bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Mark 4
Mark 4
Odia Bible ERV 2004 (ପବିତ୍ର ବାଇବଲ)
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 5 →
1
କୃଷକ ବୀଜ ବୁଣିବା ବିଷୟରେ ଦୃଷ୍ଟାନ୍ତ କଥା ଯୀଶୁ ପୁଣି ହ୍ରଦ କୂଳରେ ଉପଦେଶ ଦେବା ଆରମ୍ଭ କଲେ। ସେଠାରେ ତାହାଙ୍କ ଗ୍ଭରିପଟେ ବହୁତ ଲୋକ ଜମା ହୋଇଗଲେ। ତେଣୁ ସେ ହ୍ରଦରେ ଥିବା ଗୋଟିଏ ଡଙ୍ଗାରେ ଯାଇ ବସିଲେ। ଅନ୍ୟ ସବୁ ଲୋକ ହ୍ରଦର କୂଳରେ ଠିଆ ହୋଇ ରହିଲେ।
2
ଯୀଶୁ ଡଙ୍ଗାରେ ଥାଇ ଲୋକମାନଙ୍କୁ ଶିକ୍ଷା ଦେଲେ। ସେ ସେମାନଙ୍କୁ ଉପଦେଶ ଦେବା ପାଇଁ ଅନେକଗୁଡ଼ିଏ ଦୃଷ୍ଟାନ୍ତ କଥାର ପ୍ରୟୋଗ କଲେ। ତାହାଙ୍କ ଶିକ୍ଷାରେ ସେ କହିଲେ,
3
“ଶୁଣ, ଜଣେ ଗ୍ଭଷୀ ବୀଜ ବୁଣିବାକୁ ବାହାରିଲା।”
4
ଯେତେବେଳେ ଗ୍ଭଷୀଟି ବୀଜ ବୁଣୁଥିଲା, ସେଥିରୁ କିଛି ବୀଜ ରାସ୍ତାରେ ପଡ଼ିଗଲା। ପକ୍ଷୀମାନେ ଆସି ସେତକ ଖାଇ ଦେଲେ।
5
ଆଉ କିଛି ବୀଜ ପଥୁରିଆ ଜମିରେ ପଡ଼ିଗଲା। ସେ ଜମିରେ ଯଥେଷ୍ଟ ମାଟି ନ ଥିଲା। ଯଥେଷ୍ଟ ମାଟି ନ ଥିବାରୁ ସେ ବୀଜଗୁଡ଼ିକ ଅତି ଶୀଘ୍ର ଗଜା ହୋଇଗଲା।
6
କିନ୍ତୁ ସୂର୍ଯ୍ୟ ଆକାଶରେ ଉଠିବା ପରେ ପରେ ଉତ୍ତାପ ହେତୁ ଗଜାଗୁଡ଼ିକ ଜଳି ଗଲା। ମାଟି ଭିତରକୁ ଚେର ଗଭୀର ଭାବରେ ଯାଇ ପାରି ନ ଥିବାରୁ ଗଛ ଗ୍ଭରାଗୁଡ଼ିକ ଶୁଖିଗଲା।
7
କିଛି ବୀଜ କଣ୍ଟାବୁଦାଗୁଡ଼ିକ ଭିତରେ ପଡ଼ିଗଲା। କଣ୍ଟାବୁଦାଗୁଡ଼ିକ ବଢ଼ୁ ଥିଲା, ତେଣୁ କଣ୍ଟାବୁଦା ଗୁଡ଼ିକ ଗଛଗ୍ଭରାଗୁଡ଼ିକୁ ଗ୍ଭପି ଦେଲା, ତା’ ଫଳରେ ସେଗୁଡ଼ିକ ଭଲ ଭାବରେ ବଢ଼ି ପାରିଲା ନାହିଁ। ତେଣୁ ସେଥିରେ ଫଳ ଫଳିଲା ନାହିଁ।
8
କେତେକ ବୀଜ ଭଲ ମାଟିରେ ପଡ଼ିଲା। ସେଥିରୁ ଗଛ ହେଲା। ଗଛ ଭଲ ବଢ଼ିଲା ଓ ଫଳ ଫଳିଲା କେତେକ ଗଛରେ ତିରିଶ୍ ଗୁଣ ବା ଷାଠିଏ ଗୁଣ ଏପରିକି କେତେକ ଗଛରେ ଶହେ ଗୁଣ ପର୍ଯ୍ୟନ୍ତ ଫଳ ଫଳିଲା।”
