bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Nehemiah 6
Nehemiah 6
Odia Bible ERV 2004 (ପବିତ୍ର ବାଇବଲ)
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 7 →
1
ଘୋର ସମସ୍ୟା ଏହା ପରେ ସନ୍ବଲ୍ଲଟ୍, ଟୋବିୟ, ଆରବୀୟ ଗେଶମ ଓ ଆମ୍ଭମାନଙ୍କ ଶତ୍ରୁମାନେ ଶୁଣିଲେ ଯେ, ମୁଁ ପ୍ରାଚୀର ନିର୍ମାଣ କରି ସାରିଛି। ପ୍ରାଚୀରରେ ଆଉ ଗର୍ତ୍ତ ନ ଥିଲା, ମାତ୍ର କବାଟସବୁ ଫାଟକରେ ଲାଗି ନାହିଁ।
2
ସେତେବେଳେ ସନ୍ବଲ୍ଲଟ୍ ଓ ଗେଶମ ମୋ’ ନିକଟକୁ ଲୋକ ପଠାଇ କହିଲେ, “ଆସ ଆମ୍ଭେମାନେ ଓନୋ ପଦାସ୍ଥିତ କୌଣସି ଏକ ଗ୍ରାମରେ ସାକ୍ଷାତ କରିବା।” ମାତ୍ର ସେମାନେ ମୋର ହିଂସା କରିବାକୁ ବିଗ୍ଭର କରିଥିଲେ।
3
ଏଥିରେ ମୁଁ ସେମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲି, “ମୁଁ ଏକ ଗୁରୁତ୍ୱପୂର୍ଣ୍ଣ କର୍ମ କରୁଅଛି। ଏଥିପାଇଁ ମୁଁ ଆସି ପାରିବି ନାହିଁ। ତୁମ୍ଭ ପାଖକୁ ଆସିବାକୁ ଓ ସାକ୍ଷାତ କରିବାକୁ ମୁଁ ସେହି କାର୍ଯ୍ୟ ବନ୍ଦ କରି ପାରିବି ନାହିଁ।”
4
ସେମାନେ ସେହି ସମବାର୍ତ୍ତା ମୋ’ ପାଖକୁ ଗ୍ଭରି ଥର ପଠାଇଲେ। ମୁଁ ସେମାନଙ୍କୁ ସେହି ପ୍ରକାର ଉତ୍ତର ଦେଲି।
5
ଏହା ପରେ ସନ୍ବଲ୍ଲଟ୍ ଆପଣା ଦାସ ହାତରେ ଖଣ୍ଡେ ଚିଠିଦେଇ ପଞ୍ଚମ ଥର ସେହି ସମବାର୍ତ୍ତା ପଠାଇଲା।
6
ସେଥିରେ ଏହିପରି ଲେଖା ଯାଇଥିଲା, “ଗୋଷ୍ଠୀୟମାନଙ୍କ ମଧ୍ୟରେ ଏହି ଜନରବ ହୋଇଅଛି। ମଧ୍ୟ ଗଶୁମୁ ଏହା କହୁଅଛି ଯେ ତୁମ୍ଭେ ଓ ଯିହୁଦୀୟମାନେ ରାଜଦ୍ରୋହ କରିବାକୁ ବିଗ୍ଭର କରୁଅଛ। ତେଣୁ ତୁମ୍ଭେ ପ୍ରାଚୀର ନିର୍ମାଣ କରୁଅଛ। ଏହି ଜନରବ ଅନୁସାରେ ତୁମ୍ଭେ ସେମାନଙ୍କର ରାଜା ହେବାକୁ ଇଚ୍ଛା କରୁଅଛ।
7
‘ଯିହୁଦାରେ ଏକ ରାଜା ଅଛନ୍ତି!’ ବୋଲି ଆପଣା ବିଷୟ ଯିରୁଶାଲମରେ ଘୋଷଣା କରିବା ପାଇଁ ତୁମ୍ଭେ ଭବିଷ୍ୟଦ୍ବକ୍ତାମାନଙ୍କୁ ନିଯୁକ୍ତି କରିଅଛ। “ଏହି ଜନରବ ରାଜାଙ୍କ ନିକଟରେ ଉପସ୍ଥିତ ହେବ। ଏଣୁ ଏବେ ଆସ ଆମ୍ଭେମାନେ ଏକତ୍ର ମନ୍ତ୍ରଣା କରିବା।”
8
ତେଣୁ ମୁଁ ତାହା ନିକଟକୁ କହି ପଠାଇଲି, “ତୁମ୍ଭେ ଯାହା କରୁଅଛ, ସେପରି କୌଣସି କାର୍ଯ୍ୟ କରାଯାଉ ନାହିଁ, ତୁମ୍ଭେ କେବଳ ଆପଣା ମନରୁ ତାହା ସବୁ କଳ୍ପନା କରୁଅଛ।”
9
ଏହି ଚିନ୍ତାକରି ସେମାନେ ଆମ୍ଭକୁ ଭୟଭୀତ କଲେ, ସେମାନଙ୍କ ହସ୍ତ ଦୁର୍ବଳ ହେବ ଓ “ପ୍ରାଚୀର କାର୍ଯ୍ୟ ଶେଷ ହେବ ନାହିଁ।” ତେଣୁ ମୁଁ ପ୍ରାର୍ଥନା କରି କହିଲି, “ହେ ମୋର ପରମେଶ୍ୱର ମୋତେ ସବଳ କର।”
10
