bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Luke 2
Luke 2
Odia Bible ERV 2004 (ପବିତ୍ର ବାଇବଲ)
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 3 →
1
ଯୀଶୁଙ୍କ ଜନ୍ମ ସେହି ସମୟରେ ରୋମୀୟ ଶାସନ ଅନ୍ତର୍ଗତ ସମସ୍ତ ଦେଶର ଲୋକମାନଙ୍କ ଉଦ୍ଦେଶ୍ୟରେ କାଇସର ଅଗଷ୍ଟଙ୍କର ଗୋଟିଏ ଆଜ୍ଞା ଘୋଷଣା କରାଗଲା। ଆଜ୍ଞାଟି କୁହେ ଯେ, ସମସ୍ତେ ଜନଗଣନା ପାଇଁ ନିଜ ନିଜ ନାମର ପଞ୍ଜୀକରଣ କରିବେ।
2
ଏହା ପ୍ରଥମ ଜନଗଣନା ଥିଲା। କ୍ୱିରୀଣିୟ ସୁରିୟାର ରାଜ୍ୟପାଳ ଥିବା ସମୟରେ ଏହା ହେଲା।
3
ତେଣୁ ପ୍ରତ୍ୟେକ ଲୋକ ନାମ ପଞ୍ଜୀକରଣ କରିବା ପାଇଁ ନିଜ ନିଜ ନଗରକୁ ଗଲେ।
4
ଯୋଷେଫ ଦାଉଦଙ୍କ ବଂଶର ହୋଇଥିବାରୁ ସେ ଗାଲିଲୀର ନାଜରିତ ନଗରରୁ ଯିହୂଦା ପ୍ରଦେଶର ବେଥ୍ଲେହିମକୁ ଗଲେ। ବେଥ୍ଲେହିମ ନଗର ଦାଉଦଙ୍କ ନଗର ନାମରେ ପରିଚିତ ଥିଲା।
5
ଯୋଷେଫ ମରିୟମଙ୍କ ସହିତ ନାମ ପଞ୍ଜୀକରଣ କଲେ, କାରଣ ମରିୟମଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହୋଇ ସାରିଥିଲା। ମରିୟମ ସେତେବେଳେ ଗର୍ଭବତୀ ଥିଲେ।
6
ଯୋଷେଫ ଓ ମରିୟମ ବେଥ୍ଲେହିମରେ ଥିବା ସମୟରେ ମରିୟମଙ୍କର ପ୍ରସବ ସମୟ ଆସିଲା।
7
ସେ ତାହାଙ୍କର ପ୍ରଥମଜାତ ପୁତ୍ର ସନ୍ତାନକୁ ଜନ୍ମ ଦେଲେ। ସେମାନେ ରହିବାକୁ ଚଟିଘରେ ଆଉ ଜାଗା ନ ଥିଲା। ତେଣୁ ମରିୟମ ଶିଶୁଟିକୁ ଲୁଗାପଟାରେ ଗୁଡ଼ାଇ ଗୁହାଳରେ ଗୋରୁ କୁଣ୍ଡରେ ରଖିଦେଲେ।
8
ମେଷପାଳକମାନେ ଯୀଶୁଙ୍କ ଜନ୍ମ ଖବର ପାଇଲେ ସେହି ରାତିରେ କେତେକ ମେଷପାଳକ ସେମାନଙ୍କର ମେଣ୍ଢାଗୁଡ଼ିକୁ ରାତିସାରା ପଦାରେ ଜଗି ରହିଥିଲେ।
9
ପ୍ରଭୁଙ୍କର ଜଣେ ଦୂତ ମେଷପାଳକମାନଙ୍କ ସମ୍ମୁଖରେ ଠିଆ ହେଲେ। ପ୍ରଭୁଙ୍କର ଗୌରବର ଜ୍ୟୋତିଃ ସେମାନଙ୍କର ଚତୁର୍ଦ୍ଦିଗରେ ଝଲକି ଉଠିଲା।
