bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Jude 1
Jude 1
Odia Bible ERV 2004 (ପବିତ୍ର ବାଇବଲ)
Jump to:
Chapter 1
1
ମୁଁ ଯିହୂଦା, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ସେବକ ଓ ଯାକୁବଙ୍କର ଭାଇ ଅଟେ। ଯେଉଁମାନେ ପରମେଶ୍ୱରଙ୍କ ଦ୍ୱାରା ଆହ୍ୱାନ ପାଇଛନ୍ତି ସେମାନଙ୍କ ନିକଟକୁ ଲେଖୁଛି। ପରମ ପିତା ପରମେଶ୍ୱର ତୁମ୍ଭମାନଙ୍କୁ ପ୍ରେମ କରନ୍ତି ଓ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭେମାନେ ସୁରକ୍ଷିତ ଭାବେ ରଖାଯାଇଛ।
2
ପରମେଶ୍ୱରଙ୍କର ଦୟା, ପ୍ରେମ ଓ ଶାନ୍ତି ପ୍ରଚୁର ଭାବରେ ତୁମ୍ଭେମାନେ ଭୋଗ କର।
3
ଭୁଲ୍ କରୁଥିବା ଲୋକମାନଙ୍କୁ ପରମେଶ୍ୱର ଦଣ୍ଡ ଦେବେ ପ୍ରିୟ ବନ୍ଧୁମାନେ, ମୁଁ ତୁମ୍ଭମାନଙ୍କ ପାଖକୁ ଆମ୍ଭେ ସମସ୍ତେ ଅଂଶୀଦାର ହୋଇଥିବା ପରିତ୍ରାଣ ସମ୍ବନ୍ଧରେ ଲେଖିବା ପାଇଁ ବହୁତ ଇଚ୍ଛା କରୁଥିଲି। କିନ୍ତୁ ତାହା ବଦଳରେ ମୁଁ ଅନ୍ୟ କଥା ଲେଖିବା ଆବଶ୍ୟକ ଇଚ୍ଛା କଲି; ମୁଁ ତୁମ୍ଭକୁ ବିଶ୍ୱାସ ସକାଶେ କଠିନ ପରିଶ୍ରମ କରିବା ପାଇଁ ଉତ୍ସାହିତ କରିବାକୁ ଗ୍ଭହେଁ। ପରମେଶ୍ୱର ତାହାଙ୍କର ପବିତ୍ର ଲୋକମାନଙ୍କୁ ସେହି ବିଶ୍ୱାସ ଦେଇଥିଲେ। ପରମେଶ୍ୱର ଏକାଥରକେ ଏହି ବିଶ୍ୱାସ ଦେଇଛନ୍ତି ଓ ଏହା ସବୁଦିନ ପାଇଁ ଉତ୍ତମ।
4
କେତେକ ଲୋକମାନେ ଗୁପ୍ତ ଭାବରେ ତୁମ୍ଭ ଦଳରେ ପ୍ରବେଶ କରିଛନ୍ତି। ସେମାନେ ସେମାନଙ୍କର କାର୍ଯ୍ୟ ପାଇଁ ଦୋଷୀ ବିବେଚିତ ହୋଇ ସାରିଲେଣି। ଭବିଷ୍ୟଦ୍ବକ୍ତାମାନେ ବହୁତ ଆଗରୁ ଏହି ଲୋକମାନଙ୍କ ବିଷୟରେ ଲେଖିଥିଲେ। ଏହି ଲୋକମାନେ ପରମେଶ୍ୱରଙ୍କର ବିରୋଧୀ। ସେମାନେ ପାପପୂର୍ଣ୍ଣ କାର୍ଯ୍ୟ କରିବା ପାଇଁ ଆମ୍ଭ ପରମେଶ୍ୱରଙ୍କର ଅନୁଗ୍ରହକୁ ଅପବ୍ୟବହାର କରୁଛନ୍ତି। ଏହି ଲୋକମାନେ ଆମ୍ଭର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଗ୍ରହଣ କରୁ ନାହାନ୍ତି।
