bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Matthew 19
Matthew 19
Odia Bible ERV 2004 (ପବିତ୍ର ବାଇବଲ)
← Chapter 18
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 20 →
1
ଯୀଶୁ ବିବାହ ବିଚ୍ଛେଦ ବିଷୟରେ ଶିକ୍ଷା ଦେଲେ ଏସବୁ କଥା କହିସାରି ଯୀଶୁ ଗାଲିଲୀରୁ ଫେରି ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱରେ ଥିବା ଯିହୂଦା ଅଞ୍ଚଳରେ ପହଞ୍ଚିଲେ।
2
ଅନେକ ଲୋକ ତାହାଙ୍କୁ ଅନୁସରଣ କଲେ। ସେଠାରେ ଯୀଶୁ ରୋଗୀ ଲୋକମାନଙ୍କୁ ସୁସ୍ଥ କଲେ।
3
କେତେକ ଫାରୂଶୀ ପରୀକ୍ଷା କରିବା ପାଇଁ ତାହାଙ୍କ ପାଖକୁ ଆସିଲେ। ସେମାନେ ପଗ୍ଭରିଲେ, “ଜଣେ ପୁରୁଷ କୌଣସି କାରଣରୁ ତା’ର ସ୍ତ୍ରୀକୁ ଛାଡ଼ି ଦେବା ନ୍ୟାୟସଙ୍ଗତ କି?”
4
ଯୀଶୁ କହିଲେ, “ତୁମ୍ଭେ ନିଶ୍ଚୟ ଶାସ୍ତ୍ରରେ ପଢ଼ିଛ ଯେ, ‘ସୃଷ୍ଟିକର୍ତ୍ତା ମୂଳରୁ ଲୋକମାନଙ୍କୁ ସ୍ତ୍ରୀ ଓ ପୁରୁଷ ରୂପରେ ସୃଷ୍ଟି କରିଥିଲେ?’
5
ପରମେଶ୍ୱର କହିଲେ, ‘ଏହି କାରଣରୁ ପୁରୁଷ ନିଜ ପିତାମାତାଙ୍କୁ ଛାଡ଼ି ତା ସ୍ତ୍ରୀ ସହିତ ମିଳିତ ହେବ, ଏବଂ ସେ ଦୁଇଜଣ ଏକ ହୋଇଯିବେ।’
6
ତେଣୁ ସ୍ୱାମୀ ସ୍ତ୍ରୀ ଦୁଇଜଣ ହୋଇ ରହନ୍ତି ନାହିଁ ମାତ୍ର ସେମାନେ ଏକ ହୋଇ ଯାଆନ୍ତି। ପରମେଶ୍ୱର ସେମାନଙ୍କୁ ଏକାଠି ଯୋଡ଼ିଛନ୍ତି। ତେଣୁ କୌଣସି ଲୋକ ସେମାନଙ୍କୁ ଅଲଗା ନ କରୁ।”
7
ଫାରୂଶୀମାନେ ପଗ୍ଭରିଲେ, “ତେବେ ଜଣେ ପୁରୁଷ ଛାଡ଼ପତ୍ର ଲେଖି ନିଜ ସ୍ତ୍ରୀକୁ ଛାଡ଼ି ଦେଇ ପାରିବ ବୋଲି ମୋଶା କାହିଁକି ଆଦେଶ ଦେଇଛନ୍ତି?”
