bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Philippians 2
Philippians 2
Odia Bible ERV 2004 (ପବିତ୍ର ବାଇବଲ)
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 3 →
1
ଏକତାବଦ୍ଧ ହୋଇ ପରସ୍ପରର ଯତ୍ନ ନିଅ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥାଇ କୌଣସି କାର୍ଯ୍ୟ କରିବାକୁ ମୁଁ ତୁମ୍ଭକୁ କହିପାରେ କି? ତୁମ୍ଭେ ମୋତେ ପ୍ରେମପୂର୍ଣ୍ଣ ସାନ୍ତ୍ୱନା ଦେଇପାର କି? ଆମ୍ଭେ ଏକତ୍ର ଆତ୍ମାର ସହଭାଗୀତାରେ ଅଛୁ କି? ତୁମ୍ଭଠାରେ କରୁଣା ଓ ଦୟା ଅଛି କି?
2
ଯଦି ଏଗୁଡ଼ିକ ତୁମ୍ଭଠାରେ ଅଛି, ତା’ହେଲେ ମୋ’ ପାଇଁ କିଛି କର ବୋଲି ମୁଁ ଗ୍ଭହେଁ, ଏହା ମୋତେ ଅତ୍ୟନ୍ତ ଆନନ୍ଦିତ କରିବ। ମୁଁ ଗ୍ଭହେଁ ଯେ ତୁମ୍ଭେମାନେ ଏକମନା ହୋଇ ସମ ବିଷୟରେ ବିଶ୍ୱାସ ଦ୍ୱାରା ସଂଯୁକ୍ତ ହୁଅ। ପରସ୍ପର ପ୍ରତି ସମ ପ୍ରେମଭାବ ରଖ ଏବଂ ଏକ ଆତ୍ମାରେ ଏବଂ ସମ ଉଦ୍ଦେଶ୍ୟରେ ଏକତ୍ର ବାସ କର।
3
ସ୍ୱାର୍ଥପରତା ଓ ଗର୍ବ ହେତୁ କୌଣସି କାମ କର ନାହିଁ। ନମ୍ର ହୁଅ ଓ ଅନ୍ୟ ଲୋକମାନଙ୍କୁ ନିଜଠାରୁ ଅଧିକ ସମ୍ମାନ ଦିଅ।
4
କେବଳ ନିଜ ଜୀବନ ବିଷୟରେ ଆଗ୍ରହୀ ନ ହୋଇ, ଅନ୍ୟ ଲୋକମାନଙ୍କର ଜୀବନ ବିଷୟରେ ମଧ୍ୟ ଆଗ୍ରହୀ ହୁଅ।
5
ଯୀଶୁ ଖ୍ରୀଷ୍ଟଙ୍କଠାରୁ ନିସ୍ୱାର୍ଥପର ହେବା ଶିଖ ନିଜ ଜୀବନରେ ଖ୍ରୀଷ୍ଟ ଯୀଶୁଙ୍କ ଭଳି ଚିନ୍ତା ଓ ଆଚରଣ କର।
6
ଖ୍ରୀଷ୍ଟ ନିଜେ ସର୍ବୋତଭାବରେ ପରମେଶ୍ୱରଙ୍କ ସାଦୃଶ୍ୟ ଥିଲେ। ପରମେଶ୍ୱରଙ୍କ ସହିତ ସମାନ ହୋଇ ରହିବା ବିଷୟକୁ ସମ୍ପତ୍ତି ଭାବରେ ଜାବୁଡ଼ି ଧରିବା ପାଇଁ ଖ୍ରୀଷ୍ଟ ଇଚ୍ଛା କଲେ ନାହିଁ।
7