5
ତୁମ୍ଭେ ଆଗରୁ ଜାଣିଥିବା କେତେକ କଥା ସ୍ମରଣ କରାଇବା ପାଇଁ ମୁଁ ତୁମ୍ଭମାନଙ୍କୁ ସାହାଯ୍ୟ କରିବାକୁ ଗ୍ଭହେଁ। ମନେରଖ, ପ୍ରଭୁ ତାହାଙ୍କର ଲୋକଙ୍କୁ ମିଶର ଦେଶରୁ ଉଦ୍ଧାର କଲେ। କିନ୍ତୁ ପରେ ପ୍ରଭୁ ସମସ୍ତ ଅବିଶ୍ୱାସୀ ଲୋକମାନଙ୍କୁ ଧ୍ୱଂସ କରିଦେଲେ।
6
ତୁମ୍ଭେ ସେହି ସ୍ୱର୍ଗଦୂତମାନଙ୍କ ବିଷୟ ମନେ ପକାଅ, ଯେଉଁମାନଙ୍କର କ୍ଷମତା ଥିଲା କିନ୍ତୁ ସେମାନେ ତାହାକୁ ରଖିପାରିଲେ ନାହିଁ। ସେମାନେ ନିଜ ନିଜ ଘର ଛାଡ଼ି ଦେଲେ। ତେଣୁ ପ୍ରଭୁ ସେମାନଙ୍କୁ ଅନ୍ଧକାରରେ ରଖିଛନ୍ତି। ସେମାନେ ଅନନ୍ତକାଳୀନ ବନ୍ଧନରେ ବନ୍ଧା ହୋଇଛନ୍ତି। ସେ ସେମାନଙ୍କୁ ମହାବିଗ୍ଭର ଦିନ ପର୍ଯ୍ୟନ୍ତ ରଖିଛନ୍ତି।
7
ସଦୋମ, ଗମୋରା ଓ ତା’ ପାଖାପାଖି ଅନ୍ୟ ନଗରଗୁଡ଼ିକୁ ମନେ ପକାଅ। ସେମାନେ ଠିକ୍ ସେହି ସ୍ୱର୍ଗଦୂତମାନଙ୍କ ପରି। ସେହି ନଗରଗୁଡ଼ିକ ବ୍ୟଭିଗ୍ଭର ପାପ ଓ ଅସ୍ୱାଭାବିକ କାମୁକତାରେ ପରିପୂର୍ଣ୍ଣ ଥିଲା। ସେମାନେ ଅନନ୍ତ ଅଗ୍ନି ଦଣ୍ଡରେ ଦଣ୍ଡିତ ହେଲେ। ସେମାନଙ୍କର ଦଣ୍ଡ ଆମ୍ଭମାନଙ୍କ ଆଗରେ ଗୋଟିଏ ଉଦାହରଣ ସ୍ୱରୂପ ରହିଛି।
8
ତୁମ୍ଭମାନଙ୍କ ଦଳରେ ପ୍ରବେଶ କରିଥିବା ଲୋକମାନେ ଠିକ୍ ଏହିପରି। ସେମାନେ ସ୍ୱପ୍ନ ଦ୍ୱାରା ପରିଗ୍ଭଳିତ ହୁଅନ୍ତି। ସେମାନେ ନିଜ ଶରୀରକୁ ପାପ କାର୍ଯ୍ୟରେ ଦୂଷିତ କରନ୍ତି। ସେମାନେ ପରମେଶ୍ୱରଙ୍କର କର୍ତ୍ତୃତ୍ୱକୁ ଅସ୍ୱୀକାର କରନ୍ତି ଓ ଗୌରବମୟ ସ୍ୱର୍ଗଦୂତମାନଙ୍କ ବିରୁଦ୍ଧରେ ବହୁତ ମନ୍ଦ କଥା କହନ୍ତି।
