bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Numbers 14
Numbers 14
Odia Bible ERV 2004 (ପବିତ୍ର ବାଇବଲ)
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 15 →
1
ଲୋକମାନେ ପୁନର୍ବାର ଅଭିଯୋଗ କରନ୍ତି ସମସ୍ତ ମଣ୍ତଳୀ ସେହି ରାତ୍ରିରେ ଛାଉଣିରେ ଉଚ୍ଚସ୍ୱରରେ ରୋଦନ କଲେ।
2
ପୁଣି ଇସ୍ରାଏଲ ଲୋକମାନେ ସମସ୍ତେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଅଭିଯୋଗ କଲେ, ଆଉ ସମସ୍ତ ମଣ୍ତଳୀ ସେମାନଙ୍କ ଆଗରେ ଅଭିଯୋଗ କଲେ, “ଯଦି ଆମ୍ଭେମାନେ ସେହି ମିଶର ଦେଶରେ କିମ୍ବା ମରୁଭୂମିରେ ମରିଯାଇଥା’ନ୍ତୁ, ତେବେ ଭଲ ହୋଇଥା’ନ୍ତା।
3
ସଦାପ୍ରଭୁ ଆମ୍ଭମାନଙ୍କୁ ଖଡ଼୍ଗରେ ନିପାତ କରିବାକୁ କାହିଁକି ଏ ଦେଶକୁ ଆଣିଲେ? ଆମ୍ଭମାନଙ୍କ ସ୍ତ୍ରୀ ଓ ବାଳକମାନେ ବନ୍ଦୀରୂପେ ନିଆଯିବେ। ମିଶରକୁ ଫେରି ଯିବାଟା ଆମ୍ଭମାନଙ୍କ ପକ୍ଷରେ ଭଲ ହୁଅନ୍ତା।”
4
ସେମାନେ ପରପ୍ପର ମଧ୍ୟରେ କଥା ହେଲେ, “ଆସ, ଆମ୍ଭେମାନେ ଜଣକୁ ପ୍ରାଧାନ କରି ମିଶରକୁ ଫେରିଯିବା।”
5
ତହିଁରେ ମୋଶା ଓ ହାରୋଣ ଏତେ ବ୍ୟତିବ୍ୟସ୍ତ ହୋଇଗଲେ ଯେ, ସେମାନେ ଇସ୍ରାଏଲର ଲୋକମାନଙ୍କ ଆଗରେ ମୁହଁ ମାଡ଼ି ଭୂମିରେ ପଡ଼ିଗଲେ।
6
ତହୁଁ ଦେଶ ଅନୁସନ୍ଧାନକାରୀ ଲୋକମାନଙ୍କ ମଧ୍ୟରୁ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ୍ ନିଜ ନିଜ ବସ୍ତ୍ର ଚିରିଲେ।
7
ଆଉ ଏହି ଦୁଇଲୋକ ଇସ୍ରାଏଲ ଲୋକମାନଙ୍କର ସମସ୍ତ ମଣ୍ତଳୀକି କହିଲେ, “ଆମ୍ଭେମାନେ ଯେଉଁ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲୁ, ତାହା ଅତ୍ୟନ୍ତ ଉତ୍ତମ ଦେଶ।
8
ଯେବେ ସଦାପ୍ରଭୁ ଆମ୍ଭମାନଙ୍କଠାରେ ସନ୍ତୁଷ୍ଟ ହୁଅନ୍ତି ତେବେ ସେ ଆମ୍ଭମାନଙ୍କୁ ସେହି ଦେଶକୁ ଆଣିବେ ଓ ତାହା ଆମ୍ଭମାନଙ୍କୁ ଦେବେ, ସେହି ଦେଶ ଦୁଗ୍ଧମଧୁପ୍ରବାହୀ ଅଟେ।
9
ତେଣୁ ସଦାପ୍ରଭୁଙ୍କ ବିରୁଦ୍ଧରେ ଯାଅ ନାହିଁ, ଆଉ ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ। ସେମାନେ ଆମ୍ଭମାନଙ୍କର ଖାଦ୍ୟ ସ୍ୱରୂପ। ସେମାନଙ୍କର ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି। ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି, ଭୟ କର ନାହିଁ।”
10
ମାତ୍ର ସମସ୍ତ ମଣ୍ତଳୀ ସେମାନଙ୍କୁ ପଥର ମାରି ହତ୍ୟା କରିବାକୁ କହିଲେ। ସେତେବେଳେ ସଦାପ୍ରଭୁଙ୍କର ମହିମା ସମାଗମ-ତମ୍ବୁରେ ଇସ୍ରାଏଲର ସମସ୍ତ ଲୋକମାନଙ୍କ ପ୍ରତି ପ୍ରକାଶିତ ହେଲା।
11
ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଲୋକମାନେ କେତେକାଳ ମୋତେ ପ୍ରତ୍ୟାଖ୍ୟାନ କରିବେ? ଆଉ ସେମାନଙ୍କ ମଧ୍ୟରେ କରିଥିବା ଆଶ୍ଚର୍ଯ୍ୟ କାର୍ଯ୍ୟ ସତ୍ତ୍ୱେ, କେତେ ଦିନ ସେମାନେ ମୋତେ ଅବିଶ୍ୱାସ କରିବେ?
