bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Luke 7
Luke 7
Odia Bible ERV 2004 (ପବିତ୍ର ବାଇବଲ)
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 8 →
1
ଯୀଶୁ ଗୋଟିଏ ଗ୍ଭକରକୁ ସୁସ୍ଥ କଲେ ଯୀଶୁ ଲୋକମାନଙ୍କୁ ଯାହାସବୁ ଶୁଣେଇବାକୁ ଗ୍ଭହୁଁଥିଲେ, ସେ ସମସ୍ତ କହି ସାରିବା ପରେ ସେ କଫର୍ନାହୂମ ଗ୍ଭଲିଗଲେ।
2
ସେ ସମୟରେ କଫର୍ନାହୂମରେ ଜଣେ ଶତସେନାପତି ଥିଲେ। ତାହାଙ୍କର ଗୋଟିଏ ଗ୍ଭକର ଏତେ ବେମାର ଥିଲା ଯେ ସେ ପ୍ରାୟ ମରିଯିବା ଅବସ୍ଥାରେ ଥିଲା। ଶତସେନାପତି ଗ୍ଭକରଟିକୁ ଖୁବ୍ ଭଲ ପାଉଥିଲେ।
3
ଶତସେନାପତି ଜଣକ ଯୀଶୁଙ୍କ ବିଷୟରେ ଶୁଣି ତାହାଙ୍କ ପାଖକୁ କେତେକ ପ୍ରାଚୀନ ଯିହୂଦୀନେତାଙ୍କୁ ପଠାଇଲେ। ସେ ଗ୍ଭହୁଁଥିଲେ ଯେ ଲୋକେ ଯାଇ ଯୀଶୁଙ୍କୁ ଆସିବାକୁ ଅନୁରୋଧ କରନ୍ତୁ ଓ ଯୀଶୁ ଆସି ଗ୍ଭକରଟିର ଜୀବନ ରକ୍ଷା କରିଦିଅନ୍ତୁ।
4
ସେହି ପ୍ରାଚୀନ ନେତାମାନେ ଯୀଶୁଙ୍କ ପାଖକୁ ଗଲେ। ସେମାନେ ଯୀଶୁଙ୍କୁ ଅନୁନୟ ପୂର୍ବକ ଅନୁରୋଧ କରି କହିଲେ, “ଶତସେନାପତି ଜଣକ ଆପଣଙ୍କ ସାହାଯ୍ୟ ପାଇବାକୁ ଯୋଗ୍ୟ।
5
ସେ ଆମ୍ଭ ଲୋକଙ୍କୁ ଭଲ ପାଆନ୍ତି ଏବଂ ଆମ୍ଭ ପାଇଁ ସମାଜଗୃହ ତିଆରି କରିଛନ୍ତି।”
6
ତେଣୁ ଯୀଶୁ ସେମାନଙ୍କ ସହିତ ଯିବା ପାଇଁ ବାହାରି ପଡ଼ିଲେ। ଯୀଶୁ ଶତସେନାପତି ଘର ପାଖାପାଖି ଆସି ପହଞ୍ଚି ଯାଇଥିବା ସମୟରେ ଶତସେନାପତି ଜଣକ ନିଜ ବନ୍ଧୁମାନଙ୍କୁ ଯୀଶୁଙ୍କ ପାଖକୁ ଏହି କଥା କହିବା ପାଇଁ ପଠାଇଲେ, “ପ୍ରଭୁ, ନିଜକୁ ଆଉ କଷ୍ଟ ଦିଅନ୍ତୁ ନାହିଁ। କାରଣ ମୁଁ ଏତେ ଭଲ ନୁହେଁ ଯେ ଆପଣ ମୋ’ ଘରକୁ ଆସିବେ।