10
ମେଷପାଳକମାନେ ଅତ୍ୟନ୍ତ ଭୟଭୀତ ହୋଇଗଲେ। ସ୍ୱର୍ଗଦୂତ ସେମାନଙ୍କୁ କହିଲେ, “ଭୟ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ସମାଗ୍ଭର ଆଣିଛି। ତାହା ସବୁଲୋକଙ୍କ ପାଇଁ ମହା ଆନନ୍ଦ ଆଣିଦେବ।
11
କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କର ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଜନ୍ମ ଗ୍ରହଣ କରିଛନ୍ତି।
12
ତୁମ୍ଭେମାନେ ତାହାଙ୍କୁ ଚିହ୍ନି ପାରିବା ପାଇଁ ଏହା ହେଉଛି ସଙ୍କେତ: “ତୁମ୍ଭେମାନେ ଗୋଟିଏ ଶିଶୁକୁ କନାରେ ଗୁଡ଼ାଇ ହୋଇ ଗୋରୁ କୁଣ୍ଡରେ ଶୋଇଥିବାର ଦେଖିବ।”
13
ସେହି ସମୟରେ ସ୍ୱର୍ଗରୁ ବହୁସଂଖ୍ୟାରେ ସ୍ୱର୍ଗଦୂତମାନେ ଆସି ସେହି ସ୍ୱର୍ଗଦୂତଙ୍କ ସହିତ ଯୋଗ ଦେଲେ। ସମସ୍ତ ସ୍ୱର୍ଗଦୂତ ଏହିପରି ପରମେଶ୍ୱରଙ୍କ ସ୍ତୁତି କରୁଥିଲେ:
14
“ସ୍ୱର୍ଗରେ ରହୁଥିବା ପରମେଶ୍ୱରଙ୍କ ଜୟ ହେଉ, ଏବଂ ଏ ପୃଥିବୀରେ ଯେଉଁ ଲୋକମାନଙ୍କ ଉପରେ ପରମେଶ୍ୱର ପ୍ରସନ୍ନ ଅଛନ୍ତି, ସେ ସମସ୍ତଙ୍କୁ ଶାନ୍ତି ମିଳୁ।”
15
ସ୍ୱର୍ଗଦୂତମାନେ ମେଷପାଳକମାନଙ୍କୁ ଛାଡ଼ି ସ୍ୱର୍ଗକୁ ଫେରିଗଲେ। ମେଷପାଳକମାନେ ପରସ୍ପର କୁହାକୁହି ହେଲେ: “ଆମ୍ଭେମାନେ ବେଥ୍ଲେହିମ ଯିବା ଓ ଏହି ଯେଉଁ ଘଟଣା ଘଟିଛି ବୋଲି ପ୍ରଭୁ ଆମ୍ଭମାନଙ୍କୁ ଜଣାଇଲେ, ତାହା ଦେଖିବା।”
16
ତେଣୁ ସେମାନେ ଶୀଘ୍ର ଗଲେ ଓ ମରିୟମ ଏବଂ ଯୋଷେଫଙ୍କୁ ଖୋଜି ପାଇଲେ। ସେହି ଶିଶୁ ଗୋଟିଏ ଗୋରୁ କୁଣ୍ଡରେ ଶୋଇଥିଲେ।
17
ମେଷପାଳକମାନେ ଶିଶୁଙ୍କୁ ଦେଖିଲେ। ଏହି ଶିଶୁଙ୍କ ବିଷୟରେ ସ୍ୱର୍ଗଦୂତମାନେ ଯାହା କହିଥିଲେ, ତାହା ସେମାନେ ସମସ୍ତଙ୍କୁ କହିଲେ।
18
