bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Numbers 11
Numbers 11
Odia Bible ERV 2004 (ପବିତ୍ର ବାଇବଲ)
← Chapter 10
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 12 →
1
ଲୋକମାନେ ପୁନର୍ବାର ଅଭିଯୋଗ କରନ୍ତି ତା’ପରେ ଲୋକମାନେ ସଦାପ୍ରଭୁଙ୍କଠାରେ ଅଭିଯୋଗ କରିବାକୁ ଆରମ୍ଭ କଲେ। ସଦାପ୍ରଭୁ ତାହା ଶୁଣିବାରୁ ତାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା। ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସେମାନଙ୍କ ମଧ୍ୟରେ ପ୍ରଜ୍ୱଳିତ ହୋଇ ଛାଉଣିର ପ୍ରାନ୍ତଭାଗ ଗ୍ରାସ କଲା।
2
ତେଣୁ ଲୋକମାନେ ମୋଶାଙ୍କ ନିକଟରେ ସାହାଯ୍ୟ ପାଇଁ କ୍ରନ୍ଦନ କଲେ। ତହୁଁ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ ସେହି ଅଗ୍ନି ଥମିଗଲା।
3
ତେଣୁ ସେହି ସ୍ଥାନର ନାମ ତବିୟେରା ହେଲା କାରଣ ସଦାପ୍ରଭୁଙ୍କ ଅଗ୍ନି ସେମାନଙ୍କ ମଧ୍ୟରେ ଦହନ କଲା।
4
ସତୁରି ବୟସ୍କ ପ୍ରାଚୀନଗଣ ତା’ପରେ ସେମାନଙ୍କ ମଧ୍ୟରୁ ଅସୁବିଧା ସୃଷ୍ଟିକାରୀଗଣଙ୍କର ଉତ୍ତମ ଖାଦ୍ୟ ଖାଇବାକୁ ପ୍ରବଳ ଇଚ୍ଛା ହେଲା। ଇସ୍ରାଏଲର ଲୋକମାନେ ସେମାନଙ୍କ ସହିତ ଯୋଗ ଦେଲେ ଏବଂ ପାଟି କଲେ, “କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ?
5
ଆମ୍ଭେମାନେ ମିଶର ଦେଶରେ ବିନା ମୂଲ୍ୟରେ ଯେଉଁ ମାଛ ଖାଉଥିଲୁ, ତାହା ମନେ ପଡ଼େ। ଆମ୍ଭମାନଙ୍କର ମଧ୍ୟ ଉତ୍ତମ ପନିପରିବା ଯଥା: କାକୁଡି, ତରଭୁଜ, ପିଆଜ ଓ ରସୁଣ କଥା ମନେ ପଡ଼େ।
6
ମାତ୍ର ଏବେ ଆମ୍ଭେମାନେ ଦୁର୍ବଳ ହୋଇ ଯାଉଅଛୁ, ଏଠି ଖାଇବାକୁ କିଛି ନାହିଁ, ଏହି ମାନ୍ନା ଛଡ଼ା ଆଉ ଦେଖିବାକୁ କିଛି ନାହିଁ,।”
7
ଆଉ ସେହି ମାନ୍ନା ଧନିଆ ବୀଜଗୁଡ଼ିକ ସଦୃଶ ହେବ।
8
ଲୋକମାନେ ଏଣେ ତେଣେ ବୁଲି ମାନ୍ନା ସଂଗ୍ରହ କଲେ, ଚକିରେ ତାକୁ ପେଷିଲେ, କିମ୍ବା କୁଟଣୀରେ ତାହା ଚୂର୍ଣ କରି କରେଇରେ ସିଦ୍ଧକରି ପିଠା ପ୍ରସ୍ତୁତ କଲେ, ଆଉ ଜୀତ ତୈଳରେ ପକ୍ୱ ପିଠାପରି ତା’ର ସ୍ୱାଦ ହେଲା।
9
ରାତ୍ରିରେ ଛାଉଣି ଉପରେ କାକର ପଡ଼ିଲାବେଳେ ତା’ ସହିତ ମାନ୍ନା ଝଡିଲା।
10
ଏହା ପରେ ଲୋକମାନେ ସମୁଦାୟ ପରିବାର ସହିତ ନିଜ ନିଜ ତମ୍ବୁଦ୍ୱାରା ନିକଟରେ ରୋଦନ କରିବାର ମୋଶା ଶୁଣିଲେ; ତହିଁରେ ସଦାପ୍ରଭୁଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା। ଆଉ ମଧ୍ୟ ମୋଶା ଅସନ୍ତୁଷ୍ଟ ହେଲେ।
11
ତହୁଁ ମୋଶା ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ କାହିଁକି ଆପଣା ଦାସ ପ୍ରତି ଅସୁବିଧା କରୁଛ? ତୁମ୍ଭେ କାହିଁକି ମୋ’ ଉପରେ କ୍ରୋଧ ଦେଖାଉଛ? କାହିଁକି ଆପଣ ମୋ’ ଉପରେ ଏହି ସମସ୍ତ ଲୋକଙ୍କ ଭାର ଦେଉଅଛ?
