bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Leviticus 26
Leviticus 26
Odia Bible ERV 2004 (ପବିତ୍ର ବାଇବଲ)
← Chapter 25
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 27 →
1
ପରମେଶ୍ୱରଙ୍କୁ ମାନି ଚଳିବାର ପୁରସ୍କାର “ତୁମ୍ଭେମାନେ ନିଜ ପାଇଁ ଦେବମୂର୍ତ୍ତି ନିର୍ମାଣ କରିବ ନାହିଁ। କିମ୍ବା ନିଜ ପାଇଁ ଖୋଦିତ ପ୍ରତିମା କି ସ୍ତମ୍ଭ ସ୍ଥାପନ କରିବ ନାହିଁ, ଆଉ ତାହା ନିକଟରେ ଦଣ୍ତ ପ୍ରଣାମ କରିବା ନିମନ୍ତେ ତୁମ୍ଭମାନଙ୍କ ଦେଶର କୌଣସି ଖୋଦିତ ପ୍ରସ୍ତର ରଖିବ ନାହିଁ। କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
2
“ତୁମ୍ଭେମାନେ ଆମ୍ଭର ସ୍ୱତନ୍ତ୍ର ବିଶ୍ରାମ ଦିବସ ପାଳନ କରିବ ଓ ଆମ୍ଭର ପବିତ୍ର ସ୍ଥାନକୁ ସମ୍ମାନ କରିବ, ଆମ୍ଭେ ସଦାପ୍ରଭୁ ଅଟୁ।
3
“ତୁମ୍ଭେ ଯଦି ତାହା କର, ତେବେ ଆମ୍ଭର କରୁଣା ଦୃଷ୍ଟି ପାଇବ। ଦରକାର ଅନୁସାରେ ତୁମ୍ଭେ ବୃଷ୍ଟି ପାଇବ। ଆମ୍ଭର ସମସ୍ତ ବ୍ୟବସ୍ଥା ଓ ଆଜ୍ଞା ପାଳନ କର ଓ ମାନି ଚଳ।
4
ଯଦି ତୁମ୍ଭେ ତାହା କର, ଆମ୍ଭେ ଠିକ୍ ଋତୁରେ ବର୍ଷା କରିବା, ଆଉ ତୁମ୍ଭେମାନେ ସର୍ବଦା ଆମ୍ଭର କରୁଣା ପାଇବ ଏବଂ ତୁମ୍ଭମାନଙ୍କର ଦରକାର ଅନୁସାରେ ତୁମ୍ଭେମାନେ ବୃଷ୍ଟି ପାଇ ପାରିବ। ଭୂମି ଯଥେଷ୍ଟ ଶସ୍ୟ ଉତ୍ପନ୍ନ କରିବ ଓ ବୃକ୍ଷଗୁଡ଼ିକ ପ୍ରଚୁର ଫଳଧାରଣ କରିବେ।
5
ଆଉ ତୁମ୍ଭମାନଙ୍କର ଶସ୍ୟମର୍ଦ୍ଦନ କାଳ ଦ୍ରାକ୍ଷା ସଂଗ୍ରହ କାଳ ପର୍ଯ୍ୟନ୍ତ ଗ୍ଭଲିବ ଓ ଦ୍ରାକ୍ଷା ସଂଗ୍ରହ କାଳ ବୀଜବପନ କାଳ ପର୍ଯ୍ୟନ୍ତ ଲାଗିବ, ପୁଣି ତୁମ୍ଭେମାନେ ତୃପ୍ତ ହେବା ପର୍ଯ୍ୟନ୍ତ ଅନ୍ନ ଭୋଜନ କରିବ ଓ ନିରାପଦରେ ଆପଣା ଦେଶରେ ବାସ କରିବ।
6
ଆମ୍ଭେ ଦେଶର ଶାନ୍ତି ସ୍ଥାପନ କରିବା, ତୁମ୍ଭେମାନେ ଶୟନ କଲାବେଳେ କେହି ତୁମ୍ଭମାନଙ୍କୁ ଭୟ ଦେଖାଇବେ ନାହିଁ। ପୁଣି ଆମ୍ଭେ ହିଂସ୍ରଜନ୍ତୁମାନଙ୍କୁ ଦେଶରୁ ଦୂରେଇ ଦେବା ଏବଂ ତୁମ୍ଭ ଦେଶରେ ଶତ୍ରୁ ପ୍ରବେଶ କରି ପାରିବ ନାହିଁ।
7
“ତୁମ୍ଭେମାନେ ତୁମ୍ଭମାନଙ୍କ ଶତ୍ରୁକୁ ଘଉଡ଼ାଇ ଦେବ। ସେମାନେ ତୁମ୍ଭମାନଙ୍କର ଖଡ଼୍ଗରେ ଧରାଶାୟୀ ହେବେ।
