bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Matthew 25
Matthew 25
Odia Bible ERV 2004 (ପବିତ୍ର ବାଇବଲ)
← Chapter 24
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 26 →
1
ଦଶ ଜଣ କୁମାରୀ ଝିଅଙ୍କ କାହାଣୀ “ସେ ସମୟରେ ସ୍ୱର୍ଗରାଜ୍ୟ, ବର ଖୋଜିବାକୁ ବାହାରିଥିବା ଦଶ ଜଣ କୁମାରୀ ଝିଅଙ୍କ ଭଳି ହେବ। ଏହି ଝିଅମାନେ ବର ସହିତ ସକ୍ଷାତ କରିବାକୁ ବାହାରିଥିଲେ। ସେମାନେ ତାହାଙ୍କ ସହିତ ଦୀପ ଆଣିଥିଲେ,
2
ତାହାଙ୍କ ଭିତରୁ ପାଞ୍ଚ ଜଣ ବୋକୀ ଥିଲେ। ଆର ପାଞ୍ଚ ଜଣ ଚତୁର ଥିଲେ।
3
ବୋକୀ ଝିଅ ପାଞ୍ଚ ଜଣ ସେମାନଙ୍କ ସାଥୀରେ ଦୀପ ସିନା ନେଇଥିଲେ, କିନ୍ତୁ ଦୀପ ଜାଳିବା ପାଇଁ ବେଶୀ ତେଲ ଆଣି ନ ଥିଲେ।
4
ଚତୁର ଝିଅ ପାଞ୍ଚ ଜଣ ଦୀପ ତ ନେଇଥିଲେ, ତା’ଛଡ଼ା କାଚ ପାତ୍ରରେ ଅଧିକ ତେଲ ନେଇଥିଲେ।
5
ବରର ଆସିବା ଡେରି ହୋଇଗଲା, ସବୁ ଝିଅଯାକ କ୍ଳାନ୍ତ ହୋଇ ଶେଷରେ ଶୋଇ ପଡ଼ିଲେ।
6
“ଅଧ ରାତିରେ ଜଣେ କେହି ଘୋଷଣା କଲା, ବର ଆସୁଛନ୍ତି। ବାହାରକୁ ଯାଅ ଓ ତାହାଙ୍କୁ ସାକ୍ଷାତ କର।
7
“ଏ କଥା ଶୁଣି ସବୁ ଝିଅଯାକ ଉଠି ପଡ଼ିଲେ ନିଜ ନିଜ ଦୀପ ସଜାଡ଼ିବାକୁ ଲାଗିଲେ।
8
ବୋକୀ ଝିଅମାନେ ଚତୁର ଝିଅମାନଙ୍କୁ କହିଲେ, ‘ତୁମ୍ଭ ତେଲରୁ ଆମ୍ଭକୁ ଟିକିଏ ଦିଅ, ଆମ୍ଭ ଦୀପରୁ ତେଲ ପ୍ରାୟ ସରିଯାଇଛି।’
9
“ଚତୁର ଝିଅମାନେ କହିଲେ, ‘ନା, ନା, ଆମ୍ଭ ତେଲ ଆମ୍ଭ ସମସ୍ତଙ୍କ ପାଇଁ ଯଥେଷ୍ଟ ହେବ ନାହିଁ। ବରଂ ତୁମ୍ଭେମାନେ ଦୋକାନକୁ ଯାଇ ନିଜ ପାଇଁ କିଛି ତେଲ କିଣିଆଣ।’
10
“ତେଣୁ ପାଞ୍ଚ ଜଣ ଯାକ ବୋକୀ ଝୀଅ ତେଲ କିଣିବାକୁ ଗ୍ଭଲିଗଲେ। ସେମାନେ ଗ୍ଭଲିଗଲାପରେ ବର ଆସିଲେ। ଯେଉଁ ଚତୁର ଝିଅଯାକ ପ୍ରସ୍ତୁତ ଥିଲେ, ସେମାନେ ବର ସହିତ ବିବାହ ଭୋଜିକୁ ଗଲେ। ତା’ପରେ କବାଟରେ ତାଲା ପଡ଼ିଗଲା।
