୂଦୀ ଭାଷାରେ ଏହାକୁ ବେଥ୍ସଦା ବା ଦୟାଗୃହ କହନ୍ତି। ଏହା ମେଷଦ୍ୱାର ପାଖରେ ଥିଲା।
3
ବହୁତ ଅସୁସ୍ଥ ଲୋକେ ପୋଖରୀ ପାଖ ମଣ୍ଡପ ଗୁଡ଼ିକରେ ପଡ଼ି ରହୁଥିଲେ। ସେମାନଙ୍କ ମଧ୍ୟରୁ କେତେକ ଅନ୍ଧ, ଛୋଟା ଓ ପକ୍ଷାଘାତଗ୍ରସ୍ତ ରୋଗୀ ଥିଲେ।
4
ଏହାର କାରଣ, ଜଣେ ସ୍ୱର୍ଗଦୂତ ବେଳେବେଳ ଆସି ପୋଖରୀର ପାଣିକୁ ହଲାଉଥିଲେ। ସେତେବେଳେ ଯେଉଁ ରୋଗୀ ପ୍ରଥମେ ପାଣି ଭିତରକୁ ଯାଉଥିଲା, ସେ ସୁସ୍ଥ ହୋଇ ଯାଉଥିଲା।
5
ସେଠାରେ ଜଣେ ଲୋକ ପଡ଼ିରହିଥିଲା, ସେ ବିଗତ 38 ବର୍ଷଧରି ରୋଗଗ୍ରସ୍ତ ଥିଲା।
6
ଯୀଶୁ ସେହି ଲୋକକୁ ସେଠାରେ ପଡ଼ି ରହିଥିବା ଦେଖିଲେ। ସେ ଜାଣିଲେ ଯେ, ସେ ଲୋକଟି ବହୁତ ବର୍ଷ ହେଲାଣି ରୋଗରେ ପଡ଼ିଛି। ତେଣୁ ଯୀଶୁ ତାକୁ ପଗ୍ଭରିଲେ, “ତୁମ୍ଭେ କ’ଣ ସୁସ୍ଥ ହେବାକୁ ଗ୍ଭହଁ?”
7
ସେ ରୋଗୀଟି ଉତ୍ତର ଦେଲା, “ମହାଶୟ, ପାଣି ହଲିବା ସମୟରେ ପାଣି ଭିତରକୁ ଯିବାରେ ସାହାଯ୍ୟ କରିବା ପାଇଁ ମୋର କେହି ଲୋକ ନାହାନ୍ତି। ମୁଁ ପ୍ରଥମେ ପାଣି ଭିତରକୁ ଯିବା ପାଇଁ ଚେଷ୍ଟା କଲାବେଳେ ଅନ୍ୟ ଜଣେ ମୋ’ ପୂର୍ବରୁ ପାଣି ଭିତରକୁ ଗ୍ଭଲିଯାଆନ୍ତି।”
8
ତା’ପରେ ଯୀଶୁ କହିଲେ, “ଠିଆ ହୁଅ। ତୁମ୍ଭର ବିଛଣା ଉଠାଇ ଗ୍ଭଲ।”
9
ସଙ୍ଗେ ସଙ୍ଗେ ଲୋକଟି ସୁସ୍ଥ ହୋଇଗଲା। ସେ ତା’ ବିଛଣା ଉଠେଇ ଗ୍ଭଲିବାକୁ ଆରମ୍ଭ କଲା। ଏହି ଘଟଣା ବିଶ୍ରାମବାରର ଦିନ ହୋଇଥିଲା।
10
ତେଣୁ ଯିହୂଦୀମାନେ ସୁସ୍ଥ ହୋଇଥିବା ଲୋକକୁ କହିଲେ, “ଆଜି ବିଶ୍ରାମବାର। ବିଶ୍ରାମବାରରେ ତୁମ୍ଭେ ବିଛଣା ବୋହି ନେଇ ଯିବା ଆମ୍ଭର ନିୟମ ବିରୁଦ୍ଧ କାର୍ଯ୍ୟ।”
11
କିନ୍ତୁ ଲୋକଟି କହିଲା, “ମୋତେ ଯିଏ ସୁସ୍ଥ କଲେ, ସେ ମୋତେ କହିଲେ ‘ତୁମ୍ଭର ବିଛଣା ନିଅ ଓ ଗ୍ଭଲ।’”
12
ଯିହୂଦୀମାନେ ସେ ଲୋକକୁ ପଗ୍ଭରିଲେ, “ଯିଏ ତୁମ୍ଭକୁ ଆଜି ବିଛଣା ଉଠେଇ ଗ୍ଭଲିବାକୁ କହିଲା, ସେ କିଏ?”
