bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Luke 6
Luke 6
Odia Bible ERV 2004 (ପବିତ୍ର ବାଇବଲ)
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 7 →
1
ଯୀଶୁ ବିଶ୍ରାମବାରର ପ୍ରଭୁ ଥରେ ବିଶ୍ରାମବାରରେ ଯୀଶୁ ଶସ୍ୟ କ୍ଷେତ୍ର ଦେଇ ଯାଉଥିଲେ। ତାହାଙ୍କର ଶିଷ୍ୟମାନେ କେତେକ ଶସ୍ୟ ଛିଣ୍ତେଇଲେ ଓ ତାହାକୁ ଦୁଇ ହାତରେ ଦଳିଲେ ଏବଂ ଖାଇଲେ।
2
କେତେକ ଫାରୂଶୀ କହିଲେ, “ବିଶ୍ରାମବାରରେ ଯାହା କରିବା ବିଧିସଙ୍ଗତ ନୁହେଁ, ତୁମ୍ଭେମାନେ ତାହା କାହିଁକି କରୁଛ?”
3
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଦାଉଦ ଓ ତାହାଙ୍କ ସାଥୀମାନେ ଭୋକିଲା ଥିବା ବେଳେ ଦାଉଦ କ’ଣ କରିଥିଲେ, ତାହା କ’ଣ ତୁମ୍ଭେମାନେ ପଢ଼ି ନାହଁ?
4
ଦାଉଦ ପରମେଶ୍ୱରଙ୍କ ଘର ଭିତରକୁ ପଶିଲେ। ପରମେଶ୍ୱରଙ୍କୁ ଅର୍ପିତ ହୋଇଥିବା ରୋଟୀ ଉଠେଇ ଆଣି ନିଜେ ଖାଇଥିଲେ ତଥା ସାଥୀମାନଙ୍କୁ ମଧ୍ୟ ଖାଇବାକୁ ଦେଇଥିଲେ। ଏହା ମୋଶାଙ୍କ ଆଦେଶର ବିରୁଦ୍ଧାଚରଣ ଥିଲା। ମୋଶାଙ୍କ ଆଦେଶ ଅନୁସାରେ ଏହି ରୋଟୀ କେବଳ ଯାଜକମାନଙ୍କ ବ୍ୟତୀତ ଅନ୍ୟ କାହାରି ଖାଇବା ଉଚିତ୍ ନୁହେଁ।
5
ତା’ପରେ ଯୀଶୁ ଫାରୂଶୀମାନଙ୍କୁ କହିଲେ, “ମନୁଷ୍ୟପୁତ୍ର ବିଶ୍ରାମବାରର ମଧ୍ୟ ମାଲିକ।”
6
ଯୀଶୁ ବିଶ୍ରାମବାରରେ ଜଣେ ରୋଗୀକୁ ସୁସ୍ଥ କଲେ ଆଉ ଗୋଟିଏ ବିଶ୍ରାମବାରରେ ଯୀଶୁ ଯିହୂଦୀ ସମାଜଗୃହକୁ ଗଲେ। ସେଠାରେ ସେ ଲୋକମାନଙ୍କୁ ଉପଦେଶ ଦେଲେ। ସେଠାରେ ଗୋଟିଏ ଲୋକ ଥିଲା, ଯାହାର ଡାହାଣ ହାତଟି ପଙ୍ଗୁ ହୋଇ ଯାଇଥିଲା।
7
