bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Lamentations 1
Lamentations 1
Odia Bible ERV 2004 (ପବିତ୍ର ବାଇବଲ)
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 2 →
1
ଯିରୁଶାଲମର ଧ୍ୱଂସ ପାଇଁ ବିଳାପ ଏହା କିପରି ଯେ, ସେ ଏକାକୀ ନ ଜାଣି ବସିଛନ୍ତି, ଏକଦା ସେହି ସହର ଲୋକପୂର୍ଣ୍ଣ ଥିଲା, ଯିରୁଶାଲମ ପୃଥିବୀର ମହାନ ନଗରୀମାନଙ୍କ ମଧ୍ୟରେ ଅନ୍ୟତମ ଥିଲା, କିନ୍ତୁ ବର୍ତ୍ତମାନ ବିଧବା ତୁଲ୍ୟ ଅଛି। ସେ ଯିଏ କି ଜଣେ ରାଜକୁମାରୀ ପରି ଥିଲା, ବର୍ତ୍ତମାନ ସେ କିପରି କରଦାୟୀନୀ ଦାସୀପରି ହୋଇଅଛି।
2
ସେ ରାତ୍ରିରେ ଅତିଶୟ ରୋଦନ କରୁଛି, ତାହାର ଲୋତକ ଗଣ୍ଡଦେଶରେ ପଡ଼ୁଅଛି; ତାକୁ ସାନ୍ତ୍ୱନା ଦେବାକୁ କେହି ନାହିଁ; ତା’ର ସମସ୍ତ ବନ୍ଧୁ ତାକୁ ପ୍ରବଞ୍ଚନା କରିଛନ୍ତି; ସେମାନେ ତାହାର ଶତ୍ରୁ ହୋଇଛନ୍ତି।
3
ଯିହୁଦା ବହୁ ଦୁଃଖ ଯୋଗୁଁ ନିର୍ବାସିତ ହୋଇଅଛି। ସେ ନାନା ଗୋଷ୍ଠୀ ମଧ୍ୟରେ ବାସ କରେ ଓ ସେ ବିଶ୍ରାମ ପାଏ ନାହିଁ। ତାହାର ତାଡ଼ନାକାରୀ ସମସ୍ତେ ସଂକୀର୍ଣ୍ଣ ପଥରେ ତାକୁ ଧରିଲେ।
4
ସିୟୋନର ସମସ୍ତ ପଥ ଶୋକରେ ପରିପୂର୍ଣ୍ଣ, କାରଣ କେହି ସିୟୋନର ଧର୍ମ-ମହାସଭାକୁ ଆସୁ ନାହାନ୍ତି। ତାହାର ସମସ୍ତ ଫାଟକ ଶୂନ୍ୟ ଓ ତାହାର ଯାଜକମାନେ ବିଳାପ କରୁଛନ୍ତି। ତା’ର ସମସ୍ତ କୁମାରୀଗଣ ବିଷାଦଗ୍ରସ୍ତା ଓ ସେ ନିଜେ ମନରେ ବହୁ ପୀଡ଼ା ପାଇଅଛି।
5
ତା’ର ବିପକ୍ଷମାନେ ଜୟଲାଭ କରିଛନ୍ତି ଓ ତା’ର ଶତ୍ରୁଗଣ ସୌଭାଗ୍ୟବାନ୍ ହୋଇଛନ୍ତି। କାରଣ ତା’ର ଅପାର ପାପ ଯୋଗୁଁ ସଦାପ୍ରଭୁ ତାକୁ କ୍ଳେଶ ଦେଇଛନ୍ତି। ତା’ର ଶିଶୁ ସନ୍ତାନଗଣ ଶତ୍ରୁମାନଙ୍କ ଦ୍ୱାରା ନିର୍ବାସିତ ହୋଇଯାଇଛନ୍ତି।
6
