bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Matthew 23
Matthew 23
Odia Bible ERV 2004 (ପବିତ୍ର ବାଇବଲ)
← Chapter 22
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 24 →
1
ଯୀଶୁଙ୍କର ଯିହୂଦୀ ଧର୍ମ ନେତାଙ୍କୁ ସମାଲୋଚନା ତା’ପରେ ଯୀଶୁ ଜନସମୂହ ଓ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ,
2
“ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ ମୋଶାଙ୍କ ବ୍ୟବସ୍ଥାର ବ୍ୟାଖ୍ୟା କରିବାର ଅଧିକାର ପାଇଛନ୍ତି।
3
ତେଣୁ ସେମାନେ ଯାହାସବୁ କହୁଛନ୍ତି, ତାହା ତୁମ୍ଭେ ମାନିବା ଉଚିତ୍। ତୁମ୍ଭକୁ ସେମାନେ ଯାହାସବୁ କରିବାକୁ କହୁଛନ୍ତି, ତୁମ୍ଭେ ତାହା କରିବା ଉଚିତ୍। କିନ୍ତୁ ସେମାନେ ଯାହାସବୁ କରୁଛନ୍ତି, ତୁମ୍ଭେ ତାହା କର ନାହିଁ। କାରଣ ସେମାନେ ଯାହାସବୁ କହନ୍ତି, ନିଜେ ତାକୁ କାର୍ଯ୍ୟରେ କେବେ କରନ୍ତି ନାହିଁ।
4
ମାନିବା ପାଇଁ କଠିନ ହେଲେ ମଧ୍ୟ ସେମାନେ ଲୋକମାନଙ୍କ ପାଇଁ କଡ଼ାକଡ଼ି ନିୟମ ତିଆରି କରନ୍ତି। ସେହି ନିୟମଗୁଡ଼ିକ ମାନିବା ପାଇଁ ସେମାନେ ଲୋକଙ୍କୁ ବାଧ୍ୟ କରନ୍ତି। କିନ୍ତୁ ସେମାନେ ନିଜେ କେବେ ହେଲେ ସେହି ନିୟମମାନଙ୍କ ମଧ୍ୟରୁ ଗୋଟିଏ ହେଲେ ଅନୁସରଣ କରିବାକୁ ଚେଷ୍ଟା କରନ୍ତି ନାହିଁ।
5
“କେବଳ ଅନ୍ୟ ଲୋକଙ୍କୁ ଦେଖେଇ ହେବା ପାଇଁ ଯାହାକିଛି ଭଲ କାମ, ତାହା ସେମାନେ କରନ୍ତି। ନିଜକୁ ଧାର୍ମିକ ଦେଖେଇ ହେବା ପାଇଁ ପ୍ରକୃତରେ ସେମାନେ ବଡ଼ବଡ଼ କବଚ ପିନ୍ଧିଥା’ନ୍ତି ଓ ନିଜର ସ୍ୱତନ୍ତ୍ର ପ୍ରାର୍ଥନା ପୋଷାକକୁ ବହୁତ ଲମ୍ବା କରିଥା’ନ୍ତି।
6
ଭୋଜିମାନଙ୍କରେ ମହତ୍ତ୍ୱପୂର୍ଣ୍ଣ ଆସନମାନ ଓ ଧର୍ମସଭାମାନଙ୍କରେ ମହତ୍ତ୍ୱପୂର୍ଣ୍ଣ ଆସନମାନ ପାଇବାକୁ ସେମାନେ ଭଲ ପାଆନ୍ତି।
7
ସେମାନେ ବଜାର ସ୍ଥାନମାନଙ୍କରେ ଲୋକମାନଙ୍କର ନମସ୍କାର ପ୍ରତିଦାନ କରିବାକୁ ଭଲ ପାଆନ୍ତି। ସେମାନେ ଗ୍ଭହାନ୍ତି ଯେ ଲୋକେ ତାହାଙ୍କୁ ‘ରାବ୍ବୀ’ ବୋଲି ଡାକନ୍ତୁ।
8