9
ତା’ପରେ ଯୀଶୁ କହିଲେ, “ତୁମ୍ଭମାନଙ୍କ ଭିତରୁ ଯିଏ ଶୁଣୁଛି, ଶୁଣୁ।”
10
ଯୀଶୁ କାହିଁକି ଦୃଷ୍ଟାନ୍ତ ପ୍ରୟୋଗ କରନ୍ତି ପରେ ଯେତେବେଳେ ଯୀଶୁ ଏକୁଟିଆ ଥିଲେ, ସେତେବେଳେ ତାହାଙ୍କର ବାରଜଣ ଯାକ ପ୍ରେରିତ ଓ ଅନ୍ୟ ଶିଷ୍ୟମାନେ ତାହାଙ୍କୁ ଦୃଷ୍ଟାନ୍ତ ସମ୍ବନ୍ଧରେ ପଗ୍ଭରିଲେ।
11
ଯୀଶୁ କହିଲେ, “କେବଳ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟର ନିଗୂଢ଼ତତ୍ତ୍ୱ ବୁଝି ପାରିବା ପାଇଁ ଶକ୍ତି ଦିଆଯାଇଛି। କିନ୍ତୁ ଅନ୍ୟମାନଙ୍କ ପାଇଁ ମୁଁ ଦୃଷ୍ଟାନ୍ତ ମାଧ୍ୟମରେ ସବୁକଥା କହୁଛି।
12
ମୁଁ ଏପରି କରେ କାରଣ: ‘ସେମାନେ ଖାଲି ଗ୍ଭହୁଁଥିବେ ସିନା କିନ୍ତୁ କିଛି ଦେଖି ପାରୁ ନ ଥିବେ। ସେମାନେ ଖାଲି ଶୁଣୁଥିବେ ସିନା କିଛି ବୁଝି ପାରୁ ନ ଥିବେ। ଯଦି ସେମାନେ ଦେଖି ପାରିବେ ଓ ବୁଝି ପାରିବେ, ତେବେ ସେମାନେ ବଦଳି ଯିବେ ଓ କ୍ଷମା ପାଇ ଯିବେ।’”
13
ଯୀଶୁ ବୀଜବୁଣା ଦୃଷ୍ଟାନ୍ତ କଥା ବୁଝାଇଲେ ତା’ପରେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏହି ଦୃଷ୍ଟାନ୍ତ ବୁଝି ପାରୁଛ କି? ତେବେ ଅନ୍ୟ ଦୃଷ୍ଟାନ୍ତଗୁଡ଼ିକ କିପରି ବୁଝିବ?”
14
ଗ୍ଭଷୀଟି ଲୋକମାନଙ୍କ ମନ ମଧ୍ୟରେ ପରମେଶ୍ୱରଙ୍କ ଉପଦେଶ ବୁଣୁଥିବା ଲୋକ ଭଳି।
15
ବେଳେବେଳେ ବାକ୍ୟ ରାସ୍ତାରେ ପଡ଼ିଯାଏ। କେତେକ ଲୋକ ଏହି ରାସ୍ତା ଭଳି, ସେହି ଲୋକମାନେ ପରମେଶ୍ୱରଙ୍କ ବାକ୍ୟ ଶୁଣନ୍ତି କିନ୍ତୁ ଶୟତାନ ତତ୍କ୍ଷଣାତ୍ ଆସି ସେମାନଙ୍କ ମଧ୍ୟରେ ବୁଣା ଯାଇଥିବା ବାକ୍ୟକୁ ନେଇ ଯାଏ।
16
“ଆଉ କେତେକ ଲୋକ ପଥୁରିଆ ବୁଣା ଯାଇଥିବା ବୀଜ ଭଳି, ସେମାନେ ବାକ୍ୟ ଶୁଣନ୍ତି ଏବଂ ଶୀଘ୍ର ଆନନ୍ଦରେ ତାହା ଗ୍ରହଣ କରି ନିଅନ୍ତି।
17