12
କ’ଣ ସେମାନେ ସମସ୍ତେ ମୋ’ଠାରୁ ଜନ୍ମ ହୋଇଛନ୍ତି? ତୁମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ପ୍ରତିଜ୍ଞା କରିଥିଲ ମୁଁ ସେମାନଙ୍କୁ ଶିଶୁ ପରି କ’ଣ ବୋହି ନେବି?
13
ମୁଁ ଏହି ସମସ୍ତ ଲୋକଙ୍କୁ ମାଂସ ଦେବା ପାଇଁ କେଉଁଠାରେ ପାଇବି? କାରଣ ସେମାନେ ମୋ’ ନିକଟରେ କାନ୍ଦି କହୁଛନ୍ତି, ସେମାନେ ପାଟି କରନ୍ତି, ‘ଆମ୍ଭମାନଙ୍କୁ ମାଂସ ଦିଅ, ଆମ୍ଭମାନଙ୍କୁ ମାଂସ ଦିଅ।’
14
ମୁଁ ଏକାକୀ ଏତେ ଲୋକଙ୍କର ଭାର ବହନ କରି ପାରିବି ନାହିଁ, କାରଣ ଏହା ମୋ’ ପାଇଁ ଅସହ୍ୟ ଅଟେ।
15
ଆଉ ଯଦି ତୁମ୍ଭେ ମୋ’ ପ୍ରତି ଏପରି ପଥରେ ବ୍ୟବହାର କରିବାକୁ ଯାଉଅଛ, ତେବେ ବିନୟ କରୁଅଛି, ମୁଁ ଯଦି ତୁମ୍ଭ ଅନୁଗ୍ରହର ପାତ୍ର, ତେବେ ମୋତେ ମାରିଦିଅ ପଛେ, ଏପରି ଦୁର୍ଗତି ଦେଖିବାକୁ ଦିଅ ନାହିଁ।”
16
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, “ଇସ୍ରାଏଲର ଏପରି ସତୁରି ଜଣ ପ୍ରାଚୀନ ଲୋକଙ୍କୁ ଡାକ। ସେମାନଙ୍କୁ ସମାଗମ-ତମ୍ବୁ ନିକଟକୁ ଆଣ। ସେମାନେ ତୁମ୍ଭ ସହିତ ଛିଡ଼ା ହେବା ଉଚିତ୍।
17
ମୁଁ ସେହି ସ୍ଥାନକୁ ଓହ୍ଲାଇ ଆସି ତୁମ୍ଭ ସଙ୍ଗେ କଥା କହିବି ଓ ତୁମ୍ଭଠାରେ ଯେଉଁ ଆତ୍ମା ଅଛି ତହିଁରୁ ନେଇ ସେମାନଙ୍କୁ ଦେବା, ତହିଁରେ ତୁମ୍ଭେ ଯେପରି ଏକାକୀ ଭାର ବହନ କରିବ ନାହିଁ, ସେଥିପାଇଁ ସେମାନେ ମଧ୍ୟ ତୁମ୍ଭ ସହିତ ଦାୟିତ୍ୱ ଭାର ବହନ କରିବେ।
18
“ଲୋକମାନଙ୍କୁ କୁହ, କାଲି ପାଇଁ ନିଜକୁ ପବିତ୍ର କର। ଆଉ ତୁମ୍ଭେମାନେ ମାଂସ ଖାଇବ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ କର୍ଣ୍ଣ ଗୋଚରରେ କହିଅଛ, ‘କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ? ବରଂ ମିଶର ଦେଶରେ ଆମ୍ଭମାନଙ୍କର ମଙ୍ଗଳ ଥିଲା!’ ଏଣୁ ସଦାପ୍ରଭୁ ତୁମ୍ଭମାନଙ୍କୁ ମାଂସ ଖାଇବାକୁ ଦେବେ।
19
ତୁମ୍ଭେମାନେ ଦିନେ କି ଦୁଇ ଦିନ କି ପାଞ୍ଚ ଦିନ କି ଦଶ ଦିନ କି କୋଡ଼ିଏ ଦିନ ଖାଇବ ତାହା ନୁହେଁ।
20
ତୁମ୍ଭେ ସମ୍ପୂର୍ଣ୍ଣ ଏକ ମାସ ମାଂସ ଭକ୍ଷ୍ୟଣ କରିବ। ତୁମ୍ଭେ ମାଂସକୁ ଭକ୍ଷ୍ୟଣ କରିବ, ଘୃଣାଯୋଗ୍ୟ ନ ହେବା ପର୍ଯ୍ୟନ୍ତ। ଆଉ ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ନ ହୁଏ। କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କୁ ପ୍ରତ୍ୟାଖ୍ୟାନ କରିଛ, ଯିଏ ତୁମ୍ଭ ସହିତ ଅଛନ୍ତି ଏବଂ ତୁମ୍ଭେମାନେ ତାଙ୍କଠାରେ ଆପତ୍ତି କରିବ ଏହା କହି, ‘ଆମ୍ଭେମାନେ କାହିଁକି ମିଶରରୁ ବାହାରି ଆସିଲୁ?’”
