bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Luke 12
Luke 12
Odia Bible ERV 2004 (ପବିତ୍ର ବାଇବଲ)
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 13 →
1
ଫାରୂଶୀମାନଙ୍କ ଭଳି ହୁଅ ନାହିଁ ହଜାର ହଜାର ଲୋକ ଆସି ଜମା ହୋଇ ଗଲେ। ଲୋକେ ଜଣେ ଜଣକୁ ମାଡ଼ି ପକାଉ ଥିଲେ। ଲୋକମାନଙ୍କୁ କହିବା ପୂର୍ବରୁ ଯୀଶୁ ପ୍ରଥମେ ନିଜ ଶିଷ୍ୟମାନଙ୍କୁ କହିଲେ, “ଫାରୂଶୀମାନଙ୍କ ଖମୀରଠାରୁ ଦୂରରେ ରୁହ। ମୋ’ କହିବାର ଅଭିପ୍ରାୟ ହେଉଛି ଯେ, ସେମାନେ କପଟୀ।
2
ଲୁଚି ରହିଥିବା ପ୍ରତ୍ୟେକ ଜିନିଷକୁ ପ୍ରକାଶ କରି ଦିଆ ଯିବ। ଗୋପନରେ ରହିଥିବା ପ୍ରତ୍ୟେକ ବିଷୟକୁ ପ୍ରକାଶ କରାଯିବ।
3
ତୁମ୍ଭେମାନେ ଅନ୍ଧକାରରେ କହୁଥିବା କଥା ଆଲୁଅରେ କହି ଦିଆ ଯିବ। ଗୋଟିଏ ଏକାନ୍ତ କୋଠରି ଭିତରେ ଚୁପ୍ କରି କାହା କାନରେ ତୁମ୍ଭେମାନେ କିଛି କହିଲେ ମଧ୍ୟ ତାହାକୁ ଘରର ଛାତ ଉପରୁ ଘୋଷଣା କରି ଦିଆ ଯିବ।”
4
କେବଳ ପରମେଶ୍ୱରଙ୍କୁ ଭୟ କର ତା’ପରେ ଯୀଶୁ ଲୋକମାନଙ୍କୁ କହିଲେ, “ହେ ମୋର ବନ୍ଧୁଗଣ! ମୁଁ ତୁମ୍ଭମାନଙ୍କୁ କହୁଛି, ଲୋକଙ୍କୁ ଭୟ କର ନାହିଁ। ଲୋକେ କେବଳ ଶରୀରକୁ ମାରି ପକାଇବେ। କିନ୍ତୁ ସେତିକି କରି ସାରିବା ପରେ ସେମାନେ ତୁମ୍ଭମାନଙ୍କର ଆଉ ଅଧିକା କିଛି କରି ପାରିବେ ନାହିଁ।
5
ତୁମ୍ଭେମାନେ ଯାହାକୁ ଭୟ କରିବା ଉଚିତ୍ ମୁଁ ତୁମ୍ଭମାନଙ୍କୁ ତାହାଙ୍କୁ ଦେଖାଇ ଦେବି। ତୁମ୍ଭମାନଙ୍କୁ ମାରି ସାରି ନର୍କରେ ଫିଙ୍ଗି ଦେବା ଶକ୍ତି ଯାହାର ଅଛି, ତୁମ୍ଭେମାନେ ସେହି ପରମେଶ୍ୱରଙ୍କୁ ଭୟ କରିବା ଉଚିତ୍। ହଁ, ମୁଁ ତୁମ୍ଭମାନଙ୍କୁ କହୁଛି, କେବଳ ତାହାଙ୍କୁ ଭୟ କର।
6
“ଚଢ଼େଇ ବିକାଯିବା ବେଳେ ପାଞ୍ଚଟା ଚଢ଼େଇଙ୍କର ମୂଲ୍ୟ ଅଳ୍ପ କେତେକ ପଇସା ହୁଏ। ତଥାପି, ପରମେଶ୍ୱର ସେମାନଙ୍କ ମଧ୍ୟରୁ ଗୋଟିକୁ ହେଲେ ଭୁଲି ଯାଆନ୍ତି ନାହିଁ।
7