7
କେବଳ ସେଇଥିପାଇଁ ମୁଁ ନିଜେ ଆପଣଙ୍କ ପାଖକୁ ଯିବାକୁ ନିଜକୁ ଯୋଗ୍ୟ ମନେ କରି ନ ଥିଲି। ଆପଣ କେବଳ ଆଦେଶ ଦିଅନ୍ତୁ ଓ ମୋର ଗ୍ଭକରଟି ଭଲ ହୋଇଯିବ।
8
ମୁଁ ଆପଣଙ୍କର ଅଧିକାର ବିଷୟରେ ବୁଝି ପାରୁଛି। ମୁଁ ନିଜେ ଜଣେ ଅଧିକାରୀଙ୍କ ଅଧୀନରେ କାମ କରୁଛି ଏବଂ ମୋ’ ଅଧୀନରେ ମଧ୍ୟ କେତେକ ସୈନ୍ୟ ରହିଛନ୍ତି। ମୁଁ ଯଦି ଜଣେ ସୈନ୍ୟକୁ କହେ, ‘ଯାଅ’ ତେବେ ସେ ଗ୍ଭଲିଯାଏ। ମୁଁ ଯଦି ଆଉ ଜଣକୁ କହେ ଆସ ତେବେ ସେ ଗ୍ଭଲିଆସେ। ମୁଁ ଯଦି ମୋ’ ଗ୍ଭକରକୁ କୁହେ, ‘ଏହା କର’, ତେବେ ସେ ତାହା କରେ।”
9
ଯୀଶୁ ଏହା ଶୁଣିସାରି ବଡ଼ ଆଶ୍ଚର୍ଯ୍ୟ ହୋଇଗଲେ। ସେ ତାହାଙ୍କୁ ଅନୁସରଣ କରୁଥିବା ଲୋକମାନଙ୍କ ଆଡ଼କୁ ବୁଲି ପଡ଼ି କହିଲେ”ମୁଁ ତୁମ୍ଭମାନଙ୍କୁ କହି ରଖୁଛି ଯେ ଏଭଳି ବିଶ୍ୱାସ ମୋତେ ଇସ୍ରାଏଲରେ ମଧ୍ୟ ମିଳି ନାହିଁ।”
10
ଯୀଶୁଙ୍କ ପାଖକୁ ଯେଉଁ ଲୋକମାନଙ୍କୁ ପଠାଯାଇଥିଲା, ସେମାନେ ଘରକୁ ଫେରିଯିବା ପରେ ଦେଖିଲେ ଯେ ଗ୍ଭକରଟି ସୁସ୍ଥ ହୋଇ ଯାଇଛି।
11
ଯୀଶୁ ମୃତ ଲୋକକୁ ଜୀବନ ଦାନ କଲେ ତା’ ପରଦିନ ଯୀଶୁ ନାଇନ ନଗରକୁ ଗଲେ। ତାହାଙ୍କୁ ସହିତ ତାଙ୍କ ଶିଷ୍ୟମାନେ ଓ ବହୁ ସଂଖ୍ୟାରେ ଅନ୍ୟ ଲୋକମାନେ ଯାଉଥିଲେ।
12
ଯୀଶୁ ଯେତେବେଳେ ନଗରଦ୍ୱାର ନିକଟରେ ପହଞ୍ଚିଲେ ସେତେବେଳେ ଗୋଟିଏ ଶବ ନିଆ ଯାଉଥିବାର ସେ ଦେଖିଲେ। ସେ ତା’ ବିଧବା ମାର ଏକମାତ୍ର ସନ୍ତାନ ଥିଲା। ପୁଅକୁ ନିଆ ଯାଉଥିବା ସମୟରେ ସେଠାରେ ତା’ ମା ସହିତ ମଧ୍ୟ ନଗରର ବହୁ ସଂଖ୍ୟକ ଲୋକ ଥିଲେ।
13
