bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Luke 9
Luke 9
Odia Bible ERV 2004 (ପବିତ୍ର ବାଇବଲ)
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 10 →
1
ଯୀଶୁ ବାରଜଣ ପ୍ରେରିତଙ୍କୁ ପଠାଇଲେ ଯୀଶୁ ବାରଜଣ ପ୍ରେରିତଙ୍କୁ ଏକାଠି ଡାକିଲେ। ସେ ସେମାନଙ୍କୁ ଭୂତମାନଙ୍କ ଉପରେ କ୍ଷମତା ଓ ଅଧିକାର ପ୍ରଦାନ କଲେ। ସେ ପ୍ରେରିତମାନଙ୍କୁ ରୋଗ ଭଲ କରିଦେବା ପାଇଁ ମଧ୍ୟ ଶକ୍ତି ଦେଲେ।
2
ତା’ପରେ ସେ ସେମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟର ସୁସମାଗ୍ଭର ଶୁଣାଇବା ପାଇଁ ଓ ରୋଗୀମାନଙ୍କୁ ସୁସ୍ଥ କରିବା ପାଇଁ ପଠାଇଲେ।
3
ସେ ସେମାନଙ୍କୁ କହିଲେ, “ଯାତ୍ରା ସମୟରେ ସାଙ୍ଗରେ କୌଣସି ପଦାର୍ଥ ନେବ ନାହିଁ। ଠେଙ୍ଗା, ଝୁଲା, ଖାଦ୍ୟ, ଟଙ୍କା ପଇସା କିମ୍ବା ଅଧିକ ଲୁଗାପଟା କିଛି ହେଲେ ନେବ ନାହିଁ। କେବଳ ପାନ୍ଧିଥିବା ଲୁଗା ଛଡ଼ା ଅନ୍ୟ କିଛି ନେବ ନାହିଁ।
4
ତୁମ୍ଭେମାନେ ଯେଉଁ ଘରକୁ ଯିବ, ସେ ସ୍ଥାନ ଛାଡ଼ିବା ସମୟ ନ ହେବା ପର୍ଯ୍ୟନ୍ତ ସେହିଠାରେ ରହିବ।
5
ଯଦି ନଗରର ଲୋକେ ତୁମ୍ଭମାନଙ୍କୁ ସ୍ୱାଗତ ନ କରନ୍ତି, ତେବେ ନଗର ଛାଡ଼ି ବାହାରକୁ ଗ୍ଭଲିଯିବ ଓ ତୁମ୍ଭମାନଙ୍କ ପାଦର ଧୂଳିତକ ମଧ୍ୟ ସେଠାରେ ଝାଡ଼ିଦେବ। ତେବେ ଏହା ସେମାନଙ୍କ ପାଇଁ ଚେତାବନୀ ହେବ।”
6
ପ୍ରେରିତମାନେ ବାହାରିଗଲେ। ସେମାନେ ସମସ୍ତେ ନଗର ଦେଇ ଯାତ୍ରା କଲେ। ସେମାନେ ସୁସମାଗ୍ଭର ଶୁଣାଇଲେ ଓ ସବୁ ଜାଗାରେ ଲୋକମାନଙ୍କୁ ସୁସ୍ଥ କଲେ।
7
ଯୀଶୁଙ୍କ ବିଷୟରେ ହେରୋଦଙ୍କ ଭ୍ରମ ଇତି ମଧ୍ୟରେ ସାମନ୍ତ ରାଜା ହେରୋଦ ଏହି ଘଟଣାଗୁଡ଼ିକ ବିଷୟରେ ଶୁଣି ଗଭୀର ଚିନ୍ତାରେ ପଡ଼ିଗଲେ। କାରଣ କେତେକ ଲୋକ କହୁଥିଲେ, “ବାପ୍ତିଜକ ଯୋହନ ପୁଣି ମୃତ୍ୟୁରୁ ବଞ୍ଚି ଉଠିଛନ୍ତି।”
