bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Matthew 12
Matthew 12
Odia Bible ERV 2004 (ପବିତ୍ର ବାଇବଲ)
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 13 →
1
ଯୀଶୁ ବିଶ୍ରାମ ଦିନର ପ୍ରଭୁ ପ୍ରାୟ ସେହି ସମୟରେ ଯୀଶୁ ବିଶ୍ରାମ ଦିବସ ରେ ଶସ୍ୟକ୍ଷେତ୍ର ଦେଇ ଯାଉଥିଲେ। ଯୀଶୁଙ୍କ ଶିଷ୍ୟମାନେ ତାହାଙ୍କ ସହିତ ଥିଲେ, ତାହାଙ୍କର ଶିଷ୍ୟମାନଙ୍କୁ ଭୋକ ଲାଗିଲା। ସେମାନେ କେତେକ ଗହମ କେଣ୍ଡା ଛିଣ୍ଡେଇ ଖାଇବାକୁ ଲାଗିଲେ।
2
ଫାରୂଶୀମାନେ ଏହା ଦେଖି ଯୀଶୁଙ୍କୁ କହିଲେ, “ଦେଖ, ତୁମ୍ଭର ଶିଷ୍ୟମାନେ ବିଶ୍ରାମ ଦିବସରେ ଏଭଳି ଯାହା କରୁଛନ୍ତି, ତାହା ମୋଶାଙ୍କ ବ୍ୟବସ୍ଥାର ବିରୋଧୀ।”
3
ଏହା ଶୁଣି ଯୀଶୁ ସେମାନଙ୍କୁ କହିଲେ, “ଦାଉଦ ଓ ତାହାଙ୍କ ସାଙ୍ଗରେ ଥିବା ଲୋକେ, ଭୋକ ଲାଗିବା ବେଳେ କ’ଣ କରିଥିଲେ, ସେ ବିଷୟରେ ତୁମ୍ଭେ କ’ଣ ପଢ଼ି ନାହଁ?
4
ସେ ପରମେଶ୍ୱରଙ୍କ ଘରେ ପ୍ରବେଶ କରିଥିଲେ ଓ ପରମେଶ୍ୱରଙ୍କୁ ଅର୍ପଣ କରାଯାଇଥିବା ପବିତ୍ର ରୋଟୀ ସେ ଓ ତାହାଙ୍କ ସହିତ ଥିବା ଲୋକମାନେ ଖାଇଦେଇଥିଲେ। ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଦାଉଦ ଓ ତାହାଙ୍କ ସାଥୀମାନଙ୍କର ଏହା ଖାଇବା ଅଧିକାର ନ ଥିଲା। କାରଣ କେବଳ ଯାଜକମାନଙ୍କୁ ତାହା ଖାଇବା ପାଇଁ ଅନୁମତି ଦିଆଯାଇଥାଏ।
5
ତୁମ୍ଭେ ମୋଶାଙ୍କ ବ୍ୟବସ୍ଥାରେ କ’ଣ ପଢ଼ି ନାହଁ ଯେ ବିଶ୍ରାମ ଦିବସରେ ଯାଜକମାନେ ପ୍ରଭୁଙ୍କ ମନ୍ଦିରରେ ବିଶ୍ରାମ ଦିବସର ନୀତିନିୟମ ଉଲ୍ଲଙ୍ଘନ କରନ୍ତି? ସେ ଘଟଣାରେ ତାହାଙ୍କର କେହି କିଛି ଦୋଷ ଧରନ୍ତି ନାହିଁ।
6
କିନ୍ତୁ ମୁଁ ତୁମ୍ଭକୁ କହୁଛି, ଏଠାରେ ଏଭଳି କିଛି ବିଷୟ ଅଛି, ଯାହା ମନ୍ଦିରଠାରୁ ମହାନ୍।
