bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Matthew 3
Matthew 3
Odia Bible ERV 2004 (ପବିତ୍ର ବାଇବଲ)
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 4 →
1
ବାପ୍ତିଜକ ଯୋହନଙ୍କ କାର୍ଯ୍ୟ ସେହି ସମୟରେ ବାପ୍ତିଜକ ଯୋହନ ଆସି ଯିହୂଦା ପ୍ରଦେଶର ପ୍ରାନ୍ତର ମଧ୍ୟରେ ଘୋଷଣା କରି କହିବାକୁ ଲାଗିଲେ
2
“ତୁମ୍ଭମାନଙ୍କର ଜୀବନ ଓ ହୃଦୟ ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ଶୀଘ୍ର ଆସୁଅଛି।”
3
ସେହି ଯୋହନଙ୍କ ବିଷୟରେ ଭବିଷ୍ୟଦ୍ବକ୍ତା ଯିଶାଇୟ କହୁଥିଲେ, “ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର: ‘ପ୍ରଭୁଙ୍କର ପଥ ପ୍ରସ୍ତୁତ କର, ତାହାଙ୍କ ରାଜପଥ ସଳଖ କର।’”
4
ଯୋହନଙ୍କ ବସ୍ତ୍ର ଓଟ ଲୋମରେ ତିଆରି ହୋଇଥିଲା, ସେ ଅଣ୍ଟାରେ ଚମଡ଼ା ପଟି ବାନ୍ଧୁଥିଲେ। ପଙ୍ଗପାଳ ଓ ବନମଧୁ ତାହାଙ୍କର ଖାଦ୍ୟ ଥିଲା।
5
ସେ ସମୟରେ ଯିରୁଶାଲମ, ସମଗ୍ର ଯିହୂଦା ରାଜ୍ୟ ଓ ଯର୍ଦ୍ଦନ ନଦୀର ଦୁଇପାଖ ଅଞ୍ଚଳରେ ଥିବା ଲୋକ ଯୋହନଙ୍କ ପାଖକୁ ଉପଦେଶ ଶୁଣିବାକୁ ଆସିଲେ।
6
ସେମାନେ ନିଜ ନିଜ ପାପ ସ୍ୱୀକାର କଲେ। ଯୋହନ ଯର୍ଦ୍ଦନ ନଦୀରେ ସେମାନଙ୍କୁ ବାପ୍ତିସ୍ମ ଦେଲେ।
7
ଅନେକ ଫାରୂଶୀ ଓ ସାଦ୍ଦୂକୀମାନେ ଯୋହନ ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିବା ସ୍ଥାନକୁ ଆସିଲେ। ସେମାନଙ୍କୁ ଦେଖି ଯୋହନ କହିଲେ, “ହେ କାଳସର୍ପଗଣ! ତୁମ୍ଭେ ପ୍ରଭୁଙ୍କ ଆଗାମୀ କ୍ରୋଧରୁ ପଳାୟନ କରିବା ପାଇଁ ତୁମ୍ଭକୁ କିଏ ଚେତାବନୀ ଦେଲେ?
