bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Joshua 24
Joshua 24
Odia Bible ERV 2004 (ପବିତ୍ର ବାଇବଲ)
← Chapter 23
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
1
ଯିହୋଶୂୟ ବିଦାୟ ନେଲେ ଯିହୋଶୂୟ ଇସ୍ରାଏଲ ବଂଶଗଣକୁ ଶିଖିମଠାରେ ଏକତ୍ରିତ କଲେ। ଏହା ପରେ ଯିହୋଶୂୟ ସମସ୍ତ ପ୍ରାଚୀନବର୍ଗ, ସେମାନଙ୍କର ପ୍ରାଚୀନମାନଙ୍କୁ ସେମାନଙ୍କର ବିଗ୍ଭରକର୍ତ୍ତାଗଣଙ୍କୁ ଏବଂ ସମସ୍ତ ଅଧ୍ୟକ୍ଷମାନଙ୍କୁ ଡକାଇ ସଦାପ୍ରଭୁଙ୍କ ସମ୍ମୁଖରେ ଏକତ୍ରିତ କରାଇଲେ।
2
ଏହା ପରେ ଯିହୋଶୂୟ ସମସ୍ତ ଲୋକମାନଙ୍କୁ କହିଲେ, “ମୁଁ ତୁମ୍ଭକୁ ଯାହା କହୁଅଛି, ତାହା ସଦାପ୍ରଭୁ ଇସ୍ରାଏଲ ପରମେଶ୍ୱର କହିଛନ୍ତି, ତୁମ୍ଭମାନଙ୍କୁ। ବହୁ ଦିନ ପୂର୍ବରୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମ ଓ ନାହୋରର ପିତା ତେରହ ପ୍ରଭୃତି ଇଉଫ୍ରେଟିସ୍ ନଦୀ ସେପାରିରେ ଅନ୍ୟ ଦେବତାମାନଙ୍କୁ ସେବା କରୁଥିଲେ।
3
କିନ୍ତୁ ମୁଁ ସଦାପ୍ରଭୁ ତୁମ୍ଭର ପୂର୍ବପୁରୁଷ ଅବ୍ରହାମଙ୍କୁ ସେ ଭୂମିରୁ ଆଣି ନଦୀ ଏପାରିରେ ରଖିଲି। ମୁଁ ତାଙ୍କୁ କିଣାନ ଦେଶର ସବୁଆଡ଼େ ଆଗେଇ ନେଲି, ଏବଂ ତା’ର ବଂଶକୁ ବହୁ ସନ୍ତାନ ଦେଲି। ଏବଂ ତାକୁ ମଧ୍ୟ ଏକ ପୁତ୍ର ଦେଲି ଯାହାର ନାମ ଇସ୍ହାକ।
4
ଏବଂ ଇସ୍ହାକକୁ ଦୁଇଟି ପୁତ୍ର ଦେଲି, ସେମାନେ ହେଲେ, ଯାକୁବ ଓ ଏଷୌ। ଏବଂ ଏଷୌକୁ ସେୟୀର ପର୍ବତ ଓ ତା’ର ପାର୍ଶ୍ୱବର୍ତ୍ତୀ ଭୂମି ଦେଲି। ଯାକୁବ ଏବଂ ତାଙ୍କର ସନ୍ତାନମାନେ ସେଠାରେ ବାସ କଲେ ନାହିଁ। ସେମାନେ ବାସ କରିବାକୁ ମିଶରକୁ ପଳାଇ ଗଲେ।
5
“‘ଏହା ପରେ ମୁଁ, ମୋଶା ଓ ହାରୋଣକୁ ସେହି ସ୍ଥାନକୁ ପଠାଇଲି। ଆଉ ମୁଁ ଗ୍ଭହିଁଥିଲି ମୋର ଲୋକମାନଙ୍କୁ ମିଶରରୁ ଫେରାଇ ଆଣିବା ପାଇଁ। ମିଶର ମଧ୍ୟରେ ଶକ୍ତିଶାଳୀ କାର୍ଯ୍ୟ କରି ମୁଁ ସେମାନଙ୍କୁ ପୀଡ଼ା ଦେଲି। ଏହା ପରେ ମୁଁ ତୁମ୍ଭମାନଙ୍କର ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଲି।
6