11
“ସେହି ସମୟରେ ବାକିତକ ଝିଅ ପହଞ୍ଚିଲେ। ସେମାନ କହିଲେ, ‘ଆଜ୍ଞା! ଆଜ୍ଞା! କବାଟ ଖୋଲନ୍ତୁ। ଯେପରି ଆମ୍ଭେ ଭିତରକୁ ଆସି ପାରିବୁ,’
12
“କିନ୍ତୁ ବର ଉତ୍ତର ଦେଲେ, ‘ମୁଁ ତୁମ୍ଭକୁ ସତ୍ୟ କହୁଛି, ମୁଁ ତୁମ୍ଭକୁ ଚିହ୍ନି ନାହିଁ।’
13
“ତେଣୁ ସଦାବେଳେ ଜାଗ୍ରତ ରୁହ, କାରଣ ମନୁଷ୍ୟପୁତ୍ର କେଉଁଦିନ ଓ କେଉଁ ସମୟରେ ଆସିବେ, ତାହା ତୁମ୍ଭେ ଜାଣି ନାହଁ।
14
ତିନି ଜଣ ଗ୍ଭକରଙ୍କ ବିଷୟରେ କାହାଣୀ “ସ୍ୱର୍ଗରାଜ୍ୟ ଘର ଛାଡ଼ି ବିଦେଶକୁ ବୁଲିବାକୁ ଯାଉଥିବା ଲୋକଟିଏ ଭଳି। ସେହି ଲୋକ ଯିବା ପୂର୍ବରୁ ତା’ର ଗ୍ଭକରମାନଙ୍କୁ ଡାକି ତା’ର ଅନୁପସ୍ଥିତିରେ ସମସ୍ତ ସମ୍ପତ୍ତିର ଯତ୍ନ ନେବାକୁ କହିଲେ।
15
କେଉଁ ଗ୍ଭକର କେତେ ଦାୟିତ୍ୱ ନେଇ ପାରିବ, ସେ କଥା ସେ ସ୍ଥିର କଲେ। ସେ ଜଣକୁ ପାଞ୍ଚ ତୋଡ଼ା ରୂପାଟଙ୍କା ଦେଲେ। ଆଉ ଜଣକୁ ଦୁଇ ତୋଡ଼ା, ଓ ତୃତୀୟଙ୍କୁ ଗୋଟିଏ ତୋଡ଼ା ରୂପାଟଙ୍କା ଦେଲେ। ଗ୍ଭକରମାନଙ୍କର ସାମର୍ଥ୍ୟ ଅନୁସାରେ ସେମାନଙ୍କୁ କାମ ବାଣ୍ଟିଦେଇ ସେ ବୁଲିବାକୁ ଗ୍ଭଲିଗଲେ।
16
ଯେଉଁ ଗ୍ଭକରଟି ପାଞ୍ଚ ତୋଡ଼ା ରୂପାଟଙ୍କା ନେଇଥିଲା, ସେ ତୁରନ୍ତ ସେହି ଟଙ୍କାକୁ ବ୍ୟବସାୟରେ ଲଗାଇଦେଲା। ସେ ଆଉ ପାଞ୍ଚ ତୋଡ଼ା ରୂପାଟଙ୍କା ଲାଭକଲା।
17
ସେହିଭଳି ଯେଉଁ ଗ୍ଭକରଟି ଦୁଇ ତୋଡ଼ା ରୂପାଟଙ୍କା ପାଇଥିଲା, ସେ ମଧ୍ୟ ଟଙ୍କାକୁ ବ୍ୟବସାୟରେ ଲଗାଇ ଆଉ ଦୁଇ ତୋଡ଼ା ରୂପାଟଙ୍କା ଲାଭ କଲା।
18
କିନ୍ତୁ ଯେଉଁ ଲୋକଟି କେବଳ ଗୋଟିଏ ମାତ୍ର ତୋଡ଼ା ରୂପାଟଙ୍କା ପାଇଥିଲା, ସେ ଯାଇ ତା’ ମାଲିକର ଧନକୁ ନେଇ ମାଟିରେ ଗୋଟିଏ ଗାତ ଖୋଳି ସେଥିରେ ଲୁଗ୍ଭଇ ରଖିଲା।
19