“କିନ୍ତୁ ତୁମ୍ଭ ଭିତରୁ କେହି ନିଜକୁ ରାବ୍ବୀ କହିବ ନାହିଁ। ତୁମ୍ଭେ ସମସ୍ତେ ଭାଇଭଉଣୀ। ତୁମ୍ଭ ସମସ୍ତଙ୍କର ଜଣେ ମାତ୍ର ଗୁରୁ ଅଛନ୍ତି।
9
“ଏ ସଂସାରରେ କାହାରିକୁ ‘ପରମପିତା’ ବୋଲି ସମ୍ବୋଧନ କର ନାହିଁ। ତୁମ୍ଭର ଜଣେ ମାତ୍ର ପରମପିତା ଯେ କି ସ୍ୱର୍ଗରେ ରହୁଛନ୍ତି।
10
ତୁମ୍ଭେ ନିଜକୁ ‘ମାଲିକ’ ବୋଲି କହିବ ନାହିଁ। କାରଣ ତୁମ୍ଭର କେବଳ ଜଣେ ମାତ୍ର ମାଲିକ, ସେ ହେଉଛନ୍ତି ଯୀଶୁ।
11
ଯେଉଁ ଲୋକ ଗ୍ଭକର ଭଳି ତୁମ୍ଭର ସେବା କରିବ, ସେ ଲୋକ ତୁମ୍ଭମାନଙ୍କ ମଧ୍ୟରେ ସବୁଠାରୁ ବଡ଼ ହେବ।
12
ଯେଉଁ ଲୋକ ନିଜକୁ ଅନ୍ୟ ଲୋକଙ୍କ ଅପେକ୍ଷା ଉଚ୍ଚ କରିବ, ତାକୁ ନତ କରାଯିବ। ଯେଉଁ ଲୋକ ନିଜକୁ ନତ କରିବ, ତାକୁ ମହାନ କରାଯିବ।
13
“ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭକୁ ଧିକ୍! ତୁମ୍ଭେମାନେ ଲୋକମାନଙ୍କ ପାଇଁ ସ୍ୱର୍ଗରାଜ୍ୟର ଦ୍ୱାର ବନ୍ଦ କରି ଦେଉଛ। ତୁମ୍ଭେମାନେ ନିଜେ ତ ପ୍ରବେଶ କରି ପାରୁ ନାହଁ, ତା’ ଛଡ଼ା ଯେଉଁ ଲୋକମାନେ ପ୍ରବେଶ କରିବାକୁ ଚେଷ୍ଟା କରୁଛନ୍ତି, ସେମାନଙ୍କୁ ମଧ୍ୟ ତୁମ୍ଭେମାନେ ଅଟକେଇ ଦେଉଛ।
15
“ରେ କପଟୀ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ! ହାୟ! ତୁମ୍ଭର ମାର୍ଗ ଅନୁସରଣ କରିବା ପାଇଁ ଲୋକ ଖୋଜି ପାଇବା ପାଇଁ ତୁମ୍ଭେ ବିଭିନ୍ନ ଦେଶ ଓ ସମୁଦ୍ର ପାରି ହୋଇ ଗ୍ଭଲିଯାଉଛ। ଯେତେବେଳେ ସେଭଳି ଲୋକଟିଏ ପାଇ ଯାଉଛ ସେତେବେଳେ ତାକୁ ତୁମ୍ଭେ ତୁମ୍ଭଠାରୁ ଅଧିକ ଖରାପ କରିପକାଉଛ। ତୁମ୍ଭେ ସବୁ ଏତେ ଖରାପ ଯେ ତୁମ୍ଭେ କେବଳ ନର୍କର ଅଧିକାରୀ ହେବ।
16
“ରେ ଅନ୍ଧ ମାର୍ଗଦର୍ଶକଗଣ! ତୁମ୍ଭକୁ ଧିକ୍! ତୁମ୍ଭେ କହିଥାଅ, ଯଦି କେହି ଲୋକ ଉପାସନା ମନ୍ଦିର ନାମରେ ରାଣ ପକାଇ ଶପଥ କରିଥାଏ, ତେବେ ତାକୁ ସେହି ଶପଥ ରଖିବା ଦରକାର ନାହିଁ। କିନ୍ତୁ ଯେଉଁ ଲୋକ ଉପାସନା ମନ୍ଦିରର ସୁନା ନାମରେ ରାଣ ପକାଇ ଶପଥ କରେ, ତେବେ ସେ ନିଶ୍ଚୟ ସେହି ଶପଥ ରକ୍ଷା କରିବ’।
17
ତୁମ୍ଭେମାନେ ଅନ୍ଧ ଓ ମୂର୍ଖ! ଅଧିକ ବଡ଼ କିଏ? ସୁନା ନା ମନ୍ଦିର? ମନ୍ଦିର ସେହି ସୁନାକୁ ପବିତ୍ର କରିଥାଏ। ତେଣୁ ମନ୍ଦିର ଅଧିକ ବଡ଼।
