bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
John 8
John 8
Odia Bible ERV 2004 (ପବିତ୍ର ବାଇବଲ)
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 9 →
1
ଯୀଶୁ ଜୀତପର୍ବତକୁ ଗଲେ।
2
ତହିଁ ଆରଦିନ ଅତି ସକାଳୁ ସେ ମନ୍ଦିରକୁ ଫେରି ଆସିଲେ। ସବୁ ଲୋକମାନେ ଯୀଶୁଙ୍କ ପାଖକୁ ଆସିଲେ। ସେ ବସି ଲୋକମାନଙ୍କୁ ଶିକ୍ଷା ଦେଲେ।
3
ବ୍ୟବସ୍ଥା ଶାସ୍ତ୍ରଜ୍ଞମାନେ, ଶିକ୍ଷକମାନେ ଓ ଫାରୂଶୀମାନେ ଜଣେ ସ୍ତ୍ରୀଲୋକକୁ ସେଠାକୁ ଆଣିଲେ। ସେହି ସ୍ତ୍ରୀଲକଟି ବ୍ୟଭିଗ୍ଭର କଲାବେଳେ ଧରା ପଡ଼ିଥିଲା। ଯିହୂଦୀମାନେ ତାହାକୁ ଲୋକମାନଙ୍କ ଆଗରେ ଠିଆ ହେବା ପାଇଁ ବାଧ୍ୟ କଲେ।
4
ସେମାନେ ଯୀଶୁଙ୍କୁ କହିଲେ, “ଗୁରୁ, ଏହି ସ୍ତ୍ରୀଲୋକଟି ଜଣେ ପୁରୁଷ ସହିତ ବ୍ୟଭିଗ୍ଭର କଲାବେଳେ ଧରା ପଡ଼ିଛି। ସେ ପୁରୁଷ ତା’ର ସ୍ୱାମୀ ନୁହେଁ।
5
ମୋଶାଙ୍କର ବ୍ୟବସ୍ଥା ଆଦେଶ ଦିଏ ଯେ ଏଭଳି କାର୍ଯ୍ୟ କରୁଥିବା ପ୍ରତ୍ୟେକ ସ୍ତ୍ରୀକୁ ଆମ୍ଭେ ପଥର ଫୋପାଡ଼ି ମାରି ଦେବା ଉଚିତ୍। କିନ୍ତୁ ଆମ୍ଭେ କ’ଣ କରିବା ଉଚିତ୍ ବୋଲି ଆପଣ କହୁଛନ୍ତି?”
6
ଯିହୂଦୀୟମାନେ ଯୀଶୁଙ୍କୁ ହଇରାଣ କରିବା ପାଇଁ ଏଭଳି ପ୍ରଶ୍ନ ପଗ୍ଭରୁଥିଲେ। ସେମାନେ ଯୀଶୁଙ୍କର ଭୁଲ୍ ଧରିବାକୁ ଗ୍ଭହୁଁଥିଲେ। ତାହାହେଲେ ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ ଆଣିପାରିବେ। କିନ୍ତୁ ଯୀଶୁ ଆଣ୍ଠେଇ ଅଙ୍ଗୁଳି ସାହାଯ୍ୟରେ ଭୂମି ଉପରେ କିଛି ଲେଖିବାରେ ଲାଗିଲେ।
7
ଯିହୂଦୀ ନେତାମାନେ ତାହାଙ୍କୁ ଅବିରତ ପ୍ରଶ୍ନ ପଗ୍ଭରିବାରେ ଲାଗିଲେ। ତେଣୁ ଯୀଶୁ ଠିଆ ହୋଇ କହିଲେ, “ଏଠାରେ ଏଭଳି କୌଣସି ଲୋକ ଉପସ୍ଥିତ ଅଛନ୍ତି, ଯିଏ କେବେ ପାପ କରି ନାହିଁ? ସେହିଭଳି ପାପ ନ କରିଥିବା ଲୋକ ଏହି ସ୍ତ୍ରୀଲୋକକୁ ପ୍ରଥମେ ପଥର ଫିଙ୍ଗୁ।”