ଏହିପରି ଭାବରେ ମୁଁ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ମିଶରରୁ ନେଇ ଆସିଲି। ମିଶରୀୟମାନେ ରଥ ଓ ରଥାରୋହୀ ସହିତ ସୂଫସାଗର ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ପଛେ ପଛେ ଗୋଡ଼ାଇ ଆସିଥିଲେ। ମିଶରୀୟ ରଥାରୋହୀ ଓ ଅଶ୍ୱାରୋହୀ ମଧ୍ୟ ଥିଲେ।
7
ତେଣୁ ଲୋକମାନେ ମୋତେ ପ୍ରାର୍ଥନା କଲେ, ‘ହେ ପ୍ରଭୁ, ଆମ୍ଭକୁ ସାହାଯ୍ୟ କର।’ ମୁଁ ମିଶରୀୟମାନଙ୍କ ପାଇଁ ବହୁ ଅସୁବିଧା କରାଇଲି । ଏବଂ ମିଶରୀୟମାନଙ୍କ ଉପରେ ସମୁଦ୍ରକୁ ଆଚ୍ଛନ୍ନ କରାଇଲି। ତୁମ୍ଭେମାନେ ଦେଖିଅଛ, ମୁଁ ମିଶରୀୟ ସୈନ୍ୟମାନଙ୍କୁ କି ଅବସ୍ଥା କରିଛି। ଏହା ପରେ ତୁମ୍ଭେମାନେ ସେହି ମରୁ ଅଞ୍ଚଳରେ ଦୀର୍ଘଦିନ ଧରି ବାସ କଲ।
8
ଏହା ପରେ ମୁଁ ତୁମ୍ଭମାନଙ୍କୁ ଯର୍ଦ୍ଦନ ନଦୀର ପୂର୍ବପାର୍ଶ୍ୱରେ ବାସ କରୁଥିବା ଇମୋରୀୟମାନଙ୍କର ଦେଶକୁ ଆଣିଲି। ଏହା ପରେ ସେମାନେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ତେଣୁ ମୁଁ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲି। ଏହିପରି ତୁମ୍ଭେ ସେମାନଙ୍କର ଦେଶକୁ ଅଧିକାର କଲ। ଏବଂ ସେମାନଙ୍କୁ ବିନାଶ କଲ।
9
“‘ଏହା ପରେ ସିପ୍ପୋରର ପୁତ୍ର ବାଲାକ୍ ଯେ କି ମୋୟାବର ରାଜା ଥିଲା ସେ ପ୍ରସ୍ତୁତ ହେଲା। ଇସ୍ରାଏଲଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ତାଙ୍କର ରାଜା ବିୟୋର ପୁତ୍ର ବିଲିୟମକୁ ପଠାଇଲା। ସେ ତୁମ୍ଭମାନଙ୍କୁ ଶାପ ଦେବା ପାଇଁ ବିଲିୟମକୁ ପଠାଇଲା।
10
କିନ୍ତୁ ମୁଁ ସଦାପ୍ରଭୁ ବିଲିୟମର କଥାକୁ ଧ୍ୟାନ ଦେଲି ନାହିଁ। ସେ ତୁମ୍ଭକୁ ବହୁବାର ଆଶୀର୍ବାଦ କଲା। ଏବଂ ମୁଁ ତୁମ୍ଭକୁ ତା’ର ଶକ୍ତି କବଳରୁ ରକ୍ଷା କଲି।
11
“‘ଏହା ପରେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯିରୀହୋକୁ ଗଲ। ଯିରୀହୋ ନଗରର ଲୋକମାନେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ଏବଂ ତୁମ୍ଭେମାନେ ମଧ୍ୟ ଇମୋରୀୟ, ପିରିଷୀୟ, କିଣାନୀୟ, ହିତ୍ତୀୟ, ଗିର୍ଗାଶୀୟ, ହିବ୍ବୀୟ ଓ ଯିବୂଷୀୟମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କଲେ ଏବଂ ମୁଁ ସେମାନଙ୍କୁ ତୁମ୍ଭମାନଙ୍କ ହାତରେ ସମର୍ପଣ କଲି।
