bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Lamentations 5
Lamentations 5
Odia Bible ERV 2004 (ପବିତ୍ର ବାଇବଲ)
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
1
ସଦାପ୍ରଭୁଙ୍କୁ ଏକ ବିନତି ହେ ସଦାପ୍ରଭୁ! ଆମ୍ଭମାନଙ୍କ ପ୍ରତି ଯାହା ଘଟିଗଲା, ତାହା ସ୍ମରଣ କର। ଆମ୍ଭମାନଙ୍କ ପ୍ରତି ହୋଇଥିବା ଅପମାନକୁ ଅବଲୋକନ କର।
2
ଆମ୍ଭମାନଙ୍କର ଦେଶ ବିଦେଶୀୟମାନଙ୍କର ହସ୍ତଗତ ହୋଇଅଛି। ଆମ୍ଭମାନଙ୍କର ଗୃହସବୁ ପରଦେଶୀୟମାନେ ଅଧିକାର କରିଛନ୍ତି।
3
ଆମ୍ଭେମାନେ ଅନାଥ ଓ ପିତୃହୀନ ହୋଇଅଛୁ। ଆମ୍ଭମାନଙ୍କ ମାମାନେ ବିଧବା ତୁଲ୍ୟ ହୋଇଛନ୍ତି।
4
ଆମ୍ଭେମାନେ ଆମ୍ଭମାନଙ୍କର ନିଜ ଜଳକୁ ରୂପା ଦେଇ ପାନ କରିଅଛୁ ଓ ଆମ୍ଭେମାନେ କାଠ କିଣି ବ୍ୟବହାର କରିଅଛୁ।
5
ଆମ୍ଭମାନଙ୍କ ସ୍କନ୍ଧରେ ବଳପୂର୍ବକ ଯୁଆଳି ରଖା ଯାଇଛି। ଆମ୍ଭେମାନେ କ୍ଳାନ୍ତ ହୋଇଅଛୁ ଓ ଆମ୍ଭମାନଙ୍କର ବିଶ୍ରାମ ନାହିଁ।
6
ଆମ୍ଭେମାନେ ଖାଦ୍ୟରେ ତୃପ୍ତ ହେବା ନିମନ୍ତେ, ମିଶରୀୟ ଓ ଅଶୂରୀୟମାନଙ୍କ ସହିତ ଚୁକ୍ତିବଦ୍ଧ ହୋଇଅଛୁ।
7
ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପାପ କରିଥିଲେ, ଏବଂ ଏବେ ସେମାନେ ନାହାନ୍ତି। ମାତ୍ର ସେମାନଙ୍କର ପାପର ଭାର ଆମ୍ଭେମାନେ ବହନ କରିଛୁ ଏବଂ ଦୁଃଖ ଭୋଗ କରୁଅଛୁ।
8
ଦାସମାନେ ଆମ୍ଭମାନଙ୍କର ଶାସକ ହୋଇଛନ୍ତି। ସେମାନଙ୍କ ହସ୍ତରୁ ଉଦ୍ଧାର କରିବାକୁ କେହି ନାହିଁ।
9
ପ୍ରାନ୍ତରରେ ଖଡ଼୍ଗ ଥିବାରୁ ଆମ୍ଭେମାନେ ଆମ୍ଭମାନଙ୍କର ଜୀବନକୁ ସଙ୍କଟାପନ୍ନ କରି ଖାଦ୍ୟ ପାଇଅଛୁ।
10
କ୍ଷୁଧାର ତାଡ଼ନାରେ ଆମ୍ଭେମାନେ ଭୟଙ୍କର ଜ୍ୱରରେ ଆକ୍ରାନ୍ତ। ଆମ୍ଭମାନଙ୍କର ଚର୍ମ ତୁନ୍ଦୁର ପରି କଳା ହୋଇଅଛି।
11
ଶତ୍ରୁମାନେ ସିୟୋନ ଓ ଯିହୁଦା ନଗର ସମୂହର ସ୍ତ୍ରୀଲୋକମାନଙ୍କୁ ଧର୍ଷଣ କଲେ।