8
ତା’ପରେ ଯୀଶୁ ପୁଣି ଆଣ୍ଠେଇ ଭୂଇଁରେ ଲେଖିବାକୁ ଲାଗିଲେ।
9
ଯେଉଁମାନେ ଯୀଶୁଙ୍କର ଏ କଥା ଶୁଣୁଥିଲେ ସେମାନେ ସେଠାରୁ ଜଣ ଜଣ ହୋଇ ଗ୍ଭଲି ଗଲେ। ଆଗେ ବୟସ୍କ ଲୋକେ ଓ ତା’ପରେ ଅନ୍ୟମାନେ ଗ୍ଭଲିଗଲେ। କେବଳ ଯୀଶୁ ଓ ସେହି ସ୍ତ୍ରୀଲୋକଟି ସେଠାରେ ରହିଗଲେ।
10
ଯୀଶୁ ମୁଣ୍ଡ ଟେକି ତାହାକୁ ପଗ୍ଭରିଲେ, “ସେମାନେ କୁଆଡ଼େ ଗଲେ? କ’ଣ କେହି ତୁମ୍ଭକୁ ଦଣ୍ଡନୀୟ ବୋଲି ବିଗ୍ଭର କଲେ ନାହିଁ।”
11
ସେ ସ୍ତ୍ରୀଲୋକଟି ଉତ୍ତର ଦେଲା, “ନା, ପ୍ରଭୁ ସେମାନଙ୍କ ମଧ୍ୟରୁ କେହି ମୋତେ ଦଣ୍ଡନୀୟ ବୋଲି ବିଗ୍ଭର କଲେ ନାହିଁ।” ତା’ପରେ ଯୀଶୁ କହିଲେ, “ତେଣୁ, ମୁଁ ମଧ୍ୟ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଗ୍ଭର କରୁ ନାହିଁ। ତୁମ୍ଭେ ବର୍ତ୍ତମାନ ଯାଇପାର, କିନ୍ତୁ କେବେ ଆଉ ପାପ କରିବ ନାହିଁ।
12
ଯୀଶୁ ହେଉଛନ୍ତି ଜଗତର ଆଲୋକ ପରେ, ଯୀଶୁ ପୁଣି ଲୋକମାନଙ୍କୁ ଉପଦେଶ ଦେଲେ। ସେ କହିଲେ, “ମୁଁ ଜଗତର ଆଲୋକ, ମୋତେ ଯେଉଁ ଲୋକ ଅନୁସରଣ କରେ, ସେ କେବେ ଅନ୍ଧକାରରେ ଗ୍ଭଲିବ ନାହିଁ। ସେ ଲୋକ ଜୀବନ ପ୍ରଦାନକାରୀ ଆଲୋକ ପାଇବ।”
13
କିନ୍ତୁ ଫାରୂଶୀମାନେ ଯୀଶୁଙ୍କୁ କହିଲେ, “ତୁମ୍ଭେ ଯେତେବେଳେ ତୁମ୍ଭ ନିଜ ସାକ୍ଷ୍ୟ ଦେଉଛ, ସେତେବେଳେ ତୁମ୍ଭେ କେବଳ ଏସବୁ କଥା ସତ୍ୟ ବୋଲି କହୁଛ। ତେଣୁ ଆମ୍ଭେ ତୁମ୍ଭର ଏସବୁ କଥା ଗ୍ରହଣ କରି ପାରିବୁ ନାହିଁ।”
14
ଯୀଶୁ ଉତ୍ତର ଦେଲେ, “ହଁ, ମୁଁ ମୋ’ ବିଷୟରେ ଏସବୁ କଥା କହୁଛି, କିନ୍ତୁ ମୁଁ ଯାହା କହୁଛି, ଲୋକେ ବିଶ୍ୱାସ କରି ପାରିବେ। କାରଣ ମୁଁ ଜାଣେ, ମୁଁ କେଉଁଠାରୁ ଆସିଛି ଓ ମୁଁ କେଉଁଆଡ଼େ ଯାଉଛି। ମୁଁ ତୁମ୍ଭମାନଙ୍କ ଭଳି ନୁହେଁ। ତୁମ୍ଭେ ଜାଣି ନାହଁ, ମୁଁ କେଉଁଠାରୁ ଆସିଛି ଓ କେଉଁଠାକୁ ଯାଉଛି।
