bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Joshua 4
Joshua 4
Odia Bible ERV 2004 (ପବିତ୍ର ବାଇବଲ)
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 5 →
1
ଲୋକମାନଙ୍କ ସ୍ମରଣ ପାଇଁ ଅଦ୍ଭୂତ ଶିଳା ସମସ୍ତ ଲୋକ ଯର୍ଦ୍ଦନ ନଦୀ ପାର ହୋଇ ସାରିବା ପରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ,
2
“ବାର ଜଣ ଲୋକଙ୍କୁ ବାରଟି ଗୋଷ୍ଠୀବର୍ଗରୁ ବାଛ। ପ୍ରତ୍ୟେକ ଗୋଷ୍ଠୀବର୍ଗରୁ ଜଣେ।
3
ଏହିପରି ଭାବେ ସେମାନଙ୍କୁ ଆଦେଶ ଦିଅ, ଯେଉଁଠାରେ ଯାଜକଗଣ ନଦୀ ମଝିରେ ଛିଡ଼ା ହୋଇଥିଲେ ବାରଟି ଶିଳାଖଣ୍ତ ସଂଗ୍ରହ କର। ତୁମ୍ଭ ସହିତ ସେହି ବାରଟି ଶିଳାଖଣ୍ଡକୁ ବହିନିଅ। ତୁମ୍ଭେ ଯେଉଁଠାରେ ରାତି କଟାଇବାକୁ ଯୋଜନା କରିଛ, ସେଗୁଡ଼ିକ ସେଠାରେ ରଖ।”
4
ତେଣୁ ଯିହୋଶୂୟ ବାରଟି ଗୋଷ୍ଠୀବର୍ଗରୁ ବାର ଜଣଙ୍କୁ ବାଛିଲେ। ପ୍ରତ୍ୟେକ ଗୋଷ୍ଠୀବର୍ଗରୁ ଜଣେ। ତା’ପରେ ସେ ସେହି ବାର ଜଣ ଲୋକଙ୍କୁ ଗୋଟିଏ ଜାଗାରେ ଏକତ୍ର କଲେ।
5
ଯିହୋଶୂୟ ସେହି ବାର ଜଣ ଲୋକଙ୍କୁ କହିଲେ, “ଯର୍ଦ୍ଦନ ନଦୀର ମଝିକୁ ଯାଅ ଯେଉଁଠାରେ ଯାଜକମାନେ ସଦାପ୍ରଭୁଙ୍କର ପବିତ୍ର ନିୟମ-ସିନ୍ଦୁକ ଧରି ଠିଆ ହୋଇ ଥିଲେ, ତୁମ୍ଭେମାନେ ବାରଟି ଶିଳାଖଣ୍ତ ପାଇବା ଉଚିତ୍। ସେଠାରୁ ତୁମ୍ଭେମାନେ ପ୍ରତ୍ୟେକେ ଗୋଟିଏ ଲେଖାଏଁ ଶିଳା ତୁମ୍ଭ କାନ୍ଧରେ ବହି ଆଣିବ।
6
ସେହି ଶିଳାଗୁଡ଼ିକ ତୁମ୍ଭମାନଙ୍କର ଏକ ପ୍ରତୀକ ହୋଇ ରହିବ। ଭବିଷ୍ୟତରେ ଯେତେବେଳେ ତୁମ୍ଭର ପିଲାମାନେ ଉତ୍ସୁକ ହୋଇ ତୁମ୍ଭକୁ ପଗ୍ଭରିବେ, ‘ଏହି ପଥରଗୁଡ଼ିକ ତୁମ୍ଭ ପାଇଁ କ’ଣ?’
