bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Luke 10
Luke 10
Odia Bible ERV 2004 (ପବିତ୍ର ବାଇବଲ)
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 11 →
1
ଯୀଶୁ ବାସ୍ତରି ଜଣକୁ ପଠାଇଲେ ଏହା ପରେ ପ୍ରଭୁ ଆଉ ବାସ୍ତରି ଜଣ ଲୋକଙ୍କୁ ବାଛିଲେ। ଯେଉଁ ଯେଉଁ ନଗର ଓ ସ୍ଥାନମାନଙ୍କୁ ତାହାଙ୍କର ଯିବାର ଯୋଜନା ଥିଲା, ସେହି ନଗର ଓ ସ୍ଥାନମାନଙ୍କୁ ସେ ସେମାନଙ୍କୁ ଦୁଇ ଦୁଇଜଣ ହିସାବରେ ନିଜେ ଯିବା ଆଗରୁ ପଠାଇଦେଲେ।
2
ଯୀଶୁ ସେମାନଙ୍କୁ କହିଲେ, “ଅମଳ ହେବାକୁ ପ୍ରଚୁର ଫସଲ ପଡ଼ି ରହିଛି। କିନ୍ତୁ ମୂଲିଆ ଖୁବ୍ କମ୍। ତେଣୁ ଫସଲର ମାଲିକଙ୍କୁ ପ୍ରାର୍ଥନା କର ଯେ, ସେ ଯେପରି ତାହାଙ୍କର ଫସଲ କାଟିବା ପାଇଁ କାମ କରିବାକୁ ଅଧିକ ମୂଲିଆ ପଠାଇବେ।
3
“ଯାଅ, କିନ୍ତୁ ମନେରଖ, ମୁଁ ତୁମ୍ଭମାନଙ୍କୁ ଗଧିଆମାନଙ୍କ ମଧ୍ୟରେ ମେଣ୍ଢାଛୁଆ ଭାବରେ ପଠାଉଛି।
4
ସାଙ୍ଗରେ ଟଙ୍କା, ଥଳି, ଜୋତା କିଛି ହେଲେ ନିଅ ନାହିଁ। ରାସ୍ତାରେ କାହାରି ସହିତ କଥାବାର୍ତ୍ତା ହେବା ପାଇଁ ଅଟକି ଯିବ ନାହିଁ।
5
ଯେକୌଣସି ଘରେ ପ୍ରବେଶ କରିବା ମାତ୍ରେ ପ୍ରଥମେ କୁହ, ‘ଏ ଘରକୁ ଶାନ୍ତି ମିଳୁ।’
6
ଯଦି ସେଠାରେ କେହି ଶାନ୍ତି ପ୍ରିୟ ଲୋକ ଥିବ, ତେବେ ତୁମ୍ଭମାନଙ୍କର ଶାନ୍ତି ଆଶୀର୍ବାଦ ତାହାକୁ ମିଳିବ। ଯଦି ସେଠାରେ କେହି ଶାନ୍ତି ପ୍ରିୟ ଲୋକ ନ ଥିବ, ତେବେ ତୁମ୍ଭମାନଙ୍କ ଶାନ୍ତି ଆଶୀର୍ବାଦ ତୁମ୍ଭମାନଙ୍କ ପାଖକୁ ଫେରି ଆସିବ।
7
ତୁମ୍ଭେମାନେ ଶାନ୍ତି ଥିବା ଘରେ ରୁହ। ସେ ଲୋକମାନେ ତୁମ୍ଭମାନଙ୍କୁ ଯାହାଦେବେ ତାହା ଖାଅ ଓ ପିଅ। କାରଣ କାମ କରିବା ଲୋକର ତା’ ବେତନ ଉପରେ ଅଧିକାର ଅଛି। ଅନ୍ୟ ଘରେ ରହିବା ପାଇଁ ସେହି ଘର ଛାଡ଼ି ଯାଅ ନାହିଁ।
8