18
“ତୁମ୍ଭେମାନେ କହିଥାଅ, ‘ଯଦି କେହି ବେଦୀନାମରେ ଶପଥ ନିଏ, ତେବେ ତା’ର କୌଣସି ଅର୍ଥ ନାହିଁ। କିନ୍ତୁ ଯଦି ଜଣେ ବେଦୀ ଉପରେ ରଖାଯାଇଥିବା ଉପହାର ନାମରେ ଶପଥ ନିଏ, ତେବେ ତାକୁ ନିଶ୍ଚିତ ଭାବରେ ରକ୍ଷା କରିବାକୁ ପଡ଼ିବ’।
19
ତୁମ୍ଭେମାନେ ଅନ୍ଧ। ତୁମ୍ଭେ କିଛି ବୁଝି ନାହଁ। ବଡ଼ କିଏ? ବେଦୀ ନା ଉପହାର? ବେଦୀ ଉପହାରକୁ ପବିତ୍ର କରିଥାଏ। ତେଣୁ ବେଦୀ ବଡ଼।
20
“ଏଣୁ ଯଦି କେହି ବେଦୀ ନାମରେ ଶପଥ କରେ, ତେବେ ସେ ବେଦୀ ସହିତ ବେଦୀ ଉପରେ ଯାହା ରଖାଯାଇଥାଏ, ସେ ସମସ୍ତଙ୍କ ନାମରେ ଶପଥ କରିଥାଏ।
21
ଯେଉଁ ଲୋକ ମନ୍ଦିର ନାମରେ ଶପଥ କରେ, ସେ ମନ୍ଦିର ଭିତରେ ଜଣେ ଯିଏ ଅଛନ୍ତି, ତାହାଙ୍କ ନାମରେ ଶପଥ ନେଇଥାଏ।
22
ଏବଂ ଯେଉଁ ଲୋକ ସ୍ୱର୍ଗ ନାମରେ ଶପଥ ନେଇଥାଏ, ସେ ପରମେଶ୍ୱରଙ୍କ ସିଂହାସନ ସହିତ ସେହି ସିଂହାସନ ଉପରେ ଯିଏ ବିରାଜମାନ, ତାହାଙ୍କ ନାମରେ ମଧ୍ୟ ଶପଥ ନେଇଥାଏ।
23
“ରେ କପଟୀ ଯିହୂଦୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭକୁ ଧିକ୍! ତୁମ୍ଭ ପାଖରେ ଯାହା ଅଛି, ତା’ର ଦଶ ଭାଗରୁ ଏକ ଭାଗ, ଏପରିକି ନିଜର ପୋଦିନା, ପାନମଧୁରୀ ଓ ଜୀରାର ମଧ୍ୟ ଦଶ ଭାଗରୁ ଏକ ଭାଗ ତୁମ୍ଭେ ପରମେଶ୍ୱରଙ୍କୁ ଦେଉଛ, କିନ୍ତୁ ତୁମ୍ଭେମାନେ ନିୟମର ଅଧିକ ନ୍ୟାୟ, ଦୟା ଓ ବିଶ୍ୱାସ ଭଳି ମହତ୍ତ୍ୱପୂର୍ଣ୍ଣ ଉପଦେଶ ଗୁଡ଼ିକୁ ପାଳନ କରୁ ନାହଁ। ମାତ୍ର ଏଗୁଡ଼ିକ ତୁମ୍ଭର ପାଳନ କରିବା ଉଚିତ୍। ଅନ୍ୟ ଉପଦେଶଗୁଡ଼ିକୁ ମଧ୍ୟ ନିୟମିତ ରୂପରେ ତୁମ୍ଭର ପାଳନ କରିବା ଉଚିତ୍।
24
ତୁମ୍ଭେମାନେ ଲୋକଙ୍କୁ ମାର୍ଗ ବତାଉଛ, କିନ୍ତୁ ତୁମ୍ଭେମାନେ ନିଜେ ଅନ୍ଧ। ତୁମ୍ଭେମାନେ ଏହି ପ୍ରକାରର ଅଟ। ତୁମ୍ଭମାନଙ୍କ ପାନୀୟ ଭିତରୁ ମାଛିକୁ ଛାଣ ଓ ଓଟକୁ ଗିଳି ପକାଅ।
25
“ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭେମାନେ ଧିକ! ତୁମ୍ଭେମାନେ ତୁମ୍ଭର ଥାଳିଗିନାର ବାହାର ପଟ ଭଲ ଭାବରେ ଧୋଉଛ। କିନ୍ତୁ ତୁମ୍ଭମାନଙ୍କର ଅନ୍ତର ଅନ୍ୟକୁ ଠକି ନିଜକୁ ତୋଷିବା ପଦାର୍ଥରେ ପୂର୍ଣ୍ଣ କରୁଛ।