8
ଆଉ କେତେକ କହୁଥିଲେ, “ଏଲିୟ ଆମ୍ଭ ପାଖରେ ପ୍ରକଟିତ ହୋଇଛନ୍ତି।” ଅନ୍ୟମାନେ ମଧ୍ୟ କହୁଥିଲେ, “ଆଗ କାଳର କୌଣସି ଭବିଷ୍ୟଦ୍ବକ୍ତା ଜୀବନରେ ଉଠିଛନ୍ତି।”
9
କିନ୍ତୁ ହେରୋଦ କହିଲେ, “ମୁଁ ଯୋହନଙ୍କ ମୁଣ୍ଡକାଟ କରିଛି। ତେବେ ଏ କିଏ, ଯାହାଙ୍କ ବିଷୟରେ ମୁଁ ଏଭଳି କଥା ଶୁଣୁଛି?” ତେଣୁ ହେରୋଦ ଯୀଶୁଙ୍କୁ ଦେଖିବା ପାଇଁ ଚେଷ୍ଟା କଲେ।
10
ଯୀଶୁ ପାଞ୍ଚ ହଜାର ଲୋକଙ୍କୁ ଖାଇବାକୁ ଦେଲ ପ୍ରେରିତମାନେ ଫେରି ଆସି ସେମାନେ ଯାତ୍ରା କରିବା ସମୟରେ ଯାହାସବୁ କରିଥିଲେ, ସେ ବିଷୟରେ ଯୀଶୁଙ୍କ ଆଗରେ ବର୍ଣ୍ଣନା କଲେ। ତା’ପରେ ଯୀଶୁ ପ୍ରେରିତମାନଙ୍କୁ ସାଙ୍ଗରେ ନେଇ ସେଠାରୁ ବେଥ୍ସାଇଦା ନାମକ ନଗରକୁ ଅନ୍ୟମାନଙ୍କଠାରୁ ଅଲଗା ରହିବା ପାଇଁ ଗ୍ଭଲିଗଲେ।
11
କିନ୍ତୁ ଯୀଶୁ କେଉଁଠାକୁ ଗଲେ ଏହା ଲୋକମାନେ ଜାଣି ପାରିଲେ। ସେମାନେ ତାହାଙ୍କର ଅନୁସରଣ କଲେ। ଯୀଶୁ ସେମାନଙ୍କୁ ସ୍ୱାଗତ କଲେ ଏବଂ ସେମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ ଶିକ୍ଷା ଦେଲେ। ସେ ରୋଗୀମାନଙ୍କୁ ସୁସ୍ଥ କଲେ।
12
ଅପରାହ୍ନର ବିଳମ୍ବିତ ପ୍ରହରରେ ବାରଜଣ ଯାକ ପ୍ରେରିତ ଯୀଶୁଙ୍କ ପାଖକୁ ଆସି କହିଲେ, “ଏ ସ୍ଥାନଟି ନିର୍ଜନ ଅଟେ। ଆପଣ ଲୋକମାନଙ୍କୁ ବିଦାୟ କରିଦିଅନ୍ତୁ। ସେମାନେ ଆଖପାଖ ଗାଁ ଓ କ୍ଷେତ୍ରକୁ ଯାଇ ବସା ଓ ଖାଦ୍ୟର ବ୍ୟବସ୍ଥା କରନ୍ତୁ।”
13
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏମାନଙ୍କୁ କିଛି ଖାଇବାକୁ ଦିଅ।” ଶିଷ୍ୟମାନେ କହିଲେ, “ଆମ୍ଭ ପାଖରେ କେବଳ ପାଞ୍ଚୋଟି ରୋଟୀ ଓ ଦୁଇଟି ମାଛ ଛଡ଼ା ଆଉ କିଛି ହେଲେ ନାହିଁ। ଆମ୍ଭେ ଯାଇ ଏସବୁ ଲୋକମାନଙ୍କ ପାଇଁ ଖାଦ୍ୟ କିଣି ଆଣିବୁ ବୋଲି ଆପଣ ଗ୍ଭହୁଁଛନ୍ତି କି?”
