bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Luke 5
Luke 5
Odia Bible ERV 2004 (ପବିତ୍ର ବାଇବଲ)
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 6 →
1
ପିତର, ଯାକୁବ ଓ ଯୋହନ ଯୀଶୁଙ୍କୁ ଅନୁସରଣ କଲେ ଯୀଶୁ ଗିନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ। ତାହାଙ୍କ ଗ୍ଭରିପଟେ ଘେରିଯାଇ ଠିଆ ହେବାକୁ ଲୋକମାନେ ଠେଲାପେଲା ହେଉଥିଲେ। ସେମାନେ ତାହାଙ୍କଠାରୁ ପରମେଶ୍ୱରଙ୍କ ଉପଦେଶ ବାଣୀ ଶୁଣିବାକୁ ଗ୍ଭହୁଁଥିଲେ।
2
ଯୀଶୁ ହ୍ରଦ କୂଳରେ ଦୁଇଟି ଡଙ୍ଗା ଥୁଆ ହୋଇଥିବାର ଦେଖିଲେ। କେଉଟମାନେ ସେହି ଡଙ୍ଗାରୁ ଓହ୍ଲେଇ ତାହାଙ୍କ ଜାଲ ଧୋଉଥିଲେ।
3
ଯୀଶୁ ସେଥିରୁ ଗୋଟିଏ ଡଙ୍ଗାରେ ଚଢ଼ିଗଲେ। ସେ ଡଙ୍ଗାଟି ଶିମୋନ ଙ୍କର ଥିଲା। ଯୀଶୁ ଡଙ୍ଗାଟିକୁ କୂଳଠାରୁ ଅଳ୍ପ ଟିକିଏ ଭିତହକୁ ନେବାକୁ ଶିମୋନଙ୍କୁ କହିଲେ। ତା’ପରେ ସେ ଡଙ୍ଗାଟିରେ ବସି ପଡ଼ିଲେ ଓ ସେହି ଡଙ୍ଗା ଉପରେ ଥାଇ ଲୋକମାନଙ୍କୁ ଉପଦେଶ ଦେବାକୁ ଲାଗିଲେ।
4
ଉପଦେଶ ଦେଇ ସାରିବା ପରେ ଯୀଶୁ ଶିମୋନଙ୍କୁ କହିଲେ, “ଡଙ୍ଗାକୁ ଗଭୀର ଜଳକୁ ନେଇ ଗ୍ଭଲ। ପାଣିରେ ତୁମ୍ଭେ ସମସ୍ତେ ଯଦି ତୁମ୍ଭମାନଙ୍କର ଜାଲ ପକେଇବ, ତେବେ କିଛି ମାଛ ଧରିବ।”
5
ଶିମୋନ କହିଲେ, “ପ୍ରଭୁ, ମାଛ ଧରିବା ପାଇଁ ଆମ୍ଭେମାନେ ରାତିସାରା କଠିନ ପରିଶ୍ରମ କଲୁ, ମାତ୍ର କିଛି ହେଲେ ପାଇଲୁ ନାହିଁ। ଏବେ ତୁମ୍ଭେ ଜାଲ ପକାଇବାକୁ କହୁଛ। ତେଣୁ ମୁଁ ଜାଲ ପକାଇବି।”
6
କେଉଟମାନେ ସେମାନଙ୍କର ଜାଲ ପାଣିରେ ପକେଇଲେ। ତାହାଙ୍କର ଜାଲସବୁ ଏତେ ମାଛରେ ବୋଝେଇ ହୋଇଗଲା ଯେ ଜାଲସବୁ ଛିଣ୍ଡି ଯିବାକୁ ଲାଗିଲା।
7
ସେମାନେ ସାହାଯ୍ୟ ନିମନ୍ତେ ଅନ୍ୟ ଡଙ୍ଗାରେ ଥିବା ତାହାଙ୍କର ଅଂଶୀଦାରମାନଙ୍କୁ ଡାକିଲେ। ସାଙ୍ଗମାନେ ଆସିଲେ। ଦୁଇଟି ଯାକ ଡଙ୍ଗା ମାଛରେ ଏତେ ଭର୍ତ୍ତି ହୋଇଗଲା ଯେ ଡଙ୍ଗା ଦୁଇଟି ପ୍ରାୟ ବୁଡ଼ିଯିବାକୁ ଲାଗିଲା।
