bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Nehemiah 8
Nehemiah 8
Odia Bible ERV 2004 (ପବିତ୍ର ବାଇବଲ)
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 9 →
1
ଏଜ୍ରା ବ୍ୟବସ୍ଥାମାନ ପଢ଼ିଲେ ତେଣୁ ସମସ୍ତ ଲୋକମାନେ ଜଳଦ୍ୱାର ନିକଟରେ ଥିବା ଛକରେ ଏକ ମନରେ ଏକତ୍ରିତ ହେଲେ। ସଦାପ୍ରଭୁ ଇସ୍ରାଏଲକୁ ମୋଶାଙ୍କର ଯେଉଁ ବ୍ୟବସ୍ଥା ପୁସ୍ତକ ଆଜ୍ଞା କରିଥିଲେ, ତାହା ଆଣିବା ପାଇଁ ସେମାନେ ଏଜ୍ରା ଲିପିକାରଙ୍କୁ କହିଲେ।
2
ସପ୍ତମ ମାସର ପ୍ରଥମ ଦିନରେ ଯାଜକ ଏଜ୍ରା, ପୁରୁଷ ଓ ସ୍ତ୍ରୀ ସମ୍ମୁଖରେ ବ୍ୟବସ୍ଥା ପୁସ୍ତକ ଆଣିଲେ। ସମସ୍ତେ ଯେଉଁମାନେ ଶୁଣିପାରିବେ ଓ ବୁଝିପାରିଲେ।
3
ସେ ଜଳଦ୍ୱାର ସମ୍ମୁଖସ୍ଥ ଛକରେ ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ବୁଝି ପାରନ୍ତି, ସେ ସମସ୍ତଙ୍କ ଆଗରେ ପ୍ରଭାତରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ସେହି ବ୍ୟବସ୍ଥା ପୁସ୍ତକରୁ ପାଠ କଲେ। ଆଉ ସମସ୍ତ ଲୋକେ ତାହା ଶ୍ରବଣ କଲେ।
4
ଏଜ୍ରା ଯାଜକ ସେହି କାର୍ଯ୍ୟ ନିମନ୍ତେ ନିର୍ମିତ କାଠମୟ ମଞ୍ଚା ଉପରେ ଠିଆ ହେଲେ। ଆଉ ଦକ୍ଷିଣ ପାର୍ଶ୍ୱରେ ତାଙ୍କ ନିକଟରେ ମତ୍ତଥିୟ, ଶେମା, ଅନାୟ, ଊରିୟ, ହିଲ୍କିୟ, ମାସେୟ ଠିଆ ହେଲେ, ଏବଂ ତାଙ୍କ ବାମ ପାର୍ଶ୍ୱରେ ପଦାୟ ଓ ମୀଶାୟେଲ, ମଲ୍କିୟ, ହଶୁମ ଓ ହଶ୍ବଦ୍ଦାନା, ଯିଖରିୟ ଓ ମଶୁଲ୍ଲମ ଠିଆ ହେଲେ।
5
ଏହା ପରେ ଏଜ୍ରା ସମସ୍ତ ଲୋକଙ୍କ ସମ୍ମୁଖରେ ସେହି ବ୍ୟବସ୍ଥା ପୁସ୍ତକ ଫିଟାଇଲେ। କାରଣ ଏଜ୍ରା ସମସ୍ତଙ୍କଠାରୁ ଉଚ୍ଚ ସ୍ଥାନରେ ଛିଡ଼ା ହୋଇଥିଲେ। ସେ ବ୍ୟବସ୍ଥା ପୁସ୍ତକ ଫିଟାଇବା ସମୟରେ ସମସ୍ତେ ଛିଡ଼ା ହେଲେ।
6
ତେଣୁ ଏଜ୍ରା ସଦାପ୍ରଭୁ ମହାନ ପରମେଶ୍ୱରଙ୍କର ପ୍ରଶଂସା କଲା। ଏବଂ ସମସ୍ତ ଲୋକ ନିଜ ନିଜର ହସ୍ତ ଉଠାଇ କହିଲେ, “ଆମେନ୍! ଆମେନ୍!”
