bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Luke 16
Luke 16
Odia Bible ERV 2004 (ପବିତ୍ର ବାଇବଲ)
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 17 →
1
ବାସ୍ତବ ଧନ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଜଣେ ଧନୀ ଲୋକ ଥିଲେ। ସେ ତାହାଙ୍କ ସମ୍ପତ୍ତିର ବୁଝାସୁଝା କରିବା ପାଇଁ ଗୁମାସ୍ତାଟିଏ ରଖିଲେ। ପରେ ଧନୀ ଲୋକ ଜଣକ ଅଭିଯୋଗ ପାଇଲେ ଯେ, ଗୁମାସ୍ତା ତାହାଙ୍କୁ ଠକୁଥିଲା।
2
ଧନୀଲୋକ ଜଣକ ଗୁମାସ୍ତାଙ୍କୁ ଡାକି କହିଲେ, “ମୁଁ ତୁମ୍ଭ ବିରୁଦ୍ଧରେ ଅନେକ କଥା ଶୁଣୁଛି। ତୁମ୍ଭେ ଯାହାସବୁ କରିଛ, ତା’ର ହିସାବ ମୋତେ ଦିଅ। ଏଣିକି ତୁମ୍ଭେ ଆଉ ମୋର ଗୁମାସ୍ତା ହୋଇ ପାରିବ ନାହିଁ।’
3
“ଗୁମାସ୍ତା ଜଣକ ମନେ ମନେ ଭାବିଲା, ‘ଏବେ ମୁଁ କ’ଣ କରିବି? ମୋ’ ମାଲିକ ମୋ’ ଗ୍ଭକିରି ନେଇ ଯାଉଛନ୍ତି। ଗାତ ଖୋଳିବା ପାଇଁ ମୋ’ ପାଖରେ ବଳ ନାହିଁ। ଭିକ ମାଗିଲେ ମୋତେ ଲାଜ ମାଡ଼ିବ।’
4
ତେବେ ମୋତେ କ’ଣ କରିବାକୁ ହେବ ତା ମୁଁ ଜାଣିଛି। ଯେତେବେଳେ ମୁଁ ଗୁମାସ୍ତା ଗ୍ଭକିରି ହରାଇବି, ସେତେବେଳେ ଯେପରି ଲୋକେ ସେମାନଙ୍କ ଘରେ ମୋର ସ୍ୱାଗତ କରିବେ ସେଥିପାଇଁ ଗୋଟିଏ କାମ ମୁଁ କରିବି।
5
“ତେଣୁ ଗୁମାସ୍ତା ଜଣକ ମାଲିକଙ୍କଠାରୁ ଋଣ ନେଇଥିବା ପ୍ରତ୍ୟେକ ଖାତକଙ୍କୁ ଡାକିଲେ। ସେ ପ୍ରଥମେ ଖାତକଟିକୁ ପଗ୍ଭରିଲେ, ‘ମୋ’ ମାଲିକଙ୍କୁ ତୁମ୍ଭର କେତେ ଦେବାକୁ ଅଛି?’
6
ଲୋକଟି ଉତ୍ତର ଦେଲା, ‘ଶହେ ମହଣ ତେଲ।’ ଗୁମାସ୍ତା ତାକୁ କହିଲେ, ‘ଏଇଟି ତୁମ୍ଭର ହିସାବ କାଗଜ ନିଅ। ବସିପଡ଼ି ତାକୁ କମ୍ କରି ଶୀଘ୍ର ପଗ୍ଭଶ ବୋଲି ଲେଖିଦିଅ।’
7
“ତା’ପରେ ଗୁମାସ୍ତା ଆଉ ଜଣେ ଖାତକକୁ ପଗ୍ଭରିଲେ, ‘ତୁମ୍ଭର କେତେ ଋଣ ପରିଶୋଧ କରିବାକୁ ଅଛି?’ ଖାତକଟି କହିଲା, ‘ଶହେ ଭରଣ ଗହମ’, ଗୁମାସ୍ତା ତାହାଙ୍କୁ କହିଲେ, ‘ଏଇଟି ତୁମ୍ଭର ହିସାବ କାଗଜ ନିଅ, ତାକୁ କମ୍ କରି ଅଶୀ ଭରଣ ବୋଲି ଲେଖିଦିଅ।’
8