13
କିନ୍ତୁ ସୁସ୍ଥ ହୋଇଥିବା ଲୋକଟି, ସେ ବ୍ୟକ୍ତିଟି କିଏ ତାହା ଜାଣି ନ ଥିଲା। ସେହି ଜାଗାରେ ବହୁତ ଲୋକଥିଲେ ଓ ଯୀଶୁ ସେଠାରୁ ଗ୍ଭଲି ଯାଇଥିଲେ।
14
ପରେ ଯୀଶୁ ସେହି ଲୋକକୁ ମନ୍ଦିର ପରିସରରେ ଦେଖିଲେ। ସେ ତାକୁ କହିଲେ, “ଦେଖ, ତୁମ୍ଭେ ବର୍ତ୍ତମାନ ସୁସ୍ଥ ହୋଇ ଯାଇଛ। ତେଣୁ ତୁମ୍ଭେ ଆଉ ପାପ କର ନାହିଁ। ଯଦି ତୁମ୍ଭେ ପାପ କରିବ, ତେବେ ତୁମ୍ଭର ଏହାଠାରୁ ଅଧିକ କ୍ଷତି ହୋଇପାରେ।”
15
ତା’ପରେ ଲୋକଟି ସେହି ଯିହୂଦୀମାନଙ୍କ ପାଖକୁ ଗଲା। ସେ ସେମାନଙ୍କୁ କହିଲା ଯେ ଯୀଶୁ ତାକୁ ସୁସ୍ଥ କରିଛନ୍ତି।
16
ଯୀଶୁ ବିଶ୍ରାମବାରରେ ଏହିସବୁ (ସୁସ୍ଥ) କାର୍ଯ୍ୟ କରୁଥିଲେ। ତେଣୁ ଯିହୂଦୀମାନେ ଯୀଶୁଙ୍କ ପ୍ରତି ଖରାପ ବ୍ୟବହାର କରିବା ଆରମ୍ଭ କଲେ।
17
କିନ୍ତୁ ଯୀଶୁ ଯିହୂଦୀମାନଙ୍କୁ କହିଲେ, “ମୋର ପିତା ସର୍ବଦା କାର୍ଯ୍ୟରତ, ଅତଏବ ମୁଁ ମଧ୍ୟ କାର୍ଯ୍ୟ କରେ।”
18
ଏଥିପାଇଁ ଯିହୂଦୀ ନେତାମାନେ ତାହାଙ୍କୁ ହତ୍ୟା କରିବା ପାଇଁ ଆହୁରି ଅଧିକ ଚେଷ୍ଟା କଲେ। ଯିହୂଦୀମାନେ କହିଲେ, “ପ୍ରଥମେ ଯୀଶୁ ବିଶ୍ରାମବାରର ନିୟମ ଭାଙ୍ଗିଲେ। ତା’ପରେ ସେ ପରମେଶ୍ୱରଙ୍କୁ ନିଜର ପିତା ବୋଲି କହିଲେ। ସେ ନିଜକୁ ପରମେଶ୍ୱରଙ୍କ ସହିତ ସମାନ କଲେ।”
19
ଯୀଶୁଙ୍କଠାରେ ପରମେଶ୍ୱରଙ୍କ ଶକ୍ତି ଅଛି କିନ୍ତୁ ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ପୁତ୍ର ଏକାକୀ କିଛି କରି ପାରନ୍ତି ନାହିଁ। ଯାହା ତାହାଙ୍କ ପିତା କରୁଥିବା ପୁତ୍ର ଦେଖନ୍ତି, ସେ ତାହା ହିଁ କରନ୍ତି କାରଣ ପିତା ଯାହା କରନ୍ତି ପୁତ୍ର ମଧ୍ୟ ସେହିସବୁ କରନ୍ତି।
