bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Mark 5
Mark 5
Odia Bible ERV 2004 (ପବିତ୍ର ବାଇବଲ)
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 6 →
1
ଯୀଶୁ ଜଣେ ଲୋକକୁ ଦୁଷ୍ଟାତ୍ମା କବଳରୁ ମୁକ୍ତକଲେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ହ୍ରଦର ଅପର ପାର୍ଶ୍ୱର ଗରାଶୀୟମାନଙ୍କ ଦେଶରେ ପହଞ୍ଚିଲେ।
2
ଯୀଶୁ ଡଙ୍ଗାର ବାହାରକୁ ଆସିବା ମାତ୍ରେ ଗୋଟିଏ ଲୋକ କବର ମଧ୍ୟରୁ ବାହାରି ତାହାଙ୍କ ପାଖକୁ ଆସିଲା ତା’ ଦେହରେ ଦୁଷ୍ଟାତ୍ମା ପ୍ରବେଶ କରି ରହିଥିଲା।
3
ସେ ଲୋକଟି କବର ମଧ୍ୟରେ ରହୁଥିଲା। ତାହାକୁ କେହି ହେଲେ ବାନ୍ଧି ପାରୁ ନ ଥିଲେ। ଏପରିକି ଶିକୁଳିରେ ମଧ୍ୟ ତାକୁ ବାନ୍ଧି ପାରୁ ନ ଥିଲେ।
4
କାରଣ ତାହାକୁ ଅଧିକାଂଶ ସମୟରେ ହାତକଡ଼ି ଓ ବେଡ଼ି ଦ୍ୱାରା ବାନ୍ଧି ଦିଆଯାଉଥିଲା। କିନ୍ତୁ ସେ ହାତକଡ଼ିକୁ ଛିଣ୍ଡାଇ ଖୋଲି ଦେଉଥିଲା ଓ ଶିକୁଳିକୁ ଖଣ୍ଡ ଖଣ୍ଡ କରି ଛିଣ୍ଡାଇ ଦେଉଥିଲା। କେହି ହେଲେ ତାକୁ ନିୟନ୍ତ୍ରିତ କରି ପାରୁ ନ ଥିଲେ।
5
ସେ ଦିନରାତି ସଦାବେଳେ କବର ଓ ପାହାଡ଼ରେ ଥାଇ ଚିତ୍କାର କରୁଥିଲା ଓ ନିଜକୁ ପଥରରେ କ୍ଷତ ବିକ୍ଷତ କରି ପକାଉଥିଲା।
6
ଲୋକଟି ଯୀଶୁଙ୍କୁ ଦୂରରୁ ଦେଖି ତାହାଙ୍କ ପାଖକୁ ଧାଇଁ ଆସିଲା ଓ ପ୍ରଣାମ କରି ତାହାଙ୍କ ଆଗରେ ପଡ଼ିଗଲା।
7
ଯୀଶୁ ସେହି ଲୋକକୁ କହିଲେ, “ରେ ଦୁଷ୍ଟାତ୍ମା, ଏହି ଲୋକ ଦେହରୁ ବାହାରି ଆ।” ଯୀଶୁ ଏପରି କରିବା ଦ୍ୱାରା ସେହି ଲୋକ ବଡ଼ ପାଟିରେ ଚିତ୍କାର କରି କହିଲା, “ସବୁଠାରୁ ମହାନ ପରମେଶ୍ୱରଙ୍କ ପୁତ୍ର ହେ ଯୀଶୁ, ତୁମ୍ଭେ ମୋ’ଠାରୁ କ’ଣ ଗ୍ଭହୁଁଛ? ତୁମ୍ଭକୁ ମୁଁ ଅନୁରୋଧ କରୁଛି, ତୁମ୍ଭେ ମୋତେ ହଇରାଣ କର ନାହିଁ।”
9
