bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Mark 6
Mark 6
Odia Bible ERV 2004 (ପବିତ୍ର ବାଇବଲ)
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 7 →
1
ଯୀଶୁ ନିଜ ଜନ୍ମ ସହରକୁ ଗଲେ ଯୀଶୁ ସେ ସ୍ଥାନ ଛାଡ଼ି ନିଜ ଜନ୍ମ ସହରକୁ ଗଲେ। ତାହାଙ୍କ ଶିଷ୍ୟମାନେ ତାହାଙ୍କ ସହିତ ଗଲେ।
2
ବିଶ୍ରାମ ଦିବସରେ ଯୀଶୁ ଯିହୂଦୀୟ ସମାଜଗୃହରେ ଶିକ୍ଷା ଦେଲେ। ବହୁତ ଲୋକ ତାହାଙ୍କ ଶିକ୍ଷା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କହିଲେ, “ଏ ଲୋକ ଏସବୁ ଶିକ୍ଷା କେଉଁଠାରୁ ପାଇଲା? ଏ ଲୋକକୁ ଏ ଉତ୍ତମ ବିଗ୍ଭରଶକ୍ତି (ବିଜ୍ଞତା) କିଏ ଦେଲା? ଆଶ୍ଚର୍ଯ୍ୟ କାର୍ଯ୍ୟ କରିବା ପାଇଁ ସେ କେଉଁଠାରୁ ଶକ୍ତି ପାଇଲା?
3
ଏ କ’ଣ ସେହି ବଢ଼େଇ ନୁହନ୍ତି? ଏ କ’ଣ ମରିୟମଙ୍କ ପୁଅ, ଆଉ ଯାକୁବ, ଯୋସି, ଯିହୂଦା ଓ ଶିମୋନଙ୍କ ଭାଇ ନୁହନ୍ତି? ତାହାଙ୍କର ଭଉଣୀମାନେ କ’ଣ ଏଠାରେ ଆମ୍ଭ ସହିତ ନାହାନ୍ତି?” ତେଣୁ ଯୀଶୁଙ୍କୁ ସ୍ୱୀକାର କରିବାରେ ଏହି ଲୋକମାନେ ବାଧା ପାଇଲେ।
4
ତେଣୁ ଯୀଶୁ ଲୋକମାନଙ୍କୁ କହିଲେ, “ଅନ୍ୟମାନେ ଜଣେ ଭବିଷ୍ୟଦ୍ବକ୍ତାଙ୍କୁ ସମ୍ମାନ ଦେଇଥା’ନ୍ତି। କିନ୍ତୁ ତାହାଙ୍କ ନିଜ ସହର ଲୋକେ, ତାହାଙ୍କର ସମ୍ପର୍କୀୟମାନେ ଓ ତାହାଙ୍କ ନିଜ ପରିବାରର ଲୋକମାନେ ତାହାଙ୍କୁ ସମ୍ମାନ କରନ୍ତି ନାହିଁ।”
5
ଅତଏବ ସେଠାରେ ଯୀଶୁ କୌଣସି ଆଶ୍ଚର୍ଯ୍ୟକାର୍ଯ୍ୟ ପ୍ରଦର୍ଶନ କରି ପାରିଲେ ନାହିଁ। କେବଳ କେତେକ ରୋଗୀଙ୍କ ଉପରେ ହାତ ରଖି ସେ ସେମାନଙ୍କୁ ସୁସ୍ଥ କରିଲେ।
6
