bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Nehemiah 5
Nehemiah 5
Odia Bible ERV 2004 (ପବିତ୍ର ବାଇବଲ)
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 6 →
1
ନିହିମିୟା ଗରିବଲୋକମାନଙ୍କୁ ସାହାଯ୍ୟ କଲେ ଅନେକ ଲୋକେ ଯିହୁଦୀୟ ଭାଇମାନଙ୍କ ବିରୁଦ୍ଧରେ ଅଭିଯୋଗ କଲେ।
2
ସେମାନଙ୍କ ମଧ୍ୟରୁ କେତେକ କହିଲେ, “ଆମ୍ଭମାନଙ୍କର ଅନେକ ପୁତ୍ର ଓ କନ୍ୟା ଅଛନ୍ତି, ଆସ ବଞ୍ଚିବା ପାଇଁ ଶସ୍ୟ କିଣିବା।”
3
ଅନ୍ୟ ଲୋକେ କହିଲେ, “ଏହା ଦୁର୍ଭିକ୍ଷ ସମୟ, ଆମ୍ଭଙ୍କୁ ଖାଦ୍ୟ ଦିଅ ଏବଂ ଆମ୍ଭମାନଙ୍କର ଜମି, ଦ୍ରାକ୍ଷାକ୍ଷେତ୍ର, ଗୃହ ଇତ୍ୟାଦି ବନ୍ଧକଭାବେ ଏକାଥରେ ନେଇଯାଅ।”
4
ଆହୁରି ଅନ୍ୟ ଲୋକେମାନେ କହିଲେ, “ଆମ୍ଭେମାନେ ରାଜକର ପାଇଁ ଆମ୍ଭମାନଙ୍କର ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ବନ୍ଧକ ରଖି ମୁଦ୍ରାଋଣ କରିଛୁ।
5
ଧନୀଲୋକମାନଙ୍କୁ ଦେଖ! ଆମ୍ଭେମାନେ ଠିକ୍ ତାଙ୍କରି ପରି ଅଟୁ। ଆମ୍ଭମାନଙ୍କର ପୁତ୍ରମାନେ ଠିକ୍ ତାଙ୍କରି ପୁତ୍ରମାନଙ୍କପରି ଅଟନ୍ତି। କିନ୍ତୁ ଆମ୍ଭେମାନେ ଆପଣା ପୁତ୍ର ଓ କନ୍ୟାଗଣଙ୍କୁ ଦାସ ହେବା ପାଇଁ ବିକ୍ରି କରିବୁ। ଆମ୍ଭମାନଙ୍କ ମଧ୍ୟରୁ ଅନେକ ତାଙ୍କର କନ୍ୟାଗଣଙ୍କୁ ଦାସୀ ଭାବରେ ବିକ୍ରୟ କରି ସାରିଲେଣି। ଏପରି ଆଉ କିଛି ନାହିଁ ଯାହା ଆମ୍ଭେ ନ କରି ପାରିବା। ଆମ୍ଭେମାନେ ଆମ୍ଭ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ହରାଇ ସାରିଲୁଣି, ଯାହାକି ବର୍ତ୍ତମାନ ଅନ୍ୟ ଲୋକମାନଙ୍କ ଅଧିକାରରେ ଅଛି।”
6
ଯେତେବେଳେ ମୁଁ ସେମାନଙ୍କର ଏହି ଅଭିଯୋଗ ସବୁ ଶୁଣିଲି, ମୁଁ ଅତ୍ୟନ୍ତ କୃଦ୍ଧ ହେଲି।
7
ମୁଁ ଏ ବିଷୟରେ ଚିନ୍ତା କଲି, ତା’ପରେ ମୁଁ କୁଳିନମାନଙ୍କ ଓ ଅଧିକାରୀମାନଙ୍କ ବିରୁଦ୍ଧରେ ଏକ ନ୍ୟାୟିକ ବାଦାନୁବାଦ କଲି। ମୁଁ ସେମାନଙ୍କୁ କହିଲି, “ତୁମ୍ଭେମାନେ ତୁମ୍ଭ ଭାଇମାନଙ୍କଠାରୁ ସୁଧ ନେଉଛ, ତୁମ୍ଭର ସେଇଟା ବନ୍ଦ କରିବା ଉଚିତ୍।” ଏହା ପରେ ମୁଁ ଏକ ମହାସଭା ଡାକିବି।