7
ଶାସ୍ତ୍ରକହେ, ‘ମୁଁ ଲୋକମାନଙ୍କ ମଧ୍ୟରେ ଦୟା ଗ୍ଭହେଁ, କିନ୍ତୁ ପଶୁବଳି ଗ୍ଭହେଁ ନାହିଁ।’ ତୁମ୍ଭେ ପ୍ରକୃତରେ ଏହାର ଅର୍ଥ ବୁଝି ନାହଁ। ଯଦି ବୁଝି ଥାଆନ୍ତ, ତେବେ ଏହି ନିର୍ଦ୍ଦୋଷ ଲୋକମାନଙ୍କୁ ନିନ୍ଦା କରନ୍ତ ନାହିଁ।
8
“ମନୁଷ୍ୟପୁତ୍ର ବିଶ୍ରାମ ଦିବସର ପ୍ରଭୁ ଅଟନ୍ତି।”
9
ଯୀଶୁ ଗୋଟିଏ ଲୋକର ଅଚଳ ହାତଟି ସୁସ୍ଥ କଲେ ଯୀଶୁ ସେଠାରୁ ଯାଇ ସେମାନଙ୍କର ପ୍ରାର୍ଥନାଗୃହରେ ପ୍ରବେଶ କଲେ।
10
ସେଠାରେ ଥିବା ଗୋଟିଏ ଲୋକର ହାତ ଶୁଖି ଯାଇଥିଲା। ସେଠାରେ ଥିବା କେତେକ ଯିହୂଦୀ ଯୀଶୁଙ୍କ ଉପରେ ଦୋଷାରୋପ କରିବା ପାଇଁ ସୁଯୋଗ ଖୋଜୁଥିଲେ। ସେମାନେ ତାହାଙ୍କୁ ପଗ୍ଭରିଲେ, “ମୋଶାଙ୍କ ନିୟମ ଅନୁସାରେ ବିଶ୍ରାମ ଦିବସରେ କାହାରିକୁ ଭଲ କରିଦେବା କ’ଣ ବିଧିସଙ୍ଗତ?”
11
ଯୀଶୁ କହିଲେ, “ମନେକର ତୁମ୍ଭର କାହାରି ଗୋଟିଏ ମେଷ ଅଛି ଓ ସେହି ମେଷ ବିଶ୍ରାମ ଦିବସରେ ଖାଲ ଭିତରେ ଖସି ପଡ଼ିଲା। ତୁମ୍ଭେ କ’ଣ ତାକୁ ଖାଲରୁ ବାହାର କରି ଆଣିବ ନାହିଁ?
12
ମଣିଷତ ନିଶ୍ଚିତ ଭାବରେ ଗୋଟିଏ ମେଣ୍ଢାଠାରୁ ଅଧିକ ମହତ୍ତ୍ୱପୂର୍ଣ୍ଣ। ତେଣୁ ମୋଶାଙ୍କ ବ୍ୟବସ୍ଥା ବିଶ୍ରାମ ଦିବସରେ ଭଲ କାମ କରିବାକୁ ଅନୁମତି ଦେଇଥାଏ।”
13
ତା’ପରେ ଯୀଶୁ ସେହି ଲୋକଟିକୁ କହିଲେ, “ତୁମ୍ଭ ହାତ ମୋତେ ଦେଖାଅ।” ଲୋକଟି ଯୀଶୁଙ୍କୁ ହାତ ଦେଖାଇବା ପାଇଁ ଆଗକୁ ବଢ଼େଇ ଦେଲା। ତା’ର ସେହି ଶୁଖି ଯାଇଥିବା ହାତଟି ସମ୍ପୂର୍ଣ୍ଣ ଭଲ ହୋଇଗଲା। ଏହି ହାତଟି ତା’ର ଅନ୍ୟ ହାତ ଭଳି ହୋଇଗଲା।
14
କିନ୍ତୁ ଫାରୂଶୀମାନେ ସେଠାରୁ ବାହାରି ଗଲେ। ଯୀଶୁଙ୍କୁ ଜୀବନରେ ମାରିଦେବା ପାଇଁ ସେମାନେ ଯୋଜନା କଲେ।
15