14
ସେଠାରେ କେବଳ ପ୍ରାୟ ପାଞ୍ଚ ହଜାର ପୁରୁଷ ଲୋକ ଥିଲେ। ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ଲୋକମାନଙ୍କୁ ପଗ୍ଭଶ ପଗ୍ଭଶ ଜଣ ହିସାବରେ ଦଳ ଦଳ କରି ବସାଅ।”
15
ସେମାନେ ତାହା କଲେ ଓ ସବୁ ଲୋକଙ୍କୁ ବସାଇ ଦେଲେ।
16
ତା’ପରେ ଯୀଶୁ ପାଞ୍ଚୋଟି ରୋଟୀ ଓ ଦୁଇଟି ମାଛ ନେଲେ। ସେ ସ୍ୱର୍ଗ ଆଡ଼କୁ ଗ୍ଭହିଁ ଖାଦ୍ୟପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ସେ ଖାଦ୍ୟତକ ଖଣ୍ଡ ଖଣ୍ଡ କରି ତାହାଙ୍କ ଶିଷ୍ୟମାନଙ୍କୁ ଲୋକଙ୍କ ଭିତରେ ପରଶି ଦେବାକୁ ଦେଲେ।
17
ସବୁ ଲୋକ ଖାଇଲେ ଓ ତୃପ୍ତ ହୋଇଗଲେ। ତଥାପି ବହୁତ ଖାଦ୍ୟ ବଳିଗଲା। ବଳକା ଖାଦ୍ୟ ଟୁକୁରାତକ ଶିଷ୍ୟମାନେ ବାରଟି ଟୋକେଇରେ ଭର୍ତ୍ତି କଲେ।
18
ପିତର ଖ୍ରୀଷ୍ଟଙ୍କୁ ସ୍ୱୀକାର କଲେ ଥରେ ଯୀଶୁ ଏକୁଟିଆ ପ୍ରାର୍ଥନା କରୁଥିଲେ। ତାହାଙ୍କ ଶିଷ୍ୟମାନେ ଏକାଠି ମିଳି ସେହିସ୍ଥାନକୁ ଆସିଲେ। ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ମୁଁ କିଏ ବୋଲି ଲୋକେ କ’ଣ ସବୁ କହୁଛନ୍ତି?”
19
ସେମାନେ ଉତ୍ତର ଦେଲେ, “କେତେକ କହୁଛନ୍ତି ଯେ ଆପଣ ବାପ୍ତିଜକ ଯୋହନ। କେତେକ କହୁଛନ୍ତି ଯେ ଆପଣ ଏଲିୟ। ଏବଂ ଅନ୍ୟ କେତେକ କହୁଛନ୍ତି ଯେ ଆପଣ କାଳ ପୂର୍ବେ ଥିବା ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରୁ ପୁନର୍ବାର ବଞ୍ଚି ଉଠିଥିବା କୌଣସି ଏକ ଭବିଷ୍ୟଦ୍ବକ୍ତା।”
20
ଯୀଶୁ ସେମାନଙ୍କୁ କହିଲେ, “ମୁଁ କିଏ ବୋଲି ତୁମ୍ଭେମାନେ କ’ଣ କହୁଛ?” ପିତର ଉତ୍ତର ଦେଲେ, “ଆପଣ ପରମେଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ।”
21
କିନ୍ତୁ ଯୀଶୁ ଏ ବିଷୟରେ କାହାକୁ ନ କହିବା ପାଇଁ ଚେତାବନୀ ଦେଇ ସେମାନଙ୍କୁ କହିଲେ,
22
