bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Numbers 10
Numbers 10
Odia Bible ERV 2004 (ପବିତ୍ର ବାଇବଲ)
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 11 →
1
ରୂପାର ତୂରୀସମୂହ ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
2
“ରୂପାର ଦୁଇଟି ତୂରୀ ନିର୍ମାଣ କର ଓ ତାହା ପିଟା ରୂପାରେ ନିର୍ମିତ ହେବ। ତୁମ୍ଭେ ଲୋକମାନଙ୍କୁ ଏକତ୍ରିତ କରିବା ପାଇଁ ଓ ସେଗୁଡ଼ିକୁ ଯାତ୍ରାଆରମ୍ଭରେ ବ୍ୟବହାର କରିବ।
3
ସେମାନେ ଯେତେବେଳେ ଦୁଇଟି ତୂରୀ ବଜାଇବେ ସମସ୍ତ ଲୋକମାନେ ସମାଗମ-ତମ୍ବୁରେ ତୁମ୍ଭ ନିକଟରେ ଏକତ୍ରିତ ହେବା ଉଚିତ୍।
4
ଯଦି ସେମାନେ ଏକ ତୂରୀ ବଜାଇବେ ତେବେ ପରିବାରବର୍ଗର ଅଧିପତିମାନେ ତୁମ୍ଭ ନିକଟରେ ଏକତ୍ରିତ ହେବା ଉଚିତ୍।
5
“ଯଦି ତୁମ୍ଭେମାନେ ତୂରୀକୁ ଅଧା ବଜାଅ, ପୂର୍ବ ଦିଗସ୍ଥିତ ଛୀଉଣୀର ଲୋକମାନେ ଯାତ୍ରା କରିବା ଉଚିତ୍।
6
ପୁଣି ତୁମ୍ଭେମାନେ ଦ୍ୱିତୀୟଥର ତୂରୀ ଅଧା ବଜାଇଲେ ଦକ୍ଷିଣ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ। ଏହି କ୍ରମରେ ସେମାନେ ଲୋକମାନଙ୍କର ଯାତ୍ରା ନିମନ୍ତେ ରଣତୂରୀ ବଜାଇବେ।
7
ଲୋକମାନଙ୍କୁ ଏକତ୍ରିତ କରିବା ସମୟରେ ତୁମ୍ଭେମାନେ ଲଗାତର ଅଧା ସ୍ୱର ନୁହଁ, ଦୀର୍ଘସ୍ୱର କରି ତୂରୀ ବଜାଇବ।
8
କେବଳ ହାରୋଣର ପୁତ୍ର ଯାଜକମାନେ ଏହି ଦୁଇ ତୂରୀ ବଜାଇବେ। ଆଉ ଏହି ବିଧି ତୁମ୍ଭମାନଙ୍କ ପ୍ରତି ପୁରୁଷାନୁକ୍ରମେ ଅନନ୍ତକୀଳୀନ ହେବ।
9
“ଆଉ ଯେଉଁ ସମୟରେ ତୁମ୍ଭେମାନେ ଆପଣା ଦେଶରେ ଶତ୍ରୁମାନଙ୍କ ବିପକ୍ଷରେ ଯୁଦ୍ଧ କରିବାକୁ ଯାଉଛ, ତୁମ୍ଭେମାନେ ତୂରୀରେ ରଣବାଦ୍ୟ ବଜାଇବା ଉଚିତ୍। ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭଙ୍କୁ ମନେ କରିବେ ଓ ତୁମ୍ଭମାନଙ୍କୁ ଆପଣା ଶତ୍ରୁଗଣଠାରୁ ରକ୍ଷା କରିବେ।
10
ଆଉ ମଧ୍ୟ ତୁମ୍ଭମାନଙ୍କ ଆନନ୍ଦ ଦିନରେ ଓ ତୁମ୍ଭମାନଙ୍କ ନିରୂପିତ ପର୍ବରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭରେ ତୁମ୍ଭେମାନେ ଆପଣାମାନଙ୍କ ହୋମବଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ। ତାହା ପରମେଶ୍ୱରଙ୍କ ସମ୍ମୁଖରେ ସ୍ମରଣାର୍ଥେ କରାଯିବ। ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ।”
11
