bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Matthew 5
Matthew 5
Odia Bible ERV 2004 (ପବିତ୍ର ବାଇବଲ)
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 6 →
1
ଯୀଶୁ ଲୋକମାନଙ୍କୁ ଶିକ୍ଷା ଦିଅନ୍ତି ଯୀଶୁଙ୍କୁ ଅନୁସରଣ କରୁଥିବା ଲୋକଙ୍କ ସଂଖ୍ୟା କ୍ରମଶଃ ବଢ଼ିବାକୁ ଲାଗିଲା, ଏହା ଦେଖି ଯୀଶୁ ଗୋଟିଏ ପାହାଡ଼ ଉପରକୁ ଗଲେ ଏବଂ ସେଠାରେ ବସିଲେ। ତାହାଙ୍କର ଶିଷ୍ୟମାନେ ତାହାଙ୍କ ପାଖକୁ ଆସିଲେ।
2
ଏଥର ଯୀଶୁ ସେମାନଙ୍କୁ ଉପଦେଶ ଦେବା ଆରମ୍ଭ କଲେ,
3
“ଆତ୍ମାରେ ଦିନହୀନ ଲୋକମାନେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେହିମାନଙ୍କର।
4
ବର୍ତ୍ତମାନ ଦୁଃଖିତ ଲୋକମାନେ ଧନ୍ୟ; କାରଣ ପରମେଶ୍ୱର ସେମାନଙ୍କୁ ସାନ୍ତ୍ୱନା ଦେବେ।
5
ନମ୍ର ଓ ସୁଶୀଳ ଲୋକମାନେ ଧନ୍ୟ; କାରଣ ଏ ପୃଥିବୀ ସେହିମାନଙ୍କର ହେବ।
6
ପରମେଶ୍ୱରଙ୍କ ଇଚ୍ଛା ଅନୁସାରେ ସତ୍କର୍ମ କରିବାକୁ ଆଗ୍ରହୀ ଲୋକମାନେ ଧନ୍ୟ, କାରଣ ସେମାନେ ସମ୍ପୂର୍ଣ୍ଣ ତୃପ୍ତି ଲାଭ କରିବେ।
7
ଅନ୍ୟମାନଙ୍କୁ ଦୟା ଦେଖାଉଥିବା ଲୋକମାନେ ଧନ୍ୟ; କାରଣ ପରମେଶ୍ୱର ସେହିମାନଙ୍କୁ ଦୟା କରିବେ।
8
ନିର୍ମଳ ହୃଦୟ ଥିବା ଲୋକମାନେ ଧନ୍ୟ; କାରଣ ସେମାନେ ପରମେଶ୍ୱରଙ୍କୁ ଦେଖିବେ।
9
ଶାନ୍ତି ପାଇଁ କାମ କରୁଥିବା ଲୋକମାନେ ଧନ୍ୟ, କାରଣ ସେମାନେ ପରମେଶ୍ୱରଙ୍କ ସନ୍ତାନ ଭାବେ ଡକାଯିବେ।
10
ପରମେଶ୍ୱରଙ୍କ ଇଚ୍ଛା ଅନୁସାରେ ଧର୍ମକାର୍ଯ୍ୟ କରି କଷ୍ଟ ସହୁଥିବା ଲୋକମାନେ ଧନ୍ୟ; କାରଣ ସ୍ୱର୍ଗରାଜ୍ୟ ସେହିମାନଙ୍କର।
11
“ତୁମ୍ଭେମାନେ ମୋର ଅନୁଗାମୀ ହୋଇଥିବା ଯୋଗୁଁ ଲୋକେ ତୁମ୍ଭମାନଙ୍କୁ ଅପମାନ ଦେବେ, ତୁମ୍ଭମାନଙ୍କୁ ଯାତନା ଦେବେ ଓ ତୁମ୍ଭମାନଙ୍କ ବିରୁଦ୍ଧରେ ମିଛରେ ନାନା କଥା କହିବେ। କିନ୍ତୁ ତୁମ୍ଭେମାନେ ଧନ୍ୟ।
12
