bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Mark 3
Mark 3
Odia Bible ERV 2004 (ପବିତ୍ର ବାଇବଲ)
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 4 →
1
ଯୀଶୁ ଜଣେ ଖଞ୍ଜ ଲୋକର ହାତ ସୁସ୍ଥ କଲେ ଆଉ ଥରେ ଯୀଶୁ ଯିହୂଦୀମାନଙ୍କ ସମାଜଗୃହକୁ ଯାଇଥିଲେ। ସେଠାରେ ଜଣେ ଖଞ୍ଜ ଲୋକ ଥିଲା।
2
ସେଠାରେ କେତେକ ଲୋକ ଜଗି ରହିଥିଲେ ଯେ, ଯଦି ଯୀଶୁ ସେ ଲୋକଟିକୁ ବିଶ୍ରାମ ଦିବସରେ ସୁସ୍ଥ କରିଦେବେ, ତେବେ ସେମାନେ ଯୀଶୁଙ୍କ ଦୋଷାରୋପ କରିବାକୁ ସୁଯୋଗ ପାଇବେ।
3
ଯୀଶୁ ସେଠାରେ ଥିବା ଖଞ୍ଜ ଲୋକଟିକୁ ଆଦେଶ ଦେଲେ, “ଏଠାରେ ଠିଆ ହୁଅ ଯେପରି ତୁମ୍ଭକୁ ସମସ୍ତେ ଦେଖି ପାରିବେ।”
4
ତା’ପରେ ଯୀଶୁ ଲୋକମାନଙ୍କୁ ପଗ୍ଭରିଲେ, “ବିଶ୍ରାମ ଦିବସରେ କେଉଁ କାମ କରିବା ଠିକ୍? ଭଲ କାମ ନା ମନ୍ଦ କାମ? ଜଣକର ଜୀବନ ରକ୍ଷା କରିବା ଠିକ୍ ନା ଜୀବନ ନଷ୍ଟ କରିବା ଠିକ୍?” କିନ୍ତୁ ସେମାନେ ନୀରବ ରହିଲେ।
5
ତା’ପରେ ଯୀଶୁ ଲୋକମାନଙ୍କ ଆଡ଼କୁ ରାଗରେ ଗ୍ଭହିଁଲେ, କିନ୍ତୁ ସେମାନଙ୍କ ହୃଦୟର କଠିନତା ଲକ୍ଷ୍ୟ କରି ବହୁତ ଦୁଃଖୀ ହେଲେ। ଯୀଶୁ ସେହି ଲୋକଟିକୁ କହିଲେ, “ତୁମ୍ଭ ହାତ ମୋତେ ଦେଖାଅ।” ଲୋକଟି ଯୀଶୁଙ୍କ ଆଡ଼କୁ ହାତଟି ବଢ଼ାଇ ଦେଲା ଓ
6
ତା’ ହାତ ଭଲ ହୋଇଗଲା। ତା’ପରେ ଫାରୂଶୀମାନେ ସେଠାରୁ ଗ୍ଭଲି ଗଲେ ଓ ହେରୋଦୀୟମାନଙ୍କ ସହିତ ମିଶି ଯୀଶୁଙ୍କୁ ମାରିବା ପାଇଁ ଷଡ଼ଯନ୍ତ୍ର କଲେ।
7
ଅନେକ ଲୋକ ଯୀଶୁଙ୍କୁ ଅନୁସରଣ କଲେ ଯୀଶୁ ନିଜ ଶିଷ୍ୟମାନଙ୍କ ସହିତ ଗାଲିଲୀ ହ୍ରଦ କୂଳକୁ ଗ୍ଭଲିଗଲେ। ତାହାଙ୍କ ପଛରେ ଗାଲିଲୀର ଅନେକ ଲୋକ ମଧ୍ୟ ଗଲେ।
8