ଯୀଶୁ ତାକୁ ପଗ୍ଭରିଲେ, “ତୁମ୍ଭ ନାମ କ’ଣ?” ଲୋକଟି କହିଲା, “ମୋ’ ନାମ ଲିଜନ ବା ବାହିନୀଭୂତ। କାରଣ ଆମ୍ଭେ ଅନେକ।”
10
ସେହି ଦୁଷ୍ଟାତ୍ମାମାନେ ବାରମ୍ବାର କାକୁତି ମିନତି ହୋଇ ଭିକ୍ଷା ମାଗିଲେ ଯେ ସେ ସେମାନଙ୍କୁ ସେହି ଅଞ୍ଚଳର ବାହାରକୁ ପଠେଇ ନ ଦିଅନ୍ତୁ।
11
ସେହି ପାହାଡ଼ କଡ଼ରେ ସେତେବେଳେ ଘୁଷୁରିଙ୍କର ଗୋଟିଏ ବଡ଼ ପଲ ଚରୁଥିଲା।
12
ଦୁଷ୍ଟାତ୍ମାମାନେ ଯୀଶୁଙ୍କୁ ଅନୁରୋଧ କଲେ, “ଆମ୍ଭକୁ ଘୁଷୁରିମାନଙ୍କ ପାଖକୁ ପଠେଇ ଦିଅ, ତାହାହାଲେ ଆମ୍ଭେ ସେମାନଙ୍କ ଦେହ ଭିତରେ ପ୍ରବେଶ କରିଯିବୁ।”
13
ଯୀଶୁ ସେମାନଙ୍କୁ ଏପରି କରିବାକୁ ଅନୁମତି ଦେଇଦେଲେ। ତା’ପରେ ଦୁଷ୍ଟାତ୍ମାମାନେ ସେହି ଲୋକଟି ଦେହରୁ ବାହାରି ଘୁଷୁରିମାନଙ୍କ ଦେହରେ ପଶିଗଲେ। ସେହି ଘୁଷୁରି ପଲରେ ପ୍ରାୟ ଦୁଇ ହଜାର ଘୁଷୁରି ଥିଲେ। ସେ ସବୁତକ ଘୁଷୁରି ପାହାଡ଼ କଡ଼କୁ ଖୁବ୍ ବେଗରେ ଧାଇଁଲେ ଓ ହ୍ରଦ ଭିତରେ ପଡ଼ି ଗଲେ। ସବୁତକ ଘୁଷୁରି ପାଣିରେ ବୁଡ଼ିଗଲେ।
14
ଘୁଷୁରି ପଲର ଜଗୁଆଳମାନେ ପଳେଇ ଯାଇ ସହରରେ ଏହି ଘଟଣା ବିଷୟରେ କହିଲେ। ଲୋକେ କ’ଣ ଘଟିଛି ବୋଲି ଦେଖିବାକୁ ଆସିଲେ।
15
ସେମାନେ ଯୀଶୁଙ୍କ ପାଖରେ ପହଞ୍ଚି ଦେଖିଲେ ଯାହା ଦେହରେ ବାହିନୀଭୂତ ପ୍ରବେଶ କରିଥିଲା, ସେ ଲୋକଟି ଲୁଗାପଟା ପିନ୍ଧି ଭଲ ଭାବରେ ବସିଛି। ତାହାର ମନ ଭଲ ହୋଇ ଯାଇଛି। ଏହା ଦେଖି ସେମାନେ ଭୟଭୀତ ହେଲେ।
16
ସେଠାରେ କେତେକ ଲୋକ ଥିଲେ, ଯେଉଁମାନେ ଯୀଶୁଙ୍କ କାର୍ଯ୍ୟ ଦେଖିଥିଲେ। ସେମାନେ ଅନ୍ୟ ଲୋକମାନଙ୍କ ଆଗରେ ଦୁଷ୍ଟାତ୍ମା ଭୂତଗ୍ରସ୍ତ ଲୋକଟିର ଓ ଘୁଷୁରିମାନଙ୍କର କ’ଣ ହେଲା, ସେ ସବୁ ବର୍ଣ୍ଣନା କଲେ।
17
ତା’ପରେ ସେ ଲୋକମାନେ ଯୀଶୁଙ୍କୁ ସେ ଅଞ୍ଚଳ ଛାଡ଼ି ଗ୍ଭଲିଯିବାକୁ ଅନୁରୋଧ କଲେ।
18
ଯୀଶୁ ଡଙ୍ଗାରେ ବସି ଗ୍ଭଲି ଯିବାକୁ ପ୍ରସ୍ତୁତ ହେଲେ। ଯିଏ ପୂର୍ବରୁ ଦୁଷ୍ଟାତ୍ମା ଦ୍ୱାରା ଆକ୍ରାନ୍ତ ହୋଇଥିଲା, ସେ ଯୀଶୁଙ୍କ ସହିତ ଯିବାକୁ ତାହାଙ୍କୁ ଅନୁରୋଧ କଲା।
