bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Mark 14
Mark 14
Odia Bible ERV 2004 (ପବିତ୍ର ବାଇବଲ)
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 15 →
1
ଯୀଶୁଙ୍କୁ ମାରିଦେବା ପାଇଁ ଯିହୂଦୀ ନେତାଙ୍କ ଯୋଜନା ନିସ୍ତାରପର୍ବ ଓ ଖମୀରଶୂନ୍ୟ ରୋଟୀପର୍ବ ଆଉ ଦୁଇ ଦିନ ବାକି ଥିଲା। ପ୍ରଧାନଯାଜକ ଓ ଯିହୂଦୀ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କୁ କୌଶଳରେ ବନ୍ଦୀ କରି ତା’ପରେ ମାରି ଦେବା ପାଇଁ ଉପାୟ ଖୋଜୁ ଥିଲେ।
2
ସେମାନେ କହିଲେ, “ଆମ୍ଭେ କିନ୍ତୁ ପର୍ବ ସମୟରେ ଯୀଶୁଙ୍କୁ ବନ୍ଦୀ କରି ପାରିବା ନାହିଁ। ତା’ କଲେ ଲୋକମାନେ ରାଗିଯାଇ ଦଙ୍ଗା ହାଙ୍ଗାମା କରି ପାରନ୍ତି।
3
ଏକ ସ୍ତ୍ରୀର ବିଶେଷ କାର୍ଯ୍ୟ ଯୀଶୁ ବେଥନୀୟାରେ କୁଷ୍ଠରୋଗୀ ଶିମୋନଙ୍କ ଘରେ ଖାଇବାକୁ ବସିଥିବା ସମୟରେ ଜଣେ ସ୍ତ୍ରୀଲୋକ ତାହାଙ୍କ ପାଖକୁ ଆସିଲା। ସେ ଗୋଟିଏ ଧଳା, ଚିକ୍କଣ ସ୍ଫଟିକ ସିଲଖଡ଼ି ପାତ୍ରରେ ବହୁମୂଲ୍ୟ ଅତର ଭର୍ତ୍ତି କରି ଆଣିଥିଲା। ସେ ଅତର ଖାଣ୍ଟି ଜଟାମାଂସରୁ ତିଆରି ହୋଇଥିଲା। ସ୍ତ୍ରୀ ଲୋକଟି ପାତ୍ରଟି ଖୋଲିଦେଇ ସବୁତକ ଅତର ଯୀଶୁଙ୍କ ମୁଣ୍ଡରେ ଢାଳି ଦେଲା।
4
ଏହା ଦେଖି ସେଠାରେ ଉପସ୍ଥିତ ଥିବା କେତେକ ଲୋକ ଖୁବ୍ ବିରକ୍ତ ହେଲେ ଓ ପରସ୍ପର କୁହାକୁହି ହେଲେ, “ଅତରକୁ ଏଭଳି କାହିଁକି ନଷ୍ଟ କରାଗଲା?
5
ଏହି ଅତରତକ ଜଣକର ସାରା ବର୍ଷର ପରିଶ୍ରମର ମୂଲ୍ୟ ସଙ୍ଗେ ସମାନ। ଏହା ବିକା ଯାଇ ପାରିଥା’ନ୍ତା ଏବଂ ତହିଁର ଅର୍ଥ ଗରିବ ଲୋକମାନଙ୍କୁ ବଣ୍ଟା ଯାଇ ପାରିଥା’ନ୍ତା।” ତେଣୁ ସେମାନେ ସ୍ତ୍ରୀଲୋକଟିକୁ ଦୃଢ଼ ଭାବରେ ସମାଲୋଚନା କରିବାକୁ ଲାଗିଲେ।
6
ଯୀଶୁ କହିଲେ, “ସେହି ସ୍ତ୍ରୀ ଲୋକଟିକୁ ହଇରାଣ କର ନାହିଁ। ତାକୁ ଛାଡ଼ିଦିଅ। ସେ ମୋ’ ପାଇଁ ଗୋଟିଏ ବହୁତ ଭଲ କାମ କରିଛି।
7
କାରଣ ଗରିବମାନେ ତ ସବୁବେଳେ ତୁମ୍ଭ ପାଖରେ ରହିବେ। ତୁମ୍ଭେ ଯେତେବେଳେ ଗ୍ଭହିଁବ, ସେମାନଙ୍କୁ ସାହାଯ୍ୟ କରି ପାରିବ। କିନ୍ତୁ ତୁମ୍ଭେମାନେ ମୋତେ ସଦାବେଳେ ପାଇବ ନାହିଁ।
8
“ଏ ସ୍ତ୍ରୀ ଲୋକଟି ମୋ’ ପାଇଁ ଯାହା କରି ପାରିବାର ଶକ୍ତି ଥିଲା, ସେ ସେତକ କରିଛି। ସମାଧି ନିମନ୍ତେ ମୋ’ ଦେହକୁ ପ୍ରସ୍ତୁତ କରିବା ପାଇଁ ସେ ମୋ’ ଦେହରେ ମୋର ମୃତ୍ୟୁ ପୂର୍ବରୁ ଅତର ଢାଳିଛି।
9