କିନ୍ତୁ ତାହାର ଚେର ତାହାଙ୍କ ହୃଦୟର ଗଭୀରତାରେ ପ୍ରବେଶ କରି ପାରେ ନାହିଁ। କେବଳ କିଛି କ୍ଷଣ ପାଇଁ ସେମାନେ ବାକ୍ୟକୁ ଧରି ରଖନ୍ତି। ପରେ ଯେତେବେଳେ ବାକ୍ୟ ଯୋଗୁଁ ବିପଦ ଆସେ ବା ସେମାନେ ନିର୍ଯ୍ୟାତିତ ହୁଅନ୍ତି, ସେତେବେଳେ ସେମାନେ ତୁରନ୍ତ ବିଶ୍ୱାସ ପରିତ୍ୟାଗ କରନ୍ତି।
18
“ଆଉ କେତେକ ଲୋକ କଣ୍ଟାବୁଦାଗୁଡ଼ିକରେ ପଡ଼ି ଯାଇଥିବା ବୀଜ ଭଳି। ଏମାନେ ବାକ୍ୟ ଶୁଣନ୍ତି।
19
କିନ୍ତୁ ତାହାଙ୍କ ମନରେ ଜୀବନର ଚିନ୍ତା, ଧନ-ସମ୍ପତ୍ତିର ମୋହ ଓ ଅନ୍ୟ ବସ୍ତୁ ଲାଭ କରିବାର ଲାଳସା ଆସେ ଓ ସେଗୁଡ଼ିକ ବାକ୍ୟକୁ ଗ୍ଭପି ପକାଏ। ଫଳରେ ତାହା ସେମାନଙ୍କ ଜୀବନରେ ଫଳହୀନ ହୁଏ।
20
“କେତେକ ଲୋକ ଭଲମାଟିରେ ବୁଣା ଯାଇଥିବା ବୀଜ ଭଳି, ସେମାନେ ବାକ୍ୟକୁ ଶୁଣନ୍ତି ଓ ତାହା ଗ୍ରହଣ କରନ୍ତି। ତା’ପରେ ସେମାନେ ବୃଦ୍ଧି ପାଇ ଫଳପ୍ରଦ ହୁଅନ୍ତି। ତାହା ବେଳେବେଳେ ତିରିଶ୍ ଗୁଣ, ଷାଠିଏ ଗୁଣ ବା ଶହେ ଗୁଣ ପର୍ଯ୍ୟନ୍ତ ଫଳ ଦେଇଥାଏ।”
21
ଯାହା ତୁମ୍ଭ ପାଖରେ ଅଛି ତାହାର ବିନିଯୋଗ କର ତା’ପରେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେ କ’ଣ ହାଣ୍ଡି ତଳେ କି ଖଟ ତଳେ ଦୀପଟିଏ ରଖ କି? ତୁମ୍ଭ ଦୀପରୂଖା ଉପରେ ଦୀପ ରଖ।
22
ତେବେ ଯାହାକିଛି ଲୁଚି ରହିଛି, ତାହା ସ୍ପଷ୍ଟ ହୋଇଯିବ। ଯାହାକିଛି ରହସ୍ୟ ହୋଇ ରହିଛି, ତାହା ପ୍ରକାଶ ପାଇବ।
23
ମୋତେ ଶୁଣିଥିବା ଲୋକମାନେ ଶୁଣନ୍ତୁ।
24
“ତୁମ୍ଭେ ଯାହା ଶୁଣୁଛ, ତାହା ଉପରେ ସାବଧାନ ହୋଇ ବିଗ୍ଭର କର ତୁମ୍ଭେ ଯେଉଁଭଳି ଭାବରେ ଅନ୍ୟକୁ ଦେଉଛ, ପରମେଶ୍ୱର ତୁମ୍ଭକୁ ଠିକ୍ ସେହିଭଳି ଭାବରେ ଦେବେ। ବରଂ ପରମେଶ୍ୱର ତୁମ୍ଭକୁ ଆହୁରି ଅଧିକ ଦେବେ।
25
ଯାହା ପାଖରେ କିଛି ଅଛି, ତାହାକୁ ଆଉ ଅଧିକ ଦିଆଯିବ। କିନ୍ତୁ ଯାହା ପାଖରେ ଖୁବ୍ କମ୍ ଅଛି, ତାହା ମଧ୍ୟ ସେ ହରେଇ ବସିବ।”
