bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Matthew 20
Matthew 20
Odia Bible ERV 2004 (ପବିତ୍ର ବାଇବଲ)
← Chapter 19
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 21 →
1
ଯୀଶୁ ଶ୍ରମିକମାନଙ୍କର କାହାଣୀ କହିଲେ “ସ୍ୱର୍ଗରାଜ୍ୟ ଜଣେ ଜମିଦାରଙ୍କ ଭଳି। ଜମିଦାରଙ୍କର କେତେକ ଦ୍ରାକ୍ଷା ବଗିଗ୍ଭ ଥିଲା। ଦିନେ ବଡ଼ି ସକାଳୁ ସେ ତାହାଙ୍କ ଦ୍ରାକ୍ଷାବଗିଗ୍ଭରେ କାମ କରିବା ପାଇଁ ଅନ୍ୟ କେତେକ ଶ୍ରମିକ ଆଣିବାକୁ ବାହାରିଗଲେ।
2
ସେ ଶ୍ରମିକମାନଙ୍କୁ ସେଦିନ କାମ କରିବା ବାବଦରେ ଗୋଟିଏ ଗୋଟିଏ ରୌପ୍ୟ ମୁଦ୍ରା ଦେବା ପାଇଁ ରାଜି ହେଲେ। ତା’ପରେ ସେ ଶ୍ରମିକମାନଙ୍କୁ ବଗିଗ୍ଭକୁ କାମ କରିବାକୁ ପଠାଇଦେଲେ।
3
“ପ୍ରାୟ ନଅଟା ବେଳେ ସେ ବଜାର ଆଡ଼କୁ ଗଲେ ଓ ସେଠାରେ କେତେକ ଶ୍ରମିକଙ୍କୁ ଠିଆ ହୋଇଥିବାର ଦେଖିଲେ। ସେମାନଙ୍କ ପାଖରେ କିଛି କାମ ନ ଥିଲା।
4
ତେଣୁ ସେ ସେମାନଙ୍କୁ କହିଲେ, ‘ତୁମ୍ଭେମାନେ ଯଦି ଯାଇ ମୋ’ ଦ୍ରାକ୍ଷାବଗିଗ୍ଭରେ କାମ କରିବ, ତେବେ ତୁମ୍ଭର ଯାହା ଉଚିତ୍ ପ୍ରାପ୍ୟ ହେବ, ମୁଁ ତୁମ୍ଭକୁ ତାହା ଦେବି।’
5
ତେଣୁ ସେମାନେ ମଧ୍ୟ ଦ୍ରାକ୍ଷାବଗିଗ୍ଭକୁ କାମ କରିବାକୁ ଗଲେ। “ପୁଣି ପ୍ରାୟ ବାରଟା ବେଳେ ଓ ଆଉଥରେ ପ୍ରାୟ ତିନିଟା ବେଳେ ସେ ଘରୁ ଯାଇ ପୂର୍ବଭଳି ଆଉ କେତେକ ଶ୍ରମିକଙ୍କୁ ଆଣିଲେ।
6
ପ୍ରାୟ ପାଞ୍ଚଟା ବେଳେ ସେ ଘରୁ ଯାଇ ବଜାରରେ ଦେଖିଲେ ଯେ କେତେକ ଲୋକ ଠିଆ ହୋଇଛନ୍ତି। ସେ ସେମାନଙ୍କୁ ପଗ୍ଭରିଲେ, ‘ତୁମ୍ଭେମାନେ ଦିନସାରା କିଛି କାମ ନ କରି ଏଠାରେ ଏମିତି କାହିଁକି ଠିଆ ହୋଇଛ?’