ସେହି ବିଧବାକୁ ଦେଖି ଯୀଶୁଙ୍କ ମନରେ କରୁଣା ଜାତ ହେଲା। ସେ ତାକୁ କହିଲେ, “କାନ୍ଦ ନାହିଁ।”
14
ଯୀଶୁ କୋକେଇ ପାଖକୁ ଯାଇ ତାହା ଛୁଇଁଲେ। କୋକେଇ କାନ୍ଧେଇ ନେଉଥିବା ଲୋକେ ଅଟକିଗଲେ। ଯୀଶୁ ମୃତ ପୁତ୍ରକୁ କହିଲେ, “ଯୁବକ, ମୁଁ ତୁମ୍ଭକୁ କହୁଛି ଠିଆ ହୁଅ।”
15
ମୃତ ପୁତ୍ର ଉଠି ବସିଲା। ସେ କଥା କହିବାକୁ ଲାଗିଲା। ଯୀଶୁ ତାକୁ ତା’ ମା ହାତରେ ଦେଇଦେଲେ।
16
ସବୁଲୋକେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ପରମେଶ୍ୱରଙ୍କ ମହିମା ଗାନ କଲେ। ସେମାନେ କହିଲେ, “ଜଣେ ମହାନ୍ ଭବିଷ୍ୟଦ୍ବକ୍ତା ଆମ୍ଭମାନଙ୍କ ପାଖକୁ ଆସିଛନ୍ତିା” ଆହୁରି ମଧ୍ୟ ସେମାନେ କହିଲେ, “ପରମେଶ୍ୱର ନିଜ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ଆସି ଯାଇଛନ୍ତି।”
17
ଯୀଶୁଙ୍କ ବିଷୟରେ ଏହି ଖବର ଯିହୂଦା ଓ ଆଖପାଖ ସମସ୍ତ ଅଞ୍ଚଳରେ ପ୍ରଗ୍ଭରିତ ହୋଇଗଲା।
18
ଯୋହନ ଗୋଟିଏ ପ୍ରଶ୍ନ ପଗ୍ଭରିଲେ ଯୋହନଙ୍କ ଶିଷ୍ୟମାନେ ଯୋହନଙ୍କୁ ଏ ସମସ୍ତ ଖବର ଜଣାଇଲେ। ଯୋହନ ତାହାଙ୍କର ଦୁଇଜଣ ଶିଷ୍ୟଙ୍କୁ ଡକାଇଲେ।
19
ଯୋହନ ସେମାନଙ୍କୁ ପ୍ରଭୁ ଯୀଶୁଙ୍କ ପାଖକୁ ଏହି କଥା ପଗ୍ଭରି ପଠାଇଲେ: “ଯାହାଙ୍କର ଆସିବାର ଥିଲା, ଆପଣ କ’ଣ ସେହି ଲୋକ ନା ଆମ୍ଭେ ଆଉ କାହାରି ଅପେକ୍ଷାରେ ରହିବୁ?”
20
ସେ ଲୋକମାନେ ଯୀଶୁଙ୍କ ପାଖରେ ପହଞ୍ଚିଲେ। ସେମାନେ ଯୀଶୁଙ୍କୁ ପଗ୍ଭରିଲେ, “ବାପ୍ତିଜକ ଯୋହନ ଆମ୍ଭକୁ ତୁମ୍ଭ ପାଖକୁ ଏହି ପ୍ରଶ୍ନ ପଗ୍ଭରିବାକୁ ପଠାଇଲେ: ‘ଯାହାଙ୍କର ଆସିବାର ଥିଲା, ଆପଣ କ’ଣ ସେହି ଲୋକ ନା ଆମ୍ଭେ ଆଉ ଅନ୍ୟ କାହାରି ଅପେକ୍ଷାରେ ରହିବୁ?’”
