bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Leviticus 14
Leviticus 14
Odia Bible ERV 2004 (ପବିତ୍ର ବାଇବଲ)
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 15 →
1
କୁଷ୍ଠରୋଗୀ ଶୁଚି ହେବାର ବିଧି ସଦାପ୍ରଭୁ ମୋଶାଙ୍କୁ କହିଲେ,
2
“କୁଷ୍ଠରୋଗୀର ଶୁଚି ହେବା ଦିନରେ ତାହାର ଏହି ବ୍ୟବସ୍ଥା, “ସେ ଯାଜକ ନିକଟକୁ ଆସିବ ଓ ଯାଜକ ତାକୁ ଦେଖିବ।
3
ତହୁଁ ଯାଜକ ଛାଉଣିର ବାହାରକୁ ଯିବ, ପୁଣି ଯାଜକ ଦେଖିବ ଯଦି ଘା’ ସୁସ୍ଥ ହୋଇଥାଏ।
4
ଯଦି ଲୋକଟି ସୁସ୍ଥ ତେବେ ଯାଜକ ତାହା ପାଇଁ ଦୁଇ ଜୀଅନ୍ତା ଶୁଚି ପକ୍ଷୀ, କିଛି ଏରସ୍ କାଠ, ସିନ୍ଦୁରବର୍ଣ୍ଣ (ଲୋମ) ଓ ବନସ୍ପତିର ପତ୍ର ନେବା ପାଇଁ ଆଜ୍ଞା ଦେବ।
5
ପୁଣି ଯାଜକ ମୃତ୍ତିକାପାତ୍ରସ୍ଥିତ ସ୍ରୋତଜଳ ଉପରେ ଏକ ପକ୍ଷୀକି ବଧ କରିବାକୁ ଆଦେଶ ଦେବ।
6
ତା’ପରେ ସେ ସେହି ଜୀଅନ୍ତା ପକ୍ଷୀ, ଏରସ କାଠ, ସିନ୍ଦୁରବର୍ଣ୍ଣ (ଲୋମ) ଓ ବନସ୍ପତି ବୃକ୍ଷର ପତ୍ର ନେଇ ସେହି ସ୍ରୋତଜଳ ଉପରେ ବଧ କରାଯାଇଥିବା ପକ୍ଷୀର ରକ୍ତରେ ସେହିସବୁକୁ ବଡ଼ାଇବ।
7
ପୁଣି ଯାଜକ ସେହି କୁଷ୍ଠରୋଗୀ ଉପରେ ସାତଥର ରକ୍ତ ଛିଞ୍ଚିବ ଓ ଶୁଚି ହେଲା ବୋଲି ପ୍ରକାଶ କରିବ। ଆଉ ଅନ୍ୟ ଜୀଅନ୍ତା ପକ୍ଷୀଟିକୁ ନେଇ କ୍ଷେତ୍ରଆଡ଼େ ଛାଡ଼ିଦେବ।
8
“ତା’ପରେ ସେ ଶୁଚି ଲୋକ ନିଜର ବସ୍ତ୍ର ଧୌତ କରି, ସମସ୍ତ କେଶ କ୍ଷୌର କରି ଜଳରେ ସ୍ନାନ କରିବ, ତଦ୍ଦ୍ୱାରା ସେ ଶୁଚି ହେବ। ତା’ପରେ ସେ ଛାଉଣି ଭିତରକୁ ଆସିବ। ମାତ୍ର ସେ ସାତ ଦିନ ନିଜର ତମ୍ବୁର ବାହାରେ ରହିବ।
9
ସପ୍ତମ ଦିନରେ ସେ ନିଜର ସମସ୍ତ କେଶ ଅର୍ଥାତ୍ ମସ୍ତକର ଦାଢ଼ିରେ ଓ ଭ୍ରୂଲତାର ସମସ୍ତ କେଶ କ୍ଷୌର କରିବ। ପୁଣି ନିଜର ବସ୍ତ୍ର ଧୌଇ ଜଳରେ ସ୍ନାନ କରି ଶୁଚି ହେବ।
10