ହଁ, ତୁମ୍ଭମାନଙ୍କ ମୁଣ୍ଡରେ କେତେ ଗୋଟି ବାଳ ଅଛି, ତାହା ମଧ୍ୟ ପରମେଶ୍ୱର ଜାଣନ୍ତି। ଭୟ କର ନାହିଁ। ତୁମ୍ଭମାନଙ୍କର ମୂଲ୍ୟ ଅନେକ ଚଢ଼େଇଙ୍କ ଅପେକ୍ଷା ବହୁତ ଅଧିକ।
8
ଯୀଶୁଙ୍କ ଯୋଗୁଁ ଲଜ୍ଜା କର ନାହିଁ “ମୁଁ ତୁମ୍ଭମାନଙ୍କୁ କହୁଛି, ଯେଉଁ ଲୋକ ସମସ୍ତଙ୍କ ଆଗରେ ଠିଆ ହୋଇ କହେ ଯେ ସେ ମୋ’ଠାରେ ବିଶ୍ୱାସ କରୁଛି, ତା’ହେଲେ ମୁଁ ମନୁଷ୍ୟପୁତ୍ର, ପରମେଶ୍ୱରଙ୍କ ଦୂତମାନଙ୍କ ଆଗରେ କହିବି ଯେ, ସେହି ଲୋକଟି ମୋର ନିଜର ଲୋକ।
9
କିନ୍ତୁ ଯେଉଁ ଲୋକ ଅନ୍ୟମାନଙ୍କ ଆଗରେ ଠିଆ ହୋଇ କୁହେ ଯେ, ସେ ମୋ’ଠାରେ ବିଶ୍ୱାସ କରେ ନାହିଁ, ତେବେ ମୁଁ ମଧ୍ୟ ପରମେଶ୍ୱରଙ୍କ ଦୂତମାନଙ୍କ ଆଗରେ କହିବି ଯେ ସେ ଲୋକ ମୋ’ ନିଜ ଲୋକ ନୁହେଁ।
10
“ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କିଛି କହୁଥିବା ଲୋକକୁ କ୍ଷମା କରି ଦିଆଯାଇ ପାରେ। କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧରେ କହୁଥିବା ଲୋକକୁ କ୍ଷମା କରାଯାଇ ପାରିବ ନାହିଁ।
11
“ଯେତେବେଳେ ଲୋକମାନେ ତୁମ୍ଭମାନଙ୍କୁ ଯିହୂଦୀ ପ୍ରାର୍ଥନାଗୃହ, ଶାସକ ଏବଂ ଅନ୍ୟାନ୍ୟ ଅଧିକାରୀମାନଙ୍କ ଆଗକୁ ଆଣିବେ, ସେତେବେଳେ ତୁମ୍ଭେମାନେ କିପରି ଉତ୍ତର ଦେବ, ଓ କ’ଣ କହିବ, ସେ ବିଷୟରେ ଆଦୌ ଚିନ୍ତା କର ନାହିଁ।
12
କାରଣ ସେହି ସମୟରେ ପବତ୍ର ଆତ୍ମା ତୁମ୍ଭମାନଙ୍କୁ ଶିଖାଇ ଦେବେ ତୁମ୍ଭମାନଙ୍କୁ କ’ଣ କହିବାକୁ ହେବ।।”
13
ସ୍ୱାର୍ଥପରତା ବିରୁଦ୍ଧରେ ଚେତାବନୀ ଜନସମୂହ ମଧ୍ୟରୁ କେହି ଜଣେ ଯୀଶୁଙ୍କୁ କହିଲା, “ଗୁରୁ! ଆମ୍ଭର ବାପା ଏବେ ମରିଗଲେ। ଆମ୍ଭ ବାପାଙ୍କ ସମ୍ପତ୍ତିକୁ ଆମ୍ଭ ଭିତରେ ଭାଗ କରିବା ପାଇଁ ମୋ’ ଭାଇକୁ କୁହନ୍ତୁ।”
14
ଏହା ଶୁଣି ଯୀଶୁ କହିଲେ, “ମୋତେ ତୁମ୍ଭମାନଙ୍କର ବିଗ୍ଭର କରିବାକୁ କିମ୍ବା ତୁମ୍ଭ ବାପାଙ୍କ ସମ୍ପତ୍ତି ତୁମ୍ଭ ଦୁହିଁଙ୍କ ଭିତରେ ବାଣ୍ଟି ଦେବାକୁ କିଏ କହିଛି?”