26
ରେ ଅନ୍ଧ ଫାରୂଶୀମାନେ! ପ୍ରଥମେ ଗିନାର ଭିତର ପଟ ମାଜି ସଫା କର। କିନ୍ତୁ ବାସ୍ତବରେ ଗିନାର ଭିତର ପଟ ସଫା ରହିଲେ ବାହାର ପଟ ମଧ୍ୟ ସଫା ହୋଇ ପାରିବ।
27
“ରେ କପଟୀ ଧର୍ମଶାସ୍ତ୍ରୀମାନେ! ରେ ଫାରୂଶୀମାନେ ତୁମ୍ଭକୁ ଧିକ୍! ତୁମ୍ଭେ ସବୁ ଧଳାରଙ୍ଗ ବୋଳା ହୋଇଥିବା ସମାଧି ଭଳି। ଏହି ସମାଧିମାନଙ୍କର ବାହାର ପଟ ସୁନ୍ଦର ଦେଖାଯାଏ। କିନ୍ତୁ ସମାଧି ଭିତର ମଲା ଲୋକର କେବଳ କଙ୍କାଳ ଥାଏ। ସବୁ ପ୍ରକାର ଅପରିଷ୍କାର ଜିନିଷ ତା’ ଭିତରେ ଥାଏ।
28
ଠିକ୍ ସେହିଭଳି ତୁମ୍ଭେ ବାହାରୁ ତ ଅନ୍ୟମାନଙ୍କୁ ସୁନ୍ଦର ଦେଖା ଯାଉଛ, କିନ୍ତୁ ଭିତରେ ତୁମ୍ଭେ ଚ୍ଛନ୍ଦ କପଟ ଓ ଖରାପ ଗୁଣରେ ପରିପୂର୍ଣ୍ଣ।
29
“ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭେ ଭବିଷ୍ୟଦ୍ବକ୍ତାମାନଙ୍କ ପାଇଁ ସମାଧି ତିଆରି କରୁଛ। ଯେଉଁ ଲୋକମାନେ ଭଲ ଜୀବନ କଟାଇଥିଲେ, ତୁମ୍ଭେମାନେ ତାହାଙ୍କ ସମାଧି ସୁଶୋଭିତ କରୁଛ।
30
ଏବଂ ତୁମ୍ଭେମାନେ କହୁଛ ଯେ ‘ଆମ୍ଭେ ଯଦି ଆମ୍ଭ ପୂର୍ବପୁରୁଷଙ୍କ ସମକାଳୀନ ହୋଇଥାଆନ୍ତୁ, ତେବେ ଏହି ଭବିଷ୍ୟଦ୍ବକ୍ତାମାନଙ୍କୁ ମାରିଦେବା ପାଇଁ ଆମ୍ଭେ କେବେ ହେଲେ ସାହାଯ୍ୟ କରି ନ ଥା’ନ୍ତୁ।’
31
ତୁମ୍ଭେ ପ୍ରମାଣିତ କରି ଦେଉଛ ଯେ ତୁମ୍ଭେମାନେ ସେହି ଲୋକମାନଙ୍କର ବଂଶଧର ଯେଉଁମାନେ ଭବିଷ୍ୟଦ୍ବକ୍ତାମାନଙ୍କୁ ହତ୍ୟା କଲେ।
32
ତୁମ୍ଭର ପୂର୍ବପୁରୁଷ ଯେଉଁ ପାପ ଆରମ୍ଭ କରିଦେଇଥିଲେ, ତୁମ୍ଭେ ତାହାକୁ ଶେଷ କରିବ।
33
“ତୁମ୍ଭେମାନେ ସର୍ପ ଭଳି। ତୁମ୍ଭେ ବିଷଧର ସର୍ପ କୁଳରେ ଜନ୍ମ ହୋଇଛ। ତୁମ୍ଭେ ପରମେଶ୍ୱରଙ୍କଠାରୁ ରକ୍ଷା ପାଇବ ନାହିଁ। ତୁମ୍ଭ ସମସ୍ତଙ୍କୁ ଦୋଷୀ ବୋଲି ବିଗ୍ଭର କରାଯିବ ଓ ତୁମ୍ଭେମାନେ ନର୍କକୁ ଯିବ।
34