“ଅଷ୍ଟମ ଦିନରେ ସେ କୁଷ୍ଠରୋଗୀ ଦୁଇ ନିଖୁଣ ମେଷବତ୍ସ, ଏକବର୍ଷୀୟା ଏକ ନିଖୁଣ ମେଷବତ୍ସା, ଶସ୍ୟ ନୈବେଦ୍ୟ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଳ ନେବ।
11
ତହୁଁ ଶୁଚିକାରୀ ଯାଜକ ସେହି ଶୋଧନୀୟ ଲୋକକୁ ଓ ସେହିସବୁ ଦ୍ରବ୍ୟ ନେଇ ସମାଗମ-ତମ୍ବୁ ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ସ୍ଥାପନ କରିବ।
12
ଆଉ ଯାଜକ ଗୋଟିଏ ଅଣ୍ଡିରା ମେଷବତ୍ସ ଓ ସେହି ଏକ ଲୋଗ୍ ତୈଳ ନେଇ ଦୋଷାର୍ଥକ ବଳିରୂପେ ଉତ୍ସର୍ଗ କରିବ, ଆଉ ଦୋଳନୀୟ ନୈବେଦ୍ୟ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ସେସବୁ ଦୋଳନୀୟ କରାଯିବ।
13
ତା’ପରେ ସେ ଯାଜକ ଯେଉଁ ସ୍ଥାନରେ ପାପାର୍ଥକ ଓ ହୋମବଳି ବଧ କରାଯାଏ ସେହି ପବିତ୍ର ସ୍ଥାନରେ ସେହି ମେଷବତ୍ସ ବଧ କରିବ। ପାପାର୍ଥକ ବଳିପରି ଦୋଷାର୍ଥକ ବଳି ମଧ୍ୟ ଯାଜକର ଅଟେ। ତାହା ମହାପବିତ୍ର ଅଟେ।
14
“ତା’ପରେ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେବ, ପୁଣି ଯାଜକ ସେହି ଶୋଧନୀୟ ଲୋକର ଦକ୍ଷିଣ କର୍ଣ୍ଣର ପ୍ରାନ୍ତରେ, ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳିରେ ଲଗାଇବ।
15
ଆଉ ଯାଜକ ସେହି ଏକ ଲୋଗ୍ ତୈଳରୁ କିଛି ନେଇ ନିଜର ବାମ ହସ୍ତର ପାପୁଲିରେ ଢାଳିବ।
16
ତା’ପରେ ଯାଜକ ସେହି ବାମ ହସ୍ତର ପାପୁଲିସ୍ଥିତ ତୈଳରେ ଆପଣା ଦକ୍ଷିଣ ଅଙ୍ଗୁଳି ବୁଡ଼ାଇ ଅଙ୍ଗୁଳି ଦ୍ୱାରା ସେହି ତୈଳରୁ କିଛି ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସାତଥର ଛିଞ୍ଚିବ।
17
ପୁଣି ଯାଜକ ଆପଣା ବାମ ପାପୁଲିରେ ଅବଶିଷ୍ଟ ତୈଳ ନେଇ ସେହି ଶୋଧନୀୟ ଲୋକର ଦକ୍ଷିଣ କର୍ଣ୍ଣ ପ୍ରାନ୍ତରେ, ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳିରେ ଲଗାଇବ। ଯେଉଁଠାରେ ଦୋଷାର୍ଥକ ବଳିର ରକ୍ତ ଆଗରୁ ଲଗାଇଥିଲା।