8
ତୁମ୍ଭମାନଙ୍କ ମଧ୍ୟରୁ ପାଞ୍ଚ ଜଣ ଶତ୍ରୁ ପକ୍ଷରୁ ଶହେ ଲୋକଙ୍କୁ ଘଉଡ଼ାଇ ଦେବେ ଓ ଶହେ ଜଣ ଦଶସହସ୍ର ଜଣଙ୍କୁ ଘଉଡ଼ାଇ ଦେବେ ତୁମ୍ଭମାନଙ୍କ ଖଡ଼୍ଗରେ ତୁମ୍ଭମାନଙ୍କର ଶତ୍ରୁର ବିନାଶ ଘଟିବ।
9
“ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ପ୍ରସନ୍ନ ହେବା, ତୁମ୍ଭମାନଙ୍କୁ ପ୍ରଜାବନ୍ତ ଓ ବହୁବଂଶ କରିବା, ଆଉ ତୁମ୍ଭମାନଙ୍କ ସହିତ ଆପଣା ନିୟମ ସ୍ଥିର କରିବା।
10
ତୁମ୍ଭେମାନେ ବହୁକାଳ ପର୍ଯ୍ୟନ୍ତ ପୁରାତନ ଶସ୍ୟକୁ ଭୋଜନ କରିବ। ପୁଣି ନୂତନ ଶସ୍ୟଅମଳ ବେଳକୁ ରଖିବା ପାଇଁ ପୁରାତନ ଶସ୍ୟକୁ ବାହାର କରିବ।
11
ଆମ୍ଭେ ଆମ୍ଭର ପବିତ୍ର ତମ୍ବୁ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାପନ କରିବା। ଆମ୍ଭେ ତୁମ୍ଭମାନଙ୍କୁ ଘୃଣା କରିବା ନାହିଁ।
12
ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ଗମନା ଗମନ କରିବା ଓ ତୁମ୍ଭମାନଙ୍କର ପରମେଶ୍ୱର ହେବା। ଆଉ ତୁମ୍ଭେମାନେ ଆମ୍ଭର ଲୋକ ହେବ।
13
ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଟୁ। ଆମ୍ଭେ ତୁମ୍ଭମାନଙ୍କୁ ଦାସ ହେବାରୁ ରକ୍ଷା କଲୁ। ଆମ୍ଭେ ତୁମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲୁ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର। ଆମ୍ଭେ ତୁମ୍ଭମାନଙ୍କର ଯୁଆଳିର ଯୋତ ଭାଙ୍ଗି ଅଛୁ ଓ ତୁମ୍ଭେମାନେ ମୁଣ୍ତ ଉପରକୁ ଉଠାଇ ସିଧା ଗ୍ଭଲିବ।
14
ପରମେଶ୍ୱରଙ୍କ ଅବଜ୍ଞାପାଇଁ ଦଣ୍ତ “ତୁମ୍ଭେମାନେ ଯଦି ଆମ୍ଭର ବାକ୍ୟରେ ମନୋଯୋଗ ନ କରିବ ଓ ଆମ୍ଭର ସକଳ ଆଜ୍ଞା ପାଳନ ନ କରିବ ତେବେ ଏହିସବୁ ଅଘଟଣମାନ ଘଟିବ।
15
ତୁମ୍ଭେମାନେ ଯଦି ଆମ୍ଭର ବ୍ୟବସ୍ଥା ଅବଜ୍ଞା କର ଓ ଆମ୍ଭର ଆଜ୍ଞାକୁ ଘୃଣା କର ଓ ଆମ୍ଭର ଆଜ୍ଞାକୁ ଅନୁସରଣ ନ କର, ତେବେ ତୁମ୍ଭେମାନେ ଆମ୍ଭର ଚୁକ୍ତି ଲଙ୍ଘନ କରିବ।
16