8
ଏବଂ ମୁଁ ସେହି ଲୋକମାନଙ୍କୁ କହିଲି, “ଆମ୍ଭର ଯିହୁଦୀୟ ଭାଇମାନେ ଅନ୍ୟ ଦେଶୀୟ ଲୋକଙ୍କ ନିକଟରେ ବିକା ଯାଇଥିଲେ, ଆମ୍ଭେମାନେ ସେମାନଙ୍କୁ ଆପଣା ସାଧ୍ୟ ଅନୁସାରେ ମୁକ୍ତ କରିଅଛୁ। ଏବେ ତୁମ୍ଭେମାନେ ତୁମ୍ଭମାନଙ୍କର ଭାଇମାନଙ୍କୁ ପୁଣି ଥରେ ବିକ୍ରୀ କରୁଛ।” ଏଥିରେ ସେମାନେ ନୀରବ ରହିଲେ। ସେମାନେ କିଛି ଉତ୍ତର ଦେଇପାରିଲେ ନାହିଁ।
9
ମୁଁ ତାଙ୍କୁ ଆହୁରି ମଧ୍ୟ କହିଲି, “ତୁମ୍ଭେମାନେ କିଛି ଭଲ କରୁ ନାହଁ। ତୁମ୍ଭେ ଏହା ଜାଣ ତୁମ୍ଭର ପରମେଶ୍ୱରଙ୍କୁ ଭୟ ଓ ସମ୍ମାନ କରିବା ଉଚିତ୍। ତୁମ୍ଭେମାନେ ଆମ୍ଭମାନଙ୍କର ଶତ୍ରୁଗଣଙ୍କୁ ଆମ୍ଭମାନଙ୍କୁ ପରିହାସ କରିବାର ସୁଯୋଗ ଦେବା ଉଚିତ୍ ନୁହେଁ।
10
ମୁଁ, ମୋର ଆତ୍ମୀୟଗଣ ଏବଂ ମୋର ଦାସମାନେ ଅନ୍ୟମାନଙ୍କୁ ଟଙ୍କା ଏବଂ ଶସ୍ୟର ଉଧାର ଦେଉଅଛୁ। କିନ୍ତୁ ଆସ ସେମାନଙ୍କଠାରୁ ସୁଧ ଆଦାୟ କରିବା ନାହିଁ।
11
ତୁମ୍ଭେମାନେ ଆଜି ନିଶ୍ଚିତ ସେମାନଙ୍କର ଜମି, ଦ୍ରାକ୍ଷାକ୍ଷେତ୍ର, ଜୀତକ୍ଷେତ୍ର ଏବଂ ଗୃହ ଫେରାଇ ଦେବ। ଏହାକୁ ବର୍ତ୍ତମାନ ଫେରାଇ ଦିଅ ଏବଂ ତୁମ୍ଭେମାନେ ସେମାନଙ୍କର ମୁଦ୍ରା, ଶସ୍ୟ, ଦ୍ରାକ୍ଷାରସ ଏବଂ ଜୀତତୈଳ ଯାହା ତୁମ୍ଭେମାନେ ସେମାନଙ୍କଠାରୁ ସୁଧ ହିସାବରେ ନେଇଥିଲ।”
12
ଏହା ପରେ ଧନୀଲୋକମାନେ ଓ ଅଧ୍ୟକ୍ଷମାନେ ତାଙ୍କୁ କହିଲେ, “ଆମ୍ଭେମାନେ ଏସବୁ ଫେରାଇ ଦେବୁ, ସେମାନଙ୍କୁ କିଛି ମାଗିବୁ ନାହିଁ। ଆପଣ ଯେପରି କହୁଛନ୍ତି ଆମ୍ଭେ ସେହିପରି କରିବୁ।” ଏହା ପରେ ମୁଁ ଯାଜକମାନଙ୍କୁ ଡାକି ଏହି ପ୍ରତିଜ୍ଞା ଅନୁସାରେ ସେମାନେ ଯେପରି କର୍ମ କରିବେ, ଏଥିପାଇଁ ସେମାନଙ୍କୁ ଶପଥ କରାଇଲି।
13
ମୁଁ ମୋର ବସ୍ତ୍ରର ଭାଙ୍ଗକୁ ଝାଡ଼ିଲି ଏବଂ କହିଲି, “ଯେଉଁ ଲୋକ ଏହି ପ୍ରତିଜ୍ଞା ପାଳନ କରିବ ନାହିଁ, ପରମେଶ୍ୱର ତାର ଗୃହ ଓ ପରିଶ୍ରମର ଫଳରୁ ତାହାକୁ ଏପରି ଝାଡ଼ି ଦିଅନ୍ତୁ। ସେ ଏହିପରି କମ୍ପିତ ହେଉ ଓ ଶୂନ୍ୟ ହେଉ।” ତା’ପରେ ସବୁ ଲୋକ ଏକତ୍ରିତ ହେଲେ ଏବଂ କହିଲେ “ଆମେନ୍” ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ। ଏହା ପରେ ଲୋକମାନେ ଏହି ପ୍ରତିଜ୍ଞା ଅନୁସାରେ କର୍ମ କଲେ।
