bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Matthew 10
Matthew 10
Odia Bible ERV 2004 (ପବିତ୍ର ବାଇବଲ)
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 11 →
1
ଯୀଶୁ ପ୍ରେରିତ ମାନଙ୍କୁ ସୁସମାଗ୍ଭର ପ୍ରଗ୍ଭର ପାଇଁ ପଠାଇଲେ ଯୀଶୁ ତାହାଙ୍କର ବାରଜଣ ଶିଷ୍ୟଙ୍କୁ ପାଖକୁ ଡକାଇଲେ। ସେ ଭୂତମାନଙ୍କୁ ତଡ଼ିଦେବା ପାଇଁ ଓ ସବୁ ପ୍ରକାର ରୋଗ ଏବଂ ଅସୁସ୍ଥତା ଭଲ କରିଦେବା ପାଇଁ ଶିଷ୍ୟମାନଙ୍କୁ ଶକ୍ତି ପ୍ରଦାନ କଲେ।
2
ସେହି ବାରଜଣ ଶିଷ୍ୟଙ୍କ ନାମ ଏହିଭଳି: ଶିମୋନ (ଯାହାଙ୍କୁ ପିତର ବୋଲି କୁହାଯାଏ), ତାହାଙ୍କ ଭାଇ ଆନ୍ଦ୍ରିୟ, ଜେବଦୀଙ୍କ ପୁଅ ଯାକୁବ ଓ ତାହାଙ୍କ ଭାଇ ଯୋହନ।
3
ଫିଲିପ୍ପ ଓ ବାର୍ଥଲମି, ଥୋମା ଓ କରଆଦାୟକାରୀ ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ ଓ ଥଦ୍ଦୀୟ,
4
ଉଦ୍ଯୋଗୀ ଶିମୋନ ଓ ଇଷ୍କାରିୟୋତ ଯିହୂଦା। ଏହି ଇଷ୍କାରିୟୋତ ଯିହୂଦା ପରେ ଯୀଶୁଙ୍କ ପ୍ରତି ବିଶ୍ୱାସଘାତକତା କରିଥିଲା।
5
ଏହି ବାରଜଣ ଶିଷ୍ୟଙ୍କୁ ଯୀଶୁ ପଠାଇବା ବେଳେ ଏହି ଆଜ୍ଞା ଦେଲେ: “କୌଣସି ଅଣଯିହୂଦୀ ଅଞ୍ଚଳକୁ ଯିବ ନାହିଁ କି ଶମିରୋଣର କୌଣସି ନଗରରେ ପ୍ରବେଶ କରିବ ନାହିଁ।
6
ବରଂ ତୁମ୍ଭେ ଇସ୍ରାଏଲ ଲୋକମାନଙ୍କ ପାଖକୁ ଯିବ। ସେମାନେ ହଜିଯାଇଥିବା ମେଷ ଭଳି।
7
ତୁମ୍ଭେମାନେ ପ୍ରଗ୍ଭର କର, ‘ସ୍ୱର୍ଗରାଜ୍ୟ ନିକଟ ହୋଇ ଗଲାଣି।’
8
ତୁମ୍ଭେ ରୋଗୀକୁ ସୁସ୍ଥ କର। ମୃତକୁ ପୁନର୍ଜୀବିତ କର, କୁଷ୍ଠରୋଗ ସୁସ୍ଥ କର, ଭୂତମାନଙ୍କୁ ତଡ଼ିଦିଅ। ତୁମ୍ଭେ ବିନାମୂଲ୍ୟରେ ଆଶୀର୍ବାଦ ଓ ଶକ୍ତି ପାଇଛ। ତେଣୁ ଅନ୍ୟକୁ ତାହା ବିନାମୂଲ୍ୟରେ ଦାନ କର।
9
ତୁମ୍ଭେ ତୁମ୍ଭମାନଙ୍କ ସାଙ୍ଗରେ ସୁନା, ରୂପା କିମ୍ବା ତମ୍ବା ନିଅ ନାହିଁ।