“ବହୁତ ଦିନ ପରେ ମାଲିକ ଘରକୁ ଫେରି ଆସିଲେ। ସେ ଗ୍ଭକରମାନଙ୍କୁ ଡାକିଲେ, ଓ ତାହାଙ୍କ ଟଙ୍କାରେ କ’ଣ କଲେ, ତାହା ସେମାନଙ୍କୁ ପଗ୍ଭରିଲେ।
20
ଯେଉଁ ଗ୍ଭକରଟି ପାଞ୍ଚ ତୋଡ଼ା ରୂପାଟଙ୍କା ପାଇଥିଲା, ସେ ମାଲିକ ପାଖକୁ ଆଉ ଅଧିକ ପାଞ୍ଚ ତୋଡ଼ା ଆଣି ଦେଲା, ଗ୍ଭକରଟି କହିଲା ‘ଆପଣ ମୋତେ ପାଞ୍ଚ ତୋଡ଼ା ରୂପାଟଙ୍କା ଦେଇଥିଲେ। ମୁଁ ତା’ ଦ୍ୱାରା ଆଉ ପାଞ୍ଚ ତୋଡ଼ା ରୂପାଟଙ୍କା ରୋଜଗାର କରିଛି।’
21
“ମାଲିକ କହିଲେ, ‘ସାବାସ୍, ତୁମ୍ଭେ ବହୁତ ଭଲ, ଓ ବିଶ୍ୱାସଯୋଗ୍ୟ ଲୋକ। ତୁମ୍ଭେ ଅଳ୍ପ ଟଙ୍କାରେ ଭଲ କାମ କରିଛ। ତେଣୁ ମୁଁ ତୁମ୍ଭକୁ ବଡ଼ ବିଷୟର ଦାୟିତ୍ୱ ଦେବି। ଆସ, ମୋ’ ସହିତ ମୋ’ ଖୁସୀରେ ଭାଗୀ ହୁଅ।’
22
“ତା’ପରେ ଦୁଇ ତୋଡ଼ା ରୂପାଟଙ୍କା ପାଇଥିବା ଗ୍ଭକରଟି ମାଲିକ ପାଖକୁ ଆସିଲା। ଗ୍ଭକରଟି କହିଲା, ‘ଆପଣ ମୋତେ ଦୁଇ ତୋଡ଼ା ଟଙ୍କାର ଦାୟିତ୍ୱ ଦେଇଥିଲେ। ମୁଁ ଆଉ ଦୁଇ ତୋଡ଼ା ଟଙ୍କା ରୋଜଗାର କରିବା ପାଇଁ ଆପଣଙ୍କର ଦୁଇ ତୋଡ଼ା ଟଙ୍କା ବ୍ୟବହାର କରିଛି।’
23
“ମାଲିକ କହିଲେ, ‘ତୁମ୍ଭେ ଠିକ୍ କରିଛ। ତୁମ୍ଭେ ଜଣେ ଭଲ ଗ୍ଭକର। ତୁମ୍ଭ ଉପରେ ବିଶ୍ୱାସ କରାଯାଇପାରେ। ଅଳ୍ପ ଟଙ୍କାରେ ତୁମ୍ଭେ ଭଲ କାମ କରିଛ। ତେଣୁ ମୁଁ ତୁମ୍ଭକୁ ବଡ଼ ବିଷୟର ଦାୟିତ୍ୱ ଦେବି। ଆସ, ମୋ’ ସହିତ ଖୁସୀରେ ଭାଗୀ ହୁଅ।’
24
“ତା’ପରେ ଗୋଟିଏ ତୋଡ଼ା ଟଙ୍କା ପାଇଥିବା ଲୋକଟି ମାଲିକଙ୍କ ପାଖକୁ ଆସିଲା। ସେ କହିଲା, ‘ମାଲିକ ମୁଁ ଜାଣେ ଯେ ଆପଣ ଜଣେ କଠୋର ବ୍ୟକ୍ତି। ରୋପଣ ନ କରି ମଧ୍ୟ ଆପଣ ଜମିରୁ ଫସଲ କାଟନ୍ତି। ବୀଜ ନ ବୁଣି ମଧ୍ୟ ଶସ୍ୟ ଏକାଠି କରନ୍ତି।
25
ତେଣୁ ମୁଁ ଭୟ କଲି। ମୁଁ ଯାଇ ଭୂମିରେ ଆପଣଙ୍କ ଟଙ୍କାତକ ଲୁଚେଇ ଦେଲି। ଆପଣ ମୋତେ ଦେଇଥିବା ତୋଡ଼ା ଟଙ୍କା ନିଅନ୍ତୁ।’