8
ଶିମୋନ ପିତର ଏବଂ ସମସ୍ତ କେଉଟମାନେ ଏତେ ଗୁଡ଼ିଏ ମାଛ ଧରି ପାରିଥିବାରୁ ଆଶ୍ଚର୍ଯ୍ୟ ହୋଇଗଲେ। ଶିମୋନ ପିତର ଏହା ଦେଖି ଯୀଶୁଙ୍କ ପାଦତଳେ ପଡ଼ିଯାଇ କହିଲେ, “ହେ ପ୍ରଭୁ! ତୁମ୍ଭେ ମୋ’ ପାଖରୁ ଗ୍ଭଲିଯାଅ। ମୁଁ ଜଣେ ପାପୀ ମଣିଷ।”
10
ଜେବଦୀଙ୍କ ଦୁଇ ପୁଅ ଯାକୁବ ଓ ଯୋହନ ମଧ୍ୟ ସେହିଭଳି ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ଶିମୋନଙ୍କ ସାଙ୍ଗରେ ଏକାଠି କାମ କରୁଥିଲେ। ଯୀଶୁ ଶିମୋନଙ୍କୁ କହିଲେ, “ଭୟ କର ନାହିଁ। ବର୍ତ୍ତମାନଠାରୁ ତୁମ୍ଭେମାନେ ମାଛ ବଦଳରେ ମଣିଷକୁ ସଂଗ୍ରହ କରିବା କାମ କରିବ।”
11
ତା’ପରେ ସେମାନେ ସେମାନଙ୍କର ଡଙ୍ଗାଗୁଡ଼ିକୁ କୂଳକୁ ଆଣିଲେ। ସେମାନେ ସବୁକିଛି ତ୍ୟାଗ କରିଦେଇ ଯୀଶୁଙ୍କ ଅନୁଗମନ କଲେ।
12
ଯୀଶୁ ଗୋଟିଏ କୁଷ୍ଠ ରୋଗୀକୁ ସୁସ୍ଥ କଲେ ଥରେ ଯୀଶୁ ଗୋଟିଏ ନଗରରେ ଥିଲେ। ସେଠାରେ ଦେହସାରା କୁଷ୍ଠ ହୋଇ ଯାଇଥିବା ଲୋକଟିଏ ରହୁଥିଲା। ଯେତେବେଳେ ସେ ଯୀଶୁଙ୍କୁ ଦେଖିଲା, ତାହାଙ୍କୁ ପ୍ରଣାମ କରି ଅନୁରୋଧ କଲା, “ହେ ପ୍ରଭୁ! ମୋତେ ସୁସ୍ଥ କରିଦିଅ। ମୁଁ ଜାଣେ ଯେ ତୁମ୍ଭେ ଇଚ୍ଛା କଲେ ମୋତେ ସୁସ୍ଥ କରିଦେଇ ପାରିବ।”
13
ଯୀଶୁ ହାତ ବଢ଼େଇ ସେହି ଲୋକଟିକୁ ଛୁଇଁ କରି କହିଲେ, “ମୁଁ ଇଚ୍ଛା କରୁଅଛି ତୁମ୍ଭେ ସୁସ୍ଥ ହୋଇ ଯାଅ।” ତତ୍କ୍ଷଣାତ୍ ତାହାଙ୍କଠାରୁ କୁଷ୍ଠରୋଗ ଦୂର ହୋଇଗଲା।
14
ଯୀଶୁ ତାହାକୁ ଆଦେଶ ଦେଲେ, “ଏବେ ଯାହା ଘଟିଲା, ସେ କଥା କାହାରିକୁ କୁହ ନାହିଁ। କିନ୍ତୁ ଯାଜକଙ୍କ ପାଖକୁ ଯାଅ। ନିଜ ଦେହ ତାହାଙ୍କୁ ଦେଖାଅ। ତୁମ୍ଭେ ସୁସ୍ଥ ହୋଇଯାଇଥିବା ଯୋଗୁଁ ମୋଶାଙ୍କ ଆଦେଶ ଅନୁସାରେ ପରମେଶ୍ୱରଙ୍କ ନିକଟରେ ବଳି ଉତ୍ସର୍ଗ କର। ଏହା ଲୋକଙ୍କୁ ଦେଖେଇଦେବ ଯେ ତୁମ୍ଭେ ସୁସ୍ଥ ହୋଇ ଯାଇଛ।”