ବିଶ୍ରାମବାରରେ ଯୀଶୁ କାହାରିକୁ ସୁସ୍ଥ କରି ଦେଉଛନ୍ତି କି ନାହିଁ ତାହା ଦେଖିବା ପାଇଁ ସେଠାରେ ଯିହୂଦୀ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ ଅପେକ୍ଷା କରି ରହିଥିଲେ। ସେମାନେ ଦେଖିବାକୁ ଗ୍ଭହୁଁଥିଲେ ଯେ, ଯୀଶୁ କିଛି ଭୁଲ୍ କାମ କଲେ ସେମାନେ ତାହାଙ୍କୁ ଦୋଷୀ ସାବ୍ୟସ୍ତ କରି ପାରିବେ।
8
କିନ୍ତୁ ସେମାନେ କ’ଣ ଭାବୁଛନ୍ତି, ତାହା ଯୀଶୁ ଜାଣି ପାରିଲେ। ତେଣୁ ଯେଉଁ ଲୋକଟିର ହାତ ପଙ୍ଗୁ ହୋଇ ଯାଇଥିଲା, ଯୀଶୁ ତାହାକୁ କହିଲେ, “ଉଠ ଓ ସମସ୍ତଙ୍କ ଆଗରେ ଠିଆ ହୋଇ ଯାଅ।” ସେ ଉଠିପଡ଼ି ସମସ୍ତଙ୍କ ଆଗରେ ଠିଆ ହୋଇଗଲା।
9
ତା’ପରେ ଯୀଶୁ ଲୋକମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ପଗ୍ଭରୁଛି ବିଶ୍ରାମବାରରେ କାହାରି ମଙ୍ଗଳ କରିବା ନା କାହାରି କ୍ଷତି କରିବା ଉଚିତ୍? କାହାରି ଜୀବନ ରକ୍ଷା କରିବା ଉଚିତ୍ ନା କାହାରି ଜୀବନ ନଷ୍ଟ କରିବା।”
10
ଯୀଶୁ ଗ୍ଭରିଆଡ଼କୁ ସମସ୍ତଙ୍କ ଉପରେ ଦୃଷ୍ଟି ପକେଇଲେ ଓ ପୁଣି ସେହି ଲୋକଟିକୁ କହିଲେ, “ତୁମ୍ଭ ହାତ ବଢ଼ାଅ।” ସେ ସେହିଭଳି କଲା ଓ ତା’ ହାତ ପୁଣି ସୁସ୍ଥ ହୋଇଗଲା।
11
ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ଖୁବ୍ ରାଗିଗଲେ। ସେମାନେ ନିଜ ନିଜ ଭିତରେ କଥାବାର୍ତ୍ତା କଲେ, “ଯୀଶୁଙ୍କ ପାଇଁ କ’ଣ କରାଯିବ?”
12
ଯୀଶୁ ତାହାଙ୍କ ବାରଜଣ ପ୍ରେରିତଙ୍କୁ ବାଛିଲେ ସେହି ସମୟରେ ଯୀଶୁ ପ୍ରାର୍ଥନା କରିବା ପାଇଁ ଗୋଟିଏ ପର୍ବତ ଉପରକୁ ଗଲେ। ସେ ସେଠାରେ ପରମେଶ୍ୱରଙ୍କୁ ପ୍ରାର୍ଥନା କରିବାରେ ସାରା ରାତିଟି ବିତେଇଲେ।
13
ତା’ ପରଦିନ ସକାଳେ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ ଡାକିଲେ। ସେ ସେମାନଙ୍କ ମଧ୍ୟରୁ ବାରଜଣଙ୍କୁ ବାଛିଲେ। ସେ ଏହି ଶିଷ୍ୟମାନଙ୍କୁ ‘ପ୍ରେରିତ’ ନାମ ଦେଲେ।
14