ଇସ୍ରାଏଲ ଲୋକମାନଙ୍କର ସେମାନଙ୍କର ଛାଉଣିକୁ ଯାତ୍ରା ଆଉ ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର ବିଂଶତମ ଦିନରେ ସେହି ମେଘ ସାକ୍ଷ୍ୟରୂପ ପବିତ୍ର ତମ୍ବୁ ଉପରୁ ନିଆଗଲା।
12
ତହୁଁ ଇସ୍ରାଏଲର ଲୋକମାନେ ସୀନୟ ମରୁଭୂମିରୁ ଯାତ୍ରା ଆରମ୍ଭ କଲେ, ପୁଣି ସେହି ମେଘ ପାରଣ ମରୁଭୂମିରେ ଅବସ୍ଥାନ କଲା।
13
ଆଉ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରଥମ ଥର ଯାତ୍ରା କଲେ।
14
ପ୍ରଥମେ ଯିହୁଦା ଗୋଷ୍ଠୀର ଧ୍ୱଜା ଆଗେ ଆଗେ ଗତିକଲା; ଆଉ ଅମ୍ମୀନାଦବର ପୁତ୍ର ନହଶୋନ ସେମାନଙ୍କର ଅଧିନାୟକ ଥିଲେ।
15
ଆଉ ସୂୟାରର ପୁତ୍ର ନଥନେଲ ଇଷାଖର ଗୋଷ୍ଠୀର ସେନାଧ୍ୟକ୍ଷ ଥିଲେ।
16
ତା’ପରେ ସବୂଲୂନ ସନ୍ତାନଗଣର ବଂଶ ଯାତ୍ରାକଲେ ଓ ହେଲୋନ୍ର ପୁତ୍ର ଇଲୀୟାବ୍ ତାଙ୍କର ଅଧ୍ୟକ୍ଷ ଥିଲେ।
17
ପବିତ୍ର ତମ୍ବୁ ତଳକୁ ନିଆଗଲା। ଗେର୍ଶୋନର ସନ୍ତାନଗଣ ଓ ମରାରିର ସନ୍ତାନଗଣ ବହନ କରି ଅଗ୍ରସର ହେଲେ।
18
ତା’ପରେ ରୁବେନ୍ ଗୋଷ୍ଠୀର ବିଭାଗର ଧ୍ୱଜା ଚଳିଲା। ପୁଣି ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କର ଅଧିନାୟକ ଥିଲେ।
19
ତା’ପରେ ଆସିଲେ ଶିମିୟୋନ ସନ୍ତାନଗଣର ବଂଶ ଓ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ସେମାନଙ୍କର ଅଧିନାୟକ ଥିଲେ।
20
ତା’ପରେ ଗାଦ୍ର ଗୋଷ୍ଠୀ ଆସିଲେ ଓ ଦ୍ୟୂୟେଲର ପୁତ୍ର ଇଲୀୟାସଫ୍ ସେମାନଙ୍କର ଅଧିନାୟକ ଥିଲେ।
21
ତା’ପରେ କହାତୀୟଙ୍କ ପରିବାର ପବିତ୍ର ସ୍ଥାନର ଭାର ବହନକରି ସେହି ପବିତ୍ର ତମ୍ବୁ ସ୍ଥାପନ କରିଥିଲେ। କହାତୀୟ ପହଞ୍ଚିବା ପୂର୍ବରୁ ଅନ୍ୟମାନେ ପବିତ୍ର ତମ୍ବୁ ସ୍ଥାପନ କରିଥିଲେ।
22
ଏଥିଉତ୍ତାରେ ଇଫ୍ରୟିମ ଗୋଷ୍ଠୀର ବିଭାଗର ଧ୍ୱଜା ଚଳିଲା। ଅମ୍ମୀହୂଦର ପୁତ୍ର ଇଲୀଶାମା ସେମାନଙ୍କ ସୈନ୍ୟର ଅଧିନାୟକ ଥିଲେ।
23
ତା’ପରେ ଆସିଲେ ମନଃଶି ଲୋକମାନଙ୍କର ବଂଶ ଓ ସେମାନଙ୍କର ଅଧିନାୟକ ଥିଲେ ପଦାହସୂରର ପୁତ୍ର ଗମଲିୟେଲ।
24
ତତ୍ପରେ ବିନ୍ୟାମୀନ ଗୋଷ୍ଠୀ ଆସିଲେ ଓ ଗିଦିୟୋନିର ପୁତ୍ର ଅବୀଦାନ ସେମାନଙ୍କର ଅଧିନାୟକ ଥିଲେ।
25
ଦାନ ଗୋଷ୍ଠୀର ବିଭାଗର ଧ୍ୱଜା ପରେ ଗ୍ଭଳିତ ହେଲା। ସେମାନେ ପଶ୍ଚାତ୍ଭାଗର ପ୍ରହରୀ ଥିଲେ। ଆଉ ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷ ସେମାନଙ୍କର ଅଧିନାୟକ ଥିଲେ।
26
ତା’ପରେ ଆସିଲେ ଆଶେର ଲୋକମାନଙ୍କର ବଂଶ ଓ ଅକ୍ରଣର ପୁତ୍ର ପଗୀୟେଲ ତାଙ୍କର ସେନାଧ୍ୟକ୍ଷ ଥିଲେ।