“ଯଦି ତୁମ୍ଭେମାନେ ଗୋଟିଏ ନଗରକୁ ଯାଅ ଓ ସେଠାରେ ଯଦି ଲୋକେ ତୁମ୍ଭମାନଙ୍କୁ ସ୍ୱାଗତ କରନ୍ତି, ତେବେ ତୁମ୍ଭେମାନଙ୍କୁ ସେମାନେ ଯାହା ଖାଦ୍ୟ ଦିଅନ୍ତି, ତାହା ଖାଅ।
9
ସେଠାରେ ରହୁଥିବା ଲୋଗୀଙ୍କୁ ସୁସ୍ଥ କର। ତା’ପରେ ସେମାନଙ୍କୁ କୁହ, ‘ପରମେଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଖୁବ୍ ଶୀଘ୍ର ଆସି ପହଞ୍ଚିଯାଉଛି।’
10
“କିନ୍ତୁ ତୁମ୍ଭେମାନେ ଯଦି ଏଭଳି ଏକ ନଗରକୁ ଯାଅ ଓ ସେଠାରେ ଲୋକେ ତୁମ୍ଭମାନଙ୍କର ସ୍ୱାଗତ ନ କରନ୍ତି, ତେବେ ସେହି ନଗରର ଗଳିମାନଙ୍କରେ ଯାଅ ଏବଂ କୁହ,
11
ଆମ୍ଭର ପାଦରେ ଲାଗିଥିବା ଏହି ଧୂଳିତକ ମଧ୍ୟ ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଏହିଠାରେ ଝାଡ଼ି ଦେଇ ଯାଉଛୁ।’ ତଥାପି ମନେରଖ, ‘ପରମେଶ୍ୱରଙ୍କ ରାଜ୍ୟ ଖୁବ୍ ଶୀଘ୍ର ଆସୁଛି।’
12
ମୁଁ ତୁମ୍ଭମାନଙ୍କୁ କହୁଛି ଯେ ବିଗ୍ଭର ହେବା ଦିନ ସେହି ନଗରର ଲୋକମାନଙ୍କର ଦଶା ସଦୋମର ଲୋକମାନଙ୍କ ଦଶା ଅପେକ୍ଷା ଅଧିକ ଖରାପ ହେବ।
13
ଅବିଶ୍ୱାସୀମାନଙ୍କୁ ଯୀଶୁଙ୍କ ଚେତାବନୀ “ହାୟ କୋରାଜୀନ୍! ହାୟ ବେଥ୍ସାଇଦା! ତୁମ୍ଭମାନଙ୍କ ମଧ୍ୟରେ ମୁଁ ଅନେକ ଆଶ୍ଚର୍ଯ୍ୟକର୍ମ ଦେଖାଇଛି। ଯଦି ଏଗୁଡ଼ିକ ସୋର ଓ ସୀଦୋନରେ ଲୋକମାନଙ୍କୁ କରା ଯାଇଥା’ନ୍ତା, ତେବେ କେବେଠାରୁ ସେମାନେ ନିଜର ହୃଦୟ ପରିବର୍ତ୍ତନ କରି ସାରିଥାଆନ୍ତେ ଓ ପାପ କରିବା ଛାଡ଼ି ଦେଇଥାଆନ୍ତେ। ସେମାନେ ନିଜ ନିଜ ପାପ ପାଇଁ ଅନୁତାପ କରିଥିବା କଥା ଦେଖାଇବା ପାଇଁ ତା’ର ପ୍ରତୀକ ସ୍ୱରୁପ ଅଖାରେ ତିଆରି ଶୋକବସ୍ତ୍ର ଧାରଣ କରିଥାଆନ୍ତେ ଓ ମୁଣ୍ଡରେ ପାଉଁଶ ବୋଳି ହୋଇଥାଆନ୍ତେ।
14
ବିଗ୍ଭର ଦିନ ତୁମ୍ଭମାନଙ୍କ ଦଶା ସୋର ଓ ସୀଦୋନର ଲୋକମାନଙ୍କ ଦଶା ଅପେକ୍ଷା ଅଧିକ ଖରାପ ହେବ।
15
