bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Numbers 18
Numbers 18
Odia Bible ERV 2004 (ପବିତ୍ର ବାଇବଲ)
← Chapter 17
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 19 →
1
ଯାଜକମାନଙ୍କର ଓ ଲେବୀମାନଙ୍କର କାର୍ଯ୍ୟ ଅନନ୍ତର ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ତୁମ୍ଭର ପୁତ୍ରଗଣ ଓ ତୁମ୍ଭର ପରିବାର ପବିତ୍ର ସ୍ଥାନ ପାଇଁ ଦାୟୀ ରହିବ। ପୁଣି ଯାଜକତ୍ୱର କର୍ତ୍ତବ୍ୟ ପାଇଁ ତୁମ୍ଭେ ଓ ତୁମ୍ଭର ପୁତ୍ରଗଣ ଦାୟୀ ରହିବେ।
2
ତୁମ୍ଭେ ଲେବୀୟମାନଙ୍କଠାରୁ ତୁମ୍ଭର ଅନ୍ୟ ଭ୍ରାତୃଗଣଙ୍କୁ ତୁମ୍ଭ ନିକଟକୁ ଆଣ। ସେମାନେ ତୁମ୍ଭ ସହିତ ଯୋଗ ଦେବେ ଓ ତୁମ୍ଭର ସାହାଯ୍ୟ କରିବେ। ଯେତେବେଳେ ତୁମ୍ଭେ ଓ ତୁମ୍ଭ ପୁତ୍ରଗଣ ସାକ୍ଷ୍ୟ ତମ୍ବୁ ସମ୍ମୁଖରେ ରହିବ।
3
ସେମାନେ ତୁମ୍ଭକୁ ବିବରଣୀ ଦେବେ ଓ ପବିତ୍ର ତମ୍ବୁର ରକ୍ଷାର ଦାୟିତ୍ୱ ନେବେ। କିନ୍ତୁ ସେମାନେ ପବିତ୍ର ପାତ୍ର ନିକଟକୁ କିମ୍ବା ଯଜ୍ଞବେଦି ନିକଟକୁ ଯିବେ ନାହିଁ। ତେଣୁ ସେମାନେ ମରନ୍ତି ନାହିଁ, ତୁମ୍ଭେ ମଧ୍ୟ ନୁହଁ।
4
ସେମାନେ ତୁମ୍ଭ ସହିତ ଯୋଗ ଦେଇ ତୁମ୍ଭର ସମସ୍ତ ସେବାକର୍ମ ସହିତ ସମାଗମ-ତମ୍ବୁର ରକ୍ଷଣୀୟ ଦାୟିତ୍ୱ ନେବେ। ଆଉ କୌଣସି ଅନ୍ୟ ବଂଶୀୟ ଲୋକ ସେମାନଙ୍କ ନିକଟକୁ ଯିବ ନାହିଁ।
5
“ପୁଣି ଇସ୍ରାଏଲ ଲୋକମାନଙ୍କ ପ୍ରତି ଆମ୍ଭର କ୍ରୋଧ ଯେପରି ଆଉ ନ ଉପୁଜେ, ସେଥିପାଇଁ ତୁମ୍ଭେମାନେ ପବିତ୍ର ସ୍ଥାନର ଓ ଯଜ୍ଞବେଦିର ସୁରକ୍ଷାର ଦାୟିତ୍ୱ ନେବ।
6
ଆଉ ଆମ୍ଭେ ଇସ୍ରାଏଲର ଲୋକମାନଙ୍କ ମଧ୍ୟରୁ ତୁମ୍ଭ ଭ୍ରାତୃଗଣ ଲେବୀମାନଙ୍କୁ ଗ୍ରହଣ କରିଅଛୁ। ସେମାନେ ଯେପରି ସଦାପ୍ରଭୁଙ୍କର ଓ ସମାଗମ-ତମ୍ବୁର ସେବା କରି ପାରିବେ, ସେମାନେ ତୁମ୍ଭଙ୍କୁ ଉପହାର ସ୍ୱରୂପ ଦେଲେ।
7
କିନ୍ତୁ ତୁମ୍ଭେ ଓ ତୁମ୍ଭର ପୁତ୍ରଗଣ ଯଜ୍ଞବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦବସ୍ତ୍ର ଭିତରେ ପବିତ୍ର ସ୍ଥାନରେ ଯାଜକତ୍ୱ ପାଳନ କରିବ ଓ ସେବା କରିବ, ଆମ୍ଭେ ଆମ୍ଭର ଦାନଜନିତ ସେବାରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ। ଯଦି କେହି ଅଜଣା ବ୍ୟକ୍ତି ମୋର ପବିତ୍ର ସ୍ଥାନ ନିକଟକୁ ଆସେ, ତାକୁ ହତ୍ୟା କରାଯିବ।”