8
ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ପରମେଶ୍ୱରଙ୍କ ଉପଦେଶ ଗ୍ରହଣ କରିବାକୁ ମନା କରିଥିବାରୁ ମୋଶା ତୁମ୍ଭମାନଙ୍କୁ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦେବାକୁ ଅନୁମତି ଦେଇଛନ୍ତି। କିନ୍ତୁ ପ୍ରଥମରୁ ଛାଡ଼ପତ୍ର ଦେବା ପାଇଁ ଅନୁମତି ଦିଆଯାଇ ନ ଥିଲା।
9
ମୁଁ ତୁମ୍ଭମାନଙ୍କୁ କହି ରଖୁଛି ଯେ, ଯଦି କୌଣସି ଲୋକ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦେଇ ଅନ୍ୟଜଣେ ସ୍ତ୍ରୀଲୋକକୁ ବିବାହ କରେ, ତେବେ ସେ ବ୍ୟଭିଗ୍ଭର ପାପରେ ଦୋଷୀ ସାବ୍ୟସ୍ତ ହୁଏ। ଯଦି ପ୍ରଥମ ସ୍ତ୍ରୀର ଅନ୍ୟ କୌଣସି ଲୋକ ସହିତ ଯୌନ-ସମ୍ପର୍କ ରହିଥାଏ, ସେହି ଗୋଟିଏ କାରଣରୁ ଜଣେ ଲୋକ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦେଇ ପୁଣି ଥରେ ବିବାହ କରି ପାରିବ।”
10
ଶିଷ୍ୟମାନେ ଯୀଶୁଙ୍କୁ କହିଲେ, “ଯଦି ଜଣେ ପୁରୁଷ କେବଳ ଗୋଟିଏ ମାତ୍ର କାରଣ ପାଇଁ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦେଇ ପାରିବ, ତେବେ ବିବାହ ନ କରିବା ବରଂ ଭଲ।”
11
ଯୀଶୁ ଉତ୍ତର ଦେଲେ, “ବିବାହ ସମ୍ବନ୍ଧରେ ଏହି ଉପଦେଶ ପ୍ରତ୍ୟେକ ଲୋକ ଗ୍ରହଣ କରି ପାରିବେ ନାହିଁ। ଯେଉଁମାନଙ୍କୁ ପରମେଶ୍ୱର ଏହି କ୍ଷମତା ଦେଇଛନ୍ତି, କେବଳ ସେହିମାନେ ଏହି ଉପଦେଶ ଗ୍ରହଣ କରି ପାରିବେ।
12
କେତେକ ଲୋକ କାହିଁକି ବିବାହ କରିପାରନ୍ତି ନାହିଁ, ତା’ର ବିଭିନ୍ନ କାରଣ ଅଛି। ମାତୃଗର୍ଭରୁ କେତେକ ଲୋକ ନପୁଂସକ ହୋଇ ଜନ୍ମ ହୋଇଥା’ନ୍ତି। କେତେକ ଲୋକ ଅନ୍ୟମାନଙ୍କ ଦ୍ୱାରା ପରବର୍ତ୍ତୀ ସମୟରେ ନପୁଂସକ ହୋଇଯାଇଥା’ନ୍ତି। ଆଉ କେତେକ ଲୋକ ସ୍ୱର୍ଗରାଜ୍ୟ ପାଇଁ ବିବାହ କରି ନ ଥା’ନ୍ତି। କିନ୍ତୁ ଯେଉଁ ଲୋକ ବିବାହ କରି ପାରିବ, ସେ ବିବାହ ସମ୍ବନ୍ଧୀୟ ଏହି ଉପଦେଶ ଗ୍ରହଣ କରିବା ଉଚିତ୍।”
13
ଯୀଶୁ ପିଲାମାନଙ୍କୁ ସ୍ୱାଗତ କଲେ ତା’ପରେ ଲୋକମାନେ କେତେକ ପିଲାଙ୍କୁ ଯୀଶୁଙ୍କ ପାଖକୁ ନେଇ ଆସିଲେ, ଯେପରି ଯୀଶୁ ସେମାନଙ୍କ ଉପରେ ଆପଣା ହାତ ରଖି ପାରିବେ ଓ ସେମାନଙ୍କ ଲାଗି ପ୍ରାର୍ଥନା କରିବେ। କିନ୍ତୁ ଯୀଶୁଙ୍କ ଶିଷ୍ୟମାନେ ଲୋକମାନଙ୍କୁ ଧମକ ଦେଇ ଯୀଶୁଙ୍କ ପାଖକୁ, ପିଲାମାନଙ୍କୁ ନ ଆଣିବା ପାଇଁ କହିଲେ।
14
ଯୀଶୁ କହିଲେ, “ପିଲାମାନଙ୍କୁ ମୋ’ ପାଖକୁ ଆସିବାକୁ ଦିଅ। ସେମାନଙ୍କୁ ଅଟକାଅ ନାହିଁ, କାରଣ ଯେଉଁମାନେ ଠିକ୍ ଏହି ପିଲାମାନଙ୍କ ଭଳି ଅଟନ୍ତି ସ୍ୱର୍ଗରାଜ୍ୟ ସେହିମାନଙ୍କର।”
15
ତା’ପରେ ଯୀଶୁ ତାହାଙ୍କର ହାତ ସେହି ପିଲାମାନଙ୍କ ଉପରେ ରଖିଲେ ଏବଂ ସେଠାରୁ ଗ୍ଭଲିଗଲେ।
16
ଜଣେ ଧନୀଲୋକ ଯୀଶୁଙ୍କୁ ଅନୁସରଣ କରିବା ପାଇଁ ମନାକଲା ଜଣେ ଲୋକ ଆସି ଯୀଶୁଙ୍କୁ ପଗ୍ଭରିଲା, “ଗୁରୁ, ଅନନ୍ତ-ଜୀବନ ଲାଭ କରିବା ପାଇଁ ମୁଁ କେଉଁ ଭଲ କାମ କରିବା ଉଚିତ୍?”
