bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Matthew 21
Matthew 21
Odia Bible ERV 2004 (ପବିତ୍ର ବାଇବଲ)
← Chapter 20
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 22 →
1
ଯୀଶୁ ରାଜାଭାବରେ ଯିରୁଶାଲମରେ ପ୍ରବେଶ କଲେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯିରୁଶାଲମ ପାଖାପାଖି ଆସି ଯାଇଥିଲେ। ସେମାନେ ପ୍ରଥମେ ଜୀତପର୍ବତ ପାଖ ବୈଥ୍ଫାଗୀଠାରେ ଅଟକିଲେ।
2
ଯୀଶୁ ଦୁଇଜଣ ଶିଷ୍ୟଙ୍କୁ ଗାଁକୁ ପଠାଇଲେ। ସେ କହିଲେ, “ତୁମ୍ଭେ ଠିକ୍ ସାମନାରେ ଥିବା ଗାଁକୁ ଯାଅ। ସେଠାରେ ପହଞ୍ଚିବା ପରେ ତୁମ୍ଭେ ଗୋଟିଏ ମାଇ ଗଧ ବନ୍ଧା ହୋଇଥିବାର ଦେଖିବ। ତା’ ସହିତ ଗୋଟିଏ ଗଧଛୁଆ ମଧ୍ୟ ସେଠାରେ ଥିବ। ସେମାନଙ୍କୁ ଖୋଲିଦେବ, ଓ ସେମାନଙ୍କୁ ମୋ’ ପାଖକୁ ନେଇ ଆସିବ।
3
ଯଦି ତୁମ୍ଭକୁ କେହି ଲୋକ ପଗ୍ଭରେ ଯେ, ତୁମ୍ଭେମାନେ କାହିଁକି ଗଧ ଦୁହିଁଙ୍କୁ ନେଇ ଯାଉଛ, ତେବେ ତୁମ୍ଭେ କହିବ ‘ଏଗୁଡ଼ିକ ପ୍ରଭୁଙ୍କର ଦରକାର। ପରେ ସେ ସେମାନଙ୍କୁ ସଙ୍ଗେ ସଙ୍ଗେ ପଠାଇଦେବେ।’”
4
ଭବିଷ୍ୟଦ୍ବକ୍ତା ଯାହା କହିଥିଲେ, ତାହା ସଫଳ ହେବା ପାଇଁ ଏସବୁ ଘଟିଲା। ଭବିଷ୍ୟଦ୍ବକ୍ତା କହିଥିଲେ:
5
“ସିୟୋନ ନଗରୀକୁ କୁହ: ‘ଦେଖ, ତୁମ୍ଭର ରାଜା ତୁମ୍ଭ ପାଖକୁ ଆସୁଛନ୍ତି। ସେ ନମ୍ର ଓ ସେ ଗୋଟିଏ ଗଧ ଉପରେ ଚଢ଼ି ଆସୁଛନ୍ତି। ହଁ, ଗୋଟିଏ ଗଧଛୁଆ ଉପରେ ଚଢ଼ିଛନ୍ତି, ସେହି ଛୁଆଟି ଏକ ସ୍ତନ୍ୟପାୟୀ ଗଧରୁ ଜନ୍ମ ହୋଇଛି।’”
6
ଶିଷ୍ୟମାନେ ଗ୍ଭଲିଗଲେ ଓ ଯୀଶୁଙ୍କ କହିବା ଅନୁସାରେ ସେମାନେ କାମ କଲେ।
7