7
“ସେମାନେ କହିଲେ, ‘ଆମ୍ଭକୁ କେହି ମଜୁରୀ ଦେଇ କାମ କରିବାକୁ ଡାକି ନାହାନ୍ତି।’ “ଜମିଦାର ଜଣକ ସେମାନଙ୍କୁ କହିଲେ, ‘ତୁମ୍ଭେମାନେ ମଧ୍ୟ ଯାଇ ମୋର ଦ୍ରାକ୍ଷାବଗିଗ୍ଭରେ କାମ କର।’
8
“ସନ୍ଧ୍ୟା ହେବାରୁ ଦ୍ରାକ୍ଷାବଗିଗ୍ଭର ଜମିଦାର ତାହାଙ୍କ ଗୁମାସ୍ତାଙ୍କୁ ଡାକି କହିଲେ, ‘ଶ୍ରମିକମାନଙ୍କୁ ଡାକ। ମୁଁ ଯେଉଁମାନଙ୍କୁ ଶେଷରେ କାମରେ ଲଗାଇଲି ସେହି ଶ୍ରମିକମାନଙ୍କଠାରୁ ପ୍ରଥମେ ମଜୁରୀ ଦେବା ଆରମ୍ଭ କର। ସର୍ବ ଶେଷରେ ପ୍ରଥମେ କାମକୁ ଆସିଥିବା ଶ୍ରମିକମାନଙ୍କୁ ମଜୁରୀ ଦିଅ।’
9
“ଯେଉଁମାନେ ପାଞ୍ଚଟା ବେଳେ ଆସିଥିଲେ, ସେମାନେ ମଜୁରୀ ନେବାକୁ ଆସିଲେ। ପ୍ରତ୍ୟେକ ଶ୍ରମିକ ଗୋଟିଏ କରି ରୌପ୍ୟମୁଦ୍ରା ପାଇଲେ।
10
ଯେତେବେଳେ ଆଗ ଆସିଥିବା ଶ୍ରମିକମାନେ ଆସିଲେ, ସେମାନେ ଭାବିଥିଲେ ଯେ ସେମାନଙ୍କୁ କିଛି ଅଧିକ ମିଳିବ। କିନ୍ତୁ ସେମାନେ ମଧ୍ୟ ପ୍ରତ୍ୟେକ ଗୋଟିଏ କରି ରୌପ୍ୟମୁଦ୍ରା ପାଇଲେ।
11
ସେମାନେ ଗୋଟିଏ ଗୋଟିଏ ରୌପ୍ୟମୁଦ୍ରା ନେଇସାରି ଜମିଦାରଙ୍କ ଆଗରେ ଯାଇ ଏ ବିଷୟରେ ଅଭିଯୋଗ କଲେ।
12
ସେମାନେ କହିଲେ, ‘ଶେଷରେ ଆସିଥିବା ଶ୍ରମିକମାନେ ମାତ୍ର ଗୋଟିଏ ଘଣ୍ଟା କାମ କରିଛନ୍ତି। ଆମ୍ଭେ ଖରାରେ ଦିନସାରା କଠିନ ପରିଶ୍ରମ କରିଛୁ। କିନ୍ତୁ ଆପଣ ସେମାନଙ୍କୁ ଯେତିକି ମଜୁରୀ ଦେଲେ, ଆମ୍ଭକୁ ମଧ୍ୟ ସେତିକି ମଜୁରୀ ଦେଲେ!’
13
“ଜମିଦାର ସେହି ଶ୍ରମିକମାନଙ୍କ ଭିତରୁ ଜଣକୁ କହିଲେ, ‘ବନ୍ଧୁ, ମୁଁ ତୁମ୍ଭ ପ୍ରତି ଅନ୍ୟାୟ କରି ନାହିଁ। ତୁମ୍ଭେ ଗୋଟିଏ ଗୋଟିଏ ରୌପ୍ୟମୁଦ୍ରା ନେଇ କାମ କରିବ ବୋଲି ମୋ’ ସାଙ୍ଗରେ ରାଜି ହୋଇ ନ ଥିଲ କି?