ପରମେଶ୍ୱରଙ୍କ ମନୋନୀତ ସେବକ: ଯୀଶୁ ଯୀଶୁ ଏ କଥା ଜାଣିପାରି ସେ ଜାଗା ଛାଡ଼ି ଗ୍ଭଲିଗଲେ। ବହୁତ ଲୋକ ତାହାଙ୍କୁ ଅନୁସରଣ କଲେ। ଯୀଶୁ ସମସ୍ତ ରୋଗୀଙ୍କୁ ସୁସ୍ଥ କରିଦେଲେ।
16
କିନ୍ତୁ ଯୀଶୁ ସେମାନଙ୍କୁ ଚେତାବନୀ ଦେଇ କହିଲେ, ଏ କଥା କାହାରି ଆଗରେ ପ୍ରକାଶ କରିବ ନାହିଁ।
17
ଭବିଷ୍ୟଦ୍ବକ୍ତା ଯିଶାଇୟଙ୍କ ମାଧ୍ୟମରେ ପରମେଶ୍ୱର ଯାହା କହିଥିଲେ, ସେଗୁଡ଼ିକ ପୂର୍ଣ୍ଣ ହେବା ପାଇଁ ଯୀଶୁ ଏହା କଲେ। ଯିଶାଇୟ କହିଥିଲେ,
18
“ଏ ମୋର ସେବକ। ମୁଁ ତାହାଙ୍କୁ ବାଛିଛି। ମୁଁ ତାହାଙ୍କୁ ଭଲ ପାଏ। ମୁଁ ତାହାଙ୍କ ଉପରେ ଖୁସୀ। ମୋର ଆତ୍ମା ମୁଁ ତାହାଙ୍କଠାରେ ରଖିବି। ସେ ଜାତିମାନଙ୍କ ଭିତରେ ନ୍ୟାୟ ଘୋଷଣା କରିବେ।
19
ସେ ଯୁକ୍ତି କରିବେ ନାହିଁ କି ପାଟିତୁଣ୍ଡ କରିବେ ନାହିଁ। ଲୋକେ ଗଳିରେ ତାହାଙ୍କ କଥା ଶୁଣିବେ ନାହିଁ।
20
ନଇଁ ପଡ଼ିଥିବା ଛେଗ୍ଭନଳର କାଣ୍ଡଟି ସେ ଭାଙ୍ଗିବେ ନାହିଁ କି ଲିଭି ଆସୁଥିବା ଦୀପଟିକୁ ସେ ଲିଭେଇବେ ନାହିଁ। ନ୍ୟାୟର ବିଜୟ ନ ହେବା ପର୍ଯ୍ୟନ୍ତ ସେ ଅଟଳ ରହିବେ।
21
ସେଥିରେ ସବୁ ଲୋକେ ତାହାଙ୍କ ଉପରେ ଭରସା ରଖିବେ।”
22
ଯୀଶୁଙ୍କଠାରେ ପରମେଶ୍ୱରଙ୍କର ଶକ୍ତି ନିହିତ ଅଛି ତା’ପରେ ଲୋକେ ଯୀଶୁଙ୍କ ପାଖକୁ ଗୋଟିଏ ଲୋକକୁ ଆଣିଲେ। ସେ ଲୋକଟି ଅନ୍ଧ ଥିଲା, ତା ଦେହରେ ଗୋଟିଏ ଭୂତ ପଶି ଥିବାରୁ ସେ ମୂକ ହୋଇଯାଇଥିଲା। ଯୀଶୁ ଲୋକଟିକୁ ସୁସ୍ଥ କରିଦେଲେ, ଫଳରେ ଲୋକଟି କଥା କହି ପାରିଲା ଓ ଦେଖି ପାରିଲା।
23
ଜମା ହୋଇଥିବା ଲୋକେ ଏହା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ, ସେମାନେ କୁହାକୁହି ହେଲେ, “ଆମ୍ଭ ପାଖକୁ ପରମେଶ୍ୱର ଯାହାଙ୍କୁ ପଠାଇବେ ବୋଲି ପ୍ରତିଜ୍ଞା କରିଥିଲେ, ଏ ହୁଏତ ସେହି ଦାଉଦଙ୍କ ପୁତ୍ର ଅଟନ୍ତି?”