ଯୀଶୁ କହିଲେ ଯେ, ସେ ନିଶ୍ଚୟ ମୃତ୍ୟୁବରଣ କରିବେ “ଏ କଥା ସତ୍ୟ ଯେ ମନୁଷ୍ୟପୁତ୍ର ଅନେକ ଯାତନା ନିଶ୍ଚୟ ଭୋଗ କରିବେ। ପ୍ରାଚୀନ ଯିହୂଦୀ ନେତା, ପ୍ରଧାନଯାଜକ ଓ ଶାସ୍ତ୍ରୀମାନେ ତାହାଙ୍କୁ ଅସ୍ୱୀକାର କରିବେ। ମନୁଷ୍ୟପୁତ୍ରଙ୍କୁ ମାରିଦେବେ। କିନ୍ତୁ ତିନି ଦିନ ପରେ ସେ ପୁଣି ମୃତ୍ୟୁରୁ ପୁନରୁତ୍ଥିତ ହେବେ।”
23
ଯୀଶୁ ପୁଣି ସେମାନଙ୍କୁ କହିବାକୁ ଲାଗିଲେ, “ଯଦି କେହି ମୋର ଅନୁସରଣ କରିବାକୁ ଗ୍ଭହୁଁଥାଏ, ତେବେ ତାହାକୁ ନିଜର ସମସ୍ତ କାମନା ତ୍ୟାଗ କରିବାକୁ ପଡ଼ିବ। ପ୍ରତିଦିନ ତାହାକୁ ଦିଆଯାଇଥିବା କ୍ରୁଶକୁ ଗ୍ରହଣ କରିବାକୁ ହେବ, ଏବଂ ସେ ମୋର ଅନୁସରଣ କରିବ।
24
ଯେଉଁ ଲୋକ ନିଜ ଜୀବନ ରକ୍ଷା କରିବାକୁ ଗ୍ଭହିଁବ, ସେ ତାହା ହରାଇ ବସିବ। ଏବଂ ଯେଉଁ ଲୋକ ମୋ’ ପାଇଁ ତାହାର ଜୀବନ ଦେବ, ସେ ତାହାକୁ ରକ୍ଷା କରିବ।
25
ଯଦି ଜଣେ ସାରା ସଂସାର ପାଇ ଶେଷରେ ମରିଯାଏ ବା ହଜିଯାଏ, ତାହାହେଲେ ଲାଭ କ’ଣ?
26
ଯଦି କୌଣସି ଲୋକ ମୋ’ ପାଇଁ ବା ମୋ’ ଉପଦେଶ ପାଇଁ ଲଜ୍ଜିତ ହୋଇଥାଏ, ତେବେ ମୁଁ ମଧ୍ୟ ତା’ ପାଇଁ ଲଜ୍ଜିତ ହେବି। ଯେତେବେଳେ ମନୁଷ୍ୟପୁତ୍ର ନିଜ ମହିମା, ପରମପିତାଙ୍କ ମହିମା ଓ ପବିତ୍ର ସ୍ୱର୍ଗଦୂତଙ୍କ ମହିମା ସହିତ ଆଗମନ କରିବେ, ସେତେବେଳେ ସେ ତା’ ପାଇଁ ଲଜ୍ଜିତ ହେବେ।
27
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି ଯେ ତୁମ୍ଭମାନଙ୍କ ଭିତରୁ ଏଠାରେ ଠିଆ ହୋଇଥିବା କେତେକ ଲୋକ ମୃତ୍ୟୁ ପୂର୍ବରୁ ପରମେଶ୍ୱରଙ୍କ ରାଜ୍ୟ ଦେଖିବେ।”
28
ମୋଶା ଓ ଏଲିୟଙ୍କ ସହିତ ଯୀଶୁ ଏ କଥା କହିବାର ପ୍ରାୟ ଆଠ ଦିନ ପରେ ସେ ପିତର, ଯୋହନ ଓ ଯାକୁବଙ୍କୁ ସାଙ୍ଗରେ ନେଇ ପ୍ରାର୍ଥନା କରିବାକୁ ଗୋଟିଏ ପର୍ବତ ଉପରକୁ ଗଲେ।
29
ଯୀଶୁ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁହଁର ଚେହେରା ବଦଳିଗଲା। ତାହାଙ୍କ ପିନ୍ଧାଲୁଗା ଚକ୍ଚକ୍ ଧଳା ହୋଇଗଲା।
30
ତା’ପରେ ସେଠାରେ ଦୁଇଜଣ ପୁରୁଷ ଯୀଶୁଙ୍କ ସହିତ କଥାବାର୍ତ୍ତା କରୁଥିଲେ। ସେମାନେ ମୋଶା ଓ ଏଲିୟ ଥିଲେ।
31