20
ପିତା ପୁତ୍ରକୁ ପ୍ରେମ କରନ୍ତି। ପିତା ନିଜେ କରିଥିବା ପ୍ରତ୍ୟେକ କାର୍ଯ୍ୟ ପୁତ୍ରକୁ ଦେଖାନ୍ତି। ଏହି ରୋଗୀଟି ସୁସ୍ଥ ହୋଇଗଲା। ଆଉ ତୁମ୍ଭେମାନେ ଯେପରି ଆଶ୍ଚର୍ଯ୍ୟାନ୍ୱିତ ହୁଅ, ଏ ନିମନ୍ତେ ପିତା ପୁତ୍ରଙ୍କୁ ଏହାଠାରୁ ଆହୁରି ମହତ୍ କର୍ମ ଦେଖାଇବେ।
21
ପରମପିତା ମୃତ ଲୋକଙ୍କୁ ଉଠାନ୍ତି ଓ ସେମାନଙ୍କୁ ଜୀବନ ଦାନ କରନ୍ତି। ଠିକ୍ ସେହିପରି ପୁତ୍ର ମଧ୍ୟ ନିଜ ଇଚ୍ଛାନୁସାରେ ଲୋକଙ୍କୁ ଜୀବନ ଦାନ କରନ୍ତି।
22
“ପିତା କାହାର ବିଗ୍ଭର କରନ୍ତି ନାହିଁ। କିନ୍ତୁ ସେ ପୁତ୍ରଙ୍କୁ ବିଗ୍ଭର କରିବାର ସମସ୍ତ କ୍ଷମତା ଅର୍ପଣ କରିଛନ୍ତି।
23
ଈଶ୍ୱର ଏହା କଲେ କାରଣ ସମସ୍ତେ ପିତାଙ୍କୁ ଯେପରି ସମ୍ମାନ ଦେଉଛନ୍ତି, ସେହିପରି ପୁତ୍ରଙ୍କୁ ମଧ୍ୟ ସମ୍ମାନ ଦେବେ। ଯଦି କୌଣସି ଲୋକ ପୁତ୍ରକୁ ସମ୍ମାନ ଦିଏ ନାହିଁ, ତେବେ ସେ ପିତାଙ୍କୁ ମଧ୍ୟ ସମ୍ମାନ ଦିଏ ନାହିଁ। ପିତା ପୁତ୍ରକୁ ପଠାଇଛନ୍ତି।
24
“ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ, ଯଦି କୌଣସି ବ୍ୟକ୍ତି ମୋର କହିବା କଥା ଶୁଣେ ଓ ମୋତେ ଯିଏ ପଠାଇଛନ୍ତି ତାହାଙ୍କଠାରେ ବିଶ୍ୱାସ କରେ, ତେବେ ସେ ବ୍ୟକ୍ତି ଅନନ୍ତ ଜୀବନ ଲାଭ କରିଅଛି। ସେ ବ୍ୟକ୍ତି ଦୋଷୀ ବୋଲି ବିଗ୍ଭରିତ ହେବ ନାହିଁ। ସେ ମୃତ୍ୟୁକୁ ପାର ହୋଇ ଜୀବନ ଭିତରେ ପ୍ରବେଶ କରି ସାରିଛି।
25
ମୁଁ ତୁମ୍ଭକୁ ସତ୍ୟ କହୁଛି, ଗୋଟିଏ ଗୁରୁତ୍ୱପୂର୍ଣ୍ଣ ସମୟ ଆସୁଛି। ସେ ସମୟ ଆସି ଗଲାଣି । ପାପ ଦ୍ୱାରା ମୃତ ଲୋକମାନେ ଈଶ୍ୱରଙ୍କ ପୁତ୍ରଙ୍କର ସ୍ୱର ଶୁଣିବେ। ପୁତ୍ରଙ୍କର ସ୍ୱର ଶୁଣି ଗ୍ରହଣ କରିଥିବା ଲୋକମାନେ ଅନନ୍ତ ଜୀବନ ଲାଭ କରିବେ।