ସେମାନେ ହେଲେ: ଶିମୋନ ଯାହାଙ୍କୁ ସେ ପିତର ବୋଲି ମଧ୍ୟ ନାମ ଦେଲେ। ଶିମୋନଙ୍କ ଭାଇ ଆନ୍ଦ୍ରିୟ, ଯାକୁବ ଓ ଯୋହନ, ଫିଲିପ୍ପ ଓ ବାର୍ଥଲମି,
15
ମାଥିଉ, ଥୋମା, ଆଲଫିଙ୍କ ପୁତ୍ର ଯାକୁବ, ଶିମୋନ ଯାହାଙ୍କୁ ଉଦ୍ଯୋଗୀ ବୋଲି କୁହନ୍ତି।
16
ଯାକୁବଙ୍କ ପୁତ୍ର ଯିହୂଦା ଓ ଇଷ୍କାରିୟୋତ ଯିହୂଦା ପରେ ଏହି ଯିହୂଦା ବିଶ୍ୱାସ ଘାତକତା କରି ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା।
17
ଯୀଶୁ ଲୋକଙ୍କୁ ଉପଦେଶ ଦେଲେ ଓ ରୋଗ ମୁକ୍ତକଲେ ତା’ପରେ ଯୀଶୁ ସେମାନଙ୍କ ସହିତ ତଳକୁ ଆସି ଗୋଟିଏ ସମତଳ ଭୂମି ଉପରେ ଠିଆ ହେଲେ। ସେଠାରେ ବହୁତ ସଂଖ୍ୟାରେ ତାହାଙ୍କ ଶିଷ୍ୟମାନେ ଉପସ୍ଥିତ ଥିଲେ। ତା ଛଡ଼ା ସମଗ୍ର ଯିହୂଦା, ଯିରୁଶାଲମ, ସମୁଦ୍ର ଉପକୂଳବର୍ତ୍ତୀ ସହର ସୋର ଓ ସୀଦୋନରୁ ଆସି ବହୁ ସଂଖ୍ୟାରେ ଲୋକ ସେଠାରେ ଜମା ହୋଇଥିଲେ।
18
ସେମାନେ ଯୀଶୁଙ୍କ ଉପଦେଶ ଶୁଣିବାକୁ ଓ ସୁସ୍ଥ ହେବାକୁ ସେଠାକୁ ଆସିଥିଲେ। ଯେଉଁମାନେ ଦୁଷ୍ଟାତ୍ମା ଯୋଗୁଁ କଷ୍ଟ ପାଉଥିଲେ, ସେମାନେ ସେଠାକୁ ଆସି ସୁସ୍ଥ ହୋଇଗଲେ।
19
ସମସ୍ତ ଲୋକେ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ। କାରଣ ତାହାଙ୍କ ଦେହରୁ ଶକ୍ତି ବାହାରୁ ଥିଲା। ସେ ସେହି ଲୋକମାନଙ୍କୁ ସୁସ୍ଥ କରିଦେଲେ।
20
ଶିଷ୍ୟମାନଙ୍କ ଆଡ଼କୁ ଗ୍ଭହିଁ ଯୀଶୁ କହିଲେ, “ହେ ଦୀନହୀନ ଲୋକମାନେ! ତୁମ୍ଭେମାନେ ଧନ୍ୟ କାରଣ ତୁମ୍ଭେମାନେ ସ୍ୱର୍ଗରାଜ୍ୟର ଅଧିକାରୀ।
21
ତୁମ୍ଭେମାନେ, ଯେଉଁମାନେ ଏବେ ଭୋକିଲା, ଧନ୍ୟ, କାରଣ ତୁମ୍ଭେମାନେ ପରିତୃପ୍ତ ହେବ। ରୋଦନ କରୁଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଏବେ ଧନ୍ୟ, କାରଣ ତୁମ୍ଭେମାନେ ଆନନ୍ଦରେ ଜୀବନଯାପନ କରିବ।
22