24
ମାତ୍ର ଫାରୂଶୀମାନେ ଲୋକଙ୍କର ଏହି କଥା ଶୁଣି କହିଲେ, “ଯୀଶୁ ଭୂତମାନଙ୍କ ଶାସକ ବାଆଲ୍ଜିବୂଲ୍ ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାନ୍ତି।”
25
ଯୀଶୁ ଫାରୂଶୀମାନଙ୍କର ମନକଥା ଜାଣି ପାରିଲେ ଓ ସେମାନଙ୍କୁ କହିଲେ, “ନିଜ ବିରୁଦ୍ଧରେ ବିଭେଦ ସୃଷ୍ଟି କରୁଥିବା ପ୍ରତ୍ୟେକ ରାଜ୍ୟ ଧ୍ୱଂସ ପାଇଯିବ। ଯଦି କୌଣସି ନଗର ନିଜ ନିଜ ମଧ୍ୟରେ ଭାଗଭାଗ ହୋଇଯାଏ, ତେବେ ତାହା ତିଷ୍ଠିରହି ପାରିବନି। ସେହିଭଳି ନିଜ ନିଜ ଭିତରେ ଭାଗ ହୋଇଗଲେ କୌଣସି ପରିବାର ତିଷ୍ଠି ରହି ପାରିବନି।
26
ଯଦି ଶୟତାନ ତା’ର ନିଜ ଭୂତମାନଙ୍କୁ ତଡ଼ି ଦିଏ, ତେବେ ତା’ର ଅର୍ଥ ସେ ନିଜେ ନିଜ ଭିତରେ ଭାଗଭାଗ ହୋଇଛି। ଏ ପରିସ୍ଥିତିରେ ତା’ର ରାଜ୍ୟ ତିଷ୍ଠି ରହି ପାରିବା ସମ୍ଭବ ହେବ ନାହିଁ।
27
ତୁମ୍ଭ କହିବା ଅନୁସାରେ ମୁଁ ଯଦି ବାଆଲ୍ଜିବୂଲ୍ର ଶକ୍ତି ସାହାଯ୍ୟରେ ଭୂତମାନଙ୍କୁ ତଡ଼ି ଦେଉଛି, ତେବେ ତୁମ୍ଭର ଶିଷ୍ୟମାନେ କାହା ସାହାଯ୍ୟରେ ତାହାଙ୍କୁ ତଡ଼ୁଛନ୍ତି? ତେଣୁ ତୁମ୍ଭ ନିଜର ଶିଷ୍ୟମାନେ ପ୍ରମାଣିତ କରିଦେଉଛନ୍ତି ଯେ ତୁମ୍ଭେ ଭୁଲ୍ କହୁଛ।
28
ମୁଁ କିନ୍ତୁ ଭୂତମାନଙ୍କୁ ପରମେଶ୍ୱରଙ୍କ ଆତ୍ମାର ଶକ୍ତି ସାହାଯ୍ୟରେ ତଡ଼ି ଦେଉଛି। ତେଣୁ ଏଥିରୁ ପ୍ରମାଣିତ ହେଉଛି ଯେ, ପରମେଶ୍ୱରଙ୍କ ରାଜ୍ୟ ତୁମ୍ଭ ନିକଟରେ ପୂରାପୂରି ଆସି ପହଞ୍ଚିଗଲାଣି।
29
ଜଣେ ଲୋକ କୌଣସି ବଳବାନ ଲୋକ ଘରେ ପଶି ତା’ର ସମ୍ପତ୍ତି ଗ୍ଭେରେଇନେବାକୁ ଗ୍ଭହିଁଲେ, ସେ ବଳବାନ ଲୋକଟିକୁ ପ୍ରଥମେ ବାନ୍ଧି ପକାଇବ। ତା’ପରେ ସେ ବଳବାନ ଲୋକର ଘରୁ ସବୁ ଲୁଟି କରି ନେଇ ଯାଇପାରିବ।
30
ଯଦି କେହି ମୋ’ ସହିତ କାମ କରୁ ନାହିଁ, ତେବେ ସେ ମୋ’ ବିରୁଦ୍ଧରେ କାମ କରୁଛି।
31