12
ଯେତେବେଳେ ତୁମ୍ଭର ସୈନ୍ୟମାନେ ଆଗେଇ ଗ୍ଭଲିଲେ, ମୁଁ ସେମାନଙ୍କ ଆଗେ ଆଗେ ବିରୁଡ଼ି ମାନଙ୍କୁ ପଠାଇଲି। ସେହି ବିରୁଡ଼ିମାନେ ସେମାନଙ୍କୁ ସେଠାରୁ ତଡ଼ି ଦେଲେ ଓ ସେହି ଦୁଇଜଣ ଇମୋରୀୟ ରାଜାଙ୍କୁ ତୁମ୍ଭମାନଙ୍କ ସମ୍ମୁଖରୁ ତଡ଼ି ଦେଲେ। ଯେପରିକି ତୁମ୍ଭର ଖଣ୍ତା କିମ୍ବା ଧନୁର ବ୍ୟବହାର ନ କରି ତୁମ୍ଭେମାନେ ଜିତିଗଲ ଓ ସେମାନଙ୍କର ଦେଶକୁ ଅଧିକାର କଲ।
13
“‘ମୁଁ ସଦାପ୍ରଭୁ ସେହି ଦେଶକୁ ତୁମ୍ଭକୁ ଦେଲି। ତୁମ୍ଭେମାନେ ଏ ଦେଶ ପାଇବା ପାଇଁ କିଛି ପରିଶ୍ରମ କରି ନାହଁ। ମୁଁ ତୁମ୍ଭକୁ ଯେଉଁ ସହର ଦେଲି ତାକୁ ତୁମ୍ଭେ ତିଆରି କରି ନ ଥିଲ। ମୁଁ ଏଗୁଡ଼ିକୁ ତୁମ୍ଭକୁ ଦେଲି। ଏବଂ ତୁମ୍ଭେମାନେ ସେହି ଦେଶ ଓ ସହରରେ ବାସ କରୁଛ। ସେଗୁଡ଼ିକ ମୁଁ ଦେଇଅଛି। ତୁମ୍ଭେମାନେ ଯେଉଁ ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ରୋପଣ କରି ନ ଥିଲ ତାହା ତୁମ୍ଭେମାନେ ଭୋଗ କରୁଅଛ।’”
14
ଏହା ପରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ବର୍ତ୍ତମାନ ତୁମ୍ଭେ ସଦାପ୍ରଭୁଙ୍କର ବାକ୍ୟ ଶୁଣିଲ। ତେଣୁ ତୁମ୍ଭେ ସଦାପ୍ରଭୁଙ୍କୁ ଅନ୍ତରର ସହକାରେ ସେବା କର ଓ ସମ୍ମାନ ଦିଅ। ତୁମ୍ଭମାନଙ୍କର ପୂର୍ବପୁରୁଷ ମିଶରରେ ଥିବା ବେଳେ ସେବା କରୁଥିବା ଦେବତାଗଣଙ୍କୁ ଫରାତ୍ ନଦୀର ଅପର ପାର୍ଶ୍ୱକୁ ଫିଙ୍ଗିଦିଅ। ଏବଂ ବିନା ଦ୍ୱିଧାରେ ଏହି ସଦାପ୍ରଭୁଙ୍କୁ ସେବା କର।
15
“ଯଦି ସଦାପ୍ରଭୁଙ୍କ ସେବା ତୁମ୍ଭ ଦୃଷ୍ଟିରେ ମନ୍ଦ ଦିଶେ। ତେବେ ତୁମ୍ଭେମାନେ କାହାର ସେବା କରିବ ଆଜି ମନୋନୀତ କର। ତୁମ୍ଭମାନଙ୍କୁ ଆଜି ନିଷ୍ପତ୍ତି ନେବାକୁ ପଡ଼ିବ ଯେ ତୁମ୍ଭେ କାହାର ସେବା କରିବ। ତୁମ୍ଭେ କ’ଣ ତୁମ୍ଭ ପୂର୍ବପୁରୁଷଗଣର ଇଉଫ୍ରେଟିସ୍ ନଦୀ ସେପାରୀରେ ଥିବା ଦେବତାଗଣଙ୍କୁ ପୂଜା କରିବ? କିମ୍ବା ସେହି ଦେଶରେ ବାସ କରିଥିବା ଇମୋରୀୟମାନଙ୍କର ଦେବତାଙ୍କୁ ପୂଜା କରିବ? ତୁମ୍ଭେମାନେ ତୁମ୍ଭମାନଙ୍କ ପାଇଁ ଆଜି ଏହାର ନିଷ୍ପତ୍ତି ନିଅ। କିନ୍ତୁ ମୁଁ ଓ ମୋର ପରିବାରବର୍ଗ ସେହି ସଦାପ୍ରଭୁ ପରମେଶ୍ୱରଙ୍କୁ ସେବା କରିବୁ!”