ଏବଂ ହେ କଫର୍ନାହୂମ! ତୁମ୍ଭକୁ କ’ଣ ସ୍ୱର୍ଗ ଯେତେ ଉଚ୍ଚ, ସେତେ ଉଚ୍ଚକୁ ଉଠାଯିବ? ନା, ତୁମ୍ଭକୁ ନର୍କ ଯେତେ ନୀଚ୍ଚ ସେହିପରି ନୀଚ୍ଚ ସ୍ଥାନକୁ ଅଣାଯିବ।
16
“ଯେତେବେଳେ କୌଣସି ଲୋକ ତୁମ୍ଭମାନଙ୍କ କଥା ଶୁଣେ, ସେ ପ୍ରକୃତରେ ମୋ’ କଥା ଶୁଣେ। ଯେତେବେଳେ ଜଣେ ତୁମ୍ଭମାନଙ୍କୁ ଗ୍ରହଣ କରିବାକୁ ମନା କରେ, ସେ ପ୍ରକୃତରେ ମୋତେ ଗ୍ରହଣ କରିବାକୁ ମନା କରିଦିଏ ଏବଂ ଯେତେବେଳେ ଜଣେ ମୋତେ ଗ୍ରହଣ କରିବାକୁ ମନା କରେ, ସେ ପ୍ରକୃତରେ ମୋତେ ପଠାଇଥିବା ପରମେଶ୍ୱରଙ୍କୁ ଗ୍ରହଣ କରିବାକୁ ମନା କରିଦିଏ।”
17
ଶୟତାନର ପତନ ଯେତେବେଳେ ବାସ୍ତରି ଜଣ ସେମାନଙ୍କ ଭ୍ରମଣରୁ ଫେରି ଆସିଲେ, ସେମାନେ ବହୁତ ଖୁସୀ ଥିଲେ। ସେମାନେ କହିଲେ, “ପ୍ରଭୁ, ଆମ୍ଭେମାନେ ଯେତେବେଳେ ଆପଣଙ୍କ ନାମ ନେଇ ଆଜ୍ଞା ଦେଲୁ, ସେତେବେଳେ ଏପରିକି ଭୂତମାନେ ମଧ୍ୟ ଆମ୍ଭମାନଙ୍କ କଥା ମାନିଲେ।”
18
ଏହା ଶୁଣି ଯୀଶୁ ସେମାନଙ୍କୁ କହିଲେ, “ମୁଁ ଶୟତାନକୁ ଆକାଶରୁ ବିଜୁଳି ଭଳି ଖସିଥିବାର ଦେଖିଛି।
19
ଶୁଣ! ସାପ ଓ କଙ୍କଡ଼ାବିଛାମାନଙ୍କୁ ପାଦତଳେ ଦଳି ଦେବାକୁ ମୁଁ ତୁମ୍ଭମାନଙ୍କୁ ଶକ୍ତି ଦେଇଛି। ମୁଁ ତୁମ୍ଭମାନଙ୍କ ଶତ୍ରୁ ପାଖରେ ଥିବା ଶକ୍ତିଠାରୁ ଅଧିକ ଶକ୍ତି ଦେଇଛି। ତୁମ୍ଭମାନଙ୍କର କେହି କିଛି କ୍ଷତି କରି ପାରିବ ନାହିଁ।
20
ହଁ, ଆତ୍ମାମାନେ ତୁମ୍ଭମାନଙ୍କ କଥା ମାନୁଛନ୍ତି। ତୁମ୍ଭେମାନେ ଖୁସୀ ହୁଅ, କାରଣ ତୁମ୍ଭମାନଙ୍କ ପାଖରେ ଏ ଶକ୍ତି ଥିବା ଯୋଗୁଁ ନୁହେଁ, ବରଂ ତୁମ୍ଭମାନଙ୍କ ନାମ ସ୍ୱର୍ଗରେ ଲେଖା ହୋଇଥିବା ଯୋଗୁଁ ଖୁସୀ ହୁଅ।”
21