ସେମାନେ ମାଈ ଗଧ ଓ ଗଧଛୁଆକୁ ନେଇ ଯୀଶୁଙ୍କ ପାଖକୁ ଆସିଲେ। ସେମାନେ ତାହାଙ୍କ ଲୁଗାଗୁଡ଼ିକ ଗଧମାନଙ୍କ ଉପରେ ବିଛାଇ ଦେଲେ। ଯୀଶୁ ସେହି ଲୁଗା ଉପରେ ବସିଲେ।
8
ଯୀଶୁ ଯିରୁଶାଲମ ରାସ୍ତାରେ ଯାତ୍ରା କଲେ। ଅନେକ ଲୋକ ଯୀଶୁଙ୍କ ପାଇଁ ସେମାନଙ୍କର ଲୁଗା ରାସ୍ତାରେ ବିଛେଇ ଦେଲେ। ଆଉ କେତେକ ଲୋକ ଗଛରୁ ଡାଳ ସବୁ କାଟି ରାସ୍ତାରେ ବିଛାଇ ଦେଲେ।
9
ଯୀଶୁଙ୍କ ଆଗେ ଆଗେ କେତେକ ଲୋକ ଯାଉଥିଲେ। ତାହାଙ୍କ ପଛେ ପଛେ ମଧ୍ୟ କେତେକ ଲୋକ ଯାଉଥିଲେ। ସେ ସମସ୍ତେ ପାଟି କରି କହୁଥିଲେ: “ଦାଉଦଙ୍କ ପୁତ୍ରଙ୍କ ମହିମା ଗାନ କର। ଯିଏ ପ୍ରଭୁଙ୍କ ନାମରେ ଆସୁଛନ୍ତି। ସେ ଧନ୍ୟ। ସ୍ୱର୍ଗରେ ରହୁଥିବା ପରମେଶ୍ୱରଙ୍କ ମହିମା ଗାନ କର।”
10
ଯୀଶୁ ଯେତେବେଳେ ଯିରୁଶାଲମରେ ପ୍ରବେଶ କଲେ, “ସେତେବେଳେ ସାରା ନଗରରେ ଚହଳ ପଡ଼ିଗଲା। ଲୋକେ ପଗ୍ଭରିଲେ, “ଏ ଲୋକଟି କିଏ?”
11
ଯୀଶୁଙ୍କୁ ଅନୁସରଣ କରୁଥିବା ଲୋକେ କହିଲେ, “ଏ ହେଉଛନ୍ତି ଭବିଷ୍ୟଦ୍ବକ୍ତା ଯୀଶୁ। ସେ ଗାଲିଲୀ ପ୍ରଦେଶର ନାଜରିତ ସହରରୁ ଆସିଛନ୍ତି।”
12
ଯୀଶୁ ମନ୍ଦିରକୁ ଗଲେ ଯୀଶୁ ମନ୍ଦିର ପରିସରରେ ପ୍ରବେଶ କଲେ। ସେଠାରେ କିଣା ଓ ବିକା କରୁଥିବା ଲୋକମାନଙ୍କୁ ଯୀଶୁ ବାହାରକୁ ଘଉଡ଼େଇ ଦେଲେ। ସେ ମୁଦ୍ରା ବ୍ୟବସାୟୀଙ୍କ ମେଜ ଓ କାପ୍ତା ବ୍ୟବସାୟୀଙ୍କ ଆସନ ଓଲଟେଇ ଦେଲେ।
13
ଯୀଶୁ ସେମାନଙ୍କୁ କହିଲେ, “ଶାସ୍ତ୍ରରେ ଏ କଥା ଲେଖାଅଛି, ‘ମୋ’ ଘର ପ୍ରାର୍ଥନା ଘର ବୋଲି କୁହାଯିବ।’ କିନ୍ତୁ ତୁମ୍ଭେମାନେ ଏହାକୁ ଡକାୟତଙ୍କ ଆଡ୍ଡ଼ା ସ୍ଥଳି କରି ଦେଇଛ।”
14
