bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Malachi 1
Malachi 1
Odia Bible ERV 2004 (ପବିତ୍ର ବାଇବଲ)
Jump to:
Chapter 1
Chapter 2
Chapter 3
Chapter 4
Chapter 2 →
1
ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର ଏହି ବାର୍ତ୍ତା ଥିଲା। ଏହି ବାର୍ତ୍ତା ପ୍ରଗ୍ଭର କରିବାକୁ ପରମେଶ୍ୱର ମଲାଖିକୁ ନିଯୁକ୍ତ କରିଥିଲେ।
2
ପରମେଶ୍ୱର ଇସ୍ରାଏଲକୁ ପ୍ରେମ କରନ୍ତି ସଦାପ୍ରଭୁ କହିଲେ, “ଆମ୍ଭେ ତୁମ୍ଭ ସମସ୍ତଙ୍କୁ ପ୍ରେମ କରିଅଛୁ।” ମାତ୍ର ତୁମ୍ଭେମାନେ କହିଲ, “ତୁମ୍ଭେ କିପରି ଆମ୍ଭଙ୍କୁ ତୁମ୍ଭର ପ୍ରେମ ଦେଖାଇଛ?” ସଦାପ୍ରଭୁ କହିଲେ, “ଏଷୌ କ’ଣ ଯାକୁବର ଭାଇ ନୁହେଁ? ତଥାପି ଆମ୍ଭେ ଯାକୁବକୁ ପ୍ରେମ କଲୁ।
3
ଆମ୍ଭେ ଏଷୌକୁ ଘୃଣା କଲୁ। ଆମ୍ଭେ ଏଷୌର ପର୍ବତଗୁଡ଼ିକୁ ଧ୍ୱଂସ କଲୁ। ଏଷୌର ମାତୃଭୂମି ଧ୍ୱଂସ ପାଇଲା ଏବଂ ସେଠାରେ କେବଳ ଶୃଗାଳ ବାସ କରିଲେ।”
4
ଇଦୋମର ଲୋକମାନେ କହିବେ, “ଆମ୍ଭେମାନେ ନିପାତିତ ହୋଇଥିଲୁ ମାତ୍ର ଆମ୍ଭେମାନେ ଆମ୍ଭର ବିଧ୍ୱସ୍ତ ନଗରୀକୁ ପୁନଃନିର୍ମାଣ କରିବୁ।” ମାତ୍ର ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ଯଦି ସେମାନେ ସେହି ନଗରୀଗୁଡ଼ିକୁ ପୁଣି ନିର୍ମାଣ କରିବେ, ଆମ୍ଭେ ପୁଣି ତାକୁ ଧ୍ୱଂସ କରିବା।” ସେଥିପାଇଁ ଲୋକେ କୁହନ୍ତି, ଇଦୋମ ଏକ ଦୁଷ୍ଟ ଦେଶ, ଯାହାର ଲୋକମାନଙ୍କୁ ସଦାପ୍ରଭୁ ଚିରକାଳ ପାଇଁ ଅଭିଶାପ ଦେଇଛନ୍ତି।
5
ତୁମ୍ଭେମାନେ ଏହିସବୁ ଦେଖିବ ଓ କହିବ, “ସଦାପ୍ରଭୁ ଇସ୍ରାଏଲର ବାହାରେ ମଧ୍ୟ ମହିମାନ୍ୱିତ ହୁଅନ୍ତୁ।”
6
ଲୋକମାନେ ପରମେଶ୍ୱରଙ୍କୁ ସମ୍ମାନ କରନ୍ତି ନାହିଁ ସର୍ବଶକ୍ତିମାନ୍ ସଦାପ୍ରଭୁ କହିଲେ, “ପିଲାମାନେ ସେମାନଙ୍କର ପିତାଙ୍କୁ ସମ୍ମାନ କରନ୍ତି, ଗ୍ଭକରମାନେ ସେମାନଙ୍କର ମୁନିବଙ୍କୁ ସମ୍ମାନ କରନ୍ତି, ତେଣୁ ଆମ୍ଭେ ତୁମ୍ଭମାନଙ୍କର ପିତା, ତୁମ୍ଭେମାନେ ଆମ୍ଭକୁ କାହିଁକି ଭୟ ଓ ସମ୍ମାନ କରୁ ନାହଁ? ଆମ୍ଭେ ତୁମ୍ଭମାନଙ୍କର ମୁନିବ, ତୁମ୍ଭେମାନେ ଆମ୍ଭକୁ କାହିଁକି ଭୟ ଏବଂ ସମ୍ମାନ କରୁ ନାହଁ? ତୁମ୍ଭେ ଯାଜକଗଣ ଆମ୍ଭର ନାମ ପ୍ରତି ତାଚ୍ଛଲ୍ୟ ମନୋଭାବ ଦେଖାଉଛ। “କିନ୍ତୁ ତୁମ୍ଭେମାନେ ପଗ୍ଭର, ‘ଆମ୍ଭେମାନେ କିପରି ତୁମ୍ଭର ନାମକୁ ତାଚ୍ଛଲ୍ୟ ମନୋଭାବ ଦେଖାଇଛୁ?’