ତେଣୁ ମୁଁ ତୁମ୍ଭକୁ କହୁଛି ଯେ, ଲୋକେ ଯେଉଁସବୁ ପାପ କରୁଛନ୍ତି ତାହା କ୍ଷମା କରି ଦିଆଯିବ। ଲୋକମାନେ ଯେଉଁସବୁ ଖରାପ କଥା କହୁଛନ୍ତି, ତାହା କ୍ଷମା କରି ଦିଆଯିବ। କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କଲେ କ୍ଷମା କରାଯାଇ ପାରିବନି।
32
ଯଦି କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କିଛି କୁହେ ତେବେ ତାକୁ କ୍ଷମା କରାଯାଇପାରେ, କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧରେ କେହି କିଛି କହିଲେ ତାକୁ ବର୍ତ୍ତମାନ ବା ଭବିଷ୍ୟତରେ କେବେ ହେଲେ କ୍ଷମା କରାଯିବ ନାହିଁ।
33
କର୍ମ ହିଁ ବ୍ୟକ୍ତିର ପରିଚୟ ଦିଏ “ଭଲ ଫଳ ପାଇବାକୁ ହେଲେ ଭଲ ଗଛଟିଏ ଲଗାଇବାକୁ ପଡ଼େ। ତୁମ୍ଭର ଖରାପ ଗଛଟିଏ ଥିଲେ ସେଥିରୁ ତୁମ୍ଭେ ଖରାପ ଫଳ ପାଇବ। କାରଣ ଫଳଦ୍ୱାରା ଗଛଟିକୁ ଚିହ୍ନି ହୁଏ।
34
ହେ କାଳସର୍ପର ସନ୍ତାନଗଣ, ତୁମ୍ଭେମାନେ ମନ୍ଦ ଲୋକ, ତୁମ୍ଭେ ଭଲ କଥା କିପରି କହି ପାରିବ? ଜଣେ ତା ମନ ଭିତରେ ଯାହା ଭାବୁଥାଏ, ତାକୁ କଥାରେ ପ୍ରକାଶ କରିଥାଏ।
35
ଗୋଟିଏ ଭଲ ଲୋକର ମନରେ ଭଲ କଥା ସଞ୍ଚିତ ହୋଇ ରହିଥାଏ, ସେ କହିବା ବେଳେ ତା’ର ମନରୁ ଭଲ କଥା ବାହାରି ଆସେ। କିନ୍ତୁ ଜଣେ ଖରାପ ଲୋକର ମନ ଭିତରେ ଖରାପ କଥା ସବୁ ସଞ୍ଚିତ ହୋଇ ରହିଥାଏ। ସେ କହିବା ବେଳେ ତା’ ମନ ଭିତରୁ ଖରାପ କଥା ବାହାରିଥାଏ। ତେଣୁ ସେ ଖରାପ କଥା କୁହେ।
36
କିନ୍ତୁ ମୁଁ ତୁମ୍ଭକୁ କହିଛି ଲୋକମାନେ ଅଜାଗ୍ରତ ଭାବରେ କିଛି କହିଥିବା ପ୍ରତ୍ୟେକ ଶବ୍ଦପାଇଁ ବିଗ୍ଭର ଦିନରେ ସେମାନଙ୍କୁ ଉତ୍ତର ଦେବାକୁ ହେବ।
37
ଅତଏବ ଯେଉଁସବୁ କଥା ତୁମ୍ଭେ କହିଥିବ, ତା ଅନୁସାରେ ତୁମ୍ଭକୁ ଦୋଷୀ ବା ତୁମ୍ଭକୁ ନିର୍ଦ୍ଦୋଷୀ ବୋଲି ବିଗ୍ଭର କରାଯିବ।”
38