“ମନୁଷ୍ୟପୁତ୍ରଙ୍କ ଯୋଗୁଁ ଲୋକମାନେ ତୁମ୍ଭମାନଙ୍କୁ ଘୃଣା କରିବେ। ସେମାନେ ତୁମ୍ଭମାନଙ୍କୁ ଘୃଣା କରିବେ। ତୁମ୍ଭମାନଙ୍କୁ ଅପମାନ ଦେବେ, ତୁମ୍ଭମାନଙ୍କ ବିଷୟରେ ମନ୍ଦ କଥା କହି ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରିଦେବେ, ଯେତେବେଳେ ଏହା ଘଟିବ, ତୁମ୍ଭେ ଧନ୍ୟ ହେବ।
23
ସେତେବେଳେ ଆନନ୍ଦରେ ନାଚି ଉଠିବ। କାରଣ ତୁମ୍ଭମାନଙ୍କ ପାଇଁ ସ୍ୱର୍ଗରେ ମହା ପୁରସ୍କାର ରହିଛି। ସେମାନଙ୍କର ପୂର୍ବପୁରୁଷମାନେ ଭବିଷ୍ୟଦ୍ବକ୍ତାମାନଙ୍କୁ ଠିକ୍ ସେହିଭଳି ବ୍ୟବହାର ଦେଖାଇ ଥିଲେ ଯେଉଁଭଳି ଏବେ ସେମାନେ ତୁମ୍ଭକୁ ବ୍ୟବହାର ଦେଖାଉଛନ୍ତି।
24
“କିନ୍ତୁ ହେ ଧନୀ ଲୋକମାନେ! ତୁମ୍ଭକୁ ଧିକ୍ କାରଣ ତୁମ୍ଭେମାନେ ଆରାମଦାୟକ ଜୀବନ କଟାଇ ଆସିଛ।
25
ଧିକ୍ ତୁମ୍ଭେମାନେ, ଯେଉଁମାନେ ବର୍ତ୍ତମାନ ପରିତୃପ୍ତ ଅଛ। କାରଣ ତୁମ୍ଭେମାନେ ଭୋକିଲା ହେବ। ଧିକ ତୁମ୍ଭେମାନେ, ଯେଉଁମାନେ ବର୍ତ୍ତମାନ ହସୁଛ, କାରଣ ତୁମ୍ଭେମାନେ ଦୁଃଖିତ ହେବ ଓ କାନ୍ଦିବ।
26
“ଧିକ୍ ତୁମ୍ଭମାନଙ୍କୁ ଯେଉଁମାନଙ୍କୁ ବର୍ତ୍ତମାନେ ଲୋକେ ‘ଭଲ’ ବୋଲି କହୁଛନ୍ତି। କାରଣ ସେମାନଙ୍କର ପୂର୍ବପୁରୁଷମାନେ ଭଣ୍ଡ ଭବିଷ୍ୟଦ୍ବକ୍ତାମାନଙ୍କୁ ମଧ୍ୟ ଭଲ ବୋଲି କହୁଥିଲେ।
27
ତୁମ୍ଭର ଶତ୍ରୁକୁ ପ୍ରେମ କର “ତୁମ୍ଭେମାନେ ଯେଉଁମାନେ ମୋ’ କଥା ଶୁଣୁଛ, ମୁଁ ସେହିମାନଙ୍କୁ କହୁଛି, ନିଜ ଶତ୍ରୁକୁ ପ୍ରେମ କର। ତୁମ୍ଭମାନଙ୍କୁ ଯେଉଁମାନେ ଘୃଣା କରୁଛନ୍ତି, ସେମାନଙ୍କର ମଙ୍ଗଳ କର।
28
ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦେଉଛନ୍ତି, ପରମେଶ୍ୱରଙ୍କୁ ପ୍ରାର୍ଥନା କର ଯେ ସେ ସେମାନଙ୍କୁ ଆଶୀର୍ବାଦ କରନ୍ତୁ। ଯେଉଁମାନେ ତୁମ୍ଭମାନଙ୍କୁ ଆପମାନ ଦେଉଛନ୍ତି, ତୁମ୍ଭେମାନେ ସେମାନଙ୍କ ପାଇଁ ପ୍ରାର୍ଥନା କର।
29