26
“ତା’ ମାଲିକ ତାକୁ କହିଲେ, ‘ତୁମ୍ଭେ ଜଣେ ଅଳସୁଆ ଓ ଦୁଷ୍ଟ ଗ୍ଭକର! ତୁମ୍ଭେ ଜାଣିଛ ଯେ ମୁଁ ଯେଉଁଠି ରୋପଣ କରି ନ ଥାଏ ସେଠାରେ ମଧ୍ୟ ଫସଲ କାଟେ ଓ ଯେଉଁଠି ବୀଜ ବୁଣି ନ ଥାଏ, ସେଠାରେ ଶସ୍ୟ ଏକାଠି କରେ।
27
ତେଣୁ ତୁମ୍ଭେ ମୋ’ ଟଙ୍କାକୁ ବ୍ୟାଙ୍କରେ ଜମା ରଖିଦେବା ଉଚିତ୍ ଥିଲା। ତା ହୋଇଥିଲେ ମୁଁ ଘରକୁ ଫେରିବା ପରେ ମୋ’ ଟଙ୍କା ଫେରି ପାଇଥା’ନ୍ତି। ତା’ ସହିତ ମୋ’ ଟଙ୍କାର ସୁଧ ମଧ୍ୟ ପାଇଥା’ନ୍ତି।’
28
“ତା’ପରେ ମାଲିକ ତାହାଙ୍କର ଅନ୍ୟ ଗ୍ଭକରମାନଙ୍କୁ କହିଲେ, ‘ସେହି ଗ୍ଭକରଠାରୁ ଟଙ୍କାର ଥଳିଟି ନେଇ, ଯାହାର ଦଶ ତୋଡ଼ା ଟଙ୍କା ଅଛି ତାକୁ ଦେଇଦିଅ।
29
ଯେଉଁ ଲୋକ ନିଜ ପାଖରେ ଥିବା ଜିନିଷର ଉପଯୁକ୍ତ ବ୍ୟବହାର କରେ, ତାକୁ ବହୁତ ଅଧିକ ଦିଆଯିବ। ତାହାଙ୍କୁ ତାହାଙ୍କର ଆବଶ୍ୟକତାଠାରୁ ବହୁତ ବେଶୀ ଦିଆଯିବ। କିନ୍ତୁ ଯେଉଁ ଲୋକ ତା’ ପାଖରେ ଥିବା ଜିନିଷର ଉପଯୁକ୍ତ ବ୍ୟବହାର କରେ ନାହିଁ, ତା’ଠାରୁ ଯାହାକିଛି ଅଛି, ସବୁକିଛି ଛଡ଼େଇ ନିଆଯିବ।’
30
ତା’ପରେ ମାଲିକ କହିଲେ, ‘ସେ ଅଦରକାରୀ ଗ୍ଭକରକୁ ବାହାରେ ଅନ୍ଧକାରରେ ପକେଇ ଦିଅ। ସେଠାରେ ଲୋକମାନେ କାନ୍ଦିବେ ଏବଂ ଯନ୍ତ୍ରଣାରେ ଦାନ୍ତ କଡ଼ମଡ଼ କରିବେ।’
31
ମନୁଷ୍ୟପୁତ୍ର ସମସ୍ତଙ୍କର ବିଗ୍ଭର କରିବେ “ମନୁଷ୍ୟପୁତ୍ର ପୁଣି ଥରେ ଆସିବେ, ସେ ତାହାଙ୍କର ମହିମା ସହିତ ଆସିବେ। ତାହାଙ୍କ ସହିତ ସମସ୍ତ ସ୍ୱର୍ଗଦୂତମାନେ ଆସିବେ। ସେ ରାଜା ହେବେ ଏବଂ ତାହାଙ୍କର ମହାନ ସିଂହାସନ ଉପରେ ବସିବେ।
32
ମନୁଷ୍ୟପୁତ୍ରଙ୍କ ଆଗରେ ଜଗତର ସବୁ ଲୋକେ ଏକାଠି ହେବେ। ତା’ପରେ ମନୁଷ୍ୟପୁତ୍ର ସବୁ ଲୋକଙ୍କୁ ଦୁଇଟି ଦଳରେ ବାଣ୍ଟି ଦେବେ। ଜଣେ ଜଗୁଆଳ ଯେପରି ଛେଳିମାନଙ୍କ ଭିତରୁ ମେଣ୍ଢାମାନଙ୍କୁ ଅଲଗା କରିଦିଏ ଏହା ଠିକ୍ ସେହିପରି ଅଟେ।