ମେଷପାଳକମାନେ ଯାହା କହିଲେ, ତାହା ଶୁଣି, ସମସ୍ତେ ଆଶ୍ଚର୍ଯ୍ୟ ହୋଇଗଲେ।
19
କିନ୍ତୁ ମରିୟମ ଏସବୁ କଥା ନିଜ ମନ ଭିତରେ ଗୋପନ ରଖି, ନିରନ୍ତର ଚିନ୍ତା କରିବାକୁ ଲାଗିଲେ।
20
ମେଷପାଳକମାନେ ନିଜ ମେଷମାନଙ୍କ ନିକଟକୁ ଫେରିଗଲେ ଏବଂ ଯାହାସବୁ ଶୁଣିଥିଲେ ଓ ଦେଖିଥିଲେ, ସେଥିପାଇଁ ପରମେଶ୍ୱରଙ୍କୁ ଗୌରବ ଦେଲେ ଓ ପ୍ରଶଂସା ଗାନ କଲେ। ସ୍ୱର୍ଗଦୂତମାନେ ଯେପରି କହିଥିଲେ, ସେମାନେ ପ୍ରତ୍ୟେକ ଜିନିଷକୁ ସେହିପରି ଦେଖିଲେ।
21
ଶିଶୁଟି ଆଠ ଦିନର ହେବାରୁ ତା’ର ସୁନ୍ନତ କରାଗଲା ଓ ତାହାଙ୍କର ନାମ ଯୀଶୁ ରଖାଗଲା। ସେ ଗର୍ଭରେ ରହି ବଢ଼ିବା ପୂର୍ବରୁ ସ୍ୱର୍ଗଦୂତ ତାହାଙ୍କୁ ଏହି ନାମ ଦେଇଥିଲେ।
22
ଯୀଶୁଙ୍କୁ ମନ୍ଦିରରେ ହାଜିର କରାଗଲା ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଶୁଚି ହେବାର ସମୟ ଆସିଲା। ଏହା ପରେ ଯୋଷେଫ ଓ ମରିୟମ ଯୀଶୁଙ୍କୁ ପ୍ରଭୁ ପରମେଶ୍ୱରଙ୍କ ନିକଟରେ ଉତ୍ସର୍ଗ କରିବା ପାଇଁ ଯିରୁଶାଲମକୁ ନେଇ ଆସିଲେ।
23
ପ୍ରଭୁଙ୍କ ‘ନିୟମ’ ରେ ଲେଖାଅଛି: “ପରିବାରରେ ପ୍ରଥମ ପୁତ୍ରସନ୍ତାନ ଜନ୍ମ ହେଲେ ସେ ‘ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ’ ହେବ।”
24
ପ୍ରଭୁଙ୍କ ନିୟମରେ ଆହୁରି ମଧ୍ୟ ଲେଖାଅଛି: “ତୁମ୍ଭକୁ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ମଧ୍ୟ ବଳି ଦେବାକୁ ହେବ।” ତେଣୁ ଏହି ବ୍ୟବସ୍ଥା ଅନୁସାରେ ବଳି ଦେବା ନିମନ୍ତେ ଯୋଷେଫ ଓ ମରିୟମ ଯିରୁଶାଲମକୁ ଗଲେ।
25
ଶିମିୟୋନ ଯୀଶୁଙ୍କୁ ଦେଖାକଲେ ଯିରୁଶାଲମରେ ଶିମିୟୋନ ନାମରେ ଜଣେ ଅତ୍ୟନ୍ତ ଧାର୍ମିକ ଓ ନିଷ୍ଠାପର ଭକ୍ତ ରହୁଥିଲେ। ଇସ୍ରାଏଲକୁ ସାନ୍ତ୍ୱନା କରିବା ନିମନ୍ତେ ପରମେଶ୍ୱର କେବେ ଆସିବେ, ସେହି ସମୟକୁ ସେ ଅପେକ୍ଷା କରି ରହିଥିଲେ। ପବିତ୍ରଆତ୍ମା ତାହାଙ୍କ ମଧ୍ୟରେ ଥିଲେ।