ଯେଉଁ ଲୋକ ତୁମ୍ଭର ଗୋଟିଏ ଗାଲରେ ଗ୍ଭପୁଡ଼ାଟିଏ ମାରିବ, ତାହାକୁ ଅନ୍ୟ ଗାଲଟି ବି ଦେଖାଇ ଦିଅ। ଯେଉଁ ଲୋକ ତୁମ୍ଭର ଜାମାଟି ନେଇଯାଉଛି ତାହାକୁ ତୁମ୍ଭର ଧୋତିବି ନେଇଯିବାକୁ ଦିଅ।
30
ଯଦି କେହି ତୁମ୍ଭକୁ କିଛି ମାଗୁଛି, ତାହା ତାକୁ ଦେଇଦିଅ। ଯଦି କୌଣସି ଲୋକ ତୁମ୍ଭର କିଛି ନେଇ ଯାଏ, ତେବେ ତାହା ତାକୁ ଫେରେଇ ଦେବାକୁ କୁହ ନାହିଁ।
31
ଅନ୍ୟ ଲୋକମାନେ ତୁମ୍ଭମାନଙ୍କୁ ଯେଭଳି ବ୍ୟବହାର ଦେଖାନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ମଧ୍ୟ ଅନ୍ୟମାନଙ୍କୁ ମଧ୍ୟ ସେହିଭଳି ବ୍ୟବହାର ଦେଖାଅ।
32
“ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ତୁମ୍ଭେମାନେ ଯଦି କେବଳ ସେହି ଲୋକମାନଙ୍କୁ ପ୍ରେମ କରୁଛ, ତେବେ ତୁମ୍ଭେମାନେ କେଉଁ ପ୍ରଶଂସା ପାଇବାକୁ ଯୋଗ୍ୟ? କାରଣ ପାପୀମାନେ ମଧ୍ୟ ସେହିମାନଙ୍କୁ ପ୍ରେମ କରନ୍ତି, ଯେଉଁମାନେ ସେମାନଙ୍କୁ ପ୍ରେମ କରନ୍ତି।
33
ଯେଉଁମାନେ ତୁମ୍ଭମାନଙ୍କର ଉପକାର କରନ୍ତି, ତୁମ୍ଭେମାନେ ଯଦି କେବଳ ସେହିମାନଙ୍କର ଉପକାର କରିବ, ତେବେ ତୁମ୍ଭମାନଙ୍କର ମହତ ପଣିଆ କେଉଁଠି ରହିଲା? କାରଣ ପାପୀମାନେ ମଧ୍ୟ ଏହିପରି କରନ୍ତି।
34
ଯେଉଁମାନଙ୍କଠାରୁ ଫେରି ପାଇବାର ଆଶା ଥିବ, ତୁମ୍ଭେମାନେ ଯଦି କେବଳ ସେହିମାନଙ୍କୁ ଟଙ୍କା ଧାର ଦିଅ, ତେବେ ତୁମ୍ଭେମାନେ କେଉଁ ପ୍ରଶଂସା ପାଇବାକୁ ଯୋଗ୍ୟ? କାରଣ ପାପୀମାନେ ମଧ୍ୟ ଟଙ୍କା ଫେରି ପାଇବା ଆଶାରେ ଅନ୍ୟ ପାପୀମାନଙ୍କୁ ଟଙ୍କା ଧାର ଦିଅନ୍ତି।
35
“ତେଣୁ ନିଜ ଶତ୍ରୁକୁ ଭଲ ପାଅ। ଲୋକଙ୍କର ଉପକାର କର ଓ ଫେରି ପାଇବାର କୌଣସି ଆଶା ନ ରଖି ଟଙ୍କା ଧାର ଦିଅ। ଏହା କଲେ ତୁମ୍ଭମାନଙ୍କୁ ପ୍ରଚୁର ପୁରସ୍କାର ମିଳିବ। ତୁମ୍ଭେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ସନ୍ତାନ ହେବ। କାରଣ ସେ କପଟୀ ଏବଂ ଦୁଷ୍ଟ ଲୋକମାନଙ୍କ ପ୍ରତି ମଧ୍ୟ ଦୟାଶୀଳ ଅଟନ୍ତି।