14
ଯାହା ତୁମ୍ଭର ପ୍ରାପ୍ୟ ତାହା ନେଇ ଘରକୁ ଯାଅ। ମୁଁ ତୁମ୍ଭମାନଙ୍କୁ ଯେତିକି ଦେଇଛି, ଶେଷରେ ଆସିଥିବା ଶ୍ରମିକକୁ ସେତିକି ଲେଖାଏଁ ଦେବାକୁ ଗ୍ଭହୁଁଛି।
15
ମୋ’ ଧନକୁ ମୋର ଯେଭଳି ଇଚ୍ଛା ହେବ, ସେଭଳି ଖର୍ଚ୍ଚ କରିବାର ଅଧିକାର କ’ଣ ମୋର ନାହିଁ? ବା ମୁଁ ଏହି ଲୋକଙ୍କ ପାଇଁ ଉଦାର ବୋଲି କ’ଣ ତୁମ୍ଭେ ଈର୍ଷା କରୁଛ କି?’
16
“ଏହିଭଳି ଭାବରେ ବର୍ତ୍ତମାନ ଯେଉଁ ଲୋକ ସର୍ବଶେଷରେ ଅଛନ୍ତି, ଭବିଷ୍ୟତରେ ସେମାନେ ପ୍ରଥମ ସ୍ଥାନ ପାଇବେ। ଏବଂ ଯେଉଁ ଲୋକମାନେ ବର୍ତ୍ତମାନ ପ୍ରଥମ ସ୍ଥାନରେ ଅଛନ୍ତି, ସେମାନେ ଭବିଷ୍ୟତରେ ଶେଷ ସ୍ଥାନ ପାଇବେ।”
17
ଯୀଶୁ ତାଙ୍କ ନିଜ ମୃତ୍ୟୁ ବିଷୟରେ କହିଲେ ଯୀଶୁ ଯିରୁଶାଲମକୁ ଯାଉଥିଲେ। ତାହାଙ୍କର ବାରଜଣ ଶିଷ୍ୟ ତାହାଙ୍କ ସହିତ ଥିଲେ। ସେମାନେ ଗ୍ଭଲିକରି ଯାଉଥିବା ସମୟରେ ଯୀଶୁ ସେହି ବାରଜଣ ଶିଷ୍ୟଙ୍କୁ ଗୋଟିଏ ପାଖକୁ ଡାକିନେଇ କହିଲେ,
18
“ଶୁଣ, ଆମ୍ଭେମାନେ ଯିରୁଶାଲମକୁ ଯାଉଛୁ। ମନୁଷ୍ୟପୁତ୍ରଙ୍କୁ ସେଠାରେ ପ୍ରଧାନଯାଜକ ଓ ଯିହୂଦୀ ଧର୍ମଶାସ୍ତ୍ରୀମାନଙ୍କ ହାତରେ ଦେଇ ଦିଆଯିବ। ସେମାନେ ତାହାଙ୍କୁ ମୃତ୍ୟୁଦଣ୍ଡ ଦେବାକୁ କହିବେ।
19
ସେମାନେ ଯୀଶୁଙ୍କୁ ଅଣଯିହୂଦୀ ଲୋକଙ୍କ ହାତରେ ଦେଇଦେବେ, ସେହି ଲୋକମାନେ ଯୀଶୁଙ୍କୁ ଉପହାସ କରିବେ, କୋରଡ଼ାରେ ପିଟିବେ ଏବଂ ଗୋଟିଏ କ୍ରୁଶରେ ଚଢ଼ାଇ ତାହାଙ୍କୁ ମାରିଦେବେ। କିନ୍ତୁ ମୃତ୍ୟୁର ତୃତୀୟ ଦିନ ସେ ପୁଣି ବଞ୍ଚି ଉଠିବେ।”
20
ଏକ ମାତାଙ୍କର ବିଶେଷ ଅନୁରୋଧ ତା’ପରେ ଜେବଦୀଙ୍କ ସ୍ତ୍ରୀ ଯୀଶୁଙ୍କ ନିକଟକୁ ଆସିଲେ। ଏବଂ ତାହାଙ୍କର ପୁଅମାନେ ତାହାଙ୍କ ସହିତ ଥିଲେ। ସେମାନଙ୍କର ମା ଯୀଶୁଙ୍କୁ ପ୍ରଣାମ କଲେ। ସେ ସେମାନଙ୍କ ପାଇଁ ଯୀଶୁଙ୍କୁ କିଛି ଅନୁରୋଧ କଲେ।
21