ସେମାନଙ୍କ ଚେହେରା ମଧ୍ୟ ଝଲକୁ ଥିଲା। ସେମାନେ ଯୀଶୁଙ୍କ ସହିତ ଯିରୁଶାଲମରେ ଘଟିବାକୁ ଥିବା ତାହାଙ୍କ ମୃତ୍ୟୁ ବିଷୟରେ କଥାବାର୍ତ୍ତା ହେଉଥିଲେ।
32
ସେତେବେଳେ ପିତର ଓ ଅନ୍ୟମାନେ ଶୋଇ ପଡ଼ିଥିଲେ। କିନ୍ତୁ ସେମାନେ ଉଠି ପଡ଼ିଲେ ଓ ଯୀଶୁଙ୍କ ମହିମା ଦେଖିଲେ। ଯୀଶୁଙ୍କ ସହିତ ଠିଆ ହୋଇଥିବା ଅନ୍ୟ ଦୁଇଜଣଙ୍କୁ ମଧ୍ୟ ସେମାନେ ଦେଖିଲେ:
33
ମୋଶା ଓ ଏଲିୟ ଯିବାକୁ ବାହାରିବା ସମୟରେ ପିତର ଯୀଶୁଙ୍କୁ କହିଲେ, “ଗୁରୁ, ଭଲ ହେଲା ଯେ ଆମ୍ଭେମାନେ ଏଠାରେ ଅଛୁ। ଆମ୍ଭେମାନେ ଏଠାରେ ତିନୋଟି ତମ୍ବୁ ଟାଣି ଦେବୁ। ଗୋଟିଏ ତୁମ୍ଭ ପାଇଁ ଆଉ ଗୋଟିଏ ମୋଶାଙ୍କ ପାଇଁ ଓ ଅନ୍ୟଟି ଏଲିୟଙ୍କ ପାଇଁ।” ପିତର ଜାଣି ପାରୁ ନ ଥିଲେ ଯେ, ସେ କ’ଣ କହୁଛନ୍ତି।
34
ପିତର ଏହିସବୁ କଥା କହିବା ସମୟରେ ଖଣ୍ଡେ ମେଘ ଉଠି ଆସିଲା ସମସ୍ତଙ୍କୁ ଘୋଡ଼ାଇ ପକେଇଲା। ମେଘ ସେମାନଙ୍କୁ ଘୋଡ଼ାଇ ପକାଇବାରୁ ପିତର, ଯାକୁବ ଓ ଯୋହନ ଡରିଗଲେ।
35
ସେତେବେଳେ ମେଘ ଭିତରୁ ଆକାଶବାଣୀ ହେଲା, “ଏ ମୋର ପୁତ୍ର। ଏହାଙ୍କୁ ମୁଁ ବାଛିଅଛି। ତାହାଙ୍କ କଥାର ବାଧ୍ୟ ହୁଅ।”
36
ଆକାଶବାଣୀ ହୋଇ ସାରିବା ପରେ ସେଠାରେ କେବଳ ଯୀଶୁ ଥିଲେ। ପିତର, ଯାକୁବ ଓ ଯୋହନ ଏ ବିଷୟରେ ନୀରବ ରହିଲେ। ସେମାନେ ଯାହାକିଛି ଦେଖିଥିଲେ, ସେ ବିଷୟରେ ସେ ସମୟରେ କାହାରିକୁ କିଛି କହିଲେ ନାହିଁ।
37
ଯୀଶୁ ଗୋଟିଏ ବାଳକକୁ ଭୂତ କବଳରୁ ମୁକ୍ତକଲେ ତା’ ପରଦିନ ଯୀଶୁ, ପିତର, ଯୋହନ ଓ ଯାକୁବ ପର୍ବତ ଉପରୁ ତଳକୁ ଓହ୍ଲାଇ ଆସିଲେ। ବହୁ ସଂଖ୍ୟାରେ ଲୋକେ ଆସି ଯୀଶୁଙ୍କୁ ଭେଟିଲେ।
38
ଭିଡ଼ ଭିତରୁ ଜଣେ ଲୋକ ପାଟି କରି ଉଠିଲା, “ଗୁରୁ, ଦୟାକରି ଆସି ମୋ’ ପୁଅକୁ ଦେଖନ୍ତୁ।
39
ସେ ମୋର ଏକମାତ୍ର ସନ୍ତାନ। ଶୟତାନଠାରୁ ଗୋଟିଏ ଭୂତ ଆସି ତାକୁ କବଳିତ କରି ନେଉଛି ଏବଂ ତା’ପରେ ପୁଅ ଚିତ୍କାର କରି ଉଠୁଛି। ସେ ତା’ ନିଜର ନିୟନ୍ତ୍ରଣ ହରେଇ ବସୁଛି। ତା ମୁହଁରୁ ଫେଣ ବାହାରି ପଡ଼ୁଛି। ସେ ଭୂତ ତାକୁ ବାରମ୍ବାର ଯନ୍ତ୍ରଣା ଦେଉଛି ଓ ପ୍ରାୟ ତାକୁ ଛାଡ଼ି ଯାଉ ନାହିଁ।”