“ପରେ ମାଲିକ ସେହି ଅସାଧୁ ଗୁମାସ୍ତାଙ୍କର ପ୍ରଶଂସା କଲେ। କାରଣ ଗୁମାସ୍ତା ଚତୁରତାର ସହିତ କାମ ତୁଲେଇ ଦେଲେ। ତାହାଙ୍କ ଭଳି, ଅନ୍ୟଲୋକମାନଙ୍କ ସହିତ ବ୍ୟବସାୟ କରିବାରେ ଏହି ସାଂସାରିକ ଲୋକମାନେ ଆଧ୍ୟାତ୍ମିକ ଲୋକମାନଙ୍କ ଅପେକ୍ଷା ଅଧିକ ଚତୁର।
9
“ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭମାନଙ୍କର ଯାହାସବୁ ଅଛି ସେଥିରେ ପରମେଶ୍ୱରଙ୍କ ସହିତ ମିତ୍ରତା ସ୍ଥାପନ କର। ତେଣୁ ଯେତେବେଳେ ଏ ଜାଗତିକ ଧନ ସରିଯିବ, ସେତେବେଳେ ଚିରନ୍ତନ ନିବାସରେ ତୁମ୍ଭମାନଙ୍କୁ ସ୍ୱାଗତ କରାଯିବ।
10
ଛୋଟ ଛୋଟ ବିଷୟରେ ଯଦି ଜଣକୁ ବିଶ୍ୱାସ କରାଯାଇ ପାରିବ, ତେବେ ତାକୁ ବଡ଼ ବିଷୟ ଗୁଡ଼ିକ ପାଇଁ ମଧ୍ୟ ବିଶ୍ୱାସ କରାଯାଇ ପାରିବ। ଅଳ୍ପ ଜିନିଷ ପାଇଁ ଯଦି ଜଣେ ଅସାଧୁ ହୋଇଯାଏ ତେବେ ସେ ଅଧିକ ଜିନିଷ ପାଇଁ ମଧ୍ୟ ଆସାଧୁ ହୋଇଯିବା
11
ତୁମ୍ଭେମାନେ ଯଦି ସାଂସାରିକ ସମ୍ପତ୍ତି ପାଇଁ ବିଶ୍ୱାସ ଯୋଗ୍ୟ ବୋଲି ପ୍ରମାଣିତ ହୋଇ ପାରିବ ନାହିଁ, ତେବେ ତୁମ୍ଭମାନଙ୍କୁ ସତ୍ୟ ସମ୍ପତ୍ତି ପାଇଁ କିଏ ବିଶ୍ୱାସ କରିବ?
12
ତୁମ୍ଭେମାନେ ଯଦି ଅନ୍ୟ କାହାର ଜିନିଷ ରଖିବା ପାଇଁ ବିଶ୍ୱାସ ଯୋଗ୍ୟ ବୋଲି ପ୍ରମାଣିତ ହୋଇ ନାହଁ, ତେବେ ତୁମ୍ଭମାନଙ୍କ ନିଜ ଜିନିଷ ମଧ୍ୟ ତୁମ୍ଭମାନଙ୍କୁ ଦିଆ ଯିବ ନାହିଁ।
13
“ଜଣେ ସେବକ ଏକା ସଙ୍ଗରେ ଦୁଇଜଣ ମାଲିକଙ୍କ ସେବା କରି ପାରିବ ନାହିଁ। ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ଶ୍ରଦ୍ଧା କରିବ। କିମ୍ବା ସେ ଜଣକ ପ୍ରତି ବିଶ୍ୱସ୍ତ ରହିବ ଓ ଅନ୍ୟ ଜଣକୁ ବେଖାତିରି କରିବ। ତୁମ୍ଭେମାନେ ଏକା ବେଳେ ପରମେଶ୍ୱର ଓ ଧନ ଦୁହିଁଙ୍କ ସେବା କରି ପାରିବ ନାହିଁ।”
14
ପରମେଶ୍ୱରଙ୍କ ବିଧାନ ଅଟଳ ଫାରୂଶୀମାନେ ଏହିସବୁ କଥା ଶୁଣୁଥିଲେ। ଫାରୂଶୀମାନେ ନିଜ ଟଙ୍କାକୁ ଭଲ ପାଉଥିବାରୁ ଯୀଶୁଙ୍କୁ ସମାଲୋଚନା କଲେ।
15