21
ସେହି ସମୟରେ ଯୀଶୁ ଅନେକ ଲୋକଙ୍କୁ ସେମାନଙ୍କ ରୋଗରୁ ସୁସ୍ଥ, ବେଦନା ଦୂର ଓ ଦୁଷ୍ଟାତ୍ମା କବଳରୁ ମୁକ୍ତ କରି ଦେଉଥିଲେ। ସେ ଅନେକ ଅନ୍ଧକୁ ଦୃଷ୍ଟିଶକ୍ତି ଦେଉଥିଲେ।
22
ତା’ପରେ ଯୀଶୁ ଯୋହନଙ୍କ ସେହି ଶିଷ୍ୟମାନଙ୍କୁ କହିଲେ, “ଯାଅ ଓ ଏଠାରେ ତୁମ୍ଭେ ଯାହାସବୁ ଦେଖିଲ ଓ ଶୁଣିଲ, ତାହା ଯୋହନଙ୍କୁ ଯାଇ ଜଣାଅ। ଅନ୍ଧମାନେ ଦେଖି ପାରୁଛନ୍ତି, ଛୋଟାମାନେ ଗ୍ଭଲି ପାରୁଛନ୍ତି, କୁଷ୍ଠରୋଗୀ ସୁସ୍ଥ ହୋଇ ଯାଉଛନ୍ତି, ବଧିରଲୋକ ଶୁଣିପାରୁଛନ୍ତି, ମରିଯାଉଥିବା ଲୋକକୁ ପୁଣି ଜୀବନ ଦିଆଯାଉଛି ଏବଂ ଗରିବ ଲୋକମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟର ସୁସମାଗ୍ଭର ଶୁଣେଇ ଦିଆଯାଉଛି।
23
ଯେଉଁ ଲୋକ ମୋତେ ଗ୍ରହଣ କରିବ, ସେ ଧନ୍ୟ।”
24
ଯୋହନଙ୍କ ଶିଷ୍ୟମାନେ ଗ୍ଭଲିଯିବା ପରେ ଯୀଶୁ ଲୋକମାନଙ୍କୁ ଯୋହନଙ୍କ ବିଷୟରେ କହିବାକୁ ଆରମ୍ଭ କଲେ: “ତୁମ୍ଭେମାନେ ମରୁଭୂମିରେ କ’ଣ ଦେଖିବାକୁ ଯାଇଥିଲ? କ’ଣ ପବନରେ ଦୋହଲୁଥିବା ନଳଗଛ?
25
ତା’ନ ହେଲେ, ତୁମ୍ଭେ କ’ଣ ଦେଖିବାକୁ ସେଠାକୁ ଯାଇଥିଲ? କ’ଣ ଉତ୍ତମ ବସ୍ତ୍ର ପିନ୍ଧିଥିବା ଜଣେ ଲୋକକୁ? ନା, ଯେଉଁମାନେ ଉତ୍ତମ ବସ୍ତ୍ର ପିନ୍ଧନ୍ତି ଏବଂ ଆମୋଦ ପ୍ରମୋଦରେ ଜୀବନ କଟାନ୍ତି, ସେମାନେ ତ ରାଜାଙ୍କ ପ୍ରାସାଦ ମାନଙ୍କରେ ଥା’ନ୍ତି।
26
ତେବେ ତୁମ୍ଭେମାନେ କ’ଣ ଦେଖିବା ପାଇଁ ବାହାରି ଯାଇଥିଲ? କ’ଣ ଜଣେ ଭବିଷ୍ୟଦ୍ବକ୍ତାଙ୍କୁ? ହଁ, ମୁଁ ତୁମ୍ଭକୁ କହୁଛି। ଯୋହନ ଜଣେ ଭବିଷ୍ୟଦ୍ବକ୍ତାଙ୍କଠାରୁ ମଧ୍ୟ ମହାନ୍ ଅଟନ୍ତି।
27
ଯୋହନଙ୍କ ବିଷୟରେ ଏହା ଲେଖାଅଛି: ‘ଦେଖ, ମୁଁ ତୁମ୍ଭ ଆଗରୁ ମୋର ଦୁତଙ୍କୁ ପଠାଉଛି। ସେ ତୁମ୍ଭ ପାଇଁ ପୂର୍ବରୁ ରାସ୍ତା ତିଆରି କରିଦେବେ।’
28
