bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Luke 14
Luke 14
Odia Bible ERV 2004 (ପବିତ୍ର ବାଇବଲ)
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 15 →
1
ବିଶ୍ରାମବାରରେ ଲୋକଙ୍କୁ ସୁସ୍ଥ କରିଦେବା କ’ଣ ଠିକ୍ ଗୋଟିଏ ବିଶ୍ରାମବାରରେ ଯୀଶୁ ଜଣେ ପ୍ରଧାନ ଫାରୂଶୀଙ୍କ ଘରକୁ ତାହାଙ୍କ ସହିତ ଏକାଠି ଖାଇବା ପାଇଁ ଗଲେ। ସେଠାରେ ଥିବା ପ୍ରତ୍ୟେକ ଲୋକ ଯୀଶୁଙ୍କୁ ସତର୍କତାର ସହିତ ଲକ୍ଷ୍ୟ କରୁଥିଲେ।
2
ଜଣେ ‘ଜଳୋଦର’ ରୋଗୀକୁ ଯୀଶୁଙ୍କ ସାମନାକୁ ଅଣାଗଲା।
3
ଯୀଶୁ ଫାରୂଶୀ ଓ ଧର୍ମଶାସ୍ତ୍ରୀମାନଙ୍କୁ ପଗ୍ଭରିଲେ, “ବିଶ୍ରାମବାରରେ ଭଲ କରିଦେବା ଠିକ୍ ନା ଭୁଲ୍?”
4
ସେମାନେ କିନ୍ତୁ ଚୁପ୍ ରହିଲେ। ତେଣୁ ଯୀଶୁ ଲୋକଟିକୁ ଧରି ସୁସ୍ଥ କରିଦେଲେ। ତା’ପରେ ସେହି ଲୋକଟି ଗ୍ଭଲିଗଲା।
5
ଯୀଶୁ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନଙ୍କୁ କହିଲେ, “ଯଦି ବିଶ୍ରାମବାରରେ ତୁମ୍ଭମାନଙ୍କ ପୁଅ କିମ୍ବା ତୁମ୍ଭମାନଙ୍କ ବଳଦଟି କୂଅ ଭିତରେ ଖସିପଡ଼େ, ତେବେ ତୁମ୍ଭେମାନେ କ’ଣ ତାକୁ ସଙ୍ଗେ ସଙ୍ଗେ ବାହାରକୁ ଟାଣି ଆଣିବ ନାହିଁ?”
6
ଯୀଶୁ ଯାହା ପଗ୍ଭରିଲେ ସେମାନେ କିଛି ଉତ୍ତର ଦେଇ ପାରିଲେ ନାହିଁ।
7
ନିଜକୁ ମହାନ୍ ବୋଲି ଭାବ ନାହିଁ। ଯୀଶୁ ଲକ୍ଷ୍ୟ କଲେ ଯେ, କେତେକ ଅତିଥି ବସିବା ପାଇଁ ଭଲ ଆସନଟିଏ ଖୋଜୁଥିଲେ। ତେଣୁ ଯୀଶୁ ଏହି ଦୃଷ୍ଟାନ୍ତ କହିଲେ:
8
“ଯଦି ଜଣେ ତୁମ୍ଭକୁ ବିବାହଉତ୍ସବରେ ନିମନ୍ତ୍ରଣ କରୁଛି, ତେବେ ସବୁଠାରୁ ମୁଖ୍ୟ ଆସନରେ ବସ ନାହିଁ। କାରଣ ସେହି ଲୋକଟି ତୁମ୍ଭଠାରୁ ଅଧିକ ମହାନ୍ ଲୋକକୁ ମଧ୍ୟ ଡାକି ଥାଇପାରେ।