18
ଆଉ ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ସେହି ଶୋଧନୀୟ ଲୋକର ମସ୍ତକରେ ଲଗାଇବ। ପୁଣି ସେ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ତାହାପାଇଁ ପ୍ରାୟଶ୍ଚିତ କରିବ।
19
“ତା’ପରେ ଯାଜକ ପାପାର୍ଥକ ବଳି ଉତ୍ସର୍ଗ କରିବ ଓ ସେହି ଶୋଧନୀୟ ଲୋକର ଅଶୌଚ ହେତୁ ପ୍ରାୟଶ୍ଚିତ କରିବ। ଏହା ପରେ ସେ ହୋମବଳି ବଧ କରିବ।
20
ତତ୍ପରେ ଯାଜକ ହୋମବଳି ଓ ଶସ୍ୟ ନୈବେଦ୍ୟ ଆଣି ଯଜ୍ଞବେଦିରେ ଉତ୍ସର୍ଗ କରିବ। ଏହିପରି ଯାଜକ ତାହା ପାଇଁ ପ୍ରାୟଶ୍ଚିତ କରିବ ଓ ସେ ଶୁଚି ହେବ।
21
“ଆଉ ଯଦି ଲୋକଟି ଦରିଦ୍ର ଓ ସେ ସମସ୍ତ ଦ୍ରବ୍ୟ ଦେବାକୁ ଅକ୍ଷମ, ତେବେ ସେ ନିଜର ପ୍ରାୟଶ୍ଚିତ ପାଇଁ ଦୋଳନୀୟ ନୈବେଦ୍ୟ ରୂପେ ଦୋଷାର୍ଥକ ବଳି ପାଇଁ ଗୋଟିଏ ମେଷବତ୍ସା ଓ ଶସ୍ୟ ନୈବେଦ୍ୟରୂପେ ଏକ ଐଫାର ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଳ ଆଣିବ।
22
ପୁଣି ସେହି ଦରିଦ୍ର ଲୋକର ପ୍ରାପ୍ତିର ସାଧ୍ୟ ଅନୁସାରେ ଦୁଇଟି କପୋତ କିମ୍ବା ଦୁଇଟି ପାରା ଆଣିବ। ଆଉ ସେଥିରୁ ଗୋଟିଏ ପାପାର୍ଥକ ବଳି ଓ ଅନ୍ୟଟି ହୋମବଳି ହେବ।
23
“ଆଉ ଅଷ୍ଟମ ଦିନରେ ସେହି ଲୋକ ସମସ୍ତ ଦ୍ରବ୍ୟ ଆଣି ସମାଗମ-ତମ୍ବୁ ଦ୍ୱାର ନିକଟରେ ଯାଜକ ପାଖକୁ ଆଣିବ। ଯାଜକ ସେହି ସମସ୍ତ ଜିନିଷ ସଦାପ୍ରଭୁଙ୍କ ସମ୍ମୁଖରେ ତା’ର ପ୍ରାୟଶ୍ଚିତ ପାଇଁ ଉତ୍ସର୍ଗ କରିବ ଓ ସେ ଶୁଚି ହେବ।
24
ତହୁଁ ଯାଜକ ଦୋଷାର୍ଥକ ବଳିର ମେଷବତ୍ସ ଓ ସେହି ଏକ ଲୋଗ୍ ତୈଳ ନେବ। ତା’ପରେ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ତାହା ଦୋଳନ କରିବ।
25
ତା’ପରେ ଯାଜକ ସେହି ଦୋଷାର୍ଥକ ବଳି ପାଇଁ ଉର୍ଦ୍ଦିଷ୍ଟ ମେଷବତ୍ସ ବଧ କରିବ। ଆଉ ସେଥିରୁ କିଛି ରକ୍ତ ନେଇ ଯାଜକ ଶୋଧନୀୟ ଲୋକର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ, ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳିରେ ଲଗାଇବ।