15
ପୃଥିବୀର ଲୋକମାନଙ୍କୁ ବିଗ୍ଭର କଲା ଭଳି ତୁମ୍ଭେ ମୋର ବିଗ୍ଭର କରୁଛ। ମୁଁ କାହାର ବିଗ୍ଭର କରୁ ନାହିଁ।
16
କିନ୍ତୁ ମୁଁ ଯଦି ବିଗ୍ଭର କରେ, ତେବେ ମୋ’ ବିଗ୍ଭର ଠିକ୍ ହୁଅନ୍ତା। କାରଣ ମୁଁ ଏକୁଟିଆ ନୁହେଁ, ମୋ’ ସହିତ ମୋର ପ୍ରେରଣକର୍ତ୍ତା ପରମପିତା ଅଛନ୍ତି।
17
ତୁମ୍ଭର ବିଧି ବ୍ୟବସ୍ଥା କୁହେ ଯେ, କୌଣସି ଘଟଣା ସମ୍ବନ୍ଧରେ ଯଦି ଦୁଇଜଣ ସାକ୍ଷୀ ସମାନ କଥା କହନ୍ତି, ତେବେ ତୁମ୍ଭେ ନିଶ୍ଚୟ ସେମାନଙ୍କ କଥା ଗ୍ରହଣ କରିବ।
18
ମୁଁ ମୋ’ ନିଜ ସମ୍ବନ୍ଧରେ ଜଣେ ସାକ୍ଷୀ ଓ ମୋତେ ପଠାଇଥିବା ପରମପିତା ମୋର ଆଉ ଜଣେ ସାକ୍ଷୀ।”
19
ଲୋକମାନେ ପଗ୍ଭରିଲେ, “ତୁମ୍ଭର ପିତା କାହାନ୍ତି?” ଯୀଶୁ ଉତ୍ତର ଦେଲେ, “ତୁମ୍ଭେ ମୋତେ ଜାଣି ନାହଁ ଓ ମୋ’ ପରମପିତାଙ୍କୁ ମଧ୍ୟ ଜାଣି ନାହିଁ। କିନ୍ତୁ ତୁମ୍ଭେ ଯଦି ମୋତେ ଜାଣିଥା’ନ୍ତ, ତେବେ ମୋ’ ପରମପିତାଙ୍କୁ ମଧ୍ୟ ଜାଣିଥା’ନ୍ତ।”
20
ଯୀଶୁ ଏସବୁ କଥା ମନ୍ଦିର ପରିସରରେ ଉପଦେଶ ଦେଲାବେଳେ କହିଲେ। ଦାନ ପାତ୍ରରେ ଦାନ ପକାଉଥିବା ସ୍ଥାନ ନିକଟରେ ଯୀଶୁ ଠିଆ ହୋଇଥିଲେ। କିନ୍ତୁ କେହି ଲୋକ ତାହାଙ୍କୁ ବନ୍ଦୀ କଲେ ନାହିଁ। ଯୀଶୁଙ୍କର ଉଚିତ୍ ସମୟ ସେପର୍ଯ୍ୟନ୍ତ ଆସି ନ ଥିଲା।
21
ଯିହୂଦୀମାନେ ଯୀଶୁଙ୍କ ବିଷୟରେ ବୁଝି ପାରିଲେ ନାହିଁ ଯୀଶୁ ପୁନର୍ବାର ଲୋକମାନଙ୍କୁ କହିଲେ, “ମୁଁ ତୁମ୍ଭକୁ ଛାଡ଼ି ଗ୍ଭଲିଯିବି। ତୁମ୍ଭେ ମୋତେ ଖୋଜିବ। କିନ୍ତୁ ତୁମ୍ଭେ ନିଜ ପାପ ସହିତ ମରିବ। ମୁଁ ଯେଉଁ ସ୍ଥାନକୁ ଯାଉଛି, ତୁମ୍ଭେ ସେଠାକୁ ଯାଇପାରିବ ନାହିଁ।”
22
ତେଣୁ ଯିହୂଦୀମାନେ ପରସ୍ପରକୁ ପଗ୍ଭରିଲେ, “ଯୀଶୁ କ’ଣ ଆତ୍ମହତ୍ୟା କରିବେ? ସେଥିପାଇଁ କ’ଣ ସେ କହିଲେ ଯେ, ‘ମୁଁ ଯେଉଁଠାକୁ ଯାଉଛି ତୁମ୍ଭେମାନେ ସେଠାକୁ ଆସି ପାରିବ ନାହିଁ?’”