9
ତୁମ୍ଭେ ଯଦି ସବୁଠାରୁ ମୁଖ୍ୟ ଆସନରେ ବସିଥିବ, ତେବେ ତୁମ୍ଭକୁ ନିମନ୍ତ୍ରଣ କରିଥିବା ଲୋକଟି ଆସି କହିବେ, ‘ଏହି ଲୋକଙ୍କୁ ତୁମ୍ଭ ଆସନଟି ଦେଇଦିଅ।’ ତା’ପରେ ତୁମ୍ଭେ ସେଠାରୁ ଉଠି ପଛରେ ଥିବା ଶେଷ ଆସନଟିକୁ ଯିବ। ସେତେବେଳେ ତୁମ୍ଭକୁ ବଡ଼ ଅପମାନ ଲାଗିବ।
10
“ତେଣୁ ଯେତେବେଳେ ଜଣେ ଲୋକ ତୁମ୍ଭକୁ ନିମନ୍ତ୍ରଣ କରିଛି, ତୁମ୍ଭେ ଗୋଟିଏ ନିମ୍ନତମ ଆସନରେ ବସ। ସେତେବେଳେ ତୁମ୍ଭକୁ ନିମନ୍ତ୍ରଣ କରିଥିବା ଲୋକଟି ଆସି ତୁମ୍ଭକୁ କହିବ, ‘ବନ୍ଧୁ, ତୁମ୍ଭେ ଏଠାରେ ନ ବସି ଟିକିଏ ଆଗକୁ ଆସି ଏ ଭଲ ଆସନରେ ବସ।’ ସେତେବେଳେ ଅନ୍ୟ ନିମନ୍ତ୍ରିତ ଅତିଥିମାନେ ତୁମ୍ଭକୁ ସମ୍ମାନ କରିବେ।
11
ଯେଉଁ ଲୋକ ନିଜକୁ ମହାନ୍ ଭାବେ, ତାକୁ ହୀନ କରି ଦିଆଯିବ। ଯେଉଁ ଲୋକ ନିଜକୁ ହୀନ ଭାବେ, ତାହାକୁ ମହାନ୍ କରାଯିବ।”
12
ତୁମ୍ଭେ ପୁରସ୍କାର ପାଇବ ଯୀଶୁ ତାହାଙ୍କୁ ନିମନ୍ତ୍ରଣ କରିଥିବା ଫାରୂଶୀ ଜଣଙ୍କୁ କହିଲେ, “ତୁମ୍ଭେ କାହାରିକୁ ଦିନରେ ବା ରାତିରେ ଖାଇବାକୁ ନିମନ୍ତ୍ରଣ କଲାବେଳେ କେବଳ ତୁମ୍ଭର ଭାଇ, ବନ୍ଧୁ, କୁଟୁମ୍ବ ଓ ଧନୀ ପଡ଼ୋଶୀମାନଙ୍କୁ ଡାକ ନାହିଁ। କାରଣ ଅନ୍ୟ ବେଳେ ସେମାନେ ମଧ୍ୟ ତୁମ୍ଭକୁ ତାହାଙ୍କ ସହିତ ଖାଇବାକୁ ଡାକିବେ। ସେତେବେଳେ ତୁମ୍ଭେ ତୁମ୍ଭର ପ୍ରତିଦାନ ପାଇଯିବ।
13
ବରଂ ଭୋଜି ଦେବା ସମୟରେ ଗରିବ, ପଙ୍ଗୁ, ଛୋଟା ଓ ଅନ୍ଧମାନଙ୍କୁ ଡାକ।
14
ଏ ଲୋକମାନଙ୍କର କିଛି ନ ଥିବାରୁ ସେମାନେ ତୁମ୍ଭକୁ ପ୍ରତିବଦଳରେ କିଛି ଦେଇ ପାରିବେ ନାହିଁ। ତେଣୁ ଏହା ତୁମ୍ଭପାଇଁ ଆଶୀର୍ବାଦଜନକ ହେବ। କିନ୍ତୁ ଯେତେବେଳେ ଧାର୍ମିକ ଲୋକମାନେ ମୃତମାନଙ୍କ ମଧ୍ୟରୁ ଜୀବିତ ହେବେ, ସେହି ସମୟରେ ତୁମ୍ଭେମାନେ ତୁମ୍ଭର ପୁରସ୍କାର ପାଇବ।”
