bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Matthew 7
Matthew 7
Odia Bible ERV 2004 (ପବିତ୍ର ବାଇବଲ)
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 8 →
1
ଲୋକଙ୍କୁ ଚିହ୍ନିବା ପାଇଁ ଯୀଶୁଙ୍କ ଉପଦେଶ “ଅନ୍ୟର ବିଗ୍ଭର କର ନାହିଁ, ତା’ହେଲେ ପରମେଶ୍ୱର ତୁମ୍ଭର ବିଗ୍ଭର କରିବେ ନାହିଁ।
2
ତୁମ୍ଭେ ଅନ୍ୟର ବିଗ୍ଭର କଲେ ଠିକ୍ ସେହିଭଳି ତୁମ୍ଭର ବି ବିଗ୍ଭର କରାଯିବ। ତୁମ୍ଭେ ଅନ୍ୟକୁ ଯେଉଁଥିରେ ତଉଲିବ, ପରମେଶ୍ୱର ତୁମ୍ଭକୁ ସେହିଥିରେ ତଉଲିବେ। ତୁମ୍ଭେ ଅନ୍ୟକୁ କ୍ଷମା ଦେଲେ ତୁମ୍ଭକୁ ବି କ୍ଷମା ଦିଆଯିବ।
3
“ତୁମ୍ଭେ ତୁମ୍ଭ ଭାଇ ଆଖିରେ ପଡ଼ିଥିବା କାଠଗୁଣ୍ଡଟି ପ୍ରତି କାହିଁକି ନଜର ଦେଉଛ କିନ୍ତୁ ତୁମ୍ଭ ନିଜ ଆଖିରେ ପଡ଼ିଥିବା କାଠଗୁଣ୍ଡଟି ଦେଖି ପାରୁ ନାହଁ?
4
ତୁମ୍ଭ ନିଜ ଆଖିରେ କାଠଗୁଣ୍ଡଟି ପଡ଼ିଥିବା ବେଳେ ତୁମ୍ଭେ ତୁମ୍ଭର ଭାଇକୁ କିପରି କହି ପାରୁଛ ଯେ, ଦେଖାଅ, ମୁଁ ତୁମ୍ଭ ଆଖିରୁ କାଠଗୁଣ୍ଡଟି କାଢ଼ି ଦେବି!
5
ରେ କପଟୀ, ଆଗ ନିଜ ଆଖିରୁ କାଠଗୁଣ୍ଡଟି ବାହାର କର, ତା’ହେଲେ ତୁମ୍ଭେ ନିଜେ ଠିକ୍ ଭାବରେ ଦେଖି ପାରିବ ଓ ତା’ପରେ ତୁମ୍ଭେ ତୁମ୍ଭ ଭାଇର ଆଖିରୁ କାଠଗୁଣ୍ଡଟି କାଢ଼ି ଆଣି ପାରିବ।
6
“କୁକୁରମାନଙ୍କୁ ପବିତ୍ର ବସ୍ତୁ ଦିଅ ନାହିଁ, କାରଣ ସେମାନେ ବୁଲି ପଡ଼ି ତୁମ୍ଭକୁ କାମୁଡ଼ି ପାରନ୍ତି। ଘୁଷୁରିମାନଙ୍କ ଆଗରେ ନିଜର ମୋତି ପକାଅ ନାହିଁ, କାରଣ ସେମାନେ ମୋତିକୁ ଗୋଡ଼ରେ ଦଳି ଦେଇ ଗ୍ଭଲିଯିବେ।
7
ଯାହାସବୁ ଗ୍ଭହୁଁଛ, ସେଥିପାଇଁ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଥାଅ “ମାଗ ସେଥିରେ ପରମେଶ୍ୱର ତାହା ତୁମ୍ଭକୁ ଦେବେ। ଖୋଜ ଏବଂ ତୁମ୍ଭେ ପାଇବ। ଦ୍ୱାରରେ ଠକ୍ ଠକ୍ କର ଓ ତାହା ତୁମ୍ଭପାଇଁ ଖୋଲିଯିବ।
8
କାରଣ ଯେଉଁ ଲୋକ ମାଗୁଥାଏ, ସେ ପାଏ। ଯେଉଁ ଲୋକ ଖୋଜୁଥାଏ, ସେ ପାଏ ଓ ଯେଉଁ ଲୋକ ଦ୍ୱାର ଠକ୍ ଠକ୍ କରୁଥାଏ, ତା’ ପାଇଁ କବାଟ ଖୋଲିଯାଏ।
9
“ତୁମ୍ଭର କାହାର ପୁଅଟିଏ ଅଛି କି? ଯଦି ତୁମ୍ଭ ପୁଅ ରୋଟୀ ଖଣ୍ଡିଏ ମାଗେ, ତୁମ୍ଭେ କ’ଣ ତାକୁ ପଥରଟିଏ ଦେବ।
10
ପୁଅ ମାଛଟିଏ ମାଗିଲେ, ତୁମ୍ଭେ କ’ଣ ତାକୁ ସାପଟିଏ ଦେବ? ନା! ତୁମ୍ଭେ ଦେବ ନାହିଁ?