23
କିନ୍ତୁ ଯୀଶୁ ସେହି ଯିହୂଦୀମାନଙ୍କୁ କହିଲେ, “ତୁମ୍ଭେମାନେ ଏହି ସ୍ଥାନରୁ ସୃଷ୍ଟ, କିନ୍ତୁ ମୁଁ ଊର୍ଦ୍ଧ୍ୱରୁ ଆସିଛି। ତୁମ୍ଭେମାନେ ଏ ପୃଥିବୀର ଲୋକ, କିନ୍ତୁ ମୁଁ ପୃଥିବୀର ଲୋକ ନୁହେଁ।
24
ମୁଁ ତୁମ୍ଭକୁ କହିଥିଲି ଯେ ତୁମ୍ଭେ ତୁମ୍ଭ ପାପଗୁଡ଼ିକ ପାଇଁ ମରିବ। ମୁଁ ଯେ ସେହି ବ୍ୟକ୍ତି ତୁମ୍ଭେ ଏହା ବିଶ୍ୱାସ ନ କଲେ ତୁମ୍ଭ ନିଜ ପାପଗୁଡ଼ିକ ପାଇଁ ତୁମ୍ଭେ ମରିବ।”
25
ଯିହୂଦୀମାନେ ପଗ୍ଭରିଲେ, “ତୁମ୍ଭେ କିଏ, ଆମ୍ଭମାନଙ୍କୁ କୁହ।” ଯୀଶୁ ଉତ୍ତର ଦେଲେ, “ମୁଁ ନିଜ ବିଷୟରେ ପ୍ରଥମରୁ ଯାହା କହିଆସିଛି, ମୁଁ ସେହି।
26
ମୋର ତୁମ୍ଭ ବିଷୟରେ ଅନେକ କିଛି କହିବାକୁ ଅଛି। ମୁଁ ତୁମ୍ଭର ବିଗ୍ଭର କରିପାରେ, କିନ୍ତୁ ମୋର ପ୍ରେରଣକର୍ତ୍ତା ମୋତେ ଯାହା କହି ପଠାଇଛନ୍ତି, ମୁଁ ପୃଥିବୀର ଲୋକମାନଙ୍କୁ ତାହା କହୁଛି ଏବଂ ସେ ସତ୍ୟ କହନ୍ତି।”
27
ଯୀଶୁ କାହା ବିଷୟରେ କହୁଥିଲେ, ଏ କଥା ଲୋକମାନେ ବୁଝି ନ ଥିଲେ। ଯୀଶୁ ପରମପିତାଙ୍କ ବିଷୟରେ କହୁଥିଲେ।
28
ତେଣୁ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କୁ ଊର୍ଦ୍ଧ୍ୱକୁ(ବଧକରିବାକୁ) ଉଠାଇବ। ସେତେବେଳେ ମୁଁ ଯେ ସେହି ବ୍ୟକ୍ତି ତାହା ତୁମ୍ଭେ ବୁଝି ପାରିବ। ମୁଁ ନିଜେ ଯାହା କରୁଛି, ଏସବୁ ମୋ’ ନିଜ ଅଧିକାରରୁ କରୁ ନାହିଁ, ପରମପିତା ମୋତେ ଯାହା ଶିକ୍ଷା ଦେଇଛନ୍ତି ସେହି କଥା ଯେ କେବଳ ମୁଁ କହୁଛି, ଏହା ତୁମ୍ଭେ ପରେ ଜାଣି ପାରିବ।
29
ମୋତେ ଯିଏ (ପରମେଶ୍ୱର) ପଠାଇଛନ୍ତି, ସେ ମୋ’ ସହିତ ଅଛନ୍ତି। ତାହାଙ୍କ ସନ୍ତୋଷଜନକ କାର୍ଯ୍ୟ ମୁଁ ସର୍ବଦା କରେ। ତେଣୁ ସେ ମୋତେ ଏକୁଟିଆ କରି ଛାଡ଼ି ନାହାନ୍ତି।”