19
କିନ୍ତୁ ଯୀଶୁ ତାହାକୁ ଯିବା ପାଇଁ ଅନୁମତି ଦେଲେ ନାହିଁ। ଯୀଶୁ କହିଲେ, “ତୁମ୍ଭେ ତୁମ୍ଭର ଘରକୁ, ଆତ୍ମୀୟ ସ୍ୱଜନଙ୍କ ପାଖକୁ ଯାଅ। ପ୍ରଭୁ ତୁମ୍ଭ ପାଇଁ ଯାହା କରିଛନ୍ତି, ସେ ସମସ୍ତ କଥା ସେମାନଙ୍କୁ କୁହ ଯେ ପ୍ରଭୁ ତୁମ୍ଭକୁ ଦୟା କରିଛନ୍ତି।”
20
ତେଣୁ ସେ ଗ୍ଭଲିଗଲା ଓ ଦେକାପଲି ଅଞ୍ଚଳର ଲୋକଙ୍କୁ କହିବାକୁ ଲାଗିଲା ଯେ, ଯୀଶୁ କିପରି ତା’ ପାଇଁ କେତେ ବଡ଼ କାମ କରିଛନ୍ତି। ସମସ୍ତ ଲୋକ ଏ କଥା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ।
21
ଯୀଶୁ ମୃତ ବାଳିକାକୁ ଜୀବନ ଦେଲେ ଓ ଏକ ଅସୁସ୍ଥ ସ୍ତ୍ରୀକୁ ସୁସ୍ଥ କଲେ ଯୀଶୁ ନୌକାରେ ବସି ହ୍ରଦର ଅପର ପାର୍ଶ୍ୱକୁ ଫେରିଗଲେ। ପୁଣି ହ୍ରଦ କୂଳରେ ତାହାଙ୍କ ଗ୍ଭରି ପଟେ ବହୁତ ଲୋକ ଜମିଗଲେ।
22
ଯିହୂଦୀ ସମାଜଗୃହର ଜଣେ ଅଧିକାରୀ ସେଠାକୁ ଆସିଲେ। ତାହାଙ୍କ ନାମ ଯାଈରସ ଥିଲା। ଯାଈରସ ଯୀଶୁଙ୍କୁ ଦେଖିବା ମାତ୍ରେ ତାହାଙ୍କ ପାଦ ତଳେ ପଡ଼ିଗଲେ।
23
ସେ କାକୁତି ମିନତି ହୋଇ ଯୀଶୁଙ୍କୁ ଭିକ୍ଷା ମାଗିଲେ, “ମୋର ଛୋଟ ଝିଅ ମରିବା ଉପରେ। ଦୟାକରି ଆପଣ ଆସି ତା’ ଉପରେ ହାତ ରଖନ୍ତୁ, ତା’ହେଲେ ସେ ସୁସ୍ଥ ହୋଇଯିବ ଓ ଜୀବନ ପାଇବ।”
24
ଯୀଶୁ ଯାଈରସଙ୍କ ସାଥୀରେ ବାହାରିଲେ। ଅନେକ ଲୋକ ଯୀଶୁଙ୍କ ପଛେ ପଛେ ଗଲେ। ଭିଡ଼ ହୋଇଥିବା ଯୋଗୁଁ ଲୋକେ ଯୀଶୁଙ୍କ ଆଡ଼କୁ ମାଡ଼ି ଆସୁ ଥିଲେ।
25
ସେଠାରେ ଲୋକଙ୍କ ଭିତରେ ଜଣେ ସ୍ତ୍ରୀଲୋକ ଥିଲା। ବିଗତ ବାରବର୍ଷ ଧରି ତା’ର ରକ୍ତସ୍ରାବ ହେଉଥିଲା।
26
ଅନେକ ଚିକିତ୍ସକଙ୍କ ଦ୍ୱାରା ଚିକିତ୍ସା କରାଇ ସାରିବା ପରେ ସେ ନିରାଶ ହୋଇ ପଡ଼ିଥିଲା। ସେ ବହୁତ କଷ୍ଟ ପାଉଥିଲା। ତା’ର ସମସ୍ତ ଟଙ୍କା ଖର୍ଚ୍ଚ ହୋଇଯାଇଥିଲା। ତଥାପି ତା’ର ସ୍ୱାସ୍ଥ୍ୟରେ କୌଣସି ଉନ୍ନତି ଘଟୁ ନ ଥିଲା। ବରଂ ତା’ର ଦେହ ଅତ୍ୟଧିକ ଖରାପ ହୋଇ ଯାଉଥିଲା।
