bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Nehemiah 4
Nehemiah 4
Odia Bible ERV 2004 (ପବିତ୍ର ବାଇବଲ)
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 5 →
1
ସନ୍ବଲ୍ଲଟ୍ ଏବଂ ଟୋବିୟ ସନ୍ବଲ୍ଲଟ୍ ଯେତେବେଳେ ଶୁଣିଲା ଯେ ପ୍ରାଚୀର ଗଢ଼ା ହୋଇଚି, ସେ ଅତିଶୟ କୋପିତ ହୋଇ ଯିହୁଦୀୟଙ୍କୁ ପରିହାସ କଲା।
2
ସେ ଆପଣା ଭାତୃଗଣ ଓ ଶମରୀୟ ସୈନ୍ୟଦଳ ସାକ୍ଷାତରେ ଏହି କଥା କହିଲା, “ଏହି ଦୁର୍ବଳ ଯିହୁଦୀମାନେ କ’ଣ କରୁଛନ୍ତି? ସେମାନେ କ’ଣ ଗଡ଼ ବନ୍ଦ କରି ରହିବେ? ସେମାନେ କାହିଁକି ବଳିଦାନ କରିବେ? ସେମାନେ କ’ଣ ଦିନକରେ ସମାପ୍ତ କରିବେ? ସେମାନେ କ’ଣ ପୋଡ଼ା ପ୍ରାଚୀରର ଗଦାରୁ ବ୍ୟବହାର୍ଯ୍ୟ ପଥର ବାଛି ପାରିବେ?”
3
ଏହି ସମୟରେ ଅମ୍ମୋନୀୟ ଟୋବିୟ ତାହା ପାଖରେ ଥିଲା, ଆଉ ସେ କହିଲା, “ସେମାନେ ଯାହା ଗଢ଼ୁଛନ୍ତି, ବିଲୁଆ ଚଢ଼ିଗଲେ ସେ ସେମାନଙ୍କ ପଥର ପ୍ରାଚେରୀ ଭାଙ୍ଗି ପକାଇବ।”
4
ମୁଁ ପ୍ରାର୍ଥନା କଲି, “ହେ ଆମ୍ଭର ପରମେଶ୍ୱର, ଆମ୍ଭର ପ୍ରାର୍ଥନା ଗ୍ରହଣ କର, ସେହି ଲୋକମାନେ ଆମ୍ଭକୁ ଘୃଣା କରୁଛନ୍ତି। ସେମାନଙ୍କର ପରିହାସ ସେମାନଙ୍କ ପାଖକୁ ଫେରାଇ ଦିଅ। ସେମାନଙ୍କୁ ବିଦେଶରେ ବନ୍ଦୀକରି ସେମାନଙ୍କର ଧନ ଲୁଣ୍ଠିତ କରାଗଲା।
5
ସେମାନଙ୍କ ଅଧର୍ମ ଆଚ୍ଛାଦନ କର ନାହିଁ ଓ ତୁମ୍ଭ ଦୃଷ୍ଟିରେ ସେମାନଙ୍କ ପାପ ମାର୍ଜ୍ଜିତ ନ ହେଉ। କାରଣ ନିର୍ମାଣକାରୀମାନଙ୍କୁ ସେମାନେ ଅପମାନିତ କରିଅଛନ୍ତି।”
6
ଆମ୍ଭେ ଯିରୁଶାଲମର ପ୍ରାଚୀର ଗଠନ କଲୁ। ଆମ୍ଭେ ନଗରର ଚତୁର୍ପାର୍ଶ୍ୱରେ ପ୍ରାଚୀର ଗଠନ କଲୁ। କିନ୍ତୁ ତହିଁର ଉଚ୍ଚତାରୁ ଅର୍ଦ୍ଧ ପର୍ଯ୍ୟନ୍ତ ସମୁଦାୟ ପ୍ରାଚୀର ଏକତ୍ର ସଂଯୁକ୍ତ କରାଗଲା। ଯେହେତୁ କର୍ମ କରିବାକୁ ଲୋକମାନଙ୍କ ମନ ଥିଲା।
7
ମାତ୍ର ଯିରୁଶାଲମର ପ୍ରାଚୀରର ମରାମତି କାର୍ଯ୍ୟ ଅଗ୍ରସର ହେଉଅଛି ଓ ଗର୍ତ୍ତଗୁଡ଼ିକ ଭର୍ତ୍ତି ହେବା ପାଇଁ ଯାଉଅଛି, ଏହା ଶୁଣି ସନ୍ବଲ୍ଲଟ୍ ଓ ଟୋବିୟ, ପୁଣି ଆରବୀୟମାନେ ଓ ଅମ୍ମୋନୀୟମାନେ ଓ ଅସ୍ଦୋଦୀୟମାନେ ଅତିଶୟ ରାଗି ଗଲେ।