ତେଣୁ ଖୁସୀ ହୋଇ ଆନନ୍ଦ କର। କାରଣ ସ୍ୱର୍ଗରେ ତୁମ୍ଭେମାନେ ଏକ ମହତ୍ ପୁରସ୍କାର ପାଇବ। ତୁମ୍ଭର ପୂର୍ବବର୍ତ୍ତୀ ଭବିଷ୍ୟଦ୍ବକ୍ତାମାନଙ୍କୁ ମଧ୍ୟ ଲୋକମାନେ ଏହିଭଳି ଯାତନା ଦେଇଥିଲେ।
13
ତୁମ୍ଭେମାନେ ଲୁଣ ଓ ଆଲୋକ ପରି “ତୁମ୍ଭେମାନେ ସମଗ୍ର ପୃଥିବୀ ପାଇଁ ଲୁଣ ସଦୃଶ। କିନ୍ତୁ ଲୁଣ ଯଦି ନିଜେ ସ୍ୱାଦହୀନ ହୋଇଯାଏ, ତେବେ ତାକୁ ଆଉଥରେ ଲୁଣିଆ କରା ଯାଇ ନ ପାରେ। ଲୁଣ ଆପଣା ଲୁଣିଆ ସ୍ୱାଦ ହରାଇଲେ ଆଉ କୌଣସି କାମରେ ଲାଗିପାରିବ ନାହିଁ। ତାକୁ ବାହାରେ ଫିଙ୍ଗି ଦିଆଯିବ। ଲୋକେ ତାକୁ ପାଦରେ ଚକଟି ଗ୍ଭଲିଯିବେ।
14
“ତୁମ୍ଭେ ଜଗତର ଆଲୋକ। ପାହାଡ଼ ଉପରେ ଅବସ୍ଥିତ କୌଣସି ନଗରକୁ କେବେ ହେଲେ ଲୁଚେଇ ରଖାଯାଇ ପାରିବ ନାହିଁ।
15
ଲୋକେ ଦୀପଟିଏ ଜଳେଇ ତାକୁ ହାଣ୍ଡି ତଳେ ରଖନ୍ତି ନାହିଁ। ଲୋକେ ତାକୁ ଦୀପରୂଖା ଉପରେ ରଖନ୍ତି। ତଦ୍ଦ୍ୱାରା ଦୀପଟି ଘର ଭିତରର ସବୁ ଲୋକଙ୍କୁ ଆଲୋକ ଦିଏ।
16
ଲୋକଙ୍କ ଆଗରେ ତୁମ୍ଭେମାନେ ଆଲୋକ ଭଳି ପ୍ରକାଶିତ ହୁଅ। ସେମାନେ ତୁମ୍ଭର ଭଲ କାମଗୁଡ଼ିକ ଦେଖନ୍ତୁ ଓ ସ୍ୱର୍ଗରେ ରହୁଥିବା ତୁମ୍ଭ ପରମପିତାଙ୍କୁ ପ୍ରଶଂସା ଗାନକରନ୍ତୁ।
17
ଯୀଶୁ ଓ ପୁରାତନ ନିୟମର ଲେଖାସମୁହ “ତୁମ୍ଭେମାନେ ଭାବ ନାହିଁ ଯେ ମୁଁ ମୋଶାଙ୍କ ବ୍ୟବସ୍ଥା କିଅବା ଭବିଷ୍ୟଦ୍ବକ୍ତାଙ୍କ ଶିକ୍ଷା ନଷ୍ଟ କରିବାକୁ ଆସିଛି। ମୁଁ ସେମାନଙ୍କ ଉପଦେଶ ନଷ୍ଟ କରିବାକୁ ଆସି ନାହିଁ। ବରଂ ମୁଁ ସେମାନଙ୍କ ଉପଦେଶଗୁଡ଼ିକର ସମ୍ପୂର୍ଣ୍ଣ ଅର୍ଥ ପ୍ରକାଶିତ କରିବାକୁ ଆସିଛି।
18
ମୁଁ ତୁମ୍ଭକୁ ସତ୍ୟ କହୁଛି, ଏ ପୃଥିବୀ ଓ ଆକାଶ ସମାପ୍ତ ନ ହେବା ପର୍ଯ୍ୟନ୍ତ ଓ ସବୁ କଥା ନ ଘଟିବା ପର୍ଯ୍ୟନ୍ତ ଏହି ନିୟମରୁ ଅକ୍ଷରଟିଏ କି ବିନ୍ଦୁଟିଏ ହେଲେ ମଧ୍ୟ ଲୋପ ପାଇବ ନାହିଁ।
19