ଯୀଶୁ ଫାରୂଶୀମାନଙ୍କୁ କହିଲେ, “ଲୋକଙ୍କ ଆଗରେ ତୁମ୍ଭେମାନେ ନିଜକୁ ଭଲ ବୋଲି ଦେଖେଇ ହେଉଛ। କିନ୍ତୁ ତୁମ୍ଭମାନଙ୍କ ହୃଦୟରେ ପ୍ରକୃତରେ କ’ଣ ଅଛି, ତାହା ପରମେଶ୍ୱର ଜାଣନ୍ତି। ଯେଉଁସବୁ ବିଷୟକୁ ଲୋକମାନେ ବହୁତ ମୂଲ୍ୟବାନ୍ ବୋଲି ମନେ କରିଥା’ନ୍ତି, ତାହା ପରମେଶ୍ୱରଙ୍କ ଦୃଷ୍ଟିରେ ମୂଲ୍ୟ ହୀନ।
16
“ମୋଶାଙ୍କ ନିୟମ ଓ ଭବିଷ୍ୟଦ୍ବକ୍ତାମାନଙ୍କ ଲେଖା ଅନୁସାରେ ଲୋକମାନେ ଜୀବନଯାପନ କରନ୍ତୁ ବୋଲି ପରମେଶ୍ୱର ଗ୍ଭହିଁଲେ। କିନ୍ତୁ ବାପ୍ତିଜକ ଯୋହନ ଆସିବା ପରଠାରୁ ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ପାଇଁ ଅନେକ ଲୋକ ଅକ୍ଳାନ୍ତ ଚେଷ୍ଟା କରୁଛନ୍ତି।
17
ସ୍ୱର୍ଗ ଓ ପୃଥିବୀର ଧ୍ୱଂସ ହୁଏତ ସହଜରେ ହୋଇଯିବ, ମାତ୍ର ବ୍ୟବସ୍ଥାର କ୍ଷୁଦ୍ରତମ ଅଂଶ ସୁଦ୍ଧା ପରିବର୍ତ୍ତିତ ହେବ ନାହିଁ।
18
ଛାଡ଼ପତ୍ର ଓ ପୂର୍ଣ୍ଣବିବାହ “ଯଦି ଜଣେ ପୁରୁଷ ନିଜ ପତ୍ନୀକୁ ଛାଡ଼ପତ୍ର ଦେଇ ଅନ୍ୟ ଜଣେ ସ୍ତ୍ରୀକୁ ବିବାହକରେ ତେବେ ସେହି ପୁରୁଷଟି ବ୍ୟଭିଗ୍ଭର ପାପରେ ଦୋଷୀ ସାବ୍ୟସ୍ତ ହେବ। ଏବଂ ଯେଉଁ ପୁରୁଷ ଜଣେ ପରିତ୍ୟକ୍ତା ସ୍ତ୍ରୀକୁ ବିବାହକରେ, ସେ ମଧ୍ୟ ବ୍ୟଭିଗ୍ଭର ପାପରେ ଦୋଷୀ ହେବ।”
19
ଧନୀ ଲୋକ ଓ ଲାଜାର ଯୀଶୁ କହିଲେ, “ଥରେ ଜଣେ ଧନୀଲୋକ ସଦାବେଳେ ଭଲ ଭଲ ପୋଷାକ ପିନ୍ଧୁଥିଲା। ସେ ଏତେ ଧନୀ ଥିଲା ଯେ ପ୍ରତିଦିନ ଗୋଟିଏ ବିଳାସମ୍ପୂର୍ଣ୍ଣ ଭୋଜି ଦେବାକୁ ସକ୍ଷମ ଥିଲା।
20
ଲାଜାର ନାମରେ ଜଣେ ଅତି ଗରିବ ଲୋକ ଥିଲା। ତା’ ଦେହ ଘା’ରେ ଭରି ଯାଇଥିଲା। ଲାଜାର ପ୍ରାୟ ସବୁ ସମୟରେ ଧନୀଲୋକଙ୍କ ଫାଟକ ପାଖରେ ପଡ଼ି ରହୁଥିଲା।
21
ଧନୀଲୋକ ଖାଇସାରିବା ପରେ ଯାହା ଛାଡ଼ି ଦିଏ ସେହି ଅଇଁଠା ଅଂଶତକ ଖାଇବାକୁ ଗ୍ଭହୁଁଥିଲା। କୁକୁରମାନେ ଆସି ତା’ର ଘାଆକୁ ଗ୍ଭଟୁଥିଲେ।
22
“ପରେ ଲାଜାର ମରିଗଲା। ସ୍ୱର୍ଗଦୂତମାନେ ତାହାକୁ ନେଇଯାଇ ଅବ୍ରହାମଙ୍କ କୋଳରେ ରଖିଲେ। ଧନୀ ଲୋକ ଜଣକ ମଧ୍ୟ ମରିଗଲା ଓ ତାହାକୁ କବର ଦିଆଗଲା।
23
ତାହାକୁ ନର୍କକୁ ପଠାଇ ଦିଆଗଲା। ସେଠାରେ ସେ ବହୁତ ଯନ୍ତ୍ରଣା ଭୋଗ କଲା। ଧନୀଲୋକ ଜଣକ ଉପରକୁ ଅନାଇଲା ଓ ଲାଜାରକୁ କୋଳରେ ଧରିଥିବା ଅବ୍ରହାମଙ୍କୁ ବହୁତ ଦୂରରେ ଦେଖିଲା।