9
ପ୍ରଧାନ ସ୍ୱର୍ଗଦୂତ ମୀଖାୟେଲ ମଧ୍ୟ ଏହା କରି ନ ଥିଲେ। ସେ ମୋଶାଙ୍କ ଶରୀର ନେବା ବିଷୟରେ ଶୟତାନ ସହିତ ଯୁକ୍ତି କରିଥିଲେ। କିନ୍ତୁ ମୀଖାୟେଲ ସମାଲୋଚନାମୂଳକ କଥା କହି ତାହାକୁ ଦୋଷୀ କରିବାକୁ ସାହସ କଲେ ନାହିଁ। କିନ୍ତୁ ସେ କହିଲେ, “ପ୍ରଭୁ ତୁମ୍ଭକୁ ଦଣ୍ଡ ଦିଅନ୍ତୁ।”
10
କିନ୍ତୁ ଏହି ଲୋକମାନେ ଗୋଟିଏ କଥା ନ ବୁଝି, ସେ ବିଷୟରେ ସମାଲୋଚନା କରନ୍ତି। ସେମାନେ ଅଳ୍ପ କିଛି ବୁଝନ୍ତି। କିନ୍ତୁ ସେମାନେ ଚିନ୍ତା ନ କରି ବୁଝନ୍ତି। କେବଳ ମୂକ ପଶୁମାନଙ୍କ ପରି ସ୍ପର୍ଶ କରି ବୁଝନ୍ତି। ଏହି ବିଷୟ ଗୁଡ଼ିକ ହେତୁ ସେମାନେ ବିନଷ୍ଟ ହୁଅନ୍ତି।
11
ଏହା ସେମାନଙ୍କ ପାଇଁ ଖରାପ ଅଟେ। ଏହି ଲୋକମାନେ କୟିନର ପଥ ଅନୁସରଣ କରିଛନ୍ତି। ସେମାନେ ଅର୍ଥ ଲୋଭ ସକାଶେ ବିଲିୟାମ ପରି ଅନ୍ୟାୟ ପଥ ଅନୁସରଣ କରିଛନ୍ତି। ଏହି ଲୋକମାନେ କୋରହ ପରି ପରମେଶ୍ୱରଙ୍କ ବିରୁଦ୍ଧରେ ଆଚରଣ କରିଛନ୍ତି। କୋରହ ପରି ସେମାନେ ମଧ୍ୟ ଧ୍ୱଂସ ହେବେ।
12
ଏମାନେ ତୁମ୍ଭମାନଙ୍କର ପ୍ରେମଭୋଜିର କଳଙ୍କ ପରି। ସେମାନେ ନିର୍ଭୟରେ ତୁମ୍ଭ ସହିତ ଭୋଜନ କରନ୍ତି। ସେମାନେ କେବଳ ନିଜର ଯତ୍ନ ନିଅନ୍ତି। ସେମାନେ ବର୍ଷା ବିହୀନ ମେଘ ଖଣ୍ଡମାନ। ପବନ ଦ୍ୱାରା ସେମାନେ ଗ୍ଭରିଆଡ଼େ ଉଡ଼ନ୍ତି। ସେମାନେ ହେମନ୍ତ କାଳରେ ଫଳ ନ ଥିବା ଗଛ ପରି ଓ ଭୂମିରୁ ହଠାତ୍ ଉପୁଡ଼ି ଯାଆନ୍ତି। ସେମାନଙ୍କର ଦୁଇ ଥର ମୃତ୍ୟୁ ହୁଏ।
13
ସେମାନେ ସମୁଦ୍ରର ପ୍ରଚଣ୍ଡ ତରଙ୍ଗ ସଦୃଶ। ଏହି ତରଙ୍ଗ ଫେଣ ସୃଷ୍ଟି କରେ। ତରଙ୍ଗ ଫେଣ ସୃଷ୍ଟି କଲା ଭଳି ଏହି ଲୋକମାନେ ଲଜ୍ଜାଜନକ କାର୍ଯ୍ୟ କରନ୍ତି। ଏହି ଲୋକମାନେ ଆକାଶରେ ଏଣେତେଣେ ଘୁରି ବୁଲୁଥିବା ନକ୍ଷତ୍ର ତୁଲ୍ୟ। ଏହି ଲୋକମାନଙ୍କ ନିମନ୍ତେ ଚିରକାଳ ପାଇଁ ଘୋର ଅନ୍ଧକାରମୟ ସ୍ଥାନ ରଖାଯାଇଅଛି।