ମନ୍ଦିରରେ କେତେକ ଅନ୍ଧ ଓ କେତେକ ଛୋଟା ଲୋକ ଯୀଶୁଙ୍କ ପାଖକୁ ଆସିଲେ। ଯୀଶୁ ସେମାନଙ୍କୁ ସୁସ୍ଥ କରିଦେଲେ।
15
ପ୍ରଧାନଯାଜକ ଓ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କ ଏ ବିସ୍ମୟ ଜନକ କାମ ଦେଖିଲେ। ମନ୍ଦିର ପରିସରରେ ପିଲାମାନେ ପାଟି କରି ଯୀଶୁଙ୍କ ମହିମା ଗାନ କରୁଥିବାର ସେମାନେ ଶୁଣିଲେ। ପିଲାମାନେ କହୁଥିଲେ, “ଦାଉଦଙ୍କ ପୁତ୍ରଙ୍କ ମହିମା ଗାନ କର।” ଏସବୁ ଘଟଣାରେ ଯାଜକ ଓ ଧର୍ମଶାସ୍ତ୍ରୀମାନେ ରାଗିଗଲେ।
16
ସେମାନେ ଯୀଶୁଙ୍କୁ ପଗ୍ଭରିଲେ, “ଏ ପିଲାମାନେ କ’ଣ କହୁଛନ୍ତି, ତୁମ୍ଭେ କ’ଣ ତାହା ଶୁଣି ପାରୁଛ?” ଯୀଶୁ ଉତ୍ତର ଦେଲେ, “ହଁ ଶୁଣି ପାରୁଛି। ଧର୍ମଶାସ୍ତ୍ର କହେ, ‘ତୁମ୍ଭେ ବାଳକ ଓ ଶିଶୁଙ୍କୁ ପ୍ରଶଂସା ଗାନ କରିବା ପାଇଁ ଶିଖେଇଛ।’ ଏ କଥା କ’ଣ ତୁମ୍ଭେ ଧର୍ମଶାସ୍ତ୍ରରେ ପଢ଼ି ନାହଁ?”
17
ତା’ପରେ ଯୀଶୁ ସେ ସ୍ଥାନ ଓ ନଗରରୁ ବାହାରକୁ ଗ୍ଭଲିଗଲେ। ସେ ବେଥନୀୟାକୁ ଗ୍ଭଲିଗଲେ ଓ ସେଠାରେ ରାତିଟି କଟାଇଲେ।
18
ଯୀଶୁ ବିଶ୍ୱାସର ଶକ୍ତି ପ୍ରକାଶ କଲେ ତା’ ପରଦିନ ଅତି ସକାଳୁ ଯୀଶୁ ଯିରୁଶାଲମ ନଗରକୁ ଫେରୁଥିଲେ। ତାହାଙ୍କୁ ଭୋକ ଲାଗିଲା।
19
ରାସ୍ତା କଡ଼ରେ ସେ ଗୋଟିଏ ଡିମିରିଗଛ ଦେଖିଲେ। ସେ ଗଛ ପାଖକୁ ଗଲେ, ଗଛରେ ପତ୍ର ଛଡ଼ା ଆଉ ସେ କିଛି ପାଇଲେ ନାହିଁ। ସେ ଗଛକୁ କହିଲେ, “ଆଉ ଏଣିକି ତୋ’ଠାରେ ଫଳ ଆସିବ ନାହିଁ।” ସଙ୍ଗେ ସଙ୍ଗେ ଡିମିରିଗଛଟି ଶୁଖି ମରିଗଲା।
20
ଯୀଶୁଙ୍କ ଶିଷ୍ୟମାନେ ଏହା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ଯୀଶୁଙ୍କୁ ପଗ୍ଭରିଲେ, “ଏତେ ଶୀଘ୍ର ଡିମିରିଗଛଟି କିପରି ଶୁଖି ମରିଗଲା?”