8
ଆଉ ସମସ୍ତେ ଯିରୁଶାଲମକୁ ଯାଇ ତହିଁ ବିରୁଦ୍ଧରେ ଯୁଦ୍ଧ କରିବାକୁ ଓ ତହିଁ ମଧ୍ୟରେ ଗଣ୍ତଗୋଳ ଉତ୍ପନ୍ନ କରିବାକୁ ଏକତ୍ର ଚକ୍ରାନ୍ତ କଲେ।
9
ମାତ୍ର ଆମ୍ଭେମାନେ ସେମାନଙ୍କ ସକାଶୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲୁ ଓ ଦିବାରାତ୍ରି ସେମାନଙ୍କ ବିରୁଦ୍ଧରେ ପ୍ରହରୀ ରଖିଲୁ।
10
ସେତେବେଳେ ଯିହୁଦା କହିଲା, ଭାରବାହକମାନଙ୍କର ବଳ କ୍ଷୀଣ ହୋଇଅଛି, “ଆଉ ସେଠାରେ ଏତେ ଧ୍ୱଂସାବଶେଷ ଅଛି, ଯେ ଆମ୍ଭେମାନେ ପ୍ରାଚୀର ମରାମତି କରିବାକୁ ସମର୍ଥ ନାହୁଁ।
11
ପୁଣି ଆମ୍ଭମାନଙ୍କ ବିଷକ୍ଷମାନେ କହିଲେ, ‘ଆମ୍ଭେମାନେ ସେମାନଙ୍କ ମଧ୍ୟରେ ଉପସ୍ଥିତ ହୋଇ ସେମାନଙ୍କୁ ବଧ ଓ ସେମାନଙ୍କ କାର୍ଯ୍ୟ ବନ୍ଦ କରିବା ପର୍ଯ୍ୟନ୍ତ ସେମାନେ ଜାଣିବେ ନାହିଁ ଅବା ଦେଖିବେ ନାହିଁ।’”
12
ଆଉ ସେମାନଙ୍କ ନିକଟରେ ବାସ କରୁଥିବା ଯିହୁଦୀମାନେ ଆସି ଆମ୍ଭମାନଙ୍କୁ ଦଶଥର କହିଲେ, “ଗ୍ଭରିଆଡ଼େ ସେମାନେ ଆମ୍ଭର ବିରୋଧୀ ହେବେ।”
13
ଏଣୁ ମୁଁ ପ୍ରାଚୀର ପଛଆଡ଼େ ନୀଚସ୍ଥ ମେଲା ସ୍ଥାନରେ ଲୋକମାନଙ୍କୁ ସେମାନଙ୍କ ପରିବାର ଅନୁସାରେ ସେମାନଙ୍କୁ ଖଡ଼୍ଗ ଓ ବର୍ଚ୍ଛା ଓ ଧନୁ ସହିତ ନିଯୁକ୍ତ କଲି।
14
ଯେତେବେଳେ ମୁଁ ଏ ପରିସ୍ଥିତି ଦେଖିଲି, ମୁଁ ଉଠିଲି ଏବଂ କୁଳୀନମାନଙ୍କୁ, ଅଧ୍ୟକ୍ଷମାନଙ୍କୁ ଓ ଅନ୍ୟ ଲୋକମାନଙ୍କୁ କହିଲି, “ତୁମ୍ଭେମାନେ ସେମାନଙ୍କୁ ଭୟ କର ନାହିଁ। ସଦାପ୍ରଭୁଙ୍କୁ ସ୍ମରଣ କର। ସଦାପ୍ରଭୁ ମହାନ ଓ ଭୟଙ୍କର ଅଟନ୍ତି। ଆଉ ତୁମ୍ଭେମାନେ ଆପଣା ଆପଣା ଭାତୃଗଣ, ପୁତ୍ର ଓ କନ୍ୟାଗଣ ଆପଣା ଆପଣା ସ୍ତ୍ରୀଗଣ ଆପଣା ଗୃହ ନିମନ୍ତେ ଯୁଦ୍ଧ କର।”
15
ଏହା ପରେ ଆମ୍ଭମାନଙ୍କ ଶତ୍ରୁଗଣର ମନ୍ତ୍ରଣା ଆମ୍ଭମାନଙ୍କୁ ଜଣା ଯାଇଅଛି ଓ ପରମେଶ୍ୱର ତାହା ବିଫଳ କରିଅଛନ୍ତି। ଏହା ସେମାନେ ଶୁଣିବାରୁ ଆମ୍ଭେମାନେ ପ୍ରତ୍ୟେକ ପ୍ରାଚୀରରେ ନିଜ ନିଜ କାର୍ଯ୍ୟକୁ ଫେରିଗଲୁ।