“ଏଣୁ ଲୋକେ ପ୍ରତ୍ୟେକ ଆଦେଶ ମାନିବା ଉଚିତ୍, ଏପରିକି ମହତ୍ତ୍ୱପୂର୍ଣ୍ଣ ଦେଖା ଯାଉ ନ ଥିବା ଛୋଟ ଆଦେଶଟିଏ ମଧ୍ୟ ମାନିବା ଉଚିତ୍। ଯେଉଁ ଲୋକ ଆଦେଶ ପାଳିବାକୁ ମନାକରେ ଓ ଅନ୍ୟ ଲୋକଙ୍କୁ ଆଦେଶ ନ ପାଳିବାକୁ ମନ୍ତ୍ରଣା ଦିଏ, ସେ ସ୍ୱର୍ଗରାଜ୍ୟରେ ଅତି ନ୍ୟୁନ ବୋଲି ଗଣିତ ହେବ କିନ୍ତୁ ଯେଉଁ ଲୋକ ସେ ବ୍ୟବସ୍ଥା ମାନେ ଓ ଅନ୍ୟକୁ ମାନି ଚଳିବାକୁ ଶିଖାଏ, ସେ ସ୍ୱର୍ଗରାଜ୍ୟରେ ମହାନ୍ ହେବ।
20
ମୁଁ ତୁମ୍ଭକୁ କହୁଛି ଯେ, ପରମେଶ୍ୱରଙ୍କ ଇଚ୍ଛା ଅନୁସାରେ ଆଚରଣ କରି ତୁମ୍ଭେମାନେ ଧର୍ମଶାସ୍ତ୍ରୀ ଓ ଫାରୂଶୀ ମାନଙ୍କଠାରୁ ଆଗେଇ ଯାଅ। ତା’ ନ ହେଲେ ତୁମ୍ଭେ ସ୍ୱର୍ଗରାଜ୍ୟରେ ପ୍ରବେଶ କରି ପାରିବ ନାହିଁ।
21
ଯୀଶୁ କ୍ରୋଧ ବିଷୟରେ ଶିକ୍ଷା ଦିଅନ୍ତି “ତୁମ୍ଭେମାନେ ଶୁଣିଛ ଯେ, ଆମ୍ଭର ପୂର୍ବପୁରୁଷମାନଙ୍କୁ କୁହାଯାଇଥିଲା: ‘ନରହତ୍ୟା କର ନାହିଁ। ଯେଉଁ ଲୋକ ନରହତ୍ୟା କରେ, ସେ ବିଗ୍ଭରସ୍ଥାନରେ ବିଗ୍ଭରିତ ହେବ।’
22
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭେମାନେ ଅନ୍ୟଉପରେ ରାଗ ନାହିଁ, କାରଣ ପ୍ରତ୍ୟେକ ଲୋକ ତୁମ୍ଭର ଭାଇ ପରି ଅଟେ। ତେଣୁ ଯଦି ତୁମ୍ଭେ ଅନ୍ୟ ଉପରେ ରାଗିବ, ତେବେ ତୁମ୍ଭେ ମଧ୍ୟ ବିଗ୍ଭରାଳୟରେ ବିଗ୍ଭରିତ ହେବ। ତୁମ୍ଭେମାନେ ଯଦି ଅନ୍ୟକୁ ଅପମାନ ଦେଇ ଖରାପ କଥା କୁହ, ତେବେ ତୁମ୍ଭକୁ ଯିହୂଦୀୟ ସର୍ବୋଚ୍ଚ ବିଗ୍ଭରାଳୟରେ ବିଗ୍ଭରିତ ହେବାକୁ ହେବ। ଯଦି ଅନ୍ୟକୁ ମୂର୍ଖ ବୋଲି କୁହ, ତେବେ ତୁମ୍ଭକୁ ନର୍କର ନିଆଁ ଭିତରେ ପକାଇ ଦିଆଯିବ।
23
“ଯେତେବେଳେ ତୁମ୍ଭେମାନେ ପରମେଶ୍ୱରଙ୍କ ନିକଟକୁ ତୁମ୍ଭମାନଙ୍କର ନୈବେଦ୍ୟ ଦାନ ଆଣ, ସେତେବେଳେ ଅନ୍ୟ ଲୋକମାନଙ୍କ ବିଷୟ ଚିନ୍ତା କର। ଯଦି ବେଦୀ ଉପରେ ପରମେଶ୍ୱରଙ୍କୁ ନୈବେଦ୍ୟ ଦାନ ଦେବା ବେଳେ ତୁମ୍ଭର ମନେ ପଡ଼ିଯାଏ ଯେ, ତୁମ୍ଭ ବିରୁଦ୍ଧରେ କାହାର କିଛି କଥା ଅଛି,
24
ତେବେ ତୁମ୍ଭର ନୈବେଦ୍ୟ ଦାନ ସେହିଠାରେ ଛାଡ଼ି ଦେଇ ସେହି ଲୋକଟି ପାଖକୁ ଯାଅ ଏବଂ ତା’ ସହିତ ଶାନ୍ତି ସ୍ଥାପନ କରି, ତା’ପରେ ଆସି ତୁମ୍ଭର ନୈବେଦ୍ୟ ଦାନ ଅର୍ପଣ କର।
25