ସିୟୋନ କନ୍ୟାଠାରୁ ଆଶୀର୍ବାଦ ଓ ଉନ୍ନତି ତାହାଠାରୁ ଗ୍ଭଲିଯାଇଛି, ଏହାର ରାଜକୁମାରୀମାନେ ଗ୍ଭରଣଭୂମି ଖୋଜୁଥିବା ହରିଣ ପରି ବୁଲୁଛନ୍ତି। ପୁଣି ସେମାନଙ୍କୁ ଅନୁଧାବନ କରୁଥିବା ଲୋକମାନଙ୍କ ଆଗରେ ସେମାନେ ଶକ୍ତିହୀନ ହୋଇଛନ୍ତି।
7
ନିଜ ଦୁଃଖ ଓ ଦୁର୍ଗତିର ସମୟରେ, ଯିରୁଶାଲମ ଆପଣା ପୂର୍ବକାଳର ରମଣୀୟ ଦିନସବୁ ସ୍ମରଣ କରୁଅଛି; ଯେତେବେଳେ ତା’ର ଲୋକମାନେ ଶତ୍ରୁମାନଙ୍କ ଦ୍ୱାରା କବଳିତ ହେଲେ, କେହି ସେମାନଙ୍କୁ ସାହାଯ୍ୟ କରିବାକୁ ଆସିଲେ ନାହିଁ, ସେତେବେଳେ ତା’ର ଶତ୍ରୁଗଣ ସେମାନଙ୍କର ଧ୍ୱଂସାବସ୍ଥା ଦେଖି ସେମାନଙ୍କୁ ଉପହାସ କଲେ।
8
ଯିରୁଶାଲମ ଅତିଶୟ ପାପ କରିଅଛି, ଏଣୁ ସେ ନଗର ଧ୍ୱଂସପ୍ରାପ୍ତ ହୋଇଅଛି। ଯେଉଁମାନେ ତାକୁ ପୂର୍ବେ ସମ୍ମାନ କରୁଥିଲେ, ଏବେ ସେମାନେ ତାକୁ ଘୃଣା କରୁଛନ୍ତି। କାରଣ ସେମାନେ ତାକୁ ଗାଳି ଦିଅନ୍ତି। ଯିରୁଶାଲମ ଦୀର୍ଘ ନିଃଶ୍ୱାସ ଛାଡ଼ୁଅଛି ଓ ପଛକୁ ମୁଖ ଫେରାଉଅଛି।
9
ଯିରୁଶାଲମର ଅପରିଷ୍କାର ଗଳି ତାଙ୍କ ଜାମାଗୁଡ଼ିକରେ ଦୃଶିତ କରିଥିଲା। ସେଥିପାଇଁ ତାହାର ପତନ ଅନିବାର୍ଯ୍ୟ ଜଣାପଡ଼ୁଥିଲା। ସେଠାରେ ତାକୁ ସାନ୍ତ୍ୱନା ଦେବାକୁ କେହି ନ ଥିଲେ। ସେ କହୁଛି, “ହେ ସଦାପ୍ରଭୁ, ମୋର ସମସ୍ୟା ଦେଖ, ମୋର ଶତ୍ରୁଗଣ ନିଜକୁ କିପରି ମହାନ ମନେ କରୁଛନ୍ତି।”
10
ତାହାର ସମସ୍ତ ବିପକ୍ଷମାନେ ସେମାନଙ୍କର ହସ୍ତ ପ୍ରସାରଣ କଲେ ଏବଂ ସମସ୍ତ ସୁନ୍ଦର ଜିନିଷ ନେଇଗଲେ। ସେ ବିଦେଶୀମାନଙ୍କୁ ତାହାର ପବିତ୍ର ମନ୍ଦିରରେ ପ୍ରବେଶ କରିବାର ପର୍ଯ୍ୟବେକ୍ଷଣ କଲେ। ସେହି ବିଦେଶୀମାନଙ୍କୁ ସଦାପ୍ରଭୁ ଧାର୍ମିକ ସମ୍ମେଳନୀରେ ଯୋଗଦେବାକୁ ଆଦେଶ ଦେଇଥିଲେ।
11
ତାହାର ସମସ୍ତ ଲୋକ ବିଳାପ କରି ଆହାର ଖୋଜୁଛନ୍ତି। ସେମାନେ ବଞ୍ଚିବା ଉଦ୍ଦେଶ୍ୟରେ ଖାଦ୍ୟ ପାଇଁ ସେମାନଙ୍କର ମନୋହର ସାମଗ୍ରୀ ସବୁ ଦେଉଛନ୍ତି। ଯିରୁଶାଲମ କହେ, “ହେ ସଦାପ୍ରଭୁ, ଦେଖ, ମୋତେ ନିରୀକ୍ଷଣ କର, ଆଉ ଦେଖ ଲୋକମାନେ ମୋତେ ଘୃଣା କରୁଛନ୍ତି।