26
ବୀଜର ଦୃଷ୍ଟାନ୍ତ ବିଷୟରେ ଯୀଶୁ ବ୍ୟାଖ୍ୟା କଲେ ଯୀଶୁ ପୁଣି କହିଲେ, “ପରମେଶ୍ୱରଙ୍କ ରାଜ୍ୟ, ବୀଜ ବୁଣୁଥିବା ଲୋକଟିଏ ଭଳି।
27
ବୀଜରୁ ଅଙ୍କୁର ବାହାରି ଦିନରାତି ବଢ଼ିବାକୁ ଲାଗେ। ସେହି ଲୋକ ଦିନରେ ଚେଇଁଥାଉ କି ରାତିରେ ଶୋଇଥାଉ, ସେଥିରେ କିଛି ଯାଏ ଆସେ ନାହିଁ। ତଥାପି ଅଙ୍କୁରଟି ଆପଣା ଛାଁଏ ବଢ଼ି ଗ୍ଭଲୁଥାଏ। ସେହ ଲୋକ ଜାଣି ପାରେ ନାହିଁ ଯେ ଅଙ୍କୁରଟି କିପରି ବଢ଼ୁଛି।
28
କାହାରି ସାହାଯ୍ୟ ବିନା ଭୂମି ଆପେ ଆପେ ଶସ୍ୟ ଉତ୍ପନ୍ନ କରେ। ପ୍ରଥମେ ଅଙ୍କୁର, ତା’ପରେ କେଣ୍ଡା ହୁଏ। ତା’ପରେ କେଣ୍ଡାରୁ ପରିପୂର୍ଣ୍ଣ ଶସ୍ୟ ହୁଏ,
29
ଯେତେବେଳେ ଶସ୍ୟ ପାଚିଯାଏ, ସେତେବେଳେ ସେହି ଲୋକ ଦାଆ ନେଇ ତାକୁ କାଟେ। କାରଣ ଏହା ହିଁ ଅମଳ କରିବାର ଉପଯୁକ୍ତ ସମୟ।”
30
ପରମେଶ୍ୱରଙ୍କ ରାଜ୍ୟ ଏକ ସୋରିଷଦାନା ଭଳି ସେ ପୁଣି କହିଲେ, “ପରମେଶ୍ୱରଙ୍କ ରାଜ୍ୟ ସମ୍ପର୍କରେ କ’ଣ କହି ମୁଁ ତୁମ୍ଭକୁ ବୁଝାଇବି? ମୁଁ କେଉଁ ଦୃଷ୍ଟାନ୍ତ ମାଧ୍ୟମରେ ଏହା ବୁଝେଇବି?
31
ପରମେଶ୍ୱରଙ୍କ ରାଜ୍ୟ ଗୋଟିଏ ସୋରିଷଦାନା ଭଳି। ଏହି ସୋରିଷଦାନା, ତୁମ୍ଭେ ବୁଣୁଥିବା ବୀଜଗୁଡ଼ିକ ଭିତରେ ସବୁଠାରୁ ଛୋଟ।
32
କିନ୍ତୁ ତୁମ୍ଭେ ବୁଣିବା ପରେ ଏହି ବୀଜ ବଢ଼ି ତୁମ୍ଭ ବଗିଗ୍ଭର ଅନ୍ୟ ଗଛମାନଙ୍କ ଭିତରେ ସବୁଠାରୁ ବଡ଼ ହୋଇଯାଏ। ତା’ର ଶାଖା ଗୁଡ଼ିକ ବଡ଼ ହୋଇଯାଏ। ପକ୍ଷୀମାନେ ଆସି ତା’ ଛାଇରେ ବସା ବାନ୍ଧି ରହନ୍ତି।”
33
ଯୀଶୁ ଏହିଭଳି ଅନେକ ଦୃଷ୍ଟାନ୍ତ ମାଧ୍ୟମରେ ସେମାନଙ୍କୁ ଉପଦେଶ ପ୍ରଦାନ କରୁଥିଲେ। ସେମାନଙ୍କର ବୁଝି ପାରିବା କ୍ଷମତା ଅନୁସାରେ ଯୀଶୁ ସେମାନଙ୍କୁ କହୁଥିଲେ।
34