ଏ ଲୋକମାନଙ୍କର କୌଣସି ବିଶ୍ୱାସ ନ ଥିବାରୁ ଯୀଶୁ ଅତ୍ୟନ୍ତ ଆଶ୍ଚର୍ଯ୍ୟ ହୋଇଗଲେ। ତା’ପରେ ଯୀଶୁ ସେ ଅଞ୍ଚଳର ଅନ୍ୟ ସବୁ ଗାଁକୁ ଯାଇ ସେଠାରେ ଶିକ୍ଷା ଦେବାକୁ ଲାଗିଲେ।
7
ଯୀଶୁ ତାଙ୍କର ପ୍ରେରିତମାନଙ୍କୁ କର୍ତ୍ତବ୍ୟ ସମାପନ ପାଇଁ ପଠାଇଲେ ଯୀଶୁ ବାରଜଣ ଶିଷ୍ୟଙ୍କୁ ଏକାଠି ଡାକିଲେ। ସେ ସେମାନଙ୍କୁ ଦୁଇ ଦୁଇ ଜଣ କରି ବାହାରକୁ ପଠାଇଲେ। ସେ ସେମାନଙ୍କୁ ଦୁଷ୍ଟାତ୍ମାମାନଙ୍କ ଉପରେ କ୍ଷମତା ପ୍ରଦାନ କଲେ।
8
ସେ ଶିଷ୍ୟମାନଙ୍କୁ ନିର୍ଦ୍ଦେଶ ଦେଲେ, “ତୁମ୍ଭେ ଯାତ୍ରା କାଳରେ ବାଡ଼ିଟିଏ ଛଡ଼ା ଆଉ କିଛି ନେବ ନାହିଁ। ରୋଟୀ, ଝୁଲା କି ପକେଟରେ କିଛି ହେଲେ ଟଙ୍କା ମଧ୍ୟ ନେବ ନାହିଁ।
9
ତୁମ୍ଭେ ଚପଲ ପିନ୍ଧି ପାରିବ। କିନ୍ତୁ କେବଳ ପିନ୍ଧିଥିବା ଲୁଗାପଟା ଛଡ଼ା କୌଣସି ଅଧିକ ଲୁଗାପଟା ନେବ ନାହିଁ।
10
କୌଣସି ଘରେ ପ୍ରବେଶ କଲେ ସେ ସହର ଛାଡ଼ି ଗ୍ଭଲିଯିବା ପର୍ଯ୍ୟନ୍ତ ସେହି ଘରେ ରହିବ।
11
ଯଦି କୌଣସି ସହରରେ ସେମାନେ ତୁମ୍ଭକୁ ସ୍ୱାଗତ ନ କରନ୍ତି କିମ୍ବା ସେମାନେ ତୁମ୍ଭ କଥା ନ ଶୁଣନ୍ତି, ତେବେ ସେ ସହର ଛାଡ଼ି ଗ୍ଭଲି ଯାଅ। ଛାଡ଼ିଲା ବେଳେ ତୁମ ପାଦରୁ ସେଠାକାର ଧୂଳିଝାଡ଼ି ଦିଅ। ତାହା ସେମାନଙ୍କ ପାଇଁ ଚେତାବନୀ ହେବ।”
12
ଶିଷ୍ୟମାନେ ସେଠାରୁ ଅନ୍ୟ ସ୍ଥାନକୁ ଗ୍ଭଲିଗଲେ। ସେମାନେ ଘୋଷଣା କଲେ ଯେ, ଲୋକମାନେ ଅନୁତାପ କରନ୍ତୁ। ହୃଦୟ ପରିବର୍ତ୍ତନ କରନ୍ତୁ।
13
ସେମାନେ ଲୋକଙ୍କ ଦେହରୁ ଅନେକ ଭୂତଙ୍କୁ ତଡ଼ିଦେଲେ। ସେମାନେ ଅନେକ ରୋଗୀଙ୍କୁ ତୈଳ ଲଗାଇ ସୁସ୍ଥ କରିଦେଲେ।
14
ହେରୋଦ ଭାବନ୍ତି ଯୀଶୁ ହେଉଛନ୍ତି ବାପ୍ତିଜକ ଯୋହନ ରାଜା ହେରୋଦ ଯୀଶୁଙ୍କ ବିଷୟରେ ଶୁଣିଲେ। କାରଣ ବର୍ତ୍ତମାନ ଯୀଶୁଙ୍କ ଖ୍ୟାତି ଗ୍ଭରିଆଡ଼େ ବ୍ୟାପି ଯାଇଥିଲା। କେତେକ ଲୋକ କହୁଥିଲେ, “ଯୀଶୁ ହେଉଛନ୍ତି ବାପ୍ତିଜକ ଯୋହନ। ସେ ମୃତ୍ୟୁରୁ ପୁନରୁତ୍ଥିତ ହୋଇଛନ୍ତି। ସେଥି ଯୋଗୁଁ ସେ ଆଶ୍ଚର୍ଯ୍ୟକାର୍ଯ୍ୟ କରି ପାରୁଛନ୍ତି।”