ଯିହୂଦା, ଯିରୁଶାଲମ, ଇଦୋମ, ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱ ସୋର ଓ ସୀଦୋନର ଗ୍ଭରିଆଡ଼ୁ ଅନେକ ଲୋକ ମଧ୍ୟ ଆସି ପହଞ୍ଚିଲେ। ଏ ଲୋକମାନେ ଆସିବାର କାରଣ ହେଲା, ଯୀଶୁ ଯାହାସବୁ କରୁଥିଲେ, ସେ ସମସ୍ତ ଘଟଣା ସେମାନେ ଶୁଣି ସାରିଥିଲେ।
9
ଯୀଶୁ ଅନେକ ଲୋକଙ୍କୁ ଦେଖିଲେ, ଭିଡ଼ ହୋଇ ଯିବାରୁ ଲୋକମାନେ ଯେପରି ତାହାଙ୍କ ଆଡ଼କୁ ମାଡ଼ି ନ ଆସନ୍ତି ସେଥିପାଇଁ ସେ ନିଜ ଶିଷ୍ୟମାନଙ୍କୁ ଗୋଟିଏ ଛୋଟ ଡଙ୍ଗା ତାହାଙ୍କ ପାଇଁ ପ୍ରସ୍ତୁତ କରିବାକୁ କହିଲେ।
10
ଯୀଶୁ ଅନେକ ଲୋକଙ୍କୁ ସୁସ୍ଥ କଲେ। ତେଣୁ ସବୁ ରୋଗୀମାନେ ତାହାଙ୍କୁ ଛୁଇଁବା ପାଇଁ ତାହାଙ୍କ ଆଡ଼କୁ ମାଡ଼ି ଆସୁଥିଲେ।
11
କେତେକ ଲୋକଙ୍କ ଦେହରେ ଦୁଷ୍ଟାତ୍ମାମାନେ ପ୍ରବେଶ କରିଥିଲେ। ଯେତେବେଳେ ସେହି ଦୁଷ୍ଟାତ୍ମାମାନେ ଯୀଶୁଙ୍କୁ ଦେଖୁଥିଲେ, ସେମାନେ ତାହାଙ୍କ ଆଗରେ ପଡ଼ିଯାଇ ଚିତ୍କାର କରି କହୁଥିଲେ, “ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର।”
12
କିନ୍ତୁ ଯୀଶୁ ସେମାନଙ୍କୁ ଦୃଢ଼ ଭାବରେ ଆଜ୍ଞା ଦେଲେ ଯେ ସେ କିଏ, ଏହା ସେମାନେ ଲୋକମାନଙ୍କୁ ଯେପରି ନ କୁହନ୍ତି।
13
ଯୀଶୁ ବାରଜଣ ପ୍ରେରିତ ଙ୍କୁ ମନୋନୀତ କଲେ ତା’ପରେ ଯୀଶୁ ଗୋଟିଏ ପାହାଡ଼ ଉପରକୁ ଗଲେ। ସେ ଯେଉଁ ଲୋକମାନଙ୍କୁ ଗ୍ଭହିଁଲେ, ସେମାନଙ୍କୁ ତାହାଙ୍କ ପାଖକୁ ଆସିବାକୁ କହିଲେ। ସେମାନେ ଯୀଶୁଙ୍କ ପାଖକୁ ଗଲେ।
14
ଯୀଶୁ ସେମାନଙ୍କ ମଧ୍ୟରୁ ବାରଜଣଙ୍କୁ ବାଛି ପ୍ରେରିତ ବୋଲି ନାମିତ କଲେ। ଯୀଶୁ ଗ୍ଭହୁଁଥିଲେ ଯେ ସେମାନେ ତାହାଙ୍କ ସହିତ ରହିବେ। ସେ ସେମାନଙ୍କୁ ପ୍ରଗ୍ଭର ଉଦ୍ଦେଶ୍ୟରେ ଅନ୍ୟ ସ୍ଥାନ ଗୁଡ଼ିକୁ ପଠାଇବେ ଓ