8
ତା’ପରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ମୋତେ ଦିଆଯାଇଥିବା ଉପହାରର ଦାୟୀତ୍ୱ ମୁଁ ତୁମ୍ଭକୁ ଦେଲି। ତୁମ୍ଭକୁ ଓ ତୁମ୍ଭର ବଂଶଧରମାନଙ୍କୁ ମୁଁ ଦେଉଥିବା ପବିତ୍ର ଦ୍ରବ୍ୟ ସେମାନଙ୍କର ଚିରସ୍ଥାୟୀ ଅଂଶ ହେବ।
9
ମହାପବିତ୍ର ବସ୍ତ୍ରର ଏହିସବୁ ଅଂଶଗୁଡ଼ିକ ତୁମ୍ଭର ହେବ। ଏହି ଅଂଶଗୁଡ଼ିକ ଦଗ୍ଧ ହେବା ଉଚିତ୍ ନୁହଁ ଯଥା: ସେମାନଙ୍କର ଶସ୍ୟ ନୈବେଦ୍ୟ ପାପାର୍ଥକ ବଳି ଓ ଦୋଷାର୍ଥକ ବଳି। ଏଗୁଡ଼ିକ ମହାପବିତ୍ର ଓ ତାହା ତୁମ୍ଭ ପାଇଁ ଏବଂ ତୁମ୍ଭର ଭବିଷ୍ୟଦ୍ ବଂଶଧରଙ୍କ ପାଇଁ।
10
ତୁମ୍ଭେ ତାହାକୁ ମହାପବିତ୍ର ଭାବି ଭୋଜନ କରିବ। ପ୍ରତ୍ୟେକ ପୁରୁଷ ପବିତ୍ର ସ୍ଥାନରେ ତାହାକୁ ଭୋଜନ କରିବେ, ତାହା ତୁମ୍ଭ ପ୍ରତି ପବିତ୍ର ହେବ।
11
“ଇସ୍ରାଏଲର ଲୋକମାନଙ୍କ ସମସ୍ତ ଦୋଳନୀୟ ନୈବେଦ୍ୟର ଦାନ ମଧ୍ୟରୁ ଉତ୍ତୋଳନୀୟ ଉପହାର ଆମ୍ଭେ ତୁମ୍ଭକୁ, ତୁମ୍ଭର ପୁତ୍ରଗଣଙ୍କୁ ଓ ତୁମ୍ଭର କନ୍ୟାମାନଙ୍କୁ ଅନନ୍ତକାଳୀନ ଅଧିକାରାର୍ଥେ ଦେଲୁ। ତୁମ୍ଭ ପରିବାରର ପ୍ରତ୍ୟେକ ବିଧିସମ୍ମତ ଶୁଚି ଲୋକ ତାହା ଭୋଜନ କରି ପାରିବେ।
12
“ଇସ୍ରାଏଲ ଲୋକମାନେ ମୋ’ ଉଦ୍ଦେଶ୍ୟରେ ଯେଉଁ ପ୍ରଥମଜାତ ଉତ୍ତମ ତୈଳ, ଉତ୍ତମ ଦ୍ରାକ୍ଷାଫଳ ଓ ଶସ୍ୟ ଉତ୍ସର୍ଗ କରିବେ, ତାହା ସବୁ ଆମ୍ଭେ ତୁମ୍ଭକୁ ଦେଲୁ।
13
ସେମାନେ ନିଜ ନିଜ ଭୂମିରୁ ଉତ୍ପନ୍ନ ଯେଉଁସବୁ ପ୍ରଥମ ପକ୍ୱଫଳ ସଦାପ୍ରଭୁଙ୍କୁ ଉତ୍ସର୍ଗ କରନ୍ତି, ସେସବୁ ତୁମ୍ଭର ହେବ, ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ବିଧିସମ୍ମତ ଶୁଚି ବ୍ୟକ୍ତି ତାହା ଭୋଜନ କରିବ।
14
“ଇସ୍ରାଏଲରେ ସଦାପ୍ରଭୁଙ୍କୁ ଉତ୍ସର୍ଗୀକୃତ ସମସ୍ତ ଦ୍ରବ୍ୟ ତୁମ୍ଭର ହେବ।
15
ସେମାନେ ମନୁଷ୍ୟ ଓ ପଶୁମାନଙ୍କର ପ୍ରଥମଜାତ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବେ। ସେମାନେ ସମସ୍ତ ତୁମ୍ଭର, ତୁମ୍ଭେ ମନୁଷ୍ୟର ପ୍ରଥମଜାତକୁ ଓ ଅଶୁଚି ପଶୁକୁ ମୁକ୍ତ କରିବା ଉଚିତ୍।
16