15
ଅନ୍ୟମାନେ କହୁଥିଲେ, “ସେ ହେଉଛନ୍ତି ଏଲିୟ।” ଆଉ କେତେକ କହୁଥିଲେ, “ଯୀଶୁ ହେଉଛନ୍ତି ଭବିଷ୍ୟଦ୍ବକ୍ତା, ପ୍ରାଚୀନ କାଳର ଭବିଷ୍ୟଦ୍ବକ୍ତାଙ୍କ ଭଳି ସେ ମଧ୍ୟ ଜଣେ ଭବିଷ୍ୟଦ୍ବକ୍ତା।”
16
ହେରୋଦ ଯୀଶୁଙ୍କ ବିଷୟରେ ଏସବୁ ଶୁଣିଲେ। ସେ କହିଲେ, “ମୁଁ ଯୋହନଙ୍କ ମୁଣ୍ଡ କାଟ କରି ହତ୍ୟା କରିଛି। ବର୍ତ୍ତମାନ ଯୋହନ ମୃତ୍ୟୁରୁ ପୁଣି ବଞ୍ଚି ଉଠିଛନ୍ତି।”
17
ବାପ୍ତିଜକ ଯୋହନ କିପରି ହତ୍ୟା ହେଲେ ନିଜେ ହେରୋଦ ଯୋହନଙ୍କୁ ବନ୍ଦୀ କରିବା ପାଇଁ ତାହାଙ୍କ ସୈନ୍ୟମାନଙ୍କୁ ଆଦେଶ ଦେଇଥିଲେ। ଯୋହନଙ୍କୁ କାରାଗାରରେ ରଖାଯାଇଥିଲା। ହେରୋଦ ତାହାଙ୍କ ସ୍ତ୍ରୀ ହେରୋଦିଆଙ୍କୁ ଖୁସୀ କରିବା ପାଇଁ ଏହା କରିଥିଲେ। ପ୍ରଥମେ ହେରୋଦିଆ ହେରୋଦଙ୍କ ଭାଇ ଫିଲିପ୍ପଙ୍କ ସ୍ତ୍ରୀ ଥିଲେ। ପରେ ହେରୋଦ ତାହାଙ୍କୁ ବିବାହ କରିଥିଲେ।
18
ଯୋହନ ହେରୋଦଙ୍କୁ କହିଥିଲେ, “ତୁମ୍ଭ ଭାଇଙ୍କ ସ୍ତ୍ରୀଙ୍କୁ ବିବାହ କରିବା ଠିକ୍ ନୁହେଁ।”
19
ତେଣୁ ହେରୋଦିଆ ଯୋହନଙ୍କୁ ଶତ୍ରୁ ଭାବରେ ଦେଖୁଥିଲେ। ସେ ଯୋହନଙ୍କୁ ହତ୍ୟା କରିବାକୁ ଗ୍ଭହୁଁଥିଲେ। କିନ୍ତୁ ସେ ଏଥିପାଇଁ ହେରୋଦଙ୍କୁ ପ୍ରବର୍ତ୍ତାଇବାରେ ଅସଫଳ ହୋଇଥିଲେ।
20
ହେରୋଦ ଯୋହନଙ୍କୁ ମାରିବାକୁ ଭୟ କରୁଥିଲେ। ସେ ଜାଣି ଥିଲେ ଯେ ସମସ୍ତ ଲୋକ ଯୋହନଙ୍କୁ ଜଣେ ଭଲ ଓ ପବିତ୍ର ଲୋକ ଭାବୁଥିଲେ। ତେଣୁ ହେରୋଦ ଯୋହନଙ୍କୁ ରକ୍ଷା କରୁଥିଲେ। ଯୋହନଙ୍କ ଉପଦେଶ ଶୁଣିବାକୁ ହେରୋଦ ଖୁବ୍ ଭଲ ପାଉଥିଲେ। ତଥାପି ଯୋହନଙ୍କ ଉପଦେଶ ହେରୋଦଙ୍କୁ ସବୁବେଳେ ବିଚଳିତ କରୁଥିଲା।