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ସାରା ସଂସାରରେ ଲୋକମାନଙ୍କ ମଧ୍ୟରେ ସୁସମାଗ୍ଭର ପ୍ରଗ୍ଭର କରାଯିବ। ଯେଉଁ ଯେଉଁ ସ୍ଥାନରେ ସୁସମାଗ୍ଭର ପ୍ରଗ୍ଭରିତ ହେବ, ସେହି ସେହି ସ୍ଥାନରେ ଏହି ସ୍ତ୍ରୀ ଲୋକଟିର ଏହି କାର୍ଯ୍ୟ ବିଷୟରେ କୁହାଯିବ। ଲୋକମାନେ ତାହାକୁ ମନେ ପକେଇବେ।”
10
ଯିହୂଦା ଯୀଶୁଙ୍କ ଶତ୍ରୁମାନଙ୍କୁ ସାହାଯ୍ୟ କରିବାକୁ ରାଜି ତା’ପରେ ବାରଜଣ ଯାକ ପ୍ରେରିତଙ୍କ ମଧ୍ୟରୁ ଜଣେ ପ୍ରେରିତ ପ୍ରମୁଖ ଯାଜକମାନଙ୍କ ସହିତ କଥା ବାର୍ତ୍ତା କରିବାକୁ ଗଲା। ଏହି ପ୍ରେରିତର ନାମ ଥିଲା ଇଷ୍କାରିୟୋତ ଯିହୂଦା। ସେ ଯୀଶୁଙ୍କୁ ପ୍ରଧାନଯାଜକମାନଙ୍କ ହାତରେ ଧରେଇ ଦେବାକୁ ଗ୍ଭହୁଁଥିଲା।
11
ପ୍ରଧାନଯାଜକମାନେ ଯିହୂଦାର ଏ କଥାରେ ବହୁତ ଖୁସୀ ହେଲେ। ଏହି କାମ କରି ଦେଲେ ସେମାନେ ଯିହୂଦାକୁ ଟଙ୍କା ଦେବେ ବୋଲି କଥା ଦେଲେ। ତେଣୁ ଯିହୂଦା ଯୀଶୁଙ୍କୁ ପ୍ରଧାନଯାଜକମାନଙ୍କ ହାତରେ ଧରେଇ ଦେବା ପାଇଁ ସୁଯୋଗର ଅପେକ୍ଷାରେ ରହିଲା।
12
ନିସ୍ତାରପର୍ବର ଭୋଜି ଖମୀରଶୂନ୍ୟ ରୋଟୀ ପର୍ବର ପ୍ରଥମ ଦିନରେ ଯିହୂଦୀମାନେ ‘ନିସ୍ତାରପର୍ବର ମେଣ୍ଢାଛୁଆଟି’ କୁ ବଳି ଦିଅନ୍ତି। ସେହି ଦିନ ଯୀଶୁଙ୍କ ପାଖକୁ ତାହାଙ୍କ ଶିଷ୍ୟମାନେ ଆସି ପଗ୍ଭରିଲେ, “ନିସ୍ତାରପର୍ବର ଭୋଜିରେ ଆପଣଙ୍କ ପାଇଁ ସବୁକିଛି ପ୍ରସ୍ତୁତ କରିବାକୁ ଆମ୍ଭେ କେଉଁଠାକୁ ଯିବୁ ବୋଲି ଆପଣ ଗ୍ଭହୁଁଛନ୍ତି?”
13
ତା’ପରେ ଯୀଶୁ ନିଜର ଦୁଇଜଣ ଶିଷ୍ୟଙ୍କୁ ନଗରକୁ ପଠାଇଲେ। ଯୀଶୁ ସେମାନଙ୍କୁ କହିଲେ, “ନଗରକୁ ଯାଅ, ତୁମ୍ଭେ ଗୋଟିଏ ଲୋକକୁ ପାଣି ମାଠିଆଟିଏ ନେଇ ଯାଉଥିବାର ଦେଖିବ। ସେହି ଲୋକ ତୁମ୍ଭ ପାଖକୁ ଆସିବ। ତୁମ୍ଭେ ତା’ର ପଛେ ପଛେ ଯିବ।
14
ସେହି ଲୋକ ଗୋଟିଏ ଘରେ ପ୍ରବେଶ କରିବ, ତୁମ୍ଭେ ମଧ୍ୟ ଯାଇ ସେହି ଘରମାଲିକକୁ କହିବ ଯେ, ‘ଗୁରୁ କହି ପଠେଇଛନ୍ତି ମୁଁ ମୋ’ ଶିଷ୍ୟମାନଙ୍କ ସହିତ ନିସ୍ତାରପର୍ବର ଭୋଜି ଯେଉଁ ବଖରାଟିରେ ପାଳନ କରିବି, ସେହି ବଖରାଟି ଦେଖାଅ? ତାହାଙ୍କୁ କୁହ ଯେ ଗୁରୁ ଏହା ଜାଣିବାକୁ ଇଚ୍ଛା କରନ୍ତି।’
15
ଘର ମାଲିକ ତୁମ୍ଭମାନଙ୍କୁ ଉପର ମହଲାରେ ସମସ୍ତ ବ୍ୟବସ୍ଥା ଥିବା ଗୋଟିଏ ବଡ଼ କୋଠରୀ ଦେଖାଇବେ। ତୁମ୍ଭେ ସେହିଠାରେ ଆମ୍ଭମାନଙ୍କ ପାଇଁ ଖାଦ୍ୟ ପ୍ରସ୍ତୁତ କର।”
16
ତା’ପରେ ଶିଷ୍ୟମାନେ ସେଠାରୁ ନଗରକୁ ଗ୍ଭଲିଗଲେ। ଯୀଶୁ ସେମାନଙ୍କୁ ଯାହା କହିଥିଲେ, ସବୁକଥା ସେହିପରି ଘଟିଲା। ସେଠାରେ ସେମାନେ ନିସ୍ତାରପର୍ବର ଖାଦ୍ୟ ପ୍ରସ୍ତୁତ କଲେ।