ସେ ପରମେଶ୍ୱରଙ୍କ ସହିତ ଥିବା ନିଜ ସ୍ଥାନକୁ ଛାଡ଼ି ଦାସ ରୂପ ଗ୍ରହଣ କରିଥିଲେ। ସେ ମାନବ ରୂପରେ ଜନ୍ମ ଗ୍ରହଣ କରି ଦାସ ଭଳି ହେଲେ। ମନୁଷ୍ୟ ଭାବରେ ଜୀବନଯାପନ କଲାବେଳେ,
8
ସେ ପୂର୍ଣ୍ଣ ଭାବରେ ପରମେଶ୍ୱରଙ୍କ ଆଜ୍ଞକାରୀ ହୋଇ ନିଜକୁ ନମ୍ର କଲେ। ଏପରିକି କ୍ରୁଶରେ ମୃତ୍ୟୁ ପର୍ଯ୍ୟନ୍ତ ନିଜକୁ ବାଧ୍ୟ ଓ ନମ୍ର କଲେ।
9
ଖ୍ରୀଷ୍ଟ ପରମେଶ୍ୱରଙ୍କ ବାଧ୍ୟ ହେଲେ, ତେଣୁ ପରମେଶ୍ୱର ଖ୍ରୀଷ୍ଟଙ୍କୁ ଅତି ଉନ୍ନତ କଲେ। ପରମେଶ୍ୱର ଖ୍ରୀଷ୍ଟଙ୍କ ନାମକୁ ଅନ୍ୟ ସମସ୍ତଙ୍କ ନାମ ଅପେକ୍ଷା ମହାନ କଲେ।
10
ଏପରି କରିବାର ଉଦ୍ଦେଶ୍ୟ ଥିଲା ଯେ ସ୍ୱର୍ଗର, ପୃଥିବୀର ଓ ପାତାଳର ପ୍ରତ୍ୟେକ ଲୋକ ଯେପରି ଯୀଶୁଙ୍କ ନାମ ଆଗରେ ମୁଣ୍ଡ ନୁଆଇଁବେ।
11
ଅତଏବ ପ୍ରତ୍ୟେକ ଲୋକ, “ଯୀଶୁ ଖ୍ରୀଷ୍ଟ ଯେ ପ୍ରଭୁ” ଏହା ସ୍ୱୀକାର କରିବେ। ଏହା ସେମାନେ କହିବା ଦ୍ୱାରା ପିତା ପରମେଶ୍ୱରଙ୍କର ଗୌରବ ହେବ।
12
ପରମେଶ୍ୱରଙ୍କ ଇଚ୍ଛାନୁରୂପ ହୁଅ ମୋ’ ପ୍ରିୟ ମିତ୍ରଗଣ! ତୁମ୍ଭେମାନେ ସର୍ବଦା ପରମେଶ୍ୱରଙ୍କ ବାଧ୍ୟ ହୋଇଛ। ମୁଁ ତୁମ୍ଭ ସହିତ ଥିଲାବେଳେ ତୁମ୍ଭେମାନେ ପରମେଶ୍ୱରଙ୍କ ବାଧ୍ୟ ହୋଇଛ। ମୁଁ ତୁମ୍ଭ ସହିତ ନ ଥିଲାବେଳେ ମଧ୍ୟ ତୁମ୍ଭେ ତାହାଙ୍କ ବାଧ୍ୟ ହେବା ଅଧିକ ଗୁରୁତ୍ୱପୂର୍ଣ୍ଣ ଅଟେ। ତୁମ୍ଭେ ନିଶ୍ଚିତ ହେବା ଆବଶ୍ୟକ ଯେ ମୋ’ ସାହାଯ୍ୟ ବିନା ତୁମ୍ଭେ ପରିତ୍ରାଣ ପାଇବ। ପରମେଶ୍ୱରଙ୍କ ପ୍ରତି ସମ୍ମାନ ଓ ଭୟ ରଖି ଏପରି କର।
13
ପରମେଶ୍ୱର ତୁମ୍ଭ ମଧ୍ୟରେ କାର୍ଯ୍ୟ କରୁଛନ୍ତି। ତାହାଙ୍କୁ ସନ୍ତୁଷ୍ଟ କଲା ଭଳି କାର୍ଯ୍ୟ କରିବା ନିମନ୍ତେ ସେ ତୁମ୍ଭକୁ ଇଚ୍ଛାଶକ୍ତି ଦିଅନ୍ତି ଓ ତାହା ସାଧନ କରିବାକୁ ଶକ୍ତି ମଧ୍ୟ ଦିଅନ୍ତି।
14
ଅଭିଯୋଗ ବା ବାଦାନୁବାଦ ନ କରି ପ୍ରତ୍ୟେକ କାର୍ଯ୍ୟ କର।
15