10
ଯାତ୍ରା ବେଳେ ଝୁଲା ନିଅ ନାହିଁ। ପିନ୍ଧିଥିବା ପୋଷାକ ଓ ଜୋତା ଛଡ଼ା ଅଧିକା ପୋଷାକ ବା ଜୋତା କି ବାଡ଼ି ନିଅ ନାହିଁ। ଜଣେ ସେବକ କେବଳ ନିହାତି ଆବଶ୍ୟକୀୟ ପଦାର୍ଥ ନେବା ଉଚିତ୍।
11
“କୌଣସି ନଗର ବା ଗାଁରେ ପ୍ରବେଶ କଲାବେଳେ ସେଠାରେ ଯୋଗ୍ୟ ଲୋକଟିକୁ ବାଛି ବାହାର କର। ସେହି ନଗର ବା ଗାଁ ନ ଛାଡ଼ିବା ପର୍ଯ୍ୟନ୍ତ ସେହି ସ୍ଥାନରେ ରୁହ।
12
କୌଣସି ଘରେ ପ୍ରବେଶ କଲାବେଳେ ସେହି ପରିବାରରେ ଲୋକଙ୍କୁ ‘ତୁମ୍ଭ ପ୍ରତି ଶାନ୍ତି ହେଉ’ ବୋଲି କହି ଆଶୀର୍ବାଦ କର। ଯଦି ସେ ପରିବାରର ଲୋକେ ଯୋଗ୍ୟ, ତେବେ ସେ ପରିବାର ପ୍ରତି ତୁମ୍ଭର ଶାନ୍ତି ରହିବ।
13
ଯଦି ସେ ପରିବାର ଲୋକେ ଅଯୋଗ୍ୟ ତେବେ ତୁମ୍ଭର ଶାନ୍ତି ତୁମ୍ଭ ନିକଟକୁ ଫେରି ଆସିବ।
14
ଯଦି କେହିହେଲେ ତୁମ୍ଭର ସ୍ୱାଗତ କରୁ ନାହାନ୍ତି, କିମ୍ବା ତୁମ୍ଭର ଉପଦେଶ ଶୁଣୁ ନାହାନ୍ତି, ତେବେ ସେ ଘର ବା ନଗର ଛାଡ଼ିଦିଅ। ତୁମ୍ଭ ପାଦରେ ଲାଗିଥିବା ଧୂଳି ମଧ୍ୟ ସେହିଠାରେ ଝାଡ଼ିଦିଅ।
15
ମୁଁ ତୁମ୍ଭକୁ ସତ୍ୟ କହୁଛି, ଯେଉଁ ଦିନ ନ୍ୟାୟ ହେବ, ସେ ଦିନ ସେହି ନଗରର ଲୋକଙ୍କ ଅବସ୍ଥା ସଦୋମ ଓ ହମୋରା ନଗରର ଲୋକଙ୍କ ଅବସ୍ଥା ଅପେକ୍ଷା ଅଧିକ ଖରାପ ହେବ।
16
ନିଜ ଶିଷ୍ୟମାନଙ୍କୁ ଯୀଶୁଙ୍କ ଚେତାବନୀ “ସାବଧାନ, ଗଧିଆମାନଙ୍କ ଭିତରେ ମେଷମାନଙ୍କୁ ଛାଡ଼ିବା ଭଳି ମୁଁ ତୁମ୍ଭମାନଙ୍କୁ ବାହାରକୁ ପଠାଉଛି। ତୁମ୍ଭେ ସାପ ଭଳି ଚତୁର ହୁଅ, କପୋତ ଭଳି ନିରୀହ ହୁଅ।
17
କିନ୍ତୁ ଲୋକଙ୍କ ପ୍ରତି ସାବଧାନ ରୁହ। ତୁମ୍ଭକୁ ସେମାନେ ବାନ୍ଧି କରି ତାହାଙ୍କର ସ୍ଥାନୀୟ ବିଗ୍ଭରାଳୟ ହାତରେ ଦେଇଦେବେ ଓ ତାହାଙ୍କର ପ୍ରାର୍ଥନାଗୃହରେ ତୁମ୍ଭକୁ ଛାଟରେ ପିଟିବେ।
18
ତୁମ୍ଭେ ମୋର ଶିଷ୍ୟ ହୋଇଥିବା ଯୋଗୁଁ ତୁମ୍ଭକୁ ଶାସକ ଓ ରାଜାଙ୍କ ଆଗକୁ ନିଆଯିବ। ଅଣଯିହୂଦୀ ତଥା ସେମାନଙ୍କ ଆଗରେ ତୁମ୍ଭେ ମୋ’ ବିଷୟରେ ସାକ୍ଷୀ ହେବ।