15
ଲୋକମାନଙ୍କ ଦେହରୁ ଭୁତମାନଙ୍କୁ ତଡ଼ିଦେବା ପାଇଁ ସେମାନଙ୍କର ଅଧିକାର ରହିବ।
16
ଯୀଶୁ ମନୋନୀତ କରିଥିବା ବାରଜଣଙ୍କ ନାମ ଏହିଭଳି; ଶିମୋନ (ଯାହାଙ୍କୁ ସେ ପିତର ବୋଲି ନାମ ଦେଲେ)।
17
ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ (ଯେଉଁମାନଙ୍କୁ ସେ ବିନେରିଗୋଷ୍ ଅର୍ଥାତ “ମେଘ ଗର୍ଜ୍ଜନର ପୁତ୍ର” ନାମ ଦେଲେ)।
18
ଆନ୍ଦ୍ରିୟ, ଫିଲିପ୍ପ, ବାର୍ଥଲମି, ମାଥିଉ, ଥୋମା, ଆଲଫିଙ୍କ ପୁତ୍ର ଯାକୁବ, ଥଦ୍ଦୀୟ, କିଣାନୀୟ ବା ଉଦ୍ଯୋଗୀ ଶିମୋନ ଜିଲୋଟ
19
ତଥା ଇଷ୍କାରିୟୋତ ଯିହୂଦା। ଏହି ଯିହୂଦା ପରେ ପ୍ରବଞ୍ଚନା କରି ଯୀଶୁଙ୍କୁ ଶତ୍ରୁ ହସ୍ତରେ ଅର୍ପଣ କରିଥିଲା।
20
ଯୀଶୁଙ୍କ ଦେହରେ ଦୁଷ୍ଟାତ୍ମା ରହିଛି ବୋଲି କେତେକ କହିଲେ ତା’ପରେ ଯୀଶୁ ଘରକୁ ଫେରିଗଲେ। ସେଠାରେ ମଧ୍ୟ ଅନେକ ଲୋକ ଜମା ହୋଇଗଲେ। ସେଠାରେ ଏତେ ଲୋକ ଥିଲେ ଯେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଖାଇ ମଧ୍ୟ ପାରିଲେ ନାହିଁ।
21
ଯୀଶୁଙ୍କ ପରିବାରର ଲୋକେ ଏସବୁ ଶୁଣିଲେ। ସେମାନେ ଯୀଶୁଙ୍କୁ ଆଣିବାକୁ ଗଲେ। କାରଣ ଲୋକେ କୁହାକୁହି ହେଉଥିଲେ ଯେ, ଯୀଶୁଙ୍କ ମତିଭ୍ରମ ହେଲାଣି।
22
ଯିରୁଶାଲମରୁ ଆସିଥିବା ଧର୍ମଶାସ୍ତ୍ରୀମାନେ କହିଲେ, “ଯୀଶୁଙ୍କ ଦେହରେ ବାଲ୍ଜିବୂଲ୍ ପଶି ଯାଇଛି। ସେଥି ଯୋଗୁଁ ଯୀଶୁ ଭୂତମାନଙ୍କ ମୁଖିଆଙ୍କର ଶକ୍ତି ସାହାଯ୍ୟରେ ଭୂତମାନଙ୍କୁ ତଡ଼ି ଦେଉଛନ୍ତି।”
23
ତେଣୁ ଯୀଶୁ ସେମାନଙ୍କୁ ପାଖକୁ ଡାକିଲେ ଏବଂ ଦୃଷ୍ଟାନ୍ତ ମାଧ୍ୟମରେ ସେମାନଙ୍କୁ ବୁଝାଇଲେ, “ଶୟତାନ କିପରି ଶୟତାନକୁ ତଡ଼ି ଦେଇ ପାରିବ?”