30
ଯୀଶୁ ଏ କଥା କହିଲା ବେଳେ ତାହାଙ୍କୁ ଅନେକ ଲୋକ ବିଶ୍ୱାସ କଲେ।
31
ପାପରୁ ମୁକ୍ତି ପାଇବା ବିଷୟରେ ଯୀଶୁ କହିଲେ ଯୀଶୁ ତାହାଙ୍କୁ ବିଶ୍ୱାସ କରୁଥିବା ଯିହୂଦୀମାନଙ୍କୁ କହିଲେ, “ଯଦି ତୁମ୍ଭେ ମୋର ଶିକ୍ଷା ସବୁବେଳେ ମାନି ଚଳିବ, ତେବେ ତୁମ୍ଭେ ମୋର ପ୍ରକୃତ ଶିଷ୍ୟ ହେବ।
32
ତୁମ୍ଭେ ସତ୍ୟକୁ ଜାଣିବ ଓ ସେହି ସତ୍ୟ ତୁମ୍ଭକୁ ମୁକ୍ତ କରିବ।”
33
ଯିହୂଦୀମାନେ ଉତ୍ତର ଦେଲେ, “ଆମ୍ଭେମାନେ ଅବ୍ରହାମଙ୍କ ବଂଶଧର। ଆମ୍ଭେ କେବେ ହେଲେ କ୍ରୀତଦାସ ହୋଇ ନାହୁଁ। ତେଣୁ ତୁମ୍ଭେ କାହିଁକି କହୁଛ ଯେ ଆମ୍ଭେ ମୁକ୍ତ ହେବୁ?”
34
ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି। ପ୍ରତ୍ୟେକ ପାପ କରୁଥିବା ଲୋକ ହେଉଛି ଜଣେ କ୍ରୀତଦାସ। ପାପ ତା’ର ପ୍ରଭୁ।
35
ଜଣେ କ୍ରୀତଦାସ ଗୋଟିଏ ପରିବାରରେ ସର୍ବଦା ରହେ ନାହିଁ। କିନ୍ତୁ ଜଣେ ପୁତ୍ର ଗୋଟିଏ ପରିବାରଭୁକ୍ତ ହୋଇ ସବୁବେଳେ ରୁହେ।
36
ତେଣୁ ଯଦି ସେହି ପୁତ୍ର ତୁମ୍ଭକୁ ମୁକ୍ତି ଦିଅନ୍ତି, ତେବେ ତୁମ୍ଭେ ପ୍ରକୃତରେ ମୁକ୍ତି ପାଇବ।
37
ମୁଁ ଜାଣେ ଯେ, ତୁମ୍ଭେ ଅବ୍ରହାମଙ୍କ ବଂଶଧର। କିନ୍ତୁ ତୁମ୍ଭେ ମୋତେ ହତ୍ୟା କରିବାକୁ ଗ୍ଭହଁ, ଯେହେତୁ ତୁମ୍ଭେ ମୋର ଉପଦେଶ ଗ୍ରହଣ କରିବା ପାଇଁ ଗ୍ଭହଁ ନାହିଁ।
38
ମୋତେ ପରମପିତା ଯାହା ଦେଖାଇଛନ୍ତି, ତାହା ମୁଁ ତୁମ୍ଭକୁ କହୁଛି। କିନ୍ତୁ ତୁମ୍ଭେମାନେ ତୁମ୍ଭ ପିତା ଯାହା କହିଛନ୍ତି ତାହା କରୁଛ।”
39
ଯିହୂଦୀମାନେ କହିଲେ, “ଅବ୍ରହାମ ଆମ୍ଭମାନଙ୍କର ପିତା।” ଯୀଶୁ କହିଲେ, “ଯଦି ତୁମ୍ଭେ ପ୍ରକୃତରେ ଅବ୍ରହାମଙ୍କ ସନ୍ତାନ, ତେବେ ତୁମ୍ଭେମାନେ ଅବ୍ରହାମ କରିଥିବା କାର୍ଯ୍ୟମାନ କରିବ।