ଯୀଶୁ ଲୋକଙ୍କୁ ଉପଦେଶ ଦେଲାବେଳେ ସବୁବେଳେ ଦୃଷ୍ଟାନ୍ତର ପ୍ରୟୋଗ କରୁଥିଲେ। କିନ୍ତୁ ଯୀଶୁଙ୍କ ସହିତ ତାହାଙ୍କ ଶିଷ୍ୟମାନେ ଏକୁଟିଆ ଥିବା ବେଳେ, ଯୀଶୁ ସେମାନଙ୍କୁ ସବୁଗୁଡ଼ିକର ଅର୍ଥ ସ୍ପଷ୍ଟ ଭାବରେ ବୁଝେଇ ଦେଉଥିଲେ।
35
ଯୀଶୁ ଝଡ଼ ବନ୍ଦ କରିଦେଲେ ସେହି ଦିନ ସନ୍ଧ୍ୟାବେଳେ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଗ୍ଭଲ, ଆର ପଟକୁ ଯିବା।”
36
ତେଣୁ ସେମାନେ ସବୁ ଲୋକଙ୍କୁ ସେଠାରେ ଛାଡ଼ିଦେଲେ। ଯେଉଁ ଡଙ୍ଗାରେ ଯୀଶୁ ପୂର୍ବରୁ ବସି ସାରିଥିଲେ, ଶିଷ୍ୟମାନେ ମଧ୍ୟ ଯାଇ ସେଥିରେ ବସିଲେ। ସେଠାରେ ଅନ୍ୟ ଡଙ୍ଗାଗୁଡ଼ିକ ମଧ୍ୟ ଥିଲା।
37
ତା’ପରେ ହ୍ରଦରେ ଗୋଟିଏ ଭୟଙ୍କର ଝଡ଼ ସୃଷ୍ଟି ହେଲା। ଡଙ୍ଗା ଆଡ଼କୁ ଢେଉ ମାଡ଼ି ଆସିଲା। ଡଙ୍ଗାରେ ପାଣି ପ୍ରାୟ ଭର୍ତ୍ତି ହୋଇଗଲା।
38
ଯୀଶୁ ଡଙ୍ଗା ଭିତରେ ପଛ ମଙ୍ଗରେ ଗୋଟିଏ ତକିଆରେ ମୁଣ୍ଡ ଦେଇ ଶୋଇ ପଡ଼ିଥିଲେ। ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଯାଇ ତାହାଙ୍କୁ ଉଠାଇଲେ। ସେମାନେ କହିଲେ, “ଗୁରୁ, ତୁମ୍ଭେ କ’ଣ ଆମ୍ଭ କଥା କିଛି ଚିନ୍ତା କରୁ ନାହଁ, ବର୍ତ୍ତମାନ ଆମ୍ଭେ ବୁଡ଼ିଯିବା।”
39
ଯୀଶୁ ଉଠି ପଡ଼ିଲେ, ସେ ପବନକୁ ଧମକ ଦେଲେ ଓ ଢେଉକୁ କହିଲେ, “ଶାନ୍ତ ହୁଅ, ସ୍ଥିର ହୁଅ।” ତା’ପରେ ଝଡ଼ ବନ୍ଦ ହୋଇଗଲା। ହ୍ରଦ ଶାନ୍ତ ହୋଇଗଲା।
40
ତା’ପରେ ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଭୟ କରୁଛ? ଏ ପର୍ଯ୍ୟନ୍ତ କ’ଣ ତୁମ୍ଭମାନଙ୍କର ବିଶ୍ୱାସ ହୋଇ ନାହିଁ?”
41
ସେମାନେ କିନ୍ତୁ ବହୁତ ଡରି ଯାଇଥିଲେ। ସେମାନେ ନିଜ ଭିତରେ ପଚରା ଉଚରା ହେଲେ, “ଏ କେଉଁ ପ୍ରକାରର ଲୋକ? ଏପରିକି ପବନ ଓ ପାଣି ମଧ୍ୟ ତାହାଙ୍କୁ ମାନୁଛନ୍ତି।”
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 5 →
All chapters:
1
2
3
4
5
6
7
8
9
10
11
12
13
14
15
16