19
ସେମାନେ ତୁମ୍ଭକୁ ବାନ୍ଧି ନେବା ବେଳେ କ’ଣ କହିବ ଓ କିପରି କହିବ, ସେ ବିଷୟରେ ଚିନ୍ତାକରି କିଛି ବ୍ୟସ୍ତ ହୁଅ ନାହିଁ। କାରଣ ତୁମ୍ଭକୁ ସେତେବେଳେ କ’ଣ କହିବାକୁ ହେବ ତାହା ଜଣେଇ ଦିଆଯିବ।
20
ମନେରଖ, କହିବା ଲୋକ କେବେ ହେଲେ ତୁମ୍ଭେ ନୁହଁ, ତୁମ୍ଭର ପରମପିତାଙ୍କ ଆତ୍ମା ହିଁ ତୁମ୍ଭ ଭିତରୁ କହିବେ।
21
“ଭାଇ ତା’ ନିଜ ଭାଇକୁ ବାପାମା ନିଜ ପିଲାପିଲିଙ୍କୁ ମରଣ ମୁଖକୁ ଠେଲିଦେବେ। ପିଲାମାନେ ନିଜ ବାପାମାଙ୍କ ବିରୁଦ୍ଧରେ ଠିଆ ହେବେ ଓ ତାହାଙ୍କୁ ମାରି ପକାଇବେ।
22
ମୋର ଅନୁଗାମୀ ହୋଇଥିବା ଯୋଗୁଁ ଲୋକେ ତୁମ୍ଭକୁ ଘୃଣା କରିବେ। କିନ୍ତୁ ଯେଉଁ ଲୋକ ଶେଷ ପର୍ଯ୍ୟନ୍ତ ଦୃଢ଼ ଭାବରେ ତିଷ୍ଠି ରହି ପାରିବ, ସେ ଉଦ୍ଧାର ପାଇବ।
23
ଗୋଟିଏ ନଗରରେ ସେମାନେ ତୁମ୍ଭକୁ ଯାତନା ଦେଲେ ତୁମ୍ଭେ ଅନ୍ୟ ନଗରକୁ ପଳାଅ। ମୁଁ ତୁମ୍ଭକୁ ସତ୍ୟ କହୁଛି ଇସ୍ରାଏଲର ସମସ୍ତ ନଗରୀରେ ତୁମ୍ଭର ଭ୍ରମଣ ସରିବା ପୂର୍ବରୁ ମନୁଷ୍ୟପୁତ୍ର ପୁନର୍ବାର ଆସିବେ।
24
“ଶିଷ୍ୟ ନିଜ ଗୁରୁଠାରୁ ବଡ଼ ନୁହେଁ, କି କୌଣସି ସେବକ ତା’ ମାଲିକଠାରୁ ବଡ଼ ନୁହେଁ
25
ଜଣେ ଶିଷ୍ୟ ତା’ ଗୁରୁ ଭଳି ହେବାରେ ଓ ଜଣେ ସେବକ ତା’ ମାଲିକ ଭଳି ହେବାରେ ସନ୍ତୋଷ ଲାଭ କରିବା ଦରକାର। ଘରର ମୁଖ୍ୟଙ୍କୁ ଯଦି ‘ବାଆଲ୍ଜିବୂଲ୍’ କହି ଡକାଯାଏ ତେବେ ଘରର ଅନ୍ୟ ସଦସ୍ୟମାନଙ୍କୁ ନିଶ୍ଚୟ ଅଧିକ ଖରାପ ନାମରେ ଡକାଯିବ।
26
ପରମେଶ୍ୱରଙ୍କୁ ଭୟ କର, ମାତ୍ର ମନୁଷ୍ୟକୁ ନୁହେଁ “ତେଣୁ ସେହି ଲୋକମାନଙ୍କୁ ଭୟ କର ନାହିଁ। ଯାହା ଗୁପ୍ତରେ ଅଛି ତାହା ଦିନେ ନା ଦିନେ ପ୍ରକାଶ ପାଇବ, ଏବଂ ସବୁ ଗୋପନ କଥା ଜଣା ପଡ଼ିବ।
27