27
ସେହି ସ୍ତ୍ରୀ ଲୋକଟି ଯୀଶୁଙ୍କ ବିଷୟରେ ଶୁଣିବା ପରେ ଲୋକଙ୍କ ସହିତ ତାହାଙ୍କର ଅନୁସରଣ କଲା। ସେ ପଛ ପଟରୁ ଆସି ଯୀଶୁଙ୍କ ନିକଟତର ହେଲା ଓ ତାହାଙ୍କ ବସ୍ତ୍ର ଛୁଇଁଦେଲା।
28
ସେ ମନେ ମନେ କହୁଥିଲା, “ଯଦି ମୁଁ ଖାଲି ଟିକିଏ ତାହାଙ୍କ ବସ୍ତ୍ର ଛୁଁଇ ପାରିବି ତେବେ ଭଲ ହୋଇଯିବି।”
29
ସେ ଯୀଶୁଙ୍କ ବସ୍ତ୍ର ଛୁଇଁବା ମାତ୍ରେ ତା’ର ରକ୍ତସ୍ରାବ ବନ୍ଦ ହୋଇଗଲା ଓ ତା’ର ଶରୀରର ରୋଗ ଭଲ ହୋଇଗଲା ବୋଲି ସେ ଅନୁଭବ କଲା।
30
ସେହି ସମୟରେ ଯୀଶୁ ଅନୁଭବ କଲେ ଯେ ତାହାଙ୍କଠାରୁ ଶକ୍ତି ବାହାରି ଯାଇଛି। ସେ ଅଟକି ଗଲେ ଓ ପଛକୁ ବୁଲି ପଡ଼ି ପଗ୍ଭରିଲେ, “ମୋର ବସ୍ତ୍ର କିଏ ଛୁଇଁଲା?”
31
ଶିଷ୍ୟମାନେ ଯୀଶୁଙ୍କୁ କହିଲେ, “ଏଠାରେ ତ ଅନେକ ଲୋକ ଆପଣଙ୍କ ଆଡ଼କୁ ଠେଲି ହୋଇ ଯାଉଛନ୍ତି। ପୁଣି ଆପଣ ପଗ୍ଭରୁଛନ୍ତି, “ମୋତେ କିଏ ଛୁଇଁଲା?”
32
କିନ୍ତୁ ଯୀଶୁ ତାହାଙ୍କୁ କେଉଁ ଲୋକ ଛୁଇଁଲା ବୋଲି ଗ୍ଭରିଆଡ଼କୁ ଦେଖିବାକୁ ଲାଗିଲେ।
33
ସେହି ସ୍ତ୍ରୀ ଲୋକଟି ଜାଣିଥିଲା ଯେ ସେ ଭଲ ହୋଇଯାଇଛି, ତେଣୁ ସେ ଆଗକୁ ଆସି ଯୀଶୁଙ୍କ ପାଦ ତଳେ ପଡ଼ିଗଲା। ସେ ଭୟରେ ଥରୁଥିଲା। ସେ ଯୀଶୁଙ୍କୁ ସବୁ କଥା କହିଲା।
34
ଯୀଶୁ ତାକୁ କହିଲେ, “ଆଗୋ ନାରୀ; ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରି ଦେଇଛି। ଶାନ୍ତିରେ ଯାଅ ଏବଂ ତୁମ୍ଭ ରୋଗରୁ ମୁକ୍ତ ହୁଅ।”
35
ଯୀଶୁ ସେଠାରେ ଏସବୁ କହୁଥିବା ସମୟରେ ଯିହୂଦୀ ସମାଜଗୃହର ଅଧିକାରୀ ଯାଈରସଙ୍କ ଘରୁ କେତେକ ଲୋକ ଆସି ତାହାଙ୍କୁ କହିଲେ, “ତୁମ୍ଭର ଝିଅ ମରିଗଲାଣି। ବର୍ତ୍ତମାନ ତୁମ୍ଭେ ଗୁରୁ (ଯୀଶୁ)ଙ୍କୁ ଅଯଥାରେ ଆଉ କାହିଁକି ହଇରାଣ କରିବ?”