15
ଗୋଟିଏ ବଡ଼ ରାତ୍ରୀ ଭୋଜି ବିଷୟରେ ଦୃଷ୍ଟାନ୍ତ ଯୀଶୁଙ୍କ ସହିତ ଖାଇବାକୁ ବସିଥିବା ଲୋକମାନଙ୍କ ମଧ୍ୟରୁ ଜଣେ ଲୋକ ଏ ସବୁ କଥା ଶୁଣି ଯୀଶୁଙ୍କୁ କହିଲା, “ପରମେଶ୍ୱରଙ୍କ ରାଜ୍ୟରେ ଭୋଜନ କରୁଥିବା ଲୋକ ବହୁତ ଖୁସୀ ହେବ।”
16
ଯୀଶୁ ସେହି ଲୋକକୁ କହିଲେ, “ଥରେ ଜଣେ ଲୋକ ଗୋଟିଏ ବଡ଼ ରାତ୍ରିଭୋଜିର ବ୍ୟବସ୍ଥା କରିଥିଲେ। ସେ ବହୁତ ଲୋକଙ୍କୁ ନିମନ୍ତ୍ରଣ କରିଥିଲେ।
17
ଖାଇବା ସମୟ ହେବାରୁ ସେ ଅତିଥିମାନଙ୍କ ପାଖକୁ ଏହି କଥା କହିବା ପାଇଁ ନିଜ ଗ୍ଭକରକୁ ପଠାଇଲେ: ‘ଆସନ୍ତୁ, ଭୋଜନ ପ୍ରସ୍ତୁତି ହୋଇ ଗଲାଣି।’
18
କିନ୍ତୁ ସମସ୍ତ ନିମନ୍ତ୍ରିତ ବ୍ୟକ୍ତିମାନେ କହିଲେ ଯେ, ସେମାନେ ଯାଇ ପାରିବେ ନାହିଁ। ପ୍ରତ୍ୟେକ ବାହାନା କରି କ୍ଷମା ମାଗି ରହିଗଲେ। ପ୍ରଥମ ଲୋକଟି କହିଲା, ‘ମୁଁ ଏବେ ଖଣ୍ଡେ ଜମି କିଣିଛି। ସେହି ଜମିଟି ଦେଖିବାକୁ ବର୍ତ୍ତମାନ ମୋତେ ଯିବାକୁ ପଡ଼ିବ। ଦୟାକରି ମୋତେ କ୍ଷମା କର।’
19
ଆଉ ଜଣେ କହିଲା, ‘ମୁଁ ଏବେ ପାଞ୍ଚ ହଳ ବଳଦ କିଣିଛି।
20
ମୁଁ ତାହାଙ୍କୁ ପରଖିବାକୁ ଯିବାକୁ ବାହାରିଲିଣି। ଦୟାକରି ମୋତେ କ୍ଷମା କର।’ ତୃତୀୟ ଲୋକଟି କହିଲା, ‘ମୋର ତ ଏବେ ବାହାଘର ହୋଇଛି। ମୁଁ ଯାଇ ପାରିବି ନାହିଁ।’
21
“ତେଣୁ ଗ୍ଭକରଟି ଫେରି ଆସିଲା। ଯାହାସବୁ ଘଟିଥିଲା, ସେ ତା’ ମାଲିକକୁ ସବୁ କହିଲା, ଏହା ଶୁଣି ମାଲିକ ଖୁବ୍ ରାଗିଗଲେ ଓ କହିଲେ, “ନଗରର ରାସ୍ତା ଗଳିମାନଙ୍କୁ ଶୀଘ୍ର ଦୌଡ଼ିଯାଅ, ଏବଂ ଦୀନଦୁଃଖୀ, ପଙ୍ଗୁ, ଅନ୍ଧ ଓ ଛୋଟାମାନଙ୍କୁ ଏଠାକୁ ନେଇଆସ।’