ଯୀଶୁଙ୍କୁ ପ୍ରମାଣ ଦେବା ପାଇଁ ଯିହୂଦୀମାନଙ୍କର ଆହ୍ୱାନ ତା’ପରେ ଯିହୂଦୀ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନଙ୍କ ଭିତରୁ କେତେକ ଯୀଶୁଙ୍କୁ କହିଲେ, “ଗୁରୁ, ତୁମ୍ଭେ ଆମ୍ଭକୁ ଚିହ୍ନ ସ୍ୱରୂପ ଆଶ୍ଚର୍ଯ୍ୟକାର୍ଯ୍ୟଟିଏ ଦେଖାଅ।”
39
ଯୀଶୁ କହିଲେ, “ମନ୍ଦ ଓ ପାପୀ ଲୋକମାନେ ପ୍ରମାଣ ପାଇଁ ଆଶ୍ଚର୍ଯ୍ୟକାର୍ଯ୍ୟ ଦେଖିବାକୁ ଗ୍ଭହାନ୍ତି। କିନ୍ତୁ ତାହାଙ୍କୁ କୌଣସି ପ୍ରମାଣ ଦେଖାଇ ଦିଆ ଯିବ ନାହିଁ। କେବଳ ଭବିଷ୍ୟଦ୍ବକ୍ତା ଯୂନସଙ୍କ କ୍ଷେତ୍ରରେ ଘଟିଥିବା ଆଶ୍ଚର୍ଯ୍ୟକାର୍ଯ୍ୟ ହିଁ ସେମାନଙ୍କ ପାଇଁ ଏକମାତ୍ର ଚିହ୍ନ ହେବ।
40
ଯୂନସ ସମୁଦ୍ରର ଗୋଟିଏ ବଡ଼ ମାଛ ପେଟରେ ତିନି ଦିନ ଓ ତିନିରାତି ଥିଲେ। ସେହିପରି ମନୁଷ୍ୟପୁତ୍ର ତିନି ଦିନ ଓ ତିନିରାତି କବର ଭିତରେ ରହିବେ।
41
ଯେଉଁ ଦିନ ବିଗ୍ଭର ହେବ, ସେହି ଦିନ ନୀନିବୀର ଲୋକମାନେ ବର୍ତ୍ତମାନ ଜୀବିତ ଥିବା ଲୋକଙ୍କ ସହିତ ଠିଆ ହେବେ ଏବଂ ସେମାନଙ୍କୁ ଦୋଷୀ ସାବ୍ୟସ୍ତ କରିବେ। କାରଣ ଯେତେବେଳେ ଯୂନସ ସେମାନଙ୍କୁ ଉପଦେଶ ଦେଲେ ନୀନିବୀର ଲୋକେ ନିଜ ନିଜର ହୃଦୟ ପରିବର୍ତ୍ତନ କରିଥିଲେ। ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ମୁଁ ଯୂନସଙ୍କ ଅପେକ୍ଷା ଅଧିକ ମହାନ୍।
42
“ଯେଉଁ ଦିନ ବିଗ୍ଭର ହେବ ସେ ଦିନ ଦକ୍ଷିଣର ରାଣୀ ବର୍ତ୍ତମାନ ଜୀବିତ ଥିବା ଲୋକଙ୍କ ସହିତ ଠିଆହେବେ ଏବଂ ସେ ସେମାନଙ୍କୁ ଦୋଷୀ ସାବ୍ୟସ୍ତ କରିବେ। କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବା ପାଇଁ ବହୁତ ଦୂରରୁ ଆସିଥିଲେ। ଏବଂ ମୁଁ ତୁମ୍ଭକୁ କହୁଛି ଯେ ମୁଁ ଶଲୋମନଙ୍କଠାରୁ ଅଧିକ ମହାନ୍।
43
ବର୍ତ୍ତମାନର ଲୋକମାନଙ୍କଠାରେ ମନ୍ଦଗୁଣ ଭରି ରହିଛି “ଯେତେବେଳେ ଗୋଟିଏ ଭୂତ କୌଣସି ଲୋକଦେହରୁ ବାହାରି ଗ୍ଭଲି ଆସେ, ସେତେବେଳେ ସେ ପଥଭ୍ରଷ୍ଟ ହୋଇ ବିଶ୍ରାମ ନେବା ପାଇଁ ଶୁଖିଲା ଜାଗାଟିଏ ଖୋଜି ବୁଲେ, କିନ୍ତୁ ସେଭଳି ଜାଗାଟିଏ ତାକୁ ମିଳେ ନାହିଁ।