ଯେତେବେଳେ ତୁମ୍ଭେ ଏକ ମାସର ଶିଶୁକୁ ମୁକ୍ତ କର, ତା’ର ନିରୂପିତ ମୂଲ୍ୟରେ ପବିତ୍ର ସ୍ଥାନର କୋଡ଼ିଏ ଗେରା ପରିମିତ ଶେକଲ ଅନୁସାରେ ପାଞ୍ଚ ଶେକଲ ରୂପାରେ ମୁକ୍ତ କରିବ।
17
“ମାତ୍ର ତୁମ୍ଭେ ଗୋରୁ କିମ୍ବା ମେଷ କିମ୍ବା ଛାଗର ପ୍ରଥମଜାତକୁ ମୁକ୍ତ କରିବ ନାହିଁ। ସେମାନେ ପବିତ୍ର, ତୁମ୍ଭେ ଯଜ୍ଞବେଦି ଉପରେ ସେମାନଙ୍କର ରକ୍ତ ଛିଞ୍ଚିବ ଏବଂ ସେମାନଙ୍କର ମେଦକୁ ଦଗ୍ଧ କରିବ। ଏହା ସଦାପ୍ରଭୁଙ୍କ ନିମନ୍ତେ ସୁବାସିତ ନୈବେଦ୍ୟ ହେବ।
18
ଆଉ ସେମାନଙ୍କର ମାଂସ, ଦୋଳନୀୟ ନୈବେଦ୍ୟାର୍ଥକ ବକ୍ଷ ଓ ଦକ୍ଷିଣ ଚଟୁଆ, ଏ ସମସ୍ତ ତୁମ୍ଭର ହେବ।
19
ଇସ୍ରାଏଲ ଲୋକମାନେ ଯେଉଁସବୁ ଦ୍ରବ୍ୟ ପବିତ୍ର କରି ଉତ୍ତୋଳନୀୟ ଉପହାରରୂପେ ସଦାପ୍ରଭୁଙ୍କୁ ଉତ୍ସର୍ଗ କରନ୍ତି, ସେ ସମସ୍ତ ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତୁମ୍ଭକୁ, ତୁମ୍ଭର ପୁତ୍ରଗଣକୁ ଓ ତୁମ୍ଭର କନ୍ୟାଗଣକୁ ଦେଲୁ। ତୁମ୍ଭ ପାଇଁ ଓ ତୁମ୍ଭ ବଂଶପାଇଁ ଏହା ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତକାଳୀନ ନିୟମ।”
20
ସଦାପ୍ରଭୁ ହାରୋଣଙ୍କୁ କହିଲେ, “ସେମାନଙ୍କ ଭୂମିରେ ତୁମର କୈଣସି ଅଧିକାର ରହିବ ନାହିଁ, ସେମାନଙ୍କ ମଧ୍ୟରେ ତୁମ୍ଭର କୌଣସି ଭାଗ ରହିବ ନାହିଁ। ମାତ୍ର ଇସ୍ରାଏଲର ଲୋକମାନଙ୍କ ମଧ୍ୟରେ ମୁଁ ହିଁ ତୁମ୍ଭର ଭାଗ ଓ ତୁମ୍ଭର ଅଧିକାର।
21
“ପୁଣି ଇସ୍ରାଏଲର ଲୋକମାନେ ଯେଉଁ ଏକ ଦଶମାଂଶ ଦେବେ, ଲେବୀ ଗୋଷ୍ଠୀର ଲୋକମାନେ ଏହା ଉପଭୋଗ କରିବେ, ସମାଗମ-ତମ୍ବୁ ସମ୍ବନ୍ଧୀୟ ସେବାକାର୍ଯ୍ୟ ପାଇଁ ପରିଶୋଧରେ ମୁଁ ଏହା ଲେବୀୟମାନଙ୍କୁ ଦେଲି।
22
ମାତ୍ର ଇସ୍ରାଏଲର ଅନ୍ୟମାନେ ସମାଗମ-ତମ୍ବୁ ନିକଟକୁ ଆସିବେ ନାହିଁ। ସେମାନେ ଆସିଲେ ମରିବେ।
23
ମାତ୍ର ଲେବୀମାନେ ସମାଗମ-ତମ୍ବୁର ସେବା କରିବେ ଓ ସେମାନେ ଏଥିପାଇଁ ଦାୟୀ ରହିବେ। ଏହା ପୁରୁଷାନୁକ୍ରମେ ଏକ ଅନନ୍ତକାଳୀନ ବିଧି ହେବ। କିନ୍ତୁ ସେମାନେ ଇସ୍ରାଏଲର ଲୋକମାନଙ୍କ ମଧ୍ୟରେ କୌଣସି ଦେଶ ଅଧିକାର ପାଇବେ ନାହିଁ।
24