22
“ପରେ ଗ୍ଭକରଟି ତାହାଙ୍କୁ କହିଲା, “ମାଲିକ ତୁମ୍ଭେ ଯାହା କହିଲ, ମୁଁ ତ କଲି। ତଥାପି ଆଉ ଅଧିକ ଲୋକଙ୍କ ପାଇଁ ଜାଗା ବଳିଛି।’
23
ମାଲିକ ଗ୍ଭକରକୁ କହିଲେ, ‘ରାଜପଥ ଓ ଗ୍ରାମପଥକୁ ଗ୍ଭଲିଯାଅ। ସେଠାରେ ଥିବା ଲୋକଙ୍କୁ ଆସିବାକୁ କୁହ। ମୁଁ ଗ୍ଭହେଁ, ମୋ’ ଘର ପୁରାପୁରି ଭରିଯାଉ।’
24
ଯେଉଁମାନଙ୍କୁ ମୁଁ ପ୍ରଥମେ ନିମନ୍ତ୍ରଣ କରିଥିଲି, ସେମାନଙ୍କ ମଧ୍ୟରୁ ଜଣେ ହେଲେ ମଧ୍ୟ ମୋ’ ସହିତ ଆଉ କେବେ ହେଁ ଭୋଜି ଖାଇବେ ନାହିଁ।’”
25
ପ୍ରଥମେ ତୁମ୍ଭେ ଯୋଜନା କର ବହୁତ ଲୋକ ଯୀଶୁଙ୍କ ସହିତ ଯାତ୍ରା କରୁଥିଲେ। ଯୀଶୁ ଲୋକମାନଙ୍କୁ କହିଲେ,
26
“ଯଦି ଜଣେ ଲୋକ ମୋ’ ପାଖକୁ ଆସେ, କିନ୍ତୁ ଯଦି ମୋ’ ଅପେକ୍ଷା ତା’ ବାପାମା, ସ୍ତ୍ରୀ, ପିଲା, ଭାଇଭଉଣୀମାନଙ୍କୁ ଅଧିକ ଭଲ ପାଏ, ତେବେ ସେ ଲୋକ ମୋର ଶିଷ୍ୟ ହୋଇ ପାରିବ ନାହିଁ। ଜଣେ ଲୋକକୁ ତା’ ନିଜ ଅପେକ୍ଷା ମୋତେ ଅଧିକ ଭଲ ପାଇବାକୁ ହେବ।
27
ଜଣେ ଲୋକ ମୋତେ ଅନୁସରଣ କଲାବେଳେ ଯଦି ତାକୁ ଦିଆଯାଇଥିବା କ୍ରୁଶ କାନ୍ଧେଇ ଗ୍ଭଲିବ ନାହିଁ, ତେବେ ସେ ଲୋକ ମୋର ଶିଷ୍ୟ ହୋଇ ପାରିବ ନାହିଁ।
28
“ତୁମ୍ଭେମାନେ ଯଦି ଗୋଟିଏ କୋଠାଘର ତିଆରି କରିବାକୁ ଗ୍ଭହୁଁଛ, ତେବେ ତୁମ୍ଭେମାନେ ପ୍ରଥମେ ବସି ସ୍ଥିର କରିବ ଯେ, ଏଥିପାଇଁ କେତେ ଖର୍ଚ୍ଚ ହେବ। ତୁମ୍ଭମାନଙ୍କର ହିସାବ କରି ଦେଖିବା ଉଚିତ୍ ଯେ, କାମଟି ସମ୍ପୂର୍ଣ୍ଣ କରିବା ନିମନ୍ତେ ତୁମ୍ଭମାନଙ୍କ ପାଖରେ ଯଥେଷ୍ଟ ଅର୍ଥ ଅଛି କି ନାହିଁ।
29
ତା’ ନ ହେଲେ ତୁମ୍ଭେମାନେ ମୂଳଦୁଆ ପକେଇ ଦେଇ କାମ ଆରମ୍ଭ କରି ପାର, କିନ୍ତୁ ଶେଷ କରି ପାରିବ ନାହିଁ, ତେବେ ଏହାକୁ ଦେଖିଥିବା ଲୋକେ ତୁମ୍ଭମାନଙ୍କୁ ଉପହାସ କରିବେ।