26
ପବିତ୍ରଆତ୍ମା ତାହାଙ୍କୁ କହି ଦେଇଥିଲେ ଯେ, ସେ ପ୍ରଭୁ ପରମେଶ୍ୱରଙ୍କଠାରୁ ଆଗତ ଖ୍ରୀଷ୍ଟଙ୍କ ଦର୍ଶନ ନ କରିବା ପୂର୍ବରୁ ତାହାଙ୍କର ମୃତ୍ୟୁ ହେବ ନାହିଁ।
27
ଆତ୍ମା ଶିମିୟୋନଙ୍କୁ ମନ୍ଦିରକୁ କଢ଼େଇ ଆଣିଲେ। ଯିହୂଦୀମାନଙ୍କ ବ୍ୟବସ୍ଥା ଅନୁସାରେ କାର୍ଯ୍ୟ କରିବା ପାଇଁ ଯୋଷେଫ ମରିୟମ ଶିଶୁ ଯୀଶୁଙ୍କୁ ସଙ୍ଗରେ ନେଇ ମନ୍ଦିରକୁ ଗଲେ।
28
ଶିମିୟୋନ ଶିଶୁ ଯୀଶୁଙ୍କୁ କୋଳକୁ ନେଇ ପରମେଶ୍ୱରଙ୍କ ସ୍ତୁତିଗାନ କରି କହିଲେ:
29
“ପ୍ରଭୁ, ଏବେ ତୁମ୍ଭେ କହିବା ଅନୁସାରେ ତୁମ୍ଭର ଏହି ଦାସକୁ ଶାନ୍ତିରେ ମରିବାକୁ ଦିଅ।
30
ମୁଁ ମୋ’ ଆଖିରେ ତୁମ୍ଭର ପରିତ୍ରାଣକୁ ଦେଖିଛି।
31
ତୁମ୍ଭେ ତାହାଙ୍କୁ ସମସ୍ତ ଲୋକଙ୍କ ଆଗରେ ପ୍ରସ୍ତୁତ କରିଛ।
32
ସେ ଅଣଯିହୂଦୀମାନଙ୍କୁ ତୁମ୍ଭରି ପଥ ଦେଖାଇବା ପାଇଁ ଆଲୋକ ଅଟନ୍ତି ଓ ସେ ତୁମ୍ଭର ଲୋକମାନଙ୍କ ପାଇଁ ଗୌରବ ଆଣିବେ।”
33
ଯୀଶୁଙ୍କ ବାପାମା ଯୀଶୁଙ୍କ ବିଷୟରେ ଶିମିୟୋନଙ୍କ ମୁହଁରୁ ଏ କଥା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ।
34
ତା’ପରେ ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କଲେ ଓ ମରିୟମଙ୍କୁ କହିଲେ, “ଏ ବାଳକ ଯୋଗୁଁ ଅନେକ ଯିହୂଦୀଙ୍କର ଉତ୍ଥାନ ଓ ପତନ ହେବ। ସେ ପରମେଶ୍ୱରଙ୍କର ଏକ ଚିହ୍ନ ହେବେ ଓ ତାହା ଲୋକମାନେ ଗ୍ରହଣ କରିବେ ନାହିଁ।
35
ଲୋକମାନଙ୍କ ମନ ଭିତରେ ଥିବା ଗୋପନକଥା ପ୍ରକାଶିତ ହେବ। ସେହି ଘଟଣା ସବୁ ତୁମ୍ଭର ହୃଦୟକୁ ଦୁଃଖ ଆଣିବ।”
36
ହାନ୍ନା ଯୀଶୁଙ୍କୁ ଦେଖାକଲେ ସେତେବେଳେ ହାନ୍ନା ନାମରେ ଜଣେ ମହିଳା ଭବିଷ୍ୟଦ୍ବକ୍ତ୍ରୀ ମନ୍ଦିର ଭିତରେ ଥିଲେ। ସେ ଆଶେର ବଂଶର ଫିନୂୟେଲଙ୍କ ଝିଅ ଥିଲେ। ହାନ୍ନା ବହୁତ ବୁଢ଼ୀ ହୋଇ ଯାଇଥିଲେ। ବିବାହ ପରେ ମାତ୍ର ସାତବର୍ଷ ପର୍ଯ୍ୟନ୍ତ ସେ ସ୍ୱାମୀଙ୍କ ସହିତ ରହିଥିଲେ।
