bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Malachi 4
Malachi 4
Odia Bible ERV 2004 (ପବିତ୍ର ବାଇବଲ)
← Chapter 3
Jump to:
Chapter 1
Chapter 2
Chapter 3
Chapter 4
1
“ସେହି ଦିନ ଆସୁଅଛି ଯାହାକି ଉହ୍ମେଇ ପରି ଜଳିବ। ସେହି ସମସ୍ତ ଅହଙ୍କାରୀ ଲୋକମାନେ ଏବଂ ମନ୍ଦକାର୍ଯ୍ୟ କରୁଥିବା ଲୋକମାନେ ନଡ଼ାପରି ଜଳିଯିବେ। ସେହି ଅଗ୍ନି ଗୋଟିଏ ଶାଖା କି ମୂଳ ମଧ୍ୟ ଛାଡ଼ିବ ନାହିଁ।” ସର୍ବଶକ୍ତିମାନ୍ ସଦାପ୍ରଭୁ ଏହି କଥା କହିଥିଲେ।
2
“ତଥାପି ଯେଉଁମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି, ଉଦୟକାଳୀନ ସୂର୍ଯ୍ୟର ରଶ୍ମି ଉତ୍ତମତା ତୁମ୍ଭମାନଙ୍କ ଉପରେ ଝକ୍ମକ୍ କରିବ। ଏହା ସୂର୍ଯ୍ୟକିରଣ ପରି ଆରୋଗ୍ୟ ଶକ୍ତି ଆଣିବ। ତୁମ୍ଭେମାନେ ବାଛୁରି ସଦୃଶ ଗୁହାଳରୁ ବାହାରି ସ୍ୱାଧୀନ ଓ ସୁଖୀ ହେବ।
3
ତା’ପରେ ତୁମ୍ଭେମାନେ ସେହି ଦୁଷ୍ଟାଗ୍ଭରୀଙ୍କ ଉପରେ ବିଚରଣ କରିବ। ସେମାନେ ତୁମ୍ଭ ପାଦତଳେ ଭସ୍ମ ସଦୃଶ ହେବେ। ଏହିସବୁ ସେହି ଦିନ ଘଟିବ ଯେଉଁ ଦିନ ଆମ୍ଭେ ସୃଷ୍ଟି କରିଛୁ।” ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କହିଥିଲେ।
4
“ମୋଶାଙ୍କର ବ୍ୟବସ୍ଥାକୁ ମନେ ପକାଅ ଓ ପାଳନ କର। ସେ ଆମ୍ଭର ଅନୁଚର। ଆମ୍ଭେ ହୋରେବ ପର୍ବତରେ ଏହି ବ୍ୟବସ୍ଥା ଓ ନିୟମମାନ ତାଙ୍କୁ ଦେଇଥିଲୁ। ସେହି ବ୍ୟବସ୍ଥା ଇସ୍ରାଏଲର ସମସ୍ତ ଲୋକଙ୍କ ପାଇଁ ଥିଲା।”
5
ସଦାପ୍ରଭୁ କହିଲେ, “ଦେଖ, ଭବିଷ୍ୟଦ୍ବକ୍ତା ଏଲିୟଙ୍କୁ ଆମ୍ଭେ ତୁମ୍ଭ ନିକଟକୁ ପଠାଇବା। ସଦାପ୍ରଭୁଙ୍କଠାରୁ ମହାନ ଓ ଭୟଙ୍କର ବିଗ୍ଭର ଦିନ ଆସିବା ପୂର୍ବରୁ ସେ ଆସିବେ।
6
ସେ ପିତାମାତାଙ୍କୁ ପିଲାମାନଙ୍କ ସହିତ ଓ ପିଲାମାନଙ୍କୁ ସେମାନଙ୍କର ପିତା-ମାତା ସହିତ ପୁନର୍ମିଳନ କରାଇବେ। ଏହା ନିଶ୍ଚିତ ଘଟିବ। ନଚେତ୍ ଆମ୍ଭେ ପରମେଶ୍ୱର ଆସିବା ଓ ସମ୍ପୂର୍ଣ୍ଣ ଦେଶକୁ ଧ୍ୱଂସ କରିବା।”
← Chapter 3
Jump to:
Chapter 1
Chapter 2
Chapter 3
Chapter 4
All chapters:
1
2
3
4