12
ମୁଁ ମହାମାରୀଦ୍ୱାରା ସେମାନଙ୍କୁ ସଂହାର କରିବି ଓ ସେମାନଙ୍କର ଅଧିକାର ଛଡ଼େଇ ନେବି। ପୁଣି ସେମାନଙ୍କଠାରୁ ତୁମ୍ଭକୁ ବଡ଼ ଓ ବଳବାନ ଜାତି କରିବି।”
13
ତା’ପରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ତେବେ ମିଶରୀୟ ଲୋକମାନେ ତ ଏହା ଶୁଣିବେ, କାରଣ ତୁମ୍ଭେ ଆପଣା ପରାକ୍ରମ ଦ୍ୱାରା ସେମାନଙ୍କ ମଧ୍ୟରୁ ଏହି ଲୋକମାନଙ୍କୁ ଆଣିଅଛ।
14
ପୁଣି ସେମାନେ ଏ ଦେଶ ନିବାସୀମାନଙ୍କୁ ତାହା କହିବେ, ସେମାନେ ଶୁଣିଛନ୍ତି ଯେ, ତୁମ୍ଭେ ସଦାପ୍ରଭୁ ଏହି ଲୋକମାନଙ୍କ ମଧ୍ୟରେ ଅଛନ୍ତି, କାରଣ ତୁମ୍ଭେ ସେମାନଙ୍କୁ ପ୍ରତ୍ୟକ୍ଷ ଦର୍ଶନ ଦେଉଅଛ ଓ ତୁମ୍ଭ ମେଘ ସେମାନଙ୍କ ଉପରେ ଅବସ୍ଥାନ କରୁଅଛି। ତୁମ୍ଭେ ଦିନ ବେଳେ ମେଘସ୍ତମ୍ଭରେ ଓ ରାତ୍ରି ବେଳେ ଅଗ୍ନି ସ୍ତମ୍ଭରେ ସେମାନଙ୍କ ଆଗେ ଆଗେ ଗମନ କରୁଅଛ।
15
ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଏକାଥରେ ବଧ କରିବ, ତେବେ ଯେଉଁ ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭ ଶକ୍ତିର କଥା ଶୁଣିଛନ୍ତି, ସେମାନେ କହିବେ,
16
‘ସଦାପ୍ରଭୁ ଏହି ଲୋକମାନଙ୍କୁ ଯେଉଁ ଦେଶ ଦେବାକୁ ପ୍ରତିଜ୍ଞା କରିଥିଲେ, ସେହି ଦେଶକୁ ସେମାନଙ୍କୁ ଆଣି ପାରିଲେ ନାହିଁ, ଏଣୁ ସେ ସେମାନଙ୍କୁ ମରୁଭୂମିରେ ବଧ କରିଅଛନ୍ତି।’
17
“ଯେପରି ତୁମ୍ଭେ କହିଅଛ, ଏବେ ମୁଁ ବିନୟ କରୁଅଛି, ପ୍ରଭୁଙ୍କ ପରାକ୍ରମ ମହାନ୍ ହେଉ।
18
‘ସଦାପ୍ରଭୁ କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ଓ ଅପରାଧୀ ଓ ବ୍ୟବସ୍ଥା ଲଘଂନକାରୀର କ୍ଷମାକାରୀ। ତଥାପି ଦୋଷୀର ଦଣ୍ତଦାତା, ପୁଣି ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନଗଣ ଉପରେ ପିତୃଗଣର ଅପରାଧର ଫଳ ସେ ଦେଇଥା’ନ୍ତି।’
19
ମୁଁ ବିନୟ କରୁଅଛି, ତୁମ୍ଭେ ଆପଣା ଦୟାର ମହତ୍ତ୍ୱ ଅନୁସାରେ ଏହି ଲୋକମାନଙ୍କୁ ମିଶରଠାରୁ ଏପର୍ଯ୍ୟନ୍ତ ଯେପରି କ୍ଷମା କରିଅଛ ତଦନୁସାରେ ଏହି ଲୋକମାନଙ୍କର ଅପରାଧ କ୍ଷମା କର।”
