bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Matthew 6
Matthew 6
Odia Bible ERV 2004 (ପବିତ୍ର ବାଇବଲ)
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 7 →
1
ଦାନ ବିଷୟରେ ଯୀଶୁଙ୍କ ଉପଦେଶ “ସାବଧାନ ରୁହ! ଯେତେବେଳେ ଭଲ କାମକର, ଲୋକମାନଙ୍କୁ ଜଣାଇବା ପାଇଁ କର ନାହିଁ। ଲୋକମାନେ ତାହା ଦେଖନ୍ତୁ ବୋଲି ତୁମ୍ଭେ ସେଗୁଡ଼ିକ କର ନାହିଁ। ତାହାହାଲେ ତୁମ୍ଭେ ସ୍ୱର୍ଗରେ ଥିବା ତୁମ୍ଭର ପରମପିତାଙ୍କଠାରୁ ପୁରସ୍କାର ପାଇ ପାରିବ ନାହିଁ।
2
“ଏଣୁ ଯେତେବେଳେ ତୁମ୍ଭେ କୌଣସି ଦୀନ-ଦୁଃଖୀକୁ ଦାନ ଦେଉଛ, ସେତେବେଳେ ତା’ର ଘୋଷଣା କର ନାହିଁ। ଲୋକଙ୍କ ପ୍ରଶଂସା ପାଇବା ପାଇଁ କପଟି ଲୋକେ ପ୍ରାର୍ଥନା-ଗୃହ ଓ ଗଳିମାନଙ୍କରେ ତୂରୀବଜାଇ ସେଭଳି ପ୍ରଗ୍ଭର କରିଥା’ନ୍ତି। ମୁଁ ତୁମ୍ଭକୁ ସତ୍ୟକଥା କହୁଛି ଯେ, ସେମାନେ ତାହାଙ୍କର ପ୍ରତିଫଳ ପାଇ ସାରିଲେଣି।
3
ଯେତେବେଳେ ତୁମ୍ଭେ କୌଣସି ଦୀନ-ଦୁଃଖୀଙ୍କୁ ଦାନ ଦେଉଛ, ସେତେବେଳେ ତୁମ୍ଭର ଡାହାଣ ହାତ କ’ଣ କରୁଛି, ସେ ବିଷୟରେ ବାମ ହାତକୁ ମଧ୍ୟ ଜାଣିବାକୁ ସୁଯୋଗ ଦିଅ ନାହିଁ। ତୁମ୍ଭେ କ’ଣ କରୁଛ, ତାହା ଯେପରି କେହି ନ ଜାଣନ୍ତୁ।
4
ତୁମ୍ଭର ଦାନ ଗୋପନରେ ହେବା ଉଚିତ୍। ତୁମ୍ଭର ପରମପିତା ଗୋପନରେ କରାଯାଇଥିବା କାର୍ଯ୍ୟକୁ ଦେଖି ପାରନ୍ତି, ସେ ତୁମ୍ଭକୁ ତା’ର ପ୍ରତିଫଳ ଦେବେ।
5
ପ୍ରାର୍ଥନା ବିଷୟରେ ଯୀଶୁଙ୍କ ଶିକ୍ଷା “ତୁମ୍ଭେ ପ୍ରାର୍ଥନା କଲାବେଳେ କପଟୀମାନଙ୍କ ପରି ହୁଅ ନାହିଁ। କାରଣ ସେମାନେ ଯିହୂଦୀ ସମାଜଗୃହ ଓ ଗଳି-ମୁଣ୍ଡରେ ଠିଆହୋଇ ବଡ଼ ପାଟିରେ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି, ଯେପରି ଲୋକେ ତାହାଙ୍କୁ ଦେଖି ପାରିବେ। ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ ସେମାନଙ୍କୁ ତା’ର ପୁରା ପ୍ରତିଫଳ ଦିଆଯାଇ ସାରିଲାଣି।
6
କିନ୍ତୁ ତୁମ୍ଭେ ପ୍ରାର୍ଥନା କଲାବେଳେ ତୁମ୍ଭ ବଖରା ଭିତରକୁ ଯାଅ। କବାଟ ବନ୍ଦ କରି ତୁମ୍ଭର ପରମପିତାଙ୍କୁ ଗୋପନରେ ପ୍ରାର୍ଥନା କର। ତୁମ୍ଭର ପରମପିତା ଗୋପନରେ କରୁଥିବା ତୁମ୍ଭ କାମଗୁଡ଼ିକ ଦେଖି ପାରନ୍ତି। ସେ ତୁମ୍ଭକୁ ତା’ର ପ୍ରତିଫଳ ଦେବେ।