7
ଯେଶୂୟ, ବାନି, ଶେରେବିୟ, ଯାମୀନ୍, ଅକ୍କୂବ, ଶବ୍ବଥୟ, ହୋଦୀୟ, ମାସେୟ, କଲିଟ୍, ଅସରିୟ, ଯୋଷାବଦ୍, ହାନନ୍, ପଲାୟ ଏହି ଲୋକମାନେ ଲେବୀୟ ଗୋଷ୍ଠୀର ଥିଲେ। ସେମାନେ ଲୋକମାନଙ୍କୁ ବ୍ୟବସ୍ଥା ବୁଝାଇ ଦେଲେ ଏବଂ ଲୋକମାନେ ନିଜ ନିଜ ସ୍ଥାନରେ ଛିଡ଼ା ହୋଇ ରହିଲେ।
8
ସେମାନେ ସ୍ପଷ୍ଟରୂପେ ପରମେଶ୍ୱରଙ୍କ ବ୍ୟବସ୍ଥା ପୁସ୍ତକରୁ ପାଠ କଲେ ଏବଂ ତହିଁର ଅର୍ଥ ବୁଝାଇ ଦେଲେ, ଯେଉଁଥିରେ ଲୋକମାନେ ବୁଝି ପାରିଲେ।
9
ଦେଶାଧ୍ୟକ୍ଷ ନିହିମିୟା, ଲିପିକାର ଓ ଯାଜକ ଏଜ୍ରା ଓ ଲେବୀୟମାନେ, ଯେଉଁମାନେ ବୁଝିବାରେ ଲୋକମାନଙ୍କୁ ସାହାଯ୍ୟ କଲେ, “ଆଜି ଦିନ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ। ଶୋକ କର ନାହିଁ କି ରୋଦନ କର ନାହିଁ।” ସେମାନେ ଏହା କହିଲେ, କାରଣ ବ୍ୟବସ୍ଥା ବାକ୍ୟ ଶ୍ରବଣ କରନ୍ତେ ସମସ୍ତ ଲୋକ ରୋଦନ କଲେ।
10
ଆଉ ସେ ସେମାନଙ୍କୁ କହିଲେ, “ଘରକୁ ଯାଅ, ଚିକ୍କଣ ଦ୍ରବ୍ୟ ଭୋଜନ କର, ସୁମିଷ୍ଟ ଦ୍ରବ୍ୟ ପାନ କର ଓ ଯାହା ପାଇଁ ପ୍ରସ୍ତୁତି ହୋଇ ନାହିଁ, ତାହା ପାଇଁ କିଛି ପଠାଅ। କାରଣ ଆଜି ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ। ତୁମ୍ଭେମାନେ ଦୁଃଖିତ ହୁଅ ନାହିଁ। ଯେଣୁ ସଦାପ୍ରଭୁଙ୍କ ଆନନ୍ଦ ତୁମ୍ଭମାନଙ୍କର ବଳ ହେବ।”
11
ଏହିପରି ଭାବରେ ଲେବୀୟମାନେ ସମସ୍ତ ଲୋକଙ୍କୁ ତୁନି କରାଇଲେ। “ତୁମ୍ଭେ ସମସ୍ତେ ନୀରବ ହୁଅ, କାରଣ ଆଜି ପବିତ୍ର ଦିନ। ତୁମ୍ଭେମାନେ ଦୁଃଖିତ ହୁଅ ନାହିଁ।”
12
ଏହା ପରେ ସମସ୍ତ ଲୋକମାନେ ଭୋଜନପାନ କରିବାକୁ, ଉପହାର ପଠାଇବାକୁ ଓ ଆନନ୍ଦ କରିବାକୁ ଗ୍ଭଲିଗଲେ, କାରଣ ସେମାନେ ପଢ଼ିଥିବା ବାକ୍ୟର ଅର୍ଥ ବୁଝି ପାରିଲେ।
13
ଏହା ପରେ ଦ୍ୱିତୀୟ ଦିନ, ସମଗ୍ର ଲୋକଙ୍କର ପରିବାରର ପ୍ରଧାନବର୍ଗ, ଯାଜକମାନେ ଓ ଲେବୀୟମାନେ ବ୍ୟବସ୍ଥାର ବାକ୍ୟ ବିବେଚନା କରିବା ନିମନ୍ତେ ଏଜ୍ରା ଲିପିକାର ନିକଟରେ ଏକତ୍ରିତ ହେଲେ।