40
ମୁଁ ତୁମ୍ଭକୁ ପରମେଶ୍ୱରଙ୍କଠାରୁ ଶୁଣିଥିବା ସତ୍ୟ କଥା କହୁଛି। କିନ୍ତୁ ତୁମ୍ଭେମାନେ ମୋତେ ହତ୍ୟା କରିବା ପାଇଁ ଚେଷ୍ଟା କରୁଛ। ଅବ୍ରହାମ କିନ୍ତୁ ସେହିପରି କିଛି କରି ନ ଥିଲେ।
41
ତୁମ୍ଭେ ସବୁ ତୁମ୍ଭର ନିଜ ପିତା କରିଥିବା କାର୍ଯ୍ୟ ଗୁଡ଼ିକ କରୁଛ।” କିନ୍ତୁ ଯିହୂଦୀମାନେ କହିଲେ, “ଆମ୍ଭେ ସେ ଭଳି ସନ୍ତାନ ନୋହୁଁ, ଯେଉଁମାନେ ତାହାଙ୍କ ପିତାଙ୍କ ପରିଚୟ ଜାଣନ୍ତି ନାହିଁ। ପରମେଶ୍ୱର ଆମ୍ଭର ପରମପିତା। ସେ ଆମ୍ଭର ଏକମାତ୍ର ପରମପିତା।”
42
ଯୀଶୁ ସେହି ଯିହୂଦୀମାନଙ୍କୁ କହିଲେ, “ଯଦି ପରମେଶ୍ୱର ପ୍ରକୃତରେ ତୁମ୍ଭର ପରମପିତା, ତେବେ ତୁମ୍ଭେ ମୋତେ ଭଲ ପାଇବା ଉଚିତ୍। ମୁଁ ପରମେଶ୍ୱରଙ୍କ ପାଖରୁ ଆସିଛି ଓ ବର୍ତ୍ତମାନ ମୁଁ ଏଠାରେ ଅଛି। ମୁଁ ମୋ’ କ୍ଷମତା ଅନୁସାରେ ଆସି ନାହିଁ। ପରମେଶ୍ୱର ମୋତେ ଏଠାକୁ ପଠାଇଛନ୍ତି।
43
ମୁଁ ଯାହାସବୁ କହୁଛି, ତାହା ତୁମ୍ଭେ ବୁଝି ପାରୁ ନାହଁ। ଏହାର କାରଣ ହେଲା ତୁମ୍ଭେ ମୋ’ ଉପଦେଶ ଗ୍ରହଣ କରି ପାରୁ ନାହଁ।
44
ଶୟତାନ ହେଉଛି ତୁମ୍ଭର ପିତା। ତୁମ୍ଭେ ତାହାର ଅଟ। ତୁମ୍ଭେ ତା’ର ଇଚ୍ଛା ଅନୁସାରେ କାର୍ଯ୍ୟ କରୁଛ। ପ୍ରଥମରୁ ସେ ଜଣେ ଖୁନି। ସେ ସର୍ବଦା ସତ୍ୟର ବିରୁଦ୍ଧ। ତା’ ଭିତରେ କୌଣସି ସତ୍ୟତା ନାହିଁ। ସେ ତା’ର ସ୍ୱଭାବରୁ ମିଛୁଆ। ସେ ମିଥ୍ୟାବାଦୀ, ସେ ମିଥ୍ୟାର ଜନ୍ମଦାତା।
45
“ମୁଁ ସତ୍ୟ କହେ। ସେଥିପାଇଁ ତୁମ୍ଭେ ମୋତେ ବିଶ୍ୱାସ କରୁ ନାହଁ।
46
ତୁମ୍ଭମାନଙ୍କ ମଧ୍ୟରୁ କେହି ଜଣେ ଏ କଥା ପ୍ରମାଣ କରି ପାରିବ ଯେ, ମୁଁ ପାପ ପାଇଁ ଦୋଷୀ? ଯଦି ମୁଁ ସତ୍ୟ କହେ, ତେବେ ମୋତେ କାହିଁକି ବିଶ୍ୱାସ କରୁ ନାହଁ?