26
ସ୍ୱୟଂ ପରମପିତା ହେଉଛନ୍ତି ଜୀବନର ଉତ୍ସ। ଅତଏବ ସେ ପୁତ୍ରଙ୍କୁ ଜୀବନ ଦାନ କରିବା ପାଇଁ ଅନୁମତି ଦେଇଛନ୍ତି।
27
ଲୋକଙ୍କର ବିଗ୍ଭର କରିବା ପାଇଁ ସେ ପୁତ୍ରଙ୍କୁ କ୍ଷମତା ଦେଇଛନ୍ତି। କାରଣ ସେ ମନୁଷ୍ୟପୁତ୍ର ଅଟନ୍ତି।
28
“ତୁମ୍ଭେ ଏଥିରେ ଆଶ୍ଚର୍ଯ୍ୟ ହୁଅ ନାହିଁ। ଏପରି ସମୟ ଆସୁଛି, ଯେତେବେଳେ ସମାଧିସ୍ଥ ସମସ୍ତ ମୃତ ଲୋକମାନେ ତାହାଙ୍କର ସ୍ୱର ଶୁଣିବେ।
29
ସେମାନେ ସେମାନଙ୍କର ସମାଧିରୁ ବାହାରିବେ। ଜୀବନରେ ସତ୍ କାର୍ଯ୍ୟ କରିଥିବା ଲୋକମାନେ ଉଠିବେ ଓ ଅନନ୍ତ ଜୀବନ ପାଇବେ। କିନ୍ତୁ କୁକାର୍ଯ୍ୟ କରିଥିବା ଲୋକମାନେ ଦୋଷୀ ଭାବରେ ବିଗ୍ଭରିତ ହେବା ପାଇଁ ଉଠିବେ।
30
“ମୁଁ ଏକୁଟିଆ କିଛି କରି ପାରିବି ନାହିଁ। ମୁଁ କେବଳ ପରମେଶ୍ୱରଙ୍କ କହିବା ଅନୁସାରେ ବିଗ୍ଭର କରେ। ତେଣୁ ମୋର ବିଗ୍ଭର ଠିକ୍, କାରଣ ମୁଁ ନିଜକୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରେ ନାହିଁ। କିନ୍ତୁ ପରମେଶ୍ୱରଙ୍କୁ ସନ୍ତୁଷ୍ଟ କରିବା ପାଇଁ ମୁଁ ଇଚ୍ଛା କରେ, ଯିଏ ମୋତେ ପଠାଇଛନ୍ତି।
31
ଯୀଶୁଙ୍କର ଯିହୂଦୀ ନେତାମାନଙ୍କ ସହିତ କଥାବାର୍ତ୍ତା ପ୍ରବୃତ୍ତ “ମୁଁ ଯଦି ଲୋକମାନଙ୍କୁ ମୋ’ ନିଜ ବିଷୟରେ କୁହେ, ଓ ସେମାନଙ୍କୁ ମୋର ସାକ୍ଷ୍ୟ ଦିଏ, ସେମାନେ ମୋର ସାକ୍ଷ୍ୟ ଗ୍ରହଣ କରିବେ ନାହିଁ।
32
କିନ୍ତୁ ଅନ୍ୟ ଜଣେ ଅଛନ୍ତି, ଯିଏ କି ଲୋକମାନଙ୍କୁ ମୋର ବିଷୟରେ ସାକ୍ଷ୍ୟ ଦିଅନ୍ତି। ଏବଂ ମୁଁ ଜାଣେ, ମୋ’ ବିଷୟରେ ସେ ଯାହା କହନ୍ତି, ତାହା ସବୁ ସତ୍ୟ।