21
କିଛି ଦିନ ପରେ ହେରୋଦଙ୍କ ଜନ୍ମ ଦିନରେ ଯୋହନଙ୍କ ମୃତ୍ୟୁ ଘଟାଇବା ପାଇଁ ହେରୋଦିଆକୁ ଗୋଟିଏ ସୁଯୋଗ ମିଳିଗଲା। ତାହାଙ୍କର ଉଚ୍ଚ ଅଧିକାରୀ, ସେନାପତିଗଣ ଏବଂ ଗାଲିଲୀର ବିଶିଷ୍ଟ ବ୍ୟକ୍ତିମାନଙ୍କୁ ହେରୋଦ ରାତ୍ରି ସମୟରେ ଭୋଜି ଦେଉଥା’ନ୍ତି।
22
ହେରୋଦିଆଙ୍କ ଝିଅ ଭିତରକୁ ଆସି ନାଚିଲା। ତା’ ନାଚରେ ଅତିଥିଗଣ ଓ ନିଜେ ହେରୋଦ ବହୁତ ଖୁସୀ ହେଲେ। ହେରୋଦ ଝିଅକୁ କହିଲେ, “ତୋର ଯାହା ଦରକାର ମୋତେ ମାଗ। ମୁଁ ତୋତେ ତାହା ଦେବି।”
23
ହେରୋଦ ଶପଥ ପୂର୍ବକ ମଧ୍ୟ କହିଲେ, “ତୁ ଯାହା ମାଗିବୁ ମୁଁ ତୋତେ ତାହା ଦେବି। ଏପରିକି ମୁଁ ମୋ’ ରାଜ୍ୟର ଅଧା ଭାଗ ତୋତେ ଦେଇପାରେ।”
24
ଝିଅଟି ତା’ ମା ପାଖକୁ ଯାଇ ପଗ୍ଭରିଲା, “ରାଜା ହେରୋଦଙ୍କୁ ମୁଁ କ’ଣ ମାଗିବି?” ତା’ ମା କହିଲେ, “ବାପ୍ତିଜକ ଯୋହନଙ୍କ ମୁଣ୍ଡ ମାଗ।”
25
ଝିଅଟି ଅତି ଶୀଘ୍ର ରାଜାଙ୍କ ପାଖକୁ ଗ୍ଭଲିଗଲା। ସେ ରାଜାଙ୍କୁ କହିଲା, “ମୋତେ ବାପ୍ତିଜକ ଯୋହନଙ୍କ ମୁଣ୍ଡ ଗୋଟିଏ ଥାଳିରେ ରଖି ବର୍ତ୍ତମାନ ଦିଅ।”
26
ରାଜା ହେରୋଦ ବହୁତ ଦୁଃଖ କଲେ। କିନ୍ତୁ ସେ ଝିଅର ଇଚ୍ଛା ଅନୁସାରେ ଦାନ ଦେବାକୁ ଶପଥ କରି ସାରିଥିଲେ। ସେଠାରେ ହେରୋଦଙ୍କ ସହିତ ଖାଉଥିବା ଅତିଥିମାନେ ମଧ୍ୟ ହେରୋଦଙ୍କ ଶପଥ ବିଷୟରେ ଶୁଣି ସାରିଥିଲେ। ତେଣୁ ଝିଅ ଯାହା ମାଗିଥିଲା, ତାହା ଦେବା ପାଇଁ ହେରୋଦ ମନା କରିବାକୁ ଇଚ୍ଛା କଲେ ନାହିଁ।
27
ଏଣୁ ରାଜା ଯୋହନଙ୍କ ମୁଣ୍ଡ ନେଇ ଆସିବାକୁ ଆଜ୍ଞା ଦେଇ ତୁରନ୍ତ ଜଣେ ସୈନ୍ୟକୁ ପଠାଇଲେ। ସେ ଯାଇ କାରାଗାରରେ ଯୋହନଙ୍କ ମୁଣ୍ଡ କାଟିଦେଲା।
28