26
ଆଉ ମଧ୍ୟ ଯାଜକ ସେହି ତୈଳରୁ କିଛି ନେଇ ନିଜ ବାମହସ୍ତ ପାପୁଲିରେ ଢାଳିବ।
27
ଆଉ ଯାଜକ ନିଜର ଦକ୍ଷିଣ ଅଙ୍ଗୁଳି ଦ୍ୱାରା ସେହି ବାମ ହସ୍ତସ୍ଥିତ ତୈଳରୁ କିଛି ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସାତଥର ଛିଞ୍ଚିବ।
28
ଆଉ ମଧ୍ୟ ଯାଜକ ଆପଣା ହସ୍ତସ୍ଥିତ ତୈଳ ନେଇ ସେହି ଶୋଧନୀୟ ଲୋକର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ, ଦକ୍ଷିଣହସ୍ତ ବୃଦ୍ଧାଙ୍ଗୁଳିରେ ଓ ଦକ୍ଷିଣ ପାଦ ବୃଦ୍ଧାଙ୍ଗୁଳିରେ ଦୋଷାର୍ଥକ ବଳିର ରକ୍ତ ଲାଗିଥିବା ସ୍ଥାନରେ ଲଗାଇବ।
29
ପୁଣି ଯାଜକ ଶୋଧନୀୟ ଲୋକ ପାଇଁ ପ୍ରାୟଶ୍ଚିତ କରିବାକୁ ନିଜ ହସ୍ତସ୍ଥିତ ଅବଶିଷ୍ଟ ତୈଳ ତାହାର ମସ୍ତକରେ ଲଗାଇବ।
30
“ପୁଣି ସେ ତା’ର ପ୍ରାପ୍ତିର ସାଧ୍ୟ ଅନୁସାରେ ସେ ଦୁଇ କପୋତ ବା ଦୁଇ ପାରା ଛୁଆ ମଧ୍ୟରୁ ଗୋଟିଏ ଉତ୍ସର୍ଗ କରିବ।
31
ତାହାର ପ୍ରାପ୍ତିର ସାଧ୍ୟ ଅନୁସାରେ ଶସ୍ୟ ନୈବେଦ୍ୟ ସହିତ ଗୋଟିଏ ପାପାର୍ଥକ ବଳିରୂପେ ଓ ଅନ୍ୟଟି ହୋମବଳି ରୂପେ ଉତ୍ସର୍ଗ କରିବ। ପୁଣି ଯାଜକ ଶୋଧନୀୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ କରିବ। ଫଳରେ ଲୋକଟି ଶୁଚି ହେବ।”
32
ଯେଉଁ କୁଷ୍ଠରୋଗର ଘା’ଯୁକ୍ତ ଲୋକ ନିଜ ଶୌଚ ସମ୍ବନ୍ଧୀୟ ଦ୍ରବ୍ୟ ପାଇବାକୁ ଅସମର୍ଥ, ତାହା ପାଇଁ ଏହି ବ୍ୟବସ୍ଥା ଅଟେ।
33
ଗୃହସ୍ଥିତ କୁଷ୍ଠରୋଗର ଦାଗ ପାଇଁ ବିଧି ଅନନ୍ତର ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
34
“ଆମ୍ଭେ ଯେଉଁ ଦେଶ ତୁମ୍ଭମାନଙ୍କ ଅଧିକାର ନିମନ୍ତେ ଦେବା, ସେହି କିଣାନ ଦେଶରେ, ତୁମ୍ଭେମାନେ ପ୍ରବେଶ କଲେ ଯଦି ଆମ୍ଭେ ତୁମ୍ଭମାନଙ୍କ ଅଧିକୃତ ଦେଶରେ କୌଣସି ଗୃହରେ କୁଷ୍ଠରୋଗର ଦାଗ ଉତ୍ପନ୍ନ କରୁ,