ଯଦି ତୁମ୍ଭେମାନେ ତାହା କର, ତେବେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଭୟଙ୍କର ଅଘଟଣ ଘଟାଇବା। ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଯକ୍ଷ୍ମା ଓ ଜ୍ୱର ନିରୂପଣ କରିବା, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ, ପ୍ରାଣ କ୍ଷୟ କରିବ। ଆଉ ତୁମ୍ଭେମାନେ ବୃଥାରେ ବୀଜ ବୁଣିବ, କାରଣ ଶତ୍ରୁମାନେ ତାକୁ ଖାଇଯିବେ।
17
ଆମ୍ଭେ ତୁମ୍ଭ ବିରୁଦ୍ଧରେ ଯିବା, ତୁମ୍ଭେମାନେ ତୁମ୍ଭମାନଙ୍କର ଶତ୍ରୁମାନଙ୍କ ଦ୍ୱାରା ପରାଜିତ ହେବ, ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି ସେମାନେ ତୁମ୍ଭମାନଙ୍କ ଉପରେ ଶାସନ କରିବେ ଓ କେହି ତୁମ୍ଭମାନଙ୍କ ପଛରେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ଦୌଡ଼ି ପଳାଇଯିବ।
18
“ଏସବୁ ହେଲା ପରେ ଯେବେ ତୁମ୍ଭେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ ତେବେ ଆମ୍ଭେ ତୁମ୍ଭମାନଙ୍କର ପାପ ଯୋଗୁଁ ତୁମ୍ଭମାନଙ୍କୁ ସାତଗୁଣ ଅଧିକ ଦଣ୍ତ ଦେବା।
19
ପୁଣି ଆମ୍ଭେ ତୁମ୍ଭର ବଳର ଗର୍ବକୁ ଖର୍ବ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ଆକାଶକୁ ଲୌହତୁଲ୍ୟ ଓ ଭୂମିକୁ ପିତ୍ତଳତୁଲ୍ୟ କରିବା।
20
ତୁମ୍ଭେମାନେ ବୃଥା ପରିଶ୍ରମ କରିବ, କାରଣ ତୁମ୍ଭମାନଙ୍କ ଭୂମି ଶସ୍ୟ ଉତ୍ପନ୍ନ କରିବ ନାହିଁ ଓ କ୍ଷେତ୍ରର ବୃକ୍ଷ ସକଳ ଫଳ ଉତ୍ପନ୍ନ କରିବ ନାହିଁ।
21
“ଆଉ ଯଦି ତୁମ୍ଭେମାନେ ପୁନର୍ବାର ଆମ୍ଭର ପ୍ରତିକୂଳାଚରଣ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କୁ ସାତଗୁଣ କ୍ଳେଶ ଦେବା। ତୁମ୍ଭେମାନେ ଯେତେ ଅଧିକ ପାପ କରିବ ସେତେ ଅଧିକ ଦଣ୍ତ ପାଇବ।
22
ତୁମ୍ଭମାନଙ୍କ ପ୍ରତିକୂଳରେ ଆମ୍ଭେ ବନ୍ୟପଶୁମାନଙ୍କୁ ପଠାଇବା, ତହିଁରେ ସେମାନେ ତୁମ୍ଭମାନଙ୍କୁ ସନ୍ତାନ ବିହୀନ କରିବେ ଓ ତୁମ୍ଭମାନଙ୍କର ଗୃହପାଳିତ ପଶୁମାନଙ୍କୁ ବଧ କରିବେ, ସେମାନେ ତୁମ୍ଭମାନଙ୍କୁ ଅଳ୍ପ ସଂଖ୍ୟକ କରିବେ, ଆଉ ତୁମ୍ଭମାନଙ୍କ ରାଜପଥ ସକଳ ଶୂନ୍ୟ ହେବ।
23
“ଏହାସବୁ ହେଲା ପରେ ଯଦି ତୁମ୍ଭେମାନେ ଆମ୍ଭ ପ୍ରତି ପରିବର୍ତ୍ତନ ହେବ ନାହିଁ ଓ ଆମ୍ଭର ପ୍ରତିକୂଳାଚରଣ କରିବ,
24
ଆମ୍ଭେ ତୁମ୍ଭମାନଙ୍କର ପ୍ରତିକୂଳାଚରଣ କରିବା ଓ ତୁମ୍ଭମାନଙ୍କ ପାପ ସକାଶେ ଆମ୍ଭେ ତୁମ୍ଭମାନଙ୍କୁ ସାତଗୁଣ ଦଣ୍ତିତ କରିବା।