ଯୀଶୁ ପଗ୍ଭରିଲେ, “ତୁମ୍ଭେ କ’ଣ ଗ୍ଭହୁଁଛ?” ସେ କହିଲେ, “ଆପଣ ପ୍ରତିଜ୍ଞା କରି କୁହନ୍ତୁ ଯେ, ଆପଣଙ୍କ ରାଜ୍ୟରେ ମୋର ଏହି ଦୁଇ ପୁଅଙ୍କ ଭିତରୁ ଜଣେ ତୁମ୍ଭର ଡାହାଣ ପଟେ ଓ ଅନ୍ୟ ଜଣକ ବାମପଟେ ବସିବ।”
22
ଯୀଶୁ ଉତ୍ତର ଦେଲେ, “ତୁମ୍ଭେ କ’ଣ ମାଗୁଛ, ସେ କଥା ତୁମ୍ଭେ ଜାଣି ପାରୁ ନାହଁ। ଯେଉଁଭଳି ଯାତନା ମୁଁ ଭୋଗ କରିବାକୁ ଯାଉଛି, ତାହା କ’ଣ ତୁମ୍ଭେ ଭୋଗ କରି ପାରିବ?” ସେମାନେ ଉତ୍ତର ଦେଲେ, “ହଁ, ଆମ୍ଭେ ପାରିବୁ।”
23
ଯୀଶୁ ସେମାନଙ୍କୁ କହିଲେ, “ମୁଁ ଯେଉଁଭଳି ଯାତନା ଭୋଗ କରିବି, ତୁମ୍ଭେମାନେ ମଧ୍ୟ ପ୍ରକୃତରେ ସେହିଭଳି ଯାତନା ଭୋଗ କରିବ। କିନ୍ତୁ ମୋର ଡାହାଣ ପଟେ କିଏ ବସିବ ବା ବାମ ପଟେ କିଏ ବସିବ, ତାହା ବାଛିବାର ଅଧିକାର ମୋର ନାହିଁ। କାରଣ, କିଏ କେଉଁଠାରେ ବସିବେ, ତାହା ମୋର ପରମପିତା ଆଗରୁ ସ୍ଥିର କରି ସାରିଛନ୍ତି। ସେ ସେମାନଙ୍କ ପାଇଁ ଯେଉଁ ସ୍ଥାନ ପ୍ରସ୍ତୁତ କରିଛନ୍ତି, ସେମାନେ ସେହି ସ୍ଥାନରେ ବସିବେ।”
24
ଅନ୍ୟ ଦଶ ଜଣ ଶିଷ୍ୟ ଏ କଥା ଶୁଣି ସେହି ଦୁଇଭାଇଙ୍କ ଉପରେ ରାଗିଗଲେ।
25
ଯୀଶୁ ସବୁ ଶିଷ୍ୟଙ୍କୁ ଏକାଠି ଡାକି କହିଲେ, “ତୁମ୍ଭେ ଜାଣ ଯେ, ଅଣଯିହୂଦୀ ଶାସକମାନେ ସେମାନଙ୍କ କ୍ଷମତା ଅନ୍ୟ ଲୋକଙ୍କ ଉପରେ ବ୍ୟବହାର କରିବାକୁ ଭଲ ପାଆନ୍ତି। ଆଉ ଏହା ମଧ୍ୟ ଜାଣ ଯେ, ସେମାନଙ୍କର ମହତ୍ତ୍ୱପୂର୍ଣ୍ଣ ନେତାମାନେ ସମାନଙ୍କର କର୍ତ୍ତୃତ୍ୱ ସେମାନଙ୍କ ଉପରେ ବ୍ୟବହାର କରିବାକୁ ଭଲ ପାଆନ୍ତି।
26
କିନ୍ତୁ ତୁମ୍ଭମାନଙ୍କ କ୍ଷେତ୍ରରେ ସେହିଭଳି ହେବ ନାହିଁ। ତୁମ୍ଭ ଭିତରୁ ଯଦି କେହି ବଡ଼ ହେବାକୁ ଇଚ୍ଛା କରୁଛି, ତେବେ ସେ ଜଣେ ସେବକ ଭଳି ତୁମ୍ଭମାନଙ୍କର ସେବା କରିବ।
27