24
ସେ ଡାକିଲା, ‘ପିତା ଅବ୍ରହାମ, ମୋତେ ଦୟା କର। ମୋ’ ପାଖକୁ ଲାଜାରକୁ ପଠାଅ। ସେ ତା’ ଅଙ୍ଗୁଳି ଟିପକୁ ପାଣିରେ ବୁଡ଼େଇ ମୋ’ ଜିଭରେ ଟୋପାଏ ଟୋପାଏ ପାଣି ଦେଉ। ମୁଁ ଏହି ନିଆଁରେ ବହୁତ ଯନ୍ତ୍ରଣା ଭୋଗ କରୁଛି।’
25
“କିନ୍ତୁ ଅବ୍ରହାମ କହିଲେ, ‘ପୁଅ, ତୁ ଯେତେବେଳେ ବଞ୍ଚିଥିଲୁ, ସେତେବେଳେ କଥା ଟିକିଏ ମନେ ପକା। ତୁ ଜୀବନରେ ସମସ୍ତ ବିଷୟ ପାଇଛୁ। କିନ୍ତୁ ଲାଜାର ପାଇଁ ସମସ୍ତ ଖରାପ ଜିନିଷ ଘଟିଛି। ଏବେ ସେ ଆରାମରେ ଅଛି ଓ ତୁ ଯନ୍ତ୍ରଣା ଭୋଗୁଛୁ।
26
ତା’ ଛଡ଼ା ତୋର ଓ ଆମ୍ଭ ମଝିରେ ଗୋଟିଏ ବଡ଼ ଖାତ ଅଛି। ତୋତେ ସାହାଯ୍ୟ କରିବା ପାଇଁ ସେହି ଖାତକୁ କେହି ପାରି ହୋଇ ଯାଇ ପାରିବେ ନାହିଁ।’ ଏବଂ ସେହି ସ୍ଥାନ ଛାଡ଼ି କେହି ଏଠାକୁ ଆସି ପାରିବେ ନାହିଁ।
27
“ଧନୀ ଲୋକ ଜଣକ କହିଲେ, ‘ତେବେ ପିତା, ଦୟାକରି ଲାଜାରକୁ ପୃଥିବୀରେ ଥିବା ମୋର ବାପାଙ୍କ ଘରକୁ ପଠାଅ।
28
ମୋର ପାଞ୍ଚ ଜଣ ଭାଇ ଅଛନ୍ତି। ଲାଜାର ମୋର ଭାଇମାନଙ୍କୁ ସତର୍କ କରାଇ ଦେବ। ତା’ହେଲେ ସେମାନେ ଏ ଯନ୍ତ୍ରଣା ଭୋଗ କରିବା ସ୍ଥାନକୁ ଆସିବେ ନାହିଁ।’
29
“କିନ୍ତୁ ଅବ୍ରହାମ କହିଲେ, ‘ସେମାନଙ୍କ ପାଖରେ ମୋଶାଙ୍କ ନିୟମ ଓ ଭବିଷ୍ୟଦ୍ବକ୍ତାମାନଙ୍କ ଲେଖା ସବୁ ପଢ଼ିବା ପାଇଁ ରହିଛି। ସେମାନେ ସେଥିରୁ ଶିକ୍ଷା ଲାଭ କରନ୍ତୁ।’
30
ଧନୀ ଲୋକଟି କହିଲା, ‘ନା, ପିତା ଅବ୍ରହାମ! ଯଦି ମରି ଯାଇଥିବା ଲୋକମାନଙ୍କ ଭିତରୁ କେହି ଜଣେ ତାହାଙ୍କ ପାଖକୁ ଯାଏ, ତେବେ ସେମାନେ ବିଶ୍ୱାସ କରିବେ ଓ ସେମାନଙ୍କର ହୃଦୟ ଓ ଜୀବନକୁ ପରିବର୍ତ୍ତନ କରିବେ।’
31
“କିନ୍ତୁ ଅବ୍ରହାମ ତାହାକୁ କହିଲେ, ‘ନା, ଯଦି ତୁମ୍ଭ ଭାଇମାନେ ମୋଶା ଓ ଭବିଷ୍ୟଦ୍ବକ୍ତାଙ୍କ କଥା ଶୁଣିବେ ନାହିଁ, ତେବେ ସେମାନେ ମୃତ୍ୟୁରୁ ଫେରି ଆସି ଥିବା କୌଣସି ଲୋକଙ୍କ କଥା ମଧ୍ୟ ଶୁଣିବେ ନାହିଁ।’”
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 17 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24