15
କିନ୍ତୁ ଯୀଶୁଙ୍କ ବିଷୟରେ ଖବର ଆହୁରି ଅଧିକରୁ ଅଧିକ ବ୍ୟାପିଗଲା। ଅନେକ ଲୋକ ଉପଦେଶ ଶୁଣିବାକୁ ଓ ରୋଗରୁ ସୁସ୍ଥ ହେବାକୁ ତାହାଙ୍କ ପାଖକୁ ଆସୁଥିଲେ।
16
କିନ୍ତୁ ଯୀଶୁ ପ୍ରାର୍ଥନା କରିବା ପାଇଁ ଅଧିକାଂଶ ସମୟରେ କୌଣସି ନିର୍ଜନ ସ୍ଥାନକୁ ଗ୍ଭଲି ଯାଉଥିଲେ।
17
ଯୀଶୁ ଗୋଟିଏ ପକ୍ଷାଘାତ ରୋଗୀକୁ ସୁସ୍ଥ କଲେ ଦିନେ ଯୀଶୁ ଲୋକମାନଙ୍କୁ ଉପଦେଶ ଦେଉଥିଲେ। ସେଠାରେ ଫାରୂଶୀ ଓ ଯିହୂଦୀ ଧର୍ମଶାସ୍ତ୍ରୀମାନେ ମଧ୍ୟ ବସିଥିଲେ। ସେମାନେ ଗାଲିଲୀର ପ୍ରତ୍ୟେକ ନଗରରୁ, ଯିହୂଦା ତଥା ଯିରୁଶାଲମରୁ ଆସିଥିଲେ। ପ୍ରଭୁ ଲୋକଙ୍କୁ ସୁସ୍ଥ କରି ଦେବା ପାଇଁ ଯୀଶୁଙ୍କୁ ଶକ୍ତି ଦେଉଥିଲେ।
18
ସେତିକିବେଳେ କେତେକ ଲୋକ ଗୋଟିଏ ପକ୍ଷାଘାତ ରୋଗୀକୁ ଖଟରେ ବୋହିକରି ଯୀଶୁଙ୍କ ପାଖକୁ ଆଣିଲେ। ସେମାନେ ରୋଗୀଟିକୁ ଭିତରକୁ ଆଣି ଯୀଶୁଙ୍କ ଆଗରେ ରଖିବା ପାଇଁ ଚେଷ୍ଟା କଲେ।
19
କିନ୍ତୁ ସେଠାରେ ଏତେ ଲୋକ ଥିଲେ ଯେ ସେମାନେ ଯୀଶୁଙ୍କ ପାଖକୁ ଯିବାକୁ ବାଟ ପାଇଲେ ନାହିଁ। ତେଣୁ ସେମାନେ ଛାତ ଉପରକୁ ଗ୍ଭଲିଗଲେ। ଛାତରୁ ଛପର କିଛି ବାହାର କରି କଣାଟିଏ କଲେ। ସେମାନେ ସେହି କଣା ବାଟେ ପକ୍ଷାଘାତ ରୋଗୀଟିକୁ ଖଟ ସହିତ ଯୀଶୁଙ୍କ ସାମନାକୁ ଖସେଇ ଦେଲେ।
20
ସେହି ଲୋକମାନଙ୍କର ବିଶ୍ୱାସ ଦେଖି ଯୀଶୁ ସେହି ରୋଗୀଟିକୁ କହିଲେ, “ବନ୍ଧୁ! ତୁମ୍ଭର ପାପକ୍ଷମା କରି ଦିଆଗଲା।”
21
ଯିହୂଦୀ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ ଭାବିବାକୁ ଲାଗିଲେ, “ଏ ଲୋକ କିଏ? ଏ ପରମେଶ୍ୱରଙ୍କୁ ଅପମାନ କରୁଛି। କେବଳ ପରମେଶ୍ୱର ପାପକ୍ଷମା କରିପାରନ୍ତି?”
22
କିନ୍ତୁ ଯୀଶୁ ଜାଣପାରିଲେ ଯେ ସେମାନେ କ’ଣ ଭାବୁଛନ୍ତି। ସେ କହିଲେ, “ତୁମ୍ଭେମାନେ ମନ ଭିତରେ ଏଭଳି ବିଗ୍ଭର କାହିଁକି ଆଣୁଛ?