17
ସନ୍ଧ୍ୟା ବେଳକୁ ଯୀଶୁ ବାରଜଣଯାକ ପ୍ରେରିତଙ୍କୁ ସାଙ୍ଗରେ ଧରି ସେଠାରେ ଯାଇ ପହଞ୍ଚିଲେ।
18
ସେମାନେ ଖାଉଥିବା ବାଳେ ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ବର୍ତ୍ତମାନ ମୋ’ ସାଙ୍ଗରେ ଖାଉଥିବା ତୁମ୍ଭ ଭିତରୁ ଜଣେ ମୋ’ ପ୍ରତି ବିଶ୍ୱାସଘାତକତା କରିବ।”
19
ଏହା ଶୁଣି ଶିଷ୍ୟମାନେ ବହୁତ ମନ ଦୁଃଖ କଲେ। ପ୍ରତ୍ୟେକେ ଯୀଶୁଙ୍କୁ କହିଲେ, “ନିଶ୍ଚୟ ମୁଁ ସେହି ଲୋକ ନୁହେଁ।”
20
ତା’ପରେ ଯୀଶୁ ସେମାନଙ୍କୁ କହିଲେ, “ସେହି ଲୋକ ତୁମ୍ଭ ବାରଜଣଙ୍କ ମଧ୍ୟରୁ ଜଣେ, ଯେକି ମୋ’ ସହିତ ବିଶ୍ୱାସଘାତକତା କରିବ। ସେ ମୋ’ ସଙ୍ଗେ ଗୋଟିଏ ଗିନାରେ ରୋଟୀ ବୁଡ଼ାଉଛି।
21
ମନୁଷ୍ୟପୁତ୍ରଙ୍କୁ ଯାଇ ମରିବାକୁ ପଡ଼ିବ। ଏହା ଘଟିବ ବୋଲି ଶାସ୍ତ୍ରରେ ଲେଖାଅଛି। କିନ୍ତୁ ଯେଉଁ ଲୋକ ମନୁଷ୍ୟପୁତ୍ରଙ୍କୁ ବିଶ୍ୱାସଘାତକତା କରିବ, ସେହି ଲୋକ ଯଦି ଜନ୍ମ ହୋଇ ନ ଥା’ନ୍ତା, ତେବେ ବହୁତ ଭଲ ହୋଇଥା’ନ୍ତା।”
22
ପ୍ରଭୁଭୋଜ ସେମାନେ ଖାଇବା ସମୟରେ ଯୀଶୁ କିଛି ରୋଟୀ ନେଲେ। ସେ ରୋଟୀ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ରୋଟୀ ଛିଣ୍ଡେଇ ଶିଷ୍ୟମାନଙ୍କୁ ଦେଇ କହିଲେ, “ଏହି ରୋଟୀ ନିଅ। ଏହା ମୋର ଦେହ।”
23
ତା’ପରେ ସେ ଦ୍ରାକ୍ଷାରସର ପାତ୍ରଟି ନେଲେ। ତାହା ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ତା’ପରେ ତାହା ଶିଷ୍ୟମାନଙ୍କୁ ଦେଲେ। ସମସ୍ତ ଶିଷ୍ୟ ସେହି ପାତ୍ରରୁ ଦ୍ରାକ୍ଷାରସ ପିଇଲେ।
24
ତା’ପରେ ଯୀଶୁ କହିଲେ, “ଏହା ମୋର ରକ୍ତ। ମୋର ରକ୍ତ ଏକ ନୂଆ ନିୟମ ଆରମ୍ଭ କରେ। ଏହି ନିୟମଟି ପରମେଶ୍ୱରଙ୍କଠାରୁ ତାହାଙ୍କ ଲୋକଙ୍କ ପାଇଁ ଉଦ୍ଧିଷ୍ଟ। ଏହି ରକ୍ତ ଅନେକ ଲୋକଙ୍କ ପାଇଁ ଦିଆଯାଇଛି।
25
ମୁଁ ତୁମ୍ଭକୁ ସତ୍ୟ କହୁଛି। ମୁଁ ଯେପର୍ଯ୍ୟନ୍ତ ପରମେଶ୍ୱରଙ୍କ ରାଜ୍ୟରେ ନୂଆ ଦ୍ରାକ୍ଷାରସ ପାନ ନ କରିଛି, ସେହି ଦିନ ପର୍ଯ୍ୟନ୍ତ ଆଉ ଦ୍ରାକ୍ଷାରସ ପିଇବି ନାହିଁ।”
26
ସବୁ ଶିଷ୍ୟମାନେ ମିଳି ଗୋଟିଏ ଗୀତ ବୋଲିଲେ ଓ ତା’ପରେ ଜୀତପର୍ବତ ଉପରକୁ ଗ୍ଭଲିଗଲେ।
27
ଯୀଶୁଙ୍କ ଅନୁସରଣକାରୀ ସମସ୍ତେ ତାଙ୍କୁ ଛାଡ଼ିବେ ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ତୁମ୍ଭେମାନେ ସମସ୍ତେ ତୁମ୍ଭମାନଙ୍କର ବିଶ୍ୱାସ ହରେଇ ବସିବ। ଏହା ଶାସ୍ତ୍ରରେ ଲେଖା ଅଛି: ‘ମୁଁ ମେଷପାଳକଙ୍କୁ ମାରି ଦେବି, ତହିଁରେ ମେଣ୍ଢାମାନେ ଏଣେ ତେଣେ ପଳେଇଯିବେ।’