ତେବେ ଯାଇ ତୁମ୍ଭେ ନିର୍ଦ୍ଦୋଷ ହେବ ଓ ତୁମ୍ଭ ଭିତରେ କୌଣସି ଭୁଲ୍ ରହିବ ନାହିଁ। ତୁମ୍ଭେ ପରମେଶ୍ୱରଙ୍କ ନିର୍ଦ୍ଦୋଷ ପୁତ୍ର ହେବ। କିନ୍ତୁ ତୁମ୍ଭେମାନେ ନଷ୍ଟ ହୋଇ ଯାଉଥିବା ମନ୍ଦ ଲୋକଙ୍କ ମଧ୍ୟରେ ରହୁଛ। କିନ୍ତୁ ସେମାନଙ୍କ ଭିତରେ ତୁମ୍ଭେ ଏହି ଅନ୍ଧକାରପୂର୍ଣ୍ଣ ଜଗତରେ ଜ୍ୟୋତିଃ ଭଳି ପ୍ରକାଶିତ ହେଉଛ।
16
ତୁମ୍ଭେ ସେମାନଙ୍କୁ ଜୀବନ ପ୍ରଦାନକାରୀ ଶିକ୍ଷା ଦିଅ। ତେଣୁ ଖ୍ରୀଷ୍ଟଙ୍କ ଆଗମନରେ ମୁଁ ଖୁସୀ ହେବି, କାରଣ ମୁଁ ଜାଣିବି ଯେ ମୋର କାମ ବିଫଳ ହୋଇ ନାହିଁ। ମୁଁ ଜାଣିବି ଯେ ଦୌଡ଼ ପ୍ରତିଯୋଗିତାରେ ଦୌଡ଼ି ଜିତିଛି।
17
ପରମେଶ୍ୱରଙ୍କ ସେବାରେ, ତୁମ୍ଭ ବିଶ୍ୱାସ ତୁମ୍ଭକୁ ଏକ ବଳିଦାନ ରୂପେ ସେବା କରିବା ପାଇଁ ପ୍ରେରଣ ଯୋଗଏ। ହୁଏତ ତୁମ୍ଭର ବଳିଦାନ ରୂପ ସେବାରେ ମୋତେ ମୋର ନିଜ ରକ୍ତ ମଧ୍ୟ ଉତ୍ସର୍ଗ କରିବାକୁ ପଡ଼ିପାରେ। ଯଦି ତାହା ଘଟେ, ମୁଁ ତୁମ୍ଭମାନଙ୍କ ସହିତ ଆନନ୍ଦରେ ପରିପୂର୍ଣ୍ଣ ଓ ଖୁସୀ ହେବି।
18
ତୁମ୍ଭେମାନେ ମଧ୍ୟ ମୋ’ ସହିତ ଖୁସୀ ହୁଅ ଓ ଆନନ୍ଦରେ ପରିପୂର୍ଣ୍ଣ ହୁଅ।
19
ତୀମଥି ଓ ଏପାଫ୍ରାଦିତଙ୍କ ବିଷୟରେ ସମ୍ବାଦ ପ୍ରଭୁ ଯୀଶୁଙ୍କଠାରେ ମୁଁ ଆଶାକରେ ଯେ ତୀମଥିଙ୍କୁ ଖୁବ୍ ଶୀଘ୍ର ତୁମ୍ଭମାନଙ୍କ ପାଖକୁ ପଠାଇବି। ତୁମ୍ଭେମାନେ କିପରି ଅଛ ଜାଣି ମୁଁ ଆନନ୍ଦିତ ହେବି।
20
ତୀମଥିଙ୍କ ଭଳି ମୋ’ ପାଖରେ ଆଉ କେହି ଲୋକ ନାହାନ୍ତି।
21
ସେ ପ୍ରକୃତରେ ତୁମ୍ଭ ପାଇଁ ମନୋଯୋଗୀ। ଅନ୍ୟ ଲୋକମାନେ କେବଳ ତାଙ୍କ ନିଜ ଜୀବନ ବିଷୟରେ ଆଗ୍ରହୀ ଅଟନ୍ତି। ଖ୍ରୀଷ୍ଟ ଯୀଶୁଙ୍କ କାର୍ଯ୍ୟରେ ସେମାନେ ଆଗ୍ରହୀ ନୁହନ୍ତି।
22
ତୁମ୍ଭେମାନେ ଜାଣିଛ ଯେ ତୀମଥି କି ପ୍ରକାରର ଲୋକ। ପୁତ୍ର ଯେପରି ପିତାର ସେବା କରେ, ସେହିପରି ସେ ମୋ’ ସହିତ ସୁସମାଗ୍ଭର କହିବା ସମୟରେ ମୋର ସେବା କରିଛନ୍ତି; ଏ କଥା ତୁମ୍ଭେମାନେ ଜାଣ।