47
ଯେଉଁ ଲୋକ ପରମେଶ୍ୱରଙ୍କର, ସେ ପରମେଶ୍ୱର ଯାହା କହନ୍ତି ଗ୍ରହଣ କରେ। କିନ୍ତୁ ତୁମ୍ଭେ ପରମେଶ୍ୱରଙ୍କ କଥା ଗ୍ରହଣ କରୁ ନାହଁ, କାରଣ ତୁମ୍ଭେ ପରମେଶ୍ୱରଙ୍କର ନୁହଁ।”
48
ଯୀଶୁ ନିଜ ବିଷୟରେ ଓ ଅବ୍ରହାମଙ୍କ ବିଷୟରେ କହିଲେ ଯିହୂଦୀମାନେ ଉତ୍ତର ଦେଲେ, “ଆମ୍ଭେମାନେ କହୁଛୁ, ତୁମ୍ଭେ ଜଣେ ଶମିରୋଣୀୟ। ତୁମ୍ଭ ଭିତରେ ଗୋଟିଏ ଭୂତ ରହିଛି ଓ ସେ ତୁମ୍ଭକୁ ପାଗଳ କରି ଦେଇଛି। ଆମ୍ଭର ଏହି କଥା କ’ଣ ଠିକ୍ ନୁହେଁ କି?”
49
ଯୀଶୁ ଉତ୍ତର ଦେଲେ, “ମୋ’ ଭିତରେ ଭୂତ ନାହିଁ। ମୁଁ ମୋ’ ପରମପିତାଙ୍କୁ ସମ୍ମାନ ଦିଏ। କିନ୍ତୁ ତୁମ୍ଭେ ମୋତେ ସମ୍ମାନ ଦେଉ ନାହଁ।
50
ମୁଁ ନିଜେ ସମ୍ମାନ ପାଇବା ପାଇଁ ଚେଷ୍ଟା କରୁ ନାହିଁ। ମାତ୍ର ଜଣେ ଅଛନ୍ତି, ଯିଏ ମୋ’ ନିମନ୍ତେ ସମ୍ମାନ ଇଚ୍ଛା କରନ୍ତି। ସେ ହେଉଛନ୍ତି ବିଗ୍ଭରକର୍ତ୍ତା।
51
ମୁଁ ତୁମ୍ଭକୁ ସତ୍ୟ କହୁଛି, ଯଦି କେହି ମୋ’ ଉପଦେଶ ମାନେ, ତେବେ ସେ ଲୋକ କେବେ ମରିବ ନାହିଁ।”
52
ଯିହୂଦୀମାନେ ଯୀଶୁଙ୍କୁ କହିଲେ, “ଆମ୍ଭେ ବର୍ତ୍ତମାନ ଜାଣିଲୁ ଯେ, ତୁମ୍ଭ ଭିତରେ ଗୋଟିଏ ଭୂତ ଅଛି। ଏପରିକି ଅବ୍ରହାମ ମରିଥିଲେ ଓ ଭବିଷ୍ୟଦ୍ବକ୍ତାମାନେ ମଧ୍ୟ ମରିଥିଲେ। କିନ୍ତୁ ତୁମ୍ଭେ କହୁଛ, ‘ମୋ’ ଉପଦେଶ ମାନିବା ଲୋକ କଦାପି ମରିବ ନାହିଁ।’
53
ତୁମ୍ଭେ କ’ଣ ଭାବୁଛ ଯେ ତୁମ୍ଭେ ଆମ୍ଭ ପିତା ଅବ୍ରହାମଙ୍କଠାରୁ ମହାନ୍? ଅବ୍ରହାମ ତ’ ମରିଗଲେ ଓ ଭବିଷ୍ୟଦ୍ବକ୍ତାମାନେ ମଧ୍ୟ ମରିଗଲେ। ତୁମ୍ଭେ ନିଜକୁ କିଏ ବୋଲି ଭାବୁଛ?”