ଯୋହନଙ୍କ ସେହି ମୁଣ୍ଡ ସେ ଗୋଟିଏ ଥାଳିରେ ଆଣି ଝିଅକୁ ତାହା ଦେଲା। ସେ ଝିଅ ସେହି ମୁଣ୍ଡ ନେଇ ତା’ ମାକୁ ଦେଲା।
29
ଏହିସବୁ ଘଟଣା ଯୋହନଙ୍କ ଶିଷ୍ୟମାନେ ଶୁଣିଲେ। ସେମାନେ ଆସି ଯୋହନଙ୍କ ମୃତ ଶରୀରକୁ ନେଇ କବର ଦେଲେ।
30
ଯୀଶୁ ପାଞ୍ଚ ହଜାରରୁ ଅଧିକ ଲୋକଙ୍କୁ ଖୁଆଇଲେ ଯେଉଁ ପ୍ରେରିତମାନଙ୍କୁ ଯୀଶୁ ପଠାଇଥିଲେ, ସେମାନେ ଫେରି ଆସିଲେ। ସେମାନେ ଯୀଶୁଙ୍କ ଗ୍ଭରିପଟେ ଏକାଠି ହୋଇ ସେମାନେ ଯାହାସବୁ କରିଥିଲେ ଓ ଲୋକଙ୍କୁ ଯାହାସବୁ ଶିକ୍ଷା ଦେଇଥିଲେ, ସେ ସବୁ ତାହାଙ୍କୁ କହିଲେ।
31
ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ବହୁତ ଗହଳି ସ୍ଥାନରେ ଥିଲେ। ସେଠାରେ ବହୁତ ଲୋକ ଥିଲେ। ତେଣୁ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ସେଠାରେ ଖାଇବାକୁ ମଧ୍ୟ ଟିକିଏ ସମୟ ପାଉ ନ ଥିଲେ। ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ତୁମ୍ଭେମାନେ ମୋ’ ସହିତ ଗୋଟିଏ ନିର୍ଜନ ସ୍ଥାନକୁ ଗ୍ଭଲ ଓ ସେଠାରେ ଆମ୍ଭେ ଟିକେ ବିଶ୍ରାମ ନେବା।”
32
ତେଣୁ ସେମାନେ ଗୋଟିଏ ଡଙ୍ଗାରେ ବସି ଗୋଟିଏ ନିର୍ଜନ ସ୍ଥାନକୁ ଗ୍ଭଲିଗଲେ।
33
କିନ୍ତୁ ବହୁତ ଲୋକ ସେମାନଙ୍କୁ ଗ୍ଭଲି ଯାଉଥିବାର ଦେଖିଲେ ଓ ଚିହ୍ନି ମଧ୍ୟ ପାରିଲେ। ତେଣୁ ସମସ୍ତ ନଗରରୁ ଲୋକେ ସ୍ଥଳପଥ ଦେଇ ଯୀଶୁଙ୍କ ଯାଉଥିବା ସ୍ଥାନରେ ଯାଇ ପହଞ୍ଚି ଗଲେ। ଯୀଶୁ ପହଞ୍ଚିବା ପୂର୍ବରୁ, ସେମାନେ ସେଠାରେ ପହଞ୍ଚିଗଲେ।
34
ଯୀଶୁ ଯେତେବେଳେ ସେଠାରେ ପହଞ୍ଚିଲେ, ସେ ଦେଖିଲେ ଯେ ବହୁତ ଲୋକ ଅପେକ୍ଷା କରିଛନ୍ତି। ଯୀଶୁ ସେମାନଙ୍କ ପାଇଁ ଦୁଃଖ ଅନୁଭବ କଲେ। କାରଣ ସେମାନେ ମେଷପାଳକ ବିହୀନ ଅରକ୍ଷିତ ମେଣ୍ଢାପଲ ଭଳି ଥିଲେ। ଯୀଶୁ ସେମାନଙ୍କୁ ଅନେକ ଉପଦେଶ ଦେଲେ।