ମୁଁ ତୁମ୍ଭକୁ କହୁଛି, ନାରୀ ଗର୍ଭ ମଧ୍ୟରୁ ଜାତ ସମସ୍ତଙ୍କ ମଧ୍ୟରେ ଯୋହନଙ୍କଠାରୁ ଅଧିକ ମହାନ୍ କେହି ନାହିଁ। ତଥାପି ପରମେଶ୍ୱରଙ୍କ ରାଜ୍ୟର ଯେଉଁ ଲୋକ ସବୁଠାରୁ ଛୋଟ, ସେ ମଧ୍ୟ ଯୋହନଙ୍କଠାରୁ ମହାନ୍।”
29
ଯୀଶୁଙ୍କ ଉପଦେଶ ଶୁଣୁଥିବା ସବୁଲୋକ ସ୍ୱୀକାର କଲେ ଯେ, ପରମେଶ୍ୱରଙ୍କ ଉପଦେଶ ସବୁଠାରୁ ଉତ୍ତମ। ଏପରିକି କରଆଦାୟକାରୀମାନେ ମଧ୍ୟ ଏଥିରେ ଏକମତ ହୋଇଗଲେ। ସେମାନେ ସମସ୍ତେ ପୂର୍ବରୁ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହୋଇଥିଲେ,
30
କିନ୍ତୁ ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ସେମାନଙ୍କ ପାଇଁ ପରମେଶ୍ୱରଙ୍କ ଦତ୍ତ ଯୋଜନାକୁ ଅସ୍ୱୀକାର କଲେ ଓ ଯୋହନଙ୍କ ଦ୍ୱାରା ବାପ୍ତିସ୍ମ ଗ୍ରହଣ କଲେ ନାହିଁ।
31
“ତେବେ ମୁଁ ପୁଣି ଏହି ଯୁଗର ଲୋକମାନଙ୍କ ବିଷୟରେ କ’ଣ କହିବି? ମୁଁ କାହା ସହିତ ସେମାନଙ୍କୁ ତୁଳନା କରିବି? ସେମାନେ କାହା ଭଳି ହେବେ?
32
ସେମାନେ ବଜାରରେ, ବସିଥିବା ସେହି ପିଲାମାନଙ୍କ ଭଳି, ଯେଉଁମାନଙ୍କ ଭିତରୁ ଦଳେ ଅନ୍ୟ ଦଳକୁ କହନ୍ତି: ‘ଆମ୍ଭେ ତୁମ୍ଭ ପାଇଁ ବଂଶୀ ବଜାଇଲୁ, କିନ୍ତୁ ତୁମ୍ଭେ ନାଚିଲ ନାହିଁ। ଆମ୍ଭେ ଗୋଟିଏ ଶୋକଗୀତ ଗାଇଲୁ, କିନ୍ତୁ ତୁମ୍ଭେମାନେ କାନ୍ଦିଲ ନାହିଁ।’
33
ବାପ୍ତିଜକ ଯୋହନ ଆସିଲେ। ସେ ଅନ୍ୟ ଲୋକମାନଙ୍କ ଭଳି ଖାଉ ନ ଥିଲେ କିମ୍ବା ଦ୍ରାକ୍ଷାରସ ପିଉ ନ ଥିଲେ। ଆଉ ତୁମ୍ଭେମାନେ କହୁଛ ଯେ, ‘ତାହାଙ୍କ ଦେହରେ ଭୂତ ପ୍ରବେଶ କରିଛି।’
34
ପୁଣି ମନୁଷ୍ୟପୁତ୍ର ଅନ୍ୟମାନଙ୍କ ଭଳି ଖାଇଲେ ଓ ଦ୍ରାକ୍ଷାରସ ପିଇଲେ। ଆଉ ତୁମ୍ଭେମାନେ କହୁଛ, ‘ଦେଖ, ଏ ଲୋକ ଜଣେ ପେଟୁ ଓ ଗୋଟିଏ ମଦୁଆ। କରଆଦାୟକାରୀ ଓ ପାପୀମାନେ ତା’ର ସାଙ୍ଗ ଅଟନ୍ତି।’