21
ତେବେ ମୋଶା କହିଲେ, “ସଦାପ୍ରଭୁ, ମୁଁ ଯେଉଁ ଲୋକମାନଙ୍କ ମଧ୍ୟରେ ଅଛି ସେମାନେ ଛଅ ଲକ୍ଷ ପଦାତିକ। ତଥାପି ତୁମ୍ଭେ କହୁଅଛ, ‘ଆମ୍ଭେ ସେମାନଙ୍କୁ ମାଂସ ଦେବା, ସେମାନେ ତାହା ସମ୍ପୂର୍ଣ୍ଣ ଏକ ମାସ ଖାଇବେ!’
22
ସେମାନଙ୍କୁ ଯୋଗାଇବା ପାଇଁ ପଲ ମଧ୍ୟରୁ ସମସ୍ତ ଗୋମେଷ ବଧ କଲେ ମଧ୍ୟ ଏକ ମାସ ପାଇଁ ଅଣ୍ଟିବ ନାହିଁ। ଆଉ ସମୁଦ୍ରର ସମସ୍ତ ମାଛ ସେମାନଙ୍କୁ ଯଥେଷ୍ଟ ନୁହେଁ!”
23
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “କ’ଣ ସଦାପ୍ରଭୁଙ୍କ ଶକ୍ତି ସିମୀତ? ତୁମ୍ଭେମାନେ ବର୍ତ୍ତମାନ ଦେଖିବ, ଯଦି ସଦାପ୍ରଭୁଙ୍କ ବାକ୍ୟ ତୁମ୍ଭ ପ୍ରତି ସତ ହେବ।”
24
ତେବେ ମୋଶା ବାହାରକୁ ଯାଇ ଲୋକମାନଙ୍କୁ କହିଲେ, ଯାହା ସଦାପ୍ରଭୁ କହିଥିଲେ। ପୁଣି ସେ ଲୋକମାନଙ୍କର ପ୍ରାଚୀନବର୍ଗ ମଧ୍ୟରୁ ସତୁରି ଜଣଙ୍କୁ ଏକତ୍ର କରି ତମ୍ବୁର ଚତୁର୍ଦ୍ଦିଗରେ ଛିଡ଼ା କରାଇଲେ।
25
ତା’ପରେ ସଦାପ୍ରଭୁ ମେଘରୁ ଓହ୍ଲାଇ ମୋଶାଙ୍କୁ କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠାରେ ଥିଲା, ତହିଁରୁ ନେଇ ସତୁରି ପ୍ରାଚୀନବର୍ଗଙ୍କୁ ଦେଲେ। ଯେତେବେଳେ ସେମାନଙ୍କ ଉପରେ ଆତ୍ମା ଅବସ୍ଥାନ କଲା, ସେମାନେ ଭବିଷ୍ୟଦ୍ କଥା ପ୍ରଗ୍ଭର ଆରମ୍ଭ କଲେ, ଏବଂ ସେମାନେ ଆଉ ବନ୍ଦ କଲେ ନାହିଁ।
26
ମାତ୍ର ଛାଉଣି ମଧ୍ୟରେ ଦୁଇଜଣ ପ୍ରାଚୀନ ଇଲଦଦ୍ ଓ ମେଦଦ୍ ରହିଲେ, ଯଦିଓ ସେମାନେ ତାଲିକାରେ ଥିଲେ, ସେମାନେ ତମ୍ବୁ ବାହାରକୁ ଆସି ନ ଥିଲେ। ସେମାନଙ୍କ ଉପରେ ସେହି ଆତ୍ମା ଅବସ୍ଥାନ କଲା ଓ ସେମାନେ ଛାଉଣି ମଧ୍ୟରେ ରହି ଭବିଷ୍ୟଦ୍ କଥା ପ୍ରଗ୍ଭର ଆରମ୍ଭ କଲେ।
27
ତହୁଁ ଜଣେ ଯୁବକ ଦୌଡ଼ି ଯାଇ ମୋଶାଙ୍କୁ କହିଲା, “ଇଲଦଦ୍ ଓ ମେଦଦ୍ ଛାଉଣି ଭିତରେ ରହି ଭବିଷ୍ୟଦ୍ କଥା ପ୍ରଗ୍ଭର କରୁଅଛନ୍ତି।”
28