15
ଯୀଶୁ କହିଲେ, “ସାବଧାନର ସହିତ ସମସ୍ତ ପ୍ରକାର ଲୋଭରୁ ନିଜକୁ ଦୂରରେ ରଖ। ନିଜର ଅଧିକାରରେ ଥିବା ବିପୁଳ ସମ୍ପତ୍ତିରୁ କେହି କେବେ ଜୀବନ ପାଇ ପାରେ ନାହିଁ।”
16
ତା’ପରେ ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ ଶୁଣାଇଲେ: “ଜଣେ ଧନୀ ଲୋକର କେତେକ ଜମି ଥିଲା। ସେହି ଜମିରେ ବହୁତ ଖାଦ୍ୟଶସ୍ୟ ଫଳିଲା।
17
ଲୋକଟି ମନେ ମନେ ଭାବିଲା, ‘ମୁଁ କ’ଣ କରିବି? ମୋ’ ପାଖରେ ମୋର ସବୁ ଶସ୍ୟତକ ରଖିବା ପାଇଁ ଜାଗା ନାହିଁ।
18
“ତା’ପରେ ସେ କହିଲା, ଠିକ୍ ଅଛି। କ’ଣ କରିବାକୁ ହେବ, ତାହା ମୁଁ ଜାଣିଛି। ମୁଁ ପ୍ରଥମେ ଅମାରଗୁଡ଼ିକ ଭାଙ୍ଗି ଦେଇ ବଡ଼ବଡ଼ ଅମାର ତିଆରି କରିବି ଏବଂ ସବୁତକ ଗହମ ଓ ଭଲ ଜିନିଷ ତକ ଏକାଠି ନୂଆ ଅମାରମାନଙ୍କରେ ରଖି ଦେବି।
19
ତା’ପରେ ମୁଁ ନିଜକୁ କହି ପାରିବି, ମୁଁ ଅନେକ ଉତ୍ତମ ପଦାର୍ଥ ଅନେକ ବର୍ଷ ପାଇଁ ସଞ୍ଚୟ କରି ରଖିଛି। ଏଥର ଆରାମ କର। ଖାଇପିଇ ମଉଜ କର।’
20
“କିନ୍ତୁ ପରମେଶ୍ୱର ତାହାକୁ କହିଲେ, ‘ଆରେ ନିର୍ବୋଧ ମନୁଷ୍ୟ! ଆଜି ରାତିରେ ତୁ ମରିଯିବୁ। ତୁ ଯେଉଁ ପଦାର୍ଥତକ ତୋ’ ପାଇଁ ସାଇତି କରି ରଖିଛୁ, ତାହା କ’ଣ ହେବ? ସେ ସବୁ କିଏ ଭୋଗ କରିବ?’
