bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Matthew 16
Matthew 16
Odia Bible ERV 2004 (ପବିତ୍ର ବାଇବଲ)
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 17 →
1
ଯୀଶୁଙ୍କୁ ଯିହୂଦୀ ନେତାଙ୍କ ପରୀକ୍ଷା ଫାରୂଶୀ ଓ ସାଦ୍ଦୂକୀମାନେ ଯୀଶୁଙ୍କ ନିକଟକୁ ଆସିଲେ। ସେମାନେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଗ୍ଭହୁଁଥିଲେ। ତେଣୁ ସେମାନେ ଯୀଶୁଙ୍କୁ କୌଣସି ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଇବାକୁ କହିଲେ, କାରଣ ଯୀଶୁ ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଇବା ଫଳରେ ପ୍ରମାଣିତ ହୋଇ ପାରିବ ଯେ ସେ ପରମେଶ୍ୱରଙ୍କ ପାଖରୁ ଆସିଛନ୍ତି।
2
ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ ସୂର୍ଯ୍ୟୋଦୟ ସମୟରେ ଆକାଶକୁ ଲାଲରଙ୍ଗ ହୋଇଥିବାର ଦେଖିଲେ କୁହ ଯେ, ପାଗ ଭଲ ରହିବ।
3
ତୁମ୍ଭେମାନେ ସୂର୍ଯ୍ୟାସ୍ତ ସମୟରେ ଆକାଶକୁ ଲାଲ ରଙ୍ଗର ଓ ମେଘୁଆ ଥିବାର ଦେଖିଲେ କୁହ ଯେ ଆଜି ଝଡ଼ ହେବ। ଏଗୁଡ଼ିକ ପାଗର ଲକ୍ଷଣ। ତୁମ୍ଭେ ଏହି ଲକ୍ଷଣଗୁଡ଼ିକ ଆକାଶରେ ଦେଖ ଓ ସେଗୁଡ଼ିକର ଅର୍ଥ ବୁଝ। ସେହିଭଳି ତୁମ୍ଭେ ବର୍ତ୍ତମାନ ଘଟୁଥିବା ଘଟଣାଗୁଡ଼ିକୁ ଦେଖୁଛ। ଏଗୁଡ଼ିକ ମଧ୍ୟ ଏପ୍ରକାର ଲକ୍ଷଣ, କିନ୍ତୁ ଏଗୁଡ଼ିକର ଅର୍ଥ ବୁଝିବାକୁ ତୁମ୍ଭେ ସମର୍ଥ ହୋଇ ପାରୁନ।
4
ମନ୍ଦ ଓ ପାପୀ ଲୋକ ହିଁ ପ୍ରମାଣ ଚିହ୍ନ ସ୍ୱରୂପ ଆଶ୍ଚର୍ଯ୍ୟକାର୍ଯ୍ୟ ଦେଖିବାକୁ ଗ୍ଭହାନ୍ତି। ଏଭଳି ଲୋକଙ୍କୁ ଯୂନସଙ୍କ ଚିହ୍ନ ବ୍ୟତୀତ ଅନ୍ୟ କୌଣସି ଚିହ୍ନ ଦିଆ ଯିବ ନାହିଁ।” ତା’ପରେ ଯୀଶୁ ସେମାନଙ୍କୁ ସେଠାରେ ଛାଡ଼ି ଗ୍ଭଲିଗଲେ।
5
ଯୀଶୁଙ୍କ ଅନୁସରଣକାରୀମାନେ ତାଙ୍କୁ ଭୁଲ୍ ବୁଝିଲେ ଯୀଶୁଙ୍କ ଶିଷ୍ୟମାନେ ହ୍ରଦର ଅପର ପାର୍ଶ୍ୱକୁ ଗଲେ। କିନ୍ତୁ ସେମାନେ ସାଙ୍ଗରେ ରୋଟୀ ନେବାକୁ ଭୁଲିଗଲେ।