16
ଏହା ପରେ ସେହି ଲୋକମାନେ ଉତ୍ତର ଦେଲେ, “ଆମ୍ଭେମାନେ କେବେ ସଦାପ୍ରଭୁଙ୍କ ଅନୁସରଣରୁ ବିଚ୍ୟୁତ ହେବୁ ନାହିଁ। ଆମ୍ଭେମାନେ କଦାପି ଅନ୍ୟ ଦେବତାମାନଙ୍କୁ ପୂଜା କରିବୁ ନାହିଁ।
17
ଆମ୍ଭେମାନେ ଜାଣୁ ସଦାପ୍ରଭୁ ପରମେଶ୍ୱର ଆମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିଶରରୁ ଆଣିଥିଲେ। ଆମ୍ଭେମାନେ ସେଠାରେ କ୍ରୀତଦାସ ଥିଲୁ। କିନ୍ତୁ ସଦାପ୍ରଭୁ ଆମ୍ଭମାନଙ୍କ ଆଖି ଆଗରେ ସେଠାରେ ଏକ ଅଦ୍ଭୂତ କାର୍ଯ୍ୟ କରିଛନ୍ତି। ସଦାପ୍ରଭୁ ପରମେଶ୍ୱର ଆମ୍ଭମାନଙ୍କୁ ସେ ଦେଶରୁ ଆଣିଛନ୍ତି ଓ ଆମ୍ଭେମାନେ ଯେତେବେଳେ ଅନ୍ୟ ଦେଶକୁ ଗଲୁ, ଆମ୍ଭକୁ ବିପଦରୁ ସୁରକ୍ଷା ପ୍ରଦାନ କରିଛନ୍ତି।
18
ସଦାପ୍ରଭୁ ଆମ୍ଭମାନଙ୍କୁ ସହାୟ ହେଲେ, ସେମାନଙ୍କୁ ପରାସ୍ତ କରିବା ପାଇଁ, ଯେଉଁମାନେ ଏହି ଦେଶରେ ବାସ କରୁଥିଲେ। ସଦାପ୍ରଭୁ ଏହି ଦେଶନିବାସୀ ଇମୋରୀୟମାନଙ୍କୁ ମଧ୍ୟ ପରାସ୍ତ କରିଛନ୍ତି, ଯେଉଁଠାରେ ଆମ୍ଭେ ବର୍ତ୍ତମାନ ବାସ କରୁଅଛୁ। ତେଣୁ ଆମ୍ଭେ ସଦାପ୍ରଭୁଙ୍କୁ ସେବା କରିବା ଉଚିତ୍, ଯେହେତୁ ସେ ହେଉଛନ୍ତି ଆମ୍ଭର ସଦାପ୍ରଭୁ ପରମେଶ୍ୱର।”
19
ଏହା ପରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ଏହା ସତ୍ୟ ନୁହେଁ, ତୁମ୍ଭେମାନେ ସଦାପ୍ରଭୁଙ୍କର ସେବା କରିବାକୁ ସକ୍ଷମ ହେବ ନାହିଁ। କାରଣ ସଦାପ୍ରଭୁ ପରମେଶ୍ୱର ପବିତ୍ର। ଅନ୍ୟ ଦେବତାର ସେବା କଲେ ପରମେଶ୍ୱର ତାଙ୍କର ଲୋକମାଲଙ୍କୁ ଘୃଣା କରନ୍ତି। ସଦାପ୍ରଭୁ ତୁମ୍ଭକୁ କ୍ଷମା କରିବେ ନାହିଁ, ଯଦି ତୁମ୍ଭେମାନେ ଏହିପରି ଭାବରେ ତାଙ୍କର ବିରୁଦ୍ଧାଚରଣ କର।
20
ତୁମ୍ଭେମାନେ ଯଦି ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବିଦେଶୀୟ ଦେବତାମାନଙ୍କୁ ସେବା କର, ତେବେ ସଦାପ୍ରଭୁ ତୁମ୍ଭର ଅମଙ୍ଗଳ କରିବେ। ସେ ତୁମ୍ଭର ମଙ୍ଗଳ କରିଥିଲେ ହେଁ ସେ ତୁମ୍ଭକୁ ସଂହାର କରିବେ।”