33
“ତୁମ୍ଭେ ଯୋହନଙ୍କ ପାଖକୁ ଲୋକ ପଠାଇଛ। ସେ ତୁମ୍ଭମାନଙ୍କୁ ସତ୍ୟ ସମ୍ବନ୍ଧରେ କହିଛନ୍ତି।
34
ମୋ’ ବିଷୟରେ ସାକ୍ଷୀ ଦେବା ପାଇଁ କୌଣସି ବ୍ୟକ୍ତିର ପ୍ରୟୋଜନ ନାହିଁ କିନ୍ତୁ ମୁଁ ତୁମ୍ଭକୁ ଏହିସବୁ କହୁଛି ଯେପରି ତୁମ୍ଭେମାନେ ତାହାଦ୍ୱାରା ଉଦ୍ଧାର ପାଇ ପାରିବ।
35
ଯୋହନ ଗୋଟିଏ ପ୍ରଦୀପ ପରି ଜଳି ଆଲୋକ ଦେଇଥିଲେ। ଏବଂ ତୁମ୍ଭେମାନେ ସେହି ଆଲୋକ କିଛି କ୍ଷଣ ପାଇଁ ଉପଭୋଗ କରି ଖୁସୀ ହେଲ।
36
“କିନ୍ତୁ ମୋ’ ପାଖରେ ମୋ’ ସମ୍ବନ୍ଧରେ ଗୋଟିଏ ପ୍ରମାଣ ଅଛି, ଯାହା ଯୋହନଙ୍କ ପ୍ରମାଣଠାରୁ ଅଧିକ ମହତ୍ତ୍ୱପୂର୍ଣ୍ଣ। ମୁଁ ଯାହାସବୁ କରୁଛି, ତାହା ସବୁ ମୋର ପ୍ରମାଣ। ପରମପିତା ମୋତେ ଏସବୁ କରିବା ପାଇଁ ଦେଇଥିଲେ। ଏହିସବୁ କାର୍ଯ୍ୟରୁ ଏହା ପ୍ରମାଣିତ ହୁଏ ଯେ ପରମପିତା ମୋତେ ପଠାଇଛନ୍ତି।
37
ପରମପିତା ମୋତେ ପଠାଇଛନ୍ତି ଓ ନିଜେ ମୋ’ ବିଷୟରେ ପ୍ରମାଣ ଦେଇଛନ୍ତି। କିନ୍ତୁ ତୁମ୍ଭେ କେବେ ତାହାଙ୍କର ସ୍ୱର ଶୁଣି ନାହଁ। ତାହାଙ୍କର କିପରି ରୂପ, ତାହା ମଧ୍ୟ ତୁମ୍ଭେ ଦେଖି ନାହଁ।
38
ପରମପିତାଙ୍କର ଉପଦେଶ ତୁମ୍ଭଠାରେ ବାସ କରି ନାହିଁ। ଏହାର କାରଣ, ସେ ପଠାଇଥିବା ବ୍ୟକ୍ତିଠାରେ ତୁମ୍ଭେମାନେ ବିଶ୍ୱାସ ରଖି ନାହଁ।
39
“ତୁମ୍ଭେମାନେ ଯତ୍ନ ସହକାରେ ଧର୍ମ ଶାସ୍ତ୍ରଗୁଡ଼ିକ ଅଧ୍ୟୟନ କରୁଛ। କାରଣ ତୁମ୍ଭେମାନେ ବିଶ୍ୱାସ କର ଯେ, ସେହି ଧର୍ମଶାସ୍ତ୍ର ଦ୍ୱାରା ହିଁ ତୁମ୍ଭେମାନେ ଅନନ୍ତ ଜୀବନ ପାଇବ। ସେହି ଧର୍ମଶାସ୍ତ୍ର ଗୁଡ଼ିକ ମୋ’ ବିଷୟରେ କହେ।
40