7
“ତୁମ୍ଭେ ପ୍ରାର୍ଥନା କଲାବେଳେ ଯେଉଁମାନେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ, ସେମାନଙ୍କ ଭଳି ନିରର୍ଥକ କଥା ବାରମ୍ବାର କୁହ ନାହିଁ। ସେମାନେ ଭାବନ୍ତି ଯେ, ବହୁତ କଥା କହିବା ଯୋଗୁଁ ତାହାଙ୍କ କଥା ପରମେଶ୍ୱର ଶୁଣିବେ।
8
ଏଣୁ ତୁମ୍ଭେ ସେମାନଙ୍କ ଭଳି ହୁଅ ନାହିଁ। କାରଣ ତୁମ୍ଭେ ତୁମ୍ଭର ପରମପିତାଙ୍କୁ କିଛି ମାଗିବା ପୂର୍ବରୁ ସେ ତୁମ୍ଭମାନଙ୍କର ପ୍ରୟୋଜନୀୟ ବିଷୟ ଜାଣନ୍ତି।
9
ଏଣୁ ଏହିଭଳି ପ୍ରାର୍ଥନା କର: ‘ହେ ସ୍ୱର୍ଗରେ ଥିବା ଆମ୍ଭର ପରମପିତା, ତୁମ୍ଭର ନାମ ସବୁବେଳେ ପବିତ୍ର ହେଉ।
10
ତୁମ୍ଭର ରାଜ୍ୟ ଆସୁ। ସ୍ୱର୍ଗରେ ତୁମ୍ଭ ଇଚ୍ଛା ସଫଳ ହେବାଭଳି ଏ ପୃଥିବୀରେ ବି ତୁମ୍ଭ ଇଚ୍ଛା ସଫଳ ହେଉ।
11
ଆମ୍ଭର ପ୍ରତିଦିନର ଖାଦ୍ୟ ତୁମ୍ଭେ ଦିଅ।
12
ଆମ୍ଭ ପ୍ରତି ଅପରାଧ କଲା ଲୋକଙ୍କୁ ଆମ୍ଭେ ଯେଉଁପରି କ୍ଷମା କରିଛୁ, ସେହିପରି ଆମ୍ଭେ କରିଥିବା ପାପକୁ କ୍ଷମା କର।
13
ଆମ୍ଭକୁ ପରୀକ୍ଷାରେ ପକାଅ ନାହିଁ। ମାତ୍ର ମନ୍ଦଠାରୁ ରକ୍ଷା କର।’
14
ଏଣୁ ତୁମ୍ଭେ ଯଦି ଲୋକଙ୍କ ଅପରାଧ କ୍ଷମା କରିଦେବ ତେବେ ସ୍ୱର୍ଗରେ ରହୁଥିବା ତୁମ୍ଭମାନଙ୍କର ପରମପିତା ତୁମ୍ଭ ଅପରାଧ ପାଇଁ ତୁମ୍ଭକୁ ମଧ୍ୟ କ୍ଷମା କରିଦେବେ।
15
କିନ୍ତୁ ତୁମ୍ଭେ ଯଦି ଲୋକଙ୍କୁ ତାହାଙ୍କ ପାପ ପାଇଁ କ୍ଷମା ଦେବ ନାହିଁ, ତେବେ ତୁମ୍ଭର ପରମପିତା ମଧ୍ୟ ତୁମ୍ଭ ଅପରାଧ ଗୁଡ଼ିକ ପାଇଁ ତୁମ୍ଭକୁ କ୍ଷମା ଦେବେ ନାହିଁ।
16
ଯୀଶୁ ଉପବାସ ବିଷୟରେ ଉପଦେଶ ଦେଲେ “ତୁମ୍ଭେ ଉପବାସ କଲାବେଳେ ଦୁଃଖିତ ଥିବା ଭଳି ମୁହଁ କର ନାହିଁ। କପଟୀମାନେ ସେହିପରି କରିଥା’ନ୍ତି। ତୁମ୍ଭେ କପଟୀଙ୍କ ପରି ହୁଅ ନାହିଁ। କପଟୀମାନେ ମୁହଁ ଶୁଖାଇ ଲୋକଙ୍କୁ ଦେଖେଇବାକୁ ଗ୍ଭହାନ୍ତି ଯେ, ସେମାନେ ଉପବାସ କରୁଛନ୍ତି। ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ ସେମାନଙ୍କୁ ଏଥିପାଇଁ ପ୍ରତିଫଳ ମିଳିସାରିଛି।
17
ତେଣୁ ତୁମ୍ଭେ ଉପବାସ କଲାବେଳେ ମୁଣ୍ଡରେ ତେଲ ଲଗାଇ ବାଳ ସଜାଡ଼ ଓ ମୁହଁ ଧୁଅ।
18
