bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Luke 15
Luke 15
Odia Bible ERV 2004 (ପବିତ୍ର ବାଇବଲ)
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 16 →
1
ସ୍ୱର୍ଗରେ ଆନନ୍ଦ ଯୀଶୁଙ୍କ ଉପଦେଶ ଶୁଣିବା ପାଇଁ ଅନେକ କରଆଦାୟକାରୀ ଓ ଖରାପ ଲୋକମାନେ ଆସିବାକୁ ଲାଗିଲେ।
2
ଏହା ଦେଖି ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ଅଭିଯୋଗ କରିବାକୁ ଆରମ୍ଭ କଲେ, “ଦେଖ, ଏହି ବ୍ୟକ୍ତି (ଯୀଶୁ) ପାପୀ ଲୋକମାନଙ୍କୁ ସ୍ୱାଗତ କରୁଛନ୍ତି ଓ ଏପରିକି ସେମାନଙ୍କ ସହିତ ଖାଉଛନ୍ତି।”
3
ଯୀଶୁ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ:
4
“ମନେକର ତୁମ୍ଭମାନଙ୍କ ଭିତରୁ ଜଣକର ଶହେଟି ମେଣ୍ଢା ଅଛି, କିନ୍ତୁ ସେଥିରୁ ଗୋଟିଏ ହଜିଗଲା। ତେବେ ସେ ଅନେଶ୍ୱତ ମେଣ୍ଢାଙ୍କୁ ଏକୁଟିଆ ଛାଡ଼ିଦେଇ ହଜି ଯାଇଥିବା ମେଣ୍ଢାଟିକୁ ଖୋଜିବା ପାଇଁ ବାହାରି ପଡ଼ିବ ଓ ତାକୁ ପାଇବା ପର୍ଯ୍ୟନ୍ତ ସେ ଖୋଜିବାକୁ ଲାଗିବ।
5
ମେଣ୍ଢାଟି ପାଇଗଲେ ସେ ବହୁତ ଖୁସୀ ହେବ। ସେ ମେଣ୍ଢାଟିକୁ କାନ୍ଧରେ ବସାଇ ଘରକୁ ଆଣିବ।
6
ସେ ତା’ ବନ୍ଧୁ ଓ ପଡ଼ୋଶୀମାନଙ୍କ ପାଖକୁ ଯାଇ କହିବ, ମୁଁ ମୋର ହଜି ଯାଇଥିବା ମେଣ୍ଢାଟି ପାଇ ଯାଇଛି। ମୁଁ ଅତ୍ୟନ୍ତ ଆନନ୍ଦିତ। ଆସ, ମୋ’ ସହିତ ତୁମ୍ଭେମାନେ ଆନନ୍ଦ କର।
7
ସେହିଭଳି ମୁଁ ତୁମ୍ଭମାନଙ୍କୁ କହୁଛି, ଯେତେବେଳେ ଜଣେ ପାପୀ ତା’ ହୃଦୟ ପରିବର୍ତ୍ତନ କରିଥାଏ, ସେତେବେଳେ ସ୍ୱର୍ଗରେ ଅଧିକ ଆନନ୍ଦ ହୁଏ। ଯେଉଁ ଲୋକମାନଙ୍କ ହୃଦୟ ପରିବର୍ତ୍ତନର ଆବଶ୍ୟକ ନାହିଁ, ଏପରି ଅନେଶ୍ୱତ ଧାର୍ମିକ ଲୋକଙ୍କ ଅପେକ୍ଷା ଗୋଟିଏ ପାପୀ ଲୋକର ହୃଦୟ ପରିବର୍ତ୍ତନ ହେଲେ ଅଧିକ ଆନନ୍ଦ ହୁଏ।
8