21
“ଯେଉଁ ଲୋକ କେବଳ ନିଜ ପାଇଁ ଅନେକ ପଦାର୍ଥ ସାଇତି କରି ରଖେ, ତାହା ପ୍ରତି ଏହିଭଳି ଘଟିବ। ପରମେଶ୍ୱରଙ୍କ ଦୃଷ୍ଟିରେ ସେହିଲୋକ ଆଦୌ ଧନୀ ନୁହେଁ।’
22
ପରମେଶ୍ୱରଙ୍କ ରାଜ୍ୟକୁ ପ୍ରଥମସ୍ଥାନ ଦେବା ଯୀଶୁ ପୁଣି ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଏଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ କ’ଣ ଖାଇ ଜୀବନ ଧାରଣ କରିବ, ସେଥିପାଇଁ ଚିନ୍ତା କର ନାହିଁ। ଶରୀର ଆବୃତ କରିବା ପାଇଁ ଯେଉଁ ଲୁଗା ପଟା ଦରକାର, ସେଥିପାଇଁ ଚିନ୍ତା କର ନାହିଁ।
23
କାରଣ ଜୀବନ ଖାଇବାଠାରୁ ଓ ଶରୀର ପିନ୍ଧିବାଠାରୁ ଅଧିକ ମହତ୍ତ୍ୱପୂର୍ଣ୍ଣ।
24
ପକ୍ଷୀଗୁଡ଼ିକୁ ଦେଖ। ସେମାନେ ବିହନ ବୁଣନ୍ତି ନାହିଁ, କି ଫସଲ ଅମଳ କରନ୍ତି ନାହିଁ। ସଞ୍ଚୟ କରିବା ପାଇଁ ପକ୍ଷୀମାନଙ୍କ ପାଖରେ ଭଣ୍ଡାର ନାହିଁ, କି ଅମାର ନାହିଁ। ତଥାପି ପରମେଶ୍ୱର ସେମାନଙ୍କୁ ଖାଇବାକୁ ଦେଇଥା’ନ୍ତି। ତୁମ୍ଭେମାନେ ତ ପକ୍ଷୀମାନଙ୍କ ଅପେକ୍ଷା କେତେ ଅଧିକ ମୂଲ୍ୟବାନ୍।
25
ତୁମ୍ଭମାନଙ୍କ ଭିତରେ କ’ଣ ଏପରି କିଏ ଅଛି, ଯେ କି ଏଗୁଡ଼ିକ ପାଇଁ ବ୍ୟସ୍ତ ହେବା ଦ୍ୱାରା ନିଜ ପରମାୟୁରେ ଆଉ ଘଡ଼ିଏ ସମୟ ଯୋଡ଼ି ପାରିବ?
26
ତେବେ ତୁମ୍ଭେମାନେ ଯଦି ଏଡ଼ିକି ଛୋଟିଆ କାମଟିଏ କରି ପାରିବ ନାହିଁ, ତେବେ ଅନ୍ୟସବୁ ବଡ଼ ବଡ଼ କାମ ପାଇଁ କାହିଁକି ବ୍ୟସ୍ତ ହୋଇ ପଡ଼ୁଛ?
27
“ବନ୍ୟ ଫୁଲଗୁଡ଼ିକୁ ଦେଖ, ସେମାନେ କିପରି ଫୁଟନ୍ତି? ସେମାନେ ପରିଶ୍ରମ କରନ୍ତି ନାହିଁ, କି ଲୁଗା ବୁଣନ୍ତି ନାହିଁ। କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ ସବୁଠାରୁ ମହାନ୍ ଓ ଧନବାନ ରାଜା ଶଲୋମନ ମଧ୍ୟ ସେହି ଫୁଲମାନଙ୍କ ମଧ୍ୟରୁ କୌଣସି ଗୋଟିଏ ପରି ସୁଦ୍ଧା ସୁସଜ୍ଜିତ ହୋଇପାରି ନ ଥିଲେ।
28
ପରମେଶ୍ୱର ପଡ଼ିଆର ଘାସକୁ ମଧ୍ୟ ସେହିପରି ବସ୍ତ୍ର ଦେଇଛନ୍ତି। ସେହି ଘାସ ଆଜି ବଞ୍ଚିଛି। ଆସନ୍ତା କାଲି ତାକୁ ନିଆଁରେ ଜଳିବା ପାଇଁ ଫିଙ୍ଗି ଦିଆଯିବ। ତୁମ୍ଭମାନଙ୍କ ଜାଣି ରଖିବା ଉଚିତ୍ ଯେ, ପରମେଶ୍ୱର ତୁମ୍ଭମାନଙ୍କୁ ତା’ଠାରୁ ବହୁତ ଅଧିକ ବସ୍ତ୍ର ଦେବେ। ପରମେଶ୍ୱରଙ୍କଠାରେ ତୁମ୍ଭମାନଙ୍କର କ’ଣ ଏତିକି ବିଶ୍ୱାସ ନାହିଁ?
