bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Philemon 1
Philemon 1
Odia Bible ERV 2004 (ପବିତ୍ର ବାଇବଲ)
Jump to:
Chapter 1
1
ଖ୍ରୀଷ୍ଟ ଯୀଶୁଙ୍କ ପାଇଁ ବନ୍ଦୀ ହୋଇଥିବା ପାଉଲ ଓ ଆମ୍ଭର ଭାଇ ତୀମଥିଙ୍କଠାରୁ
2
ଆମ୍ଭର ପ୍ରିୟ ମିତ୍ର ଓ ସହକର୍ମୀ ଫିଲୀମୋନ, ଆମ୍ଭର ଭଉଣୀ ଆପ୍ପିୟା, ସାଥୀ ସୈନିକ ଆର୍ଖିପ୍ପ, ଓ ତୁମ୍ଭ ଘରଠାରେ ଏକତ୍ରିତ ହେଉଥିବା ଉପାସନା ମଣ୍ଡଳୀକୁ ପତ୍ର ଲେଖୁଛୁ।
3
ଆମ୍ଭର ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭକୁ ଅନୁଗ୍ରହ ଓ ଶାନ୍ତି ମିଳୁ।
4
ଫିଲୀମୋନଙ୍କ ପ୍ରେମ ଓ ବିଶ୍ୱାସ ମୋ’ ପ୍ରାର୍ଥନାମାନଙ୍କରେ ମୁଁ ତୁମ୍ଭକୁ ସ୍ମରଣ କରେ। ତୁମ୍ଭ ପାଇଁ ସର୍ବଦା ମୁଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦିଏ।
5
ପରମେଶ୍ୱରଙ୍କ ସମସ୍ତ ପବିତ୍ର ଲୋକମାନଙ୍କ ପ୍ରତି ତୁମ୍ଭର ପ୍ରେମ ଓ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭର ବିଶ୍ୱାସ ବିଷୟରେ ମୁଁ ଶୁଣିଛି ଓ ମୁଁ ତୁମ୍ଭର ସେହି ପ୍ରେମ ଓ ବିଶ୍ୱାସ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛି।
6
ଖ୍ରୀଷ୍ଟଙ୍କଠାରେ ଥିବା ଆମ୍ଭର ସମସ୍ତ ଭଲ କଥାଗୁଡ଼ିକ ବୁଝିପାରିବା ପାଇଁ ତୁମ୍ଭର ବିଶ୍ୱାସର ସହଭାଗିତା ତୁମ୍ଭକୁ ସାହାଯ୍ୟ କରିବ ବୋଲି ମୁଁ ପ୍ରାର୍ଥନା କରେ।
7
ହେ ଭାଇ ପରମେଶ୍ୱରଙ୍କ ଲୋକମାନଙ୍କ ପ୍ରତି ତୁମ୍ଭେ ପ୍ରେମଭାବ ଦେଖାଇଛ, ସେମାନଙ୍କୁ ତୁମ୍ଭେ ଖୁସୀ କରିଛ। ଏହା ମୋତେ ବହୁତ ଆନନ୍ଦ ଓ ଆଶ୍ୱାସନା ଦେଲା।
8
ଅନୀସିମକୁ ଭାଇ ଭଳି ସ୍ୱୀକାର କର କେତେଗୁଡ଼ିଏ କଥା ତୁମ୍ଭର କରିବା ଉଚିତ୍। ଖ୍ରୀଷ୍ଟରେ ଭାଇ ହିସାବରେ ସତ୍କାର୍ଯ୍ୟ କରିବା ନିମନ୍ତେ ତୁମ୍ଭକୁ ଆଦେଶ ଦେବାର ମୋର ଅଧିକାର ଅଛି।
9
କିନ୍ତୁ ମୁଁ ତୁମ୍ଭକୁ ପ୍ରେମରେ ନିବେଦନ କରିବାକୁ ଇଚ୍ଛା କରେ। ମୁଁ ପାଉଲ, ବୁଢ଼ା ହୋଇ ଗଲିଣି ଓ ଖ୍ରୀଷ୍ଟ ଯୀଶୁଙ୍କ ପାଇଁ ବନ୍ଦୀ ହୋଇଛି।
10
ମୁଁ ତୁମ୍ଭକୁ ଅନୀସିମ ପାଇଁ ନିବେଦନ କରୁଛି। ମୁଁ ବନ୍ଦୀ ଗୃହରେ ଥିଲାବେଳେ ସେ ମୋର ସନ୍ତାନ ହୋଇଥିଲା।
11
ଅତୀତରେ ସେ ତୁମ୍ଭ ପାଇଁ ଅଦରକାରୀ ଥିଲା। କିନ୍ତୁ ଏବେ ସେ ମୋ’ ଓ ତୁମ୍ଭ ଦୁହିଁଙ୍କ ପାଇଁ ବଡ଼ ଉପଯୋଗୀ ଅଟେ।
12
ମୁଁ ତାହାକୁ ତୁମ୍ଭ ପାଖକୁ ଫେରାଇ ଦେଉଛି। ତା’ ସହିତ ମୋର ହୃଦୟ ମଧ୍ୟ ବନ୍ଧା ହୋଇଛି।
13