12
ହେ ପଥିକଗଣ, ମୋତେ ଗ୍ଭହଁ ଏବଂ ଦେଖ କି ଦାରୁଣ ଯନ୍ତ୍ରଣା ମୁଁ ଭୋଗୁଅଛି। ଏପରି ଯନ୍ତ୍ରଣା ଓ ଦୁଃଖ ଅନ୍ୟ କିଏ ପାଇଛି କି? ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରେ ମୋ’ ପ୍ରତି ଦଣ୍ଡ ବିଧାନ କରିଛନ୍ତି।
13
ସଦାପ୍ରଭୁ ଊର୍ଦ୍ଧ୍ୱରୁ ମୋ’ ଅସ୍ଥିଗୁଡ଼ିକ ମଧ୍ୟରୁ ଅଗ୍ନି ପ୍ରେରଣ କରିଅଛନ୍ତି, ସେ ମୋର ମରଣ ପାଇଁ ଢାଲ ପାତିଛନ୍ତି ଓ ସେଥିରେ ମୋତେ ଗୁଡ଼ାଇ ଦେଇଛନ୍ତି। ସେ ମୋତେ ଅନାଥିନୀ ଓ ଦିନସାରା ଅସୁସ୍ଥା କରିଛନ୍ତି।
14
“ମୋର ପାପରୂପ ଯୁଆଳି ସଦାପ୍ରଭୁଙ୍କ ହସ୍ତରେ ବନ୍ଧା ଯାଇଅଛି। ସଦାପ୍ରଭୁଙ୍କ ସେହି ଯୁଆଳି ମୋ’ ସ୍କନ୍ଧ ଉପରକୁ ଆସିଅଛି, ସେ ମୋତେ ସମ୍ପୂର୍ଣ୍ଣ ଦୁର୍ବଳ କରିଦେଇଛନ୍ତି। ଯେଉଁମାନଙ୍କ ବିରୁଦ୍ଧରେ ମୁଁ ଠିଆ ହୋଇ ପାରିବି ନାହିଁ, ସେମାନଙ୍କ ହସ୍ତରେ ସଦାପ୍ରଭୁ ମୋତେ ସମର୍ପଣ କରିଛନ୍ତି।
15
“ସଦାପ୍ରଭୁ ମଝିରେ ଛିଡ଼ା ହୋଇଥିବା ଯୋଦ୍ଧାମାନଙ୍କୁ ପଠେଇ ଦେଇଛନ୍ତି। ସଦାପ୍ରଭୁ ମୋର ଯୁବକମାନଙ୍କୁ ବଧ କରିବା ପାଇଁ ଦଳେ ଲୋକ ଆଣିଛନ୍ତି। ଦ୍ରାକ୍ଷାକୁଣ୍ଡରେ ଦ୍ରାକ୍ଷା ମର୍ଦ୍ଦନ କଲାପରି ସଦାପ୍ରଭୁ ଯିହୁଦାର କୁମାରୀମାନଙ୍କୁ ପେଷଣ କରିଅଛନ୍ତି।
16
“ଏହିସବୁ ବିଷୟ ପାଇଁ ମୁଁ କ୍ରନ୍ଦନ କରୁଅଛି ଓ ମୋର ଚକ୍ଷୁଯୁଗଳ ଲୋତକପୂର୍ଣ୍ଣ ହୋଇଅଛି। କାରଣ ମୋର ସାନ୍ତ୍ୱନାକାରୀ ମୋର ପ୍ରାଣକୁ ଆଶ୍ୱାସନା ଦେବା କଥା, କିନ୍ତୁ ସେ ମୋ’ଠାରୁ ଦୂରେଇ ଅଛନ୍ତି। ମୋର ସନ୍ତାନଗଣ ଅନାଥ ହୋଇଛନ୍ତି, କାରଣ ମୋର ଶତ୍ରୁଗଣ ସେମାନଙ୍କ ଉପରେ ବିଜୟଲାଭ କରିଛନ୍ତି।”
17