29
“ତେଣୁ ତୁମ୍ଭେମାନେ କ’ଣ ଖାଇବ, କ’ଣ ପିଇବ ସେ ବିଷୟରେ ଆଦୌ ଚିନ୍ତା କର ନାହିଁ। ଆଦୌ ବ୍ୟସ୍ତ ହୁଅ ନାହିଁ।
30
ଏ ପୃଥିବୀରେ ସମସ୍ତେ ସେଗୁଡ଼ିକ ପାଇବା ପାଇଁ ଚେଷ୍ଟା କରୁଛନ୍ତି। ତୁମ୍ଭମାନଙ୍କର ପରମପିତା ଜାଣିଛନ୍ତି ଯେ, ତୁମ୍ଭମାନଙ୍କର ସେଗୁଡ଼ିକ ଦରକାର।
31
ବରଂ ତୁମ୍ଭମାନଙ୍କର ଯେଉଁ ବିଷୟଟି ଗ୍ଭହିଁବା ଉଚିତ୍, ତାହା ହେଉଛି ସ୍ୱର୍ଗରାଜ୍ୟ। ତାହାହେଲେ ତୁମ୍ଭେମାନେ ଦରକାର କରୁଥିବା ଏହି ସମସ୍ତ ବିଷୟ ତୁମ୍ଭମାନଙ୍କୁ ଦିଆଯିବ।
32
ଧନ ଉପରେ ଭରସା ରଖ ନାହିଁ “ହେ ସାନ ମେଷପଲ! ଭୟ କର ନାହିଁ। ତୁମ୍ଭମାନଙ୍କ ପରମପିତା ତୁମ୍ଭମାନଙ୍କୁ ସେହି ସ୍ୱର୍ଗ ରାଜ୍ୟ ଦେବାକୁ ଗ୍ଭହାନ୍ତି।
33
ତେଣୁ ତୁମ୍ଭେମାନେ ନିଜର ସମସ୍ତ ସମ୍ପତ୍ତି ବିକି ଦେଇ ସେହି ଟଙ୍କା ଗରିବ ଲୋକଙ୍କ ମଧ୍ୟ ବାଣ୍ଟିଦିଅ। ଏ ସଂସାରର ଧନସମ୍ପତ୍ତି ସବୁଦିନ ପାଇଁ ରହିବ ନାହିଁ। ତେଣୁ ସବୁଦିନ ରହି ପାରୁଥିବା ଧନସମ୍ପତ୍ତି ସଂଗ୍ରହ କରା ନିଜ ପାଇଁ ସ୍ୱର୍ଗରେ ଧନସମ୍ପତ୍ତି ସଂଗ୍ରହ କର। ଏହା ଚିରକାଳ ରହିବ। ସ୍ୱର୍ଗରେ ତୁମ୍ଭମାନଙ୍କ ସମ୍ପତ୍ତିକୁ କେହି ଗ୍ଭେରେଇ ନେଇ ପାରିବ ନାହିଁ କି ତାକୁ କୀଟ ନଷ୍ଟ କରି ପାରିବ ନାହିଁ।
34
ତୁମ୍ଭମାନଙ୍କର ଧନସମ୍ପତ୍ତି ଯେଉଁଠାରେ ରହିବ, ତୁମ୍ଭମାନଙ୍କ ହୃଦୟ ମଧ୍ୟ ସେହିଠାରେ ରହିବ।
35
ସର୍ବଦା ପ୍ରସ୍ତୁତ ରୁହ “କର୍ମ ପାଇଁ ସର୍ବଦା ପ୍ରସ୍ତୁତ ରୁହ। ତୁମ୍ଭର ଦୀପଗୁଡ଼ିକ ଜଳେଇ ରଖ।
36
ବିବାହ ଭୋଜିରୁ ଫେରି ମାଲିକ ଯେପରି ତୁମ୍ଭମାନଙ୍କୁ ପ୍ରସ୍ତୁତ ଦେଖନ୍ତି, ଏପରି ଗ୍ଭକରମାନଙ୍କ ଭଳି ହୁଅ। କାରଣ ମାଲିକ ଫେରି ଆସି କବାଟ ବାଡ଼େଇବା ମାତ୍ରେ ଗ୍ଭକରମାନେ ସଙ୍ଗେ ସଙ୍ଗେ ମାଲିକକୁ ଦୁଆର ଫିଟେଇ ଦେବେ।