21
ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଯଦି ତୁମ୍ଭର ବିଶ୍ୱାସ ଥିବ ଓ କୌଣସି ସନ୍ଦେହ ନ ଥିବ ତେବେ ମୁଁ ଏ ଗଛଟିକୁ ଯାହା କଲି, ତୁମ୍ଭେମାନେ ମଧ୍ୟ ଠିକ୍ ସେହିପରି କରି ପାରିବ। ତୁମ୍ଭେମାନେ ମଧ୍ୟ ଅନେକ ଅଧିକ କାମ କରି ପାରିବ। ତୁମ୍ଭେମାନେ ଏ ପର୍ବତକୁ କହିପାରିବ, ‘ହେ ପର୍ବତ, ଏଠାରୁ ଯାଅ ଓ ସମୁଦ୍ରରେ ପଡ଼।’ ଯଦି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ଏହା ଘଟିବ।
22
ତୁମ୍ଭେମାନେ ଯାହାକିଛି ପ୍ରାର୍ଥନାରେ ମାଗିବ, ତାହା ପାଇବ।”
23
ଯିହୂଦୀ ନେତାମାନେ ଯୀଶୁଙ୍କ ଅଧିକାରକୁ ସନ୍ଦେହ କଲେ ଯୀଶୁ ମନ୍ଦିର ପରିସରକୁ ଗଲେ। ସେଠାରେ ସେ ଉପଦେଶ ଦେଉଥିବା ସମୟରେ ପ୍ରଧାନଯାଜକ ଓ ଲୋକମାନଙ୍କର ପ୍ରାଚୀନ ନେତାମାନେ ତାହାଙ୍କ ପାଖକୁ ଆସିଲେ। ସେମାନେ ଯୀଶୁଙ୍କୁ ପଗ୍ଭରିଲେ, “ଆମ୍ଭକୁ କୁହ, ଏଭଳି ସବୁ କାମ କେଉଁ ଅଧିକାରରେ ତୁମ୍ଭେ କରୁଛ? ତୁମ୍ଭକୁ ଏ ଅଧିକାର କିଏ ଦେଲା?”
24
ଯୀଶୁ ଉତ୍ତର ଦେଲେ, “ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିବି। ତୁମ୍ଭେମାନେ ଯଦି ମୋ’ ପ୍ରଶ୍ନର ଉତ୍ତର ଦେଇ ପାରିବ, ତେବେ ମୁଁ କହିବି ଯେ ଏଭଳି କାମ କରିବାକୁ ମୋର କେଉଁ ଅଧିକାର ରହିଛି।
25
କୁହ, ଯୋହନଙ୍କ ବାପ୍ତିସ୍ମ କେଉଁଠାରୁ ଆସିଥିଲା?”ପରମେଶ୍ୱରଙ୍କ ପାଖରୁ ନା ମଣିଷ ପାଖରୁ?” ମୁଖ୍ୟ ଯାଜକ ଓ ପ୍ରାଚୀନ ନେତାମାନେ ଯୀଶୁଙ୍କ ପ୍ରଶ୍ନ ବିଷୟରେ ଆଲୋଚନା କଲେ।” ସେମାନେ ନିଜ ନିଜ ଭିତରେ କୁହାକୁହି ହେଲେ, ‘ଆମ୍ଭେ ଯଦି କହିବା ଯେ ଯୋହନଙ୍କ ବାପ୍ତିସ୍ମ ପରମେଶ୍ୱରଙ୍କଠାରୁ ଆସିଥିଲା,’ ତେବେ ଯୀଶୁ ପଗ୍ଭରିବେ, ‘ତେବେ ଯୋହନଙ୍କୁ ତୁମ୍ଭେମାନେ କାହିଁକି ବିଶ୍ୱାସ କଲ ନାହିଁ?’
26
କିନ୍ତୁ ଆମ୍ଭେ ଯଦି କହିବା, ‘ଏହା ମନୁଷ୍ୟ ପାଖରୁ ଆସିଛି,’ ତେବେ ଏଠାରେ ଜମା ହୋଇଥିବା ଲୋକେ ଆମ୍ଭ ଉପରେ ରାଗିଯିବେ। ଆମ୍ଭେମାନେ ଏ ଲୋକମାନଙ୍କୁ ଭୟ କରୁଛୁ। କାରଣ ସେମାନେ ସମସ୍ତେ ଯୋହନଙ୍କୁ ଭବିଷ୍ୟଦ୍ବକ୍ତା ରୂପେ ବିଶ୍ୱାସ କରନ୍ତି.”