20
ସଦାପ୍ରଭୁ କହିଲେ, “ଯେପରି ତୁମ୍ଭେ ମୋତେ ଅନୁରୋଧ କଲ, ମୁଁ ସେମାନଙ୍କୁ କ୍ଷମା ଦେଲି।
21
କିନ୍ତୁ ମୁଁ ପ୍ରତିଜ୍ଞା କରୁଅଛି ଯେ, ଏହି ସମସ୍ତ ପୃଥିବୀ ସଦାପ୍ରଭୁଙ୍କ ମହିମାରେ ପରିପୂର୍ଣ୍ଣ ହେବ।
22
ଏମାନଙ୍କ ମଧ୍ୟରୁ ଏହି ଲୋକ ମୋର ମହିମା ଦେଖିଲେ, ପୁଣି ଯେଉଁମାନେ ମିଶରରେ ଓ ମରୁଭୂମିରେ ଚିହ୍ନସ୍ୱରୂପ ମୋର କୃତ କର୍ମ ଦେଖାଇଛନ୍ତି ଏବଂ ଯେଉଁମାନେ ମୋତେ ବହୁତ ଥର ପରୀକ୍ଷା କରିଛନ୍ତି ଓ ଯେଉଁମାନେ ମୋ’ ବାକ୍ୟ ରବରେ ଅମନୋଯୋଗୀ ହୋଇଅଛନ୍ତି,
23
ସେମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ଏମାନଙ୍କ ମଧ୍ୟରୁ କେହି ସେ ଦେଶ ଦେଖି ପାରିବେ ନାହିଁ। କାରଣ ସେମାନେ ମୋତେ ଅବଜ୍ଞା କରିଛନ୍ତି, ତେଣୁ ସେମାନଙ୍କ ମଧ୍ୟରୁ କେହି ତାହା ଦେଖିବେ ନାହିଁ।
24
ମାତ୍ର ଆମ୍ଭର ସେବକ କାଲେବ ସେମାନଙ୍କଠାରୁ ଭିନ୍ନ। ସେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇଅଛି। ଏଣୁ ସେ ଯେଉଁ ଦେଶକୁ ଯାଇଥିଲା, ସେହି ଦେଶରେ ଆମ୍ଭେ ତାହାକୁ ପ୍ରବେଶ କରାଇବା ଓ ତାହାର ବଂଶ ତାହା ଅଧିକାର କରିବେ।
25
ବର୍ତ୍ତମାନ ଅମାଲେକୀୟ ଓ କିଣାନୀୟମାନେ ତଳ ଭୂମିରେ ବାସ କରନ୍ତି। କାଲି ତୁମ୍ଭେମାନେ ଫେରି ଲୋହିତ ସାଗର ପଥଦେଇ ମରୁଭୂମିକୁ ଗମନ କରିବା ଉଚିତ୍।”
26
ସଦାପ୍ରଭୁ ଲୋକମାନଙ୍କୁ ଶାସ୍ତି ଦେଲେ ଅନନ୍ତର ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
27
“ମୋ’ ବିରୁଦ୍ଧରେ ଅଭିଯୋଗ କରାଯାଉଛି, ମୁଁ କେତେକାଳ ସହିବି ଏହି ଦୁଷ୍ଟ ଲୋକମାନଙ୍କ ନିମନ୍ତେ? ଇସ୍ରାଏଲର ଲୋକମାନେ ଯେଉଁ ଅଭିଯୋଗ କରୁଛନ୍ତି ତାହା ମୁଁ ଶୁଣିଲି।
28
ସେମାନଙ୍କୁ କୁହ, ‘ସଦାପ୍ରଭୁ ପ୍ରତିଜ୍ଞା କରନ୍ତି। ସେମାନେ ଯାହା ଅଭିଯୋଗ କରିଛନ୍ତି’ ତାହା ହିଁ ମୁଁ କରିବି।
29