28
କିନ୍ତୁ ମୁଁ ମୃତ୍ୟୁ ପରେ ପୁନରୁତ୍ଥିତ ହେବି। ତା’ପରେ ମୁଁ ଗାଲିଲୀକୁ ଯିବି। ତୁମ୍ଭେମାନେ ସେଠାକୁ ଯିବା ପୂର୍ବରୁ ମୁଁ ସେଠାରେ ଥିବି।”
29
ପିତର କହିଲେ, “ଅନ୍ୟ ସମସ୍ତ ଶିଷ୍ୟ ହୁଏତ ସେମାନଙ୍କ ବିଶ୍ୱାସ ହରେଇ ପାରନ୍ତି। କିନ୍ତୁ ମୁଁ ମୋର ବିଶ୍ୱାସ କଦାପି ହରେଇବି ନାହିଁ।”
30
ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଆଜି ରାତିରେ କୁକୁଡ଼ା ଦ୍ୱିତୀୟ ଥର ଡାକିବା ପୂର୍ବରୁ ତୁମ୍ଭେ ମୋତେ ଚିହ୍ନି ନାହଁ ବୋଲି ତିନିଥର କହିବ।”
31
ଏ କଥା ଶୁଣି ପିତର ଆହୁରି ଜୋର୍ ଦେଇ କହିଲେ, “ମୋତେ ତୁମ୍ଭ ସହିତ ମରିବାକୁ ପଡ଼ିଲେ ସୁଦ୍ଧା ମୁଁ ତୁମ୍ଭକୁ ଚିହ୍ନି ନାହିଁ ବୋଲି କଦାପି କହିବି ନାହିଁ।” ଅନ୍ୟ ସମସ୍ତ ଶିଷ୍ୟ ମଧ୍ୟ ସେହି ଏକା କଥା କହିଲେ।
32
ଯୀଶୁ ଏକାକୀ ପ୍ରାର୍ଥନା କରନ୍ତି ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଗେଥ୍ଶିମାନୀ ନାମକ ଗୋଟିଏ ସ୍ଥାନକୁ ଆସିଲେ। ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ମୁଁ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏଠାରେ ବସ।”
33
ସେ ପିତର, ଯାକୁବ ଓ ଯୋହନଙ୍କୁ ତାହାଙ୍କ ସହିତ ଆସିବାକୁ କହିଲେ। ତା’ପରେ ଯୀଶୁ ଅତ୍ୟଧିକ ବିଚଳିତ ଓ ଦୁଃଖରେ ପୂର୍ଣ୍ଣ ହେବାକୁ ଲାଗିଲେ,
34
ଯୀଶୁ, ପିତର, ଯାକୁବ ଓ ଯୋହନଙ୍କୁ କହିଲେ, “ମୋର ହୃଦୟ ଦୁଃଖରେ ଭାଙ୍ଗି ପଡ଼ୁଛି। ମୁଁ ପ୍ରାଣ ବାହାରି ଯିବା ବେଳ ଭଳି ଦୁଃଖ ଅନୁଭବ କରୁଛି। ଏଠାରେ ଅପେକ୍ଷା କରି ରୁହ ଓ ଜାଗ୍ରତ ମଧ୍ୟ ରୁହ।”
35
ଯୀଶୁ ସେମାନଙ୍କଠାରୁ ଅଳ୍ପ ଦୂରକୁ ଗ୍ଭଲି କରି ଗଲେ। ତା’ପରେ ଯୀଶୁ ଭୂମିରେ ପଡ଼ିଗଲେ ଓ ପ୍ରାର୍ଥନା କଲେ ଯେ ଯଦି ସମ୍ଭବ ହୁଏ, ତେବେ ଏ ଯନ୍ତ୍ରଣାର ମୂହୂର୍ତ୍ତଟି ମୋ’ ପାଖରୁ ଘୁଞ୍ଚିଯାଉ।”
36
ସେ କହିଲେ, “ ଆବ୍ବା ହେ ପରମପିତା ତୁମ୍ଭ ପାଇଁ ସବୁକିଛି ସମ୍ଭବ। ମୋ’ଠାରୁ ଯନ୍ତ୍ରଣାର ଏହି ଗିନାଟି କୁ ଦୂରେଇ ଦିଅ। ତଥାପି ଯାହା ତୁମ୍ଭର ଇଚ୍ଛା, ତାହା କର। କିନ୍ତୁ ମୋ’ ଇଚ୍ଛାରେ କିଛି ନୁହେଁ।”
37
ତା’ପରେ ଯୀଶୁ ତାହାଙ୍କର ଶିଷ୍ୟମାନଙ୍କ ପାଖକୁ ଫେରି ଆସିଲେ। ସେ ସେମାନଙ୍କୁ ଶୋଇପଡ଼ିଥିବାର ଦେଖିଲେ। ସେ ପିତରଙ୍କୁ କହିଲେ, “ଶିମୋନ, ତୁମ୍ଭେ ଶୋଇପଡ଼ିଲ? ତୁମ୍ଭେ ଘଣ୍ଟାଏ ପାଇଁ ଚେଇଁ ରହି ପାରିଲ ନାହିଁ?