14
ଆଦମଙ୍କଠାରୁ ପୁରୁଷାନୁକ୍ରମେ ସପ୍ତମ ପୁରୁଷରେ ଜାତ ହନୋକ ଏହି ଲୋକମାନଙ୍କ ବିଷୟରେ ଏହି କଥା କହିଥିଲେ: “ଦେଖ ପ୍ରଭୁ ତାହାଙ୍କର ହଜାର ହଜାର ପବିତ୍ର ସ୍ୱର୍ଗଦୂତମାନଙ୍କ ସହିତ ଆସୁଛନ୍ତି।
15
ପ୍ରଭୁ ପ୍ରତ୍ୟେକ ଲୋକଙ୍କର ବିଗ୍ଭର କରିବେ। ସେ ପରମେଶ୍ୱରଙ୍କ ବିରୋଧୀ ପ୍ରତ୍ୟେକ ଲୋକଙ୍କୁ ବିଗ୍ଭର କରିବାକୁ ଓ ଦଣ୍ଡ ଦେବାକୁ ଆସୁଛନ୍ତି। ସେ ପରମେଶ୍ୱରଙ୍କର ବିରୁଦ୍ଧରେ ଦୁଷ୍କର୍ମ କରିଥିବା ପ୍ରତ୍ୟେକ ଲୋକଙ୍କୁ ଦଣ୍ଡ ଦେବେ। ଯେଉଁମାନେ ପରମେଶ୍ୱରଙ୍କ ବିରୋଧୀ, ସେହି ପାପୀମାନଙ୍କୁ ପରମେଶ୍ୱର ଦଣ୍ଡ ଦେବେ। ପରମେଶ୍ୱରଙ୍କ ବିରୁଦ୍ଧରେ ମନ୍ଦକଥା କହିବା ହେତୁ ସେ ସେମାନଙ୍କୁ ଦଣ୍ଡ ଦେବେ।”
16
ଏହି ଲୋକମାନେ ସର୍ବଦା ଅନ୍ୟ ଲୋକମାନଙ୍କ ବିରୁଦ୍ଧରେ ଅଭିଯୋଗ କରନ୍ତି ଓ ସେମାନଙ୍କର ଦୋଷ ବାହାର କରନ୍ତି। ସେମାନେ ସବୁବେଳେ ନିଜ ଇଚ୍ଛା ଅନୁସାରେ ମନ୍ଦ କର୍ମମାନ କରି ଥା’ନ୍ତି। ସେମାନେ ନିଜ ବିଷୟରେ ଅହଙ୍କାର କରି କଥା କୁହନ୍ତି। ସେମାନେ ନିଜ ସ୍ୱାର୍ଥ ହାସଲ କରିବା ପାଇଁ କେବଳ ଅନ୍ୟ ଲୋକମାନଙ୍କ ସପକ୍ଷରେ ଭଲକଥା କୁହନ୍ତି।
17
ଗୋଟିଏ ସତର୍କବାଣୀ ଏବଂ ବ୍ୟବହାରିକ ବିଷୟ ପ୍ରିୟ ବନ୍ଧୁମାନେ, ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପ୍ରେରିତମାନେ ତୁମ୍ଭମାନଙ୍କୁ ପୂର୍ବରୁ ଯେଉଁସବୁ କଥା କହିଛନ୍ତି, ତାହା ସ୍ମରଣ କର।
18
ପ୍ରେରିତମାନେ ତୁମ୍ଭକୁ କହିଥିଲେ, “ଶେଷ କାଳରେ ପରମେଶ୍ୱରଙ୍କୁ ଉପହାସ କରୁଥିବା ଲୋକମାନେ ଉଠିବେ।” ଏହି ଲୋକମାନେ କେବଳ ନିଜ ଇଚ୍ଛା ଅନୁସାରେ ପରମେଶ୍ୱରଙ୍କ ବିରୁଦ୍ଧରେ କାର୍ଯ୍ୟ କରନ୍ତି।