“ମନେକର ଜଣେ ସ୍ତ୍ରୀଲୋକର ଦଶଟି ରୂପା ମୁଦ୍ରା ଅଛି। କିନ୍ତୁ ସେଥିରୁ ଗୋଟିଏ ହଜିଗଲା। ତେବେ ସେହି ସ୍ତ୍ରୀଲୋକଟି ଆଲୁଅ ଲଗେଇ ଘର ସାରା ଭଲ କରି ଓଳେଇ ପକେଇବ ଓ ରୂପା ମୁଦ୍ରାଟି ନ ପାଇବା ପର୍ଯ୍ୟନ୍ତ ଗ୍ଭରିଆଡ଼େ ଖୋଜିବ।
9
ହଜି ଯାଇଥିବା ରୂପାମୁଦ୍ରାଟି ପାଇଗଲେ ସେ ତା’ ବନ୍ଧୁ ଓ ପଡ଼ୋଶୀମାନଙ୍କୁ ଡାକି କହିବ, ‘ମୁଁ ବହୁତ ଆନନ୍ଦିତ। କାରଣ ମୋର ହଜି ଯାଇଥିବା ରୂପା ମୁଦ୍ରାଟି ମିଳିଗଲା। ଆସ, ମୋ’ ସହିତ ଆନନ୍ଦ କର।’
10
ସେହିଭଳି ଜଣେ ପାପୀ ତା’ ହୃଦୟ ପରିବର୍ତ୍ତନ କଲେ, ପରମେଶ୍ୱରଙ୍କ ଦୂତମାନେ ବହୁତ ଆନନ୍ଦିତ ହୁଅନ୍ତି।”
11
ପୁଅ ଯେ କି ଘର ଛାଡ଼ି ଗ୍ଭଲିଗଲା ଯୀଶୁ କହିଲେ, “ଜଣେ ଲୋକର ଦୁଇ ପୁଅ ଥିଲେ।
12
ଦିନେ ସାନପୁଅ ତା’ ବାପାଙ୍କୁ କହିଲା, ‘ବାପା, ତୁମ୍ଭେ ମୋତେ ତୁମ୍ଭର ସବୁ ସମ୍ପତ୍ତିରୁ ମୋ’ ଭାଗତକ ଦେଇଦିଅ।’ ତେଣୁ ତା’ ବାପା ତାହାଙ୍କର ସବୁ ସମ୍ପତ୍ତିକୁ ଦୁଇ ପୁଅଙ୍କ ମଧ୍ୟରେ ବାଣ୍ଟି ଦେଲେ।
13
“ଅଳ୍ପ ଦିନ ପରେ ସାନପୁଅ ତା’ ଭାଗର ସବୁ ସମ୍ପତ୍ତିତକ ସଂଗ୍ରହ କରି ଗୋଟିଏ ଦୂର ଦେଶକୁ ଗ୍ଭଲିଗଲା। ସେଠାରେ ସେ ଗୋଟିଏ ମୂର୍ଖ ଭଳି ଜୀବନଯାପନ କରି ସବୁ ଧନ ସମ୍ପତ୍ତି ଉଡ଼େଇ ଦେଲା।
14
ସବୁତକ ସାରିଦେଲା ପରେ, ସେହି ଦେଶରେ ଗ୍ଭରିଆଡ଼େ ଭୟଙ୍କର ଦୁର୍ଭିକ୍ଷ ପଡ଼ିଲା। ତାକୁ ଅଭାବ ଭିତରେ ଉପାସରେ ରହିବାକୁ ପଡ଼ିଲା। ତା’ର ଟଙ୍କା ଦରକାର ପଡ଼ିଲା।
15
ତେଣୁ ସେ ସେହି ଦେଶରେ ଗୋଟିଏ ଲୋକ ପାଖକୁ ମୂଲ ଲାଗିବାକୁ ଗଲା, ସେ ଲୋକଟି ତାହାକୁ ତା ପଡ଼ିଆରେ ଘୁଷୁରି ଚରେଇବାକୁ ପଠାଇଲା।
16
ତାହାକୁ ଏତେ ଭୋକ ଲାଗୁଥିଲା ଯେ ସେ ଘୁଷୁରିମାନେ ଖାଉଥିବା ଖାଦ୍ୟରୁ କିଛି ଖାଇବାକୁ ଇଚ୍ଛା କଲା କିନ୍ତୁ ତାହା ମଧ୍ୟ କେହି ତାହାକୁ ଦେଲେ ନାହିଁ।
17
“ଏବେ ସେ ବୁଝି ପାରିଲା ଯେ, ସେ ବହୁତ ମୂର୍ଖାମୀ କରିଛି। ସେ ଭାବିଲା, ‘ମୋ’ ବାପାଙ୍କର ମୂଲିଆମାନଙ୍କର କେତେ ଖାଦ୍ୟ ବଳୁଛି। ଆଉ ମୁଁ ଏଠାରେ ଭୋକରେ ମରୁଛି।