କିନ୍ତୁ ତୁମ୍ଭେମାନେ ଅନନ୍ତ ଜୀବନ ପାଇବା ପାଇଁ ମୋ’ ନିକଟକୁ ଆସୁ ନାହଁ।
41
“ମୁଁ ଲୋକମାନଙ୍କଠାରୁ ପ୍ରଶଂସା ଗ୍ଭହୁଁ ନାହିଁ।
42
କିନ୍ତୁ ମୁଁ ତୁମ୍ଭକୁ ଜାଣେ। ମୁଁ ଜାଣେ ଯେ ତୁମ୍ଭ ହୃଦୟରେ ପରମେଶ୍ୱରଙ୍କ ପ୍ରେମ ନାହିଁ।
43
ମୁଁ ମୋର ପରମପିତାଙ୍କଠାରୁ ଆସିଛି। ମୁଁ ତାହାଙ୍କ ପାଇଁ କଥା କହେ। କିନ୍ତୁ ତୁମ୍ଭେମାନେ ମୋତେ ଗ୍ରହଣ କରୁ ନାହଁ। କିନ୍ତୁ ଯେତେବେଳେ ଅନ୍ୟ କିଏ ଆସି କେବଳ ତା’ ନିଜ ବିଷୟରେ କହିବ ସେତେବେଳେ ତୁମ୍ଭେ ତାକୁ ଗ୍ରହଣ କରିବ।
44
ତୁମ୍ଭେମାନେ ସରସ୍ପରଠାରୁ ପ୍ରଶଂସା ପାଇବା ପାଇଁ ଭଲ ପାଅ। କିନ୍ତୁ ଏକମାତ୍ର ପରମେଶ୍ୱରଙ୍କ ପାଖରୁ ଯେଉଁ ପ୍ରଶଂସା ଆସେ, ତାହା ପାଇବା ପାଇଁ ତୁମ୍ଭେ ଆଦୌ ଚେଷ୍ଟା କରୁ ନାହଁ। ତାହାହେଲେ ତୁମ୍ଭେ ଏ କଥା କିପରି ବିଶ୍ୱାସ କରି ପାରିବ।
45
ଭାବ ନାହିଁ ଯେ, ମୁଁ ପରମପିତାଙ୍କ ଆଗରେ ତୁମ୍ଭ ବିରୁଦ୍ଧରେ ଅଭିଯୋଗ କରିବି। ମୋଶା ହେଉଛନ୍ତି ଜଣେ, ଯିଏ ତୁମ୍ଭ ବିରୁଦ୍ଧରେ ଅଭିଯୋଗ କରନ୍ତି। ତୁମ୍ଭେ ମୋଶାଙ୍କଠାରେ ଭରସା ରଖିଛ ଯେ ସେ ତୁମ୍ଭକୁ ଉଦ୍ଧାର କରିବେ।
46
ଯଦି ପ୍ରକୃତରେ ତୁମ୍ଭେମାନେ ମୋଶାଙ୍କୁ ବିଶ୍ୱାସ କରିଛ, ତେବେ ତୁମ୍ଭେ ମୋତେ ମଧ୍ୟ ବିଶ୍ୱାସ କରିବ। କାରଣ ମୋଶା ମୋ’ ବିଷୟରେ ଲେଖିଥିଲେ।
47
କିନ୍ତୁ ତୁମ୍ଭେ ମୋଶାଙ୍କର ଲେଖିବା କଥା ବିଶ୍ୱାସ କରୁ ନାହଁ। ତେଣୁ ତୁମ୍ଭେମାନେ ମୋ’ କଥାରେ ବିଶ୍ୱାସ କରି ପାରିବ ନାହିଁ।”
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 6 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21