37
ସେହି ଗ୍ଭକରମାନେ ଧନ୍ୟ, ଯେଉଁମାନଙ୍କୁ ମାଲିକ ଫେରି ଆସି ଦେଖିବେ ଯେ ସେମାନେ ଜାଗ୍ରତ ଅଛନ୍ତି ଓ ତାହାଙ୍କୁ ଅପେକ୍ଷା କରି ରହିଛନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ମାଲିକ ମଧ୍ୟ ସେମାନଙ୍କ ସେବା ପାଇଁ ନିଜକୁ ପ୍ରସ୍ତୁତ କରିବେ। ସେ ସେମାନଙ୍କୁ ବସିବା ପାଇଁ କହିବେ ଓ ନିଜେ ଖାଦ୍ୟ ପରଶି ଦେବେ।
38
ସେହି ଗ୍ଭକରମାନଙ୍କୁ ମାଲିକଙ୍କ ପାଇଁ ଅଧରାତି ବା ତା’ଠାରୁ ଆହୁରି ଅଧିକ ସମୟ ଅପେକ୍ଷା କରିବାକୁ ପଡ଼ିପାରେ। କିନ୍ତୁ ମାଲିକ ଯେତେବେଳେ ଫେରି ଆସି ସେମାନଙ୍କୁ ସେପର୍ଯ୍ୟନ୍ତ ଅପେକ୍ଷା କରିଥିବାର ଦେଖିବେ, ସେତେବେଳେ ସେମାନେ ଖୁସୀ ହୋଇ ଯିବେ।
39
“ମନେରଖ, ଯଦି ଘରର ମାଲିକ ଆଗରୁ ଜାଣି ପାରନ୍ତି ଯେ, ଗ୍ଭେର କେତେବେଳେ ଆସିବ, ତେବେ ସେ ଗ୍ଭେରକୁ ଘରେ ପଶିବାକୁ ଦିଅନ୍ତେ ନାହିଁ।
40
ଏଣୁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ରୁହ। କାରଣ ମନୁଷ୍ୟପୁତ୍ର ଏପରି ଏକ ସମୟରେ ଆସିବେ, ଯେଉଁ ସମୟରେ ସେ ଆସିବେ ବୋଲି ତୁମ୍ଭେମାନେ ଆଦୌ ଭାବି ପାରି ନ ଥିବ।”
41
ବିଶ୍ୱସ୍ତ ସେବକ କିଏ ପିତର ପଗ୍ଭରିଲେ, “ପ୍ରଭୁ! ଏହି ଦୃଷ୍ଟାନ୍ତ ଆପଣ ଆମ୍ଭ ପାଇଁ କହୁଛନ୍ତି ନା ସମସ୍ତଙ୍କ ପାଇଁ?”
42
ଏହା ଶୁଣି ଯୀଶୁ କହିଲେ, “ବିଶ୍ୱାସୀ ଓ ବୁଦ୍ଧିମାନ ସେବକ କିଏ? ମାଲିକ ଅନ୍ୟ ସେବକମାନଙ୍କୁ ସେମାନଙ୍କର ଖାଦ୍ୟ ଠିକ୍ ସମୟରେ ଦେବା ପାଇଁ ଜଣେ ଗ୍ଭକରକୁ ଦାୟିତ୍ୱ ଦେଇଥା’ନ୍ତି, ଯାହାକୁ ଏ କାମ କରିବା ପାଇଁ ମାଲିକ ବିଶ୍ୱାସ କରିବେ ସେ ସେବକ କିଏ?