40
ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ ମୋ’ ପୁଅ ଦେହରୁ ଭୂତକୁ ଛଡ଼େଇ ଦେବାକୁ ଅନୁରୋଧ କଲି, କିନ୍ତୁ ସେମାନେ ପାରିଲେ ନାହିଁ।”
41
ତା’ପରେ ଯୀଶୁ କହିଲେ, “ତୁମ୍ଭେମାନେ ବିଶ୍ୱାସ ବିହିନ ଜୀବନଯାପନ କରୁଛ ଓ କୁପଥଗାମୀ ହେଉଛ। ଆଉ କେତେ ଦିନ ପର୍ଯ୍ୟନ୍ତ ମୁଁ ତୁମ୍ଭମାନଙ୍କ ସହିତ ରହିଥିବି?” ତା’ପରେ ଯୀଶୁ ଲୋକଟିକୁ କହିଲେ, “ତୁମ୍ଭ ପୁଅକୁ ଏଠାକୁ ଆଣ।”
42
ପିଲାଟି ଆସୁଥିବା ବେଳେ ଭୂତ ତାକୁ ଭୂମି ଉପରକୁ କଗ୍ଭଡ଼ି ଦେଲା। ପିଲାଟି ନିୟନ୍ତ୍ରଣ ହରାଇ ବସିଲା। କିନ୍ତୁ ଯୀଶୁ ଭୂତକୁ ଗୋଟିଏ କଠୋର ଧମକ ଦେଲେ। ଏହା ପରେ ପିଲାଟି ସୁସ୍ଥ ହୋଇଗଲା। ଯୀଶୁ ତାହାକୁ ତା’ ବାପା ପାଖରେ ସମର୍ପି ଦେଲେ।
43
ସମସ୍ତ ଲୋକ ପରମେଶ୍ୱରଙ୍କ ମହାନ୍ ଶକ୍ତି ଦେଖି ଆଶ୍ଚର୍ଯ୍ୟ ହୋଇଗଲେ। ଯୀଶୁ ତାହାଙ୍କ ମୃତ୍ୟୁ ବିଷୟରେ କହିଲେ ଯୀଶୁ ଯାହାସବୁ କରୁଥିଲେ ତାହା ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇ ଯାଉଥିଲେ।
44
ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ଯାହା କହିବି, ତାହା ଭୁଲିବ ନାହିଁ। ମନୁଷ୍ୟପୁତ୍ରଙ୍କୁ କେତେଜଣ ମନୁଷ୍ୟମାନଙ୍କ ହାତରେ ଧରେଇ ଦେବେ।”
45
କିନ୍ତୁ ଶିଷ୍ୟମାନେ ଯୀଶୁଙ୍କ ଏ କଥାର କିଛି ଅର୍ଥ ବୁଝି ପାରିଲେ ନାହିଁ। ଏହାର ଅର୍ଥ ସେମାନଙ୍କ ପ୍ରତି ଲୁକାୟିତ ଥିଲା। ତେଣୁ ସେମାନେ କିଛି ଏହାକୁ ବୁଝି ପାରିଲେ ନାହିଁ କିନ୍ତୁ ସେମାନେ ଯୀଶୁଙ୍କୁ ଏ ବିଷୟରେ ପଗ୍ଭରିବାକୁ ସାହସ କଲେ ନାହିଁ।
46
ସବୁଠାରୁ ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତି ଥରେ ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରେ ଯୁକ୍ତିତର୍କ ହେଲା ଯେ, ସେମାନଙ୍କ ଭିତରେ ସବୁଠାରୁ ଶ୍ରେଷ୍ଠ କିଏ?