6
ଯୀଶୁ ସେମାନଙ୍କୁ କହିଲେ, “ସାବଧାନ ରୁହ! ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀରରୁ ତୁମ୍ଭମାନଙ୍କୁ ରକ୍ଷା କର।”
7
ଶିଷ୍ୟମାନେ ନିଜ ନିଜ ଭିତରେ ଏହାର ଅର୍ଥ ବିଷୟରେ ଆଲୋଚନା କଲେ। ସେମାନେ କହିଲେ, “ବୋଧହୁଏ ଆମ୍ଭେ ରୋଟୀ ନ ଆଣିଥିବାରୁ ସେ ଏପରି କହିଲେ।”
8
ସେମାନେ ଯାହା କୁହା କୁହି ହେଉଥିଲେ ଯୀଶୁ ତାହା ଜାଣି ପାରିଲେ। ସେ କହିଲେ, “ତୁମ୍ଭେ ରୋଟୀ ନ ଥିବା କଥା କାହିଁକି ତୁମ୍ଭଭିତରେ କୁହାକୁହି ହେଉଛ? ତୁମ୍ଭର ବିଶ୍ୱାସ ଅଳ୍ପ।
9
ଏବେ ସୁଦ୍ଧା ତୁମ୍ଭେ କ’ଣ ବୁଝି ପାରୁନ? ପାଞ୍ଚୋଟି ରୋଟୀକୁ ପାଞ୍ଚ ହଜାର ଲୋକ ଖାଇଥିବା କଥା ମନେ ପକାଅ। ଲୋକେ ଖାଇ ସାରିବା ପରେ ବଳକା ଅଂଶତକ ତୁମ୍ଭେ ଅନେକ ଟୋକେଇରେ ଭର୍ତ୍ତି କରିଥିଲ।
10
ସାତୋଟି ରୋଟୀକୁ ଗ୍ଭରିହଜାର ଲୋକ ଖାଇଥିବା କଥା ମନେ ପକାଅ। ଲୋକେ ଖାଇସାରିବା ପରେ ବଳକା ଅଂଶତକ ଅନେକ ଟୋକେଇରେ ଭର୍ତ୍ତି କରିଥିବା ବିଷୟରେ କହୁ ନ ଥିଲି?
11
ତୁମ୍ଭେ ତାହା କାହିଁକି ବୁଝି ପାରୁନ? ମୁଁ ତୁମ୍ଭକୁ ସାବଧାନ ରହିବାକୁ ଏବଂ ଫାରୂଶୀ ଓ ସାଦ୍ଦୂକୀମାନଙ୍କର କୁପ୍ରଭାବରୁ ଦୂରରେ ରହିବାକୁ କହୁଛି।”
12
ତା’ପରେ ସେମାନେ ଯୀଶୁଙ୍କ କଥାର ଅର୍ଥ ବୁଝିଗଲେ। ରୋଟୀରେ ବ୍ୟବହାର କରାଯାଉଥିବା ଖମୀରର କୁପ୍ରଭାବରୁ ସାବଧାନ ରହିବା ବିଷୟରେ ଯୀଶୁ କହୁ ନ ଥିଲେ। ମାତ୍ର ଫାରୂଶୀ ଓ ସାଦ୍ଦୂକୀମାନଙ୍କର ଉପଦେଶଠାରୁ ସାବଧାନ ରହିବାକୁ ସେ ସେମାନଙ୍କୁ କହୁଥିଲେ।
13
ପିତର କହନ୍ତି ଯୀଶୁ ହେଉଛନ୍ତି ଖ୍ରୀଷ୍ଟ ଯୀଶୁ କାଇସରିୟା ଫିଲିପ୍ପୀ ଅଞ୍ଚଳକୁ ଆସିବା ପରେ ଶିଷ୍ୟମାନଙ୍କୁ କହିଲେ, “ମୁଁ ହେଉଛି ମନୁଷ୍ୟପୁତ୍ର ମୁଁ କିଏ ବୋଲି ଲୋକେ ମୋ’ ବିଷୟରେ କ’ଣ କହୁଛନ୍ତି?”