30
ସେମାନେ କହିବେ, ‘ଏ ଲୋକଟା କୋଠା ଆରମ୍ଭ କରିଦେଲା, କିନ୍ତୁ ଶେଷ କରି ପାରିଲା ନାହିଁ।’
31
“ଯଦି ଜଣେ ରାଜା ଅନ୍ୟ ଜଣେ ରାଜାଙ୍କ ସହିତ ଯୁଦ୍ଧ କରିବାକୁ ବାହାରନ୍ତି, ତେବେ ସେ ଆଗ ବସି ଯୋଜନା କରନ୍ତି। ଯଦି ସେହି ରାଜାଙ୍କର କେବଳ ଦଶ ହଜାର ସୈନ୍ୟ ଥା’ନ୍ତି, ତେବେ ସେ କୋଡ଼ିଏ ହଜାର ସୈନ୍ୟ ଧରି ଆସୁଥିବା ଜଣେ ବିରୋଧୀ ରାଜାଙ୍କୁ ପରାସ୍ତ କରି ପାରିବେ ନାହିଁ।
32
ଯଦି ସେ ଅନ୍ୟ ରାଜାଙ୍କୁ ପରାସ୍ତ କରିବାକୁ ସକ୍ଷମ ହେବ ନାହିଁ, ତେବେ ବିରୋଧୀ ରାଜା ବହୁତ ଦୂରରେ ଥିବା ବେଳେ ତାହାଙ୍କ ପାଖକୁ କିଛି ଲୋକ ପଠାଇ ସନ୍ଧି ପ୍ରସ୍ତାବ ଦେବେ।
33
“ସେହିଭଳି ତୁମ୍ଭେମାନେ ସମସ୍ତେ ପ୍ରଥମେ ଯୋଜନା କରିବ। ତୁମ୍ଭେମାନେ ମୋତେ ଅନୁସରଣ କରିବାକୁ ଗ୍ଭହିଁଲେ ତୁମ୍ଭମାନଙ୍କର ପ୍ରତ୍ୟେକ ବିଷୟ ତ୍ୟାଗ କରିବ। ତୁମ୍ଭେମାନେ ଯଦି ତାହା କରି ନ ପାରିବ, ତେବେ ମୋର ଶିଷ୍ୟ ହୋଇ ପାରିବ ନାହିଁ।
34
ତୁମ୍ଭର ପ୍ରଭାବ ହରାଅ ନାହିଁ “ଲୁଣ ଗୋଟିଏ ଭଳ ଜିନିଷ। ଲୁଣ ଯଦି ତା’ର ଲୁଣିଆ ସ୍ୱାଦ ହରାଇବ ସେ, ତେବେ ତା’ର କୌଣସି ମୂଲ୍ୟ ନାହିଁ। ତୁମ୍ଭେମାନେ ପୁଣି ଥରେ ତା’ର ଲୁଣିଆ ସ୍ୱାଦ ଫେରାଇ ଦେଇ ପାରିବ ନାହିଁ।
35
ଏହାକୁ ତୁମ୍ଭେମାନେ ଏପରିକି ମାଟି ପାଇଁ ବା ଖତସାର ପାଇଁ ମଧ୍ୟ ବ୍ୟବହାର କରି ପାରିବ ନାହିଁ। ଲୋକେ ତାକୁ ଫୋପାଡ଼ି ଦିଅନ୍ତି।” “ଯାହାର ଶୁଣିବାର ଅଛି, ସେ ଶୁଣୁ।”
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 15 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24