37
ତା’ପରେ ତାହାଙ୍କର ସ୍ୱାମୀ ମରିଗଲେ ଓ ସେ ବିଧବା ହୋଇ ଏକୁଟିଆ ରହିବାକୁ ଲାଗିଲେ। ଏବେ ତାହାଙ୍କୁ ଚଉରାଅଶୀ ବର୍ଷ ବୟସ ହୋଇଥିଲା। ହାନ୍ନା ସବୁବେଳେ ମନ୍ଦିରରେ ରହୁଥିଲେ। କେବେ ହେଲେ ସେ ମନ୍ଦିର ଛାଡ଼ି ଯାଇ ନ ଥିଲେ। ସେ ଉପବାସ କରି ଓ ସେ ଦିନରାତି ପ୍ରାର୍ଥନା କରି ପରମେଶ୍ୱରଙ୍କ ଉପାସନା କରୁଥିଲେ।
38
ସେ ସେହି ସମୟରେ ଶିଶୁ ଓ ତା’ର ବାପାମାଙ୍କ ପାଖକୁ ଆସିଲେ। ସେ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ଯେଉଁମାନେ ଯିରୁଶାଲମର ମୁକ୍ତିର ଅପେକ୍ଷାରେ ଥିଲେ, ସେହି ସମସ୍ତ ଲୋକଙ୍କୁ ସେ ଯୀଶୁଙ୍କ ବିଷୟରେ କହିଲେ।
39
ଯୋଷେଫ ଓ ମରିୟମ ଘରକୁ ଫେରିଗଲେ ଯୋଷେଫ ଓ ମରିୟମ ପ୍ରଭୁଙ୍କ ବ୍ୟବସ୍ଥାନୁଯାୟୀ ସମସ୍ତ କାର୍ଯ୍ୟ ସମ୍ପୂର୍ଣ୍ଣ କଲେ। ତା’ପରେ ସେମାନେ ଗାଲିଲୀ ପ୍ରଦେଶର ନିଜ ନଗର ନାଜରିତକୁ ଫେରିଗଲେ।
40
ସାନ ଶିଶୁଟି ଦିନକୁ ଦିନ ବଢ଼ିବାକୁ ଲାଗିଲେ। ସେ ହୃଷ୍ଟପୁଷ୍ଟ ଓ ବୁଦ୍ଧିମାନ ହେବାକୁ ଲାଗିଲେ। ତାହାଙ୍କ ସହିତ ପରମେଶ୍ୱରଙ୍କର ଆଶୀର୍ବାଦ ଥିଲା।
41
ବାଳକ ଯୀଶୁ ନିସ୍ତାରପର୍ବ ପାଇଁ ଯୀଶୁଙ୍କର ପିତାମାତା ପ୍ରତିବର୍ଷ ଯିରୁଶାଲମ ଯାଉଥିଲେ।
42
ଯୀଶୁଙ୍କୁ ବାରବର୍ଷ ବୟସ ହୋଇଥିବା ସମୟରେ ସବୁଥର ଭଳି ସେମାନେ ପର୍ବକୁ ଗଲେ।
43
ପର୍ବ ଦିନତକ ଶେଷ ହୋଇଯିବା ପରେ ସେମାନେ ଘରକୁ ଫେରୁଥିଲେ। କିନ୍ତୁ ବାଳକ ଯୀଶୁ ଯିରୁଶାଲମରେ ରହିଗଲେ। ତାହାଙ୍କ ବାପାମା ଏ କଥା ଜାଣି ନ ଥିଲେ।
44
ଦଳ ଭିତରେ ପୁଅ ଅଛି ଭାବି ଯୋଷେଫ ଓ ମରିୟମ ପୁରା ଦିନେ ଯାତ୍ରା କରିସାରିଥିଲେ। ତା’ପରେ ସେମାନେ ନିଜ ପରିବାର ଲୋକ ଓ ଅନ୍ତରଙ୍ଗ ବନ୍ଧୁଙ୍କ ଭିତରେ ଯୀଶୁଙ୍କୁ ଖୋଜିଲେ।