14
ଶିଷ୍ୟମାନେ ଉତ୍ତର ଦେଲେ, “କେତେକ ଆପଣଙ୍କୁ ବାପ୍ତିଜକ ଯୋହନ ବୋଲି କହୁଛନ୍ତି ତ କେତେକ ଏଲିୟ ବୋଲି କହୁଛନ୍ତି। ଅନ୍ୟମାନେ ଆପଣଙ୍କୁ ଯିରିମିୟ ବା ଭବିଷ୍ୟଦ୍ବକ୍ତା ମାନଙ୍କ ମଧ୍ୟରୁ ଜଣେ ବୋଲି କହୁଛନ୍ତି।”
15
ଯୀଶୁ କହିଲେ, “ମୁଁ କିଏ ବୋଲି ତୁମ୍ଭେ କ’ଣ କହୁଛ?”
16
ଶିମୋନ ପିତର ଉତ୍ତର ଦେଲେ, “ଆପଣ ହେଉଛନ୍ତି ଖ୍ରୀଷ୍ଟ, ଜୀବନ୍ତ ପରମେଶ୍ୱରଙ୍କ ପୁତ୍ର।”
17
ଉତ୍ତରରେ ଯୀଶୁ କହିଲେ, “ହେ ଶିମୋନ! ଯୂନସଙ୍କ ପୁତ୍ର! ତୁମ୍ଭେ ଧନ୍ୟ! ଏ କଥା ତୁମ୍ଭକୁ କୌଣସି ମଣିଷ ଶିଖାଇ ନାହିଁ। ମୋ’ ସ୍ୱର୍ଗୀୟ ପିତା ତୁମ୍ଭକୁ ଏ କଥା ଶିଖାଇଛନ୍ତି।
18
ମୁଁ ମଧ୍ୟ ତୁମ୍ଭକୁ କହି ରଖୁଛି ଯେ ତୁମ୍ଭେ ହେଉଛ ପିତର ଏବଂ ମୁଁ ଏହି ପଥର ଉପରେ ମୋର ମଣ୍ଡଳୀ ତୋଳିବି। ମୃତ୍ୟୁଶକ୍ତି ମୋର ମଣ୍ଡଳୀକୁ ପରାଜିତ କରିବାକୁ ସମର୍ଥ ହୋଇପାରିବ ନାହିଁ।
19
ସ୍ୱର୍ଗରାଜ୍ୟର ଗ୍ଭବିଗୁଡ଼ିକ ମୁଁ ତୁମ୍ଭକୁ ଦେବି। ତେଣୁ ଏ ପୃଥିବୀରେ ଯେତେବେଳେ ତୁମ୍ଭେ ନ୍ୟାୟବିଗ୍ଭର କରିବ, ସେହି ନ୍ୟାୟବିଗ୍ଭର ପରମେଶ୍ୱରଙ୍କର ନ୍ୟାୟବିଗ୍ଭର ହେବ। ଏ ପୃଥିବୀରେ ଯେତେବେଳେ ତୁମ୍ଭେ କ୍ଷମା ଦେବ, ସେହି କ୍ଷମା ପରମେଶ୍ୱରଙ୍କର କ୍ଷମା ହେବ।”
20
ତା’ପରେ ଯୀଶୁ ତାହାଙ୍କର ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, “ସେ ଯେ ଖ୍ରୀଷ୍ଟ ଅଟନ୍ତି କାହାକୁ ନ କହିବା ପାଇଁ।”
21
ନିଜ ମୃତ୍ୟୁ ବିଷୟରେ ଯୀଶୁଙ୍କ ଭବିଷ୍ୟଦ୍ବାଣୀ ସେ ସମୟରୁ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ ଯେ ସେ ନିଶ୍ଚିତ ଭାବରେ ଯିରୁଶାଲମକୁ ଯିବେ। ସେଠାରେ ଯିହୂଦୀ ନେତା, ପ୍ରମୁଖ ଯାଜକ ଓ ଧର୍ମଶାସ୍ତ୍ରୀମାନଙ୍କ ଦ୍ୱାରା ସେ ଅନେକ ଯାତନା ପାଇବେ ଓ ବଧକରି ଦିଆଯିବେ। ସେ ମୃତ୍ୟୁରୁ ତୃତୀୟ ଦିନ ପୁନର୍ଜୀବିତ ହେବେ।
22
