bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Leviticus 1
Leviticus 1
Odia Bible ERV 2004 (ପବିତ୍ର ବାଇବଲ)
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 2 →
1
ବଳିଦାନ ଓ ନୈବେଦ୍ୟ ସଦାପ୍ରଭୁ ପରମେଶ୍ୱର ସମାଗମ-ତମ୍ବୁରୁ ମୋଶାଙ୍କୁ ଡାକି କହିଲେ,
2
“ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ତୁମ୍ଭମାନଙ୍କ ମଧ୍ୟରୁ କେହି ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଉତ୍ସର୍ଗ କରେ, ତେବେ ସେ ନିଜ ପାଳିତ ଗୋରୁ, ମେଷ କିମ୍ବା ଛେଳି ଉତ୍ସର୍ଗ କରୁ।
3
“ସେ ଯଦି ନିଜ ଗୋଠରୁ ଗାଈ ହୋମବଳି ରୂପେ ଉତ୍ସର୍ଗ କରେ, ତେବେ ତାହା ନିଶ୍ଚିତ ନିଖୁଣ ଅଣ୍ଡିରା ବାଛୁରି ହୋଇଥିବ ଓ ସେ ତାକୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ। ତାହାହେଲେ ତାହା ସଦାପ୍ରଭୁଙ୍କ ଦ୍ୱାରା ଗୃହୀତ ହେବ।
4
ପୁଣି ସେ ହୋମବଳିର ମସ୍ତକରେ ଆପଣା ହସ୍ତ ରଖିବ। ତାହାହେଲେ ସେହି ବଳି ତାହାର ପ୍ରାୟଶ୍ଚିତ ରୂପେ ଗ୍ରାହ୍ୟ ହେବ।
5
“ତା’ପରେ ସେ ଗୋଟିଏ ଯୁବା ଷଣ୍ଢ ସଦାପ୍ରଭୁଙ୍କ ସମ୍ମୁଖରେ ବଳିଦାନ କରିବ। ହାରୋଣର ଯାଜକ ପୁତ୍ରଗଣ ରକ୍ତ ଆଣିବେ ଏବଂ ସମାଗମ-ତମ୍ବୁର ଦ୍ୱାର ନିକଟସ୍ଥ ଯଜ୍ଞବେଦି ଉପରେ ଗ୍ଭରିଆଡ଼େ ଛିଞ୍ଚିବେ।
6
ପୁଣି ସେ ଯାଜକ ସେହି ବଳିର ଚର୍ମ ଉତାରିବେ ଓ ସେ ମାଂସ କାଟି ଖଣ୍ଡ ଖଣ୍ଡ କରିବେ।
7
ଅନନ୍ତର ଯାଜକ ହାରୋଣଙ୍କ ପୁତ୍ରଗଣ ସେହି ଯଜ୍ଞବେଦି ଉପରେ ଅଗ୍ନି ରଖିବେ ଓ ଅଗ୍ନି ଉପରେ କାଠ ସଜାଇବେ।
8
ପୁଣି ଯାଜକ ହାରୋଣର ପୁତ୍ର ଯାଜକମାନେ ଯଜ୍ଞବେଦି ଉପରିସ୍ଥ ଅଗ୍ନି ଉପରେ ଥିବା କାଠ ଉପରେ ସେହି ଖଣ୍ଡ ସକଳ, ମସ୍ତକ ଓ ମେଦ ରଖିବେ।
9
ମାତ୍ର ସେହି ଯାଜକ ଅନ୍ତ ଅଂଶ ଓ ଗୋଡ଼ ଜଳରେ ଧୌତ କରିବେ ତା’ପରେ ଯାଜକ ଯଜ୍ଞବେଦି ଉପରେ ତାକୁ ଦଗ୍ଧ କରିବେ ଓ ତାହା ଗୋଟିଏ ହୋମବଳି ହେବ। ଏବଂ ତାହା ସଦାପ୍ରଭୁଙ୍କ ପାଇଁ ସୁବାସିତ ନୈବେଦ୍ୟ ହେବ।