ମୁଁ ବନ୍ଦୀ ଗୃହରେ ଥିବା ସମୟରେ ମୋତେ ସୁସମାଗ୍ଭର ପାଇଁ ସାହାଯ୍ୟ କରିବ ବୋଲି ତାହାକୁ ମୋ’ ସହିତ ରଖିବାକୁ ଗ୍ଭହୁଁଥିଲି। ମୋତେ ସାହାଯ୍ୟ କରିବା ଦ୍ୱାରା ସେ ତୁମ୍ଭର ସେବା କରିଥା’ନ୍ତା।
14
କିନ୍ତୁ ତୁମ୍ଭମାନଙ୍କୁ ପ୍ରଥମେ ନ ପଗ୍ଭରି ମୁଁ କିଛି କରିବା ପାଇଁ ଇଚ୍ଛା କଲି ନାହିଁ। ତୁମ୍ଭର କୌଣସି ଭଲ କାମ ନିଜ ଇଚ୍ଛାରେ ହେଉ, ମୋର ବାଧ୍ୟ ବାଧକତାରେ ନ ହେଉ ବୋଲି ମୁଁ ଗ୍ଭହେଁ।
15
ଅନୀସିମ କ୍ଷଣିକ ପାଇଁ ତୁମ୍ଭଠାରୁ ଅଲଗା ଥିଲା। ଏହା ଏପରି ଘଟିଥାଇପାରେ ଯଦ୍ଦ୍ୱାରା ତୁମ୍ଭେ ତାହାକୁ ସବୁଦିନ ପାଇଁ ପୁନଃ ପ୍ରାପ୍ତ ହୋଇପାରିବ।
16
ଦାସ ହେବା ପାଇଁ ନୁହେଁ, ବରଂ ଦାସଠାରୁ ବଳି ଏକ ପ୍ରିୟ ଭାଇ ଭଳି। ମୁଁ ତାହାକୁ ବହୁତ ଭଲ ପାଏ। କିନ୍ତୁ ତୁମ୍ଭେ ଆହୁରି ଅଧିକ ଭଲ ପାଇବ। ତୁମ୍ଭେ ତାହାକୁ ଜଣେ ମଣିଷ ଓ ପ୍ରଭୁଙ୍କଠାରେ ଜଣେ ଭାଇ ଭଳି ଭଲ ପାଇବ।
17
ଯଦି ତୁମ୍ଭେ ମୋତେ ମିତ୍ର ବୋଲି ଗ୍ରହଣ କରୁଛ, ତା’ହେଲେ ଅନୀସିମଙ୍କୁ ପୁନର୍ବାର ଗ୍ରହଣ କର। ମୋତେ ଯେପରି ସ୍ୱାଗତ କରିଥା’ନ୍ତ, ସେହିପରି ତାହାକୁ ସ୍ୱାଗତ କର।
18
ଯଦି ଅନୀସିମ ତୁମ୍ଭ ପ୍ରତି କିଛି ଭୁଲ୍ କରିଛି ବା ତା’ର ତୁମକୁ କିଛି ଦେବାକୁ ଅଛି ତେବେ ତାହା ମୋ’ ଖାତାରେ ପକାଇ ଦିଅ।
19
ମୁଁ ପାଉଲ, ଏହି କଥା ମୋ’ ହାତରେ ଲେଖୁଛି। ଅନୀସିମର ଯଦି ତୁମ୍ଭକୁ କିଛି ଦେବାକୁ ଅଛି, ମୁଁ ତାହା ତୁମ୍ଭକୁ ଫେରାଇ ଦେବି। ନିଜ ଜୀବନ ପାଇଁ ତୁମ୍ଭେ ଯେ ମୋ’ଠାରେ କେତେ ଋଣୀ, ସେ ସମ୍ପର୍କରେ ମୁଁ କିଛି କହିବି ନାହିଁ।
20
ତେଣୁ ହେ ମୋର ଭାଇ! ପ୍ରଭୁଙ୍କଠାରେ ତୁମ୍ଭେ ମୋ’ ପାଇଁ କିଛି ଆବଶ୍ୟକୀୟ ବିଷୟ କର ବୋଲି, ମୁଁ କୁହେ। ଖ୍ରୀଷ୍ଟଙ୍କଠାରେ ମୋ’ ହୃଦୟକୁ ଆଶ୍ୱାସନା ଦିଅ।
21
ମୁଁ ଯାହା କହିଛି, ସେଗୁଡ଼ିକ କରିବ ବୋଲି ଜାଣି ମୁଁ ଏହି ଚିଠି ଲେଖୁଛି। ମୁଁ ଜାଣେ ଯେ ମୁଁ ଯେତିକି କହେ, ତୁମ୍ଭେ ତା’ଠାରୁ ଅଧିକ କରିବ।
22
ମୋ’ ରହିବା ପାଇଁ ଗୋଟିଏ ବଖରା ମଧ୍ୟ ପ୍ରସ୍ତୁତ କର। ମୁଁ ଆଶାକରେ ଯେ ପରମେଶ୍ୱର ତୁମ୍ଭ ପ୍ରାର୍ଥନା ଶୁଣିବେ ଓ ମୁଁ ତୁମ୍ଭ ପାଖକୁ ଯିବାକୁ ସମର୍ଥ ହୋଇ ପାରିବି।
23
ଶେଷ ଅଭିନନ୍ଦନ ଖ୍ରୀଷ୍ଟ ଯୀଶୁଙ୍କ ପାଇଁ ଏପାଫ୍ରା ହେଉଛନ୍ତି ମୋର ସହବନ୍ଦୀ। ସେ ତୁମ୍ଭକୁ ନମସ୍କାର ଜଣାଉଛନ୍ତି।
24
ମାର୍କ, ଆରିସ୍ତାର୍ଖ, ଦୀମା ଓ ଲୂକ ଏମାନେ ମଧ୍ୟ ତୁମ୍ଭକୁ ନମସ୍କାର ଜଣାଉଛନ୍ତି।
25
ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କର ଆତ୍ମା ସହିତ ରହିଥାଉ।
Jump to:
Chapter 1
All chapters:
1