21
କିନ୍ତୁ ସେହି ଲୋକମାନେ ଯିହୋଶୂୟଙ୍କୁ କହିଲେ, “ନା, ଆମ୍ଭେମାନେ ସଦାପ୍ରଭୁଙ୍କୁ ହିଁ ସେବା କରିବୁ।”
22
ଏହା ପରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେ ନିଜ ପାଇଁ ନିଜେ ସାକ୍ଷୀ କି? ତୁମ୍ଭେ ସଦାପ୍ରଭୁଙ୍କ ସେବା ଉପାସନା କରୁଛ ବୋଲି?” ଲୋକମାନେ ଉତ୍ତର ଦେଇ କହିଲେ, “ହଁ, ଏହା ସତ୍ୟ। ଆମ୍ଭେ ସମସ୍ତେ ଏହାର ସାକ୍ଷୀ ରହିଲୁ। ଆମ୍ଭେମାନେ ସଦାପ୍ରଭୁଙ୍କର ଉପାସନା କରିବୁ।”
23
ଏହା ପରେ ଯିହୋଶୂୟ କହିଲେ, “ତୁମ୍ଭମାନଙ୍କ ମଧ୍ୟରେ ଥିବା ଭଣ୍ତ ଦେବତାମାନଙ୍କୁ ଫୋପାଡ଼ି ଦିଅ ଏବଂ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କୁ ଉପାସନା କର।”
24
ଏହା ପରେ ଲୋକମାନେ ଯିହୋଶୂୟଙ୍କୁ କହିଲେ, “ଆମ୍ଭେମାନେ ସଦାପ୍ରଭୁ ପରମେଶ୍ୱରଙ୍କୁ ଉପାସନା କରିବୁ। ଆମ୍ଭେ ସଦାପ୍ରଭୁଙ୍କର ବାକ୍ୟ ମାନି ଚଳିବୁ।”
25
ତେଣୁ ସେହି ଦିନ ଯିହୋଶୂୟ ସେହି ଲୋକମାନଙ୍କ ସହିତ ଏକ ଚୁକ୍ତି କଲେ। ଯିହୋଶୂୟ ଏହି ଚୁକ୍ତିନାମା ଶିଖିମ୍ ସହରରେ କଲେ। ଏହା ସେମାନଙ୍କ ପାଇଁ ଅନୁସରଣ କରିବାର ଏକ ନିୟମ ସ୍ୱରୂପ ହେଲା।
26
ଯିହୋଶୂୟ ଏହାକୁ ଲେଖି ରଖିଲେ, ସଦାପ୍ରଭୁଙ୍କ ନିୟମ ପୁସ୍ତକରେ ଏବଂ ଏକ ବୃହତ୍ତ ପ୍ରସ୍ତର ନେଇ ସଦାପ୍ରଭୁଙ୍କ ପବିତ୍ର ଆବାସର ନିକଟବର୍ତ୍ତୀ ଅଲୋନବୃକ୍ଷମୂଳେ ସ୍ଥାପନ କଲେ।
27
ଏହା ପରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ଏହି ପ୍ରସ୍ତର ଆମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ। କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁସବୁ କଥା କହିଥିଲେ, ପ୍ରତ୍ୟେକ କଥାକୁ ଏହା ଶୁଣି ଅଛି। ତେଣୁ ଏହା ସାକ୍ଷୀ ହୋଇ ଠିଆ ହେବ, ଯାହା ଫଳରେ ତୁମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ବିରୁଦ୍ଧରେ ଯାଅ ନାହିଁ।”
