bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Joshua 23
Joshua 23
Odia Bible ERV 2004 (ପବିତ୍ର ବାଇବଲ)
← Chapter 22
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 24 →
1
ଯିହୋଶୂୟ ଇସ୍ରାଏଲଗଣଙ୍କୁ ଉତ୍ସାହିତ କଲେ ସଦାପ୍ରଭୁ ଇସ୍ରାଏଲବାସୀଙ୍କୁ ତାଙ୍କ ଚତୁର୍ପାର୍ଶ୍ୱରେ ଥିବା ସମସ୍ତ ଶତ୍ରୁଙ୍କଠାରୁ ଶାନ୍ତି ପ୍ରଦାନ କଲେ। ଇସ୍ରାଏଲଙ୍କୁ ନିରାପତ୍ତା ଦେଲେ। ଏହିପରି ବହୁତ ଦିନପରେ ଯିହୋଶୂୟ ବୃଦ୍ଧ ହୋଇଗଲେ।
2
ଏହି ସମୟରେ ସମସ୍ତ ଇସ୍ରାଏଲର ପ୍ରାଚୀନବର୍ଗ, ସେମାନଙ୍କର ପ୍ରଧାନ, ସେମାନଙ୍କର ବିଗ୍ଭରକର୍ତ୍ତା ଓ ଅଧ୍ୟକ୍ଷମାନଙ୍କୁ ଡକାଇ ସେମାନଙ୍କୁ କହିଲେ, “ମୁଁ ବୃଦ୍ଧ ହୋଇଗଲି।
3
ତୁମ୍ଭେମାନେ ଦେଖିଅଛ ସଦାପ୍ରଭୁ ଆମ୍ଭମାନଙ୍କ ଶତ୍ରୁମାନଙ୍କ ପାଇଁ ଯାହା ଯାହା କରିଛନ୍ତି। ସେ ଏପରି କରି ଆମ୍ଭକୁ ସାହାଯ୍ୟ କରିଥିଲେ। ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭମାନଙ୍କ ପାଇଁ ଯୁଦ୍ଧ କରିଥିଲେ।
4
ମୋର ମନେ ଅଛି, ମୁଁ ତୁମ୍ଭମାନଙ୍କୁ ଯର୍ଦ୍ଦନ ନଦୀର ମଧ୍ୟବର୍ତ୍ତୀ ଓ ପଶ୍ଚିମ ଦିଗରେ ମହାସମୁଦ୍ର ପର୍ଯ୍ୟନ୍ତ ଭୂମି ତୁମ୍ଭମାନଙ୍କର ଅଧିକାର ପାଇଁ ଦେଇଅଛି। ଅଧିକୃତ ହୋଇ ନ ଥିବା ଦେଶ ତୁମ୍ଭ ଦ୍ୱାରା ଅଧିକୃତ ହେବ। କିନ୍ତୁ ତୁମ୍ଭେମାନେ ସେଗୁଡ଼ିକ ଏ ପର୍ଯ୍ୟନ୍ତ ନିଜ ଅଧୀନକୁ ଆଣି ପାରି ନାହିଁ।
5
କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କ ସମ୍ମୁଖରୁ ସେଠାରେ ବାସ କରିଥିବା ଲୋକମାନଙ୍କୁ ଘଉଡ଼ାଇ ଦେବେ! ଯାହାଫଳରେ ତୁମ୍ଭେମାନେ ସେମାନଙ୍କର ଦେଶକୁ ନେଇ ପାରିବ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଏପରି କରିବାକୁ ପ୍ରତିଜ୍ଞା କରିଛନ୍ତି।
6