36
ତୁମ୍ଭମାନଙ୍କର ପରମପିତା ଯେଉଁଭଳି ତୁମ୍ଭମାନଙ୍କୁ ପ୍ରେମ ଦେଖାନ୍ତି ଓ ଦୟା କରନ୍ତି, ତୁମ୍ଭେମାନେ ମଧ୍ୟ, ସେହିଭଳି ଅନ୍ୟମାନଙ୍କୁ ଦୟା ଦେଖାଅ ଓ ପ୍ରେମ କର।
37
ନିଜକୁ ଦେଖ “ତୁମ୍ଭେମାନେ କାହାରି ବିଗ୍ଭର କର ନାହିଁ। ତାହାହେଲେ ତୁମ୍ଭମାନଙ୍କର ମଧ୍ୟ ବିଗ୍ଭର କରାଯିବ ନାହିଁ। କୌଣସି ବ୍ୟକ୍ତିକୁ ଦୋଷୀ କର ନାହିଁ, ତେବେ ତୁମ୍ଭେ ମଧ୍ୟ ଦୋଷୀ ବିବେଚିତ ହେବ ନାହିଁ। ଅନ୍ୟକୁ କ୍ଷମା କରିଦିଅ, ତେବେ ତୁମ୍ଭେମାନଙ୍କୁ ମଧ୍ୟ କ୍ଷମା କରି ଦିଆଯିବ।
38
ଅନ୍ୟକୁ ଦିଅ, ତେବେ ତୁମ୍ଭେମାନେ ପାଇବ। ତୁମ୍ଭମାନଙ୍କୁ ବହୁତ ଦିଆଯିବ। ତୁମ୍ଭେମାନେ ଯେତିକି ଧରି ପାରିବ, ତା’ଠାରୁ ଅଧିକ ତୁମ୍ଭମାନଙ୍କ ହାତରେ ଢାଳି ଦିଆଯିବ। ତୁମ୍ଭମାନଙ୍କୁ ଏତେ ଅଧିକ ଦିଆଯିବ ଯେ ସେଥିରୁ ବହୁତ ତୁମ୍ଭମାନଙ୍କ ଅଣ୍ଟିରୁ ଉଛୁଳି ପଡ଼ିବ। ତୁମ୍ଭେମାନେ ଯେଉଁଭଳି ଭାବରେ ଅନ୍ୟକୁ ଦେବ, ପରମେଶ୍ୱର ବି ତୁମ୍ଭମାନଙ୍କୁ ସେହିଭଳି ଭାବରେ ଦେବେ।”
39
ଯୀଶୁ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ କଥା କହିଲେ, “ଜଣେ ଅନ୍ଧ ଆଉ ଜଣେ ଅନ୍ଧକୁ ବାଟ ଦେଖାଇ ପାରିବ କି? ନା! ତାହାକଲେ ଉଭୟ ଗୋଟିଏ ଖାଲରେ ଖସି ପଡ଼ିବେ।
40
ଜଣେ ଛାତ୍ର ତା’ ଶିକ୍ଷକଠାରୁ ବଡ଼ ହେଇ ପାରିବ ନାହିଁ। କିନ୍ତୁ ଛାତ୍ର ଜଣକ ପ୍ରତ୍ୟେକ ବିଷୟ ସମ୍ପୂର୍ଣ୍ଣ ଶିଖି ସାରିବା ପରେ ନିଜ ଶିକ୍ଷକଙ୍କ ସମାନ ହୋଇଯାଏ।
41
“ତୁମ୍ଭେମାନେ ନିଜ ଭାଇ ଆଖିରେ ପଡ଼ିଥିବା ଗୋଟିଏ ଛୋଟ ଗୁଣ୍ଡଟି ଆଡ଼କୁ କାହିଁକି ଗ୍ଭହୁଁଛ? ତୁମ୍ଭମାନଙ୍କୁ କ’ଣ ନିଜ ଆଖିରେ ପଡ଼ିଥିବା ବଡ଼ କାଠ ଖଣ୍ଡିକ ଦେଖାଯାଉ ନାହିଁ?