11
ଏପରିକି ତୁମ୍ଭେ ମନ୍ଦ ଲୋକ ହୋଇ ମଧ୍ୟ ପିଲାମାନଙ୍କୁ କିଭଳି ଭଲ ଉପହାର ଦେବାକୁ ହୁଏ, ତାହା ତୁମ୍ଭେ ଜାଣ। ତେବେ ସ୍ୱର୍ଗରେ ରହୁଥିବା ତୁମ୍ଭର ପରମପିତା, ମାଗୁଥିବା ଲୋକକୁ ନିଶ୍ଚୟ କେତେ ଭଲ ଜିନିଷ ନ ଦେବେ!
12
ବ୍ୟବସ୍ଥାର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ନିୟମ “ଅନ୍ୟମାନେ ତୁମ୍ଭ ପାଇଁ ଯାହା କରିବେ ବୋଲି ତୁମ୍ଭେ ଗ୍ଭହୁଁଛ, ତୁମ୍ଭେ ନିଜେ ସେମାନଙ୍କ ପାଇଁ ସେହିଭଳି କର। ଏହା ହିଁ ମୋଶାଙ୍କ ବ୍ୟବସ୍ଥା ଓ ଭବିଷ୍ୟଦ୍ବକ୍ତାମାନଙ୍କର ଶିକ୍ଷାର ଅର୍ଥ।
13
ସ୍ୱର୍ଗ ଏବଂ ନର୍କର ମାର୍ଗ “ସ୍ୱର୍ଗ ପଥରେ କଢ଼ାଇ ନେଉଥିବା ଅଣଓସାରିଆ ଫାଟକ ଦେଇ ପ୍ରବେଶ କର। କାରଣ ଓସାରିଆ ଫାଟକ ଓ ପ୍ରଶସ୍ତ ରାସ୍ତା ନର୍କ ଆଡ଼କୁ ଯାଏ। ବହୁତ ଲୋକ ସେହି ରାସ୍ତାରେ ଯାଆନ୍ତି।
14
ବାସ୍ତବ ଜୀବନ ପଥରେ ଥିବା ଫାଟକ ବହୁତ ଛୋଟ। ବାସ୍ତବ ଜୀବନ ଆଡ଼କୁ ଯିବା ରାସ୍ତା ବହୁତ କଠିନ। ଖୁବ୍ କମ୍ ଲୋକ ସେ ରାସ୍ତା ଖୋଜି ପାଆନ୍ତି।
15
ଲୋକମାନଙ୍କ କର୍ମକୁ ଲକ୍ଷ୍ୟ କର “ଭଣ୍ଡ ଭବିଷ୍ୟଦ୍ବକ୍ତାଙ୍କଠାରୁ ଦୂରରେ ରୁହ। ସେମାନେ ତୁମ୍ଭ ପାଖକୁ ମେଣ୍ଢା ଭଳି ସରଳ ଓ ଭଦ୍ର ଭାବରେ ଆସନ୍ତି। କିନ୍ତୁ ସେମାନେ ପ୍ରକୃତରେ ହିଂସ୍ର ଗଧିଆ ଭଳି ଅଟନ୍ତି।
16
ତୁମ୍ଭେ ତାହାଙ୍କୁ ସେମାନଙ୍କର କାର୍ଯ୍ୟରୁ ଚିହ୍ନିବ। କଣ୍ଟା ବୁଦାରୁ ଯେପରି ଦ୍ରାକ୍ଷାରସ ମିଳେ ନାହିଁ କି ବଣୁଆ କଣ୍ଟାଗଛରୁ ଡିମିରି ଫଳ ଫଳେ ନାହିଁ, ସେହିପରି ଖରାପ ଲୋକଙ୍କ ଭିତରୁ ଭଲ ବିଷୟ ବାହାରି ନ ଥାଏ।
17
ପ୍ରତ୍ୟେକ ଭଲ ଗଛରେ ଭଲ ଫଳ ଫଳେ। କିନ୍ତୁ ଗୋଟିଏ ମନ୍ଦ ଗଛରେ ମନ୍ଦ ଫଳ ଫଳେ,
18
ଗୋଟିଏ ଭଲ ଗଛରେ ମନ୍ଦ ଫଳ ଫଳି ପାରିବ ନାହିଁ। କି ଗୋଟିଏ ମନ୍ଦ ଗଛରେ ଭଲ ଫଳ ଫଳି ପାରିବ ନାହିଁ।
19
ଯେଉଁ ଗଛରେ ଭଲ ଫଳ ଫଳେ ନାହିଁ, ତାହାକୁ କାଟି ଦିଆଯାଏ।
20
ତେଣୁ ମୁଁ ପୁଣି ଥରେ କହୁଛି ଯେ, ଏହି ଭଣ୍ତ ଲୋକମାନଙ୍କୁ ତୁମ୍ଭେ ତାହାଙ୍କ କାର୍ଯ୍ୟରୁ ଚିହ୍ନି ପାରିବ।
21