35
ତେବେ ସେହି ଗୃହମାଲିକ ଯାଜକ ନିକଟକୁ ଆସି କହିବ, ‘ମୋ’ ଗୃହରେ ଦାଗ ସୃଷ୍ଟି ହେଲାପରି ମୋତେ ଦେଖାଯାଉଛି।’
36
“ତହୁଁ ଯାଜକ ଗୃହର ସମସ୍ତ ଜିନିଷ ବାହାରକୁ ନେବାକୁ ଆଜ୍ଞା ଦେବ, ଯେପରି ସେଗୁଡ଼ିକ ଅଶୁଚି ନ ହୁଏ। ସମସ୍ତ ଜିନିଷ ବାହାରକୁ ଆସିଲା ପରେ ଯାଜକ ଦାଗ ଦେଖିବାକୁ ଗୃହରେ ପ୍ରବେଶ କରିବ।
37
ଯାଜକ ସେହି ଦାଗ ନିରୀକ୍ଷଣ ବେଳେ ଯଦି ଦେଖିବ ଦାଗ କାନ୍ଥର ଖାଲ ଭିତରେ ବସି ଯାଇଥିବ ଓ କିଞ୍ଚିତ ଶାଗୁଆ ବର୍ଣ୍ଣ କିମ୍ବା ରକ୍ତବର୍ଣ୍ଣ ହୋଇଥିବ ଓ ତାହା କାନ୍ଥର ନୀଚରୁ ଦେଖାଯିବ।
38
ତେବେ ଯାଜକ ଗୃହରୁ ବାହାରି ଆସିବ ଓ ସେ ଗୃହକୁ ସାତ ଦିନ ରୁଦ୍ଧ କରି ରଖିବ।
39
“ସପ୍ତମ ଦିନରେ ଯାଜକ ପୁନର୍ବାର ଆସି ଘର ପରୀକ୍ଷା କରିବ। ଆଉ ଯଦି ଗୃହ କାନ୍ଥରେ ସେହି ଦାଗ ବଢ଼ିଥାଏ।
40
ତେବେ ଯାଜକ ସେହି ଦାଗଯୁକ୍ତ ପ୍ରସ୍ତରସବୁ ବାହାର କରି ନଗରର ବାହାରେ ଅଶୁଚି ସ୍ଥାନରେ ପକାଇ ଦେବାକୁ ଲୋକମାନଙ୍କୁ ଆଜ୍ଞା ଦେବ।
41
ପୁଣି ସେ ଗୃହର କାନ୍ଥ ଉପରେ ଥିବା ଚୂନକୁ ଚଞ୍ଛାଇବ ଓ ସେହି ଚଞ୍ଛା ଧୂଳି ନେଇ ନଗର ବାହାରେ ଅଶୁଚି ସ୍ଥାନରେ ପକାଇବ।
42
ତା’ପରେ ସେହି ବ୍ୟକ୍ତି ନୂତନ ପ୍ରସ୍ତର ନେଇ କାନ୍ଥରେ ବସାଇବ ଓ କାନ୍ଥ ଉପରେ ସବୁ ନୂତନ ଲେପ ଲଗାଇବ।
43
“ଯଦି କାନ୍ଥରେ ପ୍ରସ୍ତର ବଦଳ କଲାପରେ ଓ ଗୃହ ଗ୍ଭଞ୍ଛିଲା ପରେ ଓ ନୂତନ ଲେପନ କଲାପରେ ଯେବେ ସେହି ଦାଗ ପୁନର୍ବାର କାନ୍ଥରେ ଫୁଟି ବାହାରେ,
44
ତେବେ ଯାଜକ ଆସି ଦେଖିବ। ଆଉ ଯଦି ସେହି ଦାଗ ବୃଦ୍ଧି ପାଇଥାଏ ତେବେ ସେ ଗୃହରେ କ୍ଷୟକୁଷ୍ଠ ଅଛି ଓ ତାହା ଅଶୁଚି ଅଟେ।
45
ତାହାହେଲେ ସେ ଲୋକ ସେ ଗୃହ ଭାଙ୍ଗି ପକାଇବ। ତହିଁରେ ଥିବା ପ୍ରସ୍ତର, କାଠ ଓ ଧୂଳିସବୁ ନେଇ ନଗର ବାହାରେ ଅଶୁଚି ସ୍ଥାନରେ ପକାଇବ।