38
ଜାଗି ରୁହ ଓ ପ୍ରାର୍ଥନା କର ଯେ, ତୁମ୍ଭେମାନେ ଯେପରି ପରୀକ୍ଷାରେ ନ ପଡ଼। ଯାହା ଠିକ୍, ତୁମ୍ଭର ଆତ୍ମା ତାହା କରିବାକୁ ଗ୍ଭହୁଁଛି, କିନ୍ତୁ ତୁମ୍ଭର ଶରୀର ଦୁର୍ବଳ।”
39
ପୁଣି ଯୀଶୁ ଫେରିଗଲେ ଓ ସେହିଭଳି କହି ପ୍ରାର୍ଥନା କଲେ।
40
ତା’ପରେ ସେ ଶିଷ୍ୟମାନଙ୍କ ପାଖକୁ ପୁଣି ଫେରି ଆସିଲେ ଓ ଦେଖିଲେ ଯେ, ସେମାନେ ପୁଣି ଶୋଇପଡ଼ିଛନ୍ତି। ସେମାନଙ୍କ ଆଖି ନିଦରେ ମାଡ଼ି ପଡ଼ୁଥିଲା। ଶିଷ୍ୟମାନେ ଜାଣି ପାରୁ ନ ଥିଲେ ଯେ, ସେମାନେ ଯୀଶୁଙ୍କୁ କ’ଣ ଉତ୍ତର ଦେବେ।
41
ଯୀଶୁ ତୃତୀୟଥର ପ୍ରାର୍ଥନା ସାରିବା ପରେ ଶିଷ୍ୟମାନଙ୍କ ପାଖକୁ ପୁଣି ଫେରି ଆସିଲେ ଏବଂ କହିଲେ, “ଏବେ ମଧ୍ୟ ତୁମ୍ଭେମାନେ ଶୋଇ ବିଶ୍ରାମ ନେଉଛ? ଯଥେଷ୍ଟ ସମୟ ହେଲାଣି। ବର୍ତ୍ତମାନ ମନୁଷ୍ୟପୁତ୍ରଙ୍କୁ ପାପୀମାନଙ୍କ ହାତରେ ଧରେଇ ଦିଆଯିବାର ସମୟ ଆସି ପହଞ୍ଚି ଗଲା।
42
ଠିଆ ହୁଅ। ଆମ୍ଭେମାନେ ଏଥର ଯିବା। ଦେଖ, ମୋତେ ବିଶ୍ୱାସଘାତକତା କରି ଧରେଇ ଦେବା ଲୋକ ଏବେ ଆସୁଛି।”
43
ଯୀଶୁ ବନ୍ଦୀ ହେଲେ ଯୀଶୁ ଏହି କଥା କହୁଥିବା ସମୟରେ ଯିହୂଦା ଆସି ସେଠାରେ ପହଞ୍ଚିଲା। ସେ ବାରଜଣ ପ୍ରେରିତଙ୍କ ମଧ୍ୟରେ ଜଣେ ଥିଲା। ତା ସାଙ୍ଗରେ ଅନେକ ଲୋକ ଥିଲେ। ସେହି ଲୋକମାନଙ୍କୁ ପ୍ରଧାନଯାଜକ, ଧର୍ମଶାସ୍ତ୍ରୀ ଓ ପ୍ରାଚୀନ ଯିହୂଦୀ ନେତାମାନେ ପଠାଇଥିଲେ। ଯିହୂଦା ଓ ସେହି ଲୋକମାନେ ହାତରେ ଖଣ୍ଡା ଓ ଠେଙ୍ଗା ଧରିଥିଲେ।
44
ବିଶ୍ୱାସଘାତକ ଯିହୂଦା ସେହି ଲୋକମାନଙ୍କୁ ଯୀଶୁଙ୍କୁ ଚିହ୍ନେଇ ଦେବା ପାଇଁ ଗୋଟିଏ ସଙ୍କେତ ଦେଇଥିଲା। ସେ କହିଥିଲା: “ଯେଉଁ ଲୋକକୁ ମୁଁ ଚୁମ୍ବନ ଦେବି, ସେ ହେଉଛନ୍ତି ଯୀଶୁ। ତୁମ୍ଭେମାନେ ତାହାଙ୍କୁ ବନ୍ଦୀ କରିବ ଓ ସାବଧାନରେ ଦୂରକୁ ନେଇଯିବ।”
45
ଯିହୂଦା ଯୀଶୁଙ୍କ ପାଖକୁ ଯାଇ କହିଲା, “ଗୁରୁ!” ତା’ପରେ ଯିହୂଦା ଯୀଶୁଙ୍କୁ ଚୁମ୍ବନ କଲା।