17
ଯୀଶୁ ସେ ଲୋକକୁ ପଗ୍ଭରିଲେ, “ଭଲ କାମ ବିଷୟରେ ମୋତେ କାହିଁକି ପଗ୍ଭରୁଛ? ଭଲ ତ କେବଳ ମାତ୍ର ଜଣେ। ସେ ହେଉଛନ୍ତି ପରମେଶ୍ୱର। ତଥାପି ଯଦି ତୁମ୍ଭେ ଅନନ୍ତ-ଜୀବନ ପାଇବା ପାଇଁ ଗ୍ଭହୁଁଛ, ତେବେ ଆଦେଶଗୁଡ଼ିକ ପାଳନ କର।”
18
ଲୋକ ଜଣକ ପଗ୍ଭରିଲା, “କେଉଁ ଆଦେଶ?” ଯୀଶୁ ଉତ୍ତର ଦେଲେ, “‘ତୁମ୍ଭେ କାହାରିକୁ ହତ୍ୟା କରିବ ନାହିଁ, ବ୍ୟଭିଗ୍ଭର କର ନାହିଁ, ଗ୍ଭେରି କର ନାହିଁ, ଅନ୍ୟ ଲୋକଙ୍କ ବିଷୟରେ ମିଛ କୁହ ନାହିଁ।’
19
ନିଜ ପିତାମାତାଙ୍କୁ ସମ୍ମାନ ଦେବ ଓ ‘ନିଜକୁ ଯେପରି ଭଲ ପାଉଛ, ଅନ୍ୟମାନଙ୍କୁ ସେହିପରି ଭଲ ପାଇବ।’ ’’
20
ଯୁବକଟି କହିଲା, “ମୁଁ ଏ ସବୁକଥା ମାନିଛି। ଏବେ ମୋ’ ପାଖରେ ଆଉ କ’ଣ ଅଭାବ ରହିଛି?”