କାରଣ ଇସ୍ରାଏଲର ଲୋକମାନେ ସଦାପ୍ରଭୁଙ୍କୁ ଉତ୍ତୋଳନୀୟ ଉପହାରରୂପେ ଯେଉଁ ଏକ ଦଶମାଂସ ଉତ୍ସର୍ଗ କରନ୍ତି, ତାହା ମୁଁ ଲେବୀୟମାନଙ୍କୁ ଅଧିକାରାର୍ଥେ ଦେଲି। ଏଣୁ ମୁଁ କହିଲି, ସେମାନେ ଇସ୍ରାଏଲର ଲୋକମାନଙ୍କ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ।”
25
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
26
“ଲେବୀୟମାନଙ୍କୁ କହିବ, ଆମ୍ଭେ ତୁମ୍ଭମାନଙ୍କ ଅଧିକାରାର୍ଥେ ଇସ୍ରାଏଲର ଲୋକମାନଙ୍କଠାରୁ ଯେଉଁ ଏକ ଦଶମାଂଶ ତୁମ୍ଭମାନଙ୍କୁ ଦେଲୁ, ତାହା ଯେତେବେଳେ ତୁମ୍ଭେ ସେମାନଙ୍କଠାରୁ ଗ୍ରହଣ କରିବ ସେତେବେଳେ ତୁମ୍ଭେମାନେ ସଦାପ୍ରଭୁଙ୍କୁ ମୋଟରୁ ପାଇଥିବା ଏକ ଦଶମାଂଶ ଉତ୍ସର୍ଗ କରିବ।
27
ଠିକ୍ ଶସ୍ୟ ଓ ନୂତନ ଦ୍ରାକ୍ଷାରସ ପରି ଏହା ତୁମ୍ଭର ଉପହାର ହେବ।
28
ଏହିରୂପେ ତୁମ୍ଭେମାନେ ଇସ୍ରାଏଲ ଲୋକମାନଙ୍କଠାରୁ ଯେଉଁ ଏକ ଦଶମାଂଶ ଗ୍ରହଣ କରିବ, ତହିଁରୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ। ସଦାପ୍ରଭୁଙ୍କୁ ଦେଉଥିବା ଉପହାର ଯାଜକ ହାରୋଣକୁ ଦେବ।
29
ଇସ୍ରାଏଲର ଲୋକମାନେ ଯେଉଁ ଦଶମାଂଶ ତୁମ୍ଭମାନଙ୍କୁ ଦେବେ, ତୁମ୍ଭେମାନେ ତହିଁରୁ ସର୍ବୋତ୍ତମ ଓ ପବିତ୍ରତମ ଅଂଶ ମନୋନୀତ କରି ଦଶମାଂଶ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବ।
30
“ମୋଶା ଲେବୀୟମାନଙ୍କୁ କହିଲେ, ଯେତେବେଳେ ତୁମ୍ଭେ ସର୍ବୋତ୍ତମ ଅଂଶ ଉତ୍ସର୍ଗ କର, ଏହା ଇସ୍ରାଏଲ ଲୋକମାନେ ଉତ୍ସର୍ଗ କରୁଥିବା ଶସ୍ୟ ଓ ଦ୍ରାକ୍ଷାରସ ତୁଲ୍ୟ ଗ୍ରହଣ କରାଯିବା ଉଚିତ୍।
31
ପୁଣି ତୁମ୍ଭେମାନେ ଓ ତୁମ୍ଭ ପରିବାର ଲୋକମାନେ ସବୁ ସ୍ଥାନରେ ତାହା ଭୋଜନ କରିବ। କାରଣ ତାହା ସମାଗମ-ତମ୍ବୁରେ କରିଥିବା ସେବାକାର୍ଯ୍ୟର ପୁରସ୍କାର ଅଟେ।
32
ଆଉ ସେହି ଉତ୍ତମ ଦ୍ରବ୍ୟ ନୈବେଦ୍ୟ ରୂପେ ଉତ୍ସର୍ଗ କଲେ ତୁମ୍ଭେମାନେ କୌଣସି ପାପ ବହନ କରିବ ନାହିଁ। ପୁଣି ତୁମ୍ଭେମାନେ ଯେପରି ନ ମରିବ ସେଥିପାଇଁ ଇସ୍ରାଏଲ ଲୋକମାନଙ୍କର ପବିତ୍ର ଦ୍ରବ୍ୟ ଅପବିତ୍ର କରିବ ନାହିଁ।”
← Chapter 17
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 19 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36