ସିୟୋନ ଆପଣା ହସ୍ତ ପ୍ରସାରଣ କରୁଛି, ମାତ୍ର ତାକୁ ସାହାଯ୍ୟ କରିବାକୁ କେହି ନାହିଁ। ଯାକୁବର ଶତ୍ରୁଗଣ ତାକୁ ଚତୁର୍ଦ୍ଦିଗରୁ ଘେରି ରହିବାକୁ ସଦାପ୍ରଭୁ ଆଦେଶ କରିଛନ୍ତି। ଯିରୁଶାଲମ ସେମାନଙ୍କ ମଧ୍ୟରେ ଅଶୁଚି ବସ୍ତୁ ତୁଲ୍ୟ ଅଛି।
18
ବର୍ତ୍ତମାନ ଯିରୁଶାଲମ କହେ, “ସଦାପ୍ରଭୁ ଧାର୍ମିକ ଅଟନ୍ତି ଓ ମୁଁ ତାଙ୍କ ଆଜ୍ଞାକୁ ଅବଜ୍ଞା କରିଅଛି। ହେ ଗୋଷ୍ଠୀସକଳ, ମୁଁ ବିନୟ କରୁଛି, ତୁମ୍ଭେମାନେ ଶୁଣ ଓ ମୋର ଦୁଃଖ ଦେଖ। ମୋର ଯୁବକ, ଯୁବତୀମାନେ ନିର୍ବାସିତ ଅବସ୍ଥା ପାଇଛନ୍ତି।
19
ମୁଁ ମୋର ପ୍ରେମିକମାନଙ୍କୁ ଡାକିଲି, ମାତ୍ର ସେମାନେ ମୋ’ ପ୍ରତି ପ୍ରବଞ୍ଚନା କଲେ। ମୋର ଯାଜକଗଣ ଓ ପ୍ରାଚୀନବର୍ଗ ନଗର ମଧ୍ୟରେ ପ୍ରାଣତ୍ୟାଗ କଲେ। ସେମାନେ ନିଜେ ନିଜେ ବଞ୍ଚିବା ପାଇଁ ଆହାର ଖୋଜୁଥିବା ବେଳେ ମଲେ।
20
“ହେ ସଦାପ୍ରଭୁ, ଦେଖ, ମୁଁ କିପରି ବିପଦଗ୍ରସ୍ତା। ମୋର ଅନ୍ତର ବ୍ୟଥିତ ହେଉଛି, କାରଣ ମୁଁ ବିଦ୍ରୋହୀ ଥିଲି। ବାହାରେ ଖଡ଼ଗ ବଧ କରୁଅଛି ଓ ଗୃହ ଭିତରେ ମୃତ୍ୟୁ ରହିଅଛି। ହେ ସଦାପ୍ରଭୁ ଦେଖ, ମୋର ଅନ୍ତର କିପରି ଦହି ମୋହିଁବା ଭଳି ହେଉଛି।
21
“ମୋ’ କଥା ଶୁଣ, ମୁଁ ବିଳାପ କରୁଛି। ମୋତେ ସାନ୍ତ୍ୱନା ଦେବାକୁ କେହି ନାହିଁ। ମୋର ଶତ୍ରୁମାନେ ମୋର ବିପଦକଥା ଶୁଣି ଆନନ୍ଦିତ। ସେମାନେ ଖୁସୀ, କାରଣ ତୁମ୍ଭେ ମୋ’ ପ୍ରତି ତାହା ଘଟାଇଛ। ତୁମ୍ଭେ କହିଥିଲ ଏକ ସମୟରେ ମୋର ଶତ୍ରୁମାନେ ଦଣ୍ଡିତ ହେବେ। ବର୍ତ୍ତମାନ ସେମାନଙ୍କୁ ମୋ’ ତୁଲ୍ୟ କରନ୍ତୁ।
22
“ଆଉ ଦେଖ, ମୋର ଶତ୍ରୁଗଣ କିପରି ଦୁଷ୍ଟତାରେ ପରିପୂର୍ଣ୍ଣ । ମୋର ଅଧର୍ମ ଯୋଗୁଁ ମୋ’ ପ୍ରତି ଯେଉଁପରି ବ୍ୟବହାର କରିଥିଲ, ସେମାନଙ୍କ ପ୍ରତି ସେହି ପ୍ରକାର କର। କାରଣ ମୁଁ ଅନେକ ଥର ବିଳାପ କରୁଛି ଓ ମୋର ହୃଦୟ ମୂର୍ଚ୍ଛିତ ହୋଇଅଛି।”
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 2 →
All chapters:
1
2
3
4
5