7
ତୁମ୍ଭେ ତୁମ୍ଭର ପିଲାମାନଙ୍କୁ କହିବ ଯେ ସଦାପ୍ରଭୁ ଯର୍ଦ୍ଦନ ନଦୀର ଜଳ ଧାରକୁ ବନ୍ଦ କରିଥିଲେ। ସେହି ସମୟରେ ଯାଜକମାନେ ସଦାପ୍ରଭୁଙ୍କର ଚୁକ୍ତିର ପବିତ୍ର ସିନ୍ଦୁକ ସହିତ ଧରି ନଦୀ ପାର ହେଉଥିଲେ, ଏହି ଶିଳା ଖଣ୍ତଗୁଡ଼ିକ ସବୁଦିନ ପାଇଁ ଇସ୍ରାଏଲବାସୀଙ୍କର କଥାକୁ ମନେପକାଉ ଥିବ।”
8
ତେଣୁ ଇସ୍ରାଏଲ ଲୋକମାନେ ଯିହୋଶୂୟଙ୍କର ନିର୍ଦ୍ଦେଶ ମାନିଲେ। ସେମାନେ ସେହି ବାର ଖଣ୍ତ ଶିଳାଗୁଡ଼ିକୁ ନଦୀ ଶଯ୍ୟାରୁ ଆଣିଲେ। ସଦାପ୍ରଭୁ ଯିହୋଶୂୟଙ୍କୁ ଦେଇଥିବା ନିର୍ଦ୍ଦେଶ ଅନୁସାରେ ପ୍ରତ୍ୟେକ ପରିବାରବର୍ଗକୁ ଜଣେ ଗୋଟିଏ ଶିଳାଖଣ୍ତ ନେଲେ। ଲୋକମାନେ ସେମାନଙ୍କ ସହିତ ଶିଳାଖଣ୍ତ ବହିଲେ। ଏବଂ ସେମାନେ ଯେଉଁଠାରେ ରାତ୍ରି ଯାପନ କରନ୍ତି, ସେଠାରେ ଶିଳାଖଣ୍ଡକୁ ରଖନ୍ତି।
9
ଯିହୋଶୂୟ ଯର୍ଦ୍ଦନ ନଦୀର ମଝିରେ ବାର ଖଣ୍ତ ପଥର ବସାଇଲେ। ଯେଉଁଠାରେ ବାର ଜଣ ଯାଜକ ସଦାପ୍ରଭୁଙ୍କର ନିୟମ-ସିନ୍ଦୁକ ଧରି ଠିଆ ହୋଇଥିଲେ। ଯାହାକି ଆଜି ପର୍ଯ୍ୟନ୍ତ ପଥରଖଣ୍ତଗୁଡ଼ିକ ସେହି ସ୍ଥାନରେ ଅଛି।
10
ସଦାପ୍ରଭୁ ଯିହୋଶୂୟଙ୍କୁ ନିର୍ଦ୍ଦେଶ କରିଥିଲେ, ଲୋକମାନଙ୍କୁ କହିବା ପାଇଁ, ଯାହା ମୋଶା ଯିହୋଶୂୟଙ୍କୁ କହିଥିଲେ। ତେଣୁ ଯାଜକମାନେ ଯେଉଁମାନେ ସଦାପ୍ରଭୁଙ୍କର ସିନ୍ଦୁକ ବହୁଥିଲେ, ସମସ୍ତ ଇସ୍ରାଏଲ ଲୋକମାନେ ନଦୀ ପାର ନ ହେବା ପର୍ଯ୍ୟନ୍ତ, ସେମାନେ ସେହି ନଦୀ ଶଯ୍ୟାରେ ଠିଆ ହୋଇ ରହିଲେ ।
11
ଯେତେବେଳେ ସମସ୍ତ ଲୋକମାନେ ନଦୀ ପାର ହୋଇଗଲେ, ଏହା ପରେ ଯାଜକଗଣ ସଦାପ୍ରଭୁଙ୍କର ପବିତ୍ର ନିୟମ-ସିନ୍ଦୁକ ଧରି ଯର୍ଦ୍ଦନ ନଦୀ ପାର ହୋଇଗଲେ।
12
ରୁବେନ୍ ଗୋଷ୍ଠୀର ମନୁଷ୍ୟମାନେ, ଗାଦ୍ ଗୋଷ୍ଠୀର ମନୁଷ୍ୟମାନେ ଓ ମନଃଶିର ଅର୍ଦ୍ଧେକ ଗୋଷ୍ଠୀଗଣ, ଯୁଦ୍ଧାସ୍ତ୍ରରେ ସଜ୍ଜିତ ଓ ଯୁଦ୍ଧ ପାଇଁ ପ୍ରସ୍ତୁତ ହୋଇ ଇସ୍ରାଏଲୀୟମାନଙ୍କ ଆଗରେ ନଦୀ ପାର ହୋଇଗଲେ, ଠିକ୍ ମୋଶା ଯେପରି ସେମାନଙ୍କୁ କହିଲେ ।
13
ପ୍ରାୟ 40,000 ସୈନ୍ୟ ଯୁଦ୍ଧ କରିବା ପାଇଁ ପ୍ରସ୍ତୁତ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ପାର ହୋଇ ଯିରୀହୋ ପଦାକୁ ଗଲେ।
14
ସେହି ଦିନ ସଦାପ୍ରଭୁ ଇସ୍ରାଏଲର ଲୋକମାନଙ୍କ ଆଗରେ ଯିହୋଶୂୟଙ୍କୁ ସମ୍ଭ୍ରାନ୍ତ କଲେ। ତହିଁରେ ଲୋକମାନେ ମୋଶାଙ୍କୁ ଯେପରି ଭୟ କରୁଥିଲେ, ସମ୍ମାନ କରୁଥିଲେ, ସେହିପରି ତାଙ୍କର ଜୀବନସାରା ତାଙ୍କୁ ଭୟ ଓ ସମ୍ମାନ କଲେ।