46
ଏହି ସମୟରେ ଲୋକମାନେ ଯୀଶୁଙ୍କୁ ଧରି ବନ୍ଦୀ କରି ନେଲେ।
47
ଯୀଶୁଙ୍କ ପାଖରେ ଠିଆ ହୋଇଥିବା ଜଣେ ଶିଷ୍ୟ ତା’ର ଖଣ୍ଡା ବାହାର କରି ମହାଯାଜକଙ୍କର ଜଣେ ଗ୍ଭକର ଉପରେ ଆଘାତ କଲା। ସେହି ଗ୍ଭକରର କାନ କଟିଗଲା।
48
ଯୀଶୁ ସେହି ଲୋକମାନଙ୍କୁ କହିଲେ, “ମୁଁ କ’ଣ ଜଣେ ଅପରାଧୀ ଯେ, ତୁମ୍ଭେମାନେ ଖଣ୍ଡା ଓ ଠେଙ୍ଗା ନେଇ ମୋତେ ଧରି ନେବାକୁ ଆସିଛ?
49
ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେବା ସମୟରେ ମୁଁ ତୁମ୍ଭମାନଙ୍କ ସହିତ ଥିଲି। କିନ୍ତୁ ସେତେବେଳେ ତୁମ୍ଭେମାନେ ମୋତେ ବନ୍ଦୀ କରି ନ ଥିଲ। କିନ୍ତୁ ଶାସ୍ତ୍ରରେ ଯାହା ଲେଖା ଯାଇଛି ତାହା ଯେପରି ସତ୍ୟ ହୁଏ ସେଥି ନିମନ୍ତେ ଏଭଳି ଘଟୁଛି।”
50
ତା’ପରେ ଯୀଶୁଙ୍କ ଶିଷ୍ୟମାନେ ତାହାଙ୍କୁ ଛାଡ଼ି ଦୌଡ଼ି ପଳାଇଲେ।
51
ଜଣେ ଯୁବକ ଯୀଶୁଙ୍କୁ ଅନୁସରଣ କରୁଥିଲା। ସେ କେବଳ ଖଣ୍ଡିଏ ସରୁ ରେଶମ ଲୁଗା ପିନ୍ଧିଥିଲା। ସେହି ଲୋକମାନେ ଯୁବକକୁ ଧରିବାକୁ ଚେଷ୍ଟା କଲେ।
52
ସେ ଲୁଗାକୁ ଖସାଇ ଦେଲା ଓ ଉଲଗ୍ନ ହୋଇ ଦୌଡ଼ି ପଳାଇଲା।
53
ଯିହୂଦୀ ନେତାଙ୍କ ଆଗରେ ଯୀଶୁଙ୍କ ବିଗ୍ଭର ସେହି ଲୋକମାନେ ଯୀଶୁଙ୍କୁ ମହାଯାଜକଙ୍କ ପାଖକୁ ନେଇଗଲେ। ସମସ୍ତ ପ୍ରଧାନଯାଜକ, ପ୍ରାଚୀନ ନେତାଗଣ ଓ ଧର୍ମଶାସ୍ତ୍ରୀମାନେ ଏକତ୍ରିତ ହେଲେ।
54
ପିତର ଯୀଶୁଙ୍କଠାରୁ ଦୂରରେ ରହି ତାହାଙ୍କ ପଛେ ପଛେ ଆସି ମହାଯାଜକଙ୍କ ଅଗଣା ଭିତରେ ପହଞ୍ଚିଗଲେ। ସେ ସେଠାରେ ପ୍ରହରୀମାନଙ୍କ ସହିତ ବସି ଯାଇ ନିଆଁରେ ସେକି ହେଲେ।
55
ପ୍ରଧାନଯାଜକ ଓ ସମଗ୍ର ଯିହୂଦୀ ସହାସଭା ଯୀଶୁଙ୍କୁ ମୃତ୍ୟୁଦଣ୍ଡ ଦେବା ପାଇଁ ତାହାଙ୍କ ବିରୁଦ୍ଧରେ କୌଣସି ଦୋଷର ପ୍ରମାଣ ପାଇବା ପାଇଁ ଚେଷ୍ଟା କଲେ, କିନ୍ତୁ ସେମାନେ ମୃତ୍ୟୁଦଣ୍ଡ ଦେବା ଭଳି କୌଣସି ପ୍ରମାଣ ପାଇଲେ ନାହିଁ।