ଯୀଶୁ ପରମପିତାଙ୍କୁ ପ୍ରାର୍ଥନା କଲେ ତ’ପରେ ପବିତ୍ରଆତ୍ମା ଯୀଶୁଙ୍କୁ ଅତ୍ୟନ୍ତ ଆନନ୍ଦିତ କରାଇଲେ। ଯୀଶୁ କହିଲେ, “ହେ ପରମପିତା! ହେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ! ମୁଁ ତୁମ୍ଭକୁ ପ୍ରଶଂସା କରୁଛି। କାରଣ ତୁମ୍ଭେ ଏହି କଥାଗୁଡ଼ିକୁ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଚେଇ ରଖିଥିଲେ ମଧ୍ୟ ଶିଶୁମାନଙ୍କ ପରି ଲୋକମାନଙ୍କୁ ଦେଖାଇଛ। ହେ ପରମ ପିତା! ତୁମ୍ଭେ ଏହା ପ୍ରକୃତରେ କରିବାକୁ ଗ୍ଭହୁଁଥିଲ ବୋଲି ତୁମ୍ଭେ ଏହା କଲ।
22
“ମୋର ପରମପିତା ମୋତେ ସବୁକିଛି ଦେଇଛନ୍ତି। ପୁତ୍ର କିଏ ଏହା ପରମପିତାଙ୍କ ବ୍ୟତୀତ ଅନ୍ୟ କେହି ଜାଣନ୍ତି ନାହିଁ। ଏବଂ ପରମପିତା କିଏ ଏହା ପୁତ୍ରଙ୍କ ଛଡ଼ା କେହି ଜାଣନ୍ତି ନାହିଁ। କେବଳ ସେହିମାନେ ପରମପିତାଙ୍କ ବିଷୟରେ ଜାଣି ପାରିବେ, ଯେଉଁମାନଙ୍କୁ ତାହା ଜଣାଇବା ନିମନ୍ତେ ପୁତ୍ର ସ୍ୱୟଂ ବାଛିବେ।”
23
ତା’ପରେ ଯୀଶୁ ଶିଷ୍ୟମାନଙ୍କ ଆଡ଼କୁ ମୁହଁ ବୁଲାଇଲେ। ଯୀଶୁଙ୍କ ସହିତ ସେଠାରେ କେବଳ ତାହାଙ୍କ ଶିଷ୍ୟମାନେ ରହିଥିଲେ। ଯୀଶୁ କହିଲେ, “ତୁମ୍ଭେମାନେ ଧନ୍ୟ, ଯେହେତୁ ତୁମ୍ଭେମାନେ ଏହିସବୁ ବିଷୟ ଦେଖିଲ।
24
ମୁଁ ତୁମ୍ଭମାନଙ୍କୁ କହୁଛି, ତୁମ୍ଭେମାନେ ଏବେ ଯାହା ଦେଖୁଛ, ତାହା ଦେଖିବା ପାଇଁ ଅନେକ ଭବିଷ୍ୟଦ୍ବକ୍ତା ଓ ରାଜା ଗ୍ଭହିଁଥିଲେ। କିନ୍ତୁ ସେମାନେ ଏସବୁ ଦେଖି ପାରି ନ ଥିଲେ। ତୁମ୍ଭେମାନେ ଏବେ ଯାହା ଶୁଣୁଛ, ତାହା ଶୁଣିବା ପାଇଁ ଅନେକ ଭବିଷ୍ୟଦ୍ବକ୍ତା ଓ ରାଜା ଗ୍ଭହିଁଥିଲେ। କିନ୍ତୁ ସେମାନେ ଏସବୁ ଶୁଣି ପାରି ନ ଥିଲେ।”
25
ଉତ୍ତମ ଶମିରୋଣୀୟ ଦୃଷ୍ଟାନ୍ତ ତା’ପରେ ଜଣେ ଧର୍ମଶାସ୍ତ୍ରୀ ଠିଆ ହେଲେ। ସେ ଯୀଶୁଙ୍କୁ ପରୀକ୍ଷା କରିବା ପାଇଁ ତାହାଙ୍କୁ ପଗ୍ଭରିଲେ, “ଗୁରୁ, ଅନନ୍ତ ଜୀବନ ଲାଭ କରିବା ପାଇଁ ମୁଁ କ’ଣ କରିବି?”
26
ଏହା ଶୁଣି ଯୀଶୁ ତାହାଙ୍କୁ କହିଲେ, “ବ୍ୟବସ୍ଥାଶାସ୍ତ୍ରରେ କ’ଣ ଲେଖାଅଛି? ସେଥିରେ ତୁମ୍ଭେ କ’ଣ ପଢ଼ୁଛ?”