ତୁମ୍ଭେମାନେ ଏହି ମରୁଭୂମି ମଧ୍ୟରେ ମରିବ। କୋଡ଼ିଏ ବର୍ଷରୁ ଅଧିକ ବୟସ୍କ ତୁମ୍ଭମାନଙ୍କ ମଧ୍ୟରୁ ଗଣ୍ୟ ହୋଇଥିବା ଲୋକମାନେ ସମ୍ପୂର୍ଣ୍ଣ ସଂଖ୍ୟା ଅନୁସାରେ ଯେଉଁମାନେ ମୋ’ ବିରୁଦ୍ଧରେ ଅଭିଯୋଗ କରିଛନ୍ତି, ସମସ୍ତେ ମରିବେ।
30
ତୁମ୍ଭମାନଙ୍କ ମଧ୍ୟରୁ କେହି, ଆମ୍ଭେ ଯେଉଁ ଦେଶ ତୁମ୍ଭମାନଙ୍କୁ ଦେବାକୁ ପ୍ରତିଜ୍ଞା କରିଥିଲୁ, ସେଠାରେ ପ୍ରବେଶ କରି ପାରିବ ନାହିଁ। କେବଳ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ସେ ଦେଶରେ ପ୍ରବେଶ କରିବେ।
31
ତୁମ୍ଭେ କହିଲ, ତୁମ୍ଭ ପିଲାମାନଙ୍କୁ ବୋହି ନିଆଯିବ। କିନ୍ତୁ ସେମାନଙ୍କୁ ମୁଁ ସେହି ସ୍ଥାନକୁ ଆଣିବି। ଆଉ ତୁମ୍ଭେମାନେ ଯେଉଁ ଦେଶକୁ ପ୍ରତ୍ୟାଖ୍ୟାନ କରିଥିଲ, ସେମାନେ ତାହା ଉପଭୋଗ କରିବେ।
32
ମାତ୍ର ତୁମ୍ଭେମାନେ ଏହି ମରୁଭୂମିରେ ମୃତ୍ୟୁବରଣ କରିବ।
33
“‘ତୁମ୍ଭମାନଙ୍କ ସନ୍ତାନଗଣ ଗ୍ଭଳିଶ୍ ବର୍ଷ ଏହି ପ୍ରାନ୍ତରରେ ଭ୍ରମଣ କରିବେ ଓ ସେମାନେ ତୁମ୍ଭମାନଙ୍କର ଅବିଶ୍ୱସ୍ତତା ପାଇଁ ଯନ୍ତ୍ରଣା ଭୋଗ କରିବେ। ତୁମ୍ଭମାନଙ୍କ ଶବ ଏହି ମରୁଭୂମିରେ ବିନଷ୍ଟ ନ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କ ବ୍ୟଭିଗ୍ଭରର, ତୁମ୍ଭେ ତୁମ୍ଭର ପାପର ଫଳ ଭୋଗିବ।
34
ଗୋଟିଏ ବର୍ଷ ଗୋଟିଏ ଦିନ ହିସାବରେ ତୁମ୍ଭେମାନେ ଗ୍ଭଳିଶ୍ ବର୍ଷ ସେହି ଦେଶ ଅନୁସନ୍ଧାନ କରିବା ସମୟରେ ପ୍ରାନ୍ତରର ଏଣେ ତେଣେ ବୁଲିବ, ତା’ପରେ ମୋର କ୍ରୋଧ ତୁମ୍ଭେ ଜାଣିବ।’
35
“ମୁଁ ସଦାପ୍ରଭୁ ଅନନ୍ତର ଏହା କହିଲି, ମୋ’ ବିଷୟରେ ଯେଉଁ ଦୁଷ୍ଟ ମଣ୍ତଳୀ ଏକତ୍ରିତ ହୋଇଅଛନ୍ତି, ତାହା ପ୍ରତି ମୁଁ ନିଶ୍ଚୟ ପ୍ରତିଫଳ କରିବି। ସେମାନେ ଏଠାରେ ନଷ୍ଟ ହେବେ ଓ ଏହି ସ୍ଥାନରେ ସେମାନେ ମରିବେ।”
36
ଯେଉଁ ଲୋକମାନଙ୍କୁ ମୋଶା ସେ ଦେଶ ଅନୁସନ୍ଧାନ କରିବାକୁ ପ୍ରେରଣ କରିଥିଲେ, ସେମାନେ ଫେରି ଆସି ସେହି ଦେଶର ଅଖ୍ୟାତି ପ୍ରଗ୍ଭର କଲେ ଓ ସମସ୍ତ ମଣ୍ତଳୀ ବିରୁଦ୍ଧରେ ଅଭିଯୋଗ ଆଣିଲେ।
37
ଯେଉଁମାନେ ଇସ୍ରାଏଲ ଲୋକମାନଙ୍କ ମଧ୍ୟରେ ସେ ଦେଶର ଅପଖ୍ୟାତି ପ୍ରଗ୍ଭର କରିଥିଲେ, ସେମାନେ ସଦାପ୍ରଭୁଙ୍କ ଉପସ୍ଥିତରେ ମହାମାରୀ ଦ୍ୱାରା ମଲେ।