ତା’ହେଲେ ତୁମ୍ଭେ ଉପବାସ କରୁଛ ବୋଲି ଲୋକେ ଜାଣି ପାରିବେ ନାହିଁ, ତୁମ୍ଭର ପରମପିତାଙ୍କୁ ତୁମ୍ଭେ ସିନା ଦେଖି ପାରୁ ନାହଁ, ମାତ୍ର ସେ ତୁମ୍ଭକୁ ଉପବାସ କରୁଥିବାର ଦେଖିବେ। କାରଣ ଗୋପନରେ କରାଯାଇଥିବା କାମଗୁଡ଼ିକୁ ପରମପିତା ଦେଖନ୍ତି। ସେ ତୁମ୍ଭକୁ ତା’ର ପ୍ରତିଫଳ ଦେବେ।
19
ପରମେଶ୍ୱର ସେବା ଧନ ଅପେକ୍ଷା ମହାନ୍ “ନିଜ ପାଇଁ ଏ ସଂସାରରେ ଧନ ସଞ୍ଚୟ କର ନାହିଁ। ଏଠାରେ ପୋକ ଓ କଳଙ୍କ ଲାଗି ତାକୁ ନଷ୍ଟ କରିଦେବେ। ଗ୍ଭେର ପଶି ସିନ୍ଧି କାଟି ଗ୍ଭେରି କରିନେବ।
20
ବରଂ ନିଜ ପାଇଁ ସ୍ୱର୍ଗରେ ଧନ ସଞ୍ଚୟ କର, ସେଠାରେ ତାକୁ ପୋକ କି କଳଙ୍କ ମଧ୍ୟ ନଷ୍ଟ କରି ପାରିବ ନାହିଁ। ସେଠାରେ ଗ୍ଭେର ବି ସିନ୍ଧି କାଟି ସେହିଧନ ଗ୍ଭେରାଇ କରି ନେଇ ପାରିବ ନାହିଁ।
21
କାରଣ ଯେଉଁଠାରେ ତୁମ୍ଭର ଧନ, ସେଠାରେ ତୁମ୍ଭର ମନ।
22
“ଆଖି ଶରୀର ପାଇଁ ଆଲୋକ ସ୍ୱରୂପ। ଏଣୁ ତୁମ୍ଭ ଆଖି ଯଦି ଠିକ୍ ଥିବ, ତେବେ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ଆଲୋକମୟ ହେବ।
23
କିନ୍ତୁ ତୁମ୍ଭର ଆଖି ଯଦି ଖରାପ, ତେବେ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ଅନ୍ଧକାରମୟ ହୋଇଯିବ। ତୁମ୍ଭ ଭିତରର ସେହି ଏକମାତ୍ର ଆଲୋକ ଯଦି ଅନ୍ଧକାରମୟ ହୋଇଯାଏ ତେବେ ସେ ଅନ୍ଧକାର କେତେ ଘନୀଭୂତ ନ ହେବ!
24
“ଜଣେ କେବେ ହେଲେ ଏକା ବେଳେ ଦୁଇଜଣ ମାଲିକଙ୍କ ସେବକ ହୋଇ ପାରିବ ନାହିଁ। କାରଣ ସେ ଜଣକୁ ଘୃଣା କରିବ, ଓ ଅନ୍ୟ ଜଣକୁ ପ୍ରେମ କରିବ, କିଅବା ଜଣେ ମାଲିକ ପ୍ରତି ଅନୁରକ୍ତ ରହିବ ଓ ଅନ୍ୟ ଜଣକୁ ହେୟ ଜ୍ଞାନ କରିବ। ତୁମ୍ଭେ ଏକାସାଙ୍ଗରେ ପରମେଶ୍ୱର ଓ ଧନ ଉଭୟଙ୍କ ସେବା କରି ପାରିବ ନାହିଁ।
25
ପରମେଶ୍ୱରଙ୍କ ରାଜ୍ୟକୁ ପ୍ରଥମସ୍ଥାନ ଦିଅ “ଅତଏବ ମୁଁ ତୁମ୍ଭକୁ କହୁଛି, ବଞ୍ଚିବା ପାଇଁ ଖାଇବା ପିଇବା ବିଷୟରେ ଚିନ୍ତା କର ନାହିଁ। ନିଶ୍ଚିତ ରୂପରେ ଜୀବନ ଖାଦ୍ୟ ଅପେକ୍ଷା ଓ ଶରୀର ପୋଷାକ ଅପେକ୍ଷା ମହତ୍ତ୍ୱପୂର୍ଣ୍ଣ।
26