35
ସେତେବେଳେ ଦିନ ଗଡ଼ି ଯାଇଥିଲା। ତେଣୁ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି କହିଲେ, “ଏହା ଗୋଟିଏ ଜନଶୂନ୍ୟ ଜାଗା। ଦିନ ଗଡ଼ିଗଲାଣି।
36
ତେଣୁ ଲୋକମାନଙ୍କୁ ଆଖ ପାଖ ପଲ୍ଲୀ ଓ ଗାଁଗୁଡ଼ିକୁ ପଠାଅ। ତା’ହେଲେ ସେଠାକୁ ଯାଇ ସେମାନେ ତାହାଙ୍କ ଖାଇବା ପାଇଁ କିଛି ଖାଦ୍ୟ କିଣି ଆଣି ପାରିବେ।”
37
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସେମାନଙ୍କୁ ଖାଇବାକୁ ଦିଅ।” ଶିଷ୍ୟମାନେ ପଗ୍ଭରିଲେ, “ଆମ୍ଭେ କ’ଣ ଯାଇ ରୋଟୀ କିଣି ଆଣି ସେମାନଙ୍କୁ ଖାଇବାକୁ ଦେବୁ? ରୋଟୀ କିଣିବାକୁ ସେତିକି ଅର୍ଥ ଯୋଗାଡ଼ କରିବାକୁ ହେଲେ ଆମ୍ଭ ସମସ୍ତଙ୍କୁ ମାସେ କାଳ କାମ କରିବାକୁ ହେବ।”
38
ଯୀଶୁ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ଯାଇ ଦେଖ, ତୁମ୍ଭ ପାଖରେ କେତେଖଣ୍ଡ ରୋଟୀ ଅଛି?” ଶିଷ୍ୟମାନେ ରୋଟୀ ଗଣିସାରି ଯୀଶୁଙ୍କୁ କହିଲେ, “ଆମ୍ଭ ପାଖରେ ପାଞ୍ଚୋଟି ରୋଟୀ ଓ ଦୁଇଟି ମାଛ ଅଛି।”
39
ଯୀଶୁ ଆଜ୍ଞା ଦେଲେ, “ଲୋକମାନଙ୍କୁ ପଡ଼ିଆର ସବୁଜ ଘାସ ଉପରେ ଦଳ ଦଳ କରି ବସେଇ ଦିଅ।”
40
ଲୋକମାନେ ପ୍ରତି ଦଳରେ ପଗ୍ଭଶ ପଗ୍ଭଶ ବା ଶହେ ଶହେ ହୋଇ ବସିଗଲେ।
41
ତା’ପରେ ଯୀଶୁ ପାଞ୍ଚୋଟି ରୋଟୀ ଓ ଦୁଇଟି ମାଛକୁ ଟେକି ସ୍ୱର୍ଗ ଆଡ଼କୁ ଗ୍ଭହିଁ ପରମେଶ୍ୱରଙ୍କୁ ରୋଟୀ ପାଇଁ ଧନ୍ୟବାଦ ଦେଲେ। ସେ ରୋଟୀ ଗୁଡ଼ିକୁ ଛିଣ୍ଡାଇ ଖଣ୍ଡ ଖଣ୍ଡ କରି ଶିଷ୍ୟମାନଙ୍କୁ ଲୋକମାନଙ୍କ ମଧ୍ୟରେ ପରଶିବାକୁ ଦେଲେ। ତା’ପରେ ମାଛକୁ ମଧ୍ୟ ସେ ଖଣ୍ଡ ଖଣ୍ଡ କଲେ ଓ ଲୋକଙ୍କ ମଧ୍ୟରେ ସେହିଭଳି ବାଣ୍ଟି ଦେଲେ।
42