19
ଏହି ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ସୃଷ୍ଟି କରନ୍ତି। ସେମାନେ ନିଜର ପାପ ଇଚ୍ଛା ଅନୁସାରେ ସମସ୍ତ କାର୍ଯ୍ୟ କରନ୍ତି। ସେମାନଙ୍କ ମଧ୍ୟରେ ପବିତ୍ରଆତ୍ମା ନାହାନ୍ତି।
20
କିନ୍ତୁ ମୋର ପ୍ରିୟ ବନ୍ଧୁଗଣ, ତୁମ୍ଭେମାନେ ନିଜର ପବିତ୍ର ବିଶ୍ୱାସ ଉପରେ ନିଜ ନିଜ ଜୀବନକୁ ଦୃଢ଼ ଭାବରେ ଗଢ଼। ପବିତ୍ରଆତ୍ମାଙ୍କ ସାହାଯ୍ୟରେ ପ୍ରାର୍ଥନା କର।
21
ପରମେଶ୍ୱରଙ୍କର ପ୍ରେମରେ ନିଜ ନିଜକୁ ସ୍ଥିର କରି ରଖ। ତୁମ୍ଭେମାନେ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦୟାର ଅପେକ୍ଷା କର। ସେ ତୁମ୍ଭକୁ ଅନନ୍ତ ଜୀବନ ପ୍ରଦାନ କରିବେ।
22
ସନ୍ଦେହରେ ପଡ଼ିଥିବା ଲୋକମାନଙ୍କୁ ସାହାଯ୍ୟ କର।
23
ଅନ୍ୟ ଲୋକମାନଙ୍କୁ ରକ୍ଷାକର। ସେହି ଲୋକମାନଙ୍କୁ ଅଗ୍ନିରୁ ଟାଣି ଆଣ। କିନ୍ତୁ ତୁମ୍ଭେ ଅନ୍ୟ ପାପୀମାନଙ୍କୁ ଦୟା ଦେଖାଇବା ବେଳେ ସାବଧାନରେ ରୁହ। ପାପରେ କଳଙ୍କିତ ହୋଇଥିବା ସେମାନଙ୍କର ଲୁଗାପଟାକୁ ମଧ୍ୟ ଘୃଣା କର।
24
ପରମେଶ୍ୱରଙ୍କ ପ୍ରଶଂସା କର ପରମେଶ୍ୱର ଶକ୍ତିଶାଳୀ ଓ ସେ ତୁମ୍ଭକୁ ପତନରୁ ରକ୍ଷା କରିବେ। ସେ ତୁମ୍ଭକୁ ମନ୍ଦରୁ ରକ୍ଷା କରି ନିଜର ଗୌରବ ସମ୍ମୁଖକୁ ଆଣି ପାରିବେ ଓ ତୁମ୍ଭକୁ ମହାନନ୍ଦ ଦେଇ ପାରିବେ।
25
ସେ ଏକମାତ୍ର ପରମେଶ୍ୱର। ସେ କେବଳ ଆମ୍ଭକୁ ଉଦ୍ଧାର କରନ୍ତି। ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅତୀତ, ବର୍ତ୍ତମାନ ଓ ଚିରଦିନ ପାଇଁ ତ୍ରାଣକର୍ତ୍ତା ପରମେଶ୍ୱରଙ୍କର ଗୌରବ, ମହିମା, କ୍ଷମତା ଓ ଅଧିକାର ହେଉ। ଆମେନ୍।
Jump to:
Chapter 1
All chapters:
1