ଦିନେ ମୁଁ ମହେଟବେଲର ପୁତ୍ର ଦଲାୟ, ଦଲାୟର ପୁତ୍ର ଶମୟିୟ ନିକଟକୁ ଗଲି। ମାତ୍ର ତାକୁ ତା’ର ଗୃହରେ ବନ୍ଦ କରାଯାଇ ଥିଲା। ମୁଁ ତାହା ଗୃହକୁ ଗଲି ସେ କହିଲା, “ଆସ ଆମ୍ଭେମାନେ ପରମେଶ୍ୱରଙ୍କ ମନ୍ଦିର ଭିତରେ ସାକ୍ଷାତ କରିବା ଓ ମନ୍ଦିରର ଦ୍ୱାରସବୁ ବନ୍ଦ କରିବା। କାରଣ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ। ରାତ୍ରିରେ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ।”
11
କିନ୍ତୁ ମୁଁ ଶମୟିୟଙ୍କୁ କହିଲି, “ମୋ’ ପରି ଲୋକ କ’ଣ ଦୌଡ଼ି ପଳାଇବ? ମୋ’ ପରି ଲୋକ ପ୍ରାଣ ବଞ୍ଚାଇବା ପାଇଁ ମନ୍ଦିର ଭିତରକୁ ଯିବା ଉଚିତ୍ କି? ତେଣୁ ମୁଁ ପବିତ୍ର ମନ୍ଦିର ଭିତରକୁ ଯିବି ନାହିଁ।”
12
ମାତ୍ର ମୁଁ ଜାଣିଲି ଶମୟିୟଙ୍କୁ ପରମେଶ୍ୱର ପଠାଇ ନ ଥିଲେ। ତଥାପି ସେ ମୋ’ ପ୍ରତିକୂଳରେ ଏହି ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲା। କାରଣ ଟୋବିୟ ଓ ସନ୍ବଲ୍ଲଟ୍ ତାହାକୁ ବେତନ ଦେଇଥିଲେ।
13
ଏହି ଉଦ୍ଦେଶ୍ୟ ପାଇଁ ତାକୁ ଭଡ଼ାରେ ଅଣା ଯାଇଥିଲା, ଯାହା ଫଳରେ ମୁଁ ଭୟରେ ଏହା କରି ପାପ କରିବି ଏବଂ ତା’ପରେ ସେମାନେ ମୋର ନାମକୁ ଦୁର୍ନାମ ଓ ପରିହାସ କରିବା ପାଇଁ କାରଣ ପାଇବେ।
14
ହେ ପରମେଶ୍ୱର, ଟୋବିୟ ଓ ସନ୍ବଲଟ୍ର ଯାହା କରିଛନ୍ତି ମନେ ପକାଅ, ନାରୀ ଭବିଷ୍ୟଦ୍ବକ୍ତା ନୋୟଦିୟା ସହିତ ଅନ୍ୟ ଯାଜକମାନେ ମୋତେ ଭୟଭୀତ କରିବା ପାଇଁ ଚେଷ୍ଟା କରିଥିଲେ।
15
ପ୍ରାଚୀର ସମ୍ପୂର୍ଣ୍ଣ ହେଲା ତେଣୁ 52 ଦିନ ମଧ୍ୟରେ ଇଲୂଲ୍ ମାସର ପଞ୍ଚବିଂଶ ଦିନରେ ପ୍ରାଚୀର ସମାପ୍ତ ହେଲା।
16
ପୁଣି ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଓ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ସମସ୍ତେ ଏହା ଶୁଣି ଭୟ କଲେ ଓ ସେମାନଙ୍କର ବିଶ୍ୱାସ ହରାଇଲେ। କାରଣ ଏହି କର୍ମ ଯେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାହାଯ୍ୟରେ ହେଲା, ଏହା ସେମାନେ ବୁଝିଲେ।
17
ଆହୁରି ସେହି ସମୟରେ ଯିହୁଦାର କୁଳିନମାନେ ଟୋବିୟ ନିକଟକୁ ଅନେକ ପତ୍ର ପଠାଇଲେ ଓ ଟୋବିୟର ନାନା ପତ୍ର ସେମାନଙ୍କ ନିକଟକୁ ଆସିଲା।
18
କାରଣ ସେ ଆରାଃର ପୁତ୍ର ଶଖନିୟର ଜ୍ୱାଇଁ ହେବାରୁ ଓ ତାହାର ପୁତ୍ର ଯିହୋହାନନ୍ ବେରିଖିୟର ପୁତ୍ର ମଶୁଲ୍ଲମର କନ୍ୟାକୁ ବିବାହ କରିଥିବାରୁ ଯିହୁଦାର ଅନେକ ଲୋକ ତା’ ନିକଟରେ ଶପଥ କରିଥିଲେ।
19
ସେମାନେ ମୋତେ ତା’ର ଉତ୍ତମ କାର୍ଯ୍ୟ ବିଷୟରେ କହିଲେ ଓ ମୋ’ କଥା ତାଙ୍କୁ ସବୁ ଜଣାଇଲେ। ଆଉ ମୋତେ ଭୟଗ୍ରସ୍ତ କରିବା ପାଇଁ ଟୋବିୟ ନାନାପତ୍ର ପଠାଇଲା।
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 7 →
All chapters:
1
2
3
4
5
6
7
8
9
10
11
12
13