42
ତୁମ୍ଭେ ଯେତେବେଳେ ନିଜ ଆଖିରେ ପଡ଼ିଥିବା ବଡ଼ କାଠ ଖଣ୍ଡିକ ଦେଖି ପାରୁ ନାହିଁ, ସେତେବେଳେ ନିଜ ଭାଇକୁ କିପରି କହି ପାରିବ: ‘ଭାଇ, ଆସ ତୁମ୍ଭ ଆଖିରେ ପଡ଼ିଥିବା ଛୋଟ ଗୁଣ୍ଡଟି ବାହାର କରିଦେବି’। ଆରେ କପଟୀ! ଆଗ ନିଜ ଆଖିରେ ପଡ଼ିଥିବା କାଠ ଗୁଣ୍ଡଟି ବାହାର କରିଦିଅ, ତାହାହେଲେ ତୁମ୍ଭେ ସ୍ପଷ୍ଟ ଦେଖି ପାରିବ ଓ ଭାଇର ଆଖିରେ ପଡ଼ିଥିବା ଛୋଟ ଗୁଣ୍ଡଟି ବାହାର କରି ପାରିବ।
43
ଦୁଇ ପ୍ରକାରର ଫଳ “ଗୋଟିଏ ଭଲ ଗଛରେ ଖରାପ ଫଳ ଫଳେ ନାହିଁ। ଠିକ୍ ସେହିଭଳି ଗୋଟିଏ ଖରାପ ଗଛରେ ଭଲ ଫଳ ଫଳେ ନାହିଁ।
44
ପ୍ରତ୍ୟେକ ଗଛ ତା’ର ଫଳ ଦ୍ୱାରା ଚିହ୍ନି ହୁଏ। ଲୋକମାନେ ଅନାବନା କଣ୍ଟା ଗଛରୁ ଡିମ୍ବିରିଫଳ ସଂଗ୍ରହ କରନ୍ତି ନାହିଁ କି କଣ୍ଟା ବୁଦାରୁ ଦ୍ରାକ୍ଷାକୋଳି ପାଆନ୍ତି ନାହିଁ।
45
ଜଣେ ଭଲ ଲୋକର ମନ ଭିତରେ ଭଲ ବିଷୟ ସଞ୍ଚିତ ହୋଇ ରହିଥାଏ। ତେଣୁ ତା ମନ ଭିତରୁ ଭଲ ବିଷୟ ବାହାରିଥାଏ। କିନ୍ତୁ ଗୋଟିଏ ଖରାପ ଲୋକର ମନ ଭିତରେ ଖରାପ ବିଷୟ ସଞ୍ଚିତ ହୋଇ ରିହଥାଏ। ତେଣୁ ତା’ ମନ ଭିତରୁ ଖରାପ ବିଷୟ ବାହାରିଥାଏ। ଜଣେ ଲୋକର ମନ ଭିତରେ ଯାହା ଥାଏ, ସେ ତାହା କହିଥାଏ।
46
ଦୁଇ ପ୍ରକାରର ମଣିଷ “ତୁମ୍ଭେମାନେ ମୋତେ କାହିଁକି ‘ପ୍ରଭୁ’, ପ୍ରଭୁ ବୋଲି ଡାକୁଛ? କିନ୍ତୁ ମୁଁ ଯାହା କହୁଛି, ତୁମ୍ଭେମାନେ ତ ତାହା କରୁ ନାହଁ?
47
ଯେଉଁ ଲୋକ ମୋ’ ପାଖକୁ ଆସେ, ମୋ’ ଉପଦେଶ ଶୁଣେ ଓ ତାହାକୁ ମାନେ,
48
ସେ ଲୋକ ଘର ତିଆରି କରୁଥିବା ଗୋଟିଏ ଲୋକ ଭଳି। ସେ ଗଭୀର କରି ଗାତ ଖୋଳେ ଓ ଦୃଢ଼ ପଥର ଉପରେ ମୂଳଦୁଆ ପକାଏ! ଯେତେବେଳେ ବଢ଼ି ଆସେ, ପାଣି ସେ ଘରକୁ ଭସେଇ ନେବାକୁ ଧକ୍କା ମାରେ, କିନ୍ତୁ ଆଦୌ ହଲେଇ ପାରେ ନାହିଁ। କାରଣ ଘରଟି ମଜ୍ଭୂତ ଭାବରେ ତିଆରି ହୋଇଥାଏ।
49
“କିନ୍ତୁ ଯେଉଁ ଲୋକ ମୋର ଉପଦେଶ ଶୁଣେ, କିନ୍ତୁ ତାହା ମାନେ ନାହିଁ, ସେ ଲୋକ ମୂଳଦୁଆ ନ ପକାଇ କେବଳ ବାଲି ଉପରେ ଘର ତୋଳୁଥିବା ଲୋକଟିଏ ପରି। ଯେତେବେଳେ ବଢ଼ି ଆସେ, ଘରଟି ଅତି ସହଜରେ ପଡ଼ିଯାଏ ଏବଂ ସମ୍ପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଏ।”
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 7 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24