23
କଅଣ କହିବା ସରଳ? ପକ୍ଷାଘାତ ରୋଗୀଟିକୁ କହିବା ଯେ ‘ତୁମ୍ଭ ପାପକ୍ଷମା କରି ଦିଆଗଲା’ ନା ଏ କଥା କହିବା ଯେ ଉଠ ଓ ଗ୍ଭଲ?’
24
ମୁଁ କିନ୍ତୁ ତୁମ୍ଭମାନଙ୍କୁ ଦେଖାଇ ଦେବି ଯେ, ମନୁଷ୍ୟପୁତ୍ରଙ୍କର ପାପକ୍ଷମା କରିବାର ଶକ୍ତି ଅଛି।” ତେଣୁ ସେ ପକ୍ଷାଘାତ ରୋଗୀଟିକୁ କହିଲେ, “ମୁଁ ତୁମ୍ଭକୁ କହୁଛି: ଠିଆ ହୁଅ। ତୁମ୍ଭର ବିଛଣା ଧର ଓ ଘରକୁ ଯାଅ।”
25
ସେ ତତ୍କ୍ଷଣାତ୍ ସେମାନଙ୍କ ସାମନାରେ ଉଠି ଠିଆ ହେଲା। ଯେଉଁ ବିଛଣା ଉପରେ ସେ ଶୋଇଥିଲା, ତାହା ଧରି ପରମେଶ୍ୱରଙ୍କ ସ୍ତୁତିଗାନ କରି ନିଜ ଘରକୁ ଗ୍ଭଲିଗଲା।
26
ସେଠାରେ ଯେଉଁମାନେ ଉପସ୍ଥିତ ଥିଲେ, ସେମାନେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇ ପରମେଶ୍ୱରଙ୍କ ଗୁଣଗାନ କରିବାକୁ ଲାଗିଲେ। ପରମେଶ୍ୱରଙ୍କ ଶକ୍ତି ଦେଖି ସେମାନଙ୍କ ହୃଦୟ ଭକ୍ତିରେ ଭରିଗଲା। ସେମାନେ କହି ଉଠିଲେ, “ଆଜି ଆମ୍ଭେମାନେ ବିସ୍ମୟ ଜନକ ଘଟଣାମାନ ଦେଖିଛୁ।”
27
ଲେବୀ ଯୀଶୁଙ୍କୁ ଅନୁସରଣ କଲେ ଏହା ପରେ ଯୀଶୁ ସେଠାରୁ ଗ୍ଭଲିଗଲେ। ସେ କରଆଦାୟ କରାଯାଉଥିବା କାର୍ଯ୍ୟାଳୟରେ ଲେବୀ ନାମକ ଜଣେ କରଆଦାୟକାରୀଙ୍କୁ ବସିଥିବାର ଦେଖିଲେ। ଯୀଶୁ ତାହାଙ୍କୁ କହିଲେ, “ମୋର ଅନୁସରଣ କର!”
28
ଲେବୀ ଉଠି ପଡ଼ିଲେ। ସେ ସବୁକିଛି ପରିତ୍ୟାଗ କରି ଯୀଶୁଙ୍କୁ ଅନୁସରଣ କଲେ।
29
ଲେବୀ ଯୀଶୁଙ୍କ ସମ୍ମାନାର୍ଥେ ନିଜ ଘରେ ଗୋଟିଏ ବଡ଼ ଭୋଜି ଦେଲେ। ଅନେକ କରଆଦାୟକାରୀ ଓ ଅନ୍ୟ କେତେକ ଲୋକ ମଧ୍ୟ ଯୀଶୁଙ୍କ ସହ ଏକତ୍ର ଭୋଜନ କରୁଥିଲେ।
30
ତେଣୁ ଫାରୂଶୀ ଓ ଯିହୂଦୀଶାସ୍ତ୍ରୀମାନେ ଯୀଶୁଙ୍କ ଶିଷ୍ୟମାନଙ୍କ ଆଗରେ ଅଭିଯୋଗ କଲେ, “ତୁମ୍ଭେମାନେ କରଆଦାୟକାରୀ ଓ ପାପୀମାନଙ୍କ ସହିତ କାହିଁକି ଏକାଠି ଖିଆପିଆ କରୁଛ?”