ଆକାଶର ପକ୍ଷୀମାନଙ୍କୁ ଦେଖ ସେମାନେ ବିହନ ବୁଣନ୍ତି ନାହିଁ, କି ଅମଳ କରନ୍ତି ନାହିଁ, ଅମାରରେ ଖାଦ୍ୟଶସ୍ୟ ବି ଜମେଇ ରଖନ୍ତି ନାହିଁ, ତଥାପି ସ୍ୱର୍ଗରେ ରହୁଥିବା ତୁମ୍ଭର ପରମପିତା ସେମାନଙ୍କୁ ଖାଇବାକୁ ଦିଅନ୍ତି। ତୁମ୍ଭେ ଜାଣିଛ ଯେ, ତୁମ୍ଭେମାନେ ସେମାନଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ଅଟ।
27
ତୁମ୍ଭ ଭିତରେ ଏପରି କେହି ନାହିଁ, ଯେକି ଚିନ୍ତାଗ୍ରସ୍ତ ହୋଇ ନିଜ ଜୀବନକାଳ ସହିତ ଘଡ଼ିଏ ହେଲେ ସମୟ ଯୋଗ କରି ପାରିବ।
28
“ତୁମ୍ଭେ ପୋଷାକ ବିଷୟରେ କାହିଁକି ଚିନ୍ତା କରୁଛ? କ୍ଷେତ୍ରର ଫୁଲଗୁଡ଼ିକ ବିଷୟରେ ଭାବି ଦେଖ! ଦେଖ, ସେମାନେ କିପରି ଫୁଟୁଛନ୍ତି। ସେମାନେ କୌଣସି କାମ କରନ୍ତି ନାହିଁ, କି ନିଜ ପାଇଁ ପୋଷାକ ତିଆରି କରନ୍ତି ନାହିଁ।
29
କିନ୍ତୁ ମୁଁ ତୁମ୍ଭକୁ କହୁଛି, ମହାନ ଓ ଧନୀରାଜା ଶଲୋମନ ନିଜର ସମସ୍ତ ବୈଭବ ଥାଇ ମଧ୍ୟ ସେ ନିଜକୁ ସୁସଜ୍ଜିତ କରିପାରି ନ ଥିଲେ।
30
ପଡ଼ିଆର ସେହି ଘାସ ଆଜି ବଞ୍ଚିଛି, କିନ୍ତୁ କାଲିକି ତାକୁ ଚୁଲିରେ ପକେଇ ଦିଆଯିବ। ତଥାପି ଯଦି ପରମେଶ୍ୱର ତାକୁ ଏଭଳି ସୁନ୍ଦର ବେଶ ଦେଇଛନ୍ତି, ତେବେ ସେ କ’ଣ ତୁମ୍ଭକୁ ପିନ୍ଧିବା ପାଇଁ ଅଧିକ ଦେବେ ନାହିଁ? ତେବେ ତୁମ୍ଭେମାନେ କାହିଁକି ଏତେ ଅଳ୍ପ ବିଶ୍ୱାସ ରଖୁଛ?
31
“ଏଣୁ ଚିନ୍ତାଗ୍ରସ୍ତ ହୋଇ କୁହ ନାହିଁ ଯେ, ଆମ୍ଭେ କ’ଣ ଖାଇବା, କ’ଣ ପିଇବା ବା କ’ଣ ପିନ୍ଧିବା?
32
ଯେଉଁ ଲୋକମାନେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ, ସେମାନେ ଏସବୁ ପଛରେ ଦୌଡ଼ନ୍ତି। କିନ୍ତୁ ସ୍ୱର୍ଗରେ ରହୁଥିବା ତୁମ୍ଭର ପରମପିତା ଜାଣନ୍ତି ଯେ, ଏସବୁ ଜିନିଷ ତୁମ୍ଭମାନଙ୍କର ଦରକାର।
33
ଏଣୁ ଆଗ ପରମେଶ୍ୱରଙ୍କ ରାଜ୍ୟ ଓ ଉତ୍ତମ କାର୍ଯ୍ୟ ବିଷୟରେ ଚିନ୍ତା କର। ତୁମ୍ଭେ ଯେଉଁସବୁ ଭଲ କାମ କରିବା ପରମେଶ୍ୱର ଗ୍ଭହାନ୍ତି, ସେଗୁଡ଼ିକ କର। ତା’ହେଲେ ଏହିସବୁ ବିଷୟଗୁଡ଼ିକ ତୁମ୍ଭକୁ ଯୋଗାଇ ଦିଆଯିବ।
34
ଆସନ୍ତାକାଲି ପାଇଁ ଚିନ୍ତା କର ନାହିଁ, କାରଣ ପ୍ରତ୍ୟେକ ଦିନର କୌଣସି ନା କୌଣସି ସମସ୍ୟା ଥାଏ। କାଲିର ଚିନ୍ତା କାଲି ପାଇଁ ଯଥେଷ୍ଟ।
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 7 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28