ସମସ୍ତେ ପେଟପୁରା ଖାଇ ତୃପ୍ତ ହେଲେ।
43
ସମସ୍ତେ ଖାଇ ସାରିବା ପରେ ଶିଷ୍ୟମାନେ ବଳକା ରୋଟୀ ଖଣ୍ଡ ଓ ମାଛ ଖଣ୍ଡଗୁଡ଼ିକୁ ବାରଟି ଟୋକେଇରେ ସମ୍ପୂର୍ଣ୍ଣ କରି ଭର୍ତ୍ତିକଲେ।
44
ଯେଉଁମାନେ ରୋଟୀ ଖାଇଥିଲେ ସେମାନଙ୍କ ମଧ୍ୟରେ କେବଳ ପୁରୁଷଙ୍କ ସଂଖ୍ୟା ପାଞ୍ଚ ହଜାର ଥିଲା।
45
ଯୀଶୁ ପାଣି ଉପରେ ଗ୍ଭଲିଲେ ତା’ପରେ ଯୀଶୁ ଶିଷ୍ୟମାନଙ୍କୁ ଡଙ୍ଗା ଭିତରକୁ ଯିବାକୁ କହିଲେ। ଯୀଶୁ ଶିଷ୍ୟମାନଙ୍କୁ ହ୍ରଦର ଅପର ପାର୍ଶ୍ୱରେ ଥିବା ବେଥ୍ସାଇଦାକୁ ଆଗୁଆ ଯିବାକୁ କହିଲେ ଓ ସେ ନିଜେ ପରେ ଯିବେ ବୋଲି କହିଲେ। ସେଠାରେ ଥିବା ଲୋକମାନଙ୍କୁ ଘରକୁ ଫେରିଯିବା ପାଇଁ କହି ସେ ରହିଲେ।
46
ଯୀଶୁ ଲୋକମାନଙ୍କୁ ବିଦାୟ ଦେବା ପରେ ପ୍ରାର୍ଥନା କରିବା ଉଦ୍ଦେଶ୍ୟରେ ପାହାଡ଼ ଉପରକୁ ଗଲେ।
47
ସନ୍ଧ୍ୟା ହେବା ପରେ ମଧ୍ୟ ଡଙ୍ଗାଟି ହ୍ରଦ ମଝିରେ ଥିଲା ଓ ଯୀଶୁ ସ୍ଥଳ ଭାଗରେ ଏକୁଟିଆ ଥିଲେ।
48
ଯୀଶୁ ଦେଖିଲେ ଯେ ଶିଷ୍ୟମାନଙ୍କୁ ଡଙ୍ଗାରେ ଆହୁଲା ମାରିବା ପାଇଁ ବଡ଼ ଅସୁବିଧା ହେଉଛି। କାରଣ ସେତେବେଳେ ପବନ ତାହାଙ୍କର ବିପରୀତ ଦିଗରେ ବହୁଥିଲା। ପ୍ରାତଃକାଳର ପ୍ରାୟ ତିନିଟାରୁ ଛଅଟା ଭିତରେ ଯୀଶୁ ହ୍ରଦ ଉପରେ ଗ୍ଭଲି ଗ୍ଭଲି ଶିଷ୍ୟମାନଙ୍କ ପାଖକୁ ଆସିଲେ। ସେ ଶିଷ୍ୟମାନଙ୍କ ପାଖଦେଇ ଯେତେବେଳେ ଆଗେଇ ଯିବା ଉପରେ,
49
ସେତେବେଳେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ହ୍ରଦ ଉପରେ ଗ୍ଭଲୁଥିବାର ଦେଖି ତାହାଙ୍କୁ ଭୂତ ବୋଲି ଭାବିନେଲେ। ସେମାନେ ଚିତ୍କାର କରିବାକୁ ଲାଗିଲେ।
50
ସମସ୍ତ ଶିଷ୍ୟମାନେ ଯେମିତି ତାହାଙ୍କୁ ଦେଖିଲେ ସେମାନେ ଡରିଗଲେ। ଯୀଶୁ ତୁରନ୍ତ ସେମାନଙ୍କୁ କହିଲେ, “ସାହସ ଧର। ଏହି ମୁଁ, ଭୟ କର ନାହିଁ।”