8
ତୁମ୍ଭକୁ ନିଜର କାର୍ଯ୍ୟ ଦ୍ୱାରା ପ୍ରକାଶ କରିବାକୁ ହେବ ଯେ, ତୁମ୍ଭେ ବାସ୍ତବରେ ମନ ପରିର୍ତ୍ତନ କରିଅଛ।
9
ତୁମ୍ଭେମାନେ ନିଜକୁ ଅବ୍ରହାମଙ୍କ ସନ୍ତାନ ବୋଲି କହିଦେଲେ ଯେ ଯଥେଷ୍ଟ ହୋଇଗଲା, ସେ କଥା କେବେ ହେଲେ ଭାବ ନାହିଁ। ମୁଁ ତୁମ୍ଭକୁ କହି ରଖୁଛି ଯେ ପରମେଶ୍ୱର ଅବ୍ରହାମଙ୍କ ପାଇଁ ଏହି ପଥରଗୁଡ଼ିକରୁ ମଧ୍ୟ ସନ୍ତାନ ସୃଷ୍ଟି କରି ପାରିବେ।
10
ଗଛର ମୂଳ ଉପରେ କୁହ୍ରାଡ଼ି ରଖା ଯାଇସାରିଲାଣି। ଯେଉଁସବୁ ଗଛ ଭଲ ଫଳ ଦେଉ ନାହାନ୍ତି, ସେଗୁଡ଼ିକୁ କାଟି ନିଆଁରେ ପକେଇ ଦିଆଯିବ।
11
“ତୁମ୍ଭେମାନେ ମନ ପରିବର୍ତ୍ତନ କରିଥିବାରୁ ମୁଁ ତ ତୁମ୍ଭକୁ ଜଳରେ ବାପ୍ତିସ୍ମ ଦେଉଛି, କିନ୍ତୁ ମୋ’ପରେ ଯେ ଆସୁଛନ୍ତି, ସେ ମୋ’ଠାରୁ ମହାନ। ମୁଁ ତ ତାହାଙ୍କର ଜୋତା ବୋହି ନେବାକୁ ମଧ୍ୟ ଯୋଗ୍ୟ ନୁହେଁ। ସେ ତୁମ୍ଭକୁ ପବିତ୍ରଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।
12
ତାହାଙ୍କ ହାତରେ କୁଲା ଅଛି। ସେଥିରେ ସେ ଶସ୍ୟ ସବୁରୁ ଅଗାଡ଼ି ତକ ଅଲଗା କରିଦେବେ। ସେ ତାହାଙ୍କ ଖଳାରୁ ପରିଷ୍କାର ହୋଇଥିବା ଶସ୍ୟତକ ଏକାଠି କରିନେଇ ଅମାର ଭିତରେ ରଖି ଦେବେ ଓ ଅଗାଡ଼ି, କାଠି-କୁଟାତକ ନିଆଁରେ ପକେଇ ଦେବେ। ସେ ନିଆଁ କେବେ ହେଲେ ଲିଭିବ ନାହିଁ।”
13
ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଲେ ସେହି ସମୟରେ ଯୋହନଙ୍କଠାରୁ ବାପ୍ତିସ୍ମ ନେବା ପାଇଁ ଯୀଶୁ ଗାଲିଲୀରୁ ଯର୍ଦ୍ଦନ ନଦୀ କୂଳକୁ ଆସିଲେ।
14
କିନ୍ତୁ ଯୋହନ ଯୀଶୁଙ୍କୁ ବାପ୍ତିସ୍ମ ତାହାଙ୍କଠାରେ ନେବା ପାଇଁ ମନା କରିବାକୁ ଚେଷ୍ଟା କରି କହିଲେ, “ମୋର ତୁମ୍ଭଠାରୁ ବାପ୍ତିସ୍ମ ନେବା ଦରକାର। ତୁମ୍ଭେ ମୋ’ ପାଖକୁ କାହିଁକି ଆସିଛ?”
15
ଉତ୍ତରରେ ଯୀଶୁ ତାହାଙ୍କୁ କହିଲେ, “ବର୍ତ୍ତମାନ ପାଇଁ ଏହିଭଳି ହେଉ। ଆମ୍ଭେ ସମସ୍ତ ବିଷୟ କରିବା ଉଚିତ୍, ଯାହା ଉତ୍ତମ ଅଟେ।” ତେଣୁ ଯୋହନ ଯୀଶୁଙ୍କୁ ବାପ୍ତିସ୍ମ ଦେବା ପାଇଁ ରାଜି ହେଲେ।
16
ଯୀଶୁ ବାପ୍ତିଜିତ ହେଲେ। ଯୀଶୁ ଜଳରୁ ବାହାରିବା ମାତ୍ରେ ଆକାଶ ଖୋଲିଗଲା, ଏବଂ ସେ ପରମେଶ୍ୱରଙ୍କ ଆତ୍ମାକୁ ଗୋଟିଏ କପୋତ ରୂପରେ ତଳକୁ ଓହ୍ଲେଇ ତାହାଙ୍କ ଉପରକୁ ଆସୁଥିବାର ଦେଖିଲେ।
17
ସେତେବେଳେ ଆକାଶରୁ ଏହି ବାଣୀ ହେଲା: “ଏ ମୋର ପ୍ରିୟ ପୁତ୍ର ଓ ମୁଁ ତାହାଙ୍କୁ ପ୍ରେମ କରେ। ମୁଁ ତାହାଙ୍କ ଉପରେ ପରମ ସନ୍ତୁଷ୍ଟ।”
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 4 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28