18
ମୁଁ ଏ ସ୍ଥାନ ଛାଡ଼ି ମୋ’ ବାପାଙ୍କ ପାଖକୁ ଫେରିଯିବି।’ ମୁଁ ତାହାଙ୍କୁ କହିବି, ‘ବାପା, ମୁଁ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ତୁମ୍ଭ ବିରୁଦ୍ଧରେ ପାପ କରିଛି।
19
ମୁଁ ତୁମ୍ଭର ପୁଅ ହେବାର ଯୋଗ୍ୟ ନୁହେଁ। କିନ୍ତୁ ତୁମ୍ଭେ ମୋତେ ଦୟାକରି ତୁମ୍ଭର ଅନ୍ୟ ମୂଲିଆମାନଙ୍କ ଭଳି ରଖ।’
20
ତେଣୁ ସେ ସ୍ଥାନ ଛାଡ଼ି ତା’ ବାପାଙ୍କ ପାଖକୁ ବାହାରିଲା। ପୁଅର ଘର ବାହୁଡ଼ା “ପୁତ୍ର ବହୁତ ଦୂରରେ ଥିଲାବେଳେ ବାପା ତାହାକୁ ଦେଖିଲେ। ସେ ପୁଅ ପାଇଁ ଦୁଃଖ ଅନୁଭବ କଲେ ଓ ତା’ ପାଖକୁ ଦୌଡ଼ିଗଲେ। ସେ ପୁଅକୁ କୁଣ୍ଢେଇ ପକେଇ ଚୁମ୍ବନ ଦେଲେ।
21
ପୁଅ କହିଲା, ‘ବାପା, ମୁଁ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ତୁମ୍ଭ ବିରୁଦ୍ଧରେ ପାପ କରିଛି। ମୁଁ ତୁମ୍ଭର ପୁଅ ହେବାକୁ ଯୋଗ୍ୟ ନୁହେଁ।’
22
“କିନ୍ତୁ ବାପା ତାହାଙ୍କ ଗ୍ଭକରମାନଙ୍କୁ ଡାକି କହିଲେ, “ଶୀଘ୍ର ଯାଅ, ତା’ ପାଇଁ ସବୁଠାରୁ ଭଲ ପୋଷାକ ଆଣ। ତା’ ଆଙ୍ଗୁଠିରେ ମୁଦିଟିଏ ପିନ୍ଧାଇ ଦିଅ। ପାଦରେ ଭଲ ଜୋତା ପିନ୍ଧାଇ ଦିଅ।
23
ଆମ୍ଭର ସବୁଠାରୁ ମୋଟା ବାଛୁରିଟିକୁ ଆଣ। ଆମ୍ଭେ ତାହାକୁ ମାରିବା। ଆମ୍ଭର ଖାଇବା ପାଇଁ ତାହା ପ୍ରଚୁର ହେବ। ଆମ୍ଭେମାନେ ଗୋଟିଏ ଭୋଜି କରିବା।
24
ମୋର ପୁଅ ମରି ଯାଇଥିଲା। ବର୍ତ୍ତମାନ ସେ ପୁଣି ବଞ୍ଚି ଉଠିଛି। ସେ ହଜି ଯାଇଥିଲା। ଏବେ ମିଳି ଯାଇଛି।’ ତେଣୁ ସେମାନେ ଭୋଜିର ଆୟୋଜନ କଲେ।
25
ବଡ଼ ପୁଅ ଆସିଲା “ଏହି ସମୟରେ ଲୋକଟିର ବଡ଼ ପୁଅ କ୍ଷେତରେ ଥିଲା। ଫେରିଲା ବେଳେ, ଘର ପାଖାପାଖି ପହଞ୍ଚିବା ବେଳକୁ ସେ ନାଚଗୀତର ଶବ୍ଦ ଶୁଣିଲା।
26
ତେଣୁ ସେ ଜଣେ ଗ୍ଭକରକୁ ଡାକି ପଗ୍ଭରିଲା, ‘ଏ ସବୁ କ’ଣ ଗ୍ଭଲିଛି?’