25
ପୁଣି ଆମ୍ଭେ ତୁମ୍ଭମାନଙ୍କ ଉପରକୁ ଖଡ଼୍ଗ ଆଣିବା, ତାହା ନିୟମ ଲଙ୍ଘନର ପ୍ରତିଫଳ ହେବ। ତୁମ୍ଭେମାନେ ନଗର ମଧ୍ୟରେ ଏକତ୍ର ହେଲେ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ମହାମାରୀ ପଠାଇବା, ତହିଁରେ ତୁମ୍ଭେମାନେ ଶତ୍ରୁ ହସ୍ତରେ ସମର୍ପିତ ହେବ।
26
ଯେତେବେଳେ ଆମ୍ଭେ ତୁମ୍ଭମାନଙ୍କର ରୋଟୀ ପଠାଇବା ବନ୍ଦ କରିବା, ଦଶ ଜଣ ସ୍ତ୍ରୀ ଗୋଟିଏ ଚୁଲ୍ଲୀରେ ତୁମ୍ଭମାନଙ୍କର ରୋଟୀ ପାକ କରିବେ ଓ ପୁନର୍ବାର ତୌଲି ତୁମ୍ଭମାନଙ୍କୁ ରୋଟୀ ଦେବେ, ଆଉ ତୁମ୍ଭେମାନେ ତାହା ଭୋଜନ କରିବ, ମାତ୍ର ତୃପ୍ତ ହେବ ନାହିଁ।
27
“ଏହା ହେଲା ପରେ ଯଦି ତୁମ୍ଭେମାନେ ଆମ୍ଭ କଥା ଶୁଣିବ ନାହିଁ ଓ ଆମ୍ଭର ପ୍ରତିକୂଳାଚରଣ କରିବ।
28
ତେବେ ଆମ୍ଭେ କ୍ରୋଧରେ ତୁମ୍ଭମାନଙ୍କର ପ୍ରତିକୂଳାଚରଣ କରିବା ଓ ତୁମ୍ଭମାନଙ୍କ ପାପ ଯୋଗୁଁ ତୁମ୍ଭମାନଙ୍କୁ ସାତଗୁଣ ଶାସ୍ତି ଦେବା।
29
ତୁମ୍ଭେମାନେ ଏତେ କ୍ଷୁଧିତ ହେବ ଯେ ଆପଣା ପୁତ୍ର ଓ କନ୍ୟାମାନଙ୍କର ମାଂସ ଭୋଜନ କରିବ।
30
ପୁଣି ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚସ୍ଥଳ ସକଳ ଭାଙ୍ଗିବା ଓ ତୁମ୍ଭମାନଙ୍କ ସୂର୍ଯ୍ୟ ପ୍ରତିମା ସକଳ କାଟି ପକାଇବା ଓ ତୁମ୍ଭମାନଙ୍କ ପ୍ରତିମାଗଣର ଦେହ ଉପରେ ତୁମ୍ଭମାନଙ୍କ ମୃତଦେହ ପକାଇବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ।
31
ଆମ୍ଭେ ତୁମ୍ଭର ନଗର ସକଳ ମରୁଭୂମି କରିବା ଓ ତୁମ୍ଭମାନଙ୍କ ପବିତ୍ର ସ୍ଥାନ ସକଳ ଶୂନ୍ୟ କରିବା। ଆଉ ଆମ୍ଭେ ତୁମ୍ଭମାନଙ୍କର ଦତ୍ତ ତୁଷ୍ଟିଜନକ ସୁଗନ୍ଧି ଆଘ୍ରାଣ କରିବା ନାହିଁ।
32
ପୁଣି ଆମ୍ଭେ ଦେଶକୁ ଶୂନ୍ୟସ୍ଥାନ କରିବା ଓ ତନ୍ନିବାସୀ ତୁମ୍ଭମାନଙ୍କର ଶତ୍ରୁଗଣ ତହିଁରେ ଆଶ୍ଚର୍ଯ୍ୟଜ୍ଞାନ କରିବେ।
33
ଆଉ ଆମ୍ଭେ ନାନାଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ଼୍ଗ ଉତ୍ତୋଳନ କରିବା। ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ୟସ୍ଥାନ ହେବ ଓ ତୁମ୍ଭମାନଙ୍କ ନଗର ସକଳ ମରୁଭୂମି ହେବ।
34