10
“ଯଦି ସେ ମେଷ କିମ୍ବା ଛାଗ ଆପଣା ପଲରୁ ହୋମବଳି ଉତ୍ସର୍ଗ କରେ, ତେବେ ତାହା ନିଖୁଣ ପୁଂପଶୁ ହୋଇଥିବ।
11
ପୁଣି ସେ ଯଜ୍ଞବେଦିର ଉତ୍ତର ପାର୍ଶ୍ୱରେ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ। ତା’ପରେ ଯାଜକ ହାରୋଣର ପୁତ୍ରମାନେ ଯଜ୍ଞବେଦିର ଚତୁର୍ଦ୍ଦିଗରେ ତାହାର ରକ୍ତ ସିଞ୍ଚନ କରିବେ।
12
ତା’ପରେ ସେ ଯାଜକ ତା’ର ମସ୍ତକ ଓ ମେଦ ସହିତ ତାକୁ ଖଣ୍ଡ ଖଣ୍ଡ କରି ଯଜ୍ଞବେଦି ଉପରିସ୍ଥ ଅଗ୍ନି ଓ କାଠ ଉପରେ ତାହା ସଜାଇ ରଖିବ।
13
ମାତ୍ର ସେ ତା’ର ଅନ୍ତ୍ର ଅଂଶ ଓ ଗୋଡ଼ ଜଳରେ ଧୌତ କରିବ। ତା’ପରେ ଯାଜକ ସମ୍ପୂର୍ଣ୍ଣ ପଶୁଟିକୁ ଉତ୍ସର୍ଗ କରିବ ଓ ଏହାକୁ ଯଜ୍ଞବେଦି ଉପରେ ଦଗ୍ଧ କରିବ। ତାହା ହେବ ସଦାପ୍ରଭୁଙ୍କ ପାଇଁ ଗୋଟିଏ ସୁବାସିତ ନୈବେଦ୍ୟ।
14
“ଯଦି କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କୌଣସି ପକ୍ଷୀ ବଳି ଉତ୍ସର୍ଗ କରିବ, ତେବେ ତାହା କପୋତ କିମ୍ବା ପାରା ଶାବକ ହୋଇଥିବ।
15
ତହୁଁ ଯାଜକ ତାକୁ ଯଜ୍ଞବେଦି ନିକଟକୁ ଆଣି ତାହାର ମସ୍ତକ ମୋଡ଼ି ତାକୁ ଯଜ୍ଞବେଦି ଉପରେ ଦଗ୍ଧ କରିବ। ଆଉ ତା’ର ରକ୍ତ ଯଜ୍ଞବେଦି ପାର୍ଶ୍ୱରେ ନିଗାଡ଼ିବ।
16
ସେହି ଯାଜକ ସେ ପକ୍ଷୀର ଖାଦ୍ୟ-ନଳୀ, ମଳ ଓ ପର ନେଇ ପୂର୍ବପାର୍ଶ୍ୱସ୍ଥ ଭସ୍ମ ସ୍ଥାନରେ ନିକ୍ଷେପ କରିବ।
17
ତା’ପରେ ସେ ଯାଜକ ତା’ର ଦୁଇ ପକ୍ଷକୁ ଚିରିବ ମାତ୍ର ତାକୁ ଦୁଇ ଖଣ୍ଡ କରିବ ନାହିଁ। ତା’ପରେ ଯାଜକ ଏହାକୁ ସମ୍ପୂର୍ଣ୍ଣଭାବରେ ବେଦିରେ ଥିବା ଅଗ୍ନିକାଠ ମଧ୍ୟରେ ଦଗ୍ଧ କରିବ। ଏହି ହୋମବଳି ସଦାପ୍ରଭୁଙ୍କ ପାଇଁ ସୁଗନ୍ଧିତ ନୈବେଦ୍ୟ ହେବ।
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 2 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27