38
ମାତ୍ର ଦେଶ ଅନୁସନ୍ଧାନକାରୀ ଲୋକମାନଙ୍କ ମଧ୍ୟରୁ କେବଳ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ୍ ଜୀବିତ ରହିଲେ।
39
ଲୋକମାନେ କିଣାନ ଦେଶକୁ ଯିବାକୁ ଚେଷ୍ଟା କଲେ ଆଉ ମୋଶା ଇସ୍ରାଏଲର ସମସ୍ତ ଲୋକଙ୍କୁ ଏହିକଥା କହିଲେ, ତହିଁରେ ଲୋକମାନେ ଅତିଶୟ ବିଳାପ କଲେ।
40
ତହୁଁ ସେମାନେ ଅତି ପ୍ରାତଃକାଳରୁ ଉଠି ପର୍ବତ ଶୃଙ୍ଗ ଉପରକୁ ଯିବାକୁ ବାହାରି ସେମାନେ କହିଲେ, “ଦେଖ ଆମ୍ଭେମାନେ ଏଠାରେ ଅଛୁ, ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ ପ୍ରତିଜ୍ଞା କରିଥିଲେ, ସେହି ସ୍ଥାନକୁ ଯିବା, କାରଣ ଆମ୍ଭେମାନେ ପାପ କରିଅଛୁ।”
41
ତହିଁରେ ମୋଶା କହିଲେ, “ଏବେ ତୁମ୍ଭେମାନେ କି କାରଣରୁ ସଦାପ୍ରଭୁଙ୍କ ଆଜ୍ଞା ଲଘଂନ କରୁଅଛ? ତୁମ୍ଭମାନଙ୍କର ଏହି କର୍ମ ସଫଳ ହେବ ନାହିଁ।
42
ତୁମ୍ଭେମାନେ ଉପରକୁ ଯାଅ ନାହିଁ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ନାହାନ୍ତି। ତେଣୁ ତୁମ୍ଭେ ଅକ୍ଳେଶରେ ଶତ୍ରୁମାନଙ୍କଦ୍ୱାରା ପରାସ୍ତ ହେବ।
43
ଯେହେତୁ ଅମାଲେକୀୟ ଓ କିଣାନୀୟ ଲୋକମାନେ ସେଠାରେ ଅଛନ୍ତି, ତୁମ୍ଭେମାନେ ଖଡ଼୍ଗରେ ନିହତ ହେବ। ତୁମ୍ଭେମାନେ ସଦାପ୍ରଭୁଙ୍କ ବିଶ୍ୱାସଠାରୁ ବିମୁଖ ହେବାରୁ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ ନାହିଁ।”
44
ତଥାପି ସେମାନେ ପର୍ବତ ଶୃଙ୍ଗ ଉପରକୁ ଯିବାକୁ ଦୁଃସାହସ କଲେ। ମାତ୍ର ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ଓ ମୋଶା ସେମାନଙ୍କ ସହିତ ଗଲେ ନାହିଁ।
45
ସେତେବେଳେ ସେହି ପର୍ବତବାସୀ ଅମାଲେକୀୟ ଓ କିଣାନୀୟ ଲୋକମାନେ ଓହ୍ଲାଇ ଆସି ସେମାନଙ୍କୁ ଆକ୍ରମଣ କଲେ ଓ ସେମାନଙ୍କୁ ପରାସ୍ତକରି ହର୍ମା ପର୍ଯ୍ୟନ୍ତ ତଡ଼ି ଦେଲେ।
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 15 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36