“ମୋତେ ‘ପ୍ରଭୁ’ ‘ପ୍ରଭୁ’ କହୁଥିବା ପ୍ରତ୍ୟେକ ଲୋକ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ। ଯେଉଁ ଲୋକ ସ୍ୱର୍ଗରେ ରହୁଥିବା ମୋର ପରମପିତାଙ୍କ ଇଚ୍ଛା ଅନୁଯାୟୀ କାମ କରେ, ସେହି ବ୍ୟକ୍ତି କେବଳ ସେଠାରେ ପ୍ରବେଶ କରିବ।
22
ସେହି ଶେଷ ଦିନରେ ଅନେକ ଲୋକ ମୋତେ ପଗ୍ଭରିବେ, ‘ପ୍ରଭୁ, ଆମ୍ଭେ କ’ଣ ତୁମ୍ଭ ନାମରେ ଭବିଷ୍ୟଦ୍ବାଣୀ କରି ନ ଥିଲୁ’? ତୁମ୍ଭ ନାମରେ କ’ଣ ଆମ୍ଭେ ଭୂତମାନଙ୍କୁ ବାହାର କରିଦେଇ ନ ଥିଲୁ? ଆମ୍ଭେ କ’ଣ ତୁମ୍ଭ ନାମରେ ଅନେକ ଆଶ୍ଚର୍ଯ୍ୟଜନକ କାମ କରି ନ ଥିଲୁ?
23
ତେବେ ମୁଁ ସେମାନଙ୍କୁ ଖୋଲାଖୋଲି ଭାବରେ କହିବି ଯେ, ‘ମୁଁ ତୁମ୍ଭକୁ ଆଦୌ ଜାଣିନି। ଆରେ କୁକର୍ମୀମାନେ, ମୋ’ ପାଖରୁ ଗ୍ଭଲିଯାଅ।’
24
ଜଣେ ବୁଦ୍ଧିମାନ ଓ ଜଣେ ମୂର୍ଖ “ତେଣୁ ଯେଉଁ ଲୋକ ମୋର ଏହି କଥାଗୁଡ଼ିକ ଶୁଣେ, ଏବଂ ତାହା ମାନି ଚଳେ, ସେ ଲୋକ ପଥର ଉପରେ ଘର ତୋଳିଥିବା ଗୋଟିଏ ବୁଦ୍ଧିମାନ ବ୍ୟକ୍ତିଭଳି।
25
ବର୍ଷା ହେଲା, ବଢ଼ି ମାଡ଼ି ଆସିଲା, ପବନ ବହିଲା ଓ ସେ ଘରକୁ ଧକ୍କା ଦେଲା, କିନ୍ତୁ ତଥାପି ସେ ଘର ଭାଙ୍ଗିଲା ନାହିଁ। କାରଣ ତା’ର ମୂଳଦୁଆ ପଥର ଉପରେ ରହିଥିଲା।
26
“କିନ୍ତୁ ଯେଉଁ ଲୋକ ମୋର ଏହି କଥାଗୁଡ଼ିକ ଶୁଣେ, କିନ୍ତୁ ସେଗୁଡ଼ିକୁ ମାନି ଚଳେ ନାହିଁ, ସେ ବାଲି ଉପରେ ଘର ତୋଳିଥିବା ଗୋଟିଏ ମୂର୍ଖ ବ୍ୟକ୍ତି ଭଳି।
27
ବର୍ଷା ହେଲା, ବଢ଼ି ମାଡ଼ି ଆସିଲା, ପବନ ବହିଲା ଓ ସେ ଘରକୁ ଧକ୍କା ଦେଲା ଏବଂ ସେହି ଘରଟି ପୁରାପୂରି ଭାଙ୍ଗି ପଡ଼ିଲା।”
28
ଯୀଶୁଙ୍କ ଏହିସବୁ କଥା କହିବା ଶେଷ ହେଲା, ତାହାଙ୍କ ଉପଦେଶ ଶୁଣି ଜମା ହୋଇଥିବା ଲୋକେ ଆଶ୍ଚର୍ଯ୍ୟ ହୋଇଗଲେ।
29
କାରଣ ସେ ସେମାନଙ୍କୁ ସେମାନଙ୍କର ଧର୍ମ-ଶାସ୍ତ୍ରୀଙ୍କ ଭଳି ଉପଦେଶ ନ ଦେଇ ଅଧିକାର ଥିବା ଜଣେ ଲୋକ ଭଳି ଉପଦେଶ ଦେଉଥିଲେ।
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 8 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28