ତେଣୁ ମୁଁ ତୁମ୍ଭକୁ ଏହା କହୁଛି: ମୁଁ ତୁମ୍ଭକୁ ଭବିଷ୍ୟଦ୍ବକ୍ତାମାନଙ୍କ ଜ୍ଞାନୀଲୋକ ଓ ଗୁରୁମାନଙ୍କ ପାଖକୁ ପଠାଉଛି। ତୁମ୍ଭେ ସେମାନଙ୍କ ମଧ୍ୟରୁ କେତେକଙ୍କୁ ମାରିବ, କ୍ରୁଶରେ ଚଢ଼ାଇ ତୁମ୍ଭେ କେତେକଙ୍କୁ ହତ୍ୟା କରିବ। ତୁମ୍ଭର ସମାଜଗୃହରେ ତୁମ୍ଭେ କେତେକଙ୍କୁ ହତ୍ୟା କରିବ। ତୁମ୍ଭର ସମାଜଗୃହରେ ତୁମ୍ଭେ କେତେକଙ୍କୁ କୋରଡ଼ା ମାରିବ। ସହରରୁ ସହର ତୁମ୍ଭେମାନେ ସେମାନଙ୍କର ପଛେ ପଛେ ଯାଇ କେତେକଙ୍କୁ ତାଡ଼ନା କରିବ।
35
“ତେଣୁ ଧାର୍ମିକ ଲୋକ ହେବଲଙ୍କଠାରୁ ଆରମ୍ଭ କରି ବେରିଖିୟଙ୍କ ପୁତ୍ର ଯିଖରିୟଙ୍କ ପର୍ଯ୍ୟନ୍ତ ଏ ପୃଥିବୀରେ ଯେତେ ଭଲ ଲୋକଙ୍କୁ ମାରି ଦିଆଯାଇଛି, ସେଥିପାଇଁ ତୁମ୍ଭେମାନେ ଦୋଷୀ ସାବ୍ୟସ୍ତ ହେବ। ବେରିଖିୟଙ୍କ ପୁତ୍ର ଯିଖରିୟଙ୍କୁ ମନ୍ଦିର ଓ ବେଦୀ ମଧ୍ୟସ୍ଥଳରେ ତୁମ୍ଭେମାନେ ହତ୍ୟା କରିଥିଲ।
36
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି ଯେ, ବର୍ତ୍ତମାନ ତୁମ୍ଭ ସହ ଜୀବିତ ଥିବା ଲୋକମାନଙ୍କ ପାଇଁ ଏହି ସମସ୍ତ କଥା ଘଟିବ।
37
ଯିରୁଶାଲମର ଲୋକମାନଙ୍କୁ ଯୀଶୁଙ୍କ ସତର୍କତା “ଯିରୁଶାଲମ, ରେ ଯିରୁଶାଲମ! ତୁ ଭବିଷ୍ୟଦ୍ବକ୍ତାମାନଙ୍କୁ ହତ୍ୟା କରିଛୁ। ପରମେଶ୍ୱର ଯେଉଁମାନଙ୍କୁ ତୋ’ ପାଖକୁ ପଠାଇଥିଲେ, ତୁ ସେମାନଙ୍କୁ ପଥର ଫୋପାଡ଼ି ହତ୍ୟା କରିଛୁ। ତୋର ଲୋକମାନଙ୍କୁ ମୁଁ ବହୁତ ଥର ସାହାଯ୍ୟ କରିବାକୁ ଇଚ୍ଛା କରିଥିଲି। ଯେଭଳି ଗୋଟିଏ କୁକୁଡ଼ା ନିଜ ଛୁଆମାନଙ୍କୁ ନିଜ ପକ୍ଷତଳେ ଏକାଠି କରେ, ସେହିପରି ତୋର ସମସ୍ତ ସନ୍ତାନମାନଙ୍କୁ ଏକାଠି କରିବା ପାଇଁ ମୁଁ ଅନେକ ଥର ଗ୍ଭହିଁଥିଲି। କିନ୍ତୁ ତୁ ମୋତେ ତାହା କରେଇ ଦେଲୁ ନାହିଁ।
38
ବର୍ତ୍ତମାନ ତୋର ଘର ପୁରାପୁରି ଉଜୁଡ଼ି ଯିବ।
39
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି ଯେ, ଯେପର୍ଯ୍ୟନ୍ତ ତୁମ୍ଭେମାନେ ମୋତେ ନ କହିଛ: ‘ଯିଏ ପ୍ରଭୁଙ୍କ ନାମରେ ଆସୁଛନ୍ତି, ସେ ଧନ୍ୟ, ସେପର୍ଯ୍ୟନ୍ତ ତୁମ୍ଭେମାନେ ମୋତେ ଆଉ ଦେଖି ପାରିବ ନାହିଁ’। ”
← Chapter 22
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 24 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28