16
ଆଉ ସେହି ଦିନଠାରୁ ଆମ୍ଭ ଦାସଗଣର ଅର୍ଦ୍ଧେକ କର୍ମ କଲେ ଓ ସେମାନଙ୍କର ଅର୍ଦ୍ଧେକ ବର୍ଚ୍ଛା, ଢାଲ, ଧନୁ, ସାଞ୍ଚୁଆ ଧରି ରହିଲେ। ପୁଣି ଅଧିକାରୀମାନେ ଯିହୁଦାର ସମସ୍ତ ପରିବରର ପଛରେ ରହିଲେ।
17
ଯେଉଁମାନେ ପ୍ରାଚୀର ଗଢ଼ିଲେ ଓ ଯେଉଁମାନେ ଭାର ବୋହିଲେ, ପ୍ରତ୍ୟେକ ଜଣ ଏକ ହସ୍ତରେ କର୍ମ କଲେ ଓ ଅନ୍ୟ ହସ୍ତରେ ଅସ୍ତ୍ର ଧରିଲେ।
18
ଆଉ ଗାନ୍ଥକମାନଙ୍କର ପ୍ରତ୍ୟେକ ଆପଣା ଆପଣା କଟି ଦେଶରେ ଖଡ଼୍ଗ ବାନ୍ଧିଲେ। ପୁଣି ତୂରୀ ବଜାଇବା ଲୋକ ଆମ୍ଭ ନିକଟରେ ରହିଲା।
19
ଏହା ପରେ ଆମ୍ଭେ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଅନ୍ୟାନ୍ୟ ଲୋକଙ୍କୁ କହିଲୁ, “କାର୍ଯ୍ୟକାରୀ ଓ ବିସ୍ତୀର୍ଣ୍ଣ ପୁଣି ଆମ୍ଭେମାନେ ପ୍ରାଚୀର ଉପରେ ପୃଥକ ହୋଇ ଜଣେ ଜଣକଠାରୁ ଦୂରରେ ଅଛୁ।
20
ଏଣୁ ଯେକୌଣସି ସ୍ଥାନରେ ତୂରୀର ଶବ୍ଦ ଶୁଣିବ, ସେ ସ୍ଥାନରୁ ଆମ୍ଭମାନଙ୍କ ନିକଟକୁ ଆସିବ। ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ।”
21
ଏହିରୂପେ ଆମ୍ଭେମାନେ ସେହି କାର୍ଯ୍ୟରେ ପରିଶ୍ରମ କଲୁ। ପୁଣି ଅରୁଣୋଦୟ ସମୟଠାରୁ ତାହା ଦେଖିବା ସମୟ ପର୍ଯ୍ୟନ୍ତ ସେମାନଙ୍କର ଅର୍ଦ୍ଧେକ ଲୋକ ବର୍ଚ୍ଛା ଧରିଲେ।
22
ସେହି ସମୟରେ ଆମ୍ଭେ ଲୋକମାନଙ୍କୁ ଆହୁରି କହିଲୁ, “ପ୍ରତ୍ୟେକ ଲୋକ ରାତ୍ରିକାଳରେ ଆପଣା ଆପଣା ଦାସ ସହିତ ଯିରୁଶାଲମ ଭିତରେ ରୁହନ୍ତୁ। ତହିଁରେ ସେମାନେ ରାତ୍ରିରେ ଆମ୍ଭମାନଙ୍କର ପ୍ରହରୀ ହୋଇ ପାରିବେ ଓ ଦିବସରେ କର୍ମ କରି ପାରିବେ।”
23
ଏହିପରି ମୁଁ କି ମୋର ଭାଇମାନେ କି ମୋର ଦାସମାନେ କିଅବା ମୋ’ ପଶ୍ଚାଦ୍ବର୍ତ୍ତୀ ପ୍ରହରୀମାନେ କେହି ଆପଣା ଦେହରୁ ବସ୍ତ୍ର କାଢ଼ିଲୁ ନାହିଁ। ପ୍ରତ୍ୟେକ ଲୋକର ତା’ ପାଖରେ ସର୍ବଦା ଅସ୍ତ୍ର ରଖିଲେ।
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 5 →
All chapters:
1
2
3
4
5
6
7
8
9
10
11
12
13