“ତୁମ୍ଭେମାନେ ନିଶ୍ଚିତ ଯତ୍ନଶୀଳ ହେବ ସଦାପ୍ରଭୁଙ୍କର ସେହି ବାକ୍ୟକୁ ମାନିବା ପାଇଁ ଯାହାକି ସଦାପ୍ରଭୁ ଆମ୍ଭମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତୁମ୍ଭେମାନେ ମୋଶାଙ୍କ ଦ୍ୱାରା ଲିଖିତ ନିୟମ ପୁସ୍ତକର ସମସ୍ତ କଥାକୁ ଠିକ୍ ଠିକ୍ ଭାବେ ପାଳନ କରିବ। କେବେ ବି ସେ ନିୟମରୁ ବିଚ୍ୟୁତ ହେବ ନାହିଁ।
7
ଏପରି ମଧ୍ୟ ବହୁତ ଲୋକ ଆମ୍ଭ ସହିତ ବାସ କରୁଛନ୍ତି। ସେମାନେ ଇସ୍ରାଏଲୀୟ ନୁହନ୍ତି। ସେମାନେ, ସେମାନଙ୍କର ନିଜର ପ୍ରଭୁଙ୍କୁ ମାନୁଛନ୍ତି। ସେମାନଙ୍କ ସହିତ ବନ୍ଧୁତା ରଖ ନାହିଁ। ସେମାନଙ୍କ ପ୍ରଭୁଙ୍କର ପୂଜା କର ନାହିଁ। କି ସେମାନଙ୍କର ସେବା କର ନାହିଁ।
8
ତୁମ୍ଭେମାନେ ନିଶ୍ଚିତ ଭାବରେ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କୁ ଅନୁସରଣ କରିବ। ତୁମ୍ଭେମାନେ ଆଜି ପର୍ଯ୍ୟନ୍ତ ଯେପରି କରି ଆସୁଅଛ।
9
“ସଦାପ୍ରଭୁ ତୁମ୍ଭମାନଙ୍କୁ ବହୁତ ଶକ୍ତିଶାଳୀ ଦେଶମାନଙ୍କୁ ପରାସ୍ତ କରିବା ପାଇଁ ସାହାଯ୍ୟ କଲେ। ସଦାପ୍ରଭୁ ସେମାନଙ୍କୁ ବିତାଡ଼ିତ କରି ଦେଲେ। କୌଣସି ଦେଶ ବର୍ତ୍ତମାନ ସୁଦ୍ଧା ତୁମ୍ଭମାନଙ୍କୁ ପରାସ୍ତ କରିବାକୁ ସମର୍ଥ ହୋଇ ନାହିଁ।
10
ସଦାପ୍ରଭୁଙ୍କ ସହାୟତାରେ ଇସ୍ରାଏଲର ଯେକୌଣସି ଜଣେ ସୈନିକ ଏକ ହଜାର ସୈନିକମାନଙ୍କୁ ପରାସ୍ତ କରି ପାରିବ। କାହିଁକି ଜାଣ? ଯେହେତୁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ, ଯେହେତୁ ସେ ପ୍ରତିଜ୍ଞା କରିଥିଲେ।
11
ତୁମ୍ଭେମାନେ ନିଶ୍ଚିତ ଭାବରେ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କୁ ସର୍ବଦା ପ୍ରେମ କରୁଥିବ।
12
“କଦାପି ସଦାପ୍ରଭୁଙ୍କ ଉପଦେଶରୁ ବିଚ୍ୟୁତ ହୁଅ ନାହିଁ। କଦାପି ଅନ୍ୟମାନଙ୍କ ସହିତ ବନ୍ଧୁ ହୁଅ ନାହିଁ। ଯେଉଁମାନେ କି ଇସ୍ରାଏଲଙ୍କର ଅଂଶ ନୁହନ୍ତି। କୌଣସି ଅନ୍ୟ ବଂଶମାନଙ୍କ ସହିତ ବିବାହ କର ନାହିଁ। ଇସ୍ରାଏଲ ନୁହନ୍ତି କିନ୍ତୁ ଯଦି ତୁମ୍ଭେ ସେମାନଙ୍କର ବନ୍ଧୁ ହୁଅ।
13