46
ସେହି ଗୃହ ରୁଦ୍ଧ ଥିଲାବେଳେ ଯଦି କେହି ସେହି ଘର ଭିତରେ ପ୍ରବେଶ କରିଥାଏ, ସେହି ଲୋକ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
47
ଯଦି କେହି ସେହି ଘରେ ଭୋଜନ କରିଥିବ କିମ୍ବା ଶୟନ କରିଥିବ ତେବେ ସେ ତା’ର ବସ୍ତ୍ର ଧୋଇବ।
48
“ଗୃହ ପୁନଃନିର୍ମାଣ ଓ ପୁନଃଲେପନ ଶେଷ ହେଲା ପରେ, ଯାଜକ ସେହି ଗୃହକୁ ଆସିବ ଓ ଦେଖିବ। ଯଦି ଦାଗ ବୃଦ୍ଧି ନ ପାଇଥାଏ, ତେବେ ସେ ତାହା ଶୁଚି ବୋଲି ଘୋଷଣା କରିବ। କାରଣ ଦାଗ ଉଭେଇ ଯାଉଛି।
49
“ପୁଣି ସେହି ଗୃହକୁ ଶୁଚି କରିବାକୁ ଯାଜକ ଦୁଇଟି ପକ୍ଷୀ, ଏରସ କାଠ, ଲାଲ ବସ୍ତ୍ର ଓ ବନସ୍ପତି ନେବା ଉଚିତ୍।
50
ଜଳସ୍ରୋତ ଉପରେ ଏକ ମାଟିହାଣ୍ଡି ଉପରେ ପକ୍ଷୀଟିକୁ ରଖି ଯାଜକ ତାକୁ ବଧ କରିବା ପାଇଁ କହିବା ଉଚିତ୍।
51
ତା’ପରେ ସେ ଯାଜକ ଏରସ କାଠ, ଏସୋବ, ଲାଲ୍ ବସ୍ତ୍ର, ଜୀଅନ୍ତା ପକ୍ଷୀକୁ ନେଇ ହତ୍ୟା କରିବ ଓ ସେହି ପକ୍ଷୀର ରକ୍ତ, ସେହି ଜଳସ୍ରୋତରେ ବୁଡ଼ାଇବ ଓ ସେହି ଘରେ ସାତଥର ଛିଞ୍ଚିବ।
52
ସେହିସବୁ ଜିନିଷ ବ୍ୟବହାର କରି ସେ ଗୃହଟିକୁ ଶୁଚି କରିବ।
53
ତା’ପରେ ଯାଜକ ସେହି ଜୀଅନ୍ତା ପକ୍ଷୀକୁ ନଗର ବାହାରସ୍ଥ କ୍ଷେତ୍ର ଆଡ଼େ ଛାଡ଼ିଦେବ। ଏହିପରି ସେ ଗୃହ ପାଇଁ ପ୍ରାୟଶ୍ଚିତ କରିବ ଓ ଘରଟିକୁ ଶୁଚି କରିବ।”
54
କୁଷ୍ଠରୋଗର ଯେକୌଣସି ଘା’ ଓ ଛଉର ଏହିସବୁ ବ୍ୟବସ୍ଥା।
55
ପୁଣି ବସ୍ତ୍ରସ୍ଥିତ ଓ ଗୃହସ୍ଥିତ କୁଷ୍ଠ ପାଇଁ,
56
ଆଉ ଫୁଲା, ଦାଗ ଓ ଚିକ୍କଣ ଚିହ୍ନ ପାଇଁ,
57
ଏହିସବୁ ହେଉଛି ବ୍ୟବସ୍ଥା। ଆଉ ମଧ୍ୟ କେଉଁ ସମୟରେ ଶୁଚି ଓ କେଉଁ ସମୟରେ ଅଶୁଚି ଏହା ଜାଣିବା ପାଇଁ ଏସବୁ ବିଧି ଅଟେ।
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 15 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27