ଯଦି ତୁମ୍ଭ ଭିତରୁ କେହି ପ୍ରଥମ ସ୍ଥାନ ପାଇବାକୁ ଇଚ୍ଛା କରୁଛି, ତେବେ ତାକୁ ଜଣେ କ୍ରୀତଦାସ ଭଳି ତୁମ୍ଭମାନଙ୍କର ସେବା କରିବାକୁ ହେବ।
28
ମନୁଷ୍ୟପୁତ୍ରଙ୍କ କ୍ଷେତ୍ରରେ ତାହା ଏକା ଭଳି। ମନୁଷ୍ୟପୁତ୍ର ଅନ୍ୟମାନଙ୍କଠାରୁ ସେବା ପାଇବେ ବୋଲି ଆସିନାହାନ୍ତି। ସେ ଅନ୍ୟମାନଙ୍କର ସେବା କରିବା ପାଇଁ ଆସିଅଛନ୍ତି। ମନୁଷ୍ୟପୁତ୍ର ଅନେକ ଲୋକଙ୍କ ମୁକ୍ତିର ମୂଲ୍ୟଭାବେ ନିଜ ଜୀବନଦାନ କରିବା ପାଇଁ ଆସିଛନ୍ତି।”
29
ଯୀଶୁ ଦୁଇଜଣ ଅନ୍ଧଙ୍କୁ ସୁସ୍ଥ କଲେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯିରୀଖୋରୁ ଗଲାବେଳେ ବହୁ ସଂଖ୍ୟାରେ ଲୋକମାନେ ଯୀଶୁଙ୍କୁ ଅନୁସରଣ କରିବାକୁ ଲାଗିଲେ।
30
ରାସ୍ତା ପାଖରେ ଦୁଇଜଣ ଅନ୍ଧ ବସିଥିଲେ। ସେମାନେ ଶୁଣିଲେ ଯେ ଯୀଶୁ ସେ ବାଟ ଦେଇ ଯାଉଛନ୍ତି। ସେମାନେ ପାଟି କଲେ, “ହେ ପ୍ରଭୁ, ଦାଉଦଙ୍କ ପୁତ୍ର, ଆମ୍ଭ ଉପରେ ଦୟା କର।”
31
ଲୋକେ ସେମାନଙ୍କୁ ଧମକ ଦେଇ ଚୁପ୍ ରହିବାକୁ କହିଲେ। କିନ୍ତୁ ଅନ୍ଧ ଦୁଇଜଣ ଅଧିକରୁ ଅଧିକ ପାଟି କରି କହିଲେ, “ହେ ପ୍ରଭୁ, ହେ ଦାଉଦଙ୍କ ପୁତ୍ର, ଆମ୍ଭ ଉପରେ ଦୟାକର।”
32
ଯୀଶୁ ରହିଗଲେ, ଦୁଇଜଣଙ୍କୁ ଡାକିଲେ ଓ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କ’ଣ କରିବି ବୋଲି ତୁମ୍ଭେ ଗ୍ଭହୁଁଛ?”
33
ସେମାନେ ତାହାଙ୍କୁ କହିଲେ, “ହେ ପ୍ରଭୁ, ଆମ୍ଭେ ଯେପରି ଦେଖି ପାରିବୁ, ତାହା ଗ୍ଭହୁଁଛୁ।”
34
ଯୀଶୁଙ୍କ ମନରେ ସେମାନଙ୍କ ପାଇଁ ଦୟା ଆସିଲା। ସେ ସେମାନଙ୍କର ଆଖି ଛୁଇଁଦେଲେ, ଓ ସେମାନେ ତୁରନ୍ତ ଦେଖି ପାରିଲେ। ତା’ପରେ ସେମାନେ ଯୀଶୁଙ୍କୁ ଅନୁସରଣ କଲେ।
← Chapter 19
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 21 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28