“ଯଦି ତୁମ୍ଭର ଶତ୍ରୁ ତୁମ୍ଭକୁ ବିଗ୍ଭରାଳୟକୁ ନେଇ ଯାଉଅଛି, ତେବେ ବିଗ୍ଭରାଳୟ ଯିବା ପୂର୍ବରୁ ତା’ ସହିତ ଶୀଘ୍ର ବନ୍ଧୁତା ସ୍ଥାପନ କର। ନଚେତ ତୁମ୍ଭର ଶତ୍ରୁ ବିଗ୍ଭରପତିଙ୍କ ହାତରେ ଦେଇଦେବ ଓ ଶେଷରେ ବିଗ୍ଭରପତି ତୁମ୍ଭକୁ ସିପାହୀ ହାତରେ ଦେବେ, ତା’ପରେ ତୁମ୍ଭେ କାରାଗାରରେ ବନ୍ଦୀ ହୋଇ ଯିବ।
26
ମୁଁ ତୁମ୍ଭକୁ ସତ୍ୟ କହୁଛି, ଯେଉଁ ପର୍ଯ୍ୟନ୍ତ ତୁମ୍ଭେ ପାହୁଲା-ପାହୁଲା କରି ନ ଶୁଝିଛ, ସେପର୍ଯ୍ୟନ୍ତ କାରାଗାର ଭିତରୁ ବାହାରି ଆସି ପାରିବ ନାହିଁ।
27
ଯୀଶୁ ଯୌନଗତ ପାପ ସମ୍ବନ୍ଧରେ ଶିକ୍ଷା ଦିଅନ୍ତି “ତୁମ୍ଭେମାନେ ଏ କଥା କୁହା ଯାଇଥିବାର ଶୁଣିଛ ଯେ, ‘ବ୍ୟଭିଗ୍ଭର କର ନାହିଁ।’
28
କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ଯଦି କେହି ଲୋକ କୌଣସି ସ୍ତ୍ରୀକୁ ଦେଖେ ଓ ତା’ ସହିତ ବ୍ୟଭିଗ୍ଭର କରିବା ପାଇଁ ଗ୍ଭହେଁ, ତେବେ ସେ ନିଜ ମନ ଭିତରେ ସେହି ସ୍ତ୍ରୀ ସହିତ ବ୍ୟଭିଗ୍ଭର କରି ସାରିଲାଣି।
29
ଯଦି ତୁମ୍ଭର ଡାହାଣ ଆଖି ତୁମ୍ଭର ପାପର କାରଣ ହୁଏ, ତେବେ ସେହି ଆଖିଟିକୁ କାଢ଼ି ଫିଙ୍ଗିଦିଅ। ତୁମ୍ଭର ସମ୍ପୂର୍ଣ୍ଣ ଶରୀର ନର୍କରେ ପଡ଼ିବା ଅପେକ୍ଷା ଶରୀରର ଗୋଟିଏ ଅଙ୍ଗ ନଷ୍ଟ ହୋଇଯିବା ଭଲ।
30
ଯଦି ତୁମ୍ଭର ଡାହାଣ ହାତଟି ତୁମ୍ଭ ପାପର କାରଣ ହୁଏ, ତାକୁ କାଟି ଫିଙ୍ଗିଦିଅ। କାରଣ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ନର୍କରେ ପଡ଼ିବା ଅପେକ୍ଷା ଶରୀରର ଗୋଟିଏ ଅଙ୍ଗ ନଷ୍ଟ ହୋଇଯିବା ଭଲ।
31
ଯୀଶୁ ଛାଡ଼ପତ୍ର ସମ୍ବନ୍ଧରେ ଶିକ୍ଷା ଦିଅନ୍ତି “ଏ କଥା ମଧ୍ୟ କୁହାଯାଇଛି ଯେ, ‘ଯେଉଁ ଲୋକ ତା’ର ପତ୍ନୀକୁ ଛାଡ଼ପତ୍ର ଦିଏ, ସେ ତା’ ପତ୍ନୀକୁ ଛାଡ଼ପତ୍ର ପାଇଁ ଲିଖିତ ରୂପରେ ଗୋଟିଏ ସୂଚନା ଦେବ।’
32