15
ଯେତେବେଳେ ଯାଜକମାନେ ନିୟମ-ସିନ୍ଦୁକ ନଦୀ ମଧ୍ୟରେ ପାର କରୁଥିଲେ ସେ ସମୟରେ ସେମାନେ ନଦୀରେ ଛିଡ଼ା ହୋଇଥିଲେ, ସେ ସମୟରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ,
16
“ତୁମ୍ଭେ ଯାଜକମାନଙ୍କୁ ନିର୍ଦ୍ଦେଶ ଦିଅ ଯର୍ଦ୍ଦନ ନଦୀ ମଧ୍ୟରୁ ବାହାରକୁ ଆସିବା ପାଇଁ।”
17
ତେଣୁ ଯିହୋଶୂୟ ନିର୍ଦ୍ଦେଶ ଦେଇ ଯାଜକମାନଙ୍କୁ, କହିଲେ, “ଯର୍ଦ୍ଦନ ନଦୀରୁ ବାହାରକୁ ଆସ।”
18
ଯାଜକମାନେ ଯିହୋଶୂୟଙ୍କୁ ମାନିଲେ। ସେମାନେ ସେହି ପବିତ୍ର ସିନ୍ଦୁକକୁ ଧରି ନଦୀରୁ କୂଳକୁ ଆସିଲେ। ଯେତେବେଳେ ଯାଜକମାନଙ୍କର ପାଦ ନଦୀରୁ ବାହାରି ଆସିଲା, ଯର୍ଦ୍ଦନ ନଦୀ ପୂର୍ବପରି ବହିବାକୁ ଲାଗିଲା। ଏହି ନଦୀ ପୂର୍ବପରି ତା’ର କୂଳ ଲଙ୍ଘନ କଲା।
19
ପ୍ରଥମ ମାସର ଦଶମ ଦିନରେ ଲୋକମାନେ ଯର୍ଦ୍ଦନ ନଦୀ ପାର ହୋଇ ଯିରୀହୋର ପୂର୍ବ ସୀମାସ୍ଥିତ ଗିଲ୍ଗଲ୍ଠାରେ ଛାଉଣି ସ୍ଥାପନ କଲେ।
20
ସେମାନେ ଯର୍ଦ୍ଦନରୁ ଆଣିଥିବା ସେହି ବାରଟି ଶିଳାଖଣ୍ଡକୁ ଯିହୋଶୂୟ ଗିଲ୍ଗଲ୍ଠାରେ ସ୍ଥାପନ କଲେ।
21
ତା’ପରେ ଯିହୋଶୂୟ ଇସ୍ରାଏଲ ଲୋକମାନଙ୍କୁ କହିଲେ, “ଭବିଷ୍ୟତରେ ତୁମ୍ଭର ପିଲାମାନେ ସେମାନଙ୍କର ପିତାମାତାଙ୍କୁ ପଗ୍ଭରିବେ, ‘ଏ ପଥରଗୁଡ଼ିକ କ’ଣ?’
22
ତୁମ୍ଭେ ତୁମ୍ଭର ପିଲାମାନଙ୍କୁ କହିବ, ‘ଏହି ଶିଳାଖଣ୍ତଗୁଡ଼ିକ ଅତୀତର ସ୍ମୃତି, କିପରି ଇସ୍ରାଏଲର ଲୋକମାନେ ଶୁଖିଲା ଭୂମିରେ ଯର୍ଦ୍ଦନ ନଦୀ ପାର ହୋଇଥିଲେ।
23
ଆମ୍ଭେମାନେ ପାର ହେବାଯାଏ, ଯେପରି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତାଙ୍କର ଶକ୍ତିବଳରେ ସୂଫସାଗର ଶୁଷ୍କ କରିଥିଲେ, ସେହିପରି ତୁମ୍ଭେମାନେ ପାର ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସମ୍ମୁଖରେ ଯର୍ଦ୍ଦନ ନଦୀ ଶୁଷ୍କ କଲେ।’
24
ସଦାପ୍ରଭୁ ଏହିପରି କଲେ, କାରଣ ପୃଥିବୀସ୍ଥ ସମୁଦାୟ ଲୋକ ସଦାପ୍ରଭୁ ଶକ୍ତିଶାଳୀ ବୋଲି ଜାଣି ପାରିବେ, ସେଥିପାଇଁ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କୁ ସର୍ବଦା ଭୟ ଓ ସମ୍ମାନ କରିବ।”
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 5 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24