“ତା’ପରେ ଦେଶ ଶୂନ୍ୟ ହୋଇଯିବ ଓ ତୁମ୍ଭେମାନେ ଆପଣା ଶତ୍ରୁଗଣ ଦେଶରେ ରହିବ, ତା’ପରେ ଭୂମି ଆପଣା ବିଶ୍ରାମ ଗ୍ରହଣ କରିବ, ଅର୍ଥାତ୍ ଭୂମି ଆପଣା ବିଶ୍ରାମ ଉପଭୋଗ କରିବ।
35
ବ୍ୟବସ୍ଥା ଅନୁସାରେ ଭୂମି ପ୍ରତି ସାତ ବର୍ଷରେ ଆପଣା ବିଶ୍ରାମ ଏକ ବର୍ଷ ନେବ। ତୁମ୍ଭେ ବାସ କରୁଥିଲାବେଳେ ଯେଉଁ ବିଶ୍ରାମ ପାଇ ନ ଥିଲ। ସ୍ଥାନ ଶୂନ୍ୟ ଥିଲାବେଳେ ସେ ବିଶ୍ରାମ ଗ୍ରହଣ କରିବ।
36
ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ ସେମାନେ ଶତ୍ରୁମାନଙ୍କ ଦେଶରେ ସାହସିକତା ହରାଇବେ। ସେମାନେ ପତ୍ରଝଡ଼ାର ଶବ୍ଦ ଶୁଣିଲେ ମଧ୍ୟ ଦୌଡ଼ି ପଳାଇବେ। ପୁଣି ଖଡ଼୍ଗଧାରରୁ ପଲାଇଲା ଲୋକପରି ସେମାନେ ଦୌଡ଼ିବେ ଓ କେହି ସେମାନଙ୍କୁ ନ ଗୋଡ଼ାଇଲେ ହେଁ ସେମାନେ ପତିତ ହେବେ।
37
ପୁଣି କେହି ନ ଗୋଡ଼ାଇଲେ ହେଁ ଖଡ଼୍ଗ ସମ୍ମୁଖରେ, ସେପରି ଏକ ଅନ୍ୟ ଉପରେ ଝୁଣ୍ଟି ପଡ଼ିବେ। “ଆଉ ଶତ୍ରୁଗଣର ସମ୍ମୁଖରେ ଛିଡ଼ା ହେବାକୁ ତୁମ୍ଭମାନଙ୍କର ବଳ ପାଇବ ନହିଁ।
38
ତୁମ୍ଭେ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ବିନଷ୍ଟ ହେବ ଓ ତୁମ୍ଭମାନଙ୍କର ଶତ୍ରୁଗଣର ଦେଶ ତୁମ୍ଭମାନଙ୍କୁ ଗ୍ରାସ କରିବ।
39
ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ, ସେମାନେ ଦୁଃଖ ଭୋଗିବେ ଏବଂ ଶତ୍ରୁର ଦେଶରୁ ଉଚ୍ଛେଦ ହେବେ ନିଜ ଅପରାଧ ଯୋଗୁଁ ଓ ଆପଣା ପୂର୍ବପୁରୁଷମାନଙ୍କର ଅପରାଧ ହେତୁ ସେମାନେ କଷ୍ଟ ଭୋଗ କରିବେ ନାହିଁ।
40
ଚିରକାଳ ଆଶା “ମାତ୍ର ଲୋକମାନେ ସେମାନଙ୍କର ପାପ ସ୍ୱୀକାର କରି ପାରନ୍ତି ଓ ସେମାନେ ସେମାନଙ୍କ ପୂର୍ବପୁରୁଷମାନଙ୍କର ଅପରାଧ ସ୍ୱୀକାର କରି ପାରନ୍ତି ଓ ସେମାନେ ଆମ୍ଭ ବିରୁଦ୍ଧରେ ପାପ କରିଛନ୍ତି ବୋଲି ସ୍ୱୀକାର କରି ପାରନ୍ତି।
41
ଆଉ ମଧ୍ୟ ସେମାନେ ଆମ୍ଭର ପ୍ରତିକୂଳାଚରଣ କରିବା ହେତୁ ଆମ୍ଭେ ମଧ୍ୟ ସେମାନଙ୍କର ପ୍ରତିକୂଳାଚରଣ କଲୁ। ସେମାନଙ୍କୁ ସେମାନଙ୍କ ଶତ୍ରୁଗଣର ଦେଶରୁ ଆଣିଲୁ, ଏହା ସେମାନେ ସ୍ୱୀକାର କରିବେ। ତହିଁରେ ଯେବେ ସେମାନଙ୍କ ହୃଦୟ ନମ୍ର ହେବ ଓ ସେମାନେ ନିଜ ନିଜ ଅପରାଧର ଦଣ୍ତ ଗ୍ରହଣ କରିବେ।
42