43
ମାଲିକ ଯେବେ ଆସିଲେ ମଧ୍ୟ ଯେଉଁ ସେବକକୁ ସବୁବେଳେ କାମ ତୁଲାଉଥିବାର ଦେଖିବେ, ସେହି ସେବକ ବହୁତ ଖୁସୀ ହେବ।
44
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ମାଲିକ ତାକୁ ତାହାଙ୍କ ସମସ୍ତ ସମ୍ପତ୍ତିର ଦାୟିତ୍ୱରେ ରହିବା ପାଇଁ ବାଛିବେ।
45
“କିନ୍ତୁ ଯଦି ସେବକଟି ଦୁଷ୍ଟ ହୋଇଥିବ ଓ ମନେ ମନେ କହିବ, ମୋ’ ମାଲିକ ତୁରନ୍ତ ଆସିବେ ନାହିଁ, ତେବେ କ’ଣ ଘଟିବ? ସେ ଅନ୍ୟ ପୁରୁଷ ଓ ମହିଳା ସେବକମାନଙ୍କୁ ମାରପିଟ୍ କରିବା ଆରମ୍ଭ କରିଦେବ ଓ ନିଜେ ଖିଆପିଆରେ ବୁଡ଼ି ରହିବ ଓ ମଦ ପିଇ ମାତାଲ ହେବ।
46
ତା’ପରେ ସେହି ସେବକଟିର ମାଲିକ କୌଣସି ଦିନ ଆସି ପହଞ୍ଚି ଯିବେ। ସେତେବେଳେ ସେବକଟି ପ୍ରସ୍ତୁତ ନ ଥିବ। ମାଲିକ ଆସି ଏପରି ହଠାତ୍ ପହଞ୍ଚି ଯିବେ ବୋଲି ସେବକଟି ଭାବି ମଧ୍ୟ ପାରି ନ ଥିବ। ତା’ପରେ ମାଲିକ ସେବକଟିକୁ କଠିନ ଦଣ୍ଡ ଦେବେ ଓ ଅନ୍ୟ ଅବାଧ୍ୟ ଲୋକଙ୍କ ପାଖକୁ ତଡ଼ି ଦେବେ।
47
“ଯେଉଁ ସେବକ ଆଗରୁ ଜାଣିଥାଏ ଯେ, ମାଲିକଙ୍କ ଇଚ୍ଛା କ’ଣ କିନ୍ତୁ ସେଥିପାଇଁ ଆଦୌ ତତ୍ପର ହୁଏ ନାହିଁ, କିମ୍ବା ମାଲିକଙ୍କ ଇଚ୍ଛା ଅନୁସାରେ କାମ କରେନି, ସେହିଭଳି ସେବକକୁ ଭୀଷଣ ଦଣ୍ଡ ଦିଆଯିବ।
48
କିନ୍ତୁ ଯେଉଁ ସେବକ ନିଜ ମାଲିକଙ୍କ ଇଚ୍ଛା ବିଷୟରେ କିଛି ଜାଣି ନ ଥାଏ, ସେ ଦଣ୍ଡନୀୟ କାମ କରିବ ସେ। ତେବେ ତାକୁ ସେଥିପାଇଁ ନିଜ କର୍ତ୍ତବ୍ୟ ବିଷୟରେ ଜାଣିଥିବା ଗ୍ଭକର ଅପେକ୍ଷା କମ୍ ଦଣ୍ଡ ଦିଆଯିବ। କାରଣ ଯେଉଁ ଲୋକକୁ ଅଧିକ ଦିଆଯାଇଛି, ସେ ବିଷୟ ପାଇଁ ଦାୟୀ ହେବ। ଯେଉଁ ଲୋକକୁ ଅଧିକ ଦିଆଯାଇଛି ତା’ଠାରୁ ବହୁତ ଅଧିକ ଆଶା କରାଯିବ।”
49
ଲୋକମାନେ ଯୀଶୁଙ୍କ ସହ ଏକମତ ହେବେ ନାହିଁ ଯୀଶୁ କହି ଗ୍ଭଲିଲେ, “ମୁଁ ଏ ପୃଥିବୀରେ ନିଆଁ ଜଳେଇବାକୁ ଆସିଛି। ମୁଁ ଗ୍ଭହୁଁଛି ଏହା ଆଗରୁ ଜଳୁଥା’ନ୍ତା।
50
ମୋତେ ‘ଅନ୍ୟପ୍ରକାରର ବାପ୍ତିସ୍ମ’ ଦ୍ୱାରା ବାପ୍ତିଜିତ ହେବାକୁ ପଡ଼ିବ। ଏହା ନ ହେବା ପର୍ଯ୍ୟନ୍ତ ମୁଁ ପୀଡ଼ା ଅନୁଭବ କରୁଛି।