27
ଗ୍ଭକରଟି କହିଲା, ‘ତୁମ୍ଭ ଭାଇ ଫେରି ଆସିଛି। ତୁମ୍ଭ ବାପା ଭୋଜି ପାଇଁ ମୋଟା ବାଛୁରିଟି ମାରିଛନ୍ତି। ତୁମ୍ଭ ଭାଇ କୁଶଳରେ ଫେରି ଆସିଥିବାରୁ ତୁମ୍ଭ ବାପା ବହୁତ ଖୁସୀ ହେଉଛନ୍ତି।’
28
“ଏହା ଶୁଣି ବଡ଼ ପୁଅ ଭୀଷଣ ରାଗିଗଲା। ସେ ଭିତରେ ପ୍ରବେଶ କରିବା ପାଇଁ ଇଚ୍ଛା କଲା ନାହିଁ। ତେଣୁ ତା’ ବାପା ବଡ଼ ପୁଅକୁ ଭିତରକୁ ଡାକିବା ପାଇଁ ବାହାରି ଆସିଲେ।
29
ବଡ଼ ପୁଅ ବାପାଙ୍କୁ କହିଲା, ‘ବର୍ଷବର୍ଷ ଧରି ମୁଁ ଗୋଟିଏ କ୍ରୀତଦାସ ଭଳି ତୁମ୍ଭର ସେବା କରି ଆସିଛି। ତୁମ୍ଭର ଆଦେଶକୁ ସବୁବେଳେ ମାନି ଆସିଛି। କିନ୍ତୁ ତୁମ୍ଭେ ମୋ’ ପାଇଁ ଛେଳିଟିଏ ମଧ୍ୟ କେବେ ମାରି ନାହଁ। ତୁମ୍ଭେ ମୋ’ ପାଇଁ ଓ ମୋ’ ବନ୍ଧୁମାନଙ୍କ ପାଇଁ କେବେ ହେଲେ ଭୋଜିଟିଏ ଦେଇ ନାହଁ।
30
କିନ୍ତୁ ତୁମ୍ଭର ଏହି ପୁଅଟି ତୁମ୍ଭର ସବୁତକ ସମ୍ପତ୍ତି ବେଶ୍ୟାମାନଙ୍କ ପାଇଁ ନଷ୍ଟ କରି ଦେଇଛି। ତା’ପରେ ସେ ଘରକୁ ଫେରି ଆସିଲା। ଆଉ ତା’ ପାଇଁ ତୁମ୍ଭେ ମୋଟା ବାଛୁରିଟିକୁ ମାରିଲ!’
31
“କିନ୍ତୁ ବାପା ତାକୁ କହିଲେ, ‘ପୁଅ, ତୁ ସବୁବେଳେ ମୋ’ ପାଖରେ ଅଛୁ। ମୋର ଯାହାକିଛି ଅଛି, ସେ ସବୁ ତୋର।
32
କିନ୍ତୁ ତୋର ଏ ଭାଇ ମରିଯାଇଥିଲା। ଏବେ ସେ ପୁଣି ଜୀବନ ପାଇଲା। ସେ ହଜି ଯାଇଥିଲା, ଏବେ ସେ ମିଳିଲା। ସେଥିପାଇଁ ଆମ୍ଭେ ଖୁସୀ ହେବା ଓ ଭୋଜି କରିବା ଉଚିତ୍।’”
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 16 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24