7
ସଦାପ୍ରଭୁ କହିଲେ, “ତୁମ୍ଭେମାନେ ଆମ୍ଭର ଯଜ୍ଞବେଦି ଉପରେ ଅଶୁଚି ଖାଦ୍ୟ ଉତ୍ସର୍ଗ କରୁଅଛ। “ତଥାପି ତୁମ୍ଭେମାନେ କହୁଛ, ‘ଆମ୍ଭେମାନେ କ’ଣ ଖାଦ୍ୟକୁ ଅଶୁଚି କରୁଛୁ?’ ସଦାପ୍ରଭୁ ଉତ୍ତର ଦେଲେ, “ତୁମ୍ଭେମାନେ ଆମ୍ଭର ଯଜ୍ଞବେଦିକୁ ଅସମ୍ମାନ କରୁଛ।
8
ତୁମ୍ଭେମାନେ ଯଜ୍ଞବେଦି ନିମନ୍ତେ ଅନ୍ଧ ପଶୁ ବଳିଦାନ କରୁଛ, ଏହା କ’ଣ ଭୁଲ୍ ନୁହେଁ? ତୁମ୍ଭେମାନେ ଯେଉଁ ଛୋଟା ଓ ରୋଗୀ ପଶୁଗୁଡ଼ିକୁ ଉତ୍ସର୍ଗ କରୁଛ ତାହା ମଧ୍ୟ ଭୁଲ୍ ନୁହେଁ କି? ତୁମ୍ଭେମାନେ ଯଦି ସେହି ଭେଟି ତୁମ୍ଭମାନଙ୍କର ଶାସକକୁ ଦିଅ, ସେ କ’ଣ ସନ୍ତୁଷ୍ଟ ହେବେ? ନା, ସେ କେବେହେଲେ ସେ ଭେଟି ଗ୍ରହଣ କରିବେ ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ।
9
“ହେ ଯାଜକଗଣ, ସଦାପ୍ରଭୁଙ୍କୁ ପ୍ରାର୍ଥନା କର ଯେପରି ଆମ ପ୍ରତି ଦୟାଳୁ ହେବେ। ଏହା ତୁମ୍ଭର ଭୁଲ୍ ଯୋଗୁଁ ହୋଇଛି। ସେ କାହିଁକି ତୁମ୍ଭମାନଙ୍କ ମଧ୍ୟରୁ କାହାକୁ ଗ୍ରହଣ କରିବେ?” ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଥିଲେ।
10
“ଆମ୍ଭେ ଇଚ୍ଛାକରୁ, ତୁମ୍ଭର କେହି ଯାଜକ ଦ୍ୱାର ବନ୍ଦ କରିଦିଅନ୍ତୁ। ତା’ହେଲେ ତୁମ୍ଭେ ମୋର ବେଦିରେ ଅନୁପଯୋଗୀ ଅଗ୍ନି ଜଳାଇ ପାରିବ ନାହିଁ। ଆମ୍ଭେ କିନ୍ତୁ ତୁମ୍ଭଠାରେ ସନ୍ତୁଷ୍ଟ ନୁହଁ। ଆମ୍ଭେ ତୁମ୍ଭର ନୈବେଦ୍ୟ ଗ୍ରହଣ କରିବୁ ନାହିଁ।” ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କହିଥିଲେ।
11