14
ସେମାନେ ମୋଶାଙ୍କର ବ୍ୟବସ୍ଥା ପୁସ୍ତକ ପଢ଼ିଲେ ଏବଂ ତାଙ୍କର ନିର୍ଦ୍ଦେଶ ସବୁ ପାଇଲେ। ସଦାପ୍ରଭୁ ମୋଶାଙ୍କ ମାଧ୍ୟମରେ ତାଙ୍କର ନିର୍ଦ୍ଦେଶ ଜଣାଇଥିଲେ। ବର୍ଷର ସପ୍ତମ ମାସରେ ଇସ୍ରାଏଲୀୟ ବାସୀମାନେ କ୍ଷଣସ୍ଥାୟୀ କୁଟୀରପର୍ବ ପାଳନ କରିବା ଉଚିତ୍।
15
ସେମାନେ ଯେତେବେଳେ ଏହା ଶୁଣିଲେ, ସେମାନେ ଏହି ବାର୍ତ୍ତା ଯିରୁଶାଲମକୁ ଓ ସେମାନଙ୍କ ସମସ୍ତ ନଗରକୁ ପଠାଇଲେ। “ପର୍ବତମୟ ଦେଶକୁ ଯାଅ ଏବଂ ଅଲିଭ ବୃକ୍ଷରୁ ଡାଳ, ଜଙ୍ଗଲି ଅଲିଭି ତୁଲ୍ୟ, ମେହେନ୍ଦି ବୃକ୍ଷର ଶାଖା, ଖଜୁରୀ ଶାଖା ଓ ଗହଳିଆ ଶାଖା ସଂଗ୍ରହ କର। ଏହି ଶାଖାଗୁଡ଼ିର କ୍ଷଣସ୍ଥାୟୀ ପତ୍ରକୂଟୀର ତିଆରି କରିବାରେ ବ୍ୟବହାର କର। ଏହିପରି କର କାରଣ ତାହା ବ୍ୟବସ୍ଥା ପୁସ୍ତକରେ ଲିଖିତ ଅଛି।”
16
ତହିଁରେ ଲୋକମାନେ ବାହାରେ ଯାଇ ତାହା ସବୁ ଆଣି ଆପଣା ପାଇଁ ପତ୍ରକୁଟୀର ନିର୍ମାଣ କଲେ। ପ୍ରତ୍ୟେକ ନିଜ ନିଜ ଗୃହର ଛାତ ଉପରେ ଓ ପ୍ରାଙ୍ଗଣରେ ପରମେଶ୍ୱରଙ୍କ ଗୃହର ସବୁ ପ୍ରାଙ୍ଗଣରେ ଓ ଜଳ ଦ୍ୱାର ଛକରେ ଓ ଇଫ୍ରୟିମ ଦ୍ୱାର ଛକରେ ଅସ୍ଥାୟୀ କୁଟୀର ନିର୍ମାଣ କଲେ।
17
ନିର୍ବାସିତ ଫେରି ଆସିଥିବା ଲୋକଙ୍କର ସମଗ୍ର ଦଳ ପତ୍ରକୁଟୀର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ। ନୂନର ପୁତ୍ର ଯିହୋଶୂୟର ସମୟାବଧି ସେହି ଦିନ ପର୍ଯ୍ୟନ୍ତ ଇସ୍ରାଏଲର ସନ୍ତାନଗଣ ସେପରି କରି ନ ଥିଲେ। ଏଣୁ ଏଥିପାଇଁ ବଡ଼ ଆନନ୍ଦ ହେଲା।
18
ଆହୁରି ସେ ପ୍ରଥମ ଦିନାବଧି ଶେଷଦିନ ପର୍ଯ୍ୟନ୍ତ ପ୍ରତିଦିନ ପରମେଶ୍ୱରଙ୍କ ବ୍ୟବସ୍ଥା ପୁସ୍ତକରୁ ପାଠ କଲେ। ପୁଣି ଲୋକମାନେ ସାତ ଦିନ ପର୍ଯ୍ୟନ୍ତ ପର୍ବ ପାଳନ କଲେ। ଆଉ ନିୟମ ଅନୁସାରେ ଅଷ୍ଟମ ଦିନ ମହାସଭା ହେଲା।
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 9 →
All chapters:
1
2
3
4
5
6
7
8
9
10
11
12
13