27
ସେ ଉତ୍ତର ଦେଲେ, “‘ତୁମ୍ଭେ ନିଜର ସମସ୍ତ ହୃଦୟ, ସମସ୍ତ ଆତ୍ମା, ସମସ୍ତ ଶକ୍ତି ଓ ସମସ୍ତ ମନ ଦେଇ ତୁମ୍ଭର ପ୍ରଭୁ ପରମେଶ୍ୱରଙ୍କୁ ପ୍ରେମ କର’ ଏବଂ, ‘ତୁମ୍ଭେ ନିଜକୁ ପ୍ରେମ କରିଲା ଭଳି ଅନ୍ୟମାନଙ୍କୁ ପ୍ରେମ କର।’”
28
ତା’ପରେ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ ଠିକ୍ ଉତ୍ତର ଦେଇଛ। ଏହା ହିଁ କର। ଏହା ଫଳରେ ତୁମ୍ଭେ ଅନନ୍ତ ଜୀବନ ଲାଭ କରିବ।”
29
ନିଜେ ଠିକ୍ ଜୀବନଯାପନ କରୁଛନ୍ତି ବୋଲି ଧର୍ମଶାସ୍ତ୍ରୀ ଜଣକ ପ୍ରମାଣ କରିବାକୁ ଗ୍ଭହୁଁଥିଲେ। ତେଣୁ ସେ ଯୀଶୁଙ୍କୁ ପଗ୍ଭରିଲେ, “ତେବେ ଯେଉଁମାନଙ୍କୁ ପ୍ରେମ କରିବି, ସେମାନେ କିଏ?”
30
ଏହି ପ୍ରଶ୍ନର ଉତ୍ତର ଦେବାକୁ ଯାଇ ଯୀଶୁ କହିଲେ, “ଜଣେ ଲୋକ ଯିରୁଶାଲମରୁ ଯିରୀହୋକୁ ଯାଉଥିଲା। ବାଟରେ ସେ ଡକାୟତମାନଙ୍କ ହାବୁଡ଼ରେ ପଡ଼ିଲା। ସେମାନେ ତା’ ଲୁଗାପଟା ସବୁ ଚିରି ବାହାର କରି ଓ ତାକୁ ମାଡ଼ ମାରି ଅର୍ଦ୍ଧମୃତ ଅବସ୍ଥାରେ ପକାଇଦେଇ ଗ୍ଭଲିଗଲେ।
31
“ଏପରି ଘଟିଲା ଯେ ଜଣେ ଯିହୂଦୀ ଯାଜକ ସେହି ରାସ୍ତା ଦେଇ ଯାଉଥିଲେ। ସେହି ଲୋକଟିକୁ ଦେଖି ସେ ବାଟ ଭାଙ୍ଗି ଗ୍ଭଲିଗଲେ।
32
ତା’ପରେ ଜଣେ ଲେବୀୟ ସେହି ବାଟରେ ଆସିଲେ। ସେ ସେହି ଲୋକଟିକୁ ଦେଖିବା ସତ୍ତ୍ୱେ ତାକୁ ସାହାଯ୍ୟ କରିବାକୁ ନ ଅଟକି ଗ୍ଭଲିଗଲେ।
33
“ତା’ପରେ ଶମିରୋଣୀୟ ଦେଶର ଜଣେ ଲୋକ ସେହି ବାଟେ ଆସିଲେ। ଆହତ ଲୋକଟି ଯେଉଁଠାରେ ପଡ଼ିଥିଲା, ସେ ସେହି ସ୍ଥାନକୁ ଆସିଲେ। ସେ ସେହି ଲୋକଟିକୁ ଦେଖି ବହୁତ ମନ ଦୁଃଖ କଲେ।
34
ସେ ଆହତ ଲୋକଟି ପାଖକୁ ଗଲେ। ତା କ୍ଷତରେ ତେଲ ଓ ଅଙ୍ଗୁରରସ ଢାଳି ପଟି ବାନ୍ଧି ଦେଲେ। ତାହାଙ୍କ ପାଖରେ ଗଧଟିଏ ଥିଲା। ସେ ଆହତ ଲୋକଟିକୁ ତାହାଙ୍କ ଗଧ ଉପରେ ବସାଇ ଗୋଟିଏ ଚଟିଘରକୁ ନେଇଗଲେ। ଚଟିଘରେ ସେ ଆହତ ଲୋକଟିର ଯତ୍ନ ନେଲେ।
35
ତା’ ପରଦିନ ଶମିରୋଣୀୟ ଲୋକ ଜଣକ ଦୁଇଟି ରୂପାମୁଦ୍ରା ବାହାର କଲେ। ସେ ତାହା ପାନ୍ଥଶାଳାର ଦାୟିତ୍ୱରେ ଥିବା ଲୋକଟିକୁ ଦେଇ କହିଲେ, ‘ଏହି ଆହତ ଲୋକଟିର ଯତ୍ନ ନେବ। ତା’ ପାଇଁ ଯଦି ଆଉ ଅଧିକ ଟଙ୍କା ଖର୍ଚ୍ଚ ହୁଏ, ମୁଁ ଫେରିଲା ବେଳେ ତୁମ୍ଭକୁ ସେତକ ପରିଶୋଧ କରିଦେବି।”
36
ଏହା ପରେ ଯୀଶୁ କହିଲେ, “ଏବେ କୁହ, ଡକାୟତମାନଙ୍କ ହାବୁଡ଼ରେ ପଡ଼ି ଆହତ ହୋଇଥିବା ଲୋକଟିକୁ ଏହି ତିନି ଜଣଙ୍କ ମଧ୍ୟରୁ କିଏ ପ୍ରେମଭାବ ଦେଖାଇଲେ ବୋଲି ତୁମ୍ଭେ ଭାବୁଛ?”