21
ଯୀଶୁ କହିଲେ, “ଯଦି ତୁମ୍ଭେ ସିଦ୍ଧ ହେବାକୁ ଗ୍ଭହୁଁଛ, ତେବେ ଯାଅ ଏବଂ ତୁମ୍ଭ ପାଖରେ ଥିବା ସବୁକିଛି ବିକି ସେ ଧନ ଗରିବମାନଙ୍କୁ ବାଣ୍ଟିଦିଅ। ତା’ହେଲେ ସ୍ୱର୍ଗରେ ତୁମ୍ଭକୁ ଅପାର ଧନ ମିଳି ପାରିବ। ତା’ପରେ ଆସ ଓ ମୋର ଅନୁସରଣ କର।”
22
ଯୁବକଟି ଏ କଥା ଶୁଣିବା ପରେ ବହୁତ ଦୁଃଖ କଲା। ସେ ବହୁତ ଧନୀ ଥିଲା ଓ ନିଜର ଧନ ପାଖରେ ରଖିବାକୁ ଗ୍ଭହୁଁଥିଲା। ତେଣୁ ସେ ଯୀଶୁଙ୍କୁ ଛାଡ଼ି ଗ୍ଭଲିଗଲା।
23
ତା’ପରେ ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଜଣେ ଧନୀଲୋକ ନିମନ୍ତେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବା ଅତ୍ୟନ୍ତ କଷ୍ଟକର ବିଷୟ।
24
ହଁ, ମୁଁ ତୁମ୍ଭକୁ କହୁଛି ଯେ, ଜଣେ ଧନୀ ଲୋକ ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବାଠାରୁ ଗୋଟିଏ ଓଟ ଛୁଞ୍ଚିକଣା ଭିତରେ ଗଳିଯିବା ବରଂ ସହଜ।’’
25
ଶିଷ୍ୟମାନେ ଏ କଥା ଶୁଣି ବଡ଼ ଆଶ୍ଚର୍ଯ୍ୟ ହେଲେ। ସେମାନେ ପଗ୍ଭରିଲେ, “ତେବେ କିଏ ପରିତ୍ରାଣ ପାଇ ପାରିବ?”
26
ଯୀଶୁ ସେମାନଙ୍କୁ ଗ୍ଭହିଁ କହିଲେ, “ଏହା ଲୋକମାନଙ୍କ ପାଇଁ ଅସମ୍ଭବ। କିନ୍ତୁ ପରମେଶ୍ୱରଙ୍କ ପାଇଁ ସବୁକିଛି ସମ୍ଭବ।”
27
ତା’ପରେ ପିତର କହିଲେ, “ଆମ୍ଭର ଯାହାକିଛି ଥିଲା, ଆମ୍ଭେ ସେ ସବୁ ଛାଡ଼ି ଦେଇଛୁ ଏବଂ ତୁମ୍ଭର ଅନୁସରଣ କରିଛୁ। ତା’ହେଲେ ଆମ୍ଭେ କ’ଣ ପାଇବୁ?”
28
ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ନୂତନ ଜଗତ ସୃଷ୍ଟି ହେଲେ ମନୁଷ୍ୟପୁତ୍ର ତାହାଙ୍କର ମହାନ ସିଂହାସନ ପାଖରେ ବସିବେ ଓ ତୁମ୍ଭେମାନେ ମଧ୍ୟ ଯେଉଁମାନେ ମୋତେ ଅନୁସରଣ କରୁଛ, ସିଂହାସନ ପାଖରେ ବସିବ। ତୁମ୍ଭେମାନେ ବାରଟି ସିଂହାସନ ଉପରେ ବସିବ ଏବଂ ଇସ୍ରାଏଲର ବାରଟି ବଂଶର ଲୋକମାନଙ୍କର ବିଗ୍ଭର କରିବ।
29
ମୋ’ ପାଇଁ ଯେଉଁ ଲୋକ ଘରଦ୍ୱାର କିମ୍ବା ଭାଇ, ଭଉଣୀ କିମ୍ବା ପିତା, ମାତାଙ୍କୁ କିମ୍ବା ପିଲାମାନଙ୍କୁ କିମ୍ବା ଜମିବାଡ଼ି ଛାଡ଼ି ଦେଇଛି, ସେ ଶହେ ଗୁଣ ଅଧିକା ପାଇବ ଏବଂ ଅନନ୍ତ ଜୀବନ ପାଇବ।
30
କିନ୍ତୁ ଯେଉଁମାନେ ଏବେ ପ୍ରଥମ ସ୍ଥାନରେ ଅଛନ୍ତି, ଭବିଷ୍ୟତରେ ସେମାନଙ୍କ ଭିତରୁ ବହୁତ ଲୋକ ଶେଷ ସ୍ଥାନରେ ରହିଯିବେ। ଏବଂ ଏବେ ଶେଷ ସ୍ଥାନରେ ପଡ଼ି ରହିଥିବା ବହୁତ ଲୋକ ଭବିଷ୍ୟତରେ ପ୍ରଥମସ୍ଥାନ ଲାଭ କରିବେ।
← Chapter 18
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 20 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28