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ଯଦି କେହି ନିଜର ପତ୍ନୀକୁ ଛାଡ଼ପତ୍ର ଦିଏ, ସେ ତାହାକୁ ବ୍ୟଭିଗ୍ଭର ଦୋଷରେ ଦୋଷୀ କରିଥାଏ। ଯଦି ତାହାର ପତ୍ନୀ ଅନ୍ୟ ବ୍ୟକ୍ତି ସହିତ ଯୌନ ସମ୍ପର୍କ ରଖିଥାଏ, ତେବେ କେବଳ ସେ ତାହାକୁ ଛାଡ଼ପତ୍ର ଦେଇ ପାରିବ। ଯଦି କୌଣସି ଲୋକ ଛାଡ଼ପତ୍ର ପାଇଥିବା ସେହି ପତ୍ନୀକୁ ବିବାହ କରେ, ତେବେ ସେ ମଧ୍ୟ ବ୍ୟଭିଗ୍ଭର ପାପରେ ଦୋଷୀ ହୁଏ।
33
ପ୍ରତିଜ୍ଞା ସମ୍ବନ୍ଧରେ ଯୀଶୁଙ୍କର ଶିକ୍ଷା “ଏ କଥା ତୁମ୍ଭେ ଶୁଣିଛ ଯେ, ଆମ୍ଭର ପୂର୍ବପୁରୁଷମାନଙ୍କୁ କୁହାଯାଇଥିଲା: ‘ତୁମ୍ଭେମାନେ କରିଥିବା ପ୍ରତିଜ୍ଞା କେବେ ହେଲେ ଭାଙ୍ଗ ନାହିଁ ଓ ପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହିସବୁ ପାଳନ କର।’
34
କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ଆଦୌ ପ୍ରତିଜ୍ଞା କର ନାହିଁ। ସ୍ୱର୍ଗର ନାମରେ ପ୍ରତିଜ୍ଞା କର ନାହିଁ, କାରଣ ତାହା ପରମେଶ୍ୱରଙ୍କ ସିଂହାସନ।
35
ପୃଥିବୀ ନାମରେ ପ୍ରତିଜ୍ଞା ନିଅ ନାହିଁ, କାରଣ ତାହା ପରମେଶ୍ୱରଙ୍କର ପାଦପୀଠ। ଯିରୁଶାଲମ ନାମରେ ପ୍ରତିଜ୍ଞା ନିଅ ନାହିଁ। କାରଣ ତାହା ପରମେଶ୍ୱରଙ୍କ ନଗରୀ।
36
ନିଜ ମୁଣ୍ଡ ଛୁଇଁ ପ୍ରତିଜ୍ଞା ନିଅ ନାହିଁ, କାରଣ ତା’ର ଗୋଟିଏ ବାଳକୁ ବି ତୁମ୍ଭେ କଳା ବା ଧଳା କରି ପାରିବ ନାହିଁ।
37
ଯଦି ତୁମ୍ଭେ ଠିକ୍ ମନେ କରୁଛ ତେବେ ‘ହଁ’ କୁହ ଏବଂ ତୁମ୍ଭେ ଯଦି ଭୁଲ୍ ବୋଲି ମନେ କରୁଛ ତେବେ ‘ନାଁ’ କୁହ। ‘ହଁ’ ବା ‘ନାଁ’ ଠାରୁ ଅଧିକା ବିଷୟ ପାପାତ୍ମାଠାରୁ ଆସିଥାଏ।
38
ଯୀଶୁ କହନ୍ତି: ପ୍ରତିଶୋଧ ମନଭାବ ରଖ ନାହିଁ “ତୁମ୍ଭେ ଶୁଣିଛ ଯେ ଏ କଥା କୁହାଯାଇଛି, ‘ଆଖି ବଦଳରେ ଆଖି ଓ ଦାନ୍ତ ବଦଳରେ ଦାନ୍ତ।’
39
କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, କୌଣସି ମନ୍ଦ ଲୋକର ବିରୁଦ୍ଧରେ ଠିଆ ହୁଅ ନାହିଁ। ବରଂ ଯଦି କେହି ତୁମ୍ଭର ଡାହାଣ ଗାଲରେ ଗ୍ଭପୁଡ଼ାଟିଏ ମାରେ, ତେବେ ତୁମ୍ଭେ ତା ଆଡ଼କୁ ଆର ଗାଲଟି ମଧ୍ୟ ଦେଖେଇ ଦିଅ।
40