47
ଯୀଶୁ ସେମାନଙ୍କର ମନଭାବ ଜାଣିଗଲେ। ତେଣୁ ସେ ଗୋଟିଏ ଛୋଟ ପିଲାକୁ ନିଜ ପାଖରେ ଠିଆ କରାଇଲେ।
48
ସେ ଶିଷ୍ୟମାନଙ୍କୁ କହିଲେ, “ଯଦି କୌଣସି ଲୋକ ଏହିଭଳି ଛୋଟ ପିଲାକୁ ମୋ’ ନାମରେ ଗ୍ରହଣ କରେ, ତାହାହେଲେ ସେ ମୋତେ ଗ୍ରହଣ କରେ। ଆଉ ଯେଉଁ ଲୋକ ମୋତେ ଗ୍ରହଣ କରେ, ସେ ମୋତେ ପଠାଇଥିବା ପରମେଶ୍ୱରଙ୍କୁ ଗ୍ରହଣ କରେ। ଏଣୁ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଲୋକ ସବୁଠାରୁ ନମ୍ର, ସେ ହେଉଛି ସବୁଠାରୁ ଶ୍ରେଷ୍ଠ।”
49
ଯେଉଁ ଲୋକ ତୁମ୍ଭର ବିପକ୍ଷ ନୁହେଁ ସେ ତୁମ୍ଭର ସପକ୍ଷ ଯୋହନ କହିଲେ, “ଗୁରୁ, ଆମ୍ଭେମାନେ ଜଣେ ଲୋକକୁ ଆପଣଙ୍କ ନାମ ନେଇ ଭୂତମାନଙ୍କୁ ଲୋକଙ୍କ ଦେହରୁ ତଡ଼ି ଦେଉଥିବାର ଦେଖିଲୁ। ଆମ୍ଭେମାନେ ତାହାକୁ ଏସବୁ ବନ୍ଦ କରିବାକୁ କହିଲୁ। କାରଣ ସେ ଆମ୍ଭ ଶିଷ୍ୟମାନଙ୍କ ଗୋଷ୍ଠୀର ଲୋକ ନୁହେଁ।”
50
ଯୀଶୁ ଯୋହନଙ୍କୁ ଉତ୍ତର ଦେଲେ, “ତାକୁ ମନା କର ନାହିଁ। କାରଣ ଯେଉଁ ଲୋକ ତୁମ୍ଭ ବିପକ୍ଷରେ ନାହାନ୍ତି, ସେହିଁ ତୁମ୍ଭ ସପକ୍ଷର ଲୋକ।”
51
ଗୋଟିଏ ଶମିରୋଣୀୟ ନଗର ଯୀଶୁ ଜଗତ ଛାଡ଼ି ସ୍ୱର୍ଗକୁ ଫେରିଯିବାର ସମୟ ପାଖେଇ ଆସୁଥିଲା। ଯୀଶୁ ଯିରୁଶାଲମ ଯିବାକୁ ସ୍ଥିର କଲେ।
52
ସେ ତାହାଙ୍କ ଆଗରୁ କେତେକ ଲୋକଙ୍କୁ ପଠାଇଲେ। ସେମାନେ ଯୀଶୁଙ୍କ ପାଇଁ ସବୁକିଛି ପ୍ରସ୍ତୁତ କରିବା ପାଇଁ ଶମିରୋଣର ଏକ ନଗରରେ ପହଞ୍ଚିଲେ।
53
କିନ୍ତୁ ଯୀଶୁ ଯିରୁଶାଲମକୁ ଯାଉଥିବାର ଦେଖି ସେଠାକାର ଲୋକ ତାହାଙ୍କୁ ସ୍ୱାଗତ କଲେ ନାହିଁ।
54
ଯୀଶୁଙ୍କ ଶିଷ୍ୟ ଯାକୁବ ଓ ଯୋହନ ଏହା ଦେଖିଲେ। ସେମାନେ କହିଲେ, “ପ୍ରଭୁ ସ୍ୱର୍ଗରୁ ଅଗ୍ନି ବର୍ଷା କରି ସେମାନଙ୍କୁ ଧ୍ୱଂସ କରିଦେବା ପାଇଁ ଆମ୍ଭେ ଆଦେଶ ଦେବୁ ବୋଲି କ’ଣ ଆପଣ ଗ୍ଭହୁଁଛନ୍ତି?”