23
ମୁଁ ଶୀଘ୍ର ତାହାଙ୍କୁ ପଠାଇବା ଯୋଜନା କରୁଛି। ମୋ’ ସହିତ କ’ଣ ଘଟିବାକୁ ଯାଉଛି, ଜାଣିଲା ପରେ, ମୁଁ ତାଙ୍କୁ ପଠାଇବି।
24
ମୁଁ ନିଶ୍ଚିତ ଯେ ତୁମ୍ଭମାନଙ୍କ ନିକଟକୁ ଶୀଘ୍ର ଯିବା ପାଇଁ ପ୍ରଭୁ ମୋତେ ସାହାଯ୍ୟ କରିବେ।
25
ଏପାଫ୍ରାଦିତ ଖ୍ରୀଷ୍ଟଙ୍କଠାରେ ମୋର ଭାଇ। ସେ ମୋ’ ସହିତ ଖ୍ରୀଷ୍ଟ-ବାହିନୀର ଜଣେ ସେବକ ଓ କାର୍ଯ୍ୟକାରୀ। ମୋ’ ଦରକାର ବେଳେ ତୁମ୍ଭେମାନେ ତାହାଙ୍କୁ ମୋ’ ସାହାଯ୍ୟ ପାଇଁ ପଠାଇଥିଲ। ମୁଁ ଭାବୁଛି ଏବେ ପୁନର୍ବାର ମୁଁ ତାହାଙ୍କୁ ତୁମ୍ଭ ପାଖକୁ ଫେରାଇ ଦେବି।
26
ସେ ତୁମ୍ଭମାନଙ୍କୁ ଦେଖିବାକୁ ବହୁତ ଇଚ୍ଛୁକ, ସେଥିପାଇଁ ମୁଁ ତାହାଙ୍କୁ ପଠାଉଛି। ସେ ଅସୁସ୍ଥ ଥିଲେ ବୋଲି ତୁମ୍ଭେ ଶୁଣି ଥିବା ହେତୁ ସେ ଚିନ୍ତିତ ଥିଲେ।
27
ସେ ଅସୁସ୍ଥ ଥିଲେ ଓ ମୃତ୍ୟୁର ଦ୍ୱାର ଦେଶରେ ଥିଲେ। କିନ୍ତୁ ପରମେଶ୍ୱର ତାହାଙ୍କୁ ଓ ମୋତେ ମଧ୍ୟ ସାହାଯ୍ୟ କଲେ, ଯେପରି ମୋ’ ପାଇଁ ଅଧିକ ଦୁଃଖ ନ ଘଟେ।
28
ତେଣୁ ମୁଁ ତାହାଙ୍କୁ ପଠାଇବାକୁ ଅତିଶୟ ଇଚ୍ଛା କରେ। ତୁମ୍ଭେ ମଧ୍ୟ ତାହାଙ୍କୁ ଦେଖିଲେ ଖୁସୀ ହେବ, ମୁଁ ମଧ୍ୟ ତୁମ୍ଭ ବିଷୟରେ ଚିନ୍ତାମୁକ୍ତ ହେବି।
29
ସେଥିପାଇଁ ପ୍ରଭୁଙ୍କଠାରେ ଆନନ୍ଦର ସହିତ ତାହାଙ୍କୁ ସ୍ୱାଗତ ଜଣାଅ। ଏପାଫ୍ରାଦିତଙ୍କ ଭଳି ଲୋକମାନଙ୍କୁ ତୁମ୍ଭେମାନେ ସମ୍ମାନ ଦିଅ।
30
ଖ୍ରୀଷ୍ଟଙ୍କ କାମ ପାଇଁ ସେ ମୃତପ୍ରାୟ ହୋଇ ଯାଇଥିବାରୁ ସମ୍ମାନିତ ହେବା ଉଚିତ୍। ମୋତେ ସାହାଯ୍ୟ କରିବା ପାଇଁ ସେ ନିଜ ଜୀବନକୁ ବିପଦରେ ପକାଇଥିଲେ। ତୁମ୍ଭେ ଦେଖିଥିବା ସେବାରେ ଯାହା କମ୍ ରହି ଯାଇଥିଲା, ସେତିକି ସେ ପୂରଣ କରିଦେଇଥିଲେ।
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 3 →
All chapters:
1
2
3
4