33
ମନୁଷ୍ୟପୁତ୍ର ମେଷମାନଙ୍କୁ ତାହାଙ୍କ ଡାହାଣ ପଟେ ରଖିବେ ଓ ଛାଗକୁ ତାହାଙ୍କ ବାମ ପଟେ ରଖିବେ।
34
“ତା’ପରେ ରାଜା ତାହାଙ୍କ ଡାହାଣ ପଟରେ ଥିବା ଲୋକମାନଙ୍କୁ କହିବେ, ‘ଆସ, ମୋର ପରମପିତା ତୁମ୍ଭମାନଙ୍କୁ ଆଶାର୍ବାଦ କରିଛନ୍ତି। ପରମେଶ୍ୱର ତୁମ୍ଭକୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି, ତାହା ଲାଭ କର। ଜଗତ ସୃଷ୍ଟି ହେବା କାଳରୁ ତୁମ୍ଭ ପାଇଁ ସେ ରାଜ୍ୟ ପ୍ରସ୍ତୁତ ହୋଇ ସାରିଛି।”
35
ତୁମ୍ଭେ ଏହି ରାଜ୍ୟ ଲାଭ କରିବ କାରଣ ମୁଁ ଯେତେବେଳେ ଭୋକିଲା ଥିଲି, ସେତେବେଳେ ତୁମେ ମୋତେ ଖାଇବାକୁ ଦେଇଥିଲ। ମୋତେ ଶୋଷ ଲାଗୁଥିବା ସମୟରେ ମୋତେ କିଛି ପିଇବାକୁ ଦେଇଛ। ମୁଁ ଘରଠାରୁ ଦୂରରେ ଏକୁଟିଆ ଥିଲି। ତୁମ୍ଭେ ମୋତେ ତୁମ୍ଭ ଘରକୁ ଡାକିଥିଲ।
36
ମୋର କୌଣସି ଲୁଗାପଟା ନ ଥିଲା, ଏବଂ ତୁମ୍ଭେ ମୋତେ ପିନ୍ଧିବାକୁ ଦେଇଥିଲ। ମୁଁ ଅସୁସ୍ଥ ଥିଲି, ତୁମ୍ଭେ ମୋର ଯତ୍ନ ନେଇଥିଲ, ମୁଁ କାରାଗାରରେ ଥିଲି। ତୁମ୍ଭେ ମୋତେ ଦେଖିବାକୁ ଆସିଥିଲ।’
37
“ସେତେବେଳେ ଭଲ ଲୋକମାନେ ଉତ୍ତର ଦେବେ, ‘ହେ ପ୍ରଭୁ! ଆମ୍ଭେ କେତେବେଳେ ଆପଣଙ୍କୁ ଭୋକିଲା ଦେଖିଥିଲୁ ଓ ଖାଇବାକୁ ଦେଇଥିଲୁ? କେତେବେଳେ ଆମ୍ଭେ ଆପଣଙ୍କୁ ଶୋଷିଲା ଦେଖିଥିଲୁ ଓ ପିଇବାକୁ କିଛି ଦେଇଥିଲୁ?
38
କେତେବେଳେ ଆମ୍ଭେ ଆପଣଙ୍କୁ ଘରଠାରୁ ଦୂରରେ ଏକୁଟିଆ ଦେଖିଥିଲୁ ଓ ଆମ୍ଭ ଘରକୁ ଡାକିଥିଲୁ? କେତେବେଳେ ଆପଣଙ୍କୁ ଆମ୍ଭେ ପୋଷାକ ନ ଥିବା ବେଳେ ଦେଖିଥିଲୁ ଓ ପିନ୍ଧିବାକୁ କିଛି ଦେଇଥିଲୁ?
39
କେତେବେଳେ ଆପଣଙ୍କୁ ଆମ୍ଭେ ଅସୁସ୍ଥ ଅବସ୍ଥାରେ ବା କାରାଗାରରେ ଦେଖିଥିଲୁ ଓ ଆପଣଙ୍କର ଯତ୍ନ ନେଇଥିଲୁ?’