55
କିନ୍ତୁ ଯୀଶୁ ସେମାନଙ୍କ ଆଡ଼କୁ ବୁଲି ପଡ଼ି ସେମାନଙ୍କୁ ଭର୍ତ୍ସନା କଲେ।
56
ତା’ପରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଅନ୍ୟ ଗାଁକୁ ଗ୍ଭଲିଗଲେ।
57
ଯୀଶୁଙ୍କୁ ଅନୁସରଣ ସେମାନେ ରାସ୍ତାରେ ଆଗେଇ ଯାଉଥିଲେ। ଜଣେ ଲୋକ ଯୀଶୁଙ୍କୁ କହିଲା, “ଆପଣ ଯେଉଁଆଡ଼େ ଯିବେ, ମୁଁ ଆପଣଙ୍କ ପଛେ ପଛେ ଯିବି।”
58
ଯୀଶୁ ତାହାକୁ କହିଲେ, “କୋକିଶିଆଳିର ରହିବା ପାଇଁ ଗାତ ଅଛି। ଆକାଶର ପକ୍ଷୀମାନଙ୍କର ବସା ଅଛି, କିନ୍ତୁ ମନୁଷ୍ୟପୁତ୍ରଙ୍କର ମୁଣ୍ଡ ଗୁଞ୍ଜିବାକୁ ଟିକିଏ ହେଲେ ସ୍ଥାନ ନାହିଁ।”
59
ତା’ପରେ ଯୀଶୁ ଆଉ ଜଣକୁ କହିଲେ, “ମୋର ଅନୁସରଣ କର।” କିନ୍ତୁ ସେହି ଲୋକଟି କହିଲା, “ପ୍ରଭୁ, ମୋତେ ପ୍ରଥମେ ଯାଇ ମୋ’ ବାପାଙ୍କୁ କବର ଦେବାକୁ ଅନୁମତି ଦିଅନ୍ତୁ।”
60
କିନ୍ତୁ ଯୀଶୁ ତାହାକୁ କହିଲେ, “ମୃତ ଲୋକଙ୍କୁ ମୃତ ଲୋକମାନେ କବର ଦେବେ। କିନ୍ତୁ ତୁମ୍ଭେ ଯାଇ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ ପ୍ରଗ୍ଭର କର।”
61
ଆଉ ଜଣେ ଲୋକ କହିଲା, “ପ୍ରଭୁ ମୁଁ ଆପଣଙ୍କ ଅନୁସରଣ କରିବି। କିନ୍ତୁ ପ୍ରଥମେ ମୋତେ ମୋ’ ପରିବାର ଲୋକଙ୍କଠାରୁ ବିଦାୟ ନେବାକୁ ଅନୁମତି ଦିଅନ୍ତୁ।”
62
କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ଯେଉଁ ଲୋକ ଲଙ୍ଗଳ ଉପରେ ହାତ ଦେଇ ପଛକୁ ଗ୍ଭହେଁ, ସେ ପରମେଶ୍ୱରଙ୍କ ରାଜ୍ୟ ପାଇଁ ଯୋଗ୍ୟ ନୁହେଁ।”
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 10 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24