44
ସେତେବେଳେ ସେ କୁହେ, ‘ମୁଁ ମୋର ଯେଉଁ ପୁରୁଣା ଘର ଛାଡ଼ି ଗ୍ଭଲି ଆସିଛି, ପୁଣି ସେଠାକୁ ଫେରିଯିବି।’ ସେ ପୁଣି ଫେରି ଆସେ, ସେ ଦେଖେ ସେପର୍ଯ୍ୟନ୍ତ ମଧ୍ୟ ଘରଟି ଖାଲି ଅଛି। ସଫା ଅଛି ଏବଂ ସବୁ ଠିକ୍ଠାକ୍ ଅଛି। ତା’ପରେ ସେ ଯାଏ ଓ ତା’ଠାରୁ ଅଧିକ ଖରାପ ଆଉ ସାତୋଟା ଭୂତଙ୍କୁ ଡାକିଆଣେ।
45
ତା’ପରେ ସବୁ ଭୂତ ସେ ଘର ଭିତରକୁ ଯାଇ ସେଠାରେ ବସବାସ କରନ୍ତି। ସେତେବେଳେ ଲୋକଟିର ଅବସ୍ଥା ପୂର୍ବ ଅପେକ୍ଷା ଅଧିକ ଶୋଚନୀୟ ହୋଇପଡ଼େ। ଏବେ ଜୀବିତ ଥିବା ମନ୍ଦ ଲୋକଙ୍କ ପାଇଁ ସେହି ଏକାକଥା ଘଟିବ।”
46
ଯୀଶୁଙ୍କ ଶିଷ୍ୟମାନେ ତାହାଙ୍କର ପରିବାର ଯୀଶୁ ଯେତେବେଳେ ଏହିସବୁ କଥା ସେଠାରେ ଜମା ହୋଇଥିବା ଲୋକମାନଙ୍କୁ କହୁଥିଲେ, ସେତେବେଳେ ତାହାଙ୍କ ମା ଏବଂ ଭାଇ ଆସି ବାହାରେ ଠିଆ ହେଲେ। ସେମାନେ ଯୀଶୁଙ୍କ ସାଙ୍ଗରେ କଥାବାର୍ତ୍ତା କରିବା ପାଇଁ ଗ୍ଭହୁଁଥିଲେ।
47
ଜଣେ କେହି ଯୀଶୁଙ୍କୁ କହିଲେ, “ତୁମ୍ଭର ମା ଏବଂ ଭାଇମାନେ ବାହାରେ ଅପେକ୍ଷା କରିଛନ୍ତି। ସେମାନେ ତୁମ୍ଭ ସହିତ କଥାବାର୍ତ୍ତା ହେବାକୁ ଗ୍ଭହୁଁଛନ୍ତି।”
48
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋର ମା କିଏ? ମୋର ଭାଇମାନେ କିଏ?”
49
ତା’ପରେ ସେ ତାହାଙ୍କର ଶିଷ୍ୟମାନଙ୍କ ଆଡ଼କୁ ହାତ ବଢ଼େଇ କହିଲେ, “ଏମାନେ ମୋର ମା ଓ ଭାଇ।
50
ଯିଏ ସ୍ୱର୍ଗରେ ରହୁଥିବା ମୋର ପରମପିତାଙ୍କ ଇଚ୍ଛା ଅନୁସାରେ କାମ କରନ୍ତି, ସେ ମୋର ଭାଇ, ଭଉଣୀ ଓ ମା।”
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 13 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28