51
ତା’ପରେ ସେ ଶିଷ୍ୟମାନଙ୍କ ସହିତ ଡଙ୍ଗାରେ ଚଢ଼ିଗଲେ। ପବନ ବନ୍ଦ ହୋଇଗଲା। ଏଥିରେ ସେମାନେ ଆଶ୍ଚର୍ଯ୍ୟ ହୋଇଗଲେ।
52
ସେମାନେ ରୋଟୀ ସମ୍ବନ୍ଧୀୟ ଆଶ୍ଚର୍ଯ୍ୟକାର୍ଯ୍ୟକୁ ବୁଝି ପାରି ନ ଥିଲେ। ସେମାନଙ୍କ ବୁଦ୍ଧି ଜଡ଼ ହୋଇଯାଇଥିଲା।
53
ଯୀଶୁ ବହୁତ ଲୋକଙ୍କୁ ସୁସ୍ଥ କଲେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ହ୍ରଦପାରି ହୋଇ ଗିନ୍ନେସରତ୍ରେ ପହଞ୍ଚିଲେ। ସେମାନେ ଡଙ୍ଗାଟି ସେଠାରେ ବାନ୍ଧି ଦେଲେ।
54
ଡଙ୍ଗାରୁ ଓହ୍ଲେଇ ବାହାରକୁ ଆସିବା ପରେ ଲୋକମାନେ ଯୀଶୁଙ୍କୁ ଦେଖି ଚିହ୍ନି ପାରିଲେ।
55
ତା’ପରେ ସେମାନେ ଯୀଶୁ ଆସିଥିବା ଖବର ଲୋକଙ୍କୁ ଦେବା ପାଇଁ ସେ ଅଞ୍ଚଳର ପ୍ରତ୍ୟେକ ସ୍ଥାନକୁ ଦୌଡ଼ିଗଲେ। ଯୀଶୁ ଯେଉଁ ସ୍ଥାନକୁ ଗଲେ, ସେଠାରେ ଖବର ବ୍ୟାପିଗଲା ଓ ସେଠାକୁ ଲୋକମାନେ ରୋଗୀମାନଙ୍କୁ ଖଟିଆରେ ନେଇ ଆସିଲେ।
56
ଯୀଶୁ ସେ ଅଞ୍ଚଳର ନଗର, ଗାଁ ଓ ପୁରପଲ୍ଲୀ ଯେଉଁଆଡ଼େ ଗଲେ, ଲୋକେ ରୋଗୀମାନଙ୍କୁ ସେଠାକାର ହାଟ ବଜାରରେ ଥୋଇ ଦେଇ ତାହାଙ୍କୁ ଅନୁରୋଧ କରୁଥିଲେ, ଯେ ସେ ତାହାଙ୍କ ପିନ୍ଧା ଲୁଗାରୁ ଟିକିଏ ସେମାନଙ୍କୁ ଛୁଇଁ ଦେବାକୁ ସୁଯୋଗ ଦିଅନ୍ତୁ। ଯେଉଁମାନେ ତାହାଙ୍କୁ ଛୁଇଁ ପାରିଲେ, ସେମାନେ ସମସ୍ତେ ସୁସ୍ଥ ହୋଇଗଲେ।
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 7 →
All chapters:
1
2
3
4
5
6
7
8
9
10
11
12
13
14
15
16
Recommended Reading
Commentary
Mark Commentaries
→
Devotional
Mark Devotional Guide
→
Get This Bible
Odia Bible ERV (ପବିତ୍ର ବାଇବଲ) Study Bible
→