45
କିନ୍ତୁ ସେମାନେ ଯୀଶୁଙ୍କୁ ପାଇଲେ ନାହିଁ। ତେଣୁ ସେମାନେ ଯୀଶୁଙ୍କୁ ଖୋଜି ଖୋଜି ଯିରୁଶାଲମ ଫେରି ଆସିଲେ।
46
ତିନି ଦିନ ପରେ ସେମାନେ ଯୀଶୁଙ୍କୁ ପାଇଲେ। ଯୀଶୁ ମନ୍ଦିର ଭିତରେ ଧର୍ମଗୁରୁମାନଙ୍କ ସହିତ ବସିଥିଲେ। ସେ ସେମାନଙ୍କ କଥା ଶୁଣୁଥିଲେ ଓ ସେମାନଙ୍କୁ ପ୍ରଶ୍ନ ସବୁ ପଗ୍ଭରୁଥିଲେ।
47
ସମସ୍ତେ ତାହାଙ୍କ କଥା ଶୁଣୁଥିଲେ। ତାହାଙ୍କର ବୁଝିବା ଶକ୍ତି ଦେଖି ଓ ଜ୍ଞାନପୂର୍ଣ୍ଣ ଉତ୍ତରଗୁଡ଼ିକ ଶୁଣି ସେମାନେ ଆଶ୍ଚର୍ଯ୍ୟ ହୋଇ ଯାଇଥିଲେ।
48
ଯୀଶୁଙ୍କ ବାପାମା ତାହାଙ୍କୁ ଦେଖି ବିସ୍ମିତ ହୋଇଗଲେ। ତାହାଙ୍କ ମା ତାହାଙ୍କୁ ପଗ୍ଭରିଲେ, “ପୁଅରେ! ତୁ ଆମ ସାଙ୍ଗରେ ଏପରି କାହିଁକି କଲୁ? ତୋ’ ବାପା ଓ ମୁଁ ତୋତେ ଖୋଜି ଖୋଜି ବହୁତ ଚିନ୍ତିତ ହୋଇ ପଡ଼ିଲୁଣି।”
49
ଏହି ଶୁଣି ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମୋତେ କାହିଁକି ଖୋଜୁଥିଲ? ଯେଉଁଠାରେ ମୋର ପରମପିତାଙ୍କର କାର୍ଯ୍ୟ ଅଛି, ମୁଁ ସେଠାରେ ନିଶ୍ଚୟ ଥିବିବୋଲି ତୁମ୍ଭେମାନେ କ’ଣ ଜାଣି ନାହଁ?”
50
କିନ୍ତୁ ସେମାନେ ଯୀଶୁଙ୍କର କଥାର ଅର୍ଥ କିଛି ବୁଝି ପାରିଲେ ନାହିଁ।
51
ଯୀଶୁ ସେମାନଙ୍କ ସହିତ ନାଜରିତକୁ ଗଲେ। ସେ ବାପାମାଙ୍କର ସବୁ ଆଜ୍ଞା ପାଳନ କଲେ। ଯୀଶୁଙ୍କ ମା ତଥାପି ଏହିସବୁ କଥା ନିଜ ମନ ଭିତରେ ରଖି ଚିନ୍ତା କରୁଥିଲେ।
52
ଯୀଶୁ ଜ୍ଞାନରେ, ଶରୀରରେ ଏବଂ ପରମେଶ୍ୱର ଓ ମନୁଷ୍ୟମାନଙ୍କ ଅନୁଗ୍ରହରେ ବଢ଼ିବାକୁ ଲାଗିଲେ।
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 3 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24