40
“ସେତେବେଳେ ରାଜା ଉତ୍ତର ଦେବେ, ‘ମୁଁ ତୁମ୍ଭକୁ ସତ୍ୟ କହୁଛି। ଏଠାରେ ତୁମ୍ଭେ ମୋର ଉପେକ୍ଷିତ ଭାଇମାନଙ୍କ ଭିତରୁ ଜଣକ ପାଇଁ ଯାହାକିଛି କଲ, ତାହା ତୁମ୍ଭେ ମୋ’ ପାଇଁ କଲ।’
41
“ତା’ପରେ ରାଜା ତାହାଙ୍କ ବାମ ପଟର ଲୋକମାନଙ୍କୁ କହିବେ, ‘ମୋ’ ପାଖରୁ ଗ୍ଭଲିଯାଅ। ପରମେଶ୍ୱର ତୁମ୍ଭ ନିମନ୍ତେ ଦଣ୍ଡ ନିରୂପଣ କରିଛନ୍ତି। ତୁମ୍ଭେ ଚିରକାଳ ଜଳୁଥିବା ନିଆଁକୁ ଯିବ, ଯାହାକି ଶୟତାନ ଓ ତା’ର ଦୂତମାନଙ୍କ ପାଇଁ ପ୍ରସ୍ତୁତ ହୋଇଛି।
42
କାରଣ ମୁଁ ଭୋକିଲା ଥିଲି କିନ୍ତୁ ତୁମ୍ଭେ ମୋତେ କିଛି ଖାଇବାକୁ ଦେଇ ନ ଥିଲ,
43
ମୁଁ ଶୋଷିଲା ଥିଲି କିନ୍ତୁ ତୁମ୍ଭେ ମୋତେ କିଛି ପିଇବାକୁ ଦେଇ ନ ଥିଲ। ମୁଁ ଏକୁଟିଆ ଘରଠାରୁ ଦୂରରେ ଥିଲି, କିନ୍ତୁ ତୁମ୍ଭେ ମୋତେ ଘର ଭିତରକୁ ଡାକିଲ ନାହିଁ, ମୋର ଲୁଗାପଟା ନ ଥିଲା, ମୋତେ ତୁମ୍ଭେ ପିନ୍ଧିବାକୁ କିଛି ଦେଇ ନ ଥିଲ। ମୁଁ ଅସୁସ୍ଥ ଥିଲି, ଓ କାରାଗାରରେ ଥିଲି ଓ ତୁମ୍ଭେ ମୋ’ ପାଇଁ ଚିନ୍ତା କରି ନ ଥିଲ।’
44
“ତା’ପରେ ସେମାନେ ମଧ୍ୟ ଉତ୍ତର ଦେବେ, ‘ପ୍ରଭୁ, ଆପଣଙ୍କୁ କେତେବେଳେ ଆମ୍ଭେ ଭୋକିଲା ବା ଶୋଷିଲା ଦେଖିଥିଲୁ? ଆମ୍ଭେ କେତେବେଳେ ଆପଣଙ୍କୁ ଏକୁଟିଆ ଓ ଘରଠାରୁ ଦୂରରେ ଦେଖିଥିଲୁ? କେତେବେଳେ ଆପଣଙ୍କୁ ଆମ୍ଭେ ଲୁଗାପଟା ନ ଥିବା ଅବସ୍ଥାରେ ବା ଅସୁସ୍ଥ ଅବସ୍ଥାରେ ବା କାରାଗାରରେ ଦେଖିଥିଲୁ? କେବେ ଏସବୁ ଆମ୍ଭେ ଦେଖିଥିଲୁ ଓ ଆପଣଙ୍କୁ ସାହାଯ୍ୟ କଲୁ ନାହିଁ?’
45
“ତା’ପରେ ରାଜା ଉତ୍ତର ଦେବେ, ‘ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଯେତେବେଳେ ଏଠାରେ ତୁମ୍ଭେ ମୋର ଉପେକ୍ଷିତ ଲୋକଙ୍କ ଭିତରୁ ଯେକୌଣସି ଲୋକକୁ ସାହାଯ୍ୟ କରିବାକୁ ମନାକଲ, ତୁମ୍ଭେ ମୋତେ ସାହାଯ୍ୟ କରିବା ପାଇଁ ମନାକଲ!’
46
“ତା’ପରେ ଏହି ଲୋକଗୁଡ଼ିକ ଗ୍ଭଲିଯିବେ, ସେମାନଙ୍କୁ ସବୁ ଦିନ ପାଇଁ ଦଣ୍ଡ ଭୋଗିବାକୁ ପଡ଼ିବ। କିନ୍ତୁ ଭଲ ଲୋକମାନେ ଅନନ୍ତ ଜୀବନ ଲାଭ କରିବେ।”
← Chapter 24
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 26 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28