27
ତେଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, “ଯୋହନଙ୍କ ବାପ୍ତିସ୍ମ କେଉଁଠାରୁ ଆସିଥିଲା, ଆମ୍ଭେ ତାହା ଜାଣି ନାହୁଁ।” ଯୀଶୁ କହିଲେ, “ତେବେ କେଉଁ ଅଧିକାରରେ ମୁଁ ଏସମସ୍ତ କାର୍ଯ୍ୟ କରୁଛି, ତାହା ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ।”
28
ଯୀଶୁ ଦୁଇ ପୁଅର କାହାଣୀ କହିଲେ “କୁହତ ଦେଖି, ତୁମ୍ଭେ ଏବିଷୟରେ କ’ଣ ଭାବୁଛ? ଜଣେ ଲୋକର ଦୁଇଟି ପୁଅ ଥିଲେ। ସେ ପ୍ରଥମ ପୁଅ ପାଖକୁ ଯାଇ କହିଲେ, ‘ପୁଅ ଆଜି ଯା ଓ ଅଙ୍ଗୁର ବଗିଗ୍ଭରେ କାମ କର।’
29
“ପୁଅ କହିଲା, ‘ମୁଁ ଯିବି ନାହିଁ।’ କିନ୍ତୁ ପରେ ସେ ନିଜର ମନ ବଦଳାଇ ଗଲା।
30
“ତା’ପରେ ତା’ ବାପା ଅନ୍ୟ ପୁଅ ପାଖକୁ ଗଲେ ଓ ତାକୁ ସେହି କଥା କହିଲେ। ସେ କହିଲା, ‘ହଁ, ଆଜ୍ଞା ମୁଁ ଯିବି।’ କିନ୍ତୁ ଗଲା ନାହିଁ।
31
“ତେବେ କୁହ, ‘କେଉଁ ପୁଅ ତା’ର ବାପାଙ୍କ ବାଧ୍ୟ ହେଲା?” ଯିହୂଦୀ ଧର୍ମ ନେତାମାନେ କହିଲେ, “ପ୍ରଥମ ପୁଅଟି ମାନିଲା।’ ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ତୁମ୍ଭେମାନେ ଭାବ ଯେ, କରଆଦାୟକାରୀ ଓ ବେଶ୍ୟାମାନେ ଖରାପ ମଣିଷ। କିନ୍ତୁ ସେମାନେ ତୁମ୍ଭମାନଙ୍କ ପୂର୍ବରୁ ଆଗ ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବେ।”
32
ତୁମ୍ଭମାନଙ୍କୁ ବଞ୍ଚିବା ପାଇଁ ଠିକ୍ ବାଟ ଦେଖାଇବାକୁ ଯୋହନ ଆସି ଥିଲେ। ତୁମ୍ଭେମାନେ ଯୋହନଙ୍କୁ ବିଶ୍ୱାସ କଲ ନାହିଁ। କିନ୍ତୁ କରଆଦାୟକାରୀ ଓ ବେଶ୍ୟାମାନେ ଯୋହନଙ୍କୁ ବିଶ୍ୱାସ କଲେ। କରଆଦାୟକାରୀ ଓ ବେଶ୍ୟାମାନେ ଯୋହନଙ୍କୁ ବିଶ୍ୱାସ କରିଛନ୍ତି ବୋଲି ତୁମ୍ଭେ ଦେଖିଲ। ତଥାପି ତାହାଙ୍କଠାରେ ବିଶ୍ୱାସ କରିବା ଲାଗି ତୁମ୍ଭେମାନେ ହୃଦୟ ପରିବର୍ତ୍ତନ କଲ ନାହିଁ।