ସେହି ସମୟରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରିବାରେ ଓ ଘଉଡ଼ାଇ ଦେବାରେ ତୁମ୍ଭର ପକ୍ଷ ହେବେ ନାହିଁ। ଏହି ଲୋକମାନେ ତୁମ୍ଭ ପାଇଁ ଏକ ଫାଶ ପରି ହେବେ। ସେମାନେ ତୁମ୍ଭ ପିଠି ପାଇଁ ଗ୍ଭବୁକ୍ ପରି ଓ ତୁମ୍ଭ ଆଖି ପାଇଁ କଣ୍ଟା ପରି ହେବେ। ଯେପର୍ଯ୍ୟନ୍ତ ତୁମ୍ଭେ ସେହି ଉତ୍ତମ ଦେଶ ଛାଡ଼ିବା ପାଇଁ ବାଧ୍ୟ ନ ହୋଇଛ, ଯାହା ସଦାପ୍ରଭୁ ତୁମ୍ଭଙ୍କୁ ଦେଇଥିଲେ।
14
“ମୋର ମୃତ୍ୟୁ ସମୟ ନିକଟ ହେଲାଣି। ତୁମ୍ଭେମାନେ ଜାଣ ଏବଂ ଭଲ ଭାବରେ ଜାଣ ଯେ, ସଦାପ୍ରଭୁ ତୁମ୍ଭମାନଙ୍କୁ କିପରି ସହାୟତା ଦେଇଛନ୍ତି। ଏବଂ ତୁମ୍ଭ ପାଇଁ କ’ଣ କରିଛନ୍ତି। ସେ ଯାହା କହିଛନ୍ତି ସେ ତାହା ଦେଇଛନ୍ତି। ସଦାପ୍ରଭୁ ତାଙ୍କର ସବୁ ଉତ୍ତମ ପ୍ରତିଜ୍ଞା ପୂରଣ କରିଛନ୍ତି, ଯାହା ସେ ତୁମ୍ଭ ସହିତ ପ୍ରତିଜ୍ଞା କରିଥିଲେ। ଆମ୍ଭକୁ ସବୁ ଦେଇଛନ୍ତି ସେ ଯାହାସବୁ ଆମ୍ଭ ସହିତ ପ୍ରତିଜ୍ଞା କରିଛନ୍ତି।
15
ସଦାପ୍ରଭୁ ପରମେଶ୍ୱର ଯେଉଁସବୁ ପ୍ରତିଜ୍ଞା ଆମ୍ଭ ସହିତ କରିଥିଲେ, ତାହା ସବୁ ଏବେ ସଫଳ ହେଉଛି। କିନ୍ତୁ ଠିକ୍ ସେହିପରି ସଦାପ୍ରଭୁ ଅନ୍ୟ ଯେଉଁ ପ୍ରତିଜ୍ଞା କରିଥିଲେ, ତାହା ସତ୍ୟ ହେବାକୁ ଯାଉଛି। ସେ ପ୍ରତିଜ୍ଞା କରିଛନ୍ତି ଯଦି ତୁମ୍ଭେ ଭୁଲ୍ କର, ତେବେ ତୁମ୍ଭ ପ୍ରତି ସବୁ ମନ୍ଦଫଳ ଘଟିବ। ସେ ଦେଇଥିବା ଉତ୍ତମ ଦେଶରୁ ତୁମ୍ଭକୁ ଦୂରକୁ ନେଇଯିବେ।
16
ଏହିପରି ଭାବରେ ଘଟିବ ଯଦି ତୁମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କର ସଙ୍ଗରେ କରିଥିବା ଚୁକ୍ତିର ଖିଲାପ କର। ତୁମ୍ଭେ ପାଇଥିବା ସମସ୍ତ ଭୂମି ହରାଇବ ଯଦି ତୁମ୍ଭେ ଅନ୍ୟ ଲୋକମାନଙ୍କର ପ୍ରଭୁଙ୍କୁ ଉପାସନା କର ବା ଅନ୍ୟ ଦେବତାମାନଙ୍କୁ ସେବା କର, ତେବେ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ କୋପଦୃଷ୍ଟି ପକାଇବେ। ଏହା ପରେ ତୁମ୍ଭକୁ ସଦାପ୍ରଭୁ ଦେଇଥିବା ଭଲ ଭୂମିକୁ ହରାଇବାକୁ ପଡ଼ିବ।”
← Chapter 22
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 24 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24