24
ଯଦି କୌଣସି ରାଜ୍ୟ ନିଜ ଭିତରେ ଯୁଦ୍ଧ କରେ ତେବେ ତାହା ଆଉ ତିଷ୍ଠି ରହି ପାରିବ ନାହିଁ।
25
ଯଦି କୌଣସି ପରିବାର ନିଜ ଭିତରେ ଭାଗ ଭାଗ ହୋଇ ଯାଏ, ତେବେ ସେ ପରିବାର ତିଷ୍ଠି ରହି ପାରିବ ନାହିଁ।
26
ସେହିଭଳି ଯଦି ଜଣେ ଶୟତାନ ବିଭାଜିତ ହୋଇ ନିଜ ବିରୁଦ୍ଧରେ ଲଢ଼େଇ କରେ, ତେବେ ସେ ମଧ୍ୟ ତିଷ୍ଠି ରହି ପାରିବ ନାହିଁ ବରଂ ତାହାର ଅନ୍ତ ହୋଇଯିବ।
27
“ଯଦି ଜଣେ ଲୋକ ଗୋଟିଏ ଶକ୍ତିଶାଳୀ ଲୋକର ଘରେ ପଶି ତା’ର ସମ୍ପତ୍ତି ଲୁଟି ନେବାକୁ ଗ୍ଭହିଁବ, ତେବେ ପ୍ରଥମେ ସେ ଶକ୍ତିଶାଳୀ ଲୋକଟିକୁ ବାନ୍ଧିବା ଦରକାର। ତା’ପରେ ସେ ଶକ୍ତିଶାଳୀ ଲୋକଟିର ଘର ଲୁଟି କରି ସବୁ ଜିନିଷ ନେଇ ଯାଇପାରିବ।
28
“ମୁଁ ତୁମ୍ଭକୁ ସତ୍ୟ କହୁଛି, ଲୋକେ ଯେଉଁସବୁ ପାପ କରୁଛନ୍ତି, ସେଗୁଡ଼ିକୁ କ୍ଷମା କରି ଦିଆ ଯାଇ ପାରିବ। ଲୋକେ ପରମେଶ୍ୱରଙ୍କ ବିରୁଦ୍ଧରେ ଯେତେସବୁ ଖରାପ କଥା କହୁଛନ୍ତି, ସେସବୁକୁ ମଧ୍ୟ କ୍ଷମା କରି ଦିଆଯାଇ ପାରିବ।
29
କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧରେ ଯେଉଁ ଲୋକ କିଛି କହିବ, ତାହାକୁ କେବେ ହେଲେ କ୍ଷମା ମିଳିବ ନାହିଁ। ସେ ସବୁବେଳେ ସେହି ପାପର ଦୋଷୀ ହେବ।”
30
ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କଠାରେ ଦୁଷ୍ଟାତ୍ମା ଅଛି ବୋଲି କହିଥିବାରୁ, ଯୀଶୁ ଏସବୁ କହିଲେ।
31
ଯୀଶୁଙ୍କ ଅନୁସରଣକାରୀମାନେ, ତାହାଙ୍କର ପ୍ରକୃତ ପରିବାର ତା’ପରେ ଯୀଶୁଙ୍କ ମା ଓ ଭାଇମାନେ ସେଠାକୁ ଆସିଲେ। ସେମାନେ ବାହାରେ ଠିଆ ହେଲେ ଓ ଗୋଟିଏ ଲୋକକୁ ଯୀଶୁଙ୍କୁ ବାହାରକୁ ଆସିବା ପାଇଁ ଡକାଇ ପଠେଇଲେ।
32
ସେତେବେଳେ ଯୀଶୁଙ୍କ ଗ୍ଭରିପଟେ ଲୋକମାନେ ଘରେ ବସିଥିଲେ। ସେମାନେ ତାହାଙ୍କୁ କହିଲେ, “ତୁମ୍ଭ ମା ଓ ଭାଇମାନେ ତୁମ୍ଭକୁ ବାହାରେ ଅପେକ୍ଷା କରିଛନ୍ତି।”
33
ଯୀଶୁ ପଗ୍ଭରିଲେ, “କିଏ ମୋର ମା? କେଉଁମାନେ ମୋର ଭାଇ?”
34
ତା’ପରେ ଯୀଶୁ ତାହାଙ୍କ ଗ୍ଭରି ପାଖରେ ବସିଥିବା ଲୋକମାନଙ୍କ ଆଡ଼େ ଗ୍ଭହିଁଲେ। ସେ କହିଲେ, “ଏ ଲୋକମାନେ ମୋର ମା ଓ ଭାଇ।
35
ଯେଉଁମାନେ ପରମେଶ୍ୱରଙ୍କ ଇଚ୍ଛାକୁ କାର୍ଯ୍ୟକାରୀ କରନ୍ତି, ସେମାନେ ହିଁ ମୋର ଭାଇ, ଭଉଣୀ ଓ ମା।”
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 4 →
All chapters:
1
2
3
4
5
6
7
8
9
10
11
12
13
14
15
16