33
ପରମେଶ୍ୱର ତାହାଙ୍କର ପୁତ୍ରଙ୍କୁ ପଠାଇଲେ “ଆଉ ଗୋଟିଏ କାହାଣୀ ଶୁଣ। ଜଣେ ଜମି ମାଲିକ ଥିଲେ। ତାହାଙ୍କ ଜମିରେ ସେ ଦ୍ରାକ୍ଷା ଲଗାଇଲେ। ସେ ତା’ ଗ୍ଭରିପଟେ ବାଡ଼ ଲଗାଇଲେ। ସେ ଦ୍ରାକ୍ଷାରସ ବାହାର କରିବା ପାଇଁ ସେଥିରେ ଦ୍ରାକ୍ଷାକୁଣ୍ଡଟିଏ ଖୋଲିଲେ। ସେ ସେଠାରେ ପ୍ରହରୀଗୃହଟିଏ ନିର୍ମାଣ କଲେ ଓ କେତେକ କୃଷକଙ୍କୁ ଜମିଟି ଭାଗ ଦେଇଦେଲେ। ତା’ପରେ ସେ ବିଦେଶ ଯାତ୍ରାରେ ବାହାରି ଗଲେ।
34
କିଛି ଦିନ ପରେ ଦ୍ରାକ୍ଷା ତୋଳିବା ବେଳ ଆସିଲା। ଜମିମାଲିକ ତାଙ୍କ ଦ୍ରାକ୍ଷା ଭାଗତକ ଆଣିବା ପାଇଁ କେତେକ ଗ୍ଭକରଙ୍କୁ କୃଷକମାନଙ୍କ ପାଖକୁ ପଠାଇଲେ।
35
“କିନ୍ତୁ କୃଷକମାନେ ଗ୍ଭକରମାନଙ୍କୁ ଧରି, ତାହାଙ୍କ ଭିତରୁ ଜଣକୁ ପିଟିଲେ, ସେମାନେ ଜଣକ ପରେ ଜଣେ ଗ୍ଭକରକୁ ପଥରରେ ମାରିପକାଇଲେ।
36
ତେଣୁ ଜମି ମାଲିକ ଆଉ କେତେକ ଗ୍ଭକରଙ୍କୁ କୃଷକମାନଙ୍କ ପାଖକୁ ପଠାଇଲେ। ଏଥର ପ୍ରଥମଥରଠାରୁ ଅଧିକ ଗ୍ଭକର ଗଲେ। କିନ୍ତୁ କୃଷକମାନେ ପ୍ରଥମ ଗ୍ଭକରମାନଙ୍କ ପ୍ରତି ଯାହା କରିଥିଲେ, ଏଥର ମଧ୍ୟ ସେମାନଙ୍କ ପ୍ରତି ତାହା କଲେ।
37
ତେଣୁ ମାଲିକ ନିଜର ପୁଅକୁ ପଠାଇବାକୁ ଠିକ୍ କଲେ। ସେ ଭାବିଲେ, ‘କୃଷକମାନେ ମୋ’ ପୁଅକୁ ସମ୍ମାନ ଦେବେ।’
38
“କୃଷକମାନେ ପୁଅକୁ ଦେଖି ନିଜ ନିଜ ଭିତରେ କୁହା କୁହି ହେଲେ, ‘ଏ ହେଉଛି ଜମିମାଲିକଙ୍କ ପୁଅ। ସେ ଏ ଜମିର ଉତ୍ତରାଧିକାରୀ। ଆମ୍ଭେ ଯଦି ତାକୁ ମାରିଦେବା, ଏହି ସମ୍ପତ୍ତି ଆମ୍ଭର ହୋଇଯିବ।’
39
କୃଷକମାନେ ପୁଅକୁ ଧରି ନେଇ ଦ୍ରାକ୍ଷା ବଗିଗ୍ଭ ବାହାରକୁ ଫିଙ୍ଗି ମାରିଦେଲେ।
40
“ଅତଏବ, ଯେତେବେଳେ ନିଜେ ଜମିମାଲିକ ଆସିବେ, ସେତେବେଳେ ଏହି କୃଷକମାନଙ୍କୁ କ’ଣ କରିବେ?”