35
କିନ୍ତୁ ଆପଣା କାର୍ଯ୍ୟ ଦ୍ୱାରା ଜ୍ଞାନ ଯଥାର୍ଥ ବୋଲି ପ୍ରକାଶିତ ହୋଇଥାଏ।”
36
ଫାରୂଶୀ ଶିମୋନ ଫାରୂଶୀମାନଙ୍କ ମଧ୍ୟରୁ ଜଣେ ଯୀଶୁଙ୍କୁ ନିଜ ସହିତ ଖାଇବା ପାଇଁ ନିମନ୍ତ୍ରଣ କଲେ। ଯୀଶୁ ସେହି ଫାରୂଶୀଙ୍କ ଘରକୁ ଗଲେ ଓ ଖାଇବା ପାଇଁ ବସିଲେ।
37
ସେହି ସମୟରେ ସେହି ନଗରରେ ଜଣେ ପାପୀ ସ୍ତ୍ରୀ ଲୋକ ଥିଲା। ସେ ଜାଣି ପାରିଲା ଯେ, ଯୀଶୁ ଫାରୂଶୀଙ୍କ ଘରେ ଖାଉଛନ୍ତି। ତେଣୁ ସେହି ସ୍ତ୍ରୀ ଲୋକଟି ଗୋଟିଏ ସ୍ଫଟିକ ପାତ୍ରରେ କିଛି ଅତର ଆଣିଲା।
38
ସେ ଯୀଶୁଙ୍କ ପଛଆଡ଼େ ଗୋଡ଼ ପାଖରେ ଠିଆ ହେଲା। ସେ କାନ୍ଦୁଥିଲା। ତା’ପରେ ସେ ଯୀଶୁଙ୍କ ପାଦ ତା ଲୁହରେ ଧୋଇ ଦେଲା। ନିଜ ମୁଣ୍ଡର ବାଳରେ ଯୀଶୁଙ୍କ ପାଦ ପୋଛିଦେଲା। ତାହାଙ୍କ ପାଦରେ ବହୁବାର ଚୁମ୍ବନ ଦେଲା ଓ ପାଦ ଉପରେ ଅତର ଢାଳି ଦେଲା।
39
ଯେଉଁ ଫାରୂଶୀ ଜଣକ ଯୀଶୁଙ୍କୁ ନିଜ ଘରକୁ ଡାକିଥିଲେ, ସେ ଏସବୁ ଦେଖିଲେ। ସେ ମନେ ମନେ ଭାବିଲେ, “ଯୀଶୁ ଯଦି ପ୍ରକୃତରେ ଜଣେ ଭବିଷ୍ୟଦ୍ବକ୍ତା ହୋଇଥା’ନ୍ତେ, ତେବେ ସେ ନିଶ୍ଚୟ ଜାଣି ପାରନ୍ତେ ଯେ, ଯେଉଁ ସ୍ତ୍ରୀ ଲୋକଟି ତାହାଙ୍କୁ ଛୁଇଁଛି ସେ ଜଣେ ପାପୀନୀ।”
40
ଯୀଶୁ ଫାରୂଶୀଙ୍କୁ କହିଲେ, “ଶିମୋନ, ମୋର ତୁମ୍ଭକୁ କିଛି କହିବାର ଅଛି।” ଶିମୋନ କହିଲେ, “ଗୁରୁ, କୁହନ୍ତୁ!”
41
ଯୀଶୁ କହିଲେ, “କୌଣସି ସାହୁକାର ପାଖରୁ ଦୁଇଜଣ ଖାତକ କରଜ ନେଇଥିଲେ। ଜଣେ ପାଞ୍ଚଶହ ରୂପାଟଙ୍କା କରଜ ନେଇଥିଲା ଓ ଆଉ ଜଣେ ପଗ୍ଭଶ୍ଟି ରୂପାଟଙ୍କା ନେଇଥିଲା।
42
ସେମାନଙ୍କ ପାଖରେ ଟଙ୍କା ନ ଥିବାରୁ ସେମାନେ ଋଣ ପରିଶୋଧ କରି ପାରୁ ନ ଥିଲେ। ତେଣୁ ସାହୁକାର ଦୁଇଜଣଙ୍କୁ ଋଣ ମୁକ୍ତ କରିଦେଲେ। ତେବେ ଏ ଦୁଇଜଣଙ୍କ ମଧ୍ୟରେ କିଏ ସାହୁକାରଙ୍କୁ ଅଧିକ ଭଲ ପାଇବ?