12
ସେମାନେ ଆମ୍ଭମାନଙ୍କ ଅଧିପତିମାନଙ୍କୁ ଫାଶି ଦେଲେ। ଆମ୍ଭମାନଙ୍କ ପ୍ରାଚୀନବର୍ଗଙ୍କୁ ସମ୍ମାନ ଦେଲେ ନାହିଁ।
13
ଯିହୁଦାର ଯୁବକଗଣ ଚକି ବହନ କଲେ। ଆଉ ପିଲାମାନେ କାଠ ଭାରରେ ଝୁଣ୍ଟି ପଡ଼ିଲେ।
14
ପ୍ରାଚୀନବର୍ଗ ନଗରଦ୍ୱାରରେ ଆଉ ବସୁ ନାହାନ୍ତି ଓ ଯୁବକମାନେ ଆପଣା ସଂଗୀତରୁ ନିବୃତ୍ତ ହୋଇଅଛନ୍ତି।
15
ଆମ୍ଭମାନଙ୍କ ହୃଦୟରୁ ଆନନ୍ଦ ଗ୍ଭଲି ଯାଇଛି। ଆମ୍ଭମାନଙ୍କ ନୃତ୍ୟ ଶୋକରେ ପରିଣତ ହୋଇଅଛି।
16
ଆମ୍ଭମାନଙ୍କ ମୁଣ୍ଡରୁ ମୁକୁଟ ଖସି ପଡ଼ିଛି। ଆମ୍ଭମାନଙ୍କ ଅବସ୍ଥା ଶୋଚନୀୟ ହୋଇଅଛି, କାରଣ ଆମ୍ଭେମାନେ ପାପ କରିଅଛୁ।
17
ଏହିସବୁ କାରଣରୁ ଆମ୍ଭମାନଙ୍କ ଅନ୍ତର କ୍ଷୀଣ ହୋଇଅଛି ଓ ଆମ୍ଭମାନଙ୍କ ଚକ୍ଷୁ ଜଳକା ହୋଇଅଛି।
18
ସିୟୋନ ପର୍ବତ ଅନାଥା ସ୍ଥାନ ହୋଇଅଛି। କୋକିଶିଆଳିମାନେ ତା’ ଉପରେ ଭ୍ରମଣ କରନ୍ତି।
19
ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ନିତ୍ୟସ୍ଥାୟୀ। ତୁମ୍ଭ ରାଜ ସିଂହାସନ ପୁରୁଷାନୁକ୍ରମେ ଚିରକାଳ ଥାଏ।
20
ହେ ସଦାପ୍ରଭୁ, ତୁମ୍ଭେ କାହିଁକି ଚିରକାଳ ଆମ୍ଭମାନଙ୍କୁ ପାସୋରୁ ଅଛ? ଆଉ ଏତେ ଦୀର୍ଘକାଳ ଆମ୍ଭମାନଙ୍କୁ କାହିଁକି ପରିତ୍ୟାଗ କରିଅଛ?
21
ହେ ସଦାପ୍ରଭୁ! ଆମ୍ଭମାନଙ୍କୁ ତୁମ୍ଭ ନିକଟକୁ ଫେରାଇ ନିଅ। ତହିଁରେ ଆମ୍ଭେମାନେ ଆନନ୍ଦର ସହିତ ତୁମ୍ଭ ନିକଟକୁ ଫେରି ଆସିବୁ। ପୂର୍ବକାଳ ପରି ଆମ୍ଭର ଜୀବନକୁ ନୂତନ କର।
22
ମାତ୍ର ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଅତ୍ୟନ୍ତ କ୍ରୁଦ୍ଧ ହୋଇଅଛ। ଆଉ ତୁମ୍ଭେ କ’ଣ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ଅଗ୍ରାହ୍ୟ କରିଅଛ?
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
All chapters:
1
2
3
4
5