41
ପ୍ରଧାନଯାଜକ ଓ ପ୍ରାଚୀନ ନେତାମାନେ କହିଲେ, “ସେ ନିଶ୍ଚୟ ସେହି ନିର୍ଦ୍ଦୟ ଲୋକଙ୍କୁ ହତ୍ୟା କରିବେ ଓ ତା’ପରେ ସେ ଦ୍ରାକ୍ଷାବଗିଗ୍ଭଟିକୁ ଅନ୍ୟ କୃଷକମାନଙ୍କୁ ଭାଗରେ ଦେଇଦେବେ, ଯେଉଁମାନେ ଅମଳ ସମୟରେ ତା’ର ଭାଗ ତାହାଙ୍କୁ ଦେବେ।”
42
ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏ କଥା କ’ଣ କେବେ ହେଲେ ଶାସ୍ତ୍ରରେ ପଢ଼ି ନ ଥିଲ? ‘ଯେଉଁ ପଥରକୁ ଗୃହ ନିର୍ମାଣକାରୀମାନେ ବେକାର ଭାବିଲେ, ସେହି ପଥର ସବୁଠାରୁ ମହତ୍ତ୍ୱପୂର୍ଣ୍ଣ ମୂଳଦୁଆ କୋଣର ପଥର ହୋଇଗଲା। ପରମେଶ୍ୱର ଏହା ହିଁ କଲେ, ଆମ୍ଭ ପାଇଁ ଏହା ଆଶ୍ଚର୍ଯ୍ୟଜନକ ଘଟଣା।’
43
“ତେଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ ତୁମ୍ଭମାନଙ୍କଠାରୁ ପରମେଶ୍ୱରଙ୍କ ରାଜ୍ୟ ଛଡ଼ାଇ ନିଆଯିବ। ପରମେଶ୍ୱର ତାହାଙ୍କ ରାଜ୍ୟରେ ଯାହା ହେବା ପାଇଁ ଗ୍ଭହାନ୍ତି, ଯେଉଁ ଲୋକମାନେ ତାହା କରନ୍ତି, ସେମାନଙ୍କୁ ପରମେଶ୍ୱର ତାହାଙ୍କ ରାଜ୍ୟ ଦେବେ।
44
ଯେଉଁ ଲୋକ ଏହି ପଥର ଉପରେ ଖସି ପଡ଼ିବ, ସେ ଖଣ୍ଡ ଖଣ୍ଡ ହୋଇଯିବ। ଏବଂ ପଥରଟି ଯଦି କାହା ଉପରେ ପଡ଼ିବ ତେବେ ପଥରଟି ତାକୁ ଚୁନା କରିଦେବ।”
45
ପ୍ରଧାନଯାଜକ ଓ ଫାରୂଶୀମାନେ ଯୀଶୁଙ୍କ କାହାଣୀଗୁଡ଼ିକ ଶୁଣିଲେ। ସେମାନେ ଜାଣି ପାରିଲେ ଯେ, ଯୀଶୁ ଏ କଥା ସେହିମାନଙ୍କ ବିଷୟରେ କହୁଛନ୍ତି।
46
ତେଣୁ ସେମାନେ ଯୀଶୁଙ୍କୁ ବନ୍ଦୀ କରିବାକୁ ଚେଷ୍ଟା କଲେ। ସେମାନେ କିନ୍ତୁ ଲୋକମାନଙ୍କୁ ଡରୁଥିଲେ। କାରଣ ଲୋକେ ଯୀଶୁଙ୍କୁ ଜଣେ ଭବିଷ୍ୟଦ୍ବକ୍ତା ବୋଲି ବିଶ୍ୱାସ କରୁଥିଲେ।
← Chapter 20
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 22 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28