56
ଅନେକ ଲୋକ ଆସି ଯୀଶୁଙ୍କ ବିରୁଦ୍ଧରେ ମିଛ ସାକ୍ଷ୍ୟ ଦେଲେ। କିନ୍ତୁ ସେମାନେ ସମସ୍ତେ ଅଲଗା ଅଲଗା କଥା କହିଲେ। ତାହାଙ୍କ ଭିତରୁ ଜଣେ ହେଲେ ଅନ୍ୟ ସହିତ ସମ୍ମତ ନ ଥିଲା।
57
ତା’ପରେ କେତେକ ଲୋକ ଠିଆ ହେଲେ ଓ ଯୀଶୁଙ୍କ ବିରୁଦ୍ଧରେ ମିଛ ସାକ୍ଷ୍ୟ ଦେଇ କହିଲେ,
58
“ଆମ୍ଭେମାନେ ଯୀଶୁଙ୍କୁ ଏହି କଥା କହିବାର ଶୁଣିଛୁ, ‘ମଣିଷ ତିଆରି ଏ ମନ୍ଦିରକୁ ମୁଁ ଭାଙ୍ଗି ଦେବି ଓ ପୁଣି ତିନି ଦିନ ଭିତରେ ଆଉ ଗୋଟିଏ ମନ୍ଦିର ତିଆରି କରିଦେବି, ଯାହାକି ମଣିଷ ହାତରେ ତିଆରି ହୋଇ ନ ଥିବ।”
59
ତଥାପି ଏ ଲୋକମାନେ ଯାହାସବୁ କହିଲେ, ତା’ ମଧ୍ୟରେ କାହାରି କଥା କାହାରି ସାଙ୍ଗରେ ମେଳ ଖାଉ ନ ଥିଲା।
60
ତା’ପରେ ସମସ୍ତଙ୍କ ଆଗରେ ମହାଯାଜକ ଠିଆ ହେଲେ। ସେ ଯୀଶୁଙ୍କୁ କହିଲେ, “ଏ ଲୋକମାନେ ତୁମ୍ଭ ବିରୁଦ୍ଧରେ ଅନେକ କଥା କହିଲେ। ତୁମ୍ଭ ବିରୁଦ୍ଧରେ ଯେତେ ଗୁଡ଼ିଏ ଅଭିଯୋଗ ଅଣାଗଲା, ସେ ବିଷୟରେ ତୁମ୍ଭର କିଛି କହିବାର ଅଛି କି? ଏ ଲୋକମାନେ କ’ଣ ସତ୍ୟ କଥା କହୁଛନ୍ତି?”
61
କିନ୍ତୁ ଯୀଶୁ ଚୁପ୍ ରହିଲେ। ସେ କିଛି ଉତ୍ତର ଦେଲେ ନାହିଁ। ମହାଯାଜକ ଯୀଶୁଙ୍କୁ ଆଉ ଗୋଟିଏ ପ୍ରଶ୍ନ ପଗ୍ଭରିଲେ: “ତୁମ୍ଭେ କ’ଣ ମହାନ୍ ପରମେଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ?”
62
ଯୀଶୁ ଉତ୍ତର ଦେଲେ, “ହଁ ମୁଁ ପରମେଶ୍ୱରଙ୍କ ପୁତ୍ର ଏବଂ ଭବିଷ୍ୟତରେ ତୁମ୍ଭେ ମନୁଷ୍ୟପୁତ୍ରଙ୍କୁ ସେହି ସର୍ବଶକ୍ତିମାନଙ୍କ ଡାହାଣ ପଟେ ବସିଥିବାର ଏବଂ ସ୍ୱର୍ଗର ମେଘମାଳା ମଧ୍ୟରେ ଆସୁଥିବାର ଦେଖିବ।”
63
ମହାଯାଜକ ଏ କଥା ଶୁଣି ଖୁବ୍ ରାଗି ଗଲେ। ସେ ରାଗରେ ନିଜ ବସ୍ତ୍ର ଚିରି ପକାଇ ସମସ୍ତଙ୍କୁ କହିଲେ, “ଆମ୍ଭର ଆଉ ସାକ୍ଷୀର କ’ଣ ଦରକାର?