36
କିନ୍ତୁ ଯୀଶୁ ସେମାନଙ୍କ କଥା ଶୁଣିସାରି ଯିହୂଦୀ ସମାଜଗୃହର ଅଧିକାରୀଙ୍କୁ କହିଲେ, “ଭୟ କର ନାହିଁ, କେବଳ ବିଶ୍ୱାସ କର।”
37
ତା’ପରେ ସେ ସମସ୍ତଙ୍କୁ ଛାଡ଼ି କେବଳ ପିତର, ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ସାଙ୍ଗରେ ନେଲେ।
38
ସେମାନେ ଯିହୂଦୀ ସମାଜଗୃହର ଅଧିକାରୀଙ୍କ ଘରକୁ ଗଲେ। ସେ ସେଠାରେ ଲୋକମାନଙ୍କୁ ଉଚ୍ଚ ସ୍ୱରରେ ବିଳାପ କରୁଥିବାର ଦେଖିଲେ। ସେଠାରେ ବହୁତ କୋଳାହଳ ହେଉଥିଲା।
39
ଯୀଶୁ ଘର ଭିତରେ ପ୍ରବେଶ କରି ଲୋକମାନଙ୍କୁ କହିଲେ, “ତୁମ୍ଭେ ସବୁ କାହିଁକି ଏତେ ପାଟିତୁଣ୍ଡ ଓ କନ୍ଦାକଟା କରୁଛ? ଏ ପିଲାଟି ମରି ନାହିଁ, ସେ କେବଳ ଶୋଇ ଯାଇଛି।”
40
ଏହା ଶୁଣି ସବୁ ଲୋକ ଯୀଶୁଙ୍କୁ ପରିହାସ କଲେ। କିନ୍ତୁ ସେ ସମସ୍ତଙ୍କୁ ଘରର ବାହାରକୁ ପଠେଇ ଦେଲେ। କେବଳ ପିଲାଟିର ବାପାମା ଓ ତାହାଙ୍କ ସହିତ ଆସିଥିବା ଶିଷ୍ୟମାନଙ୍କୁ ସାଙ୍ଗରେ ନେଇ ପିଲାଟି ଯେଉଁ କୋଠରିରେ ଥିଲା, ସେହି କୋଠରିକୁ ଗଲେ।
41
ତା’ପରେ ଯୀଶୁ ଝିଅଟିର ହାତ ଧରି ତାହାକୁ କହିଲେ, “ଟଲିଥା, କୂମ୍” ଅର୍ଥାତ୍ ହେ ଝିଅ, ମୁଁ ତୋତେ କହୁଛି ଉଠ। ଝିଅଟି ସଙ୍ଗେ ସଙ୍ଗେ ଉଠି ଠିଆ ହେଲା ଓ ଗ୍ଭଲିବାକୁ ଆରମ୍ଭ କଲା। ଝିଅଟିର ବୟସ ବାର ବର୍ଷ ଥିଲା।
42
ତା’ର ବାପାମା ଓ ଶିଷ୍ୟମାନେ ଅତ୍ୟନ୍ତ ଆଶ୍ଚର୍ଯ୍ୟ ହୋଇଗଲେ।
43
ଯୀଶୁ ଏ କଥା ଲୋକମାନଙ୍କୁ ନ କହିବା ପାଇଁ ଝିଅର ବାପା-ମାଙ୍କୁ ଦୃଢ଼ ଭାବରେ ନିର୍ଦ୍ଦେଶ ଦେଲେ। ତା’ପରେ ଯୀଶୁ ଝିଅଟିର ବାପା-ମାଙ୍କୁ ଝିଅକୁ କିଛି ଖାଇବାକୁ ଦେବାକୁ କହିଲେ।
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 6 →
All chapters:
1
2
3
4
5
6
7
8
9
10
11
12
13
14
15
16