27
ତଦୁପରି ଅଗ୍ରସର ହେଲେ ନପ୍ତାଲି ଲୋକମାନଙ୍କର ବଂଶ ଐନନର ପୁତ୍ର ଅହୀର ସେମାନଙ୍କର ଅଗ୍ରଭାଗରେ ଥିଲେ।
28
ଏହି କ୍ରମରେ ଇସ୍ରାଏଲ ଲୋକମାନଙ୍କର ଯାତ୍ରା ସେମାନଙ୍କର ବର୍ଗ ଅନୁସାରେ ହେଲା ଓ ସେମାନେ ଅଗ୍ରସର ହେଲେ।
29
ତା’ପରେ ମୋଶା ଆପଣା ଶ୍ୱଶୁର ମିଦିୟନୀୟ ରୂୟେଲର ପୁତ୍ର ହୋବବକୁ କହିଲେ, “ଆମ୍ଭେମାନେ ସେହି ସ୍ଥାନକୁ ଯାଉଅଛୁ, ଯାହା ସଦାପ୍ରଭୁ କହିଥିଲେ, ସେ ଆମ୍ଭମାନଙ୍କୁ ଦେବେ, ଆମ୍ଭମାନଙ୍କ ସାଙ୍ଗରେ ଆସ। ଆମ୍ଭେମାନେ ତୁମ୍ଭର ମଙ୍ଗଳ କରିବା। କାରଣ ସଦାପ୍ରଭୁ ଇସ୍ରାଏଲ ବିଷୟରେ ମଙ୍ଗଳ ପ୍ରତିଜ୍ଞା କରିଛନ୍ତି।”
30
କିନ୍ତୁ ହୋବବ କହିଲା, “ମୁଁ ତୁମ୍ଭମାନଙ୍କ ସହିତ ଯାଉ ନାହିଁ। ମୁଁ ମୋର ନିଜ ଦେଶକୁ ଓ ଆପଣା ଲୋକମାନଙ୍କ ନିକଟକୁ ଫେରିଯିବି।”
31
ତା’ପରେ ମୋଶା କହିଲେ, “ବିନୟ କରୁଅଛି, ତୁମ୍ଭେ ଆମ୍ଭମାନଙ୍କୁ ଛାଡ଼ ନାହିଁ, ମରୁଭୂମି ମଧ୍ୟରେ ଆମ୍ଭର ଛାଉଣି ସ୍ଥାପନ କରିବାକୁ କେଉଁ ସ୍ଥାନ ସର୍ବୋତ୍ତମ, ତାହା ତୁମ୍ଭେ ସର୍ବୋତ୍ତମ ଜାଣ। ତେଣୁ ତୁମ୍ଭେ ଆମ୍ଭର ପଥ ପ୍ରଦର୍ଶକ ହେବ।
32
ଯଦି ତୁମ୍ଭେ ଆମ୍ଭମାନଙ୍କ ସହିତ ଯିବ, ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଯେକୌଣସି ଉତ୍ତମ ଜିନିଷ ଦେବେ, ତାହା ଆମ୍ଭେମାନେ ତୁମ୍ଭ ସହିତ ବାଣ୍ଟ କରିବୁ।”
33
ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଅତିକ୍ରମ କଲେ, ପୁଣି ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମସ୍ଥାନ ଅନ୍ୱେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା।
34
ପ୍ରତିଦିନ ସଦାପ୍ରଭୁଙ୍କର ମେଘ ସେମାନଙ୍କୁ ବାଟ କଢ଼ାଇଲେ, ଯେତେବେଳେ ସେମାନେ ସେମାନଙ୍କର ଛାଉଣିରୁ ଯାତ୍ରାରମ୍ଭ କଲେ।
35
ପୁଣି ପବିତ୍ର ସିନ୍ଦୁକ ଅଗ୍ରସର ହେବା ବେଳେ ମୋଶା କହନ୍ତି, “ସଦାପ୍ରଭୁ ଉଠ, ପୁଣି ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହୁଅନ୍ତୁ, ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ।”
36
ଆଉ ପବିତ୍ର ସିନ୍ଦୁକ ଅଟକି ଗଲାବେଳେ ମୋଶା କହନ୍ତି, “ହେ ସଦାପ୍ରଭୁ ତୁମ୍ଭେ ଇସ୍ରାଏଲର ହଜାର ହଜାର ଲୋକଙ୍କ ପ୍ରତି ଫେର।”
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 11 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36