ମୁଁ ଗୋପନରେ ତୁମ୍ଭକୁ ଯାହାସବୁ କହୁଛି, ତୁମ୍ଭେ ତାହାକୁ ପ୍ରକାଶ୍ୟ ଦିବାଲୋକରେ କୁହ। ମୁଁ ତୁମ୍ଭକୁ ଆସ୍ତେ ଆସ୍ତେ ଯାହା କହୁଛି, ତୁମ୍ଭେ ଘର ଛାତ ଉପରେ ଚିତ୍କାର କରି ତାହା କୁହ।
28
“ଲୋକଙ୍କୁ ଭୟ କର ନାହିଁ। ସେମାନେ କେବଳ ତୁମ୍ଭର ଶରୀରକୁ ମାରି ପାରିବେ, ମାତ୍ର ତୁମ୍ଭର ଆତ୍ମାକୁ ମାରି ପାରିବେ ନାହିଁ। ତୁମ୍ଭେ କେବଳ ପରମେଶ୍ୱରଙ୍କୁ ଭୟ କର, ସେ କେବଳ ତୁମ୍ଭର ଶରୀର ଓ ଆତ୍ମା ଉଭୟକୁ ନଷ୍ଟ କରି ଦେଇ ପାରିବେ। ସେ ଶରୀର ଓ ଆତ୍ମା ଉଭୟକୁ ନର୍କକୁ ପଠେଇ ପାରିବେ।
29
ଗୋଟିଏ ପଇସା ମୂଲ୍ୟରେ ଦୁଇଟି ଘରଚଟିଆ ବିକ୍ରି ହୁଅନ୍ତି। କିନ୍ତୁ ତୁମ୍ଭ ପରମ-ପିତାଙ୍କ ବିନା ଅନୁମତିରେ ସେଥିରୁ ଗୋଟିଏ ହେଲେ ମଧ୍ୟ ତଳେ ପଡ଼ିବ ନାହିଁ।
30
ତୁମ୍ଭ ମୁଣ୍ଡରେ କେତୋଟି ବାଳ ଅଛି, ସେ କଥା ମଧ୍ୟ ପରମେଶ୍ୱର ଜାଣନ୍ତି।
31
ତେଣୁ ଭୟଭୀତ ହୁଅ ନାହିଁ। ତୁମ୍ଭେ ଅନେକ ଘରଚଟିଆଙ୍କ ଅପେକ୍ଷା ଅଧିକ ମୂଲ୍ୟବାନ୍।
32
ଯୀଶୁଙ୍କଠାରେ ବିଶ୍ୱାସ “ଯଦି କେହି ଲୋକ ସମସ୍ତଙ୍କ ଆଗରେ ଠିଆ ହୋଇ କୁହେ ଯେ, ସେ ମୋତେ ବିଶ୍ୱାସ କରେ ତେବେ ମୁଁ ମଧ୍ୟ ସ୍ୱର୍ଗରେ ରହୁଥିବା ମୋର ପରମପିତାଙ୍କ ଆଗରେ କହିବି ଯେ ସେ ମୋର ନିଜ ଲୋକ।
33
କିନ୍ତୁ ଯେଉଁ ଲୋକ ସମସ୍ତଙ୍କ ଆଗରେ ଠିଆ ହୋଇ କୁହେ ଯେ ସେ ମୋତେ ବିଶ୍ୱାସ କରେ ନାହିଁ, ତେବେ ମୁଁ ମଧ୍ୟ ସ୍ୱର୍ଗରେ ରହୁଥିବା ମୋର ପରମପିତାଙ୍କ ଆଗରେ କହିବି ଯେ ସେ ଲୋକ ମୋ’ ନିଜ ଲୋକ ନୁହେଁ।
34
ଯୀଶୁଙ୍କ ଅନୁସରଣ ତୁମ୍ଭ ପାଇଁ ବିପଦ ଆଣିପାରେ “ତୁମ୍ଭେ ଭାବ ନାହିଁ ଯେ ମୁଁ ପୃଥିବୀରେ ଶାନ୍ତି ଆଣିବା ପାଇଁ ଆସିଛି। କିନ୍ତୁ ଖଡ଼୍ଗ ଆଣିବା ପାଇଁ ଆସିଛି।
35
ଏପରି ଘଟଣା ଘଟେଇବା ପାଇଁ ମୁଁ ଆସିଛି: ‘ପୁଅ ତା’ ବାପା ବିରୁଦ୍ଧରେ, ଝିଅ ତା’ ମା ବିରୁଦ୍ଧରେ ଓ ବୋହୂ ତା ଶାଶୁ ବିରୁଦ୍ଧରେ ଠିଆ ହେବ।