14
ମୁଁ ଯିହୁଦା ଦେଶରେ ସେମାନଙ୍କର ଅଧ୍ୟକ୍ଷ ପଦରେ ନିଯୁକ୍ତି ଥିବା ସମୟାବଧି ଅର୍ଥାତ୍ ଅର୍ତ୍ତକ୍ଷସ୍ତ ରାଜାର ଅଧିକାରର କୋଡ଼ିଏ ବର୍ଷଠାରୁ ବତିଶ୍ ବର୍ଷପର୍ଯ୍ୟନ୍ତ ସେହି ବାରବର୍ଷ ମୁଁ କିମ୍ବା ମୋର ଭାତୃଗଣ ଦେଶାଧ୍ୟକ୍ଷର ବୃତ୍ତି ଭୋଗ କଲୁ ନାହିଁ।
15
ମାତ୍ର ମୋର ପୂର୍ବାବର୍ତ୍ତୀ ଦେଶାଧ୍ୟକ୍ଷମାନଙ୍କ ବ୍ୟୟଭାର ଲୋକମାନଙ୍କୁ ବହିବାକୁ ପଡ଼ିଲା। ଆଉ ସେମାନେ ଗ୍ଭଳିଶ୍ ଶେକଲ ରୌପ୍ୟ ମୁଦ୍ରା ଲୋକମାନଙ୍କଠାରୁ ଖାଦ୍ୟ ଓ ଦ୍ରାକ୍ଷାରସ ନେଲେ, କେବଳ ତାହା ନୁହେଁ, ସେମାନଙ୍କ ଦାସମାନେ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କଲେ। ମାତ୍ର ପରମେଶ୍ୱରଙ୍କ ପ୍ରତି ଭୟ ସକାଶୁ ମୁଁ ସେପରି କଲି ନାହିଁ।
16
ମୁଁ ଯିରୁଶାଲମର ପ୍ରାଚୀର କାର୍ଯ୍ୟରେ ନିଜକୁ ନିୟୋଜିତ କଲି। ମୁଁ କୌଣସି ଭୂମି କିଣିଲି ନାହିଁ ଏବଂ ମୋର ଦାସ ସମସ୍ତେ ସେଠାରେ କାର୍ଯ୍ୟରେ ବ୍ୟସ୍ତ ରହିଲେ।
17
ତଥାପି ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କ ନିକଟକୁ ଆସନ୍ତା ଲୋକମାନଙ୍କ ଛଡ଼ା ଯିହୁଦୀ ଓ ଅଧ୍ୟକ୍ଷ 150 ଲୋକ ମୋ’ ଭୋଜନ ଆସନରେ ବସିଲେ।
18
ସେ ସମୟରେ ପ୍ରତିଦିନ ଏକ ବଳଦ ଓ ଛଅଟି ବଛା ମେଷ ରୋଷେଇ କରାଗଲା। ମୋ’ ପାଇଁ କେତେକ ପକ୍ଷୀପାକ କରାଗଲା ଓ ଦଶ ଦିନରେ ଥରେ ସବୁ ପ୍ରକାର ଦ୍ରାକ୍ଷାରସ ଆୟୋଜନ କରାଗଲା। ତଥାପି ମୁଁ ଏହିସବୁ ଲାଗି ଦେଶାଧ୍ୟକ୍ଷର ବୃତ୍ତି ମାଗିଲି ନାହିଁ। ଲୋକମାନଙ୍କ ଉପରେ ଭାର ଗୁରୁତର ହୋଇଥିଲା।
19
ହେ ପରମେଶ୍ୱର, ମୁଁ ଏହି ଲୋକମାନଙ୍କ ନିମନ୍ତେ ଯେଉଁ ଉତ୍ତମ କାର୍ଯ୍ୟ କରିଅଛି, ମୋର ତାହା ସବୁ ସ୍ମରଣ କର।
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 6 →
All chapters:
1
2
3
4
5
6
7
8
9
10
11
12
13