ଯଦି କେହି ତୁମ୍ଭ ବିରୁଦ୍ଧରେ ବିଗ୍ଭରାଳୟରେ ମକଦ୍ଦମା କରି ତୁମ୍ଭର କୁର୍ତ୍ତାଟି ନେବାକୁ ଇଚ୍ଛା କରେ, ତେବେ ତୁମ୍ଭେ ତାକୁ ତୁମ୍ଭର ଗ୍ଭଦରଟି ମଧ୍ୟଦେଇ ଦିଅ।
41
ଯଦି କେହି ତୁମ୍ଭକୁ ତା’ ସହିତ ଗୋଟିଏ କୋଶ ଗ୍ଭଲିବାକୁ ବାଧ୍ୟ କରେ ତେବେ ତୁମ୍ଭେ ତା’ ସହିତ ଦୁଇ କୋଶ ଗ୍ଭଲି ଯାଅ।
42
ଯଦି କେହି ତୁମ୍ଭକୁ କିଛି ମାଗେ, ତେବେ ତାହା ତାହାକୁ ଦିଅ। କେହି ଯଦି ତୁମ୍ଭଠାରୁ ଧାର ନେବାକୁ ଇଚ୍ଛାକରେ, ତେବେ ତାହାକୁ ମନା କର ନାହିଁ।
43
ସମସ୍ତଙ୍କୁ ପ୍ରେମ କର “ତୁମ୍ଭେ ଶୁଣିଛ ଯେ ଏ କଥା କୁହାଯାଇଛି: ‘ତୁମ୍ଭର ପଡ଼ୋଶୀଙ୍କୁ ପ୍ରେମ କର ଓ ଶତ୍ରୁମାନଙ୍କୁ ଘୃଣା କର।’
44
କିନ୍ତୁ ମୁଁ କହୁଛି: ତୁମ୍ଭେ ତୁମ୍ଭର ଶତ୍ରୁକୁ ମଧ୍ୟ ପ୍ରେମ କର। ତୁମ୍ଭକୁ ଯାତନା ଦେଉଥିବା ଲୋକମାନଙ୍କ ପାଇଁ ପ୍ରାର୍ଥନା କର।
45
ତା’ହେଲେ ତୁମ୍ଭେ ସ୍ୱର୍ଗରେ ରହୁଥିବା ପରମପିତାଙ୍କ ଯଥାର୍ଥ ସନ୍ତାନ ହୋଇ ପାରିବ। ପରମପିତା, ଭଲ ଲୋକ ଓ ମନ୍ଦ ଲୋକ ଉଭୟଙ୍କ ଉପରେ ତାହାଙ୍କ ସୂର୍ଯ୍ୟ ଉଦିତ କରାନ୍ତି। ସେ ଭଲ କାମ କରୁଥିବା ଲୋକ ଓ ମନ୍ଦ କାମ କରୁଥିବା ଲୋକ, ଉଭୟଙ୍କ ଉପରେ ବର୍ଷା ବର୍ଷାନ୍ତି।
46
ଯେଉଁମାନେ ତୁମ୍ଭକୁ ପ୍ରେମ କରିଛନ୍ତି, ତୁମ୍ଭେ ଯଦି କେବଳ ସେହିମାନଙ୍କୁ ପ୍ରେମ କରିବ ତେବେ ତୁମ୍ଭେମାନେ କୌଣସି ପୁରସ୍କାର ପାଇବ ନାହିଁ? ଏପରିକି କରଆଦାୟକାରୀ ମାନେ ମଧ୍ୟ ଏହା କରନ୍ତି।
47
ଯଦି ତୁମ୍ଭେ କେବଳ ନିଜ ଭାଇ ବନ୍ଧୁମାନଙ୍କୁ ନମସ୍କାର କର, ତେବେ ତୁମ୍ଭେ ଅନ୍ୟମାନଙ୍କଠାରୁ କ’ଣ ଅଧିକ କଲ? ବିଧର୍ମୀମାନେ କ’ଣ ଏଭଳି କରନ୍ତି ନାହିଁ କି?
48
ଏଣୁ ସ୍ୱର୍ଗରେ ରହୁଥିବା ତୁମ୍ଭର ପରମପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ।
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 6 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28