28
ଏହା ପରେ ଯିହୋଶୂୟ ଉପସ୍ଥିତ ସମସ୍ତ ଲୋକମାନଙ୍କୁ ଗୃହକୁ ଫେରିଯିବା ପାଇଁ କହିଲେ। ତେଣୁ ପ୍ରତ୍ୟେକ ଲୋକ ନିଜ ନିଜ ଦେଶକୁ ଫେରିଗଲେ।
29
ଯିହୋଶୂୟଙ୍କର ମୃତ୍ୟୁ ଏହା ପରେ ନୂନର ପୁତ୍ର, ସଦାପ୍ରଭୁଙ୍କର ସେବକ ଯିହୋଶୂୟଙ୍କର ମୃତ୍ୟୁ ହେଲା। ତାଙ୍କୁ ସେତେବେଳେ 110 ବର୍ଷ ହୋଇଥିଲା।
30
ଏହା ପରେ ଲୋକମାନେ ଗାଶ୍ ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନାତ୍-ସେରହରେ ତାଙ୍କର ନିଜର ଜମି ମଧ୍ୟରେ ତାଙ୍କୁ କବର ଦେଲେ।
31
ଇସ୍ରାଏଲୀୟମାନେ ସଦାପ୍ରଭୁଙ୍କୁ ଉପାସନା କରିଥିଲେ, ତାଙ୍କର ମୃତ୍ୟୁପରେ ମଧ୍ୟ ସେମାନେ ସଦାପ୍ରଭୁଙ୍କର ଉପାସନା କଲେ। ସେମାନଙ୍କର ବୟୋଜ୍ୟେଷ୍ଠଗଣ ବଞ୍ଚିଥିଲା ଯାଏ ସେମାନେ ସଦାପ୍ରଭୁଙ୍କର ଉପାସନା କରିବା ଜାରି ରଖିଲେ। ଏହି ମୂଖିଆମାନେ ଦେଖିଥିଲେ ସଦାପ୍ରଭୁ ଇସ୍ରାଏଲକୁ ଯାହା କରିଥିଲେ।
32
ଯୋଷେଫଙ୍କର ଗୃହକୁ ପ୍ରତ୍ୟାବର୍ତ୍ତନ ଯେତେବେଳେ ଇସ୍ରାଏଲବାସୀମାନେ ମିଶରକୁ ପରିତ୍ୟାଗ କଲେ। ସେତେବେଳେ ଯୋଷେଫଙ୍କ ଅସ୍ଥିସବୁ ତାଙ୍କ ସହିତ ନେଇ ଆସିଥିଲେ। ତେଣୁ ଲୋକମାନେ ଯୋଷେଫଙ୍କର ସେହି ଅସ୍ଥିକୁ ଶିଖିମଠାରେ କବର ଦେଲେ। ସେମାନେ ତାଙ୍କର ଅସ୍ଥିକୁ ସେହି ଭୂମିରେ କବର ଦେଲେ, ଯେଉଁ ସ୍ଥାନ ଶିଖିମର ପିତା ହାମୋରସନ୍ତାନମାନଙ୍କଠାରୁ କ୍ରୟ କରିଥିଲେ। ଯାକୁବ ସେହି ଭୂମିକୁ ଏକ ଶହ ରୌପ୍ୟ ମୁଦ୍ରାରେ କ୍ରୟ କରିଥିଲେ। ଏହି ଭୂମି ଯୋଷେଫଙ୍କର ସନ୍ତାନମାନଙ୍କ ଅଧିକାରରେ ରହିଲା।
33
ହାରୋଣର ପୁତ୍ର, ଇଲିୟାସର ମଲେ, ଓ ଇଫ୍ରୟିମର ପାର୍ବତ୍ୟମୟ ଦେଶର ଗିବିୟାଠାରେ ତାଙ୍କୁ କବର ଦିଆଗଲା। ତାଙ୍କର ପୁତ୍ର ପୀନହସ୍କୁ ଗିବିୟୋନ ଦିଆଗଲା।
← Chapter 23
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24