ତେବେ ଆମ୍ଭେ ଯାକୁବ ସହିତ, ଇସ୍ହାକ୍ ସହିତ, ଅବ୍ରହାମଙ୍କ ସହିତ ଆପଣା ନିୟମ ସ୍ମରଣ କରିବା ଓ ଆମ୍ଭେ ଦେଶକୁ ମଧ୍ୟ ସ୍ମରଣ କରିବା।
43
“ଦେଶ ମଧ୍ୟ ସେମାନଙ୍କ ଦ୍ୱାରା ତ୍ୟକ୍ତ ହୋଇ ରହିବ ଓ ସେମାନଙ୍କ ଅବର୍ତ୍ତମାନର ଶୂନ୍ୟସ୍ଥାନ ହୋଇ ପଡ଼ିଥିବା ସମୟରେ ଆପଣା ବିଶ୍ରାମ ଗ୍ରହଣ କରିବ, ପୁଣି ସେମାନେ ନିଜ ନିଜ ଅପରାଧର ଦଣ୍ତ ଗ୍ରହଣ କରିବେ; ଏଥିର କାରଣ ଏହି ଯେ, ସେମାନେ ଆମ୍ଭର ବିଧି ଅଗ୍ରାହ୍ୟ କଲେ ଓ ସେମାନଙ୍କ ପ୍ରାଣ ଆମ୍ଭ ବ୍ୟବସ୍ଥା ଘୃଣା କଲା।
44
ସେମାନେ ପ୍ରକୃତରେ ପାପୀ, ମାତ୍ର ଯଦି ସେମାନେ ସାହାଯ୍ୟ ନିମନ୍ତେ ଆମ୍ଭ ନିକଟକୁ ଆସନ୍ତି, ଆମ୍ଭେ ସେମାନଙ୍କ ପ୍ରତି ବିମୁଖ ହେବା ନାହିଁ, ସେମାନେ ଶତ୍ରୁଗଣଙ୍କ ଦେଶରେ ଥିଲେ ମଧ୍ୟ ଆମ୍ଭେ ସେମାନଙ୍କ କଥା ଶୁଣିବା, ଆମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ବିନାଶ କରିବା ନାହିଁ କି ସେମାନଙ୍କ ସହିତ ଆପଣା ନିୟମ ଭଙ୍ଗ ନିମନ୍ତେ ସେମାନଙ୍କୁ ଅଗ୍ରାହ୍ୟ କରିବା ନାହିଁ। କିମ୍ବା ସେମାନଙ୍କୁ ଘୃଣା କରିବା ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ।
45
ମାତ୍ର ଆମ୍ଭେ ସେମାନଙ୍କ ଲାଗି ସେମାନଙ୍କ ପୂର୍ବପୁରୁଷଙ୍କ ସହିତ କରିଥିବା ନିୟମ ସ୍ମରଣ କରିବା, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ନିମନ୍ତେ ଅନ୍ୟ ଦେଶୀୟ ଲୋକମାନଙ୍କ ସାକ୍ଷାତରେ ସେମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଅଛୁ। ଆମ୍ଭେ ସଦାପ୍ରଭୁ ଅଟୁ।”
46
ଏହିସବୁ ବ୍ୟବସ୍ଥା, ବିଧି ଓ ଶିକ୍ଷାମାନ ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କୁ ଦେଲେ। ଏହିସବୁ ବିଧି ଇସ୍ରାଏଲ ସନ୍ତାନଗଣ ଓ ସଦାପ୍ରଭୁଙ୍କ ମଧ୍ୟରେ ସ୍ଥାପିତ ହୋଇଥିଲା। ଆଉ ସଦାପ୍ରଭୁ ଏହି ସମସ୍ତ ବିଧି ମୋଶାଙ୍କୁ ସୀନୟ ପର୍ବତରେ ଦେଇଥିଲେ ଓ ମୋଶା ଇସ୍ରାଏଲର ଲୋକମାନଙ୍କୁ ତାହା ଦେଲେ।
← Chapter 25
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 27 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27