“ସମସ୍ତ ଦେଶର ଲୋକମାନେ ଆପଣା ନାମର ମହତ୍ତ୍ୱ ଗାନ କରୁଛନ୍ତି। ଲୋକମାନେ ସମସ୍ତ ସ୍ଥାନରେ ପବିତ୍ର ନୈବେଦ୍ୟ ଓ ଧୂପ ଉତ୍ସର୍ଗ କରୁଛନ୍ତି, କାରଣ ଆମ୍ଭର ନାମ ସମଗ୍ର ଦେଶରେ ମହାନ ଅଟେ।” ସର୍ବଶକ୍ତିମାନ ସଦାପ୍ରଭୁ ଏସବୁ କହିଥିଲେ।
12
“ମାତ୍ର, ତୁମ୍ଭେମାନେ ଆମ୍ଭର ନାମର ଅସମ୍ମାନ କରୁଛ। ତୁମ୍ଭେମାନେ କହୁଛ ସଦାପ୍ରଭୁଙ୍କର ଯଜ୍ଞବେଦି ଅପବିତ୍ର।
13
ତୁମ୍ଭେ କହିଛ ଯେ, ତୁମ୍ଭେ ବିବ୍ରତ ହେବ ନାହିଁ ଏବଂ ତୁମ୍ଭେ ଯଜ୍ଞବେଦିରେ ଥିବା ଖାଦ୍ୟ ପ୍ରତି ତାଚ୍ଛଲ୍ୟ ପ୍ରକାଶ କରିଛ ଏବଂ ତୁମ୍ଭେ ନ ଖାଇ ପରିତ୍ୟାଗ କରୁଛ, ଆଉ ମଧ୍ୟ ମନ୍ଦ ବୋଲି କହୁଛ। ମାତ୍ର ଏହା ସତ୍ୟ ନୁହେଁ। ତା’ପରେ ତୁମ୍ଭେମାନେ ଆହତ, ଛୋଟା ଓ ରୁଗ୍ଣ ପଶୁମାନଙ୍କୁ ଆମ୍ଭ ନିକଟରେ ବଳିଦାନ ପାଇଁ ଆଣୁଛ। ମାତ୍ର ସେହି ରୁଗ୍ଣ ପଶୁଗୁଡ଼ିକୁ ଆମ୍ଭେ ଗ୍ରହଣ କରିବା ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଲେ।
14
“କେତେକ ଲୋକ ଅଛନ୍ତି ଯେଉଁମାନେ ଶପଥ ନିଅନ୍ତି, ଭଲ ସୁସ୍ଥ ପଶୁକୁ ବଳିଦେବା ପାଇଁ, କିନ୍ତୁ ଶେଷରେ ସେମାନେ ରୁଗ୍ଣ ପଶୁକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରନ୍ତି। ସେଥିପାଇଁ ସେମାନେ ଅଭିଶପ୍ତ ହେବେ। ଆମ୍ଭେ ଜଣେ ମହାନ ରାଜା ଅଟୁ। ଆମ୍ଭକୁ ତୁମ୍ଭେମାନେ ସମ୍ମାନ କରିବା ଉଚିତ୍ ଓ ସମଗ୍ର ବିଶ୍ୱ ଆମ୍ଭକୁ ଭୟ ଓ ସମ୍ମାନ କରିବା ଉଚିତ୍।” ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ।
Jump to:
Chapter 1
Chapter 2
Chapter 3
Chapter 4
Chapter 2 →
All chapters:
1
2
3
4