36
ନିଜ ଘରର ଲୋକେ ହିଁ ନିଜ ଲୋକଙ୍କ ଶତ୍ରୁ ହେବେ।’
37
“ଯେଉଁ ଲୋକ ମୋ’ ଅପେକ୍ଷା ତା’ ବାପାମାଙ୍କୁ ଅଧିକ ଭଲ ପାଏ, ତେବେ ସେ ମୋର ଅନୁଗାମୀ ହେବାର ଯୋଗ୍ୟ ନୁହେଁ। ଯେଉଁ ଲୋକ ମୋ’ ଅପେକ୍ଷା ତା ପୁଅ ଓ ଝିଅଙ୍କୁ ଅଧିକ ଭଲ ପାଏ, ସେ ମୋର ଅନୁଗାମୀ ହେବାର ଯୋଗ୍ୟ ନୁହେଁ।
38
ଯେଉଁ ଲୋକ ତାକୁ ଦିଆଯାଇଥିବା ଦୁଃଖ, କଷ୍ଟରୂପକ କ୍ରୁଶ ବୋହି ମୋର ଅନୁସରଣ କରେ ନାହିଁ, ସେ ମୋତେ ପାଇବାକୁ ଯୋଗ୍ୟ ନୁହେଁ।
39
ଯେଉଁ ଲୋକ ମୋ’ ଅପେକ୍ଷା ତା’ ନିଜ ଜୀବନକୁ ଅଧିକ ଭଲ ପାଏ ସେ ବାସ୍ତବଜୀବନ ହରାଇବସିବ। କିନ୍ତୁ ଯେଉଁ ଲୋକ ମୋ’ ସକାଶେ ଜୀବନ ହରାଏ, ସେ ବାସ୍ତବଜୀବନ ପାଇ ପାରିବ।
40
ତୁମ୍ଭକୁ ଗ୍ରହଣ କରିଥିବା ଲୋକମାନଙ୍କୁ ପରମେଶ୍ୱର ଆଶୀର୍ବାଦ କରନ୍ତୁ “ଯେଉଁ ଲୋକ ତୁମ୍ଭକୁ ସ୍ୱୀକାର କରେ, ସେ ମୋତେ ମଧ୍ୟ ସ୍ୱୀକାର କରେ, ଯେଉଁ ଲୋକ ମୋତେ ସ୍ୱୀକାର କରେ, ସେ ମୋତେ ପଠାଇଥିବା ପରମେଶ୍ୱରଙ୍କକୁ ମଧ୍ୟ ସ୍ୱୀକାର କରେ।
41
ଯେଉଁ ଲୋକ ପରମେଶ୍ୱରଙ୍କ ଭବିଷ୍ୟଦ୍ବକ୍ତାଙ୍କୁ ଭେଟି ତାହାଙ୍କୁ ସ୍ୱାଗତ କରେ, ତେବେ ସେ ଭବିଷ୍ୟଦ୍ବକ୍ତାର ପୁରସ୍କାର ପାଇବ। ଯେଉଁ ଲୋକ ଜଣେ ଧାର୍ମିକ ଲୋକକୁ ଧାର୍ମିକ ଲୋକ ରୂପେ ସ୍ୱୀକାର କରେ ତେବେ ସେ ଧାର୍ମିକ ଲୋକର ପୁରସ୍କାର ପାଇବ।
42
“ଯଦି କେହି ଲୋକ ମୋର ଏହି ଛୋଟ ଓ ସରଳ ଶିଷ୍ୟମାନଙ୍କ ମଧ୍ୟରୁ କାହାରିକୁ ମୋର ଶିଷ୍ୟ ବୋଲି କହି ସାହାଯ୍ୟ କରେ, ତେବେ ସେ ନିଶ୍ଚୟ ତା’ର ପୁରସ୍କାର ପାଇବ। ସେ ଯଦି ମୋ’ ଶିଷ୍ୟମାନଙ୍କୁ କାହାକୁ କେବଳ ଗିନାଏ ଥଣ୍ଡା ପାଣି ଦେଇଥାଏ, ତଥାପି ସେ ତା’ର ପୁରସ୍କାର ପାଇବ।”
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 11 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28