54
ଯୀଶୁ ଉତ୍ତର ଦେଲେ, “ଯଦି ମୁଁ ନିଜକୁ ସମ୍ମାନ ଦିଅନ୍ତି, ତେବେ ସେ ସମ୍ମାନର କିଛି ମୂଲ୍ୟ ନାହିଁ। ମୋତେ ଯିଏ ସମ୍ମାନ ଦିଅନ୍ତି, ସେ ମୋର ପରିମପିତା। ଏବଂ ତୁମ୍ଭେମାନେ କହୁଛ, ସେ ତୁମ୍ଭର ପରମେଶ୍ୱର।
55
କିନ୍ତୁ ତୁମ୍ଭେ ତାହାଙ୍କୁ ପ୍ରକୃତରେ ଜାଣି ନାହଁ। ମୁଁ ତାହାଙ୍କୁ ଜାଣେ। ଯଦି ମୁଁ କହେ ଯେ, ମୁଁ ତାହାଙ୍କୁ ଜାଣେ ନାହିଁ, ତେବେ ମୁଁ ତୁମ୍ଭମାନଙ୍କ ଭଳି ମିଥ୍ୟାବାଦୀ ହେବି। କିନ୍ତୁ ମୁଁ ତାହାଙ୍କୁ ଅବଶ୍ୟ ଜାଣେ, ସେ ଯାହା କହନ୍ତି ମୁଁ ସେଗୁଡ଼ିକ ପାଳନ କରେ।
56
ମୋର ଆଗମନ ଦେଖି ପାରିବେ ବୋଲି ଆଶାକରି ତୁମ୍ଭ ପିତା ଅବ୍ରହାମ ବହୁତ ଖୁସୀ ହୋଇଥିଲେ। ସେ ସେହି ଦିନଟି ଦେଖିଲେ ଓ ଖୁସୀ ହେଲେ।”
57
ଯିହୂଦୀମାନେ ଯୀଶୁଙ୍କୁ କହିଲେ, “କ’ଣ ତୁମ୍ଭେ ଅବ୍ରହାମଙ୍କୁ କଦାପି ଦେଖି ନାହଁ! ତୁମ୍ଭର ବୟସ ତ ପଗ୍ଭଶ ବର୍ଷ ବି ନୁହେଁ।”
58
ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଅବ୍ରହାମଙ୍କ ଜନ୍ମ ପୂର୍ବରୁ, ମୁଁ ନିଜେ ଅଛି।”
59
ଯୀଶୁ ଏ କଥା କହିବା ବେଳେ ଲୋକମାନେ ତାହାଙ୍କୁ ମାରିବା ପାଇଁ ପଥର ଉଠେଇଲେ। ମାତ୍ର ସେ ଲୁଚି ଗଲେ ଓ ପରେ ମନ୍ଦିର ପରିସରରୁ ବାହାରି ଗ୍ଭଲିଗଲେ।
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 9 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21