43
ଶିମୋନ ଉତ୍ତର ଦେଲେ, “ମୁଁ ଭାବୁଛି, ସାହୁକାର ଯାହାକୁ ଅଧିକ ଟଙ୍କା ଛାଡ଼ି ଦେଲେ, ସେହି ଲୋକକୁ ଅଧିକା ଭଲ ପାଇବ।” ଯୀଶୁ ଶିମୋନଙ୍କୁ କହିଲେ, “ତୁମ୍ଭେ ଠିକ୍ କଥା କହିଛ।”
44
ତା’ପରେ ଯୀଶୁ ସ୍ତ୍ରୀ ଲୋକଟି ଆଡ଼କୁ ବୁଲିପଡ଼ି ଶିମୋନଙ୍କୁ କହିଲେ, “ତୁମ୍ଭେ ଏ ସ୍ତ୍ରୀ ଲୋକଟିକୁ ଦେଖୁଛ? ମୁଁ ତୁମ୍ଭ ଘରକୁ ଆସିଲି। ଅଥଚ ତୁମ୍ଭେ ମୋତେ ଗୋଡ଼ ଧୋଇବାକୁ ପାଣି ସୁଦ୍ଧା ଦେଲ ନାହିଁ, କିନ୍ତୁ ଓ ସ୍ତ୍ରୀ ଲୋକଟି ମୋର ପାଦକୁ ଲୁହରେ ଧୋଇ ଦେଲା। ଏବଂ ତା ବାଳରେ ପୋଛିଦେଲା।
45
ତୁମ୍ଭେ ମୋତେ ଚୁମ୍ବନ ଦେଲ ନାହିଁ, କିନ୍ତୁ ଯେଉଁ ସମୟରୁ ମୁଁ ଭିତରକୁ ଆସିଲିଣି, ସେସମୟରୁ ଏ ପର୍ଯ୍ୟନ୍ତ ସେ ମୋର ପାଦରେ ଚୁମ୍ବନ ଦେବା ବନ୍ଦ କରି ନାହିଁ।
46
ତୁମ୍ଭେ ମୋ’ ମୁଣ୍ଡରେ ତେଲ ଲଗାଇଲ ନାହିଁ, କିନ୍ତୁ ଏ ସ୍ତ୍ରୀ ଲୋକଟି ମୋ’ ପାଦରେ ଅତର ଲଗାଇଲା।
47
ଏଣୁ ମୁଁ ତୁମ୍ଭକୁ କହୁଛି ଯେ, ତା’ର ଅନେକ ପାପକ୍ଷମା କରି ଦିଆଗଲା। ଏ କଥା ସ୍ପଷ୍ଟ କାରଣ ସେ ଅଗାଧ ପ୍ରେମ ଦେଖାଇଛି। ଯେଉଁ ଲୋକ କ୍ଷମା ପାଇବା ପାଇଁ କମ୍ ଆବଶ୍ୟକତା ଅନୁଭବ କରିଥାଏ, ସେ କ୍ଷମା ପାଇବା ବେଳେ କମ୍ ପ୍ରେମ ଅନୁଭବ କରିଥାଏ।”
48
ତା’ପରେ ଯୀଶୁ ସେହି ସ୍ତ୍ରୀ ଲୋକଟିକୁ କହିଲେ, “ତୋର ପାପକ୍ଷମା କରି ଦିଆଗଲା।”
49
ଯେଉଁମାନେ ଯୀଶୁଙ୍କ ସହିତ ଭୋଜନ କରୁଥିଲେ, ସେମାନେ ମନେ ମନେ ଭାବିବାକୁ ଲାଗିଲେ, “ଏ ଲୋକ ନିଜକୁ କ’ଣ ଭାବୁଛି? ସେ କିପରି ପାପଗୁଡ଼ିକୁ କ୍ଷମା କରି ପାରିବ?”
50
ଯୀଶୁ ସ୍ତ୍ରୀ ଲୋକଟିକୁ କହିଲେ, “ତୁମ୍ଭେ ବିଶ୍ୱାସ କରିଥିବାରୁ ତୁମ୍ଭେ ପାପରୁ ରକ୍ଷା ପାଇଅଛ। “ଶାନ୍ତିରେ ଯାଅ।”
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 8 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24