ତହିଁରେ ନୂନର ପୁତ୍ର ଯିହୋଶୂୟ ମୋଶାଙ୍କୁ କହିଲେ, “ହେ ମୋହର ମୁନିବ ମୋଶା, ସେମାନଙ୍କୁ ସ୍ଥଗିତ କରନ୍ତୁ।” ଯିହୋଶୂୟ ଯୁବକ ସମୟରୁ ମୋଶାଙ୍କର ଜଣେ ମନୋନୀତ ସହକାରୀ ଥିଲେ।
29
ମୋଶା ଉତ୍ତର ଦେଲେ, “ତୁମ୍ଭେ ମୋ’ ସକାଶୁ କ’ଣ ଈର୍ଷା କରୁଅଛୁ? ସଦାପ୍ରଭୁ ସମସ୍ତ ଲୋକଙ୍କୁ ଭବିଷ୍ୟଦ୍ବାଣୀ କରିବା ପାଇଁ ସେମାନଙ୍କ ଉପରେ ଆପଣା ଆତ୍ମା ଦିଅନ୍ତୁ।”
30
ଏହା ପରେ ମୋଶା ଓ ଇସ୍ରାଏଲ ପ୍ରାଚୀନଗଣ ଛାଉଣିକି ଗମନ କଲେ।
31
ଭାଟୋଇ ପକ୍ଷୀଙ୍କ ଆଗମନ ଅନନ୍ତର ସଦାପ୍ରଭୁଙ୍କ ନିକଟରୁ ବାୟୁ ବହିଲା ଓ ତାହା ସମୁଦ୍ରରୁ ଭାଟୋଇ ପକ୍ଷୀ ଆଣିଲା। ସେମାନଙ୍କର ସଂଖ୍ୟା ଏତେ ଅଧିକ ହେଲା ଯେ ସେମାନେ ଛାଉଣିର ଚତୁର୍ଦ୍ଦିଗରେ ଏପାଖେ ଦିନକର ପଥ ଓ ସେ ପାଖେ ଦିନକର ପଥ ପର୍ଯ୍ୟନ୍ତ ବ୍ୟାପି ରହିଲେ। ସେମାନେ ଭୂମିଠାରୁ ପ୍ରାୟ ଦୁଇ ଫୁଟ ବହଳରେ ଗଦା ହୋଇଗଲେ।
32
ତହିଁରେ ଲୋକମାନେ ଛିଡ଼ା ହୋଇ ସେହି ସମସ୍ତ ଦିବାରାତ୍ର ଓ ପରଦିନ ସମସ୍ତ ଦିବସ ସେହି ଭାଟୋଇ ପକ୍ଷୀ ସଂଗ୍ରହ କଲେ। କେହି ଦଶ ବୁଶେଲରୁ ଊଣା ସଂଗ୍ରହ କଲା ନାହିଁ। ଆଉ ସେମାନେ ନିଜ ପାଇଁ ଛାଉଣିର ଗ୍ଭରିଆଡ଼େ ତାହା ବିଛାଇ ରଖିଲେ।
33
ସେମାନଙ୍କ ଦନ୍ତ ମଧ୍ୟରେ ମାଂସ ଥିଲାବେଳେ ତାହା ଚର୍ବଣ କରିବା ପୂର୍ବରୁ ସଦାପ୍ରଭୁଙ୍କ କ୍ରୋଧ ସେମାନଙ୍କ ଉପରେ ପ୍ରଜ୍ୱଳିତ ହେଲା। ତହୁଁ ସଦାପ୍ରଭୁ ସେମାନଙ୍କୁ ମହାମାରୀରେ ସଂହାର କଲେ ଓ ସେହି ସ୍ଥାନରେ ସେମାନେ କବର ନେଲେ।
34
ତେଣୁ ସେହି ସ୍ଥାନର ନାମ କିବ୍ରୋତ୍-ହତ୍ତାବା ହେଲା। କାରଣ ସେମାନେ ଖାଦ୍ୟ ନିମନ୍ତେ ଲୋଭୀ ଲୋକମାନଙ୍କୁ ସେହି ସ୍ଥାନରେ କବର ଦେଲେ।
35
ଲୋକମାନେ କିବ୍ରୋତ-ହତ୍ତାବାଠାରୁ ହତ୍ସେରୋତକୁ ଯାତ୍ରା କରି ସେହିଠାରେ ରହିଲେ।
← Chapter 10
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 12 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36