64
ସେ ପରମେଶ୍ୱରଙ୍କ ବିରୁଦ୍ଧରେ ଯାହାସବୁ କହିଗଲେ, ତୁମ୍ଭେମାନେ ସମସ୍ତେ ଶୁଣିଲ। ଏବେ ତୁମ୍ଭେମାନେ କ’ଣ ଭାବୁଛ?” ସମସ୍ତେ ଯୀଶୁଙ୍କୁ ଅପରାଧୀ ସାବ୍ୟସ୍ତ କଲେ ଓ ତାହାଙ୍କୁ ମୃତ୍ୟୁଦଣ୍ଡ ଦିଆ ଯିବା ଉଚିତ୍ ବୋଲି କହିଲେ।
65
ସେଠାରେ ଉପସ୍ଥିତ ଥିବା କେତେକ ଲୋକ ଯୀଶୁଙ୍କ ଉପରକୁ ଛେପ ପକାଇଲେ। କେତେକ ଯୀଶୁଙ୍କ ମୁହଁ ଘୋଡ଼େଇ ଦେଇ ବିଧା ମାରିଲେ, ଓ ଆଉ କେତେକ ଥଟ୍ଟା କରି କହିଲେ, “ଏବେ ତୁମ୍ଭେ ଆମ୍ଭକୁ ଦେଖେଇ ଦିଅ ଯେ, ତୁମ୍ଭେ ଜଣେ ଭବିଷ୍ୟଦ୍ବକ୍ତା।” ତା’ପରେ ପ୍ରହରୀମାନେ ତାହାଙ୍କୁ ନେଇ ଯାଇ ପିଟିଲେ।
66
ପିତର ଯୀଶୁଙ୍କୁ ଜାଣିଥିବା କଥା ଅସ୍ୱୀକାର କଲେ ସେହି ସମୟରେ ପିତର ମଧ୍ୟ ଅଗଣା ମଧ୍ୟରେ ଥିଲେ। ପିତରଙ୍କ ପାଖକୁ ମହାଯାଜକଙ୍କର ଜଣେ ଗ୍ଭକରାଣୀ ଆସିଲା।
67
ସେ ପିତରଙ୍କୁ ନିଆଁ ପାଖରେ ସେକି ହେଉଥିବାର ଦେଖିଲା। ସେ ପିତରଙ୍କୁ ଭଲ କରି ଗ୍ଭହିଁଲା। ତା’ପରେ ତାହାଙ୍କୁ ଚିହ୍ନି ପାରି କହିଲା, “ତୁମ୍ଭେ ମଧ୍ୟ ନାଜରିତର ଯୀଶୁଙ୍କ ସାଙ୍ଗରେ ଥିଲ।”
68
ପିତର କିନ୍ତୁ କହିଲେ ଯେ, ସେ କେବେ ହେଲେ ଯୀଶୁଙ୍କ ସାଙ୍ଗରେ ନ ଥିଲେ। ସେ କହିଲେ, “ତୁମ୍ଭେ କାହା ବିଷୟରେ କହୁଛ, ସେ ସବୁ ମୁଁ ଜାଣି ପାରୁନି କି ବୁଝି ପାରୁ ନାହିଁ।” ତା’ପରେ ପିତର ସେ ସ୍ଥାନ ଛାଡ଼ି ଅଗଣାର ପ୍ରଦେଶ ଦ୍ୱାର ପାଖକୁ ଗ୍ଭଲିଗଲେ।
69
ସେ ଗ୍ଭକରାଣୀଟି ପୁଣି ପିତରଙ୍କୁ ଦେଖି ସେଠାରେ ଠିଆ ହୋଇଥିବା ଲୋକମାନଙ୍କୁ କହିବାକୁ ଲାଗିଲା, “ଏ ଲୋକଟି ସେମାନଙ୍କ ମଧ୍ୟରୁ ଜଣେ।”
70
ପୁଣି ଥରେ ପିତର କହିଲେ ଯେ, ଏ କଥା ସତ୍ୟ ନୁହେଁ। କିଛି ସମୟ ପରେ ସେଠାରେ ଠିଆ ହୋଇଥିବା ଲୋକମାନେ ପିତରଙ୍କୁ କହିଲେ, “ନିଶ୍ଚିତ ଭାବରେ ତୁମ୍ଭେ ସେମାନଙ୍କ ମଧ୍ୟରୁ ଜଣେ। କାରଣ ତୁମ୍ଭେ ମଧ୍ୟ ଗାଲିଲୀରୁ ଆସିଛ।”
71
ତା’ପରେ ପିତର ଅଭିଶାପ ଦେବାକୁ ଲାଗିଲେ। ସେ ଦୃଢ଼ ଭାବରେ କହିଲେ, “ମୁଁ ପରମେଶ୍ୱରଙ୍କ ନାମରେ ଶପଥ କରି କହୁଛି ଯେ, ତୁମ୍ଭେମାନେ ଯେଉଁ ଲୋକ ବିଷୟରେ କହୁଛ, ମୁଁ ତାହାକୁ ଆଦୌ ଜାଣେ ନାହିଁ।”
72
ପିତର ଏ କଥା କହିବା ପରେ ପରେ କୁକୁଡ଼ାଟିଏ ଦ୍ୱିତୀୟ ଥର ଡାକିଲା। ଯୀଶୁଙ୍କର ସେହିସବୁ କଥା ଏବେ ପିତରଙ୍କର ମନେ ପଡ଼ିଲା: “କୁକୁଡ଼ା ତୃତୀୟ ଥର ଡାକିବା ପୂର୍ବରୁ ତୁମ୍ଭେ ମୋତେ ଜାଣି ନାହଁ ବୋଲି ତିନିଥର କହି ସାରିଥିବ।” ତା’ପରେ ପିତର ଭୀଷଣ ଦୁଃଖରେ ଭାଙ୍ଗି ପଡ଼ି କାନ୍ଦିବାକୁ ଲାଗିଲେ।
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 15 →
All chapters:
1
2
3
4
5
6
7
8
9
10
11
12
13
14
15
16
Recommended Reading
Commentary
Mark Commentaries
→
Devotional
Mark Devotional Guide
→
Get This Bible
Odia Bible ERV (ପବିତ୍ର ବାଇବଲ) Study Bible
→