51
ତୁମ୍ଭେମାନେ କ’ଣ ଭାବୁଛ ଯେ ମୁଁ ଶାନ୍ତି ଦେବା ପାଇଁ ଏ ପୃଥିବୀକୁ ଆସିଛି? ନା, ମୁଁ ପୃଥିବୀକୁ ଭାଗ ଭାଗ କରିଦେବାକୁ ଆସିଛି।
52
ଏଣିକି ବର୍ତ୍ତମାନଠାରୁ ଗୋଟିଏ ଘରେ ପାଞ୍ଚ ଜଣ ଲୋକ ଥିଲେ ସେମାନେ ପରସ୍ପରର ବିରୋଧୀ ହୋଇଯିବେ। ତିନି ଜଣ ଦୁଇଜଣଙ୍କ ବିରୁଦ୍ଧରେ ଠିଆ ହେବେ କିମ୍ବା ଦୁଇଜଣ ତିନି ଜଣଙ୍କ ବିରୁଦ୍ଧରେ ଠିଆ ହେବେ।
53
ବାପ ପୁଅର ବିରୋଧୀ, ପୁଅ ବାପର ବିରୋଧୀ, ମା ଝିଅର ବିରୋଧୀ, ଝିଅ ମାର ବିରୋଧୀ, ଶାଶୁ ବୋହୂର ବିରୋଧୀ ଓ ବୋହୂ ଶାଶୁର ବିରୋଧୀ ହୋଇଯିବ।”
54
ବୁଝିବା ସମୟର ଚିହ୍ନ ଯୀଶୁ ଲୋକମାନଙ୍କୁ କହିବାକୁ ଲାଗିଲେ, “ତୁମ୍ଭେମାନେ ପଶ୍ଚିମ ଦିଗରୁ ମେଘ ଉଠିବା ଦେଖିଲେ କୁହ, ‘ଝଡ଼ବର୍ଷା ଆସୁଛି’ ତା’ପରେ ତାହା ହିଁ ହୁଏ।
55
ଦକ୍ଷିଣ ଦିଗରୁ ପବନ ବୋହିଲେ ତୁମ୍ଭେମାନେ କୁହ, ‘ଗରମ ହେବ।’ ତା’ପରେ ତାହା ହିଁ ହୁଏ।
56
ହେ କପଟୀଗଣ! ତୁମ୍ଭେମାନେ ପାଗ ବିଷୟରେ ତ ଜାଣି ପାରୁଛ। ତେବେ ଏହି ସମୟରେ କ’ଣ ଘଟୁଛି, ତାହା କାହିଁକି ଜାଣି ପାରୁ ନାହଁ?
57
ନିଜ ସମସ୍ୟାର ସମାଧାନ କର “ଯାହା ଠିକ୍, ତାହା ତୁମ୍ଭେମାନେ ନିଜେ ନିଷ୍ପତ୍ତି କରି ପାରୁ ନାହଁ କାହିଁକି?
58
ଯଦି ତୁମ୍ଭେ ତୁମ୍ଭ ବିରୋଧୀ ସହିତ ବିଗ୍ଭରାଳୟକୁ ଯାଉଛ, ତେବେ ରାସ୍ତାରେ ତା’ ସହିତ ବୁଝାମଣା କରିବାକୁ ଚେଷ୍ଟା କର। ତା’ ନ ହେଲେ ସେ ତୁମ୍ଭକୁ ବିଗ୍ଭରପତିଙ୍କ ଆଗକୁ ଟାଣିନେବ। ବିଗ୍ଭରପତି ତୁମ୍ଭକୁ ଅଧିକାରୀଙ୍କ ହାତରେ ଦେଇଦେବେ ଏବଂ ଅଧିକାରୀ ତୁମ୍ଭକୁ କାରାଗାରରେ ବନ୍ଦୀ କରିବେ।
59
ଯେଉଁଦିନ ପର୍ଯ୍ୟନ୍ତ ତୁମ୍ଭେ ପ୍ରତ୍ୟେକ ଋଣର ମୂଲ୍ୟ ଶେଷ ପଇସା ପର୍ଯ୍ୟନ୍ତ ନ ଦେଇଛ, ସେ ପର୍ଯ୍ୟନ୍ତ ତୁମ୍ଭେମାନେ ସେଠାରୁ ମୁକ୍ତି ପାଇ ପାରିବ ନାହିଁ।”
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 13 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24