37
ଶାସ୍ତ୍ରୀ ଜଣକ କହିଲେ, “ଯେଉଁ ଲୋକ ଆହତ ଲୋକଟିକୁ ସାହାଯ୍ୟ କଲା।” ତା’ପରେ ଯୀଶୁ ତାହାଙ୍କୁ କହିଲେ, “ତେବେ ତୁମ୍ଭେ ଯାଅ, ଏବଂ ଲୋକମାନଙ୍କ ନିମନ୍ତେ ସେହିଭଳି କାମ କର।”
38
ମରିୟମ ଓ ମାର୍ଥା ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯାତ୍ରା କରୁଥିବା ଅବସରରେ ଗୋଟିଏ ଗାଁକୁ ଯୀଶୁ ଗଲେ। ମାର୍ଥା ନାମକ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ସ୍ୱାଗତ କଲା।
39
ମାର୍ଥାର ମରିୟମ ନାମରେ ଗୋଟିଏ ଭଉଣୀ ଥିଲା। ମରିୟମ ଯୀଶୁଙ୍କ ପାଦ ପାଖରେ ବସି ତାହାଙ୍କ ଉପଦେଶ ଶୁଣୁଥିଲା, କିନ୍ତୁ ମାର୍ଥା ଘରର ସବୁ କାମ କରୁଥିଲା।
40
ମାର୍ଥାକୁ ବହୁତ ଗୁଡ଼ାଏ କାମ କରିବାକୁ ପଡ଼ୁଥିବାରୁ ସେ ରାଗିଗଲା। ସେ ଯୀଶୁଙ୍କ ପାଖକୁ ଆସି କହିଲା, “ପ୍ରଭୁ! ମୋ’ ଭଉଣୀ ଘରର ଯେ ସବୁ କାମ ମୋ’ ଉପରେ ଛାଡ଼ି ଦେଇଛି, ଏ ବିଷୟରେ କ’ଣ ଆପଣଙ୍କର ମନୋଯୋଗ ନାହିଁ? ଏଣୁ ତାହାକୁ କୁହନ୍ତୁ ଯେ ସେ ମୋତେ ସାହାଯ୍ୟ କରୁ।”
41
ଯୀଶୁ ଉତ୍ତର ଦେଲେ, “ମାର୍ଥା, ହେ ମାର୍ଥା, ବହୁତ ଗୁଡ଼ାଏ କଥା ପାଇଁ ତୁମ୍ଭେ ବ୍ୟସ୍ତ ଓ ଚିନ୍ତିତ ଅଛ।
42
କିନ୍ତୁ ଗୋଟିଏ ଜିନିଷ ସବୁଠାରୁ ମହତ୍ତ୍ୱପୂର୍ଣ୍ଣ। ମରିୟମ ନିଜ ପାଇଁ ଠିକ୍ ଜିନିଷଟି ପସନ୍ଦ କରିଛି ଏବଂ ଏହା ତା’ଠାରୁ ଛଡ଼େଇ ନିଆଯିବ ନାହିଁ।”
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 11 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24