ତା’ପରେ ପିତର ଯୀଶୁଙ୍କୁ ଗୋଟିଏ ପାଖକୁ ଏକୁଟିଆ ଡାକି ନେଲେ ଓ ତାହାଙ୍କୁ ସମାଲୋଚନା କରି କହିଲେ, “ହେ ପ୍ରଭୁ! ପରମେଶ୍ୱର ଆପଣଙ୍କ ଉପରେ ଦୟା କରନ୍ତୁ। ଆପଣଙ୍କ ପାଇଁ ଏସବୁ ଘଟଣା ନ ଘଟୁ।”
23
ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ, “ଶୟତାନ! ମୋ’ ପାଖରୁ ଗ୍ଭଲିଯାଅ। ତୁମ୍ଭେ ମୋ’ ପାଇଁ ଗୋଟିଏ ବିଘ୍ନ। ତୁମ୍ଭେ ପରମେଶ୍ୱରଙ୍କ ନିୟମକୁ ଖାତିରି କରୁ ନାହଁ। ଲୋକମାନେ ଯାହାକୁ ମହତ୍ତ୍ୱପୂର୍ଣ୍ଣ ବୋଲି ଭାବନ୍ତି, ତୁମ୍ଭେମାନେ ମଧ୍ୟ ସେହିଭଳି ଭାବୁଛ।”
24
ତା’ପରେ ଯୀଶୁ ତାହାଙ୍କର ଶିଷ୍ୟମାନଙ୍କୁ କହିଲେ, “ଯଦି କେହି ଲୋକ ମୋର ଅନୁସରଣ କରିବାକୁ ଇଚ୍ଛା କରୁଛି, ତେବେ ସେ ନିଜ ବିଷୟରେ ଭୁଲିଯାଉ। ସେ ଲୋକକୁ ଦିଆଯାଇଥିବା ଯାତନାର କ୍ରୁଶ ବହନ କରୁ, ତା’ପରେ ସେ ମୋର ଅନୁସରଣ କରିବା ଉଚିତ୍।
25
ଯେଉଁ ଲୋକ ତା’ ନିଜ ଜୀବନ ରକ୍ଷା କରିବାକୁ ଗ୍ଭହୁଁଥିବ, ସେ ଏହାକୁ ହରେଇ ବସିବ। ମୋ’ ପାଇଁ ଜୀବନ ଦେଉଥିବା ପ୍ରତ୍ୟେକ ଲୋକ ଏହାକୁ ରକ୍ଷା କରିବ।
26
ଯଦି ଜଣେ ଲୋକ ନିଜ ଆତ୍ମାକୁ ହରେଇ ସାରା ସଂସାର ପାଏ, ତେବେ ସେଥିରେ ତାହାର କି ଲାଭ ହେବ? ନିଜର ଆତ୍ମାକୁ ଥରେ ହରେଇ ପୁଣି ଥରେ କିଣିବା ପାଇଁ କେହି କେବେ ହେଲେ ଯଥେଷ୍ଟ ଧନ ଦେଇ ପାରିବ ନାହିଁ।
27
ମନୁଷ୍ୟପୁତ୍ର ନିଜର ପିତାଙ୍କ ମହିମା ସହିତ ତାହାଙ୍କର ସ୍ୱର୍ଗଦୂତମାନଙ୍କ ସଙ୍ଗେ ଆସିବେ। ସେ ସମୟରେ ମନୁଷ୍ୟପୁତ୍ର ପ୍ରତ୍ୟେକ ଲୋକକୁ ତା’ର କର୍ମ ଅନୁସାରେ ଫଳ ଦେବେ।
28
ମୁଁ ତୁମ୍ଭକୁ ସତ୍ୟ କହୁଛି, ଏଠାରେ କେତେକ ଲୋକ ଠିଆ ହୋଇଛନ୍ତି, ଯେଉଁମାନେ ସେମାନଙ୍କ ମୃତ୍ୟୁ ପୂର୍ବରୁ ମନୁଷ୍ୟପୁତ୍ରଙ୍କୁ ତାହାଙ୍କ ରାଜ୍ୟ ସହିତ ଆସୁଥିବାର ଦେଖିବେ।”
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 17 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28