31
ଯୀଶୁ ସେମାନଙ୍କୁ କହିଲେ, “ସୁସ୍ଥ ଲୋକମାନଙ୍କ ପାଇଁ ଡାକ୍ତରର ଆବଶ୍ୟକତା ନାହିଁ। କିନ୍ତୁ ଅସୁସ୍ଥ ଲୋକମାନଙ୍କ ପାଇଁ ଡାକ୍ତରର ଆବଶ୍ୟକତା ରହିଛି।
32
ମୁଁ ଧାର୍ମିକ ଲୋକମାନଙ୍କ ପରିବର୍ତ୍ତନ ସକାଶେ ଆସି ନାହିଁ। ମୁଁ ପାପୀମାନଙ୍କ ପାଇଁ ଆସିଛି। ସେମାନେ ନିଜ ନିଜ ହୃଦୟ ଓ ଜୀବନ ପରିବର୍ତ୍ତନ କରନ୍ତୁ।”
33
ଉପବାସ ସମନ୍ଧରେ ଯୀଶୁଙ୍କ ଉତ୍ତର ସେମାନେ ଯୀଶୁଙ୍କୁ କହିଲେ, “ଯୋହନଙ୍କ ଶିଷ୍ୟମାନେ ଅଧିକାଂଶ ଥର ଉପବାସ ଓ ପ୍ରାର୍ଥନା କରନ୍ତି। ଫାରୂଶୀମାନଙ୍କ ଶିଷ୍ୟମାନେ ସେହିପରି କରନ୍ତି। କିନ୍ତୁ ତୁମ୍ଭର ଶିଷ୍ୟମାନେ ସବୁବେଳେ ଖିଆପିଆ କରୁଛନ୍ତି।”
34
ଯୀଶୁ ସେମାନଙ୍କୁ କହିଲେ, “ବର, ବରଯାତ୍ରୀ ସହିତ ଥିବା ପର୍ଯ୍ୟନ୍ତ ତୁମ୍ଭେ କ’ଣ ବରଯାତ୍ରୀମାନଙ୍କୁ ଉପବାସରେ ରଖି ପାରିବ?
35
କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କ ପାଖରୁ ବରକୁ ଛଡ଼ାଇ ନିଆଯିବ। ସେତେବେଳେ ସେମାନେ ଉପବାସ କରିବେ।”
36
ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ: “ଜଣେ ଲୋକ ଗୋଟିଏ ପୁରୁଣା ଗ୍ଭଦରରେ ତାଳି ପକାଇବାକୁ କୌଣସି ନୂଆ ଗ୍ଭଦରରୁ ଖଣ୍ଡେ ଚିରିପକାଏ ନାହିଁ। ଯେଉଁ ଲୋକ ଏଭଳି କରେ, ତା’ର ନୂଆ ଗ୍ଭଦରଟିତ ନଷ୍ଟ ହୋଇଯାଏ ପୁଣି ନୂଆ ଗ୍ଭଦରରୁ ଚିରା ହୋଇଥିବା ତାଳି ପୁରୁଣା ଗ୍ଭଦର ସାଙ୍ଗରେ ମିଶେ ନାହିଁ।
37
କୌଣସି ଲୋକ ପୁରୁଣା ଚମଡ଼ା ଥଳିଗୁଡ଼ିକରେ ନୂଆ ଦ୍ରାକ୍ଷାରସ ଢାଳେ ନାହିଁ। ଯଦି ସେ ଏପରି କରେ ତେବେ ନୂଆ ଦ୍ରାକ୍ଷାରସ ପୁରୁଣା ଚମଡ଼ା ଥଳିଗୁଡ଼ିକୁ ଚିରିଦେବ। ଦ୍ରାକ୍ଷାରସ ଢାଳି ହୋଇଯିବ ଓ ଥଳିଗୁଡ଼ିକ ନଷ୍ଟ ହୋଇଯିବ।
38
ତେଣୁ ଲୋକେ ସଦାବେଳେ ନୂଆ ଦ୍ରାକ୍ଷାରସ ନୂଆ ଚମଡ଼ା ଥଳିରେ ରଖଥା’ନ୍ତି।
39
ପୁରୁଣା ଦ୍ରାକ୍ଷାରସ ପିଇ ସାରି କୌଣସି ଲୋକ କେବେ ହେଲେ ନୂଆ ଦ୍ରାକ୍ଷାରସ ପିଇବାକୁ ଇଚ୍ଛା କରେ ନାହିଁ। କାରଣ ସେ କହେ, “ପୁରୁଣା ଦ୍ରାକ୍ଷାରସ ସୁଆଦ।”
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 6 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24